Romans 16:17 in Oriya 17 ହେ ଭାଇମାନେ, ତୁମ୍ଭେମାନେ ଯେଉଁ ଶିକ୍ଷା ପାଇଅଛ, ସେଥିର ବିପରୀତ ଯେଉଁମାନେ ଦଳଭେଦ ଓ ବିଘ୍ନର କାରଣ ଘଟାନ୍ତି, ସେମାନଙ୍କୁ ଚିହ୍ନି ରଖି ସେମାନଙ୍କଠାରୁ ପୃଥକ ରହିବା ପାଇଁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି;
Other Translations King James Version (KJV) Now I beseech you, brethren, mark them which cause divisions and offences contrary to the doctrine which ye have learned; and avoid them.
American Standard Version (ASV) Now I beseech you, brethren, mark them that are causing the divisions and occasions of stumbling, contrary to the doctrine which ye learned: and turn away from them.
Bible in Basic English (BBE) Now, it is my desire, brothers, that you will take note of those who are causing division and trouble among you, quite against the teaching which was given to you: and keep away from them.
Darby English Bible (DBY) But I beseech you, brethren, to consider those who create divisions and occasions of falling, contrary to the doctrine which *ye* have learnt, and turn away from them.
World English Bible (WEB) Now I beg you, brothers, look out for those who are causing the divisions and occasions of stumbling, contrary to the doctrine which you learned, and turn away from them.
Young's Literal Translation (YLT) And I call upon you, brethren, to mark those who the divisions and the stumbling-blocks, contrary to the teaching that ye did learn, are causing, and turn ye away from them;
Cross Reference Matthew 18:7 in Oriya 7 ହାୟ, ସଂସାର ବିଘ୍ନ ସକାଶେ ସନ୍ତାପର ପାତ୍ର; ବିଘ୍ନ ତ ନିଶ୍ଚୟ ଘଟିବ, କିନ୍ତୁ ହାୟ, ଯେଉଁ ଲୋକ ଦ୍ୱାରା ବିଘ୍ନ ଘଟେ, ସେ ସନ୍ତାପର ପାତ୍ର।
Matthew 18:17 in Oriya 17 ତଥାପି ଯଦି ସେ ସେମାନଙ୍କ କଥା ନ ମାନେ, ତେବେ ମଣ୍ଡଳୀକୁ କୁହ, ଓ ସେ ମଣ୍ଡଳୀ କଥା ମଧ୍ୟ ନ ମାନେ, ତେବେ ସେ ତୁମ୍ଭ ଦୃଷ୍ଟିରେ ଅଣଯିହୂଦୀ ଓ କରଗ୍ରାହୀ ପରି ହେଉ।
Luke 17:1 in Oriya 1 ସେ ଆପଣା ଶିଷ୍ୟମାନଙ୍କୁ କହିଲେ, ବିଘ୍ନ ଯେ ନ ଘଟିବ, ଏହା ଅସମ୍ଭବ, କିନ୍ତୁ ଯାହା ଦ୍ୱାରା ତାହା ଘଟିବ, ହାୟ, ସେ ଦଣ୍ଡର ପାତ୍ର;
Acts 15:1 in Oriya 1 ଏଥିମଧ୍ୟରେ କେତେକ ଲୋକ ଯିହୂଦା ପ୍ରଦେଶରୁ ଆସି ଭାଇମାନଙ୍କୁ ଏହି ଶିକ୍ଷା ଦେବାକୁ ଲାଗିଲେ, ମୋଶାଙ୍କ ବିଧି ଅନୁସାରେ ତୁମ୍ଭମାନଙ୍କର ସୁନ୍ନତ ନ ହେଲେ ପରିତ୍ରାଣ ପାଇ ପାରିବ ନାହିଁ।
Acts 15:24 in Oriya 24 ଆମ୍ଭେମାନେ ଶୁଣିଅଛୁ ଯେ, ଆମ୍ଭେମାନେ ଯେଉଁ ଲୋକମାନଙ୍କୁ କୌଣସି ଆଜ୍ଞା ଦେଇ ନାହୁଁ, ଆମ୍ଭମାନଙ୍କ ମଧ୍ୟରୁ ଏପ୍ରକାର କେତେକ ଲୋକ କଥା ଦ୍ୱାରା ଆପଣମାନଙ୍କର ମନକୁ ଅସ୍ଥିର କରି ଆପଣମାନଙ୍କୁ ବିଚଳିତ କରିଅଛନ୍ତି;
1 Corinthians 1:10 in Oriya 10 ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଯେପରି ତୁମ୍ଭେମାନେ ସମସ୍ତେ ଏକ କଥା କୁହ, ଆଉ ତୁମ୍ଭମାନଙ୍କ ମଧ୍ୟରେ ଦଳଭେଦ ନ ହୁଏ, କିନ୍ତୁ ତୁମ୍ଭେମାନେ ଏକ ମନରେ ଓ ଏକ ବିଚାରରେ ସମ୍ମିଳିତ ହୁଅ।
1 Corinthians 3:3 in Oriya 3 ଯେଣୁ, ଏପର୍ଯ୍ୟନ୍ତ ତୁମ୍ଭେମାନେ ଶାରୀରିକ ଅଟ। କାରଣ ଯେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଈର୍ଷା ଓ ବିବାଦ ରହିଅଛି, ତୁମ୍ଭେମାନେ କି ଶାରୀରିକ ନୁହଁ ଓ ମନୁଷ୍ୟର ସ୍ୱଭାବ ଅନୁସାରେ କି ଆଚରଣ କରୁ ନାହଁ ?
1 Corinthians 5:9 in Oriya 9 ବ୍ୟଭିଚାରୀମାନଙ୍କ ସହିତ ସମ୍ପର୍କ ନ ରଖିବା ପାଇଁ ମୁଁ ତୁମ୍ଭମାନଙ୍କୁ ମୋହର ପତ୍ରରେ ଲେଖିଥିଲି;
1 Corinthians 11:18 in Oriya 18 କାରଣ ପ୍ରଥମରେ ମୁଁ ଶୁଣୁଅଛି ଯେ, ମଣ୍ଡଳୀ ସ୍ୱରୂପେ ତୁମ୍ଭମାନଙ୍କର ସମାଗମ ସମୟରେ ତୁମ୍ଭମାନଙ୍କ ମଧ୍ୟରେ ଦଳଭେଦ ଘଟିଥାଏ, ଆଉ ମୁଁ କେତେ ପରିମାଣରେ ଏହା ବିଶ୍ୱାସ କରୁଅଛି।
Galatians 1:7 in Oriya 7 ତାହା ଅନ୍ୟ ସୁସମାଚାର ସୁଦ୍ଧା ନୁହେଁ, କେବଳ କେତେକ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛନ୍ତି ଓ ଖ୍ରୀଷ୍ଟଙ୍କ ସୁସମାଚାରକୁ ବିକୃତ କରିବାକୁ ଇଚ୍ଛା କରୁଅଛନ୍ତି।
Galatians 2:4 in Oriya 4 ଆମ୍ଭମାନଙ୍କ ମଧ୍ୟକୁ ଆନୀତ କେତେ ଜଣ ଭଣ୍ଡ ଭ୍ରାତା ସକାଶେ ଏପରି ହେଲା; ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କର ଯେଉଁ ସ୍ୱାଧୀନତା ଅଛି, ଚର ସ୍ୱରୂପେ ସେଥିର ଛିଦ୍ର ଅନ୍ୱେଷଣ କରି ଆମ୍ଭମାନଙ୍କୁ ଦାସତ୍ୱର ବନ୍ଧନରେ ଆବଦ୍ଧ କରିବା ନିମନ୍ତେ ସେମାନେ ଗୁପ୍ତରେ ପ୍ରବେଶ କରିଥିଲେ;
Philippians 3:2 in Oriya 2 କୁକୁରମାନଙ୍କଠାରୁ ସାବଧାନ, ଦୁଷ୍ଟ କାର୍ଯ୍ୟକାରୀମାନଙ୍କଠାରୁ ସାବଧାନ, ସୁନ୍ନତବାଦୀ ଲୋକମାନଙ୍କଠାରୁ ସାବଧାନ;
Philippians 3:17 in Oriya 17 ହେ ଭ୍ରାତୃଗଣ, ତୁମ୍ଭେମାନେ ଏକତ୍ର ମିଳି ମୋହର ଅନୁକାରୀ ହୁଅ, ପୁଣି, ଆମ୍ଭମାନଙ୍କଠାରେ ଯେଉଁ ଆଦର୍ଶ ଦେଖୁଅଛ, ଯେଉଁମାନେ ତଦନୁଯାୟୀ ଆଚରଣ କରନ୍ତି, ସେମାନଙ୍କ ପ୍ରତି ଦୃଷ୍ଟି କର।
Colossians 2:8 in Oriya 8 ସାବଧାନ, କାଳେ କେହି ଖ୍ରୀଷ୍ଟଙ୍କ ଶିକ୍ଷାର ଅସଙ୍ଗତ ମନୁଷ୍ୟର ପରମ୍ପରାଗତ ଓ ଜଗତର ପ୍ରାଥମିକ ଶିକ୍ଷାନୁଯାୟୀ ଦର୍ଶନବିଦ୍ୟା ଓ ନିରର୍ଥକ ପ୍ରତାରଣା ଦ୍ୱାରା ତୁମ୍ଭମାନଙ୍କୁ ବନ୍ଦୀ କରିନିଏ;
2 Thessalonians 3:6 in Oriya 6 ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ଆଜ୍ଞା ଦେଉଅଛୁ, ଯେକୌଣସି ଭାଇ ଆମ୍ଭମାନଙ୍କଠାରୁ ପାଇଥିବା ଶିକ୍ଷା ଅନୁସାରେ ଆଚରଣ ନ କରି ଆଳସ୍ୟରେ ଜୀବନ କାଟେ, ତାହାଠାରୁ ଆପଣା ଆପଣାକୁ ଅଲଗା କର।
2 Thessalonians 3:14 in Oriya 14 ଆଉ ଯେବେ କେହି ଏହି ପତ୍ରରେ ଲେଖାଯାଇଥିବା ଆମ୍ଭମାନଙ୍କ କଥା ନ ମାନେ, ତେବେ ସେହି ଲୋକକୁ ଚିହ୍ନି ରଖ, ପୁଣି, ସେ ଯେପରି ଲଜ୍ଜିତ ହୁଏ, ଏଥି ନିମନ୍ତେ ତାହା ସହିତ ସମ୍ପର୍କ ରଖ ନାହିଁ;
1 Timothy 1:3 in Oriya 3 ମୁଁ ମାକିଦନିଆକୁ ଯିବା ସମୟରେ ତୁମ୍ଭକୁ ଯେପ୍ରକାର ଅନୁରୋଧ କରିଥିଲି, ସେହିପରି ତୁମ୍ଭେ ଏଫିସରେ ରହି କେତେକ ଲୋକ ଯେପରି ଭିନ୍ନ ଶିକ୍ଷା ନ ଦିଅନ୍ତି
1 Timothy 6:3 in Oriya 3 କେହି ଯଦି ଭିନ୍ନ ଶିକ୍ଷା ଦେଇ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ହିତଜନକ ବାକ୍ୟ ଓ ଈଶ୍ୱରପରାୟଣତା ଅନୁଯାୟୀ ଶିକ୍ଷା ଗ୍ରହଣ ନ କରେ,
2 Timothy 3:5 in Oriya 5 ସେମାନେ ଭକ୍ତିର ବେଶ ଧରନ୍ତି, କିନ୍ତୁ ସେଥିର ଶକ୍ତିକୁ ଅସ୍ୱୀକାର କରନ୍ତି; ଏପରି ଲୋକମାନଙ୍କଠାରୁ ଅନ୍ତର ହୁଅ।
Titus 3:10 in Oriya 10 ଯେଉଁ ଲୋକମାନେ ଭ୍ରାନ୍ତ ମତାବଲମ୍ବୀ, ତାହାକୁ ଥରେ, ଦୁଇ ଥର ଅନୁଯୋଗ କଲା ଉତ୍ତାରେ ତାହାଠାରୁ ପୃଥକ୍ ରୁହ;
2 Peter 2:1 in Oriya 1 କିନ୍ତୁ ଲୋକମାନଙ୍କ ମଧ୍ୟରେ ଭଣ୍ଡ ଭାବବାଦୀମାନେ ମଧ୍ୟ ଉତ୍ପନ୍ନ ହେଲେ; ସେହିପରି ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ଭଣ୍ଡ ଶିକ୍ଷକମାନେ ଉତ୍ପନ୍ନ ହେବେ; ସେମାନେ ବିନାଶଜନକ ଭ୍ରାନ୍ତ ମତ ଗୁପ୍ତରେ ପ୍ରଚଳନ କରି ସେମାନଙ୍କର କ୍ରୟକର୍ତ୍ତା ପ୍ରଭୁଙ୍କୁ ହିଁ ଅସ୍ୱୀକାର କରିବେ, ପୁଣି, ଆପଣାମାନଙ୍କର ଆକସ୍ମିକ ସର୍ବନାଶ ଘଟାଇବେ।
1 John 2:19 in Oriya 19 ସେମାନେ ଆମ୍ଭମାନଙ୍କ ମଧ୍ୟରୁ ବାହାରିଲେ, କିନ୍ତୁ ଆମ୍ଭମାନଙ୍କ ଦଳର ଲୋକ ନ ଥିଲେ; କାରଣ ଯଦି ଆମ୍ଭମାନଙ୍କ ଦଳର ଲୋକ ହୋଇଥାଆନ୍ତେ, ତେବେ ଆମ୍ଭମାନଙ୍କ ସହିତ ରହିଥାଆନ୍ତେ; କିନ୍ତୁ ସମସ୍ତେ ଯେ ଆମ୍ଭମାନଙ୍କ ଦଳର ଲୋକ ନୁହଁନ୍ତି, ଏହା ଯେପରି ପ୍ରକାଶ ପାଇବ, ଏଥି ନିମନ୍ତେ ସେମାନେ ବାହାରିଗଲେ।
2 John 1:7 in Oriya 7 କାରଣ ଯେଉଁମାନେ ଯୀଶୁ ଖ୍ରୀଷ୍ଟ ଦେହବନ୍ତ ହୋଇ ଅବତୀର୍ଣ୍ଣ ହୋଇଅଛନ୍ତି ବୋଲି ଅସ୍ୱୀକାର କରନ୍ତି, ଏପରି ଅନେକ ପ୍ରବଞ୍ଚକ ଜଗତରେ ବାହାରି ଆସିଅଛନ୍ତି। ଏହି ପ୍ରକାର ଲୋକ ସେହି ପ୍ରବଞ୍ଚକ ଓ ଭଣ୍ଡଖ୍ରୀଷ୍ଟ।
Jude 1:19 in Oriya 19 ସେମାନେ ଦଳଭେଦ ସୃଷ୍ଟି କରନ୍ତି, ସେମାନେ ସାଂସାରିକମନା ଓ ଇଶ୍ବରଙ୍କ ଆତ୍ମାବିହୀନ।