Romans 2:29 in Oriya 29 କିନ୍ତୁ ଅନ୍ତରରେ ଯେ ଯିହୂଦୀ, ସେ ଯିହୂଦୀ, ପୁଣି, ଆକ୍ଷରିକ ଭାବରେ ନୁହେଁ, ମାତ୍ର ଆତ୍ମିକ ଭାବରେ ହୃଦୟର ଯେ ସୁନ୍ନତ, ତାହା ପ୍ରକୃତ ସୁନ୍ନତ। ଏପରିଲୋକ ମନୁଷ୍ୟମାନଙ୍କଠାରୁ ପ୍ରଶଂସା ପ୍ରାପ୍ତ ହୁଏ ନାହିଁ, କିନ୍ତୁ ଈଶ୍ୱରଙ୍କଠାରୁ ପ୍ରାପ୍ତ ହୁଏ।
Other Translations King James Version (KJV) But he is a Jew, which is one inwardly; and circumcision is that of the heart, in the spirit, and not in the letter; whose praise is not of men, but of God.
American Standard Version (ASV) but he is a Jew who is one inwardly; and circumcision is that of the heart, in the spirit not in the letter; whose praise is not of men, but of God.
Bible in Basic English (BBE) But he is a Jew who is a secret one, whose circumcision is of the heart, in the spirit and not in the letter; whose praise is not from men, but from God.
Darby English Bible (DBY) but he [is] a Jew [who is so] inwardly; and circumcision, of the heart, in spirit, not in letter; whose praise [is] not of men, but of God.
World English Bible (WEB) but he is a Jew who is one inwardly, and circumcision is that of the heart, in the spirit not in the letter; whose praise is not from men, but from God.
Young's Literal Translation (YLT) but a Jew `is' he who is `so' inwardly, and circumcision `is' of the heart, in spirit, not in letter, of which the praise is not of men, but of God.
Cross Reference Deuteronomy 10:16 in Oriya 16 ଏଥିପାଇଁ ତୁମ୍ଭେମାନେ ଆପଣା ଆପଣା ହୃଦୟର ଅଗ୍ରଚର୍ମ ସୁନ୍ନତ କର, ଆଉ ଶକ୍ତଗ୍ରୀବ ହୁଅ ନାହିଁ।
Deuteronomy 30:6 in Oriya 6 ପୁଣି, ତୁମ୍ଭେ ଯେପରି ଆପଣାର ସମସ୍ତ ହୃଦୟ ଓ ଆପଣାର ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପ୍ରେମ କରିବ, ଏଥିପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ହୃଦୟ ଓ ତୁମ୍ଭ ବଂଶର ହୃଦୟ ସୁନ୍ନତ କରିବେ, ତହିଁରେ ତୁମ୍ଭେ ବଞ୍ଚିବ।
1 Samuel 16:7 in Oriya 7 ମାତ୍ର ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଏହାର ରୂପ କି ଶରୀରର ଉଚ୍ଚତା ପ୍ରତି ଦୃଷ୍ଟି ନ କର; ଯେହେତୁ ଆମ୍ଭେ ଏହାକୁ ଅଗ୍ରାହ୍ୟ କଲୁ; ପୁଣି, ମନୁଷ୍ୟ ଯେପରି ଦେଖେ, ସଦାପ୍ରଭୁ ସେପରି ଦେଖନ୍ତି ନାହିଁ; କାରଣ ମନୁଷ୍ୟ ବାହ୍ୟରୂପ ଦେଖେ ମାତ୍ର ସଦାପ୍ରଭୁ ଅନ୍ତଃକରଣ ଦେଖନ୍ତି;
1 Chronicles 29:17 in Oriya 17 ଆହୁରି ହେ ମୋହର ପରମେଶ୍ୱର, ମୁଁ ଜାଣେ ଯେ, ତୁମ୍ଭେ ଅନ୍ତଃକରଣ ପରୀକ୍ଷା କରିଥାଅ ଓ ସରଳତାରେ ତୁମ୍ଭର ସନ୍ତୋଷ ଥାଏ। ମୁଁ ଆପଣା ଅନ୍ତଃକରଣର ସରଳତାରେ ସ୍ୱେଚ୍ଛାପୂର୍ବକ ଏହିସବୁ ପଦାର୍ଥ ଦାନ କରିଅଛି; ଆଉ ଏଠାରେ ଉପସ୍ଥିତ ତୁମ୍ଭ ଲୋକମାନଙ୍କୁ ସ୍ୱେଚ୍ଛାପୂର୍ବକ ତୁମ୍ଭ ଉଦ୍ଦେଶ୍ୟରେ ଦାନ କରିବାର ଦେଖି ମୁଁ ଆନନ୍ଦିତ ହେଲି।
Psalm 45:13 in Oriya 13 ଅନ୍ତଃପୁରରେ ରାଜକୁମାରୀ ସର୍ବତୋଭାବେ ସୁଶୋଭିତା; ତାଙ୍କର ବସ୍ତ୍ର ସୁବର୍ଣ୍ଣସୂତ୍ର ନିର୍ମିତ।
Jeremiah 4:4 in Oriya 4 ହେ ଯିହୁଦାର ଲୋକେ ଓ ଯିରୂଶାଲମର ନିବାସୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କୁ ସୁନ୍ନତ କର ଓ ଆପଣା ଆପଣା ହୃଦୟର ଅଗ୍ରଚର୍ମ କାଢ଼ି ପକାଅ; ନୋହିଲେ ତୁମ୍ଭମାନଙ୍କ କ୍ରିୟାର ଦୁଷ୍ଟତା ସକାଶୁ ଆମ୍ଭର କୋପ ଅଗ୍ନି ତୁଲ୍ୟ ବାହାରି ପ୍ରଜ୍ୱଳିତ ହେବ ଓ କେହି ତାହା ଲିଭାଇ ପାରିବ ନାହିଁ।
Jeremiah 4:14 in Oriya 14 ହେ ଯିରୂଶାଲମ, ଉଦ୍ଧାର ପାଇବା ନିମନ୍ତେ ଦୁଷ୍ଟତାରୁ ଆପଣା ହୃଦୟ ଧୁଅ। ତୁମ୍ଭର ମନ୍ଦ କଳ୍ପନାସବୁ କେତେ କାଳ ତୁମ୍ଭ ମଧ୍ୟରେ ବାସ କରିବ ?
Matthew 23:25 in Oriya 25 ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଗିନା ଓ ଥାଳିର ବାହାର ସଫା କରୁଥାଅ, ମାତ୍ର ଭିତରେ ସେଗୁଡ଼ାକ ଲୁଣ୍ଠନକର୍ମ ଓ ଇନ୍ଦ୍ରିୟସେବାରେ ପରିପୂର୍ଣ୍ଣ।
Luke 11:39 in Oriya 39 ସେଥିରେ ପ୍ରଭୁ ତାହାଙ୍କୁ କହିଲେ, ତୁମ୍ଭେ ଫାରୂଶୀଯାକ ସିନା ଗିନା ଓ ଥାଳୀର ବାହାର ପରିଷ୍କାର କରୁଥାଅ, ମାତ୍ର ତୁମ୍ଭମାନଙ୍କ ଭିତରେ ଲୋଭ ଓ ଦୁଷ୍ଟତାରେ ପରିପୂର୍ଣ୍ଣ।
Luke 17:21 in Oriya 21 କିମ୍ବା ଦେଖ, ଏଠାରେ ବା ସେଠାରେ ବୋଲି ଲୋକ କହିବେ ନାହିଁ; କାରଣ ଦେଖ, ଇଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କ ମଧ୍ୟରେ ଅଛି।
John 3:5 in Oriya 5 ଯୀଶୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ଜଳ ଓ ଆତ୍ମାରୁ ଜନ୍ମ ନ ହେଲେ କେହି ଇଶ୍ବରଙ୍କ ରାଜ୍ୟରେ ପ୍ରବେଶ କରି ପାରେ ନାହିଁ।
John 4:23 in Oriya 23 କିନ୍ତୁ ଯେଉଁ ସମୟରେ ସତ୍ୟ ଉପାସକମାନେ ଆତ୍ମାରେ ଓ ସତ୍ୟରେ ପିତାଙ୍କର ଉପାସନା କରିବେ, ସେପରି ସମୟ ଆସୁଅଛି; ପୁଣି, ବର୍ତ୍ତମାନ ସୁଦ୍ଧା ଉପସ୍ଥିତ; କାରଣ ପିତା ଏହି ପ୍ରକାର ଉପାସକ ଚାହାଁନ୍ତି।
John 5:44 in Oriya 44 ତୁମ୍ଭେମାନେ କିପରି ବିଶ୍ୱାସ କରି ପାର ? ତୁମ୍ଭେମାନେ ତ ପରସ୍ପରଠାରୁ ଗୌରବ ଗ୍ରହଣ କରୁଅଛ, ପୁଣି, ଏକମାତ୍ର ଈଶ୍ୱରଙ୍କଠାରୁ ଯେଉଁ ଗୌରବ, ତାହା ପାଇବା ପାଇଁ ଚେଷ୍ଟା କରୁ ନାହଁ।
John 12:43 in Oriya 43 କାରଣ ସେମାନେ ଈଶ୍ୱରଙ୍କଠାରୁ ଗୌରବ ଅପେକ୍ଷା ବରଂ ମନୁଷ୍ୟମାନଙ୍କଠାରୁ ଗୌରବ ଭଲ ପାଇଲେ।
Romans 2:27 in Oriya 27 ପୁଣି, ସ୍ୱାଭାବିକ ଅସୁନ୍ନତି ଲୋକ ଯଦି ମୋଶାଙ୍କ ବ୍ୟବସ୍ଥା ପାଳନ କରେ, ତେବେ ଲିଖିତ ମୋଶାଙ୍କ ବ୍ୟବସ୍ଥା ଓ ସୁନ୍ନତ ବିଧି ପ୍ରାପ୍ତ ହୋଇ ସୁଦ୍ଧା ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ କରୁଅଛ ଯେ ତୁମ୍ଭେ, ସେ ତୁମ୍ଭର ବିଚାର କରିବ।
Romans 7:6 in Oriya 6 କିନ୍ତୁ ଯଦ୍ୱାରା ଆମ୍ଭେମାନେ ଆବଦ୍ଧ ଥିଲୁ, ସେଥିପ୍ରତି ମୃତ ହୋଇ ଆମ୍ଭେମାନେ ଏବେ ମୋଶାଙ୍କ ବ୍ୟବସ୍ଥାରୁ ମୁକ୍ତ ହୋଇଅଛୁ; ଏଣୁ ଆମ୍ଭେମାନେ ଆକ୍ଷରିକ ପୁରାତନ ଭାବରେ ଦାସ୍ୟକର୍ମ ନ କରି ଆତ୍ମାର ନୂତନ ଭାବରେ ଦାସ୍ୟକର୍ମ କରୁଅଛୁ।
Romans 14:17 in Oriya 17 କାରଣ ଇଶ୍ବରଙ୍କ ରାଜ୍ୟ ଭୋଜନପାନ ନୁହେଁ, କିନ୍ତୁ ଧାର୍ମିକତା, ଶାନ୍ତି ଓ ପବିତ୍ର ଆତ୍ମାଙ୍କଠାରେ ଆନନ୍ଦ ଅଟେ।
1 Corinthians 4:5 in Oriya 5 ତେଣୁ, ସମୟର ପୂର୍ବେ ପ୍ରଭୁଙ୍କ ନ ଆସିବା ପର୍ଯ୍ୟନ୍ତ କୌଣସି ବିଷୟ ବିଚାର କର ନାହିଁ ସେ ଅନ୍ଧକାରର ଗୁପ୍ତ ବିଷୟଗୁଡ଼ିକ ଆଲୋକରେ ଦେଖାଇବେ, ପୁଣି, ହୃଦୟର ସଂକଳ୍ପସମସ୍ତ ପ୍ରକାଶ କରିବେ ସେତେବେଳେ ପ୍ରତ୍ୟେକ ଜଣ ଈଶ୍ୱରଙ୍କଠାରୁ ପ୍ରଶଂସା ପାଇବ।
2 Corinthians 3:6 in Oriya 6 ସେ ତ ଆମ୍ଭମାନଙ୍କୁ ଅକ୍ଷରର ସେବକ କରି ନାହାଁନ୍ତି, ମାତ୍ର ଆତ୍ମାଙ୍କ, ଅର୍ଥାତ୍ ନୂତନ ନିୟମର ସେବକ ହେବାକୁ ସାମର୍ଥ୍ୟ ଦେଇଅଛନ୍ତି; କାରଣ ଅକ୍ଷର ମୃତ୍ୟୁଦାୟକ,ମାତ୍ର ଆତ୍ମା ଜୀବନଦାୟକ;
2 Corinthians 10:18 in Oriya 18 କାରଣ ଯେ ନିଜର ପ୍ରଶଂସା କରେ, ସେ ପରୀକ୍ଷାସିଦ୍ଧ ନୁହେଁ, ମାତ୍ର ପ୍ରଭୁ ଯାହାର ପ୍ରଶଂସା କରନ୍ତି, ସେ ପରୀକ୍ଷାସିଦ୍ଧ।
Philippians 3:3 in Oriya 3 କାରଣ ଆମ୍ଭେମାନେ ପ୍ରକୃତରେ ସୁନ୍ନତ ପ୍ରାପ୍ତ, ଆମ୍ଭେମାନେ ଇଶ୍ବରଙ୍କ ଆତ୍ମାରେ ଉପାସନା କରୁ, ପୁଣି, ବାହ୍ୟିକ ବିଷୟ ଉପରେ ନିର୍ଭର ନ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଦର୍ପ କରୁ।
Colossians 2:11 in Oriya 11 ଆହୁରି ମଧ୍ୟ ତୁମ୍ଭେମାନେ ଶାରୀରିକ ସ୍ୱଭାବ ତ୍ୟାଗ କରି ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇ ଅହସ୍ତକୃତ ସୁନ୍ନତରେ, ଅର୍ଥାତ୍ ଖ୍ରୀଷ୍ଟୀୟ ସୁନ୍ନତରେ ସୁନ୍ନତ ପ୍ରାପ୍ତ ହୋଇଅଛ;
1 Thessalonians 2:4 in Oriya 4 କିନ୍ତୁ ଆମ୍ଭମାନଙ୍କ ହସ୍ତରେ ସୁସମାଚାର ପ୍ରଚାରର ଭାର ସମର୍ପିତ ହେବା ନିମନ୍ତେ ଆମ୍ଭେମାନେ ଯେରୂପେ ଇଶ୍ବରଙ୍କ ଦ୍ୱାରା ଯୋଗ୍ୟ ଗଣିତ ହୋଇଅଛୁ, ସେହିରୂପେ ଆମ୍ଭେମାନେ ପ୍ରଚାର କରୁଅଛୁ; ଅତଏବ ଆମ୍ଭମାନଙ୍କ ହୃଦୟର ପରୀକ୍ଷକ ଯେ ଈଶ୍ୱର, ବରଂ ଆମ୍ଭେମାନେ ମନୁଷ୍ୟକୁ ସନ୍ତୁଷ୍ଟ ନ କରି ଈଶ୍ୱରଙ୍କୁ ସନ୍ତୁଷ୍ଟ କରିବା ଉଦ୍ଦେଶ୍ୟରେ ତାହା କରୁଅଛୁ।
1 Peter 3:4 in Oriya 4 ହୃଦୟର ଯେଉଁ କୋମଳ ଓ ଶାନ୍ତିଯୁକ୍ତ ଗୁପ୍ତ ସ୍ୱଭାବ ଇଶ୍ବରଙ୍କ ଦୃଷ୍ଟିରେ ବହୁମୂଲ୍ୟ, ତାହା ହିଁ ତୁମ୍ଭମାନଙ୍କର ଅକ୍ଷୟ ଭୂଷଣ ହେଉ।