Cross Reference 2 Chronicles 30:12 in Oriya 12 ମଧ୍ୟ ସଦାପ୍ରଭୁଙ୍କ ବାକ୍ୟାନୁସାରେ ରାଜାଙ୍କର ଓ ଅଧିପତିମାନଙ୍କର ଆଜ୍ଞା ପାଳନ କରିବା ପାଇଁ ଯିହୁଦାର ଲୋକମାନଙ୍କୁ ଏକଚିତ୍ତ ହେବାକୁ ପରମେଶ୍ୱରଙ୍କ ହସ୍ତ ସେମାନଙ୍କ ମଧ୍ୟରେ ବିଦ୍ୟମାନ ହେଲା।
Job 31:13 in Oriya 13 ମୋ' ଦାସ କି ଦାସୀ ମୋ' ସଙ୍ଗେ ବିରୋଧ କଲେ, ଯଦି ମୁଁ ସେମାନଙ୍କର ଗୁହାରି ତୁଚ୍ଛ କରିଥାଏ;
Job 36:5 in Oriya 5 ଦେଖ, ପରମେଶ୍ୱର ପରାକ୍ରମୀ ଓ କାହାକୁ ତୁଚ୍ଛ କରନ୍ତି ନାହିଁ; ସେ ବୁଦ୍ଧିବଳରେ ପରାକ୍ରମୀ ଅଟନ୍ତି।
Psalm 131:1 in Oriya 1 ଆରୋହଣ-ଗୀତ; ଦାଉଦଙ୍କ ରଚିତ। ହେ ସଦାପ୍ରଭୁ, ମୋ' ଅନ୍ତଃକରଣ ଅହଙ୍କାରୀ ନୁହେଁ, ଅବା ମୋ' ଦୁଷ୍ଟି ଉଚ୍ଚ ନୁହେଁ; କିଅବା ମୁଁ ମହତ୍ ମହତ୍ ବ୍ୟାପାରରେ, ଅଥବା ମୋ' ପ୍ରତି ବୋଧାତୀତ ଆଶ୍ଚର୍ଯ୍ୟ ବିଷୟମାନଙ୍କରେ ପ୍ରୟାସ କରୁ ନାହିଁ।
Proverbs 3:7 in Oriya 7 ତୁମ୍ଭେ ଆପଣା ଦୃଷ୍ଟିରେ ଜ୍ଞାନବାନ୍ ହୁଅ ନାହିଁ; ସଦାପ୍ରଭୁଙ୍କୁ ଭୟ କର ଓ ମନ୍ଦତାରୁ ବିମୁଖ ହୁଅ।
Proverbs 17:5 in Oriya 5 ଯେଉଁ ଲୋକ ଦରିଦ୍ରକୁ ପରିହାସ କରେ, ସେ ତାହାର ସୃଷ୍ଟିକର୍ତ୍ତାଙ୍କୁ ନିନ୍ଦା କରେ; ପୁଣି, ବିପଦରେ ଯେ ଆନନ୍ଦ କରେ, ସେ ଅଦଣ୍ଡିତ ରହିବ ନାହିଁ।
Proverbs 19:7 in Oriya 7 ଦରିଦ୍ରର ସମସ୍ତ ଭ୍ରାତା ତାହାକୁ ଘୃଣା କରନ୍ତି; ତାହାର ମିତ୍ରମାନେ ତାହାଠୁଁ କେତେ ଅଧିକ ଦୂରକୁ ନ ଯିବେ ! ସେ ଆଳାପ ଚେଷ୍ଟା କରେ, ମାତ୍ର ସେମାନେ ନାହାନ୍ତି।
Proverbs 19:17 in Oriya 17 ଯେ ଦରିଦ୍ରକୁ ଦୟା କରେ, ସେ ସଦାପ୍ରଭୁଙ୍କୁ ଋଣ ଦିଏ; ପୁଣି, ସେ ତାହାର ଉତ୍ତମ କର୍ମର ପରିଶୋଧ କରିବେ।
Proverbs 19:22 in Oriya 22 ମନୁଷ୍ୟର ବାସନା ତାହାର ଦୟାର ପରିମାଣ ଏବଂ ମିଥ୍ୟାବାଦୀ ଅପେକ୍ଷା ଦରିଦ୍ର ଲୋକ ଶ୍ରେଷ୍ଠ।
Proverbs 26:12 in Oriya 12 ଯେ ଆପଣା ଦୃଷ୍ଟିରେ ଜ୍ଞାନୀ, ଏପରି ଲୋକକୁ ଦେଖୁଅଛ କି ? ତାହା ଅପେକ୍ଷା ମୂର୍ଖ ବିଷୟରେ ଅଧିକ ଭରସା ଅଛି।
Isaiah 5:21 in Oriya 21 ଯେଉଁମାନେ ଆପଣା ଆପଣା ଦୃଷ୍ଟିରେ ଜ୍ଞାନବାନ ଓ ଆପଣା ଆପଣା ବୋଧରେ ବୁଦ୍ଧିମାନ, ସେମାନେ ସନ୍ତାପର ପାତ୍ର !
Jeremiah 32:39 in Oriya 39 ଆଉ, ସେମାନଙ୍କର ଓ ସେମାନଙ୍କ ଉତ୍ତାରେ ସେମାନଙ୍କ ସନ୍ତାନଗଣର ମଙ୍ଗଳ ନିମନ୍ତେ ସେମାନେ ଯେପରି ସଦାକାଳ ଆମ୍ଭକୁ ଭୟ କରିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ଏକ ଚିତ୍ତ ଓ ଏକ ପଥ ଦେବା;
Jeremiah 45:5 in Oriya 5 ତୁମ୍ଭେ କି ଆପଣା ପାଇଁ ମହତ ବିଷୟମାନ ଚେଷ୍ଟା କରୁଅଛ ? ତାହା ଚେଷ୍ଟା କର ନାହିଁ,' କାରଣ ସଦାପ୍ରଭୁ କହନ୍ତି, ‘ଦେଖ, ଆମ୍ଭେ ସମଗ୍ର ପ୍ରାଣୀ ଉପରେ ଅମଙ୍ଗଳ ଘଟାଇବା; ମାତ୍ର ତୁମ୍ଭେ ଯେ ଯେ ସ୍ଥାନକୁ ଯାଉଅଛ, ସେସକଳ ସ୍ଥାନରେ ଲୁଟ ଦ୍ରବ୍ୟ ତୁଲ୍ୟ ଆମ୍ଭେ ତୁମ୍ଭର ପ୍ରାଣ ତୁମ୍ଭକୁ ଦେବା।'”
Matthew 6:25 in Oriya 25 ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କୁ କହୁଅଛି, କ'ଣ ଖାଇବ ବା କ'ଣ ପିଇବ, ଏପରି ଭାଳି ତୁମ୍ଭମାନଙ୍କ ଜୀବନ ନିମନ୍ତେ, କିଅବା କ'ଣ ପିନ୍ଧିବ, ଏପରି ଭାଳି ତୁମ୍ଭମାନଙ୍କ ଶରୀର ନିମନ୍ତେ ମଧ୍ୟ ଚିନ୍ତା କର ନାହିଁ। ଖାଦ୍ୟ ଅପେକ୍ଷା ଜୀବନ ଓ ବସ୍ତ୍ର ଅପେକ୍ଷା ଶରୀର କି ଶ୍ରେଷ୍ଠ ନୁହେଁ ?
Matthew 11:5 in Oriya 5 ଅନ୍ଧମାନେ ଦୃଷ୍ଟି ପାଆନ୍ତି, ଖଞ୍ଜମାନେ ଗମନ କରନ୍ତି, କୁଷ୍ଠୀମାନେ ଶୁଚି ହୁଅନ୍ତି, ବଧିରମାନେ ଶ୍ରବଣ କରନ୍ତି, ମୃତମାନେ ଉତ୍ଥାପିତ ହୁଅନ୍ତି, ପୁଣି, ଦରିଦ୍ରମାନଙ୍କ ନିକଟରେ ସୁସମାଚାର ପ୍ରଚାରିତ ହୁଏ;
Matthew 18:1 in Oriya 1 ସେତେବେଳେ ଶିଷ୍ୟମାନେ ଯୀଶୁଙ୍କ ପାଖକୁ ଆସି ପଚାରିଲେ, ତେବେ ସ୍ୱର୍ଗରାଜ୍ୟରେ କିଏ ଶ୍ରେଷ୍ଠ ?
Matthew 20:21 in Oriya 21 ସେଥିରେ ସେ ତାହାଙ୍କୁ ପଚାରିଲେ, ତୁମ୍ଭେ କ'ଣ ଇଚ୍ଛା କରୁଅଛ ? ସେ ତାହାଙ୍କୁ କହିଲେ, ଆପଣଙ୍କ ରାଜ୍ୟରେ ଯେପରି ମୋହର ଏହି ଦୁଇ ପୁତ୍ରଙ୍କ ମଧ୍ୟରୁ ଜଣେ ଆପଣଙ୍କ ଦକ୍ଷିଣ ପାର୍ଶ୍ୱରେ ଓ ଅନ୍ୟ ଜଣେ ବାମ ପାର୍ଶ୍ୱରେ ବସନ୍ତି, ଏହା ଆଜ୍ଞା କରନ୍ତୁ।
Matthew 26:11 in Oriya 11 ଦରିଦ୍ରମାନେ ତ ସର୍ବଦା ତୁମ୍ଭମାନଙ୍କ ପାଖରେ ଅଛନ୍ତି, ମାତ୍ର ମୁଁ ସର୍ବଦା ତୁମ୍ଭମାନଙ୍କ ପାଖରେ ନ ଥିବି।
Luke 4:6 in Oriya 6 ପୁଣି, ଶୟତାନ ତାହାଙ୍କୁ କହିଲା, ଆମ୍ଭେ ତୁମ୍ଭକୁ ଏସମସ୍ତ ଅଧିକାର ଓ ଏସବୁର ଏୗଶ୍ୱର୍ଯ୍ୟ ଦେବା, କାରଣ ଆମ୍ଭକୁ ତାହା ସମର୍ପିତ ହୋଇଅଛି, ଆଉ ଆମ୍ଭେ ଯାହାକୁ ଇଚ୍ଛା, ତାହାକୁ ତାହା ଦେଉ।
Luke 6:20 in Oriya 20 ସେ ସମୟରେ ସେ ଆପଣା ଶିଷ୍ୟମାନଙ୍କୁ ଦେଖି କହିଲେ, ଦୀନହୀନ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ଇଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କର।
Luke 14:13 in Oriya 13 କିନ୍ତୁ ଭୋଜ ପ୍ରସ୍ତୁତ କଲେ ଦରିଦ୍ର, ପଙ୍ଗୁ, ଖଞ୍ଜ ଓ ଅନ୍ଧମାନଙ୍କୁ ନିମନ୍ତ୍ରଣ କର;
Luke 22:24 in Oriya 24 ପୁଣି, ସେମାନଙ୍କ ମଧ୍ୟରେ କିଏ ଶ୍ରେଷ୍ଠ ବୋଲି ଗଣିତ, ସେ ବିଷୟରେ ସେମାନଙ୍କ ମଧ୍ୟରେ ବିବାଦ ଘଟିଲା।
Acts 4:32 in Oriya 32 ବିଶ୍ୱାସକାରୀ ଲୋକସମୂୂହ ଏକଚିତ୍ତ ଓ ଏକପ୍ରାଣ ଥିଲେ; ସେମାନଙ୍କ ମଧ୍ୟରୁ କେହିହେଲେ ଆପଣା ସମ୍ପତ୍ତି ମଧ୍ୟରୁ କିଛି ନିଜର ବୋଲି କହୁ ନ ଥିଲେ, କିନ୍ତୁ ସେମାନଙ୍କର ସମସ୍ତ ବିଷୟ ସାଧାରଣ ଥିଲା।
Romans 6:2 in Oriya 2 ତାହା କେବେ ହେଁ ନ ହେଉ। ପାପ ପ୍ରତି ମୃତ୍ୟୁ ଯେ ଆମ୍ଭେମାନେ, କିପରି ସେଥିରେ ଆଉ ଆମ୍ଭେମାନେ ଜୀବନ କାଟିବା ?
Romans 11:25 in Oriya 25 କାରଣ, ହେ ଭାଇମାନେ, ତୁମ୍ଭେମାନେ ଯେପରି ଆପଣା ଆପଣାକୁ ବୁଦ୍ଧିମାନ ବୋଲି ମନେ ନ କର ଏଥି ନିମନ୍ତେ ତୁମ୍ଭେମାନେ ଯେ ଏହି ନିଗୂଢ଼ତତ୍ତ୍ୱ ସମ୍ବନ୍ଧରେ ଅଜ୍ଞ ରୁହ, ଏହା ମୋହର ଇଚ୍ଛା ନୁହେଁ, ଅର୍ଥାତ୍, ଯେପର୍ଯ୍ୟନ୍ତ ଅଣଯିହୂଦୀମାନେ ପୂର୍ଣ୍ଣ ସଂଖ୍ୟାରେ ପ୍ରବେଶ କରି ନାହାଁନ୍ତି, ସେପର୍ଯ୍ୟନ୍ତ ଇସ୍ରାଏଲ ଅଂଶକ୍ରମେ କଠିନ ହୋଇଅଛି;
Romans 12:3 in Oriya 3 କାରଣ ମୋତେ ପ୍ରଦତ୍ତ ଅନୁଗ୍ରହ ଦ୍ୱାରା ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରତ୍ୟେକ ଜଣକୁ କହୁଅଛି, ଆପଣା ବିଷୟରେ ଯେପରି ମନେ କରିବା ଉଚିତ୍, ତାହାଠାରୁ ଆପଣାକୁ ଅଧିକ ବଡ଼ ମନେ ନ କର; କିନ୍ତୁ ଈଶ୍ୱର ଯାହାକୁ ଯେ ପରିମାଣରେ ବିଶ୍ୱାସ ବିତରଣ କରିଅଛନ୍ତି, ସେହି ଅନୁସାରେ ପ୍ରତ୍ୟେକ ଜଣ ସୁବୋଧର ପରି ଆପଣା ବିଷୟରେ ମନେ କର।
Romans 15:5 in Oriya 5 ଧୈର୍ଯ୍ୟ ଓ ସାନ୍ତ୍ୱନାଦାତା ଈଶ୍ୱର ତୁମ୍ଭମାନଙ୍କୁ ଖ୍ରୀଷ୍ଟ ଯୀଶୁଙ୍କ ଅନୁରୂପରେ ପରସ୍ପର ଏକମନା ହେବାକୁ ଦିଅନ୍ତୁ,
1 Corinthians 1:10 in Oriya 10 ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଯେପରି ତୁମ୍ଭେମାନେ ସମସ୍ତେ ଏକ କଥା କୁହ, ଆଉ ତୁମ୍ଭମାନଙ୍କ ମଧ୍ୟରେ ଦଳଭେଦ ନ ହୁଏ, କିନ୍ତୁ ତୁମ୍ଭେମାନେ ଏକ ମନରେ ଓ ଏକ ବିଚାରରେ ସମ୍ମିଳିତ ହୁଅ।
1 Corinthians 3:18 in Oriya 18 କେହି ଆପଣାକୁ ପ୍ରବଞ୍ଚନା ନ କରୁ। ଯଦି କୌଣସି ଲୋକ ଏହି ଯୁଗରେ ତୁମ୍ଭମାନଙ୍କ ମଧ୍ୟରେ ଆପଣାକୁ ଜ୍ଞାନୀ ବୋଲି ମନେ କରେ, ତେବେ ସେ ଯେପରି ଜ୍ଞାନୀ ହୋଇ ପାରେ, ଏଥିପାଇଁ ସେ ମୂର୍ଖ ହେଉ।
1 Corinthians 4:10 in Oriya 10 ଆମ୍ଭେମାନେ ଖ୍ରୀଷ୍ଟଙ୍କ ନିମନ୍ତେ ମୂର୍ଖ, କିନ୍ତୁ ତୁମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ବୁଦ୍ଧିମାନ; ଆମ୍ଭେମାନେ ଦୁର୍ବଳ, କିନ୍ତୁ ତୁମ୍ଭେମାନେ ବଳବାନ; ତୁମ୍ଭେମାନେ ଗୌରବପ୍ରାପ୍ତ, କିନ୍ତୁ ଆମ୍ଭେମାନେ ଅନାଦୃତ।
1 Corinthians 6:5 in Oriya 5 ମୁଁ ତୁମ୍ଭମାନଙ୍କୁ ଲଜ୍ଜା ଦେବା ପାଇଁ ଏହା କହୁଅଛି। ଭାଇ ଭାଇ ମଧ୍ୟରେ ମୀମାଂସା କରିବାକୁ ସମର୍ଥ, ଏପରି କ'ଣ ଜଣେ ବୋଲି ଜ୍ଞାନୀ ଲୋକ ପ୍ରକୃତରେ ତୁମ୍ଭମାନଙ୍କ ମଧ୍ୟରେ ନାହିଁ ?
1 Corinthians 8:2 in Oriya 2 ଯଦି କେହି କୌଣସି ବିଷୟରେ ଜ୍ଞାନୀ ବୋଲି ମନେ କରେ, ତେବେ ତାହାର ଯେପରି ଜାଣିବା ଉଚିତ୍, ସେ ଏପର୍ଯ୍ୟନ୍ତ ସେପରି ଜାଣି ନାହିଁ;
2 Corinthians 13:11 in Oriya 11 ଶେଷରେ, ହେ ଭାଇମାନେ, ଆନନ୍ଦ କର, ସିଦ୍ଧ ହୁଅ, ପରସ୍ପରକୁ ଉତ୍ସାହିତ କର, ଏକମନା ହୁଅ, ଶାନ୍ତିରେ ବାସ କର, ଆଉ ପ୍ରେମ ଓ ଶାନ୍ତିର ଈଶ୍ୱର ତୁମ୍ଭମାନଙ୍କ ସହିତ ରହିବେ।
Philippians 1:27 in Oriya 27 ମୋହର ଏହି ମାତ୍ର ଇଚ୍ଛା, ଖ୍ରୀଷ୍ଟଙ୍କ ସୁସମାଚାରର ଯୋଗ୍ୟ ପ୍ରଜା ସ୍ୱରୂପେ ଆଚରଣ କର, ଯେପରି ମୁଁ ଉପସ୍ଥିତ ହୋଇ ତୁମ୍ଭମାନଙ୍କୁ ଦେଖିଲେ ଅବା ଅନୁପସ୍ଥିତ ଥାଇ ତୁମ୍ଭମାନଙ୍କ ବିଷୟରେ ଶୁଣିଲେ ଜାଣି ପାରିବି ଯେ, ତୁମ୍ଭେମାନେ ଏକ ଆତ୍ମାରେ ସ୍ଥିର ରହି ସୁସମାଚାରର ବିଶ୍ୱାସ ନିମନ୍ତେ ଏକ ପ୍ରାଣରେ ଏକସଙ୍ଗରେ ଉଦ୍ୟମ କରୁଅଛ,
Philippians 2:2 in Oriya 2 ତାହାହେଲେ ତୁମ୍ଭେମାନେ ଏକମନା, ଏକ ପ୍ରେମରେ ପ୍ରେମୀ, ଏକଚିତ୍ତ ଓ ଏକଭାବାପନ୍ନ ହୋଇ ମୋହର ଆନନ୍ଦ ପୂର୍ଣ୍ଣ କର,
Philippians 3:16 in Oriya 16 କେବଳ, ଆମ୍ଭେମାନେ ଯେତେ ପର୍ଯ୍ୟନ୍ତ ଅଗ୍ରସର ହୋଇଅଛୁ, ସେହି ଅନୁସାରେ ଆଚରଣ କରୁ।
Philippians 4:2 in Oriya 2 ପ୍ରଭୁଙ୍କଠାରେ ଏକମନା ହେବା ନିମନ୍ତେ ମୁଁ ଇୟଦିଆ ଓ ସୁନ୍ତୁଖୀ ଉଭୟଙ୍କୁ ଅନୁରୋଧ କରୁଅଛି।
Philippians 4:11 in Oriya 11 ଅଭାବ ହେତୁ ମୁଁ ଯେ ଏହା କହୁଅଛି, ତାହା ନୁହେଁ, କାରଣ ମୁଁ ଯେକୌଣସି ଅବସ୍ଥାରେ ଥାଏ, ସେଥିରେ ସନ୍ତୁଷ୍ଟ ରହିବାକୁ ଶିକ୍ଷା କରିଅଛି।
1 Timothy 6:6 in Oriya 6 ଈଶ୍ୱରପରାୟଣତା ସନ୍ତୋଷଭାବଯୁକ୍ତ ହେଲେ ପ୍ରକୃତରେ ବିଶେଷ ଲାଭଜନକ;
Hebrews 13:5 in Oriya 5 ଆଚାରବ୍ୟବହାରରେ ଧନଲୋଭ ଶୂନ୍ୟ ହୁଅ, ତୁମ୍ଭମାନଙ୍କର ଯାହା କିଛି ଅଛି, ସେଥିରେ ସନ୍ତୁଷ୍ଟ ଥାଅ, କାରଣ ସେ ନିଜେ କହିଅଛନ୍ତି, “ଆମ୍ଭେ ତୁମ୍ଭକୁ କେବେ ହେଁ ଛାଡ଼ିବା ନାହିଁ, ଆମ୍ଭେ ତୁମ୍ଭକୁ କେବେ ହେଁ ପରିତ୍ୟାଗ କରିବା ନାହିଁ।”
James 2:5 in Oriya 5 ହେ ମୋହର ପ୍ରିୟ ଭାଇମାନେ, ଶୁଣ, ଈଶ୍ୱର କ'ଣ ଏହି ଜଗତର ଦୃଷ୍ଟିରେ ଦରିଦ୍ରମାନଙ୍କୁ ବିଶ୍ୱାସରୂପ ଧନରେ ଧନୀ ହେବା ପାଇଁ, ପୁଣି, ଆପଣା ପ୍ରେମକାରୀମାନଙ୍କୁ ଯେଉଁ ରାଜ୍ୟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ସେଥିର ଅଧିକାରୀ ହେବା ପାଇଁ ମନୋନୀତ କରି ନାହାଁନ୍ତି ?
James 3:13 in Oriya 13 ତୁମ୍ଭମାନଙ୍କ ମଧ୍ୟରେ ଜ୍ଞାନୀ ଓ ବୁଦ୍ଧିମାନ କିଏ ଅଛି ? ସେ ଜ୍ଞାନସଙ୍ଗତ ନମ୍ରତା ସହ ସଦାଚରଣ ଦ୍ୱାରା ଆପଣା କର୍ମ ପ୍ରକାଶ କରୁ।
1 Peter 3:8 in Oriya 8 ଶେଷ କଥା ଏହି, ତୁମ୍ଭେମାନେ ସମସ୍ତେ ଏକମନା, ପରସ୍ପରର ସୁଖଦୁଃଖର ସହଭାଗୀ, ଭ୍ରାତୃପ୍ରେମରେ ପ୍ରେମୀ, କୋମଳ ହୃଦୟ ଓ ନମ୍ରଚିତ୍ତ ହୁଅ;
1 Peter 5:3 in Oriya 3 ପୁଣି, ଯେଉଁମାନଙ୍କର ଦାୟିତ୍ୱଭାର ତୁମ୍ଭମାନଙ୍କ ହସ୍ତରେ ସମର୍ପିତ ଅଛି, ସେମାନଙ୍କ ଉପରେ କର୍ତ୍ତାପଣ ନ କରି ପଲର ଆଦର୍ଶ ସ୍ୱରୂପ ହୋଇ ତାହା କର।
3 John 1:9 in Oriya 9 ମୁଁ ମଣ୍ଡଳୀ ନିକଟକୁ କିଛି ଲେଖିଲି; ମାତ୍ର ଦୀୟତ୍ରଫା ମଣ୍ଡଳୀ ମଧ୍ୟରେ ପ୍ରଧାନ ହେବାକୁ ଭଲ ପାଇ ଆମ୍ଭମାନଙ୍କୁ ଅଗ୍ରାହ୍ୟ କରେ।
Revelation 13:7 in Oriya 7 ସମସ୍ତ ସାଧୁଙ୍କ ସହିତ ଯୁଦ୍ଧ କରିବାକୁ ଓ ସେମାନଙ୍କ ଉପରେ ଜୟଲାଭ କରିବାକୁ ପଶୁଟିକୁ କ୍ଷମତା ଦିଆଗଲା, ଆଉ ସମସ୍ତ ଗୋଷ୍ଠୀ, ବଂଶ, ଭାଷାବାଦୀ ଓ ଜାତି ଉପରେ ତାହାକୁ କ୍ଷମତା ଦିଆଗଲା।