Romans 15:14 in Oriya 14 ଆଉ ହେ ମୋହର ଭାଇମାନେ, ତୁମ୍ଭେମାନେ ଯେ ଆପେ ଆପେ ମଙ୍ଗଳଭାବରେ ଓ ସମସ୍ତ ଜ୍ଞାନରେ ପରିପୂର୍ଣ୍ଣ; ପୁଣି, ପରସ୍ପରକୁ ଚେତନା ଦେବା ନିମନ୍ତେ ମଧ୍ୟ ସକ୍ଷମ, ଏହା ମୁଁ ନିଜେ ସୁଦ୍ଧା ତୁମ୍ଭମାନଙ୍କ ବିଷୟରେ ନିଶ୍ଚୟ ବୋଧ କରୁଅଛି।
Other Translations King James Version (KJV) And I myself also am persuaded of you, my brethren, that ye also are full of goodness, filled with all knowledge, able also to admonish one another.
American Standard Version (ASV) And I myself also am persuaded of you, my brethren, that ye yourselves are full of goodness, filled with all knowledge, able also to admonish one another.
Bible in Basic English (BBE) And I myself am certain of you, brothers, that you are full of what is good, complete in all knowledge, able to give direction to one another.
Darby English Bible (DBY) But I am persuaded, my brethren, I myself also, concerning you, that yourselves also are full of goodness, filled with all knowledge, able also to admonish one another.
World English Bible (WEB) I myself am also persuaded about you, my brothers{The word for "brothers" here and where context allows may also be correctly translated "brothers and sisters" or "siblings."}, that you yourselves are full of goodness, filled with all knowledge, able also to admonish others.
Young's Literal Translation (YLT) And I am persuaded, my brethren -- I myself also -- concerning you, that ye yourselves also are full of goodness, having been filled with all knowledge, able also one another to admonish;
Cross Reference 1 Corinthians 1:5 in Oriya 5 କାରଣ ତାହାଙ୍କଠାରେ ସମସ୍ତ ବିଷୟରେ, ବିଶେଷତଃ ସମସ୍ତ ପ୍ରକାର ଶିକ୍ଷାଦାନରେ ଓ ସମସ୍ତ ପ୍ରକାର ଜ୍ଞାନରେ ତୁମ୍ଭେମାନେ ଧନବାନ ହୋଇଅଛ;
1 Corinthians 8:1 in Oriya 1 ଦେବପ୍ରସାଦ ସମ୍ବନ୍ଧରେ ମୋହର ଉତ୍ତର ଏହି, ଆମ୍ଭ ସମସ୍ତଙ୍କର ଜ୍ଞାନ ଅଛି ବୋଲି ତୁମ୍ଭେମାନେ ଯାହା କହୁଅଛ, ତାହା ଆମ୍ଭେମାନେ ଜାଣୁ। ଜ୍ଞାନ ଅହଙ୍କାର ଜନ୍ମାଏ, କିନ୍ତୁ ପ୍ରେମରୁ ନିଷ୍ଠା ଜାତ ହୁଏ।
1 Corinthians 8:7 in Oriya 7 ତଥାପି ସମସ୍ତଙ୍କର ଏହି ଜ୍ଞାନ ନାହିଁ; କିନ୍ତୁ କେତେକ ଲୋକ ଏପର୍ଯ୍ୟନ୍ତ ଦେବତା ଅଛି ବୋଲି ଭାବି ଦେବପ୍ରସାଦ ଭୋଜନ କରନ୍ତି, ଆଉ ସେମାନଙ୍କର ବିବେକ ଦୁର୍ବଳ ଥିବାରୁ କଳୁଷିତ ହୁଏ।
1 Corinthians 8:10 in Oriya 10 କାରଣ ଜ୍ଞାନୀ ଯେ ତୁମ୍ଭେ, ତୁମ୍ଭକୁ ଯଦି କେହି ପ୍ରତିମାର ମନ୍ଦିରରେ ଭୋଜନରେ ବସିବାର ଦେଖେ, ତେବେ ସେ ଦୁର୍ବଳ ହୋଇଥିଲେ ତା'ର ବିବେକ କ'ଣ ଦେବପ୍ରସାଦ ଭୋଜନ କରିବାକୁ ସାହସିକ ହେବ ନାହିଁ ?
1 Corinthians 12:8 in Oriya 8 କାରଣ ଜଣକୁ ଆତ୍ମାଙ୍କ ଦ୍ୱାରା ବୁଦ୍ଧିର ବାକ୍ୟ, ଅନ୍ୟ ଜଣକୁ ସେହି ଆତ୍ମାଙ୍କ ଶିକ୍ଷାନୁଯାୟୀ ଜ୍ଞାନର ବାକ୍ୟ,
1 Corinthians 13:2 in Oriya 2 ଆଉ, ଯଦି ମୋହର ଭାବବାଣୀ କହିବାର ଶକ୍ତି ଥାଏ ଏବଂ ମୁଁ ସମସ୍ତ ନିଗୂଢ଼ତତ୍ତ୍ୱ ଓ ସମସ୍ତ ଜ୍ଞାନରେ ପାରଦର୍ଶୀ ହୋଇଥାଏ, ପୁଣି, ପର୍ବତକୁ ସ୍ଥାନାନ୍ତର କରିବା ନିମନ୍ତେ ମୋହର ସମ୍ପୂର୍ଣ୍ଣ ବିଶ୍ୱାସ ଥାଏ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ କିଛି ନୁହେଁ।
Ephesians 5:9 in Oriya 9 (କାରଣ ସମସ୍ତ ପ୍ରକାର ଉତ୍ତମତା, ଧାର୍ମିକତା ଓ ସତ୍ୟ ଆଲୋକର ଫଳ ସ୍ଵରୂପ),
Philippians 1:7 in Oriya 7 ଆଉ ତୁମ୍ଭ ସମସ୍ତଙ୍କ ବିଷୟରେ ମୋହର ଏପରି ଭାବିବା ଉଚିତ୍, ଯେଣୁ ତୁମ୍ଭେ ସମସ୍ତେ ମୋହର ବନ୍ଧନରେ ଯେପରି, ସୁସମାଚାର ପକ୍ଷ ସମର୍ଥନ ଓ ସେଥିର ସତ୍ୟ ପ୍ରମାଣ କରିବାରେ ସେହିପରି ମୋ' ସହିତ ଅନୁଗ୍ରହର ସହଭାଗୀ ଅଟ, ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କୁ ହୃଦୟରେ ଧାରଣ କରିଅଛି।
Philippians 1:11 in Oriya 11 ସେଥିରେ ପରିପୂର୍ଣ୍ଣ ହୋଇ ଖ୍ରୀଷ୍ଟଙ୍କ ଦିନରେ ଶୁଦ୍ଧ ଓ ଅନିନ୍ଦନୀୟ ହୁଅ।
Colossians 1:8 in Oriya 8 ସେ ମଧ୍ୟ ଆତ୍ମାରେ ତୁମ୍ଭମାନଙ୍କ ପ୍ରେମ ବିଷୟ ଆମ୍ଭମାନଙ୍କୁ ଜଣାଇ ଅଛନ୍ତି।
Colossians 3:16 in Oriya 16 ଖ୍ରୀଷ୍ଟଙ୍କ ବାକ୍ୟ ପ୍ରଚୁରଭାବେ ତୁମ୍ଭମାନଙ୍କଠାରେ ବାସ କରୁ; ତୁମ୍ଭେମାନେ ପରସ୍ପରକୁ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଓ ଚେତନା ଦିଅ, ପୁଣି, ଇଶ୍ବରଙ୍କ ଉଦ୍ଦେଶ୍ୟରେ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା କୃତଜ୍ଞ ହୃଦୟରେ ଗାନ କର।
1 Thessalonians 5:11 in Oriya 11 ଏଣୁ ଯେପରି କରୁଅଛ, ସେହିପରି ପରସ୍ପରକୁ ସାନ୍ତ୍ୱନା ଦିଅ, ପୁଣି, ପରସ୍ପରର ନିଷ୍ଠା ଜନ୍ମାଅ।
1 Thessalonians 5:14 in Oriya 14 ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ନିବେଦନ କରୁଅଛୁ, ଅବିହିତ ଆଚରଣ କରୁଥିବା ଲୋକମାନଙ୍କୁ ଚେତନା ଦିଅ, ସାହସ ହୀନମାନଙ୍କୁ ସାନ୍ତ୍ୱନା ଦିଅ, ଦୁର୍ବଳମାନଙ୍କୁୁ ସାହାଯ୍ୟ କର, ସମସ୍ତଙ୍କ ପ୍ରତି ଦୀର୍ଘସହିଷ୍ଣୁ ହୁଅ।
2 Timothy 1:5 in Oriya 5 କାରଣ ଯେଉଁ ଅକପଟ ବିଶ୍ୱାସ ତୁମ୍ଭର ଜେଜେମା ଲୋୟି ଓ ତୁମ୍ଭର ମା ଇଉନୀକୀଙ୍କ ଠାରେ ଥିଲା, ପୁଣି, ତୁମ୍ଭଠାରେ ମଧ୍ୟ ଅଛି ବୋଲି ମୋହର ଦୃଢ଼ ବିଶ୍ୱାସ, ତୁମ୍ଭର ସେହି ଅକପଟ ବିଶ୍ୱାସ ବିଷୟରେ ମୁଁ ଖବର ପାଇଅଛି।
Titus 2:3 in Oriya 3 ପୁଣି, ବୃଦ୍ଧ ସ୍ତ୍ରୀମାନଙ୍କୁ ସେହିପରି ପରନିନ୍ଦୁକା ଓ ମଦ୍ୟପାନରେ ଆସକ୍ତା ନ ହୋଇ ଶୁଦ୍ଧାଚାରିଣୀ ହେବାକୁ ଓ ସୁଶିକ୍ଷା ଦେବାକୁ ଅନୁରୋଧ କର;
Philemon 1:21 in Oriya 21 ତୁମ୍ଭର ଆଜ୍ଞାବହତାରେ ମୋହର ବିଶ୍ୱାସ ଥିବାରୁ ମୁଁ ତୁମ୍ଭକୁ ଲେଖୁଅଛି; ମୁଁ ଜାଣେ ଯେ, ମୁଁ ଯାହା କହୁଅଛି, ତୁମ୍ଭେ ତା'ଠାରୁ ଅଧିକ ମଧ୍ୟ କରିବ।
Hebrews 5:12 in Oriya 12 କାରଣ ଯଦ୍ୟପି ଏତେ ସମୟ ମଧ୍ୟରେ ତୁମ୍ଭମାନଙ୍କର ଶିକ୍ଷକ ହେବା ଉଚିତ୍ ଥିଲା, ତଥାପି ଇଶ୍ବରଙ୍କ ବାକ୍ୟର ପ୍ରାଥମିକ ମୌଳିକ ସୂତ୍ରଗୁଡ଼ିକ କେହି ଯେ ତୁମ୍ଭମାନଙ୍କୁ ଶିକ୍ଷା ଦିଏ, ଏହା ପୁନର୍ବାର ତୁମ୍ଭମାନଙ୍କର ପ୍ରୟୋଜନ ଅଛି; ଗୁରୁପାକ ଖାଦ୍ୟ ପ୍ରୟୋଜନ ନ ହୋଇ ଦୁଗ୍ଧ ତୁମ୍ଭମାନଙ୍କର ପ୍ରୟୋଜନ।
Hebrews 6:9 in Oriya 9 କିନ୍ତୁ ହେ ପ୍ରିୟମାନେ, ଆମ୍ଭେମାନେ ଯଦ୍ୟପି ଏହିପରି କହୁଅଛୁ, ତଥାପି ତୁମ୍ଭମାନଙ୍କ ଅବସ୍ଥା ଯେ ତାହାଠାରୁ ଉତ୍ତମ ଓ ପରିତ୍ରାଣସଂଯୁକ୍ତ, ଏହା ଆମ୍ଭେମାନେ ଦୃଢ଼ରୂପେ ବିଶ୍ୱାସ କରୁଅଛୁ।
Hebrews 10:24 in Oriya 24 ପୁଣି, ପ୍ରେମ ଓ ସତ୍କ୍ରିୟାରେ ପ୍ରବର୍ତ୍ତାଇବା ନିମନ୍ତେ ପରସ୍ପର ବିଷୟରେ ମନୋଯୋଗ କରୁ,
2 Peter 1:5 in Oriya 5 ହଁ, ଏହି କାରଣରୁ ତୁମ୍ଭେମାନେ ଅତି ଯତ୍ନ ସହକାରେ ବିଶ୍ୱାସ ସହିତ ସଦ୍ଗୁଣ, ସଦ୍ଗୁଣ ସହିତ ଜ୍ଞାନ,
2 Peter 1:12 in Oriya 12 ଅତଏବ, ତୁମ୍ଭେମାନେ ଯଦ୍ୟପି ଏହି ସବୁ ବିଷୟ ଜାଣ ଓ ପ୍ରାପ୍ତ ସତ୍ୟରେ ସ୍ଥିରୀକୃତ ହୋଇଅଛ, ତଥାପି ମୁଁ ଏହି ସବୁ ବିଷୟ ତୁମ୍ଭମାନଙ୍କୁ ସ୍ମରଣ କରାଇବାକୁ ସର୍ବଦା ପ୍ରସ୍ତୁତ ହୋଇ ରହିବି।
1 John 2:21 in Oriya 21 ତୁମ୍ଭେମାନେ ସତ୍ୟ ଜାଣି ନ ଥିବାରୁ ମୁଁ ଯେ ତୁମ୍ଭମାନଙ୍କ ନିକଟକୁ ଲେଖିଲି, ତାହା ନୁହେଁ, ମାତ୍ର ତୁମ୍ଭେମାନେ ସତ୍ୟ ଜାଣିଥିବାରୁ ଓ କୌଣସି ମିଥ୍ୟା ସତ୍ୟରୁ ଜାତ ହୁଏ ନାହିଁ ବୋଲି ଜାଣିଥିବାରୁ ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି।
Jude 1:20 in Oriya 20 କିନ୍ତୁ, ହେ ପ୍ରିୟମାନେ, ତୁମ୍ଭେମାନେ ଆପଣାମାନଙ୍କ ଅତି ପବିତ୍ର ବିଶ୍ୱାସ ଉପରେ ଧର୍ମ ଜୀବନରୂପ ଗୃହ ନିର୍ମାଣ କର, ପବିତ୍ର ଆତ୍ମାରେ ପ୍ରାର୍ଥନା କର,