Romans 2:12 in Oriya 12 ଯେଣୁ ଯେତେ ମୋଶାଙ୍କ ବ୍ୟବସ୍ଥାବିହୀନ ହୋଇ ପାପ କରିଅଛନ୍ତି, ସେମାନେ ମଧ୍ୟ ମୋଶାଙ୍କ ବ୍ୟବସ୍ଥା ବିନା ବିନଷ୍ଟ ହେବେ; ଆଉ, ଯେତେ ମୋଶାଙ୍କ ବ୍ୟବସ୍ଥା ପ୍ରାପ୍ତ ହୋଇ ପାପ କରିଅଛନ୍ତି, ସେମାନେ ମୋଶାଙ୍କ ବ୍ୟବସ୍ଥାନୁସାରେ ବିଚାରିତ ହେବେ,
Other Translations King James Version (KJV) For as many as have sinned without law shall also perish without law: and as many as have sinned in the law shall be judged by the law;
American Standard Version (ASV) For as many as have sinned without law shall also perish without the law: and as many as have sinned under the law shall be judged by the law;
Bible in Basic English (BBE) All those who have done wrong without the law will get destruction without the law: and those who have done wrong under the law will have their punishment by the law;
Darby English Bible (DBY) For as many as have sinned without law shall perish also without law; and as many as have sinned under law shall be judged by law,
World English Bible (WEB) For as many as have sinned without law will also perish without the law. As many as have sinned under the law will be judged by the law.
Young's Literal Translation (YLT) for as many as without law did sin, without law also shall perish, and as many as did sin in law, through law shall be judged,
Cross Reference Deuteronomy 27:26 in Oriya 26 “ଯେକେହି ଏହି ବ୍ୟବସ୍ଥାର କଥାସବୁ ପାଳିବାକୁ ତହିଁରେ ଆସ୍ଥା ନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ‘ଆମେନ୍'।
Ezekiel 16:49 in Oriya 49 ଦେଖ, ତୁମ୍ଭ ଭଗିନୀ ସଦୋମର ଏହି ଅଧର୍ମ ଥିଲା; ତାହାର ଓ ତାହାର କନ୍ୟାଗଣର ଅହଙ୍କାର, ଭକ୍ଷ୍ୟର ପୂର୍ଣ୍ଣତା ଓ ସମୃଦ୍ଧି ଜନିତ ଶାନ୍ତି ଥିଲା, ସେ ଦରିଦ୍ର ଓ ଦୀନହୀନଙ୍କର ହସ୍ତ ସବଳ କଲା ନାହିଁ।
Matthew 11:22 in Oriya 22 ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ବିଚାର ଦିନରେ ତୁମ୍ଭମାନଙ୍କ ଦଶା ଅପେକ୍ଷା ସୋର ଓ ସୀଦୋନର ଦଶା ସହନୀୟ ହେବ।
Matthew 11:24 in Oriya 24 ତଥାପି ମୁଁ ତୁମ୍ଭମାନଙ୍କୁ କହିଅଛି, ବିଚାର ଦିନରେ ତୋର ଦଶା ଅପେକ୍ଷା ସଦୋମ ଦେଶର ଦଶା ସହନୀୟ ହେବ।
Luke 10:12 in Oriya 12 ମୁଁ ତୁମ୍ଭମାନଙ୍କୁ କହୁଅଛି, ବିଚାର ଦିନରେ ସେହି ନଗରର ଦଣ୍ଡ ଅପେକ୍ଷା ସଦୋମର ଦଣ୍ଡକୁ ସହି ହେବ।
Luke 12:47 in Oriya 47 ଆଉ ଯେଉଁ ଦାସ ନିଜ ପ୍ରଭୁଙ୍କ ଇଚ୍ଛା ଜାଣି ପ୍ରସ୍ତୁତ ହୋଇ ନ ଥାଏ କିମ୍ବା ତାହାଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ନ ଥାଏ,
John 19:11 in Oriya 11 ଯୀଶୁ ଉତ୍ତର ଦେଲେ, ଯଦି ଊର୍ଦ୍ଧ୍ୱରୁ ଆପଣଙ୍କୁ ଦିଆଯାଇ ନ ଥାଆନ୍ତା, ତାହାହେଲେ ମୋ' ବିରୁଦ୍ଧରେ ଆପଣଙ୍କର କୌଣସି ଅଧିକାର ନ ଥାଆନ୍ତା; ଏଣୁ ଯେ ମୋତେ ଆପଣଙ୍କ ହସ୍ତରେ ସମର୍ପଣ କରିଅଛି, ତାହାର ପାପ ଗୁରୁତର।
Acts 17:30 in Oriya 30 ଈଶ୍ୱର ସେହି ଅଜ୍ଞାନତାର କାଳ ଉପେକ୍ଷା କରିଅଛନ୍ତି ସତ୍ୟ, କିନ୍ତୁ ଏବେ ସେ ସର୍ବତ୍ର ସମସ୍ତ ମନୁଷ୍ୟଙ୍କୁ ମନ ପରିବର୍ତ୍ତନ କରିବା ନିମନ୍ତେ ଜଣାନ୍ତି;
Romans 1:18 in Oriya 18 କାରଣ ଯେଉଁ ଲୋକମାନେ ଅଧର୍ମରେ ସତ୍ୟକୁ ପ୍ରତିରୋଧ କରନ୍ତି, ସେମାନଙ୍କର ସମସ୍ତ ଅପବିତ୍ରତା ଓ ଅଧର୍ମ ବିରୁଦ୍ଧରେ ସ୍ୱର୍ଗରୁ ଇଶ୍ବରଙ୍କ କ୍ରୋଧ ପ୍ରକାଶିତ ହେଉଅଛି
Romans 1:32 in Oriya 32 ଯେଉଁମାନେ ଏହିପରି ଆଚରଣ କରନ୍ତି, ସେମାନେ ଯେ ମୃତ୍ୟୁର ଯୋଗ୍ୟ, ଈଶ୍ୱରଙ୍କର ଏହି ବିଧାନ ସେମାନେ ଜାଣିଲେ ସୁଦ୍ଧା କେବଳ ଯେ ଏହି ପ୍ରକାର ଆଚରଣ କରନ୍ତି ତାହା ନୁହେଁ, କିନ୍ତୁ ଏହିପରି ଆଚରଣ କରୁଥିବା ଲୋକମାନଙ୍କ ପକ୍ଷ ଆନନ୍ଦରେ ସମର୍ଥନ କରନ୍ତି।
Romans 2:14 in Oriya 14 ଯେଣୁ ଅଣଯିହୂଦୀମାନଙ୍କର ସେହି ବ୍ୟବସ୍ଥା ନ ଥିଲେ ସୁଦ୍ଧା, ଯେତେବେଳେ ସେମାନେ ସ୍ୱାଭାବିକ ଭାବରେ ବ୍ୟବସ୍ଥାନୁଯାୟୀ କର୍ମ କରନ୍ତି, ସେତେବେଳେ ସେମାନେ ବ୍ୟବସ୍ଥା ନ ପାଇଲେ ହେଁ ଆପେ ଆପଣା ଆପଣା ପ୍ରତି ବ୍ୟବସ୍ଥା ସ୍ୱରୂପ ଅଟନ୍ତି;
Romans 3:19 in Oriya 19 ଆଉ, ଆମ୍ଭେମାନେ ତ ଜାଣୁ ଯେ, ମୋଶାଙ୍କ ବ୍ୟବସ୍ଥା ଯାହା ଯାହା କୁହେ, ସେହି ସବୁ ମୋଶାଙ୍କ ବ୍ୟବସ୍ଥାଧୀନ ଲୋକମାନଙ୍କୁ କୁହେ, ଯେପରି ପ୍ରତ୍ୟେକ ମୁଖ ବନ୍ଦ କରାଯିବ ଓ ସମସ୍ତ ଜଗତ ଇଶ୍ବରଙ୍କ ବିଚାରରେ ଦଣ୍ଡନୀୟ ହେବ;
Romans 4:15 in Oriya 15 କାରଣ ମୋଶାଙ୍କ ବ୍ୟବସ୍ଥା କ୍ରୋଧ ଜନ୍ମାଏ, କିନ୍ତୁ ଯେଉଁଠାରେ ମୋଶାଙ୍କ ବ୍ୟବସ୍ଥା ନାହିଁ, ସେଠାରେ ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ ମଧ୍ୟ ନାହିଁ।
Romans 7:7 in Oriya 7 ତେବେ, ଆମ୍ଭେମାନେ କ'ଣ କହିବା ? ମୋଶାଙ୍କ ବ୍ୟବସ୍ଥା କ'ଣ ପାପ ? ତାହା କେବେ ହେଁ ନ ହେଉ। ବରଂ ପାପ କ'ଣ, ତାହା ମୋଶାଙ୍କ ବ୍ୟବସ୍ଥା ବିନା ମୁଁ ଜାଣି ନ ଥାଆନ୍ତି; କାରଣ ଲୋଭ କର ନାହିଁ, ମୋଶାଙ୍କ ବ୍ୟବସ୍ଥା ଏହା କହି ନ ଥିଲେ, ଲୋଭ କଅଣ, ତାହା ମୁଁ ଜାଣି ନ ଥାଆନ୍ତି।
Romans 8:3 in Oriya 3 ଯେଣୁ ଶରୀର ସକାଶେ ଦୁର୍ବଳ ହେବାରୁ ମୋଶାଙ୍କ ବ୍ୟବସ୍ଥା ଯାହା ସାଧନ କରି ପାରିଲା ନାହିଁ, ତାହା ଈଶ୍ୱର ଆପଣା ପୁତ୍ରଙ୍କୁ ପାପମୟ ଶରୀରର ସାଦୃଶ୍ୟରେ ପାପ ବିନାଶ ନିମନ୍ତେ ପ୍ରେରଣ କରି ଶରୀରରେ ପାପକୁ ଦଣ୍ଡାଜ୍ଞା ଦେବା ଦ୍ୱାରା କଲେ,
1 Corinthians 9:21 in Oriya 21 ଯେପରି ମୁଁ ମୋଶାଙ୍କ ବ୍ୟବସ୍ଥାବିହୀନ ଲୋକମାନଙ୍କୁ ଲାଭ କରି ପାରେ, ଏଥିପାଇଁ ମୁଁ ଇଶ୍ବରଙ୍କ ମୋଶାଙ୍କ ବ୍ୟବସ୍ଥାବିହୀନ ନ ହୋଇ ଖ୍ରୀଷ୍ଟଙ୍କ ମୋଶାଙ୍କ ବ୍ୟବସ୍ଥାର ଅନୁଗତ ହେଲେ ହେଁ ମୋଶାଙ୍କ ବ୍ୟବସ୍ଥାବିହୀନ ଲୋକମାନଙ୍କ ନିକଟରେ ମୋଶାଙ୍କ ବ୍ୟବସ୍ଥାବିହୀନ ପରି ହେଲି।
2 Corinthians 3:7 in Oriya 7 ଆଉ, ଯଦି ଅକ୍ଷରରେ ପ୍ରସ୍ତର ଉପରେ ଖୋଦିତ ମୃତ୍ୟୁଦାୟକ ମୋଶାଙ୍କ ବ୍ୟବସ୍ଥାର ସେବାକାର୍ଯ୍ୟ ଏପରି ଗୌରବରେ ପ୍ରକାଶିିତ ହୋଇଥିଲା ଯେ, ଇସ୍ରାଏଲ ସନ୍ତାନମାନେ ମୋଶାଙ୍କ ମୁଖର କ୍ଷଣସ୍ଥାୟୀ ତେଜ ସକାଶେ ତାହାଙ୍କ ମୁଖପ୍ରତି ସ୍ଥିର ଦୃଷ୍ଟିରେ ଚାହିଁ ପାରିଲେ ନାହିଁ,
Galatians 2:16 in Oriya 16 ତଥାପି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା ମନୁଷ୍ୟ ଧାର୍ମିକ ଗଣିତ ନ ହୋଇ କେବଳ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଯେ ଧାର୍ମିକ ଗଣିତ ହୁଏ, ଏହା ଜାଣି ଆମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିଅଛୁ, ଯେପରି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା ଧାର୍ମିକ ଗଣିତ ନ ହୋଇ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହେଉ; କାରଣ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା କୌଣସି ମନୁଷ୍ୟ ଧାର୍ମିକ ଗଣିତ ହେବ ନାହିଁ।
Galatians 3:10 in Oriya 10 କାରଣ ଯେତେ ଲୋକ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ କରନ୍ତି, ସେମାନେ ଶାପଗ୍ରସ୍ତ, ଯେଣୁ ଲେଖା ଅଛି, “ଯେ କେହି ମୋଶାଙ୍କ ବ୍ୟବସ୍ଥା ପୁସ୍ତକରେ ଲିଖିତ ସମସ୍ତ କଥା ପାଳନ କରିବା ପାଇଁ ସେଥିରେ ନିତ୍ୟ ପ୍ରବୃତ୍ତ ନ ହୁଏ, ସେ ଶ୍ରାପଗ୍ରସ୍ତ।”
Galatians 3:22 in Oriya 22 କିନ୍ତୁ ଯେପରି ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ହେତୁ ପ୍ରତିଜ୍ଞା ବିଶ୍ୱାସ କରୁଥିବା ଲୋକମାନଙ୍କୁ ଦିଆଯାଏ, ଏଥିପାଇଁ ଧର୍ମଶାସ୍ତ୍ର ସମସ୍ତ ବିଷୟକୁ ପାପର ଅଧିନ ବୋଲି ଗଣନା କରିଅଛି।
James 2:10 in Oriya 10 କାରଣ ଯେ କେହି ସମସ୍ତ ମୋଶାଙ୍କ ବ୍ୟବସ୍ଥା ପାଳନ କରି କେବଳ ଗୋଟିକ ବିଷୟରେ ଝୁଣ୍ଟିପଡ଼େ, ତେବେ ସେ ସମସ୍ତ ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ ଦୋଷରେ ଦଣ୍ଡନୀୟ ହୁଏ।
Revelation 20:12 in Oriya 12 ପୁଣି, ମୁଁ କ୍ଷୁଦ୍ର ଓ ମହାନ ସମସ୍ତ ମୃତ ଲୋକଙ୍କୁ ସିଂହାସନର ସମ୍ମୁଖରେ ଠିଆ ହୋଇଥିବାର ଦେଖିଲି, ଆଉ ପୁସ୍ତକସବୁ ଫିଟାଗଲା; ପରେ ଜୀବନ ପୁସ୍ତକ ନାମକ ଆଉ ଗୋଟିଏ ପୁସ୍ତକ ଫିଟାଗଲା; ସେହି ପୁସ୍ତକମାନଙ୍କରେ ଲିଖିତ ବିଷୟ ପ୍ରମାଣେ ମୃତମାନେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ।