Romans 11:26 in Oriya 26 ଆଉ, ଏହି ପ୍ରକାରେ ସମସ୍ତ ଇସ୍ରାଏଲ ପରିତ୍ରାଣ ପାଇବେ, ଯେପରି ଲେଖା ଅଛି, “ସିୟୋନରୁ ଉଦ୍ଧାରକର୍ତ୍ତା ଆଗମନ କରିବେ, ସେ ଯାକୁବଠାରୁ ଅଧର୍ମ ଦୂର କରିବେ।”
Other Translations King James Version (KJV) And so all Israel shall be saved: as it is written, There shall come out of Sion the Deliverer, and shall turn away ungodliness from Jacob:
American Standard Version (ASV) and so all Israel shall be saved: even as it is written, There shall come out of Zion the Deliverer; He shall turn away ungodliness from Jacob:
Bible in Basic English (BBE) And so all Israel will get salvation: as it is said in the holy Writings, There will come out of Zion the One who makes free; by him wrongdoing will be taken away from Jacob:
Darby English Bible (DBY) and so all Israel shall be saved. According as it is written, The deliverer shall come out of Zion; he shall turn away ungodliness from Jacob.
World English Bible (WEB) and so all Israel will be saved. Even as it is written, "There will come out of Zion the Deliverer, And he will turn away ungodliness from Jacob.
Young's Literal Translation (YLT) and so all Israel shall be saved, according as it hath been written, `There shall come forth out of Sion he who is delivering, and he shall turn away impiety from Jacob,
Cross Reference Psalm 14:7 in Oriya 7 ଆହା, ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହେଉ ! ଯଦି ସଦାପ୍ରଭୁ ଆପଣା ଲୋକମାନଙ୍କୁ ବନ୍ଦିତ୍ୱରୁ ଫେରାଇ ଆଣନ୍ତି ତେବେ ଯାକୁବ ଉଲ୍ଲାସ କରିବ ଓ ଇସ୍ରାଏଲ ଆନନ୍ଦିତ ହେବ।
Psalm 106:47 in Oriya 47 ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭ ପବିତ୍ର ନାମକୁ ଧନ୍ୟବାଦ ଦେବା ପାଇଁ, ତୁମ୍ଭ ପ୍ରଶଂସାରେ ଦର୍ପ କରିବା ପାଇଁ ଆମ୍ଭମାନଙ୍କୁ ପରିତ୍ରାଣ କର ଓ ଅନ୍ୟ ଦେଶୀୟମାନଙ୍କ ମଧ୍ୟରୁ ଆମ୍ଭମାନଙ୍କୁ ସଂଗ୍ରହ କର।
Isaiah 11:11 in Oriya 11 ଆହୁରି, ସେହି ଦିନରେ ପ୍ରଭୁ ଆପଣା ଲୋକମାନଙ୍କର ଅବଶିଷ୍ଟାଂଶକୁ ଅଶୂରରୁ, ମିସରରୁ ଓ ପଥ୍ରୋଷରୁ, କୂଶରୁ, ଏଲମ୍, ଶିନୀୟରରୁ ଓ ହମାତରୁ ଓ ସମୁଦ୍ରର ଦ୍ୱୀପସମୂହରୁ ମୁକ୍ତ କରି ଆଣିବା ନିମନ୍ତେ ପୁନର୍ବାର ଦ୍ୱିତୀୟ ଥର ଆପଣା ହସ୍ତ ସ୍ଥାପନ କରିବେ।
Isaiah 45:17 in Oriya 17 ମାତ୍ର ଇସ୍ରାଏଲ, ସଦାପ୍ରଭୁଙ୍କ ଦ୍ୱାରା ଅନନ୍ତକାଳସ୍ଥାୟୀ ପରିତ୍ରାଣ ପ୍ରାପ୍ତ ହେବ; ତୁମ୍ଭେମାନେ ଯୁଗଯୁଗାନ୍ତ ପର୍ଯ୍ୟନ୍ତ ଲଜ୍ଜିତ କିଅବା ବିବ୍ରତ ହେବ ନାହିଁ।
Isaiah 54:6 in Oriya 6 କାରଣ ତୁମ୍ଭ ପରମେଶ୍ୱର କହନ୍ତି, “ତ୍ୟକ୍ତା ଓ ମନୋଦୁଃଖିନୀ ଭାର୍ଯ୍ୟା ଅଥବା ଯୌବନକାଳୀନ ଦୂରୀକୃତା ଭାର୍ଯ୍ୟା ତୁଲ୍ୟ ସଦାପ୍ରଭୁ ତୁମ୍ଭକୁ ଆହ୍ୱାନ କରିଅଛନ୍ତି।
Isaiah 59:20 in Oriya 20 ପୁଣି, ସଦାପ୍ରଭୁ କହନ୍ତି, “ସିୟୋନକୁ ଓ ଯାକୁବ ମଧ୍ୟରେ ଯେଉଁମାନେ ଅଧର୍ମରୁ ଫେରନ୍ତି, ସେମାନଙ୍କ ନିକଟକୁ ଏକ ମୁକ୍ତିଦାତା ଆସିବେ।”
Jeremiah 3:17 in Oriya 17 ସେସମୟରେ ଲୋକମାନେ ଯିରୂଶାଲମକୁ ସଦାପ୍ରଭୁଙ୍କର ସିଂହାସନ ବୋଲି କହିବେ; ଆଉ, ସବୁ ଦେଶୀୟ ଲୋକମାନେ ତହିଁ ନିକଟରେ, ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ଯିରୂଶାଲମରେ ସଂଗୃହୀତ ହେବେ; ପୁଣି, ସେମାନେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତା ଅନୁସାରେ ଆଉ ଗମନ କରିବେ ନାହିଁ।
Jeremiah 30:17 in Oriya 17 କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭେ ତୁମ୍ଭକୁ ପୁନର୍ବାର ଆରୋଗ୍ୟ ପ୍ରଦାନ କରିବା ଓ ଆମ୍ଭେ ତୁମ୍ଭର ଘା' ସବୁ ସୁସ୍ଥ କରିବା; କାରଣ ସେମାନେ ତୁମ୍ଭକୁ ଦୂରୀକୃତା ବୋଲି ଡାକି କହନ୍ତି, ଏ ସିୟୋନ, ଏହାକୁ କେହି ଚାହେଁ ନାହିଁ।'
Jeremiah 31:31 in Oriya 31 ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ସହିତ ଏକ ନୂତନ ନିୟମ ସ୍ଥାପନ କରିବା, ଏପରି ସମୟ ଆସୁଅଛି;
Jeremiah 32:37 in Oriya 37 “ଦେଖ, ଆମ୍ଭେ ଆପଣା କ୍ରୋଧ ଓ ପ୍ରଚଣ୍ଡ କୋପ ଓ ମହାରୋଷରେ ସେମାନଙ୍କୁ ଯେସକଳ ଦେଶରେ ଛିନ୍ନଭିନ୍ନ କରିଅଛୁ, ସେହି ସକଳ ଦେଶରୁ ସେମାନଙ୍କୁ ସଂଗ୍ରହ କରିବା ଓ ଆମ୍ଭେ ସେମାନଙ୍କୁ ପୁନର୍ବାର ଏହି ସ୍ଥାନକୁ ଆଣିବା ଓ ଆମ୍ଭେ ସେମାନଙ୍କୁ ନିରାପଦରେ ବାସ କରାଇବା।
Jeremiah 33:24 in Oriya 24 “ଏହି ଲୋକମାନେ ଯାହା କହିଅଛନ୍ତି, ତାହା କି ତୁମ୍ଭେ ବିବେଚନା କରୁ ନାହଁ ? ସେମାନେ କହିଅଛନ୍ତି, ‘ସଦାପ୍ରଭୁ ଆପଣାର ମନୋନୀତ ଦୁଇ ଗୋଷ୍ଠୀଙ୍କୁ ଅଗ୍ରାହ୍ୟ କରିଅଛନ୍ତି।' ଏହିରୂପେ ସେମାନେ ଆମ୍ଭ ଲୋକମାନଙ୍କୁ ତୁଚ୍ଛ ଜ୍ଞାନ କରନ୍ତି, ସେମାନଙ୍କ ସାକ୍ଷାତରେ ସେମାନେ ଏକ ଗୋଷ୍ଠୀ ହୋଇ ଯେପରି ଆଉ ରହିବେ ନାହିଁ।”
Ezekiel 34:22 in Oriya 22 ଏଥିପାଇଁ ଆମ୍ଭେ ଆପଣା ପଲକୁ ରକ୍ଷା କରିବା, ତହିଁରେ ସେମାନେ ଆଉ ଲୁଟିତ ହେବେ ନାହିଁ; ପୁଣି, ଆମ୍ଭେ ପଶୁର ଓ ପଶୁର ମଧ୍ୟରେ ବିଚାର କରିବା।
Ezekiel 37:21 in Oriya 21 ପୁଣି, ତୁମ୍ଭେ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଇସ୍ରାଏଲର ସନ୍ତାନଗଣ ଯେଉଁ ଯେଉଁ ସ୍ଥାନକୁ ଯାଇଅଛନ୍ତି, ସେହି ସ୍ଥାନସ୍ଥ ଗୋଷ୍ଠୀୟମାନଙ୍କ ମଧ୍ୟରୁ ଆମ୍ଭେ ସେମାନଙ୍କୁ ଗ୍ରହଣ କରିବା ଓ ଚତୁର୍ଦ୍ଦିଗରୁ ସେମାନଙ୍କୁ ସଂଗ୍ରହ କରି ସେମାନଙ୍କର ନିଜ ଦେଶକୁ ଆଣିବା;
Ezekiel 39:25 in Oriya 25 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଏବେ ଆମ୍ଭେ ଯାକୁବର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ଓ ସମୁଦାୟ ଇସ୍ରାଏଲ ବଂଶ ପ୍ରତି ଦୟା କରିବା; ଆଉ, ଆମ୍ଭେ ଆପଣା ପବିତ୍ର ନାମ ପକ୍ଷରେ ଉଦ୍ଯୋଗୀ ହେବା।
Hosea 3:5 in Oriya 5 ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ଫେରି ଆସିବେ ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କୁ ଓ ଆପଣାମାନଙ୍କର ରାଜା ଦାଉଦଙ୍କୁ ଅନ୍ଵେଷଣ କରିବେ; ଆଉ, ଶେଷ କାଳରେ ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁଙ୍କ ନିକଟକୁ ଓ ତାହାଙ୍କ ଅନୁଗ୍ରହର ନିକଟକୁ ଆସିବେ।”
Joel 3:16 in Oriya 16 ପୁଣି, ସଦାପ୍ରଭୁ ସିୟୋନରୁ ଗର୍ଜନ କରିବେ ଓ ଯିରୂଶାଲମରୁ ଆପଣା ରବ ଶୁଣାଇବେ; ତହିଁରେ ଆକାଶମଣ୍ଡଳ ଓ ପୃଥିବୀ କମ୍ପିତ ହେବେ; ମାତ୍ର ସଦାପ୍ରଭୁ ଆପଣା ଲୋକମାନଙ୍କ ପ୍ରତି ଆଶ୍ରୟ ହେବେ ଓ ଇସ୍ରାଏଲ ସନ୍ତାନଗଣ ପ୍ରତି ଦୃଢ଼ ଦୁର୍ଗ ହେବେ।
Amos 9:14 in Oriya 14 ପୁଣି, ଆମ୍ଭେ ଆପଣା ଲୋକ ଇସ୍ରାଏଲର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ତହିଁରେ ସେମାନେ ଧ୍ୱଂସିତ ନଗରସବୁ ପୁନଃ ନିର୍ମାଣ କରି ତହିଁ ମଧ୍ୟରେ ବାସ କରିବେ ଓ ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରି ତହିଁରୁ ଦ୍ରାକ୍ଷାରସ ପାନ କରିବେ; ଆହୁରି, ସେମାନେ ଉଦ୍ୟାନ ପ୍ରସ୍ତୁତ କରି ତହିଁର ଫଳ ଭୋଗ କରିବେ।
Micah 7:15 in Oriya 15 ମିସର ଦେଶରୁ ତୁମ୍ଭର ବାହାର ହୋଇ ଆସିବା ଦିନର ନ୍ୟାୟ ଆମ୍ଭେ ତାହାକୁ ଆଶ୍ଚର୍ଯ୍ୟ ବିଷୟମାନ ଦେଖାଇବା।
Zephaniah 3:12 in Oriya 12 ମାତ୍ର ଆମ୍ଭେ ତୁମ୍ଭ ମଧ୍ୟରେ କ୍ଳେଶଯୁକ୍ତ ଓ ଦରିଦ୍ର ଏକ ଗୋଷ୍ଠୀକୁ ରଖିବା, ଆଉ ସେମାନେ ସଦାପ୍ରଭୁଙ୍କ ନାମରେ ନିର୍ଭର ରଖିବେ।
Zechariah 10:6 in Oriya 6 ଆଉ, ଆମ୍ଭେ ଯିହୁଦା-ବଂଶକୁ ବଳବାନ୍ କରିବା ଓ ଆମ୍ଭେ ଯୋଷେଫର ବଂଶକୁ ଉଦ୍ଧାର କରିବା ଓ ଆମ୍ଭେ ସେମାନଙ୍କୁ ପୁନର୍ବାର ଆଣିବା, କାରଣ ସେମାନଙ୍କ ପ୍ରତି ଆମ୍ଭର ଦୟା ଅଛି; ଆଉ, ଆମ୍ଭ ଦ୍ୱାରା ପରିତ୍ୟକ୍ତ ନୋହିଲା ଲୋକର ତୁଲ୍ୟ ସେମାନେ ହେବେ; କାରଣ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା।
Matthew 1:21 in Oriya 21 ସେ ପୁତ୍ର ପ୍ରସବ କରିବେ, ଆଉ ତୁମ୍ଭେ ତାହାଙ୍କ ନାମ ଯୀଶୁ ଦେବ, କାରଣ ସେ ଆପଣା ଲୋକମାନଙ୍କୁ ସେମାନଙ୍କର ସମସ୍ତ ପାପରୁ ପରିତ୍ରାଣ କରିବେ।”
Acts 3:26 in Oriya 26 ଈଶ୍ୱର ପ୍ରଥମେ ଆପଣମାନଙ୍କ ନିମନ୍ତେ ଆପଣାର ସେହି ଦାସଙ୍କୁ ଉତ୍ପନ୍ନ କରି ପ୍ରେରଣ କଲେ, ଯେପରି ସେ ଆପଣମାନଙ୍କର ପ୍ରତ୍ୟେକ ଜଣଙ୍କୁ ନିଜ ନିଜ ଦୁଷ୍ଟତାରୁ ଫେରାଇ ଆଶୀର୍ବାଦ କରନ୍ତି।
Titus 2:14 in Oriya 14 ସେହି ଖ୍ରୀଷ୍ଟ ଯୀଶୁ ଆମ୍ଭମାନଙ୍କୁ ସମସ୍ତ ଅଧର୍ମରୁ ମୁକ୍ତ କରିବାକୁ ଓ ଆପଣା ନିମନ୍ତେ ସତ୍କର୍ମରେ ଉଦ୍ଯୋଗୀ ନିଜସ୍ୱ ଲୋକ ସ୍ୱରୂପେ ଶୁଦ୍ଧ କରିବାକୁ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ।