Romans 15:19 in Oriya 19 ଏହି ପ୍ରକାରେ ଯିରୂଶାଲମଠାରୁ ଇଲ୍ଲୁରିକ ପର୍ଯ୍ୟନ୍ତ ଚତୁର୍ଦ୍ଦିଗରେ ମୁଁ ଖ୍ରୀଷ୍ଟଙ୍କ ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାର କରିଅଛି,
Other Translations King James Version (KJV) Through mighty signs and wonders, by the power of the Spirit of God; so that from Jerusalem, and round about unto Illyricum, I have fully preached the gospel of Christ.
American Standard Version (ASV) in the power of signs and wonders, in the power of the Holy Spirit; so that from Jerusalem, and round about even unto Illyricum, I have fully preached the gospel of Christ;
Bible in Basic English (BBE) By signs and wonders, in the power of the Holy Spirit; so that from Jerusalem and round about as far as Illyricum I have given all the good news of Christ;
Darby English Bible (DBY) in [the] power of signs and wonders, in [the] power of [the] Spirit of God; so that I, from Jerusalem, and in a circuit round to Illyricum, have fully preached the glad tidings of the Christ;
World English Bible (WEB) in the power of signs and wonders, in the power of God's Spirit; so that from Jerusalem, and around as far as to Illyricum, I have fully preached the Gospel of Christ;
Young's Literal Translation (YLT) in power of signs and wonders, in power of the Spirit of God; so that I, from Jerusalem, and in a circle as far as Illyricum, have fully preached the good news of the Christ;
Cross Reference Matthew 12:28 in Oriya 28 କିନ୍ତୁ ମୁଁ ଯଦି ଇଶ୍ବରଙ୍କ ଆତ୍ମାଙ୍କ ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ, ତେବେ ତ ଇଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲାଣି।
John 4:48 in Oriya 48 ସେଥିରେ ଯୀଶୁ ତାଙ୍କୁ କହିଲେ, ଚିହ୍ନ ଓ ଅଦ୍ଭୁତ କର୍ମମାନ ନ ଦେଖିଲେ ତୁମ୍ଭେମାନେ କୌଣସି ପ୍ରକାରେ ବିଶ୍ୱାସ କରିବ ନାହିଁ।
Acts 1:8 in Oriya 8 କିନ୍ତୁ ପବିତ୍ର ଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହୁଅନ୍ତେ, ତୁମ୍ଭେମାନେ ଶକ୍ତି ପ୍ରାପ୍ତ ହେବ, ଆଉ ଯିରୂଶାଲମ, ସମସ୍ତ ଯିହୂଦା ପ୍ରଦେଶ ଓ ଶମିରୋଣ, ପୁଣି, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ସୁଦ୍ଧା ମୋହର ସାକ୍ଷୀ ହେବ।”
Acts 9:28 in Oriya 28 ଆଉ,ସେ ସେମାନଙ୍କ ସହିତ ଯିରୂଶାଲମରେ ଗମନାଗମନ କରି,
Acts 13:4 in Oriya 4 ଏହି ପ୍ରକାରେ ସେମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ପ୍ରେରିତ ହୋଇ ସେଲୂକିଆକୁ ଗଲେ; ସେଠାରୁ ସେମାନେ ଜାହାଜରେ ଚଢ଼ି କୁପ୍ରକୁ ଗଲେ।
Acts 13:14 in Oriya 14 ସେମାନେ ପର୍ଗୀଠାରେ ଯାତ୍ରା କରି ପିସିଦିଆର ଆନ୍ତିୟଖିଆରେ ପହଞ୍ଚିଲେ, ଆଉ ବିଶ୍ରାମବାରରେ ସମାଜଗୃହକୁ ଯାଇ ବସିଲେ।
Acts 13:51 in Oriya 51 ସେଥିରେ ସେମାନେ ଆପଣା ଆପଣା ପାଦର ଧୂଳି ସେମାନଙ୍କ ବିରୁଦ୍ଧରେ ଝାଡ଼ିଦେଇ ଇକନୀୟକୁ ଗଲେ,
Acts 14:6 in Oriya 6 ସେତେବେଳେ ସେମାନେ ତାହା ଜାଣି ପାରି ଲୁକାୟନିଆର ଲୁସ୍ତ୍ରା ଓ ଦର୍ବୀ ନଗର ପୁଣି, ଚାରିଆଡ଼ର ଅଞ୍ଚଳକୁ ପଳାଇଗଲେ,
Acts 14:10 in Oriya 10 ତୁମ୍ଭର ପାଦର ଭାର ଦେଇ ସିଧା ଠିଆ ହୁଅ। ସେଥିରେ ସେ କୁଦା ମାରି ଚାଲିବାକୁ ଲାଗିଲା।
Acts 14:20 in Oriya 20 ମାତ୍ର ଶିଷ୍ୟମାନେ ତାହାଙ୍କୁ ଘେରି ଠିଆ ହୁଅନ୍ତେ ସେ ଉଠି ନଗର ମଧ୍ୟରେ ପ୍ରବେଶ କଲେ। ପରଦିନ ସେ ବର୍ଣ୍ଣବ୍ବାଙ୍କ ସହିତ ଦର୍ବୀକୁ ବାହାରିଗଲେ।
Acts 14:25 in Oriya 25 ଆଉ ପର୍ଗୀରେ ବାକ୍ୟ ପ୍ରଚାର କରି ଆତ୍ତାଲିଆକୁ ଗଲେ।
Acts 15:12 in Oriya 12 ଏଥିରେ ସଭାସ୍ଥ ସମସ୍ତେ ନୀରବ ରହିଲେ, ଆଉ ବର୍ଣ୍ଣବ୍ବା ଓ ପାଉଲଙ୍କ ଦ୍ୱାରା ଅଣଯିହୂଦୀମାନଙ୍କ ମଧ୍ୟରେ ଈଶ୍ୱର ଯେ ସମସ୍ତ ଲକ୍ଷଣ ଓ ଅଦ୍ଭୁତ କର୍ମମାନ ସାଧନ କରିଥିଲେ, ସେମାନଙ୍କଠାରୁ ସେଥିର ବିବରଣୀ ଶୁଣିବାକୁ ଲାଗିଲେ।
Acts 16:6 in Oriya 6 ସେମାନେ ଆସିଆରେ ବାକ୍ୟ ପ୍ରଚାର କରିବାକୁ ପବିତ୍ର ଆତ୍ମାଙ୍କ ଦ୍ୱାରା ନିବାରିତ ହୋଇ ଫ୍ରୁଗିଆ ଓ ଗାଲାତୀୟ ଅଞ୍ଚଳ ଦେଇ ଯାତ୍ରା କଲେ,
Acts 16:18 in Oriya 18 ସେ ଅନେକ ଦିନ ପର୍ଯ୍ୟନ୍ତ ଏହା କଲା। କିନ୍ତୁ ପାଉଲ ବିରକ୍ତ ହୋଇ ବୁଲିପଡ଼ି ସେହି ଆତ୍ମାକୁ କହିଲେ, ତାହାଠାରୁ ବାହାରିଯିବାକୁ ମୁଁ ତୋତେ ଯୀଶୁଖ୍ରୀଷ୍ଟଙ୍କ ନାମରେ ଆଜ୍ଞା ଦେଉଅଛି। ଏଥିରେ ସେ ସେହି ମୁହୁର୍ତ୍ତରେ ବାହାରିଗଲା।
Acts 17:10 in Oriya 10 ପୁଣି, ଭାଇମାନେ ଅବିଳମ୍ବରେ ପାଉଲ ଓ ଶୀଲାଙ୍କୁ ରାତି ସମୟରେ ବେରିୟାକୁ ପଠାଇଦେଲେ; ସେମାନେ ସେହି ସ୍ଥାନରେ ପହଞ୍ଚି ଯିହୂଦୀମାନଙ୍କ ସମାଜଗୃହକୁ ଗଲେ।
Acts 17:15 in Oriya 15 କିନ୍ତୁ ଯେଉଁମାନେ ପାଉଲଙ୍କୁ ସାଙ୍ଗରେ ଘେନିଗଲେ, ସେମାନେ ତାହାଙ୍କୁ ଏଥେନ୍ସ୍ ପର୍ଯ୍ୟନ୍ତ ଆଣିଲେ, ଆଉ ଶୀଲା ଓ ତୀମଥି ଯେପରି ଅତିଶୀଘ୍ର ତାହାଙ୍କ ନିକଟକୁ ଆସନ୍ତି, ଏହି ଆଜ୍ଞା ପାଇ ସେମାନେ ପ୍ରସ୍ଥାନ କଲେ।
Acts 18:1 in Oriya 1 ଏହି ସମସ୍ତ ଘଟଣା ପରେ ପାଉଲ ଆଥିନୀରୁ ପ୍ରସ୍ଥାନ କରି କରିନ୍ଥକୁ ଆସିଲେ।
Acts 18:19 in Oriya 19 ପରେ ସେମାନେ ଏଫିସକୁ ଆସିଲେ, ପୁଣି, ସେ ସେ ସ୍ଥାନରେ ସେମାନଙ୍କୁ ଛାଡ଼ି ନିଜେ ସମାଜଗୃହରେ ପ୍ରବେଶ କରି ଯିହୂଦୀମାନଙ୍କୁ ଉପଦେଶ ଦେଲେ।
Acts 19:1 in Oriya 1 ଆପଲ୍ଲ କରିନ୍ଥରେ ଥିବା ସମୟରେ ପାଉଲ ପୂର୍ବ ଅଞ୍ଚଳ ଦେଇ ଯାତ୍ରା କରି ଏଫିସ ନଗରକୁ ଆସି କେତେକ ଶିଷ୍ୟଙ୍କ ଦେଖାପାଇଲେ।
Acts 19:11 in Oriya 11 ପୁଣି, ଈଶ୍ୱର ପାଉଲଙ୍କ ହସ୍ତ ଦ୍ୱାରା ଅସାମାନ୍ୟ ଅଦ୍ଭୁତ କାର୍ଯ୍ୟ ସାଧନ କରୁଥିଲେ,
Acts 20:1 in Oriya 1 ସେହି ଗଣ୍ଡଗୋଳ ବନ୍ଦ ହେବା ପରେ ପାଉଲ ଶିଷ୍ୟମାନଙ୍କୁ ଡକାଇ ସେମାନଙ୍କୁ ଉତ୍ସାହ ଦେଲେ, ଆଉ ସେମାନଙ୍କଠାରୁ ବିଦାୟ ନେଇ ମାକିଦନିଆକୁ ଯିବା ନିମନ୍ତେ ପ୍ରସ୍ଥାନ କଲେ
Acts 20:6 in Oriya 6 ଆଉ, ଖମୀରଶୂନ୍ୟ ରୁଟିର ପର୍ବ ପରେ ଆମ୍ଭେମାନେ ଜାହାଜରେ ଚଢ଼ି ଫିଲିପ୍ପୀରୁ ଯାତ୍ରା କଲୁ, ପୁଣି, ପାଞ୍ଚ ଦିନରେ ତ୍ରୋୟାରେ ସେମାନଙ୍କ ନିକଟକୁ ଆସିଲୁ; ଆମ୍ଭେମାନେ ସେହି ସ୍ଥାନରେ ସାତ ଦିନ ରହିଲୁ।
Acts 20:20 in Oriya 20 କିପରି କୌଣସି ହିତକର ବିଷୟ ତୁମ୍ଭମାନଙ୍କ ପାଖରେ ଜଣାଇବାକୁ ପୁଣି, ପ୍ରକାଶରେ ଓ ଘରେ ଘରେ ତୁମ୍ଭମାନଙ୍କୁ
Acts 22:17 in Oriya 17 ଏଥିଉତ୍ତାରେ ମୁଁ ଯିରୂଶାଲମକୁ ଫେରିଆସି ମନ୍ଦିରରେ ପ୍ରାର୍ଥନା କରୁଥିବା ସମୟରେ ମୂର୍ଚ୍ଛିତ ହୋଇ ତାହାଙ୍କୁ ଦର୍ଶନ କଲି।
Romans 1:14 in Oriya 14 ଗ୍ରୀକ୍ କି ବର୍ବର, ଶିକ୍ଷିତ କି ଅଶିକ୍ଷିତ, ସମସ୍ତଙ୍କ ନିକଟରେ ମୁଁ ଋଣୀ।
Romans 15:24 in Oriya 24 ମୁଁ ସ୍ପେନକୁ ଯିବା ସମୟରେ ଆସିବି; କାରଣ ବାଟରେ ତୁମ୍ଭମାନଙ୍କୁ ସାକ୍ଷାତ କରି ପ୍ରଥମରେ ତୁମ୍ଭମାନଙ୍କ ସହଭାଗିତାରେ କେତେକ ପରିମାଣରେ ତୃପ୍ତିଲାଭ କଲା ଉତ୍ତାରେ ସେ ସ୍ଥାନକୁ ଯିବା ନିମନ୍ତେ ତୁମ୍ଭେମାନେ ମୋତେ ବାଟ ବଳାଇଦେବ ବୋଲି ଆଶା କରୁଅଛି।
1 Corinthians 12:4 in Oriya 4 ଅନୁଗ୍ରହ ଦାନ ବିଭିନ୍ନ ପ୍ରକାର, କିନ୍ତୁ ଆତ୍ମା ଏକ;
2 Corinthians 12:12 in Oriya 12 ଯେ ସମସ୍ତ ଚିହ୍ନ ଓ ଅଦ୍ଭୁତ କର୍ମ ପୁଣି, ଶକ୍ତିର କାର୍ଯ୍ୟ ପ୍ରେରିତଙ୍କ ଲକ୍ଷଣ ସ୍ୱରୂପ, ସେହି ସବୁ ପ୍ରକୃତରେ ତୁମ୍ଭମାନଙ୍କ ମଧ୍ୟରେ ସମ୍ପୂର୍ଣ୍ଣ ଧୈର୍ଯ୍ୟ ସହକାରେ ସାଧିତ ହୋଇଅଛି।
Galatians 3:5 in Oriya 5 ଅତଏବ, ଯେ ତୁମ୍ଭମାନଙ୍କୁ ଆତ୍ମା ଦାନ କରନ୍ତି, ଆଉ ତୁମ୍ଭମାନଙ୍କ ମଧ୍ୟରେ ମହତର କାର୍ଯ୍ୟ ସାଧନ କରନ୍ତି, ସେ କି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ହେତୁ ତାହା କରନ୍ତି ନା ବିଶ୍ୱାସରେ ଶୁଣିବା ହେତୁ କରନ୍ତି ?
Colossians 1:25 in Oriya 25 ଈଶ୍ୱର ମୋତେ ଯେଉଁ ଭଣ୍ଡାରଘରିଆ ପଦ ତୁମ୍ଭମାନଙ୍କ ନିମନ୍ତେ ଦେଇଅଛନ୍ତି, ତଦନୁସାରେ ମୁଁ ସେହି ମଣ୍ଡଳୀର ଜଣେ ସେବକ ହୋଇଅଛି, ଯେପରି ମୁଁ ଇଶ୍ବରଙ୍କ ବାକ୍ୟ ସମ୍ପୂର୍ଣ୍ଣ ରୂପେ ପ୍ରଚାର କରେ।
2 Timothy 4:17 in Oriya 17 କିନ୍ତୁ ପ୍ରଭୁ ମୋହର ସପକ୍ଷ ହୋଇ ମୋତେ ବଳବାନ୍ କଲେ, ପୁଣି, ମୁଁ ସିଂହ ମୁଖରୁ ରକ୍ଷା ପାଇଲି, ଯେପରି ମୋ ଦ୍ୱାରା ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାରିତ ହୋଇ ପାରେ ଓ ଅଣଯିହୂଦୀ ସମସ୍ତେ ତାହା ଶୁଣି ପାରନ୍ତି;
Hebrews 2:4 in Oriya 4 ସେ ସମ୍ବନ୍ଧରେ ଈଶ୍ୱର ମଧ୍ୟ ଆପଣା ଇଚ୍ଛାନୁସାରେ ନାନା ଚିହ୍ନ ଓ ଅଦ୍ଭୁତ କର୍ମ ପୁଣି, ବିବିଧ ଶକ୍ତିର କାର୍ଯ୍ୟ ଓ ପବିତ୍ର ଆତ୍ମାଙ୍କ ଅନ୍ୟାନ୍ୟ ଦାନ ଦ୍ୱାରା ସାକ୍ଷ୍ୟ ଦେଇଅଛନ୍ତି।
1 Peter 1:12 in Oriya 12 ଏହି ସମସ୍ତ ବିଷୟରେ ସେମାନେ ଯେ ଆପଣା ଆପଣାର ସେବା ନ କରି ତୁମ୍ଭମାନଙ୍କର ସେବା କରୁଥିଲେ, ଏହା ସେମାନଙ୍କ ନିକଟରେ ପ୍ରକାଶିତ ହୋଇଥିଲା, ଆଉ, ସେହି ସମସ୍ତ ବିଷୟ ସ୍ୱର୍ଗରୁ ପ୍ରେରିତ ପବିତ୍ର ଆତ୍ମାଙ୍କ ଶକ୍ତିରେ ତୁମ୍ଭମାନଙ୍କ ନିକଟରେ ସୁସମାଚାର ପ୍ରଚାରକମାନଙ୍କ ଦ୍ୱାରା ଏବେ ତୁମ୍ଭମାନଙ୍କୁ ଜଣାଇ ଦିଆଯାଇଅଛି; ସେହି ସବୁ ବିଷୟ ଦୂତମାନେ ମଧ୍ୟ ପ୍ରକାଶ କରିବାକୁ ଇଚ୍ଛା କରନ୍ତି।