Romans 3:19 in Oriya 19 ଆଉ, ଆମ୍ଭେମାନେ ତ ଜାଣୁ ଯେ, ମୋଶାଙ୍କ ବ୍ୟବସ୍ଥା ଯାହା ଯାହା କୁହେ, ସେହି ସବୁ ମୋଶାଙ୍କ ବ୍ୟବସ୍ଥାଧୀନ ଲୋକମାନଙ୍କୁ କୁହେ, ଯେପରି ପ୍ରତ୍ୟେକ ମୁଖ ବନ୍ଦ କରାଯିବ ଓ ସମସ୍ତ ଜଗତ ଇଶ୍ବରଙ୍କ ବିଚାରରେ ଦଣ୍ଡନୀୟ ହେବ;
Other Translations King James Version (KJV) Now we know that what things soever the law saith, it saith to them who are under the law: that every mouth may be stopped, and all the world may become guilty before God.
American Standard Version (ASV) Now we know that what things soever the law saith, it speaketh to them that are under the law; that every mouth may be stopped, and all the world may be brought under the judgment of God:
Bible in Basic English (BBE) Now, we have knowledge that what the law says is for those who are under the law, so that every mouth may be stopped, and all men may be judged by God:
Darby English Bible (DBY) Now we know that whatever the things the law says, it speaks to those under the law, that every mouth may be stopped, and all the world be under judgment to God.
World English Bible (WEB) Now we know that whatever things the law says, it speaks to those who are under the law, that every mouth may be closed, and all the world may be brought under the judgment of God.
Young's Literal Translation (YLT) And we have known that as many things as the law saith, to those in the law it doth speak, that every mouth may be stopped, and all the world may come under judgment to God;
Cross Reference 1 Samuel 2:9 in Oriya 9 ସେ ଆପଣା ଧାର୍ମିକ ଲୋକମାନଙ୍କର ଚରଣ ରକ୍ଷା କରିବେ; ମାତ୍ର ଦୁଷ୍ଟମାନେ ଅନ୍ଧକାରରେ ନୀରବ କରାଯିବେ; ଯେହେତୁ କୌଣସି ମନୁଷ୍ୟ ବଳରେ ଜୟୀ ହୋଇ ପାରିବ ନାହିଁ।
Job 5:16 in Oriya 16 ଏହେତୁ ଦରିଦ୍ର ଭରସା ପାଏ ଓ ଅଧର୍ମ ନିଜ ମୁଖ ବନ୍ଦ କରେ।
Job 9:2 in Oriya 2 “ଏହା ସତ୍ୟ ବୋଲି ମୁଁ ନିଶ୍ଚୟ ଜାଣେ; ମାତ୍ର କିପରି ମନୁଷ୍ୟ ପରମେଶ୍ୱରଙ୍କ ନିକଟରେ ଧାର୍ମିକ ହୋଇପାରେ ?
Psalm 107:42 in Oriya 42 ସରଳ ଲୋକମାନେ ତାହା ଦେଖି ଆନନ୍ଦିତ ହେବେ; ପୁଣି, ସବୁ ଅଧର୍ମ ଆପଣା ମୁଖ ବନ୍ଦ କରିବ।
Ezekiel 16:63 in Oriya 63 ତୁମ୍ଭେ ଯାହା ଯାହା କରିଅଛ, ତୁମ୍ଭର ସେହି ସବୁ ଯେତେବେଳେ ଆମ୍ଭେ କ୍ଷମା କରିବା, ସେତେବେଳେ ତୁମ୍ଭେ ସ୍ମରଣ କରି ଲଜ୍ଜିତ ହେବ ଓ ନିଜ ଅପମାନ ହେତୁ ଆଉ କେବେ ଆପଣା ମୁଖ ଫିଟାଇବ ନାହିଁ।” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Matthew 22:12 in Oriya 12 ହେ ବନ୍ଧୁ, ତୁମ୍ଭେ ବିବାହବସ୍ତ୍ର ପରିଧାନ ନ କରି କିପରି ଏ ସ୍ଥାନକୁ ଆସିଲ ? ମାତ୍ର ସେ ନିରୁତ୍ତର ହୋଇ ରହିଲା।
John 8:9 in Oriya 9 ତାହା ଶୁଣି ସେମାନେ ବଡ଼ଠାରୁ ଆରମ୍ଭ କରି ଜଣ ଜଣ ହୋଇ ବାହାରିଯିବାକୁ ଲାଗିଲେ, ଆଉ କେବଳ ଯୀଶୁ ଓ ମଧ୍ୟସ୍ଥଳରେ ସେହି ସ୍ତ୍ରୀଲୋକ ଅବଶିଷ୍ଟ ରହିଲେ।
John 10:34 in Oriya 34 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭମାନଙ୍କ ମୋଶାଙ୍କ ବ୍ୟବସ୍ଥାରେ ଏହା କ'ଣ ଲେଖା ନାହିଁ, ଆମ୍ଭେ କହିଲୁ, ତୁମ୍ଭେମାନେ ଈଶ୍ୱରଗଣ ?
John 15:25 in Oriya 25 ମାତ୍ର ସେମାନେ ଅକାରଣରେ ମୋତେ ଘୃଣା କଲେ, ସେମାନଙ୍କ ମୋଶାଙ୍କ ବ୍ୟବସ୍ଥାରେ ଲିଖିତ ଏହି ବାକ୍ୟ ଯେପରି ସଫଳ ହୁଏ, ଏଥି ନିମନ୍ତେ ଏପରି ଘଟୁଅଛି।
Romans 1:20 in Oriya 20 ଜଗତର ସୃଷ୍ଟିକାଳାବଧି ତାହାଙ୍କର ଅଦୃଶ୍ୟ ଗୁଣସମୂହ, ଅର୍ଥାତ୍ ତାହାଙ୍କର ଅନାଦି ଅନନ୍ତ ଶକ୍ତି ଓ ଈଶ୍ୱରତ୍ୱ, ସୃଷ୍ଟ ବସ୍ତୁଗୁଡ଼ିକ ଦ୍ୱାରା ବୋଧଗମ୍ୟ ହୋଇ ସ୍ପଷ୍ଟରୂପେ ପ୍ରତୀୟମାନ ହେଉଅଛି, ଯେପରି ସେମାନଙ୍କର ଉତ୍ତର ଦେବାର ବାଟ ନ ଥାଏ।
Romans 2:1 in Oriya 1 ଅତଏବ, ହେ ମନୁଷ୍ୟ, ବିଚାର କରୁଥାଅ ଯେ ତୁମ୍ଭେ, ତୁମ୍ଭେ ଯେ କେହି ହୁଅ, ତୁମ୍ଭର ଉତ୍ତର ଦେବାର ବାଟ ନାହିଁ, କାରଣ ଯେଉଁ ବିଷୟରେ ତୁମ୍ଭେ ଅନ୍ୟର ବିଚାର କରୁଥାଅ, ସେହି ବିଷୟରେ ତୁମ୍ଭେ ଆପଣାକୁ ଦୋଷୀ କରୁଥାଅ, ଯେଣୁ ବିଚାର କରୁଥାଅ ଯେ ତୁମ୍ଭେ, ତୁମ୍ଭେ ନିଜେ ସେହି ପ୍ରକାର କର୍ମ କରୁଥାଅ।
Romans 2:12 in Oriya 12 ଯେଣୁ ଯେତେ ମୋଶାଙ୍କ ବ୍ୟବସ୍ଥାବିହୀନ ହୋଇ ପାପ କରିଅଛନ୍ତି, ସେମାନେ ମଧ୍ୟ ମୋଶାଙ୍କ ବ୍ୟବସ୍ଥା ବିନା ବିନଷ୍ଟ ହେବେ; ଆଉ, ଯେତେ ମୋଶାଙ୍କ ବ୍ୟବସ୍ଥା ପ୍ରାପ୍ତ ହୋଇ ପାପ କରିଅଛନ୍ତି, ସେମାନେ ମୋଶାଙ୍କ ବ୍ୟବସ୍ଥାନୁସାରେ ବିଚାରିତ ହେବେ,
Romans 3:2 in Oriya 2 ସର୍ବପ୍ରଥମେ, ଇଶ୍ବରଙ୍କ ବାକ୍ୟ ସେମାନଙ୍କଠାରେ ସମର୍ପିତ ହୋଇଥିଲା।
Romans 3:4 in Oriya 4 ତାହା କେବେ ହେଁ ନ ହେଉ, ବରଂ ପ୍ରତ୍ୟେକ ମନୁଷ୍ୟ ମିଥ୍ୟାବାଦୀ ହେଲେ ହେଉ, କିନ୍ତୁ ଈଶ୍ୱର ସତ୍ୟ ବୋଲି ସ୍ୱୀକାର କରାଯାଉ, ଯେପରି ଲେଖା ଅଛି, “ତୁମ୍ଭେ ଆପଣା ବାକ୍ୟରେ ଧାର୍ମିକ ବୋଲି ଜଣାଯିବ, ପୁଣି, ବିଚାରିତ ହେବା ସମୟରେ ବିଜୟୀ ହେବ।”
Romans 3:9 in Oriya 9 ତେବେ କ'ଣ ? ଆମ୍ଭେମାନେ କି ଅନ୍ୟମାନଙ୍କଠାରୁ ଶ୍ରେଷ୍ଠ ? ନା, କୌଣସି ପ୍ରକାରେ ନୁହେଁ, କାରଣ ଯିହୂଦୀ ଓ ଗ୍ରୀକ୍ ସମସ୍ତେ ଯେ ପାପର ଅଧିନ, ଆମ୍ଭେମାନେ ପୂର୍ବରେ ଉଭୟଙ୍କ ବିରୁଦ୍ଧରେ ଏହି ଅଭିଯୋଗ କରିଅଛୁ,
Romans 3:23 in Oriya 23 ସମସ୍ତେ ତ ପାପ କରିଅଛନ୍ତି, ପୁଣି, ଇଶ୍ବରଙ୍କ ଗୌରବରହିତ ହୋଇଅଛନ୍ତି,
1 Corinthians 1:29 in Oriya 29 ଆଉ ଯାହା ଜଗତ ଚକ୍ଷୁରେ ମାନ୍ୟଗଣ୍ୟ, ସେ ସବୁକୁ ବ୍ୟର୍ଥ କରିବା ନିମନ୍ତେ ଈଶ୍ୱର ଜଗତର ନୀଚ ଓ ତୁଚ୍ଛ ବିଷୟଗୁଡ଼ିକ, ହଁ, ନଗଣ୍ୟ ବିଷୟଗୁଡ଼ିକ ମନୋନୀତ କଲେ।
1 Corinthians 9:20 in Oriya 20 ଯେପରି ମୁଁ ଯିହୂଦୀମାନଙ୍କୁ ଲାଭ କରି ପାରେ, ଏଥିପାଇଁ ଯିହୂଦୀମାନଙ୍କ ନିକଟରେ ମୁଁ ଯିହୂଦୀ ପରି ହେଲି; ଯେପରି ମୋଶାଙ୍କ ବ୍ୟବସ୍ଥା ଅଧୀନରେ ଥିବା ଲୋକମାନଙ୍କୁ ଲାଭ କରି ପାରେ, ଏଥିପାଇଁ ମୁଁ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନ ହେଲେ ସୁଦ୍ଧା ମୋଶାଙ୍କ ବ୍ୟବସ୍ଥା ଅଧୀନ ଲୋକମାନଙ୍କ ନିକଟରେ ମୋଶାଙ୍କ ବ୍ୟବସ୍ଥା ଅଧୀନର ପରି ହେଲି।
Galatians 3:10 in Oriya 10 କାରଣ ଯେତେ ଲୋକ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ କରନ୍ତି, ସେମାନେ ଶାପଗ୍ରସ୍ତ, ଯେଣୁ ଲେଖା ଅଛି, “ଯେ କେହି ମୋଶାଙ୍କ ବ୍ୟବସ୍ଥା ପୁସ୍ତକରେ ଲିଖିତ ସମସ୍ତ କଥା ପାଳନ କରିବା ପାଇଁ ସେଥିରେ ନିତ୍ୟ ପ୍ରବୃତ୍ତ ନ ହୁଏ, ସେ ଶ୍ରାପଗ୍ରସ୍ତ।”
Galatians 3:22 in Oriya 22 କିନ୍ତୁ ଯେପରି ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ହେତୁ ପ୍ରତିଜ୍ଞା ବିଶ୍ୱାସ କରୁଥିବା ଲୋକମାନଙ୍କୁ ଦିଆଯାଏ, ଏଥିପାଇଁ ଧର୍ମଶାସ୍ତ୍ର ସମସ୍ତ ବିଷୟକୁ ପାପର ଅଧିନ ବୋଲି ଗଣନା କରିଅଛି।
Galatians 4:5 in Oriya 5 ଯେପରି ସେ ମୂଲ୍ୟ ଦେଇ ମୋଶାଙ୍କ ବ୍ୟବସ୍ଥାଧୀନ ଲୋକମାନଙ୍କୁ ମୁକ୍ତ କରନ୍ତି, ପୁଣି, ଆମ୍ଭେମାନେ ପୁତ୍ରତ୍ୱର ଅଧିକାରପ୍ରାପ୍ତ ହେଉ।
Galatians 4:21 in Oriya 21 ମୋଶାଙ୍କ ବ୍ୟବସ୍ଥାର ଅଧିନ ହେବାକୁ ଇଚ୍ଛା କରୁଅଛ ଯେ ତୁମ୍ଭେମାନେ, ମୋତେ କୁହ ତ, ତୁମ୍ଭେମାନେ କ'ଣ ମୋଶାଙ୍କ ବ୍ୟବସ୍ଥାର ବାକ୍ୟ ଶୁଣୁ ନାହଁ ?
Galatians 5:18 in Oriya 18 କିନ୍ତୁ ଯଦି ତୁମ୍ଭେମାନେ ଆତ୍ମାଙ୍କ ଦ୍ୱାରା ପରିଚାଳିତ ହୁଅ, ତେବେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୁହଁ।