Romans 14:13 in Oriya 13 ଏଣୁ ଆସ, ଆମ୍ଭେମାନେ ଆଉ ପରସ୍ପରର ବିଚାର ନ କରୁ; ମାତ୍ର କେହି ଯେପରି ଆପଣା ଭାଇର ବାଟରେ ବାଧାଜନକ କିମ୍ବା ବିଘ୍ନଜନକ ବିଷୟ ନ ରଖେ, ଏହା ତୁମ୍ଭେମାନେ ବିଚାର କର।
Other Translations King James Version (KJV) Let us not therefore judge one another any more: but judge this rather, that no man put a stumblingblock or an occasion to fall in his brother's way.
American Standard Version (ASV) Let us not therefore judge one another any more: but judge ye this rather, that no man put a stumblingblock in his brother's way, or an occasion of falling.
Bible in Basic English (BBE) Then let us not be judges of one another any longer: but keep this in mind, that no man is to make it hard for his brother, or give him cause for doubting.
Darby English Bible (DBY) Let us no longer therefore judge one another; but judge ye this rather, not to put a stumbling-block or a fall-trap before his brother.
World English Bible (WEB) Therefore let's not judge one another any more, but judge this rather, that no man put a stumbling block in his brother's way, or an occasion for falling.
Young's Literal Translation (YLT) no longer, therefore, may we judge one another, but this judge ye rather, not to put a stumbling-stone before the brother, or an offence.
Cross Reference Leviticus 19:14 in Oriya 14 ତୁମ୍ଭେ ବଧିରକୁ ଅଭିଶାପ ଦେବ ନାହିଁ ଓ ଅନ୍ଧ ଆଗରେ ଝୁଣ୍ଟିବାର ଦ୍ରବ୍ୟ ରଖିବ ନାହିଁ, ମାତ୍ର ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଭୟ କରିବ; ଆମ୍ଭେ ସଦାପ୍ରଭୁ।
2 Samuel 12:14 in Oriya 14 ତଥାପି ଏହି କର୍ମ ଦ୍ୱାରା ତୁମେ ସଦାପ୍ରଭୁଙ୍କୁ ନିନ୍ଦା କରିଅଛ, ଏହେତୁ ତୁମ୍ଭର ଏହି ଯେଉଁ ସନ୍ତାନ ଜନ୍ମିଅଛି, ସେ ନିଶ୍ଚୟ ମରିବ।”
Isaiah 57:14 in Oriya 14 ଆଉ, ସେ କହିବେ, “ତୁମ୍ଭେମାନେ ଉଚ୍ଚ କର, ଉଚ୍ଚ କର, ପଥ ପ୍ରସ୍ତୁତ କର, ଆମ୍ଭ ଲୋକମାନଙ୍କ ପଥରୁ ବିଘ୍ନ ଦୂର କର।”
Ezekiel 14:3 in Oriya 3 “ହେ ମନୁଷ୍ୟ-ସନ୍ତାନ, ଏହି ଲୋକମାନେ ଆପଣା ଆପଣା ଦେବତାକୁ ଆପଣା ଆପଣା ହୃଦୟକୁ ନେଇଅଛନ୍ତି ଓ ଆପଣାମାନଙ୍କର ଅଧର୍ମଜନକ ବିଘ୍ନ ଆପଣା ଆପଣା ସମ୍ମୁଖରେ ରଖିଅଛନ୍ତି; ଆମ୍ଭେ କି କୌଣସିମତେ ସେମାନଙ୍କୁ ଆମ୍ଭ ନିକଟରେ ଅନୁସନ୍ଧାନ କରିବାକୁ ଦେବା ?
Matthew 7:1 in Oriya 1 ତୁମ୍ଭେମାନେ ଯେପରି ବିଚାରିତ ନ ହେବ, ଏଥିପାଇଁ ବିଚାର କର ନାହିଁ।
Matthew 16:23 in Oriya 23 କିନ୍ତୁ ଯୀଶୁ ବୁଲିପଡ଼ି ପିତରଙ୍କୁ କହିଲେ, ମୋ ଆଗରୁ ଦୂର ହୁଅ, ଶୟତାନ, ତୁମ୍ଭେ ମୋର ବିଘ୍ନସ୍ୱରୂପ, କାରଣ ତୁମ୍ଭେ ଇଶ୍ବରଙ୍କ ବିଷୟ ନ ଭାବି ମନୁଷ୍ୟର ବିଷୟ ଭାବୁଅଛ।
Matthew 18:7 in Oriya 7 ହାୟ, ସଂସାର ବିଘ୍ନ ସକାଶେ ସନ୍ତାପର ପାତ୍ର; ବିଘ୍ନ ତ ନିଶ୍ଚୟ ଘଟିବ, କିନ୍ତୁ ହାୟ, ଯେଉଁ ଲୋକ ଦ୍ୱାରା ବିଘ୍ନ ଘଟେ, ସେ ସନ୍ତାପର ପାତ୍ର।
Luke 12:57 in Oriya 57 ଆଉ ନିଜେ ନିଜେ କାହିଁକି ନ୍ୟାୟବିଚାର କରୁ ନାହଁ ?
Luke 17:2 in Oriya 2 ଏହି ସାନ ପିଲାମାନଙ୍କ ମଧ୍ୟରୁ ଜଣକର ବାଧାର କାରଣ ହେବା ଅପେକ୍ଷା ବରଂ ତାହା ବେକରେ ଗୋଟିଏ ଚକିପଥର ଟଙ୍ଗାଯାଇ ତାହାକୁ ସମୁଦ୍ରରେ ପକାଇ ଦିଆଯାଇଥିଲେ ତାହା ପାଇଁ ଭଲ ହୋଇଥାନ୍ତା।
Romans 9:32 in Oriya 32 କାହିଁକି ? କାରଣ ସେମାନେ ବିଶ୍ୱାସ ଦ୍ୱାରା ତାହା ନ ଖୋଜି କର୍ମ ଦ୍ୱାରା ଖୋଜୁଥିଲେ। ସେମାନେ ସେହି ବାଧାଜନକ ପ୍ରସ୍ତରରେ ଝୁଣ୍ଟି ପଡ଼ିଲେ,
Romans 11:9 in Oriya 9 ପୁଣି, ଦାଉଦ କହନ୍ତି, “ସେମାନଙ୍କର ଭୋଜନ ଫାନ୍ଦ ଓ ଫାଶ ପରି ହେଉ, ପୁଣି, ସେମାନଙ୍କ ପ୍ରତି ତାହା ବିଘ୍ନ ଓ ପ୍ରତିଶୋଧସ୍ୱରୂପ ହେଉ।'
Romans 14:4 in Oriya 4 ତୁମ୍ଭେ କିଏ ଯେ ଅନ୍ୟର ଦାସର ବିଚାର କରୁଅଛ ? ସେ ଆପଣା ପ୍ରଭୁ ନିକଟରେ ସ୍ଥିର ରୁହେ ବା ପତିତ ହୁଏ; ହଁ, ତାହାକୁ ସ୍ଥିର ରଖାଯିବ, କାରଣ ତାହାକୁ ସ୍ଥିର ରଖିବାକୁ ପ୍ରଭୁଙ୍କର ଶକ୍ତି ଅଛି।
Romans 14:10 in Oriya 10 କିନ୍ତୁ ତୁମ୍ଭେ କାହିଁକି ଆପଣା ଭାଇର ବିଚାର କରୁଅଛ ? କିମ୍ବା ତୁମ୍ଭେ କାହିଁକି ଆପଣା ଭାଇକୁ ତୁଚ୍ଛ କରୁଅଛ ? ଆମ୍ଭେମାନେ ସମସ୍ତେ ତ ଇଶ୍ବରଙ୍କ ବିଚାରାସନ ଛାମୁରେ ଠିଆ ହେବା।
Romans 16:17 in Oriya 17 ହେ ଭାଇମାନେ, ତୁମ୍ଭେମାନେ ଯେଉଁ ଶିକ୍ଷା ପାଇଅଛ, ସେଥିର ବିପରୀତ ଯେଉଁମାନେ ଦଳଭେଦ ଓ ବିଘ୍ନର କାରଣ ଘଟାନ୍ତି, ସେମାନଙ୍କୁ ଚିହ୍ନି ରଖି ସେମାନଙ୍କଠାରୁ ପୃଥକ ରହିବା ପାଇଁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି;
1 Corinthians 8:9 in Oriya 9 କିନ୍ତୁ ସାବଧାନ, କାଳେ ତୁମ୍ଭମାନଙ୍କର ଏହି ଅଧିକାର ଦୁର୍ବଳମାନଙ୍କର ଝୁଣ୍ଟିବାର କାରଣ ହୁଏ।
1 Corinthians 10:32 in Oriya 32 ଯିହୂଦୀ ବା ଗ୍ରୀକ୍ ବା ଇଶ୍ବରଙ୍କ ମଣ୍ଡଳୀ, କାହାରି ଝୁଣ୍ଟିବାର କାରଣ ହୁଅ ନାହିଁ,
1 Corinthians 11:13 in Oriya 13 ତୁମ୍ଭେମାନେ ନିଜେ ନିଜେ ବିଚାର କର, ମସ୍ତକ ଆଚ୍ଛାଦନ ନ କରି ଇଶ୍ବରଙ୍କ ନିକଟରେ ପ୍ରାର୍ଥନା କରିବା ସ୍ତ୍ରୀ ପକ୍ଷରେ କ'ଣ ଉପଯୁକ୍ତ ?
2 Corinthians 5:14 in Oriya 14 କାରଣ ଖ୍ରୀଷ୍ଟଙ୍କ ପ୍ରେମ ଆମ୍ଭମାନଙ୍କୁ ବଶରେ ରଖି ଚଳାଉଅଛି, ଯେଣୁ ଆମ୍ଭେମାନେ ଏହି ବିଚାର କରିଅଛୁ ଯେ, ଜଣେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କରିଥିବାରୁ ସମସ୍ତେ ମୃତ ହେଲେ;
2 Corinthians 6:3 in Oriya 3 ଯେପରି ଆମ୍ଭମାନଙ୍କ ସେବକପଦ ନିନ୍ଦିତ ନ ହୁଏ,ସେଥିପାଇଁ ଆମ୍ଭେମାନେ କୌଣସି ବିଷୟରେ ବାଧା ନ ଦେଉ,
Philippians 1:10 in Oriya 10 ଯେପରି ତୁମ୍ଭେମାନେ ଉତ୍କୃଷ୍ଟ ବିଷୟଗୁଡ଼ିକ ସମର୍ଥନ କରି ପାର, ପୁଣି, ଇଶ୍ବରଙ୍କ ଗୌରବ ଓ ପ୍ରଶଂସା ଉଦ୍ଦେଶ୍ୟରେ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଧାର୍ମିକତାର ଯେଉଁ ଫଳ,
1 Timothy 5:14 in Oriya 14 ଅତଏବ, ମୋହର ଇଚ୍ଛା, ଯୁବତୀ ବିଧବାମାନେ ବିବାହ କରନ୍ତୁ, ସନ୍ତାନ ପ୍ରସବ କରନ୍ତୁ, ଗୃହକାର୍ଯ୍ୟ ପରିଚାଳନା କରନ୍ତୁ, ନିନ୍ଦା କରିବା ପାଇଁ ଶତ୍ରୁକୁ କୌଣସି ସୁଯୋଗ ନ ଦେଉନ୍ତୁ;
James 2:4 in Oriya 4 କିମ୍ବା ମୋହର ଗୋଡ଼ ତଳେ ବସ, ତାହାହେଲେ ତୁମ୍ଭେମାନେ କ'ଣ ଆପଣା ଆପଣା ମଧ୍ୟରେ ଭେଦାଭେଦ ରଖି ବିପରୀତ ବ୍ୟବହାର ଏବଂ ମନ୍ଦ ଭାବରେ ବିଚାର କରୁ ନାହଁ ?
James 4:11 in Oriya 11 ହେ ଭାଇମାନେ, ତୁମ୍ଭେମାନେ ପରସ୍ପରର ଗ୍ଳାନି କର ନାହିଁ; ଯେ ଭାଇର ଗ୍ଳାନି କରେ କିମ୍ବା ଭାଇର ବିଚାର କରେ, ସେ ମୋଶାଙ୍କ ବ୍ୟବସ୍ଥାର ଗ୍ଲାନି କରେ ଓ ସେଥିର ବିଚାର କରେ; କିନ୍ତୁ ତୁମ୍ଭେ ଯଦି ମୋଶାଙ୍କ ବ୍ୟବସ୍ଥାର ବିଚାର କର, ତାହାହେଲେ ତୁମ୍ଭେ ମୋଶାଙ୍କ ବ୍ୟବସ୍ଥାର ପାଳନକାରୀ ନ ହୋଇ ସେଥିର ବିଚାରକର୍ତ୍ତା ଅଟ।
1 John 2:10 in Oriya 10 ଯେ ଆପଣା ଭାଇକୁ ପ୍ରେମ କରେ, ସେ ଜ୍ୟୋତିଃରେ ରହେ, ପୁଣି, ତାହାଠାରେ ଝୁଣ୍ଟିବାର କୌଣସି କାରଣ ନାହିଁ।
Revelation 2:14 in Oriya 14 କିନ୍ତୁ ତୁମ୍ଭ ବିରୁଦ୍ଧରେ ଆମ୍ଭର କଥା ଅଛି, ଯେଉଁ ବିଲୀୟାମ ଦେବପ୍ରସାଦ (ଭୋଗ) ଭୋଜନ ଓ ବେଶ୍ୟାଗମନରୂପ ଫାନ୍ଦ ଇସ୍ରାଏଲ ସନ୍ତାନମାନଙ୍କ ସମ୍ମୁଖରେ ପକାଇବାକୁ ବାଲାକକୁ ଶିକ୍ଷା ଦେଇଥିଲା, ତାହାର ମତାବଲମ୍ୱୀ କେତେକ ଜଣ ତୁମ୍ଭ ମଧ୍ୟରେ ସେଠାରେ ଅଛନ୍ତି।