Cross Reference Genesis 18:19 in Oriya 19 ଯେହେତୁ ତାହାର ଭବିଷ୍ୟତ ସନ୍ତାନଗଣ ଓ ପରିବାରବର୍ଗ ଯେପରି ନ୍ୟାୟ ଓ ଧର୍ମାଚରଣ କରିବାକୁ ସଦାପ୍ରଭୁଙ୍କ ପଥରେ ଚାଲିବେ, ଏଥିପାଇଁ ସେମାନଙ୍କୁ ସେ ଯେପରି ଆଜ୍ଞା ଦେବ, ଏହି ଅଭିପ୍ରାୟରେ ଆମ୍ଭେ ତାହାକୁ ନିର୍ଦ୍ଧାରଣ କରିଅଛୁ; ତହିଁରେ ସଦାପ୍ରଭୁ ଅବ୍ରହାମଙ୍କ ବିଷୟରେ ଆପଣା କଥିତ ବାକ୍ୟ ସିଦ୍ଧ କରିବେ।”
Deuteronomy 15:8 in Oriya 8 ମାତ୍ର ତୁମ୍ଭେ ତାହା ପ୍ରତି ନିଶ୍ଚୟ ଆପଣା ହସ୍ତ ମୁକ୍ତ କରିବ, ପୁଣି ଯାହା ସେ ଚାହେଁ, ତାହାର ପ୍ରୟୋଜନାନୁସାରେ ତୁମ୍ଭେ ତାହା ଯଥେଷ୍ଟ ରୂପେ ତାହାକୁ ନିଶ୍ଚୟ ଋଣ ଦେବ।
Deuteronomy 15:14 in Oriya 14 ତୁମ୍ଭେ ଆପଣା ପଲରୁ, ଆପଣା ଖଳାରୁ ଓ ଆପଣା ଦ୍ରାକ୍ଷାଯନ୍ତ୍ରରୁ ତାହାକୁ ଉଦାର ଭାବରେ ଯଥେଷ୍ଟ ଦାନ ଦେବ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଆଶୀର୍ବାଦ କରିବା ଅନୁସାରେ ତାହାକୁ ଦାନ କରିବ।
Deuteronomy 16:11 in Oriya 11 ଆଉ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ପ୍ରତିଷ୍ଠା କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ; ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭେ, ତୁମ୍ଭ ପୁତ୍ର, ତୁମ୍ଭ କନ୍ୟା, ତୁମ୍ଭ ଦାସ, ତୁମ୍ଭ ଦାସୀ ଓ ତୁମ୍ଭ ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକ ଓ ତୁମ୍ଭ ମଧ୍ୟରେ ଥିବା ବିଦେଶୀୟ ଲୋକ ଓ ପିତୃହୀନ ଓ ବିଧବା (ତୁମ୍ଭେ) ସମସ୍ତେ ଆନନ୍ଦ କରିବ।
Deuteronomy 16:14 in Oriya 14 ଆଉ ଆପଣା ଉତ୍ସବ ସମୟରେ ତୁମ୍ଭେ, ତୁମ୍ଭ ପୁତ୍ର, ତୁମ୍ଭ କନ୍ୟା, ତୁମ୍ଭ ଦାସ, ତୁମ୍ଭ ଦାସୀ, ତୁମ୍ଭ ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକ, ବିଦେଶୀ, ପିତୃହୀନ ଓ ବିଧବା, (ତୁମ୍ଭେ) ସମସ୍ତେ ଆନନ୍ଦ କରିବ।
Job 31:16 in Oriya 16 ଯେବେ ମୁଁ ଦରିଦ୍ରମାନଙ୍କୁ ସେମାନଙ୍କ ବାଞ୍ଛିତ ବିଷୟରୁ ଅଟକାଇଥାଏ, ଅବା ବିଧବାର ଦୃଷ୍ଟି ମ୍ଳାନ କରିଥାଏ;
Psalm 37:21 in Oriya 21 ଦୁଷ୍ଟ ଲୋକ ଋଣ କରି ପରିଶୋଧ କରେ ନାହିଁ। ମାତ୍ର ଧାର୍ମିକ ଲୋକ ଦୟା ବ୍ୟବହାର କରି ଦାନ କରେ।
Psalm 101:1 in Oriya 1 ଦାଉଦଙ୍କର ଗୀତ। ମୁଁ ଦୟା ଓ ଶାସନ ବିଷୟ ଗାନ କରିବି। ହେ ସଦାପ୍ରଭୁ, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।
Psalm 112:9 in Oriya 9 ସେ ବିତରଣ କରିଅଛି, ସେ ଦୀନହୀନମାନଙ୍କୁ ଦାନ କରିଅଛି; ତାହାର ଧର୍ମ ସଦାକାଳସ୍ଥାୟୀ; ସମ୍ଭ୍ରମରେ ତାହାର ଶୃଙ୍ଗ ଉନ୍ନତ ହେବ।
Proverbs 22:9 in Oriya 9 ଯାହାର ଦୟାଳୁ ଦୃଷ୍ଟି, ସେ ଆଶିଷ ପାଇବ; ଯେହେତୁ ସେ ଆପଣା ଆହାରରୁ ଦୀନହୀନକୁ ବିତରଣ କରେ।
Ecclesiastes 9:10 in Oriya 10 ତୁମ୍ଭ ହସ୍ତ ଯେକୌଣସି କାର୍ଯ୍ୟ କରିବାକୁ ପାଏ, ତାହା ଆପଣା ଶକ୍ତିରେ କର; କାରଣ ତୁମ୍ଭେ ଯେଉଁ ସ୍ଥାନକୁ ଯାଉଅଛ, ସେହି କବରରେ କୌଣସି କାର୍ଯ୍ୟ, କି କଳ୍ପନା, କି ବିଦ୍ୟା, କି ଜ୍ଞାନ ନାହିଁ।
Ecclesiastes 11:1 in Oriya 1 ତୁମ୍ଭେ ଜଳ ଉପରେ ଆପଣା ଭକ୍ଷ୍ୟ ପକାଅ, କାରଣ ଅନେକ ଦିନ ଉତ୍ତାରେ ତାହା ପାଇବ।
Ecclesiastes 11:6 in Oriya 6 ତୁମ୍ଭେ ପ୍ରଭାତରେ ବୀଜ ବୁଣ ଓ ସନ୍ଧ୍ୟା ବେଳେ ଆପଣା ହସ୍ତ ବନ୍ଦ କର ନାହିଁ; କାରଣ ଏହା ଅବା ତାହା ସିଦ୍ଧ ହେବ, ଅବା ଉଭୟ ସମାନ ଉତ୍ତମ ହେବ, ଏହା ତୁମ୍ଭେ ଜାଣ ନାହିଁ।
Isaiah 32:5 in Oriya 5 ମୂଢ଼ ଲୋକ ମହାତ୍ମା ବୋଲି ଓ ଖଳ ଲୋକ ଉଦାର ବୋଲି ଆଉ ବିଖ୍ୟାତ ହେବ ନାହିଁ।
Isaiah 32:8 in Oriya 8 ମାତ୍ର ମହାତ୍ମା ମାହାତ୍ମ୍ୟର ମନ୍ତ୍ରଣା କରେ ଓ ସେ ମାହାତ୍ମ୍ୟର ଚେଷ୍ଟାରେ ସ୍ଥିର ରହିବ।
Isaiah 58:7 in Oriya 7 କ୍ଷୁଧିତ ଲୋକକୁ ତୁମ୍ଭର ଖାଦ୍ୟ ବଣ୍ଟନ କରିବାର, ଓ ତାଡ଼ିତ ଦୁଃଖୀ ଲୋକକୁ ଆପଣା ଗୃହକୁ ଆଣିବାର, ତୁମ୍ଭେ ଉଲଙ୍ଗକୁ ଦେଖିଲେ, ତାହାକୁ ବସ୍ତ୍ର ପିନ୍ଧାଇବାର ଓ ତୁମ୍ଭର ନିଜ ବଂଶୀୟ ଲୋକଠାରୁ ଆପଣାକୁ ନ ଲୁଚାଇବାର, ଏହି ପ୍ରକାର ଉପବାସ ଆମ୍ଭେ କି ମନୋନୀତ କରି ନାହୁଁ ?
Isaiah 64:5 in Oriya 5 ଯେଉଁ ଲୋକ ଆନନ୍ଦରେ ଧର୍ମାଚରଣ କରେ, ଯେଉଁମାନେ ତୁମ୍ଭ ପଥରେ ତୁମ୍ଭକୁ ସ୍ମରଣ କରନ୍ତି, ତୁମ୍ଭେ ସେମାନଙ୍କ ସହିତ ସାକ୍ଷାତ କରିଥାଅ; ଦେଖ, ତୁମ୍ଭେ କ୍ରୁଦ୍ଧ ଥିଲ ଓ ଆମ୍ଭେମାନେ ପାପ କଲୁ; ଆମ୍ଭେମାନେ ଦୀର୍ଘ କାଳ ତହିଁରେ ରହିଅଛୁ, ଆମ୍ଭେମାନେ କି ପରିତ୍ରାଣ ପାଇବା ?
Matthew 6:2 in Oriya 2 ଏଣୁ ଦାନ କରିବା ସମୟରେ କପଟୀମାନଙ୍କ ପରି ନିଜ ସମ୍ମୁଖରେ ତୂରୀ ବଜାଅ ନାହିଁ; ସେମାନେ ଲୋକମାନଙ୍କଠାରୁ ଗୌରବ ପାଇବା ପାଇଁ ସମାଜଗୃହରେ ଓ ଦାଣ୍ଡରେ ସେପ୍ରକାର କରନ୍ତି। ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି।
Matthew 25:40 in Oriya 40 ପୁଣି, ରାଜା ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ମୋହର ଏହି କ୍ଷୁଦ୍ରତମ ଭ୍ରାତୃବୃନ୍ଦଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରିଥିବାରୁ ମୋ ପ୍ରତି ହିଁ ତାହା କରିଅଛ।
Luke 21:1 in Oriya 1 ଏହାପରେ ଯୀଶୁ ଦୃଷ୍ଟିପାତ କରି ଧନୀ ଲୋକମାନଙ୍କୁ ଦାନ ସଂଗ୍ରହ ବାକ୍ସରେ ନିଜ ନିଜର ଦାନ ପକାଉଥିବା ଦେଖିଲେ।
Acts 2:44 in Oriya 44 ମାତ୍ର ଯେଉଁମାନେ ବିଶ୍ୱାସ କଲେ, ସେମାନେ ସମସ୍ତେ ଏକତ୍ର ରହି ସବୁ ପଦାର୍ଥ ସାଧାରଣ ସମ୍ପତ୍ତି ବୋଲି ଜ୍ଞାନ କରୁଥିଲେ।
Acts 4:33 in Oriya 33 ପ୍ରେରିତମାନେ ମହାଶକ୍ତି ସହିତ ପ୍ରଭୁ ଯୀଶୁଙ୍କ ପୁନରୁତ୍ଥାନ ବିଷୟରେ ସାକ୍ଷ୍ୟ ଦେବାକୁ ଲାଗିଲେ, ପୁଣି, ସମସ୍ତଙ୍କ ଉପରେ ମହା ଅନୁଗ୍ରହ ଥିଲା।
Acts 11:28 in Oriya 28 ସେମାନଙ୍କ ମଧ୍ୟରୁ ଆଗାବ ନାମକ ଜଣେ ବ୍ୟକ୍ତି ଉଠି ସମୁଦାୟ ପୃଥିବୀରେ ମହାଦୁର୍ଭିକ୍ଷ ପଡ଼ିବ ବୋଲି ଆତ୍ମାଙ୍କ ଦ୍ୱାରା ଜଣାଇଲେ; ତାହା କ୍ଲାଉଦିଅଙ୍କ ସମୟରେ ଘଟିଲା।
Acts 13:12 in Oriya 12 ସେହି ଶାସନକର୍ତ୍ତା ଏହି ଘଟଣା ଦେଖି ପ୍ରଭୁଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟ ହୋଇ ବିଶ୍ୱାସ କଲେ।
Acts 13:15 in Oriya 15 ପୁଣି, ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀଶାସ୍ତ୍ରପାଠ ପରେ ସମାଜଗୃହର ଅଧ୍ୟକ୍ଷମାନେ ସେମାନଙ୍କ ନିକଟକୁ ଏହା କହି ପଠାଇଲେ, ଭାଇମାନେ, ଲୋକମାନଙ୍କ ନିମନ୍ତେ ଯଦି ଆପଣମାନଙ୍କର କୌଣସି ଉପଦେଶର କଥା ଅଛି, ତେବେ କହନ୍ତୁ।
Acts 15:32 in Oriya 32 ପୁଣି, ଯିହୂଦା ଓ ଶୀଲା ନିଜେ ନିଜେ ମଧ୍ୟ ଭାବବାଦୀ ଥିବାରୁ ଅନେକ କଥା ଦ୍ୱାରା ଭାଇମାନଙ୍କୁ ଉତ୍ସାହ ଦେଇ ସେମାନଙ୍କୁ ସୁସ୍ଥିର କଲେ।
Acts 20:2 in Oriya 2 ସେହି ସମସ୍ତ ଅଞ୍ଚଳ ଦେଇ ଯାତ୍ରା କରି ସେ ଶିଷ୍ୟମାନଙ୍କୁ ବହୁତ ଉତ୍ସାହ ଦେବା ପରେ ଗ୍ରୀସ୍କୁ ଆସିଲେ।
Acts 20:28 in Oriya 28 ତୁମ୍ଭେମାନେ ନିଜ ନିଜ ବିଷୟରେ, ଆଉ ଯେଉଁ ମଣ୍ଡଳୀକୁ ଈଶ୍ୱର ଆପଣା ନିଜ ରକ୍ତରେ କିଣିଛନ୍ତି, ତାହାଙ୍କର ସେହି ମଣ୍ଡଳୀକୁ ପ୍ରତିପାଳନ କରିବା ନିମନ୍ତେ, ପବିତ୍ର ଆତ୍ମା ଯେ ତୁମ୍ଭମାନଙ୍କୁ ସମସ୍ତ ପଲମଧ୍ୟରେ ଅଧ୍ୟକ୍ଷ ସ୍ୱରୂପ ନିଯୁକ୍ତ କରିଅଛନ୍ତି, ସେମାନଙ୍କ ବିଷୟରେ ସାବଧାନ ହୋଇଥାଅ।
Romans 12:13 in Oriya 13 ସାଧୁମାନଙ୍କ ଅଭାବ ମୋଚନ କର; ଆତିଥ୍ୟ ସତ୍କାରରେ ପ୍ରସ୍ତୁତ ହୁଅ।
Romans 13:6 in Oriya 6 ଯେଣୁ ଏହି କାରଣରୁ ତୁମ୍ଭେମାନେ ରାଜସ୍ୱ ମଧ୍ୟ ଦେଇଥାଅ, କାରଣ ସେମାନେ ଇଶ୍ବରଙ୍କ ସେବକ ସ୍ୱରୂପେ ଏହି କାର୍ଯ୍ୟରେ ପ୍ରବୃତ୍ତ ରହନ୍ତି।
1 Corinthians 12:28 in Oriya 28 ପୁଣି, ଈଶ୍ୱର ମଣ୍ଡଳୀରେ ପ୍ରଥମରେ ପ୍ରେରିତ, ଦ୍ୱିତୀୟରେ ଭାବବାଦୀ, ତୃତୀୟରେ ଶିକ୍ଷକ, ଏହିପରି ବିଭିନ୍ନ ବ୍ୟକ୍ତିଙ୍କୁ ନିଯୁକ୍ତ କରିଅଛନ୍ତି; ପରେ ଆଶ୍ଚର୍ଯ୍ୟର କାର୍ଯ୍ୟ, ତତ୍ପରେ ଆରୋଗ୍ୟ କରିବାର ଶକ୍ତି, ପରୋପକାରିତା, ପରିଚାଳନାର କ୍ଷମତା ଓ ବିଭିନ୍ନ ପରଭାଷା ଦାନ କରିଅଛନ୍ତି।
1 Corinthians 14:3 in Oriya 3 କିନ୍ତୁ ଯେ ଭାବବାଣୀ କହେ, ସେ ମନୁଷ୍ୟମାନଙ୍କୁ ନିଷ୍ଠା, ଉତ୍ସାହ ଓ ସାନ୍ତ୍ୱନାଜନକ କଥା କହେ।
2 Corinthians 1:12 in Oriya 12 ଜଗତରେ, ବିଶେଷତଃ ତୁମ୍ଭମାନଙ୍କ ପ୍ରତି, ଆମ୍ଭେମାନେ ସାଂସାରିକ ଜ୍ଞାନରେ ଆଚରଣ ନ କରି ବରଂ ଇଶ୍ବରଙ୍କ ଅନୁଗ୍ରହରେ, ତାହାଙ୍କ ପବିତ୍ର ଓ ସରଳ ଭାବଅନୁସାରେ ଆଚରଣ କରିଥିଲୁ ବୋଲି ଆମ୍ଭମାନଙ୍କର ବିବେକ ଯେ ସାକ୍ଷ୍ୟ ଦେଉଅଛି, ଏହା ଆମ୍ଭମାନଙ୍କ ଦର୍ପର ବିଷୟ।
2 Corinthians 8:1 in Oriya 1 ହେ ଭାଇମାନେ, ମାକିଦନିଆର ମଣ୍ଡଳୀସମୂହ ମଧ୍ୟରେ ଇଶ୍ବରଙ୍କ ଦିଆଯାଇଥବା ଯେଉଁ ଅନୁଗ୍ରହ ପ୍ରକାଶିତ ହୋଇଅଛି, ତାହା ଆମ୍ଭେମାନେ ତୁମ୍ଭମାନଙ୍କୁ ଜଣାଉଅଛୁ;
2 Corinthians 8:12 in Oriya 12 କାରଣ ଯଦି ଆଗ୍ରହଭାବ ଥାଏ, ତେବେ ତାହା ଜଣକର ଅଭାବାନୁସାରେ ସୁଗ୍ରାହ୍ୟ ନୁହେଁ, ବରଂ ତାହାର ଯାହା ଅଛି, ତଦନୁସାରେ ସୁଗ୍ରାହ୍ୟ ହୁଏ।
2 Corinthians 9:7 in Oriya 7 ପ୍ରତ୍ୟେକ ଜଣ ଆପଣା ହୃଦୟରେ ଯେପରି ସଂକଳ୍ପ କରିଅଛି, ସେହିପରି କରୁ, କୁଣ୍ଠିତ ଭାବରେ ନୁହେଁ ଅବା ବାଧ୍ୟବାଧକତା ହେତୁରୁ ନୁହେଁ; କାରଣ ଈଶ୍ୱର ହୃଷ୍ଟଚିତ୍ତଦାତାକୁ ଭଲ ପାଆନ୍ତି।
2 Corinthians 9:11 in Oriya 11 ଏହିପରି ତୁମ୍ଭେମାନେ ସବୁ ବିଷୟରେ ଧନୀ ହୋଇ ସର୍ବ ପ୍ରକାର ବଦାନ୍ୟତା ଦେଖାଇ ପାରିବ, ଆଉ ତାହା ଆମ୍ଭମାନଙ୍କ ଦ୍ୱାରା ଇଶ୍ବରଙ୍କ ଧନ୍ୟବାଦର କାରଣ ହେବ।
2 Corinthians 9:13 in Oriya 13 ଅର୍ଥାତ୍ ଏହି ସେବା କର୍ମର ପ୍ରମାଣ ପାଇ ଲୋକେ ତୁମ୍ଭମାନଙ୍କ ସ୍ୱୀକାର କରୁଥିବା ଖ୍ରୀଷ୍ଟଙ୍କ ସୁସମାଚାର ପ୍ରତିବାଧ୍ୟତା, ପୁଣି, ସାଧୁମାନଙ୍କ ଓ ସମସ୍ତଙ୍କ ପ୍ରତି ତୁମ୍ଭମାନଙ୍କ ସହଭାଗିତାର ସରଳତା ସକାଶେ ଇଶ୍ବରଙ୍କ ମହିମା କୀର୍ତ୍ତନ କରୁଅଛନ୍ତି,
2 Corinthians 11:3 in Oriya 3 କିନ୍ତୁ ସର୍ପ ଆପଣା ଧୂର୍ତ୍ତତାରେ ହବାଙ୍କୁ ଯେପରି ଭୁଲାଇଲା, ସେହିପରି କାଳେ ତୁମ୍ଭମାନଙ୍କ ମନ ଖ୍ରୀଷ୍ଟଙ୍କ ପ୍ରତି ସରଳତା ଓ ପବିତ୍ରତାରୁ ଭ୍ରଷ୍ଟ ହୁଏ, ମୋହର ଏହି ଭୟ ହେଉଅଛି।
Ephesians 6:5 in Oriya 5 ହେ ଦାସମାନେ, ତୁମ୍ଭେମାନେ ଯେପରି ଖ୍ରୀଷ୍ଟଙ୍କର ଆଜ୍ଞାବହ ଅଟ, ସେହିପରି ଭୟ ଓ କମ୍ପ ସହ ହୃଦୟର ସରଳତାରେ ତୁମ୍ଭମାନଙ୍କ ଜାଗତିକ କର୍ତ୍ତାମାନଙ୍କର ଆଜ୍ଞାବହ ହୁଅ;
Colossians 3:22 in Oriya 22 ହେ ଦାସମାନେ, ମନୁଷ୍ୟକୁ ସନ୍ତୁଷ୍ଟ କଲାପରି ଦୃଷ୍ଟି ଆଗରେ କର୍ମ ନ କରି ବରଂ ପ୍ରଭୁଙ୍କୁ ଭୟ କରି ହୃଦୟର ସରଳତାରେ ସବୁ ବିଷୟରେ ତୁମ୍ଭମାନଙ୍କ ଜାଗତିକ କର୍ତ୍ତାମାନଙ୍କ ଆଜ୍ଞାବହ ହୁଅ।
1 Thessalonians 2:3 in Oriya 3 କାରଣ ଆମ୍ଭମାନଙ୍କ ଉପଦେଶ ଭ୍ରମ ଅବା ଅଶୁଚିତାମୂଳକ କିଅବା ଛଳଯୁକ୍ତ ନ ଥିଲା,
1 Thessalonians 2:8 in Oriya 8 ସେହି ପ୍ରକାରେ ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ସ୍ନେହ ଥିବାରୁ ଆମ୍ଭେମାନେ ତୁମ୍ଭମାନଙ୍କୁ ଇଶ୍ବରଙ୍କ ସୁସମାଚାର କେବଳ ନୁହେଁ, ମାତ୍ର ଆପଣା ପ୍ରାଣ ଦେବାକୁ ସୁଧା ଇଚ୍ଛୁକ ଥିଲୁ, କାରଣ ତୁମ୍ଭେମାନେ ଆମ୍ଭମାନଙ୍କ ପ୍ରିୟପାତ୍ର ହୋଇଥିଲ।
1 Thessalonians 5:12 in Oriya 12 ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ, ଯେଉଁମାନେ ତୁମ୍ଭମାନଙ୍କ ମଧ୍ୟରେ ପରିଶ୍ରମ କରନ୍ତି ଓ ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ନେତା ସ୍ୱରୂପେ ନିଯୁକ୍ତି ହୋଇ ତୁମ୍ଭମାନଙ୍କୁ ଚେତନା ଦିଅନ୍ତି, ସେମାନଙ୍କୁ ମାନ୍ୟ କର,
1 Timothy 3:4 in Oriya 4 ନିଜ ପରିବାରକୁ ଉତ୍ତମ ରୂପେ ଶାସନ କରିବେ, ଗାମ୍ଭୀର୍ଯ୍ୟ ସହକାରେ ଆପଣା ସନ୍ତାନମାନଙ୍କୁ ବଶୀଭୂତ କରି ରଖିବେ।
1 Timothy 4:13 in Oriya 13 ମୁଁ ନ ଯିବା ପର୍ଯ୍ୟନ୍ତ ଶାସ୍ତ୍ରପାଠ,ଉପଦେଶ ଓ ଶିକ୍ଷାଦାନରେ ମନୋଯୋଗ କର।
1 Timothy 5:17 in Oriya 17 ଯେଉଁ ପ୍ରାଚୀନମାନେ ଉତ୍ତମ ରୂପେ ପରିଚାଳନା କରନ୍ତି, ବିଶେଷତଃ ଯେଉଁମାନେ ବାକ୍ୟପ୍ରଚାର ଓ ଶିକ୍ଷାଦାନରେ ପରିଶ୍ରମ କରନ୍ତି, ସେମାନେ ଦୁଇ ଗୁଣ ସମାଦର ପାଇବାର ଯୋଗ୍ୟ ବୋଲି ଗଣିତ ହୁଅନ୍ତୁ।
Hebrews 10:25 in Oriya 25 ଆଉ କେହି କେହି ଯେପରି ଆମ୍ଭମାନଙ୍କ ମଣ୍ଡଳୀ ଉପାସନା ପରିତ୍ୟାଗ କରିଥାଆନ୍ତି, ଆମ୍ଭେମାନେ ସେପରି ନ କରୁ; ବରଂ ପରସ୍ପରକୁ ଉତ୍ସାହ ଦେଉ, ବିଶେଷତଃ ଯେତେବେଳେ ତୁମ୍ଭେମାନେ ପ୍ରଭୁଙ୍କ ଦିନ ନିକଟବର୍ତ୍ତୀ ହୋଇ ଆସୁଅଛି ବୋଲି ଦେଖୁଅଛ।
Hebrews 13:7 in Oriya 7 ଯେଉଁମାନେ ତୁମ୍ଭମାନଙ୍କୁ ଇଶ୍ବରଙ୍କ ବାକ୍ୟ କହିଥିଲେ, ତୁମ୍ଭମାନଙ୍କ ଏପରି ନେତାମାନଙ୍କୁ ସ୍ମରଣ କର; ସେମାନଙ୍କ ଜୀବନଯାତ୍ରାର ଶେଷ ଗତି ପ୍ରତି ଦୃଷ୍ଟି ରଖି ସେମାନଙ୍କ ବିଶ୍ୱାସର ଅନୁକାରୀ ହୁଅ।
Hebrews 13:17 in Oriya 17 ତୁମ୍ଭମାନଙ୍କ ନେତାମାନଙ୍କର ବାଧ୍ୟ ହୋଇ ସେମାନଙ୍କର ବଶୀଭୂତ ହୁଅ, କାରଣ ଯେଉଁମାନଙ୍କୁ ନିକାଶ ଦେବାକୁ ହେବ, ସେମାନଙ୍କ ସଦୃଶ ସେମାନେ ତୁମ୍ଭମାନଙ୍କ ଆତ୍ମା ସମ୍ବନ୍ଧରେ ପ୍ରହରୀକର୍ମ କରନ୍ତି, ଯେପରି ସେମାନେ ତାହା ଦୁଃଖରେ ନ କରି ଆନନ୍ଦରେ କରି ପାରନ୍ତି; ଦୁଃଖରେ କଲେ, ତୁମ୍ଭମାନଙ୍କର କିଛି ଲାଭ ନାହିଁ।
Hebrews 13:22 in Oriya 22 ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ବିନୟ କରୁଅଛି, ଏହି ଉପଦେଶ ସହ୍ୟ କର, ଯେଣୁ ମୁଁ ସଂକ୍ଷେପରେ ତୁମ୍ଭମାନଙ୍କୁ ଲେଖିଅଛି।
Hebrews 13:24 in Oriya 24 ତୁମ୍ଭମାନଙ୍କର ସମସ୍ତ ନେତା ଓ ସାଧୁସମସ୍ତଙ୍କୁ ନମସ୍କାର ଜଣାଅ। ଯେଉଁମାନେ ଇତାଲିଆରୁ ଆସିଅଛନ୍ତି, ସେମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।
1 Peter 4:9 in Oriya 9 କୁଣ୍ଠିତ ନ ହୋଇ ପରସ୍ପରର ଆତିଥ୍ୟ କର;
1 Peter 5:2 in Oriya 2 ତୁମ୍ଭମାନଙ୍କ ତତ୍ତ୍ୱାବଧାନରେ ଥିବା ଇଶ୍ବରଙ୍କ ପଲକୁ ପ୍ରତିପାଳନ କର, ବାଧ୍ୟ ହୋଇ ନୁହେଁ, ମାତ୍ର ଇଶ୍ବରଙ୍କ ଇଚ୍ଛାନୁଯାୟୀ ସ୍ୱଚ୍ଛନ୍ଦ ମନରେ, ଅନ୍ୟାୟ ଲାଭ ନିମନ୍ତେ ନୁହେଁ, କିନ୍ତୁ ଆଗ୍ରହ ସହକାରେ ତାହା କର;