Romans 13:7 in Oriya 7 ଯାହାଙ୍କର ଯାହା ପ୍ରାପ୍ୟ, ତାହାଙ୍କୁ ତାହା ଦିଅ; ଯାହାଙ୍କୁ ରାଜସ୍ୱ ଦେବାକୁ ହୁଏ, ତାହାଙ୍କୁ ରାଜସ୍ୱ ଦିଅ; ଯାହାଙ୍କୁ ଶୁଳ୍କ ଦେବାକୁ ହୁଏ, ତାହାଙ୍କୁ ଶୁଳ୍କ ଦିଅ; ଯାହାଙ୍କୁ ଭୟ କରିବାକୁ ହୁଏ, ତାହାଙ୍କୁ ଭୟ କର; ଯାହାଙ୍କୁ ସମାଦର କରିବାକୁ ହୁଏ, ତାହାଙ୍କୁ ସମାଦର କର।
Other Translations King James Version (KJV) Render therefore to all their dues: tribute to whom tribute is due; custom to whom custom; fear to whom fear; honour to whom honour.
American Standard Version (ASV) Render to all their dues: tribute to whom tribute `is due'; custom to whom custom; fear to whom fear; honor to whom honor.
Bible in Basic English (BBE) Give to all what is their right: taxes to him whose they are, payment to him whose right it is, fear to whom fear, honour to whom honour is to be given.
Darby English Bible (DBY) Render to all their dues: to whom tribute [is due], tribute; to whom custom, custom; to whom fear, fear; to whom honour, honour.
World English Bible (WEB) Give therefore to everyone what you owe: taxes to whom taxes are due; customs to whom customs; respect to whom respect; honor to whom honor.
Young's Literal Translation (YLT) render, therefore, to all `their' dues; to whom tribute, the tribute; to whom custom, the custom; to whom fear, the fear; to whom honour, the honour.
Cross Reference Exodus 20:12 in Oriya 12 ତୁମ୍ଭେ ଆପଣା ପିତା ଓ ଆପଣା ମାତାଙ୍କୁ ସମ୍ଭ୍ରମ କର; ତହିଁରେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ହେବ।
Leviticus 19:3 in Oriya 3 ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ମାତାକୁ ଓ ଆପଣା ଆପଣା ପିତାକୁ ଭୟ କରିବ; ପୁଣି, ତୁମ୍ଭେମାନେ ଆମ୍ଭର ବିଶ୍ରାମ ଦିନ ପାଳନ କରିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
Leviticus 19:32 in Oriya 32 ତୁମ୍ଭେ ପକ୍ୱକେଶ ପ୍ରାଚୀନଙ୍କ ସମ୍ମୁଖରେ ଉଠି ଠିଆ ହେବ ଓ ବୃଦ୍ଧ ଲୋକକୁ ସମାଦର କରିବ; ପୁଣି, ଆପଣା ପରମେଶ୍ୱରଙ୍କୁ ଭୟ କରିବ; ଆମ୍ଭେ ସଦାପ୍ରଭୁ ଅଟୁ।
1 Samuel 12:18 in Oriya 18 ଏଥିରେ ଶାମୁୟେଲ ସଦାପ୍ରଭୁଙ୍କୁ ଡ଼ାକିଲେ, ପୁଣି, ସଦାପ୍ରଭୁ ସେହିଦିନ ମେଘଗର୍ଜନ ଓ ବୃଷ୍ଟି ପଠାଇଲେ; ତହିଁରେ ସମସ୍ତ ଲୋକ ସଦାପ୍ରଭୁଙ୍କୁ ଓ ଶାମୁୟେଲଙ୍କୁ ଅତ୍ୟନ୍ତ ଭୟ କଲେ।
Proverbs 24:21 in Oriya 21 ହେ ମୋହର ପୁତ୍ର, ସଦାପ୍ରଭୁଙ୍କୁ ଓ ରାଜାଙ୍କୁ ଭୟ କର, ପୁଣି, ଚଞ୍ଚଳମତିମାନଙ୍କ ସଙ୍ଗରେ ଲିପ୍ତ ହୁଅ ନାହିଁ।
Matthew 17:25 in Oriya 25 ସେ କହିଲେ, ହଁ, ଦିଅନ୍ତି। ଆଉ ସେ ଘରକୁ ଆସିଲା ପରେ ଯୀଶୁ ଆଗେ ତାହାକୁ କହିଲେ, ଶିମୋନ, ତୁମ୍ଭର ମତ କ'ଣ ? ପୃଥିବୀର ରାଜାମାନେ କାହା ପାଖରୁ କର ବା ରାଜସ୍ୱ ନିଅନ୍ତି ? ସେମାନଙ୍କ ସନ୍ତାନଗଣଙ୍କଠାରୁ କିମ୍ବା ବିଦେଶୀମାନଙ୍କଠାରୁ ?
Matthew 22:21 in Oriya 21 ସେମାନେ କହିଲେ, କାଇସରଙ୍କର। ସେଥିରେ ସେ ସେମାନଙ୍କୁ କହିଲେ, ତେବେ କାଇସରଙ୍କର ଯାହା, ତାହା କାଇସରଙ୍କୁ ଦିଅ; ପୁଣି, ଈଶ୍ୱରଙ୍କର ଯାହା, ତାହା ଈଶ୍ୱରଙ୍କୁ ଦିଅ।
Mark 12:17 in Oriya 17 ସେଥିରେ ଯୀଶୁ ସେମାନଙ୍କୁ କହିଲେ, କାଇସରଙ୍କର ଯାହା, ତାହା କାଇସରଙ୍କୁ ଦିଅ; ପୁଣି, ଈଶ୍ୱରଙ୍କର ଯାହା, ତାହା ଈଶ୍ୱରଙ୍କୁ ଦିଅ। ତହିଁରେ ସେମାନେ ଯୀଶୁଙ୍କ କଥାରେ ଅତ୍ୟନ୍ତ ଚମତ୍କୃତ ହେଲେ।
Luke 20:25 in Oriya 25 ସେଥିରେ ସେ ସେମାନଙ୍କୁ କହିଲେ, ତେବେ ଯାହା କାଇସରଙ୍କର, ତାହା କାଇସରଙ୍କୁ ଦିଅ; ପୁଣି, ଯାହା ଈଶ୍ୱରଙ୍କର, ତାହା ଈଶ୍ୱରଙ୍କୁ ଦିଅ।
Luke 23:2 in Oriya 2 ଆଉ ସେମାନେ ଯୀଶୁଙ୍କ ବିରୁଦ୍ଧରେ ଅଭିଯୋଗ କରିବାକୁ ଲାଗିଲେ, ଆମ୍ଭେମାନେ ଦେଖିଲୁ, ଏ ଲୋକଟା ଆମ୍ଭମାନଙ୍କ ଜାତିକୁ ରାଜଦ୍ରୋହୀ କରୁଅଛି ଏବଂ କାଇସରଙ୍କୁ କର ଦେବା ନିଷେଧ କରୁଅଛି ଓ ଆପଣାକୁ ଖ୍ରୀଷ୍ଟ, ରାଜା ବୋଲି କହୁଅଛି।
Ephesians 5:33 in Oriya 33 ଯାହା ହେଉ, ତୁମ୍ଭେମାନେ ପ୍ରତ୍ୟେକେ ମଧ୍ୟ ଆପଣା ଆପଣା ସ୍ତ୍ରୀକୁ ଆତ୍ମତୁଲ୍ୟ ପ୍ରେମ କର, ଆଉ ସ୍ତ୍ରୀ ମଧ୍ୟ ଆପଣା ସ୍ୱାମୀକୁ ଭକ୍ତି କରୁ।
Ephesians 6:2 in Oriya 2 କାରଣ ତାହା ଯଥାର୍ଥ। “ଆପଣା ପିତାମାତାଙ୍କୁ ସମାଦର କର, (ଏହା ପ୍ରତିଜ୍ଞାଯୁକ୍ତ ଗୋଟିଏ ପ୍ରଧାନ ଆଜ୍ଞା),”
Ephesians 6:5 in Oriya 5 ହେ ଦାସମାନେ, ତୁମ୍ଭେମାନେ ଯେପରି ଖ୍ରୀଷ୍ଟଙ୍କର ଆଜ୍ଞାବହ ଅଟ, ସେହିପରି ଭୟ ଓ କମ୍ପ ସହ ହୃଦୟର ସରଳତାରେ ତୁମ୍ଭମାନଙ୍କ ଜାଗତିକ କର୍ତ୍ତାମାନଙ୍କର ଆଜ୍ଞାବହ ହୁଅ;
1 Timothy 5:13 in Oriya 13 ଆହୁରି ମଧ୍ୟ ସେମାନେ ଘର ଘର ବୁଲି ଅଳସୁଆ ହେବାକୁ ଶିଖନ୍ତି, ଆଉ କେବଳ ଆଳସ୍ୟ ନୁହେଁ, ମାତ୍ର ଅସାର କାହାଣୀ ଓ ପରଚର୍ଚ୍ଚା କରି ଅନାବଶ୍ୟକ କଥାବାର୍ତ୍ତା କରନ୍ତି।
1 Timothy 5:17 in Oriya 17 ଯେଉଁ ପ୍ରାଚୀନମାନେ ଉତ୍ତମ ରୂପେ ପରିଚାଳନା କରନ୍ତି, ବିଶେଷତଃ ଯେଉଁମାନେ ବାକ୍ୟପ୍ରଚାର ଓ ଶିକ୍ଷାଦାନରେ ପରିଶ୍ରମ କରନ୍ତି, ସେମାନେ ଦୁଇ ଗୁଣ ସମାଦର ପାଇବାର ଯୋଗ୍ୟ ବୋଲି ଗଣିତ ହୁଅନ୍ତୁ।
1 Timothy 6:1 in Oriya 1 ଯେତେ ଲୋକ ଦାସତ୍ୱରୂପ ଯୁଆଳିର ଅଧିନରେ ଅଛନ୍ତି, ସେମାନେ ଆପଣା ଆପଣା କର୍ତ୍ତାମାନଙ୍କୁ ଯଥୋଚିତ ସମ୍ମାନ ପାଇବାର ଯୋଗ୍ୟ ବୋଲି ଜାଣନ୍ତୁ, ଯେପରି ଇଶ୍ବରଙ୍କ ନାମ ଓ ଶିକ୍ଷାର ନିନ୍ଦା ନ ହୁଏ।
1 Peter 2:17 in Oriya 17 ସମସ୍ତଙ୍କୁ ସମାଦର କର, ଭାଇମାନଙ୍କୁ ପ୍ରେମ କର, ଈଶ୍ୱରଙ୍କୁ ଭୟ କର, ରାଜାଙ୍କୁ ସମାଦର କର।
1 Peter 3:7 in Oriya 7 ସେହି ପ୍ରକାରେ, ହେ ସ୍ୱାମୀମାନେ, ତୁମ୍ଭମାନଙ୍କ ପ୍ରାର୍ଥନାରେ ଯେପରି ବାଧା ନ ଜନ୍ମେ, ଏଥି ନିମନ୍ତେ ସ୍ତ୍ରୀମାନଙ୍କୁ ଅପେକ୍ଷାକୃତ ଦୁର୍ବଳାପାତ୍ରୀ ଓ ଆପଣାମାନଙ୍କ ସହିତ ଜୀବନରୂପ ଅନୁଗ୍ରହଦାନର ସହାଧିକାରିଣୀ ଜାଣି ସେମାନଙ୍କୁ ସମାଦର କର, ପୁଣି, ଜ୍ଞାନରେ ସେମାନଙ୍କର ସହିତ ବାସ କର।