Romans 12:6 in Oriya 6 ଆଉ, ଆମ୍ଭମାନଙ୍କୁ ପ୍ରଦତ୍ତ ଅନୁଗ୍ରହ ଅନୁସାରେ ଆମ୍ଭେମାନେ ବିଭିନ୍ନ ଦାନ ପାଇଅଛୁ; ଏଣୁ ସେହି ଦାନ ଯଦି ଭାବବାଣୀ ହୁଏ, ଆସ, ଆମ୍ଭେମାନେ ବିଶ୍ୱାସର ପରିମାଣ ଅନୁସାରେ ଭାବବାଣୀ କହୁ;
Other Translations King James Version (KJV) Having then gifts differing according to the grace that is given to us, whether prophecy, let us prophesy according to the proportion of faith;
American Standard Version (ASV) And having gifts differing according to the grace that was given to us, whether prophecy, `let us prophesy' according to the proportion of our faith;
Bible in Basic English (BBE) And having different qualities by reason of the grace given to us, such as the quality of a prophet, let it be made use of in relation to the measure of our faith;
Darby English Bible (DBY) But having different gifts, according to the grace which has been given to us, whether [it be] prophecy, [let us prophesy] according to the proportion of faith;
World English Bible (WEB) Having gifts differing according to the grace that was given to us, if prophecy, let us prophesy according to the proportion of our faith;
Young's Literal Translation (YLT) And having gifts, different according to the grace that was given to us; whether prophecy -- `According to the proportion of faith!'
Cross Reference Matthew 23:34 in Oriya 34 ଏଣୁ ଦେଖ, ମୁଁ ତୁମ୍ଭମାନଙ୍କ ନିକଟକୁ ଭାବବାଦୀ, ଜ୍ଞାନୀ ଓ ଶାସ୍ତ୍ରୀମାନଙ୍କୁ ପଠାଉଅଛି; ସେମାନଙ୍କ ମଧ୍ୟରୁ କାହା କାହାକୁ ତୁମ୍ଭେମାନେ ହତ୍ୟା କରିବ ଓ କ୍ରୁଶରେ ବଧ କରିବ, ଆଉ କାହା କାହାକୁ ତୁମ୍ଭମାନଙ୍କ ସମାଜଗୃହରେ କୋରଡ଼ା ମାରିବ ଓ ନଗରକୁନଗର ତାଡ଼ନା କରିବ,
Luke 11:49 in Oriya 49 ତେଣୁ ଈଶ୍ୱର ମଧ୍ୟ ଆପଣା ଜ୍ଞାନରେ କହିଅଛନ୍ତି, ଆମ୍ଭେ ସେମାନଙ୍କ ନିକଟକୁ ଭାବବାଦୀ ଓ ପ୍ରେରିତମାନଙ୍କୁ ପଠାଇବୁ; ସେମାନଙ୍କ ମଧ୍ୟରୁ କାହା କାହାକୁ ସେମାନେ ବଧ କରିବେ ଓ କାହା କାହାକୁ ତାଡ଼ନା କରିବେ,
Acts 2:17 in Oriya 17 ଈଶ୍ୱର କହନ୍ତି, ଶେଷକାଳରେ ଏପରି ଘଟିବ ଯେ, ଅାମ୍ଭେ ସମସ୍ତ ମର୍ତ୍ତ୍ୟ ଉପରେ ଆପଣା ଆତ୍ମା ବୃଷ୍ଟି କରିବା, ସେଥିରେ ତୁମ୍ଭମାନଙ୍କ ପୁତ୍ରକନ୍ୟାମାନେ ଭାବବାଣୀ କହିବେ, ଆଉ ତୁମ୍ଭମାନଙ୍କର ଯୁବାମାନେ ଦର୍ଶନ ପାଇବେ, ପୁଣି, ତୁମ୍ଭମାନଙ୍କର ପ୍ରାଚୀନମାନେ ସ୍ୱପ୍ନ ଦେଖିବେ।
Acts 11:27 in Oriya 27 ସେହି ସମୟରେ କେତେକ ଜଣ ଭାବବାଦୀ ଯିରୂଶାଲମରୁ ଆନ୍ତିୟଖିଆକୁ ଆସିଲେ।
Acts 13:1 in Oriya 1 ସେତେବେଳେ ଆନ୍ତିୟଖିଆସ୍ଥିତ ମଣ୍ଡଳୀରେ ବର୍ଣ୍ଣବ୍ବା, ଶିମିୟୋନ, ଯାହାଙ୍କୁ ନିଗର ବୋଲି କହନ୍ତି, କୂରୀଣୀୟ ଲୂକୀୟ, ସାମନ୍ତରାଜା ହେରୋଦଙ୍କ ସହପାଳିତ ମନହେମ୍ ଓ ଶାଉଲ, ଏହିପରି ଭାବବାଦୀ ଓ ଶିକ୍ଷକମାନେ ଥିଲେ।
Acts 15:32 in Oriya 32 ପୁଣି, ଯିହୂଦା ଓ ଶୀଲା ନିଜେ ନିଜେ ମଧ୍ୟ ଭାବବାଦୀ ଥିବାରୁ ଅନେକ କଥା ଦ୍ୱାରା ଭାଇମାନଙ୍କୁ ଉତ୍ସାହ ଦେଇ ସେମାନଙ୍କୁ ସୁସ୍ଥିର କଲେ।
Acts 18:24 in Oriya 24 ଇତିମଧ୍ୟରେ ଆପଲ୍ଲ ନାମକ ଜଣେ ଯିହୂଦୀ ଏଫିସକୁ ଆସିଲେ, ତାହାଙ୍କର ଜନ୍ମସ୍ଥାନ ଆଲେକ୍ଜାଣ୍ଡ୍ରିଆ; ସେ ସୁବକ୍ତା ଓ ଧର୍ମଶାସ୍ତ୍ରରେ ଶକ୍ତିଶାଳୀ ଥିଲେ।
Acts 21:9 in Oriya 9 ତାହାଙ୍କର ଚାରି ଜଣ କୁମାରୀ କନ୍ୟା, ଭାବବାଦିନୀ ଥିଲେ।
Romans 1:11 in Oriya 11 ଯେଣୁ ତୁମ୍ଭେମାନେ ଯେପରି ସ୍ଥିରୀକୃତ ହୋଇ ପାର, ସେଥିପାଇଁ ମୁଁ ତୁମ୍ଭମାନଙ୍କୁ କୌଣସି ଆତ୍ମିକ ଦାନ ଦେବା ନିମନ୍ତେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବାକୁ ଏକାନ୍ତ ଇଚ୍ଛା କରୁଅଛି,
Romans 12:3 in Oriya 3 କାରଣ ମୋତେ ପ୍ରଦତ୍ତ ଅନୁଗ୍ରହ ଦ୍ୱାରା ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରତ୍ୟେକ ଜଣକୁ କହୁଅଛି, ଆପଣା ବିଷୟରେ ଯେପରି ମନେ କରିବା ଉଚିତ୍, ତାହାଠାରୁ ଆପଣାକୁ ଅଧିକ ବଡ଼ ମନେ ନ କର; କିନ୍ତୁ ଈଶ୍ୱର ଯାହାକୁ ଯେ ପରିମାଣରେ ବିଶ୍ୱାସ ବିତରଣ କରିଅଛନ୍ତି, ସେହି ଅନୁସାରେ ପ୍ରତ୍ୟେକ ଜଣ ସୁବୋଧର ପରି ଆପଣା ବିଷୟରେ ମନେ କର।
1 Corinthians 1:5 in Oriya 5 କାରଣ ତାହାଙ୍କଠାରେ ସମସ୍ତ ବିଷୟରେ, ବିଶେଷତଃ ସମସ୍ତ ପ୍ରକାର ଶିକ୍ଷାଦାନରେ ଓ ସମସ୍ତ ପ୍ରକାର ଜ୍ଞାନରେ ତୁମ୍ଭେମାନେ ଧନବାନ ହୋଇଅଛ;
1 Corinthians 4:6 in Oriya 6 ହେ ଭାଇମାନେ, ମୁଁ ତୁମ୍ଭମାନଙ୍କ ଶିକ୍ଷା ନିମନ୍ତେ ଏହି ସବୁ କଥା ମୋ' ନିଜକୁ ଓ ଆପଲ୍ଲଙ୍କୁ ଲକ୍ଷ୍ୟ କରି ଦୃଷ୍ଟାନ୍ତ ଦେଲି, ଯେପରି ଯାହା' ଲିଖିତ ଅଛି, ତାହା ଅତିକ୍ରମ କର ନାହିଁ', ଏହା ତୁମ୍ଭେମାନେ ଆମ୍ଭମାନଙ୍କଠାରୁ ଶିକ୍ଷା କର, ପୁଣି, ଯେପରି ତୁମ୍ଭମାନଙ୍କ ମଧ୍ୟରୁ କେହି ଜଣକର ସପକ୍ଷ ଓ ଅନ୍ୟ ଜଣକର ବିପକ୍ଷ ହୋଇ ଗର୍ବୀ ନ ହୁଅ।
1 Corinthians 7:7 in Oriya 7 ତଥାପି, ଯେପରି ସବୁ ଲୋକ ମୋହରି ପରି ହୁଅନ୍ତି, ଏହା ମୋହର ଇଚ୍ଛା। ମାତ୍ର କେହି ଏପ୍ରକାର, କେହି ସେପ୍ରକାର, ପ୍ରତ୍ୟେକ ଜଣ ଈଶ୍ୱରଙ୍କଠାରୁ ଦାନ ପାଇଅଛି।
1 Corinthians 12:4 in Oriya 4 ଅନୁଗ୍ରହ ଦାନ ବିଭିନ୍ନ ପ୍ରକାର, କିନ୍ତୁ ଆତ୍ମା ଏକ;
1 Corinthians 12:28 in Oriya 28 ପୁଣି, ଈଶ୍ୱର ମଣ୍ଡଳୀରେ ପ୍ରଥମରେ ପ୍ରେରିତ, ଦ୍ୱିତୀୟରେ ଭାବବାଦୀ, ତୃତୀୟରେ ଶିକ୍ଷକ, ଏହିପରି ବିଭିନ୍ନ ବ୍ୟକ୍ତିଙ୍କୁ ନିଯୁକ୍ତ କରିଅଛନ୍ତି; ପରେ ଆଶ୍ଚର୍ଯ୍ୟର କାର୍ଯ୍ୟ, ତତ୍ପରେ ଆରୋଗ୍ୟ କରିବାର ଶକ୍ତି, ପରୋପକାରିତା, ପରିଚାଳନାର କ୍ଷମତା ଓ ବିଭିନ୍ନ ପରଭାଷା ଦାନ କରିଅଛନ୍ତି।
1 Corinthians 13:2 in Oriya 2 ଆଉ, ଯଦି ମୋହର ଭାବବାଣୀ କହିବାର ଶକ୍ତି ଥାଏ ଏବଂ ମୁଁ ସମସ୍ତ ନିଗୂଢ଼ତତ୍ତ୍ୱ ଓ ସମସ୍ତ ଜ୍ଞାନରେ ପାରଦର୍ଶୀ ହୋଇଥାଏ, ପୁଣି, ପର୍ବତକୁ ସ୍ଥାନାନ୍ତର କରିବା ନିମନ୍ତେ ମୋହର ସମ୍ପୂର୍ଣ୍ଣ ବିଶ୍ୱାସ ଥାଏ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ କିଛି ନୁହେଁ।
1 Corinthians 14:1 in Oriya 1 ପ୍ରେମର ଅନୁସରଣ କର, ପୁଣି, ଆତ୍ମିକ ଦାନସବୁ ପାଇବା ନିମନ୍ତେ, ବିଶେଷତଃ ଯେପରି ଭାବବାଣୀ କହିପାର, ଏଥି ନିମନ୍ତେ ଏକାନ୍ତ ଚେଷ୍ଟା କର।
1 Corinthians 14:3 in Oriya 3 କିନ୍ତୁ ଯେ ଭାବବାଣୀ କହେ, ସେ ମନୁଷ୍ୟମାନଙ୍କୁ ନିଷ୍ଠା, ଉତ୍ସାହ ଓ ସାନ୍ତ୍ୱନାଜନକ କଥା କହେ।
1 Corinthians 14:24 in Oriya 24 କିନ୍ତୁ ଯଦି ସମସ୍ତେ ଭାବବାଣୀ କହନ୍ତି, ପୁଣି, ଜଣେ ଅବିଶ୍ୱାସୀ ବା ସାଧାରଣ ଲୋକ ଆସେ, ତେବେ ସେ ସମସ୍ତଙ୍କ ଦ୍ୱାରା ଦୋଷୀ ବୋଲି ପ୍ରମାଣିତ ହୁଏ, ସମସ୍ତଙ୍କ ଦ୍ୱାରା ବିଚାରିତ ହୁଏ,
1 Corinthians 14:29 in Oriya 29 ଆଉ, ଦୁଇ ବା ତିନି ଜଣ ଭାବବାଣୀ କହନ୍ତୁ, ପୁଣି, ଅନ୍ୟମାନେ ବିଚାର କରନ୍ତୁ।
1 Corinthians 14:31 in Oriya 31 କାରଣ ଯେପରି ସମସ୍ତେ ଶିକ୍ଷା ପାଆନ୍ତି, ପୁଣି, ସମସ୍ତେ ଚେତନା ପ୍ରାପ୍ତ ହୁଅନ୍ତି, ଏଥି ନିମନ୍ତେ ତୁମ୍ଭେମାନେ ସମସ୍ତେ ଜଣ ଜଣ କରି ଭାବବାଣୀ କହିପାର।
2 Corinthians 8:12 in Oriya 12 କାରଣ ଯଦି ଆଗ୍ରହଭାବ ଥାଏ, ତେବେ ତାହା ଜଣକର ଅଭାବାନୁସାରେ ସୁଗ୍ରାହ୍ୟ ନୁହେଁ, ବରଂ ତାହାର ଯାହା ଅଛି, ତଦନୁସାରେ ସୁଗ୍ରାହ୍ୟ ହୁଏ।
Ephesians 3:5 in Oriya 5 ସେହି ନିଗୂଢ଼ତତ୍ତ୍ୱ ଏବେ ଆତ୍ମାଙ୍କ ଦ୍ୱାରା ତାହାଙ୍କ ପବିତ୍ର ପ୍ରେରିତ ଓ ଭାବବାଦୀମାନଙ୍କ ନିକଟରେ ଯେପରି ପ୍ରକାଶିତ ହୋଇଅଛି, ପୂର୍ବ କାଳର ମନୁଷ୍ୟ ସନ୍ତାନମାନଙ୍କ ନିକଟରେ ପ୍ରକାଶିତ ହୋଇ ନ ଥିଲା,
Ephesians 4:11 in Oriya 11 ସେ କାହା କାହାକୁ ପ୍ରେରିତ, କାହା କାହାକୁ ଭାବବାଦୀ, କାହା କାହାକୁ ସୁସମାଚାର ପ୍ରଚାରକ, ପୁଣି, କାହା କାହାକୁ ପାଳକ ଓ ଶିକ୍ଷକ ରୂପେ ନିଯୁକ୍ତ କରି ଦାନ କରିଅଛନ୍ତି,
Philippians 3:15 in Oriya 15 ଅତଏବ, ଆସ, ଆମ୍ଭେମାନେ ଯେତେ ଲୋକ ସିଦ୍ଧ, ଏହିପରି ଭାବ ଧାରଣ କରୁ, ଆଉ ଯଦି କୌଣସି ବିଷୟରେ ତୁମ୍ଭମାନଙ୍କର ଭାବ ଭିନ୍ନ ପ୍ରକାରଥାଏ, ତେବେ ଏହା ମଧ୍ୟ ଈଶ୍ୱର ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରିବେ;
1 Thessalonians 5:20 in Oriya 20 ଭାବବାଣୀ ତୁଚ୍ଛ କର ନାହିଁ;
1 Peter 4:10 in Oriya 10 ପ୍ରତ୍ୟେକ ଜଣ ଯେଉଁପରି ଅନୁଗ୍ରହ ଦାନ ପାଇଅଛ, ସେହି ପ୍ରକାରେ ଇଶ୍ବରଙ୍କ ବହୁବିଧ ଅନୁଗ୍ରହର ଉତ୍ତମ ଭଣ୍ଡାରଘରିଆ ସ୍ୱରୂପେ ତଦ୍ୱାରା ପରସ୍ପରର ସେବା କର;