Romans 12:3 in Oriya 3 କାରଣ ମୋତେ ପ୍ରଦତ୍ତ ଅନୁଗ୍ରହ ଦ୍ୱାରା ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରତ୍ୟେକ ଜଣକୁ କହୁଅଛି, ଆପଣା ବିଷୟରେ ଯେପରି ମନେ କରିବା ଉଚିତ୍, ତାହାଠାରୁ ଆପଣାକୁ ଅଧିକ ବଡ଼ ମନେ ନ କର; କିନ୍ତୁ ଈଶ୍ୱର ଯାହାକୁ ଯେ ପରିମାଣରେ ବିଶ୍ୱାସ ବିତରଣ କରିଅଛନ୍ତି, ସେହି ଅନୁସାରେ ପ୍ରତ୍ୟେକ ଜଣ ସୁବୋଧର ପରି ଆପଣା ବିଷୟରେ ମନେ କର।
Other Translations King James Version (KJV) For I say, through the grace given unto me, to every man that is among you, not to think of himself more highly than he ought to think; but to think soberly, according as God hath dealt to every man the measure of faith.
American Standard Version (ASV) For I say, through the grace that was given me, to every man that is among you, not to think of himself more highly than he ought to think; but to think as to think soberly, according as God hath dealt to each man a measure of faith.
Bible in Basic English (BBE) But I say to every one of you, through the grace given to me, not to have an over-high opinion of himself, but to have wise thoughts, as God has given to every one a measure of faith.
Darby English Bible (DBY) For I say, through the grace which has been given to me, to every one that is among you, not to have high thoughts above what he should think; but to think so as to be wise, as God has dealt to each a measure of faith.
World English Bible (WEB) For I say, through the grace that was given me, to every man who is among you, not to think of himself more highly than he ought to think; but to think reasonably, as God has apportioned to each person a measure of faith.
Young's Literal Translation (YLT) For I say, through the grace that was given to me, to every one who is among you, not to think above what it behoveth to think; but to think so as to think wisely, as to each God did deal a measure of faith,
Cross Reference Proverbs 16:18 in Oriya 18 ଅହଙ୍କାର ସର୍ବନାଶର ସମ୍ମୁଖରେ ଥାଏ, ପୁଣି, ଦାମ୍ଭିକ ମନ ପତନର ସମ୍ମୁଖରେ ଥାଏ।
Proverbs 25:27 in Oriya 27 ବହୁତ ମହୁ ଖାଇବାର ଯେପରି ଭଲ ନୁହେଁ, ସେପରି ମନୁଷ୍ୟମାନେ ଆପଣା ଗୌରବ ଅନୁସନ୍ଧାନ କରିବାର ଗୌରବ ନୁହେଁ।
Proverbs 26:12 in Oriya 12 ଯେ ଆପଣା ଦୃଷ୍ଟିରେ ଜ୍ଞାନୀ, ଏପରି ଲୋକକୁ ଦେଖୁଅଛ କି ? ତାହା ଅପେକ୍ଷା ମୂର୍ଖ ବିଷୟରେ ଅଧିକ ଭରସା ଅଛି।
Ecclesiastes 7:16 in Oriya 16 ଅତିରିକ୍ତ ଧାର୍ମିକ ହୁଅ ନାହିଁ; କିଅବା ଆପଣାକୁ ଅତି ଜ୍ଞାନୀ ଦେଖାଅ ନାହିଁ; କାହିଁକି ତୁମ୍ଭେ ଆପଣାକୁ ବିନାଶ କରିବ ?
Micah 6:8 in Oriya 8 ହେ ମନୁଷ୍ୟ, ଯାହା ଉତ୍ତମ, ତାହା ସେ ତୁମ୍ଭକୁ ଜଣାଇଅଛନ୍ତି; ନ୍ୟାୟାଚରଣ, ଦୟା ଭଲ ପାଇବା ଓ ନମ୍ର ଭାବରେ ତୁମ୍ଭ ପରମେଶ୍ୱରଙ୍କ ସହିତ ଗମନାଗମନ କରିବାର, ଏହାଛଡ଼ା ସଦାପ୍ରଭୁ ତୁମ୍ଭଠାରୁ ଆଉ କଅଣ ଚାହାନ୍ତି ?
Matthew 18:1 in Oriya 1 ସେତେବେଳେ ଶିଷ୍ୟମାନେ ଯୀଶୁଙ୍କ ପାଖକୁ ଆସି ପଚାରିଲେ, ତେବେ ସ୍ୱର୍ଗରାଜ୍ୟରେ କିଏ ଶ୍ରେଷ୍ଠ ?
Luke 18:11 in Oriya 11 ଫାରୂଶୀ ଠିଆ ହୋଇ ଆପଣା ନିକଟରେ ଏହି ପ୍ରକାର ପ୍ରାର୍ଥନା କରିବାକୁ ଲାଗିଲେ, ହେ ଈଶ୍ୱର, ମୁଁ ତୁମ୍ଭକୁ ଧନ୍ୟବାଦ ଦେଉଅଛି ଯେ, ମୁଁ ଅନ୍ୟ ସମସ୍ତ ଲୋକଙ୍କ ପରି ଅତ୍ୟାଚାରୀ, ଅଧାର୍ମିକ, ବ୍ୟଭିଚାରୀ କିମ୍ବା ଏହି କର ଆଦାୟକାରୀ ପରି ସୁଦ୍ଧା ନୁହେଁ;
John 3:34 in Oriya 34 କାରଣ ଈଶ୍ୱର ଯାହାକୁ ପ୍ରେରଣ କରିଅଛନ୍ତି, ସେ ଇଶ୍ବରଙ୍କ ବାକ୍ୟ କହନ୍ତି, ଯେଣୁ ସେ ପରିମିତ ଭାବରେ ଆତ୍ମା ପ୍ରଦାନ କରନ୍ତି ନାହିଁ।
Romans 1:5 in Oriya 5 ଆଉ, ଯେଉଁ ଅଣଯିହୂଦୀମାନଙ୍କ ମଧ୍ୟରେ ତୁମ୍ଭେମାନେ ଯୀଶୁ ଖ୍ରୀଷ୍ଟଙ୍କର ପ୍ରେରିତ ହୋଇଅଛ,
Romans 11:20 in Oriya 20 ଭଲ କଥା, ସେମାନଙ୍କର ଅବିଶ୍ୱାସ ହେତୁ ସେମାନେ ଉଚ୍ଛିନ୍ନ ହେଲେ, ଆଉ ବିଶ୍ୱାସ ହେତୁ ତୁମ୍ଭେ ସ୍ଥାନ ପ୍ରାପ୍ତ ହୋଇଅଛ। ଗର୍ବିତମନା ହୁଅ ନାହିଁ, କିନ୍ତୁ ଭୟ କର;
Romans 11:25 in Oriya 25 କାରଣ, ହେ ଭାଇମାନେ, ତୁମ୍ଭେମାନେ ଯେପରି ଆପଣା ଆପଣାକୁ ବୁଦ୍ଧିମାନ ବୋଲି ମନେ ନ କର ଏଥି ନିମନ୍ତେ ତୁମ୍ଭେମାନେ ଯେ ଏହି ନିଗୂଢ଼ତତ୍ତ୍ୱ ସମ୍ବନ୍ଧରେ ଅଜ୍ଞ ରୁହ, ଏହା ମୋହର ଇଚ୍ଛା ନୁହେଁ, ଅର୍ଥାତ୍, ଯେପର୍ଯ୍ୟନ୍ତ ଅଣଯିହୂଦୀମାନେ ପୂର୍ଣ୍ଣ ସଂଖ୍ୟାରେ ପ୍ରବେଶ କରି ନାହାଁନ୍ତି, ସେପର୍ଯ୍ୟନ୍ତ ଇସ୍ରାଏଲ ଅଂଶକ୍ରମେ କଠିନ ହୋଇଅଛି;
Romans 12:6 in Oriya 6 ଆଉ, ଆମ୍ଭମାନଙ୍କୁ ପ୍ରଦତ୍ତ ଅନୁଗ୍ରହ ଅନୁସାରେ ଆମ୍ଭେମାନେ ବିଭିନ୍ନ ଦାନ ପାଇଅଛୁ; ଏଣୁ ସେହି ଦାନ ଯଦି ଭାବବାଣୀ ହୁଏ, ଆସ, ଆମ୍ଭେମାନେ ବିଶ୍ୱାସର ପରିମାଣ ଅନୁସାରେ ଭାବବାଣୀ କହୁ;
Romans 12:16 in Oriya 16 ପରସ୍ପର ପ୍ରତି ଏକମନା ହୁଅ; ଉଚ୍ଚାଭିମାନୀ ନ ହୋଇ ଦୀନ ଲୋକମାନଙ୍କର ସଙ୍ଗୀ ହୁଅ। ଆପଣା ଆପଣା ବୁଦ୍ଧିରେ ବୁଦ୍ଧିମାନ ନ ହୁଅ।
1 Corinthians 4:7 in Oriya 7 କାରଣ କିଏ ତୁମ୍ଭକୁ ଶ୍ରେଷ୍ଠ କରିଅଛି ? ଆଉ, ଯାହା ତୁମ୍ଭେ ଦାନ ସ୍ୱରୂପେ ପାଇ ନାହଁ, ଏପରି ତୁମ୍ଭର କ'ଣ ଅଛି ? କିନ୍ତୁ ଯଦି ତୁମ୍ଭେ ତାହା ଦାନ ସ୍ୱରୂପେ ପାଇଅଛ, ତେବେ ତାହା ଦାନ ସ୍ୱରୂପେ ପାଇ ନ ଥିଲା ପରି କାହିଁକି ଗର୍ବ କରୁଅଛ ?
1 Corinthians 7:17 in Oriya 17 କେବଳ ପ୍ରଭୁ ଯାହାକୁ ଯେପରି ଦାନ ବିତରଣ କରିଅଛନ୍ତି, ଈଶ୍ୱର ପ୍ରତ୍ୟେକକୁ ଯେଉଁ ଅବସ୍ଥାରେ ଆହ୍ୱାନ କରିଅଛନ୍ତି, ସେ ସେହିପରି ଆଚରଣ କରୁ। ମୁଁ ସମସ୍ତ ମଣ୍ଡଳୀରେ ଏହି ପ୍ରକାର ଆଦେଶ ଦିଏ।
1 Corinthians 12:7 in Oriya 7 କିନ୍ତୁ ପ୍ରତ୍ୟେକ ଜଣକୁ ଆତ୍ମାଙ୍କ ଗୁଣପ୍ରକାଶକ ଦାନ ସାଧାରଣ ହିତ ନିମନ୍ତେ ପ୍ରଦତ୍ତ ହୁଏ।
1 Corinthians 15:10 in Oriya 10 କିନ୍ତୁ ମୁଁ ଯାହା ହୋଇଅଛି, ତାହା ଇଶ୍ବରଙ୍କ ଅନୁଗ୍ରହରେ ହୋଇଅଛି, ଆଉ ମୋ' ପ୍ରତି ପ୍ରଦତ୍ତ ତାହାଙ୍କର ସେହି ଅନୁଗ୍ରହ ବ୍ୟର୍ଥ ହୋଇ ନାହିଁ, ମାତ୍ର ମୁଁ ସେ ସମସ୍ତଙ୍କ ଅପେକ୍ଷା ଅଧିକ ପରିଶ୍ରମ କରିଅଛି, ତଥାପି ମୁଁ ନୁହେଁ, କିନ୍ତୁ ମୋ' ସହିତ ଥିବା ଇଶ୍ବରଙ୍କ ଅନୁଗ୍ରହ ତାହା କରିଅଛି।
2 Corinthians 12:7 in Oriya 7 ଏଣୁ ମୁଁ ଯେପରି ଅତିଶୟ ଗର୍ବୀ ନ ହୁଏ, ଏଥି ନିମନ୍ତେ ମୋହର ଶରୀରରେ ଗୋଟିଏ କଣ୍ଟକ ଦିଆଗଲା, ମୋତେ ପ୍ରହାର କରିବା ପାଇଁ ଶୟତାନର ଦୂତକୁ ପଠାଗଲା, ଯେପରି ମୁଁ ଅତିଶୟ ଗର୍ବୀ ନ ହୁଏ।
Galatians 6:3 in Oriya 3 ଯଦି କୌଣସି ଲୋକ ଅସାର ହେଲେ ହେଁ ଆପଣାକୁ ବଡ଼ ବୋଲି ମନେ କରେ, ତେବେ ସେ ନିଜକୁ ପ୍ରବଞ୍ଚନା କରେ।
Ephesians 3:7 in Oriya 7 ଇଶ୍ବରଙ୍କ କାର୍ଯ୍ୟସାଧକ ଶକ୍ତି ଅନୁସାରେ ମୋତେ ପ୍ରଦତ୍ତ ତାହାଙ୍କ ଅନୁଗ୍ରହର ଦାନ ପ୍ରମାଣେ ସେହି ସୁସମାଚାରର ମୁଁ ଜଣେ ସେବକ ହେଲି।
Ephesians 4:7 in Oriya 7 କିନ୍ତୁ ଖ୍ରୀଷ୍ଟଙ୍କ ଦାନର ପରିମାଣ ଅନୁସାରେ ଆମ୍ଭମାନଙ୍କ ପ୍ରତ୍ୟେକକୁ ଅନୁଗ୍ରହ ଦିଆଯାଇଅଛି।
Ephesians 4:16 in Oriya 16 ତାହାଙ୍କଠାରୁ ସମସ୍ତ ଶରୀର ପ୍ରତ୍ୟେକ ସନ୍ଧିର ସାହାଯ୍ୟ ଦ୍ୱାରା ପୁଣି, ପ୍ରତ୍ୟେକ ଅଂଶର କାର୍ଯ୍ୟସାଧକ ଶକ୍ତି ଅନୁସାରେ ସୁଖଚିତ ଓ ସୁସଂଯୁକ୍ତ ହୋଇ ପ୍ରେମରେ ଆପଣାର ନିଷ୍ଠା ନିମନ୍ତେ ନିଜର ବୃଦ୍ଧି ସାଧନ କରୁଅଛି।
Philippians 2:3 in Oriya 3 ସ୍ୱାର୍ଥପରତା ଅବା ଅସାର ଗର୍ବ ହେତୁ କିଛି କର ନାହିଁ, ବରଂ ନମ୍ରଚିତ୍ତ ହୋଇ ପ୍ରତ୍ୟେକେ ଅନ୍ୟକୁ ଆପଣାଠାରୁ ଶ୍ରେଷ୍ଠ ମନେ କର;
1 Timothy 2:9 in Oriya 9 ସେହିପରି ମଧ୍ୟ ସ୍ତ୍ରୀମାନେ କେଶବିନ୍ୟାସ ଏବଂ ସୁନା କି ମୁକ୍ତା କି ମୂଲ୍ୟବାନ ବସ୍ତ୍ରରେ ଆପଣା ଆପଣାକୁ ଭୂଷିତା ନ କରି ଲଜ୍ଜା ଓ ଉତ୍ତମ ବୁଦ୍ଧିର ସହକାରେ ପରିପାଟୀ ପରିଚ୍ଛଦ ପିନ୍ଧି
1 Timothy 2:15 in Oriya 15 କିନ୍ତୁ ସେମାନେ ଉତ୍ତମ ବୁଦ୍ଧିର ସହ ବିଶ୍ୱାସ, ପ୍ରେମ ଓ ପବିତ୍ରତାରେ ସ୍ଥିର ରହିଲେ ସେ ସନ୍ତାନ ପ୍ରସବ କରିବା ଦ୍ୱାରା ପରିତ୍ରାଣ ପାଇବ।
Titus 2:2 in Oriya 2 ବୃଦ୍ଧ ପୁରୁଷମାନଙ୍କୁ ମିତଭୋଗୀ, ଗମ୍ଭୀର, ସୁବୁଦ୍ଧି ପୁଣି, ବିଶ୍ୱାସ, ପ୍ରେମ ଓ ସହିଷ୍ଣୁତାରେ ସବଳ ହେବାକୁ,
Titus 2:4 in Oriya 4 ଯାହାଦ୍ୱାରା ସେମାନେ ଯୁବା ସ୍ତ୍ରୀମାନଙ୍କୁ ଶିକ୍ଷା ଦିଅନ୍ତୁ ଯେ, ଆପଣା ସ୍ୱାମୀ ଓ ସନ୍ତାନମାନଙ୍କୁ ପ୍ରେମ କରନ୍ତୁ;
Titus 2:12 in Oriya 12 ପୁଣି, ଆମ୍ଭେମାନେ ଯେପରି ଅଧର୍ମ ଓ ସାଂସାରିକ ଅଭିଳାଷ ପରିତ୍ୟାଗ କରି ଏହି ବର୍ତ୍ତମାନ ଯୁଗରେ ସୁବୁଦ୍ଧି, ଧାର୍ମିକ ଓ ଭକ୍ତ ଭାବରେ ଜୀବନ ଯାପନ କରୁ,
James 4:6 in Oriya 6 କିନ୍ତୁ ସେ ମଧ୍ୟ ଅଧିକ ଅନୁଗ୍ରହ ଦାନ କରନ୍ତି; ଏଣୁ ଶାସ୍ତ୍ରରେ ଉକ୍ତ ଅଛି, “ଈଶ୍ୱର ଅହଙ୍କାରୀମାନଙ୍କୁ ପ୍ରତିରୋଧ କରନ୍ତି, କିନ୍ତୁ ନମ୍ର ଲୋକମାନଙ୍କୁ ଅନୁଗ୍ରହ ଦାନ କରନ୍ତି।”
1 Peter 1:13 in Oriya 13 ଅତଏବ, ଆପଣା ଆପଣା ମନରୂପ କଟି ବନ୍ଧନ କରି ସଚେତନ ଥାଅ, ପୁଣି, ଯୀଶୁଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ଯେଉଁ ଅନୁଗ୍ରହ ତୁମ୍ଭମାନଙ୍କ ପ୍ରତି ବର୍ତ୍ତିବ, ସେଥିରେ ସମ୍ପୂର୍ଣ୍ଣ ରୂପେ ଭରସା ରଖ।
1 Peter 4:7 in Oriya 7 ମାତ୍ର ସମସ୍ତ ବିଷୟର ଅନ୍ତିମକାଳ ସନ୍ନିକଟ। ଅତଏବ ସୁବୁଦ୍ଧି ହୁଅ, ପୁଣି, ପ୍ରାର୍ଥନା କରିବା ପାଇଁ ଜାଗ୍ରତ ଥାଅ,
1 Peter 4:11 in Oriya 11 କେହି ଯଦି ପ୍ରଚାର କରେ, ତେବେ ସେ ଇଶ୍ବରଙ୍କ ବାକ୍ୟର ପ୍ରଚାରକ ପରି ପ୍ରଚାର କରୁ; କେହି ଯଦି ସେବା କରେ, ତେବେ ସେ ଈଶ୍ୱରଙ୍କଠାରୁ ଶକ୍ତିପ୍ରାପ୍ତଲୋକ ପରି ସେବା କରୁ, ଯେପରି ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ୱର ଗୌରବାନ୍ୱିତ ହେବେ; ଯୁଗେ ଯୁଗେ ଗୌରବ ଓ ପରାକ୍ରମ ତାହାଙ୍କର। ଆମେନ୍।
1 Peter 5:5 in Oriya 5 ସେହିପରି, ହେ ଯୁବକମାନେ, ତୁମ୍ଭେମାନେ ପ୍ରାଚୀନମାନଙ୍କର ବଶୀଭୂତ ହୁଅ। ସମସ୍ତେ ପରସ୍ପର ପ୍ରତି ନମ୍ରତାରୂପ ବସ୍ତ୍ର ପରିଧାନ କର, କାରଣ ଈଶ୍ୱର ଅହଂକାରୀମାନଙ୍କୁ ପ୍ରତିରୋଧ କରି ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି।
1 Peter 5:8 in Oriya 8 ସଚେତନ ହୋଇ ଜାଗ୍ରତ ରୁହ। ତୁମ୍ଭମାନଙ୍କ ବିପକ୍ଷ ଶୟତାନ ସିଂହପ୍ରାୟ ଗର୍ଜନ କରି କାହାକୁ ଗ୍ରାସିବ, ଏହା ଖୋଜି ବୁଲୁଅଛି;