Romans 2:5 in Oriya 5 କିନ୍ତୁ ତୁମ୍ଭେ ଆପଣା କଠିନ ଓ ଅପରିବର୍ତ୍ତିତ ହୃଦୟ ଅନୁସାରେ, ଯେଉଁ ଦିନ ଇଶ୍ବରଙ୍କ ନ୍ୟାୟବିଚାର ପ୍ରକାଶ ପାଇବ, ସେହି କ୍ରୋଧର ଦିନରେ ନିଜ ପାଇଁ କ୍ରୋଧ ସଞ୍ଚୟ କରୁଅଛ;
Other Translations King James Version (KJV) But after thy hardness and impenitent heart treasurest up unto thyself wrath against the day of wrath and revelation of the righteous judgment of God;
American Standard Version (ASV) but after thy hardness and impenitent heart treasurest up for thyself wrath in the day of wrath and revelation of the righteous judgment of God;
Bible in Basic English (BBE) But by your hard and unchanged heart you are storing up wrath for yourself in the day of the revelation of God's judging in righteousness;
Darby English Bible (DBY) but, according to thy hardness and impenitent heart, treasurest up to thyself wrath, in [the] day of wrath and revelation of [the] righteous judgment of God,
World English Bible (WEB) But according to your hardness and unrepentant heart you are treasuring up for yourself wrath in the day of wrath, revelation, and of the righteous judgment of God;
Young's Literal Translation (YLT) but, according to thy hardness and impenitent heart, thou dost treasure up to thyself wrath, in a day of wrath and of the revelation of the righteous judgment of God,
Cross Reference Exodus 8:15 in Oriya 15 ମାତ୍ର ଫାରୋ ବିପଦର ନିବୃତ୍ତି ଦେଖି ସଦାପ୍ରଭୁଙ୍କ ବାକ୍ୟପ୍ରମାଣେ ଆପଣା ହୃଦୟ କଠିନ କଲେ ଓ ସେମାନଙ୍କ ବାକ୍ୟରେ ମନୋଯୋଗ କଲେ ନାହିଁ।
Exodus 14:17 in Oriya 17 ପୁଣି, ଆମ୍ଭେ, ଦେଖ, ଆମ୍ଭେ ମିସ୍ରୀୟମାନଙ୍କ ହୃଦୟ କଠିନ କରନ୍ତେ, ସେମାନେ ସେମାନଙ୍କ ପଛେ ପଛେ ଯିବେ, ତହିଁରେ ଆମ୍ଭେ ଫାରୋ ଓ ତାହାର ସମସ୍ତ ସୈନ୍ୟ, ରଥ ଓ ଅଶ୍ୱାରୂଢ଼ ଲୋକମାନଙ୍କ ଦ୍ୱାରା ସମ୍ଭ୍ରମ ପ୍ରାପ୍ତ ହେବା।
Deuteronomy 2:30 in Oriya 30 ମାତ୍ର ହିଷ୍ବୋନର ରାଜା ସୀହୋନ ଆପଣା ଦେଶ ମଧ୍ୟଦେଇ ଯିବା ପାଇଁ ଆମ୍ଭମାନଙ୍କୁ ଅନୁମତି ଦେଲା ନାହିଁ, କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ହସ୍ତରେ ଆଜିର ନ୍ୟାୟ ତାହାକୁ ସମର୍ପଣ କରିବା ପାଇଁ ତାହାର ମନ କଠିନ କଲେ ଓ ତାହାର ହୃଦୟ ଶକ୍ତ କଲେ।
Deuteronomy 32:34 in Oriya 34 ଏହା କି ଆମ୍ଭ ନିକଟରେ ସଞ୍ଚିତ ହୋଇ ନାହିଁ ଓ ଆମ୍ଭ ଭଣ୍ଡାରରେ ମୁଦ୍ରାଙ୍କିତ ହୋଇ ରହି ନାହିଁ ?
Joshua 11:20 in Oriya 20 କାରଣ ସେମାନେ ଇସ୍ରାଏଲ ସହିତ ଯୁଦ୍ଧ କରିବାକୁ ଆସି ଯେପରି ସମ୍ପୂର୍ଣ୍ଣ ରୂପେ ବିନଷ୍ଟ ହୋଇ ଦୟା ନ ପାଇବେ, ମାତ୍ର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଉଚ୍ଛିନ୍ନ ହେବେ, ଏନିମନ୍ତେ ସେମାନଙ୍କ ହୃଦୟ କଠିନ କରିବାକୁ ସଦାପ୍ରଭୁଙ୍କର ମାନସ ଥିଲା।
1 Samuel 6:6 in Oriya 6 ଯେପରି ମିସ୍ରୀୟମାନେ ଓ ଫାରୋ ଆପଣାମାନଙ୍କ ହୃଦୟ ଭାରୀ କରିଥିଲେ, ସେପରି ତୁମ୍ଭେମାନେ କାହିଁକି ଆପଣମାନଙ୍କ ହୃଦୟ ଭାରୀ କରୁଅଛ ? ସେ ସେମାନଙ୍କ ମଧ୍ୟରେ ଆପଣା ମହାଶକ୍ତି ପ୍ରକାଶ କରନ୍ତେ, ସେମାନେ କି ଲୋକମାନଙ୍କୁ ଛାଡ଼ି ଦେଲେ ନାହିଁ ଓ ଲୋକମାନେ କି ପ୍ରସ୍ଥାନ କଲେ ନାହିଁ ?
2 Chronicles 30:8 in Oriya 8 ତୁମ୍ଭେମାନେ ଆପଣାମାନଙ୍କ ପିତୃଲୋକଙ୍କ ତୁଲ୍ୟ ଶକ୍ତଗ୍ରୀବ ନ ହୁଅ; ମାତ୍ର ତୁମ୍ଭମାନଙ୍କ ଉପରୁ ତାହାଙ୍କର ପ୍ରଚଣ୍ଡ କ୍ରୋଧ ଯେପରି ନିବୃତ୍ତ ହେବ, ଏଥିପାଇଁ ଆପଣାମାନଙ୍କୁ ସଦାପ୍ରଭୁଙ୍କର ବଶୀଭୂତ କର ଓ ସେ ଚିରକାଳ ନିମନ୍ତେ ଯେଉଁ ସ୍ଥାନ ପବିତ୍ର କରିଅଛନ୍ତି, ତାହାଙ୍କର ସେହି ଧର୍ମଧାମରେ ପ୍ରବେଶ କରି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ସେବା କର।
2 Chronicles 36:13 in Oriya 13 ମଧ୍ୟ ଯେଉଁ ନବୂଖଦ୍ନିତ୍ସର ରାଜା ତାଙ୍କୁ ପରମେଶ୍ୱରଙ୍କ ନାମରେ ଶପଥ କରାଇଥିଲା, ସେ ତାହାର ବିଦ୍ରୋହୀ ହେଲେ; ଆଉ ସେ ଆପଣା ଗ୍ରୀବା ଶକ୍ତ କଲେ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରତି ଫେରିବାକୁ ଆପଣା ହୃଦୟ କଠିନ କଲେ।
Job 21:30 in Oriya 30 ଦୁଷ୍ଟଲୋକ ବିପଦର ଦିନ ପର୍ଯ୍ୟନ୍ତ ରକ୍ଷିତ ? ଓ ସେମାନେ କୋପର ଦିନ ପର୍ଯ୍ୟନ୍ତ ଘେନା ଯା'ନ୍ତି ?
Psalm 95:8 in Oriya 8 ଯେପରି ମିରୀବାଃ ନିକଟରେ ଉତ୍ତେଜିତ ହେବା ସମୟରେ, ଯେପରି ପ୍ରାନ୍ତର ମଧ୍ୟରେ ମଃସା ନିକଟରେ ପରୀକ୍ଷା ସମୟରେ, ସେପରି ତୁମ୍ଭେମାନେ ଅନ୍ତଃକରଣ କଠିନ କର ନାହିଁ;
Psalm 110:5 in Oriya 5 ତୁମ୍ଭ ଦକ୍ଷିଣରେ ସ୍ଥିତ ପ୍ରଭୁ ଆପଣା କୋପର ଦିନରେ ରାଜାଗଣକୁ ଚୂର୍ଣ୍ଣ କରିବେ।
Proverbs 11:4 in Oriya 4 କ୍ରୋଧର ଦିନରେ ଧନ ନିଷ୍ଫଳ, ମାତ୍ର ଧାର୍ମିକତା ମୃତ୍ୟୁୁରୁ ରକ୍ଷା କରେ।
Proverbs 29:1 in Oriya 1 ଯେଉଁ ଲୋକ ଥରକୁ ଥର ଅନୁଯୋଗ ପାଇଲେ ହେଁ ଆପଣା ଗ୍ରୀବା ଶକ୍ତ କରେ, ସେ ପ୍ରତିକାର ବିନୁ ହଠାତ୍ ଭଗ୍ନ ହେବ।
Ecclesiastes 12:14 in Oriya 14 ଯେହେତୁ ପରମେଶ୍ୱର ପ୍ରତ୍ୟେକ କର୍ମ, ପୁଣି ଭଲ କି ମନ୍ଦ ପ୍ରତ୍ୟେକ ଗୁପ୍ତ ବିଷୟ ବିଚାରରେ ଆଣିବେ।
Isaiah 48:4 in Oriya 4 ତୁମ୍ଭେ ଅବାଧ୍ୟ, ତୁମ୍ଭର ଗ୍ରୀବା ଲୌହନଳୀ ଓ ତୁମ୍ଭର କପାଳ ପିତ୍ତଳ ସ୍ୱରୂପ ବୋଲି ଆମ୍ଭେ ଜାଣିଲୁ।
Ezekiel 3:7 in Oriya 7 ମାତ୍ର ଇସ୍ରାଏଲ ବଂଶ ତୁମ୍ଭ କଥା ଶୁଣିବେ ନାହିଁ; କାରଣ ସେମାନେ ଆମ୍ଭ କଥା ଶୁଣିବେ ନାହିଁ; ସମୁଦାୟ ଇସ୍ରାଏଲ ବଂଶ ଶକ୍ତଗ୍ରୀବ ଓ କଠିନ ଚିତ୍ତ ଅଟନ୍ତି।
Daniel 5:20 in Oriya 20 ମାତ୍ର ତାଙ୍କର ଅନ୍ତଃକରଣ ଗର୍ବିତ ହୁଅନ୍ତେ ଓ ତାଙ୍କର ଆତ୍ମା କଠିନ ହୋଇ ସେ ଅହଙ୍କାରପୂର୍ବକ ବ୍ୟବହାର କରନ୍ତେ, ସେ ଆପଣା ରାଜସିଂହାସନରୁ ଚ୍ୟୁତ ହେଲେ ଓ ତାଙ୍କର ଗୌରବ ତାଙ୍କଠାରୁ ଅପହୃତ ହେଲା,
Amos 3:10 in Oriya 10 କାରଣ ସଦାପ୍ରଭୁ କହନ୍ତି , “ଯେଉଁମାନେ ଆପଣା ଆପଣା ଅଟ୍ଟାଳିକାରେ ଦୌରାତ୍ମ୍ୟ ଓ ଲୁଟିତ ଦ୍ରବ୍ୟ ସଞ୍ଚୟ କରନ୍ତି, ସେମାନେ ନ୍ୟାୟ କରିବାକୁ ଜାଣନ୍ତି ନାହିଁ।”
Zechariah 7:11 in Oriya 11 ମାତ୍ର ସେମାନେ ଶୁଣିବାକୁ ଅସମ୍ମତ ହେଲେ ଓ ଶକ୍ତଗ୍ରୀବ ହେଲେ ଓ ଯେପରି ଶୁଣି ନ ପାରିବେ, ଏଥିପାଇଁ ଆପଣା ଆପଣା କର୍ଣ୍ଣ ରୁଦ୍ଧ କଲେ।
Romans 1:18 in Oriya 18 କାରଣ ଯେଉଁ ଲୋକମାନେ ଅଧର୍ମରେ ସତ୍ୟକୁ ପ୍ରତିରୋଧ କରନ୍ତି, ସେମାନଙ୍କର ସମସ୍ତ ଅପବିତ୍ରତା ଓ ଅଧର୍ମ ବିରୁଦ୍ଧରେ ସ୍ୱର୍ଗରୁ ଇଶ୍ବରଙ୍କ କ୍ରୋଧ ପ୍ରକାଶିତ ହେଉଅଛି
Romans 2:2 in Oriya 2 ଆଉ, ଯେଉଁମାନେ ଏହି ପ୍ରକାର କର୍ମ କରନ୍ତି, ସେମାନଙ୍କ ବିରୁଦ୍ଧରେ ଇଶ୍ବରଙ୍କ ବିଚାର ଯେ ନ୍ୟାୟସଙ୍ଗତ, ଏହା ଆମ୍ଭେମାନେ ଜାଣୁ।
Romans 9:22 in Oriya 22 କିନ୍ତୁ ଈଶ୍ୱର ଆପଣା କ୍ରୋଧ ପ୍ରଦର୍ଶନ କରିବା ନିମନ୍ତେ ଓ ଆପଣା ଶକ୍ତି ଜ୍ଞାତ କରାଇବା ନିମନ୍ତେ ଇଚ୍ଛା କଲେ ସୁଦ୍ଧା ଯଦି ବିନାଶାର୍ଥେ ପ୍ରସ୍ତୁତ ହୋଇଥିବା କ୍ରୋଧର ପାତ୍ରଗୁଡ଼ାକ ପ୍ରତି ଦୀର୍ଘସହିଷ୍ଣୁତା ସହ ଧୈର୍ଯ୍ୟ ଧରିଅଛନ୍ତି,
Romans 11:25 in Oriya 25 କାରଣ, ହେ ଭାଇମାନେ, ତୁମ୍ଭେମାନେ ଯେପରି ଆପଣା ଆପଣାକୁ ବୁଦ୍ଧିମାନ ବୋଲି ମନେ ନ କର ଏଥି ନିମନ୍ତେ ତୁମ୍ଭେମାନେ ଯେ ଏହି ନିଗୂଢ଼ତତ୍ତ୍ୱ ସମ୍ବନ୍ଧରେ ଅଜ୍ଞ ରୁହ, ଏହା ମୋହର ଇଚ୍ଛା ନୁହେଁ, ଅର୍ଥାତ୍, ଯେପର୍ଯ୍ୟନ୍ତ ଅଣଯିହୂଦୀମାନେ ପୂର୍ଣ୍ଣ ସଂଖ୍ୟାରେ ପ୍ରବେଶ କରି ନାହାଁନ୍ତି, ସେପର୍ଯ୍ୟନ୍ତ ଇସ୍ରାଏଲ ଅଂଶକ୍ରମେ କଠିନ ହୋଇଅଛି;
Hebrews 3:13 in Oriya 13 କିନ୍ତୁ କାଳେ ପାପର ପ୍ରବଞ୍ଚନା ଦ୍ୱାରା ତୁମ୍ଭମାନଙ୍କ ମଧ୍ୟରୁ କେହି କଠିନମନା ହୁଏ, ଏଥି ନିମନ୍ତେ ଆଜି ସୁଯୋଗ ଥାଉ ଥାଉ ପ୍ରତିଦିନ ପରସ୍ପରକୁ ଉତ୍ସାହ ଦିଅ;
Hebrews 3:15 in Oriya 15 ଉକ୍ତ ଅଛି, ଆଜି ଯଦି ତୁମ୍ଭେମାନେ ତାହାଙ୍କ ବାଣୀ ଶୁଣ, ଯେପରି ବିରକ୍ତି ଜନ୍ମାଇବା ସ୍ଥାନରେ ଘଟିଥିଲା, ସେପରି ଆପଣା ଆପଣା ହୃଦୟ କଠିନ ନ କର।
Hebrews 4:7 in Oriya 7 ଆଉ ଗୋଟିଏ ଦିନ, ଅର୍ଥାତ୍, ଆଜି ଦିନ ନିରୂପଣ କରି ଏତେକାଳ ପରେ ଦାଉଦଙ୍କ ଗ୍ରନ୍ଥରେ କହନ୍ତି, ଯେପରି ପୂର୍ବରେ କୁହାଯାଇଅଛି, ଆଜି ଯଦି ତୁମ୍ଭେମାନେ ତାହାଙ୍କ ବାଣୀ ଶୁଣ, ଆପଣା ଆପଣା ହୃଦୟ କଠିନ ନ କର।
James 5:3 in Oriya 3 ପୁଣି, ତୁମ୍ଭମାନଙ୍କର ସୁନା ଓ ରୂପାରେ କଳଙ୍କ ଲାଗିଲାଣି; ସେଥିରେ କଳଙ୍କ ତୁମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେବ ଓ ଅଗ୍ନି ପରି ତୁମ୍ଭମାନଙ୍କ ମାଂସ ଗ୍ରାସ କରିବ। ଏହି ଶେଷକାଳରେ ତୁମ୍ଭେମାନେ ଧନ ସଞ୍ଚୟ କରିଅଛ !
2 Peter 2:9 in Oriya 9 ଏହି ପ୍ରକାରେ ପ୍ରଭୁ ଧର୍ମପରାୟଣମାନଙ୍କୁ ପରୀକ୍ଷାରୁ ରକ୍ଷା କରିବାକୁ ପୁଣି, ଅଧାର୍ମିକମାନଙ୍କୁ, ବିଶେଷତଃ ଯେଉଁମାନେ ଶରୀରର କୁତ୍ସିତ କାମାଭିଳାଷରେ ଚାଳିତ ହୋଇ ପ୍ରଭୁତ୍ୱ ଅବଜ୍ଞା କରନ୍ତି, ସେମାନଙ୍କୁ ବିଚାର ଦିନ ନିମନ୍ତେ ଦଣ୍ଡର ଅଧୀନରେ ରଖିବାକୁ ଜାଣନ୍ତି।
2 Peter 3:7 in Oriya 7 ପୁଣି, ଏହି ବର୍ତ୍ତମାନ ଆକାଶମଣ୍ଡଳ ଓ ପୃଥିବୀ ସେହି ବାକ୍ୟ ଦ୍ୱାରା ଅଧାର୍ମିକ ଲୋକମାନଙ୍କର ବିଚାର ଓ ବିନାଶର ଦିନ ପର୍ଯ୍ୟନ୍ତ ସଞ୍ଚିତ ହୋଇ ଅଗ୍ନି ନିମନ୍ତେ ରକ୍ଷିତ ହୋଇଅଛି।
Jude 1:6 in Oriya 6 ପୁଣି, ଯେଉଁ ଦୂତମାନେ ଆପଣା ଆପଣା ଉଚ୍ଚ ପଦ ନ ରଖି ନିଜ ନିଜ ବାସସ୍ଥାନ ପରିତ୍ୟାଗ କଲେ, ସେମାନଙ୍କୁ ସେ ମହା ବିଚାର ଦିନ ପର୍ଯ୍ୟନ୍ତ ଅନନ୍ତସ୍ଥାୟୀ ବନ୍ଧନରେ ଆବଦ୍ଧ କରି ଅନ୍ଧକାରମୟ ସ୍ଥାନରେ ରଖିଅଛନ୍ତି।
Revelation 6:17 in Oriya 17 କାରଣ ସେମାନଙ୍କ କ୍ରୋଧର ମହାଦିନ ଉପସ୍ଥିତ ହୋଇଅଛି ଆଉ କିଏ ଠିଆ ହୋଇ ପାରେ ?