Romans 10:3 in Oriya 3 ଯେଣୁ ଈଶ୍ୱରଦତ୍ତ ଧାର୍ମିକତା ବିଷୟରେ ଅଜ୍ଞ ହୋଇ ଓ ଆପଣା ଆପଣା ଧାର୍ମିକତା ସ୍ଥାପନ କରିବାକୁ ଚେଷ୍ଟା କରି ସେମାନେ ଈଶ୍ୱରଦତ୍ତ ଧାର୍ମିକତାର ବଶୀଭୂତ ହୋଇ ନାହାଁନ୍ତି।
Other Translations King James Version (KJV) For they being ignorant of God's righteousness, and going about to establish their own righteousness, have not submitted themselves unto the righteousness of God.
American Standard Version (ASV) For being ignorant of God's righteousness, and seeking to establish their own, they did not subject themselves to the righteousness of God.
Bible in Basic English (BBE) Because, not having knowledge of God's righteousness, and desiring to give effect to their righteousness, they have not put themselves under the righteousness of God.
Darby English Bible (DBY) For they, being ignorant of God's righteousness, and seeking to establish their own [righteousness], have not submitted to the righteousness of God.
World English Bible (WEB) For being ignorant of God's righteousness, and seeking to establish their own righteousness, they didn't subject themselves to the righteousness of God.
Young's Literal Translation (YLT) for not knowing the righteousness of God, and their own righteousness seeking to establish, to the righteousness of God they did not submit.
Cross Reference Leviticus 26:41 in Oriya 41 ଓ ମଧ୍ୟ ସେମାନେ ଆମ୍ଭର ବିରୁଦ୍ଧାଚରଣ କରିବା ହେତୁ ଆମ୍ଭେ ହିଁ ଯେ ସେମାନଙ୍କର ବିରୁଦ୍ଧାଚରଣ କରି ସେମାନଙ୍କୁ ସେମାନଙ୍କ ଶତ୍ରୁଗଣର ଦେଶକୁ ଆଣିଲୁ, ଏହା ସେମାନେ ସ୍ୱୀକାର କରିବେ; ତହିଁରେ ଯଦି ସେମାନଙ୍କ ଅସୁନ୍ନତ ହୃଦୟ ନମ୍ର ହେବ ଓ ସେମାନେ ଆପଣା ଆପଣା ଅପରାଧର ଦଣ୍ଡ ଗ୍ରହଣ କରିବେ;
Nehemiah 9:33 in Oriya 33 ତଥାପି ଆମ୍ଭମାନଙ୍କ ପ୍ରତି ଯାହା ଯାହା ଘଟିଅଛି, ସେସବୁରେ ତୁମ୍ଭେ ଧର୍ମମୟ ଅଟ; କାରଣ ତୁମ୍ଭେ ସତ୍ୟରେ ବ୍ୟବହାର କରିଅଛ, ମାତ୍ର ଆମ୍ଭେମାନେ ଦୁଷ୍କର୍ମ କରିଅଛୁ।
Job 33:27 in Oriya 27 ସେ ମନୁଷ୍ୟମାନଙ୍କ ସାକ୍ଷାତରେ ଗାନ କରି କହେ, ମୁଁ ପାପ କରିଅଛି ଓ ନ୍ୟାୟର ବିପରୀତ କରିଅଛି ଓ ତାହା ମୋହର ଲାଭଜନକ ହୋଇ ନାହିଁ।
Psalm 71:15 in Oriya 15 ମୋହର ମୁଖ ସାରାଦିନ ତୁମ୍ଭର ଧର୍ମ ଓ ତୁମ୍ଭର ପରିତ୍ରାଣ ବର୍ଣ୍ଣନା କରିବ; କାରଣ ମୁଁ ତହିଁର ସଂଖ୍ୟା ଜାଣେ ନାହିଁ।
Psalm 71:19 in Oriya 19 ହେ ପରମେଶ୍ୱର, ମହତ କାର୍ଯ୍ୟମାନ ସାଧନ କରିଅଛ ଯେ ତୁମ୍ଭେ, ତୁମ୍ଭର ଧର୍ମ ଅତି ଉଚ୍ଚ; ହେ ପରମେଶ୍ୱର, ତୁମ୍ଭ ତୁଲ୍ୟ କିଏ ଅଛି ?
Isaiah 51:6 in Oriya 6 ତୁମ୍ଭେମାନେ ଆକାଶମଣ୍ଡଳ ପ୍ରତି ଉର୍ଦ୍ଧ୍ୱଦୃଷ୍ଟି କର ଓ ଅଧଃସ୍ଥିତ ଭୂମଣ୍ଡଳ ପ୍ରତି ନିରୀକ୍ଷଣ କର; କାରଣ ଆକାଶମଣ୍ଡଳ ଧୂମ ତୁଲ୍ୟ ଅନ୍ତର୍ହିତ ହେବ ଓ ଭୂମଣ୍ଡଳ ବସ୍ତ୍ର ତୁଲ୍ୟ ଜୀର୍ଣ୍ଣ ହେବ, ପୁଣି ତନ୍ନିବାସୀଗଣ ସେହି ରୂପେ ମରିଯିବେ; ମାତ୍ର ଆମ୍ଭର ପରିତ୍ରାଣ ଅନନ୍ତ କାଳସ୍ଥାୟୀ ହେବ ଓ ଆମ୍ଭର ଧର୍ମ ଲୁପ୍ତ ହେବ ନାହିଁ।
Isaiah 51:8 in Oriya 8 କାରଣ କୀଟ ସେମାନଙ୍କୁ ବସ୍ତ୍ର ପରି ଖାଇ ପକାଇବ ଓ ପୋକ ସେମାନଙ୍କୁ ଲୋମ ପରି ଖାଇ ପକାଇବ; ମାତ୍ର ଆମ୍ଭର ଧର୍ମ ଅନନ୍ତ କାଳସ୍ଥାୟୀ ହେବ ଓ ଆମ୍ଭର ପରିତ୍ରାଣ ବଂଶାନୁକ୍ରମେ ରହିବ।”
Isaiah 56:1 in Oriya 1 ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ନ୍ୟାୟବିଚାର ପାଳନ କର; ଧର୍ମକର୍ମ କର; କାରଣ ଆମ୍ଭର ପରିତ୍ରାଣର ଆଗମନ ଓ ଆମ୍ଭ ଧର୍ମର ପ୍ରକାଶ ସନ୍ନିକଟ।
Isaiah 57:12 in Oriya 12 ଆମ୍ଭେ ତୁମ୍ଭର ଧାର୍ମିକତା ପ୍ରକାଶ କରିବା; ପୁଣି, ତୁମ୍ଭର କର୍ମସକଳ ତୁମ୍ଭର ଉପକାରୀ ହେବ ନାହିଁ।
Isaiah 64:6 in Oriya 6 କାରଣ ଆମ୍ଭେ ସମସ୍ତେ ଅଶୁଚି ଲୋକ ତୁଲ୍ୟ ହୋଇଅଛୁ ଓ ଆମ୍ଭମାନଙ୍କର ଧର୍ମକର୍ମସବୁ ଅଶୁଚି ବସ୍ତ୍ର ତୁଲ୍ୟ ଅଟେ ଓ ଆମ୍ଭେ ସମସ୍ତେ ପତ୍ର ତୁଲ୍ୟ ଜୀର୍ଣ୍ଣ ହେଉଅଛୁ; ଆଉ, ଆମ୍ଭମାନଙ୍କର ଅପରାଧସବୁ ବାୟୁ ପରି ଆମ୍ଭମାନଙ୍କୁ ଉଡ଼ାଇ ନିଏ।
Jeremiah 23:5 in Oriya 5 ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଆମ୍ଭେ ଦାଉଦ ବଂଶରେ ଏକ ଧାର୍ମିକ ଶାଖା ଉତ୍ପନ୍ନ କରିବା, ଏପରି ସମୟ ଆସୁଅଛି, ତହିଁରେ ସେ ରାଜା ହୋଇ ରାଜତ୍ୱ କରିବେ ଓ ଜ୍ଞାନରେ ବ୍ୟବହାର କରିବେ, ପୁଣି ଦେଶରେ ସୁବିଚାର ଓ ନ୍ୟାୟ ପ୍ରଚଳିତ କରିବେ।
Lamentations 3:22 in Oriya 22 ସଦାପ୍ରଭୁଙ୍କର ବିବିଧ ଦୟା ସକାଶୁ ଆମ୍ଭେମାନେ ବିନଷ୍ଟ ହୋଇ ନାହୁଁ, କାରଣ ତାହାଙ୍କର କରୁଣା ଶେଷ ହୁଏ ନାହିଁ।
Daniel 9:6 in Oriya 6 ପୁଣି, ତୁମ୍ଭର ଯେଉଁ ଦାସ ଭବିଷ୍ୟଦ୍ବକ୍ତାଗଣ ଆମ୍ଭମାନଙ୍କର ରାଜାଗଣକୁ, ଆମ୍ଭମାନଙ୍କର ଅଧିପତିଗଣକୁ ଓ ଆମ୍ଭମାନଙ୍କର ପିତୃପୁରୁଷଗଣକୁ ଓ ଦେଶସ୍ଥ ଲୋକସମୂହକୁ ତୁମ୍ଭ ନାମରେ କଥା କହିଲେ, ସେମାନଙ୍କ ପ୍ରତି ଆମ୍ଭେମାନେ କର୍ଣ୍ଣପାତ କରି ନାହୁଁ।
Daniel 9:24 in Oriya 24 ଆଜ୍ଞା ଲଙ୍ଘନ ସମାପ୍ତ କରିବାକୁ ଓ ପାପର ଶେଷ କରିବାକୁ ଓ ଅଧର୍ମର ପ୍ରାୟଶ୍ଚିତ୍ତ କରିବାକୁ, ଆଉ ଅନନ୍ତକାଳସ୍ଥାୟୀ ଧର୍ମ ଆଣିବାକୁ, ପୁଣି ଦର୍ଶନ ଓ ଭବିଷ୍ୟଦ୍ବାକ୍ୟ ମୁଦ୍ରାଙ୍କିତ କରିବାକୁ ଓ ପବିତ୍ରତମଙ୍କୁ ଅଭିଷିକ୍ତ କରିବାକୁ ତୁମ୍ଭ ଲୋକଙ୍କର ଓ ତୁମ୍ଭ ପବିତ୍ର ନଗର ନିମନ୍ତେ ସତୁରି ସପ୍ତାହ ନିରୂପିତ ହୋଇଅଛି।
Luke 10:29 in Oriya 29 କିନ୍ତୁ ସେ ଆପଣାକୁ ଧାର୍ମିକ ବୋଲି ଦେଖାଇବାକୁ ଇଚ୍ଛା କରି ଯୀଶୁଙ୍କୁ ପଚାରିଲେ, ତେବେ ମୋହର ପ୍ରତିବାସୀ କିଏ ?
Luke 15:17 in Oriya 17 ମାତ୍ର ସେ ଚେତନା ପାଇ କହିଲା, ମୋର ବାପାଙ୍କ କେତେ ମୂଲିଆଙ୍କର ଖାଦ୍ୟ ବଳିପଡ଼ୁଅଛି, କିନ୍ତୁ ମୁଁ ଏଠାରେ ଭୋକରେ ମରୁଅଛି।
Luke 16:15 in Oriya 15 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଯେଉଁମାନେ ନିଜ ନିଜକୁ ମନୁଷ୍ୟମାନଙ୍କ ଦୃଷ୍ଟିରେ ଧାର୍ମିକ ବୋଲି ଦେଖାନ୍ତି, ତୁମ୍ଭେମାନେ ସେହି ପ୍ରକାର ଲୋକ, କିନ୍ତୁ ଈଶ୍ୱର ତୁମ୍ଭମାନଙ୍କର ହୃଦୟ ଜାଣନ୍ତି; କାରଣ ଯାହା ମନୁଷ୍ୟମାନଙ୍କ ମଧ୍ୟରେ ଉଚ୍ଚୀକୃତ, ତାହା ଇଶ୍ବରଙ୍କ ଦୃଷ୍ଟିରେ ଘୃଣିତ।
Luke 18:9 in Oriya 9 ନିଜ ନିଜକୁ ଧାର୍ମିକ ମନେ କରି ଅନ୍ୟ ସମସ୍ତଙ୍କୁ ତୁଚ୍ଛ କରୁଥିବା କେତେକ ଆତ୍ମନିର୍ଭରଶୀଳ ଲୋକଙ୍କୁ ସେ ଏହି ଦୃଷ୍ଟାନ୍ତ ମଧ୍ୟ କହିଲେ,
John 16:9 in Oriya 9 ପାପ ବିଷୟରେ - କାରଣ ସେମାନେ ମୋ'ଠାରେ ବିଶ୍ୱାସ କରନ୍ତି ନାହିଁ;
Romans 1:17 in Oriya 17 ସେଥିରେ ତ ଈଶ୍ୱରଦତ୍ତ ଧାର୍ମିକତା ପ୍ରକାଶିତ ହେଉଅଛି, ତାହା ବିଶ୍ୱାସମୂଳକ ଓ ବିଶ୍ୱାସଜନକ, ଯେପରି ଲେଖାଅଛି, “ଧାର୍ମିକ ବିଶ୍ୱାସ ଦ୍ୱାରା ବଞ୍ଚିବ।”
Romans 3:22 in Oriya 22 ଅର୍ଥାତ୍, ଈଶ୍ୱରଙ୍କର ଯେଉଁ ଧାର୍ମିକତା ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ସମସ୍ତ ବିଶ୍ୱାସୀଙ୍କ ପ୍ରତିବର୍ତ୍ତେ, କାରଣ କୌଣସି ପ୍ରଭେଦ ନାହିଁ,
Romans 3:26 in Oriya 26 ପୁଣି, ବର୍ତ୍ତମାନ କାଳରେ ଆପଣା ଧାର୍ମିକତା ପ୍ରକାଶ କରିବା ନିମନ୍ତେ ସେ ଏହା କରିଅଛନ୍ତି, ଯେପରି ସେ ସ୍ୱୟଂ ଧାର୍ମିକ ଓ ଯୀଶୁଙ୍କଠାରେ ବିଶ୍ୱାସୀକୁ ଧାର୍ମିକ ଗଣନାକାରୀ ବୋଲି ପ୍ରକାଶିତ ହୁଅନ୍ତି।
Romans 5:19 in Oriya 19 କାରଣ ଯେପରି ଜଣକର ଅନାଜ୍ଞାବହତା ଦ୍ୱାରା ଅନେକେ ପାପୀ ହେଲେ, ସେହିପରି ମଧ୍ୟ ଜଣକର ଆଜ୍ଞାବହତା ଦ୍ୱାରା ଅନେକେ ଧାର୍ମିକ ହେବେ।
Romans 9:30 in Oriya 30 ତେବେ, ଆମ୍ଭେମାନେ କ'ଣ କହିବା ? ଯେଉଁ ଅଣଯିହୂଦୀମାନେ ଧାର୍ମିକତାର ଅନୁଗମନ କରୁ ନ ଥିଲେ, ସେମାନେ ଧାର୍ମିକତା, ଏପରିକି ବିଶ୍ୱାସମୂଳକ ଧାର୍ମିକତା ଲାଭ କରିଅଛନ୍ତି।
2 Corinthians 5:21 in Oriya 21 ଯାହାଙ୍କଠାରେ ପାପର ଲେଶମାତ୍ର ନ ଥିଲା,ତାହାଙ୍କୁ ସେ ଆମ୍ଭମାନଙ୍କ ନିମନ୍ତେ ପାପ ସ୍ୱରୂପ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଈଶ୍ୱରଙ୍କର ଧାର୍ମିକତାସ୍ୱରୂପ ହେଉ।
Galatians 5:3 in Oriya 3 ମୁଁ ସୁନ୍ନତ ପ୍ରାପ୍ତ ହେଉଥିବା ପ୍ରତ୍ୟେକ ଜଣକୁ ପୁନର୍ବାର ସାକ୍ଷ୍ୟ ଦେଉଅଛି ଯେ, ସେ ସମସ୍ତ ମୋଶାଙ୍କ ବ୍ୟବସ୍ଥା ପାଳନ କରିବା ନିମନ୍ତେ ଦାୟୀ।
Philippians 3:9 in Oriya 9 ପୁଣି, ମୋଶାଙ୍କ ବ୍ୟବସ୍ଥା ପାଳନ ହେତୁ ନିଜର ଧାର୍ମିକତା ପ୍ରାପ୍ତ ନ ହୋଇ ବରଂ ଯେପରି ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଈଶ୍ୱରଦତ୍ତ ବିଶ୍ୱାସମୂଳକ ଧାର୍ମିକତା ପ୍ରାପ୍ତ ହୁଏ,
2 Peter 1:1 in Oriya 1 ଶିମୋନ ପିତର, ଯୀଶୁ ଖ୍ରୀଷ୍ଟଙ୍କର ଜଣେ ଦାସ ଓ ପ୍ରେରିତ, ଆମ୍ଭମାନଙ୍କ ଈଶ୍ୱର ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କର ଧାର୍ମିକତା ହେତୁ ଯେଉଁମାନେ ଆମ୍ଭମାନଙ୍କ ସହିତ ସମାନ ଭାବରେ ବହୁମୂଲ୍ୟ ବିଶ୍ୱାସ ପ୍ରାପ୍ତ ହୋଇଅଛନ୍ତି, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି।
Revelation 3:17 in Oriya 17 ତୁମ୍ଭେ କହୁଅଛ, ମୁଁ ଧନୀ, ମୋହର ବହୁତ ସମ୍ପତ୍ତି ଅଛି, ମୋହର କୌଣସି ଅଭାବ ନାହିଁ; ମାତ୍ର ତୁମ୍ଭେ ଯେ ଦୁର୍ଭାଗା, ଦୀନହୀନ, ଦରିଦ୍ର, ଅନ୍ଧ ଓ ଉଲଙ୍ଗ, ଏହା ଜାଣ ନାହିଁ;