Romans 3:25 in Oriya 25 ଈଶ୍ୱର ଆପଣା ସହିଷ୍ଣୁତାରେ ପୂର୍ବକୃତ ପାପସବୁ ଉପେକ୍ଷା କରିଥିବାରୁ ନିଜ ଧାର୍ମିକତା ପ୍ରକାଶ କରିବା ନିମନ୍ତେ ତାହାଙ୍କୁ, ତାହାଙ୍କ ରକ୍ତରେ ବିଶ୍ୱାସ ଦ୍ୱାରା, ପ୍ରାୟଶ୍ଚିତ୍ତବଳି ରୂପେ ପ୍ରଦର୍ଶନ କରିଅଛନ୍ତି,
Other Translations King James Version (KJV) Whom God hath set forth to be a propitiation through faith in his blood, to declare his righteousness for the remission of sins that are past, through the forbearance of God;
American Standard Version (ASV) whom God set forth `to be' a propitiation, through faith, in his blood, to show his righteousness because of the passing over of the sins done aforetime, in the forbearance of God;
Bible in Basic English (BBE) Whom God has put forward as the sign of his mercy, through faith, by his blood, to make clear his righteousness when, in his pity, God let the sins of earlier times go without punishment;
Darby English Bible (DBY) whom God has set forth a mercy-seat, through faith in his blood, for [the] shewing forth of his righteousness, in respect of the passing by the sins that had taken place before, through the forbearance of God;
World English Bible (WEB) whom God set forth to be an atoning sacrifice{or, a propitiation}, through faith in his blood, for a demonstration of his righteousness through the passing over of prior sins, in God's forbearance;
Young's Literal Translation (YLT) whom God did set forth a mercy seat, through the faith in his blood, for the shewing forth of His righteousness, because of the passing over of the bygone sins in the forbearance of God --
Cross Reference Exodus 25:17 in Oriya 17 ଏଉତ୍ତାରେ ତୁମ୍ଭେ ଶୁଦ୍ଧ ସୁବର୍ଣ୍ଣରେ ଅଢ଼ାଇ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଏକ ପାପାଚ୍ଛାଦନ ନିର୍ମାଣ କରିବ।
Leviticus 16:15 in Oriya 15 ଏଥିଉତ୍ତାରେ ସେ ଲୋକମାନଙ୍କର ପାପାର୍ଥକ ବଳିର ଛାଗ ନେଇ ବଧ କରିବ ଓ ତାହାର ରକ୍ତ ବିଚ୍ଛେଦ ବସ୍ତ୍ରର ଭିତରକୁ ଆଣି, ଯେପରି ଗୋବତ୍ସର ରକ୍ତ ନେଇ କରିଥିଲା, ସେପରି ତାହାର ରକ୍ତ ନେଇ କରିବ, ଅର୍ଥାତ୍, ପାପାଚ୍ଛାଦନ ଉପରେ ଓ ପାପାଚ୍ଛାଦନ ସମ୍ମୁଖରେ ତାହା ଛିଞ୍ଚିବ।
Psalm 22:31 in Oriya 31 ସେମାନେ ଆସି ଭବିଷ୍ୟତରେ ଜାତ ହେବା ଲୋକଙ୍କ ନିକଟରେ ତାହାଙ୍କ ଧାର୍ମିକତା ପ୍ରଚାର କରି କହିବେ, ସେ ଏହା ସାଧନ କରିଅଛନ୍ତି।
Psalm 40:10 in Oriya 10 ମୁଁ ତୁମ୍ଭ ଧାର୍ମିକତା ଆପଣା ହୃଦୟରେ ଗୋପନ କରି ନାହିଁ; ମୁଁ ତୁମ୍ଭର ବିଶ୍ୱସ୍ତତା ଓ ତୁମ୍ଭର ପରିତ୍ରାଣ ପ୍ରଚାର କରିଅଛି; ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ମହାସମାଜଠାରୁ ଗୁପ୍ତ ରଖି ନାହିଁ।
Psalm 50:6 in Oriya 6 ପୁଣି, ସ୍ୱର୍ଗ ତାହାଙ୍କର ଧର୍ମ ପ୍ରକାଶ କରିବ; କାରଣ ପରମେଶ୍ୱର ସ୍ୱୟଂ ବିଚାରକର୍ତ୍ତା। ସେଲା
Psalm 97:6 in Oriya 6 ଆକାଶମଣ୍ଡଳ ତାହାଙ୍କ ଧର୍ମ ପ୍ରଚାର କରଇ ଓ ସମୁଦାୟ ଗୋଷ୍ଠୀ ତାହାଙ୍କ ମହିମା ଦେଖିଅଛନ୍ତି।
Psalm 119:142 in Oriya 142 ତୁମ୍ଭର ଧର୍ମ ଅନନ୍ତକାଳସ୍ଥାୟୀ ଧର୍ମ ଓ ତୁମ୍ଭର ବ୍ୟବସ୍ଥା ସତ୍ୟ।
Isaiah 53:11 in Oriya 11 ସେ ଆପଣା ପ୍ରାଣବେଦନାର ଫଳ ଦେଖି ତୃପ୍ତ ହେବେ; ଆମ୍ଭର ଧାର୍ମିକ ଦାସ ଆପଣାର ଜ୍ଞାନ ଦ୍ୱାରା ଅନେକଙ୍କୁ ଧାର୍ମିକ କରିବେ ଓ ସେ ସେମାନଙ୍କର ଅପରାଧ ବହିବେ।
John 6:47 in Oriya 47 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି।
John 6:53 in Oriya 53 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମନୁଷ୍ୟପୁତ୍ରଙ୍କର ମାଂସ ଭୋଜନ ନ କଲେ ଓ ତାହାଙ୍କ ରକ୍ତ ପାନ ନ କଲେ, ତୁମ୍ଭମାନଙ୍କଠାରେ ଜୀବନ ନାହିଁ।
Acts 2:23 in Oriya 23 ସେହି ବ୍ୟକ୍ତି ଇଶ୍ବରଙ୍କ ନିରୂୂପିତ ସଙ୍କଳ୍ପ ଓ ପୂର୍ବାଜ୍ଞାନୁସାରେ ସମର୍ପିତ ହୁଅନ୍ତେ, ଆପଣମାନେ ତାହାଙ୍କୁ ଅଧାର୍ମିକମାନଙ୍କ ହସ୍ତ ଦ୍ୱାରା କ୍ରୁଶାରୋପଣ କରି ବଧ କରିଥିଲେ;
Acts 3:18 in Oriya 18 କିନ୍ତୁ ଈଶ୍ୱର ଆପଣା ଖ୍ରୀଷ୍ଟଙ୍କ ଦୁଃଖଭୋଗ ବିଷୟରେ ସମସ୍ତ ଭାବବାଦୀଙ୍କ ମୁଖ ଦ୍ୱାରା ଯାହା ଯାହା ପୂର୍ବରୁ ପ୍ରଚାର କରିଥିଲେ, ସେହି ସବୁ ସେ ଏହି ପ୍ରକାରେ ସଫଳ କରିଅଛନ୍ତି।
Acts 4:28 in Oriya 28 ତୁମ୍ଭର ସଂକଳ୍ପ ଦ୍ୱାରା ଯେ ସମସ୍ତ ବିଷୟ ଘଟିବ ବୋଲି ପୂର୍ବରୁ ନିରୂପିତ ହୋଇଥିଲା, ତାହା କରିବାକୁ ଏକତ୍ର ହେଲେ।
Acts 13:38 in Oriya 38 ଅତଏବ, ହେ ଭାଇମାନେ, ଆପଣମାନେ ଏହା ଅବଗତ ହେଉନ୍ତୁ, ଏହି ବ୍ୟକ୍ତିଙ୍କ ଦ୍ୱାରା ଆପଣମାନଙ୍କ ନିକଟରେ ପାପ କ୍ଷମା ପ୍ରଚାର କରାଯାଉଅଛି,
Acts 15:18 in Oriya 18 ପ୍ରାଚୀନ କାଳରୁ ଈଶ୍ୱର ଆପଣାର ସମସ୍ତ କର୍ମ ଜଣାଇଛନ୍ତି।
Acts 17:30 in Oriya 30 ଈଶ୍ୱର ସେହି ଅଜ୍ଞାନତାର କାଳ ଉପେକ୍ଷା କରିଅଛନ୍ତି ସତ୍ୟ, କିନ୍ତୁ ଏବେ ସେ ସର୍ବତ୍ର ସମସ୍ତ ମନୁଷ୍ୟଙ୍କୁ ମନ ପରିବର୍ତ୍ତନ କରିବା ନିମନ୍ତେ ଜଣାନ୍ତି;
Romans 2:4 in Oriya 4 କିମ୍ବା ଇଶ୍ବରଙ୍କ କୃପା ଯେ ତୁମ୍ଭକୁ ମନ ପରିବର୍ତ୍ତନ ଆଡ଼କୁ ଘେନିଯିବାକୁ ଚେଷ୍ଟା କରେ, ଏହା ନ ଜାଣି ତୁମ୍ଭେ କି ତାହାଙ୍କର କୃପା, ଧୈର୍ଯ୍ୟ ଓ ଚିରସହିଷ୍ଣୁତାରୂପ ଧନସବୁ ତୁଚ୍ଛ କରୁଅଛ ?
Romans 3:23 in Oriya 23 ସମସ୍ତେ ତ ପାପ କରିଅଛନ୍ତି, ପୁଣି, ଇଶ୍ବରଙ୍କ ଗୌରବରହିତ ହୋଇଅଛନ୍ତି,
Romans 3:26 in Oriya 26 ପୁଣି, ବର୍ତ୍ତମାନ କାଳରେ ଆପଣା ଧାର୍ମିକତା ପ୍ରକାଶ କରିବା ନିମନ୍ତେ ସେ ଏହା କରିଅଛନ୍ତି, ଯେପରି ସେ ସ୍ୱୟଂ ଧାର୍ମିକ ଓ ଯୀଶୁଙ୍କଠାରେ ବିଶ୍ୱାସୀକୁ ଧାର୍ମିକ ଗଣନାକାରୀ ବୋଲି ପ୍ରକାଶିତ ହୁଅନ୍ତି।
Romans 4:1 in Oriya 1 ତେବେ ଶରୀର ଅନୁସାରେ ଆମ୍ଭମାନଙ୍କ ପିତୃପୁରୁଷ ଅବ୍ରହାମ କ'ଣ ପାଇଅଛନ୍ତି ବୋଲି ଆମ୍ଭେମାନେ କହିବା ?
Romans 5:1 in Oriya 1 ଅତଏବ, ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହେବାରୁ ଆମ୍ଭେମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଇଶ୍ବରଙ୍କ ସହିତ ଶାନ୍ତିରେ ଅଛୁ;
Romans 5:9 in Oriya 9 ଅତଏବ, ଏହା ଆହୁରି ସୁନିଶ୍ଚିତ ଯେ, ଆମ୍ଭେମାନେ ଏବେ ତାହାଙ୍କ ରକ୍ତ ଦ୍ୱାରା ଧାର୍ମିକ ଗଣିତ ହେବାରୁ ତାହାଙ୍କ ଦ୍ୱାରା ଇଶ୍ବରଙ୍କ କ୍ରୋଧରୁ ରକ୍ଷା ପାଇବା।
Romans 5:11 in Oriya 11 ପୁଣି, କେବଳ ତାହା ନୁହେଁ, କିନ୍ତୁ ଆମ୍ଭମାନଙ୍କ ଯେଉଁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭେମାନେ ଏବେ ମିଳନ ଲାଭ କରିଅଛୁ; ତାହାଙ୍କ ଦ୍ୱାରା ଆମ୍ଭେମାନେ ଈଶ୍ୱରଙ୍କଠାରେ ଦର୍ପ ମଧ୍ୟ କରୁଅଛୁ।
Colossians 1:20 in Oriya 20 ପୁଣି, ତାହାଙ୍କ କ୍ରୁଶର ରକ୍ତରେ ସେ ଶାନ୍ତି ସ୍ଥାପନ କରି ତାହାଙ୍କ ଦ୍ୱାରା ଆପଣା ସହିତ ସମସ୍ତର ମିଳନ କରନ୍ତି, ହଁ, ତାହାଙ୍କ ଦ୍ୱାରା ପୃଥିବୀ ବା ସ୍ୱର୍ଗରେ ସ୍ଥିତ ସମସ୍ତ ବିଷୟର ମିଳନ କରନ୍ତି।
1 Timothy 1:15 in Oriya 15 ପାପୀମାନଙ୍କୁ ପରିତ୍ରାଣ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁ ଯେ ଜଗତକୁ ଆସିଲେ; ଏହି ବାକ୍ୟ ବିଶ୍ୱାସ ଓ ସର୍ବତୋଭାବେ ଗ୍ରହଣ ଯୋଗ୍ୟ; ସେହି ପାପୀମାନଙ୍କ ମଧ୍ୟରେ ମୁଁ ପ୍ରଧାନ।
Hebrews 9:5 in Oriya 5 ଆଉ ତାହା ଉପରେ ପାପାଚ୍ଛାଦନକୁ ଛାୟା କରୁଥିବା ଇଶ୍ବରଙ୍କ ଗୌରବସୂଚକ ଦୁଇଟି କିରୂବ ଥିଲେ; ସେହି ସବୁ ବିଷୟରେ ଏବେ ଆମ୍ଭେମାନେ ସବିଶେଷ କହି ନ ପାରୁ।
Hebrews 9:14 in Oriya 14 ତେବେ ଯେଉଁ ଖ୍ରୀଷ୍ଟ ଚିରନ୍ତନ ଆତ୍ମାଙ୍କ ଦ୍ୱାରା ଆପଣାକୁ ନିଖୁନ୍ତ ବଳି ସ୍ୱରୂପେ ଇଶ୍ବରଙ୍କ ନିକଟରେ ଉତ୍ସର୍ଗ କଲେ, ତାହାଙ୍କ ରକ୍ତ କେତେ ଅଧିକ ପରିମାଣରେ ଜୀବିତ ଇଶ୍ବରଙ୍କ ସେବା କରିବା ନିମନ୍ତେ ମୃତ କର୍ମରୁ ଆମ୍ଭମାନଙ୍କ ବିବେକକୁ ଶୁଦ୍ଧ ନ କରିବ !
Hebrews 9:25 in Oriya 25 ମହାଯାଜକ ଯେପରି ଅନ୍ୟର ରକ୍ତ ଘେନି ବର୍ଷକୁ ବର୍ଷ ମହାପବିତ୍ର ସ୍ଥାନରେ ପ୍ରବେଶ କରନ୍ତି, ସେହିପରି ସେ ଯେ ଥରକୁଥର ଆପଣାକୁ ଉତ୍ସର୍ଗ କରିବେ, ତାହା ନୁହେଁ;
Hebrews 10:4 in Oriya 4 କାରଣ ବୃଷ ଓ ଛାଗର ରକ୍ତ ଯେ ପାପ ହରଣ କରିବ, ଏହା ଅସମ୍ଭବ।
Hebrews 10:19 in Oriya 19 ଅତଏବ, ହେ ଭାଇମାନେ, ଯୀଶୁ ବିଚ୍ଛେଦବସ୍ତ୍ର, ଅର୍ଥାତ୍, ଆପଣା ଶରୀର ଦ୍ୱାରା ଯେଉଁ ନୂତନ ଓ ଜୀବନଦାୟକ ପଥ ଆମ୍ଭମାନଙ୍କ ନିମନ୍ତେ ପ୍ରସ୍ତୁତ କରିଅଛନ୍ତି,
Hebrews 11:7 in Oriya 7 ବିଶ୍ୱାସ ଦ୍ୱାରା ନୋହ ସେ ସମୟ ପର୍ଯ୍ୟନ୍ତ ଅପ୍ରକାଶିତ ବିଷୟ ସମ୍ବନ୍ଧରେ ପ୍ରତ୍ୟାଦେଶ ପାଇ ଭକ୍ତି ସହକାରେ ଆପଣା ପରିବାରର ରକ୍ଷା ନିମନ୍ତେ ଗୋଟିଏ ଜାହାଜ ନିର୍ମାଣ କଲେ, ପୁଣି, ସେହି ବିଶ୍ୱାସ ଦ୍ୱାରା ସେ ଜଗତକୁ ଦୋଷୀ କରି ବିଶ୍ୱାସାନୁଯାୟୀ ଧାର୍ମିକତାର ଅଧିକାରୀ ହେଲେ।
Hebrews 11:14 in Oriya 14 କାରଣ ଯେଉଁମାନେ ଏହିପରି କଥା କହନ୍ତି, ସେମାନେ ଯେ ନିଜର ଗୋଟିଏ ଦେଶ ଅନ୍ୱେଷଣ କରୁଅଛନ୍ତି, ଏହା ପ୍ରକାଶ କରନ୍ତି।
Hebrews 11:17 in Oriya 17 ବିଶ୍ୱାସ ଦ୍ୱାରା ଅବ୍ରହାମ ପରୀକ୍ଷିତ ହୋଇ ଇସ୍ହାକଙ୍କୁ ଉତ୍ସର୍ଗ କଲେ, ହଁ, ଯେଉଁ ବ୍ୟକ୍ତି ପ୍ରତିଜ୍ଞାସମୂହ ପ୍ରାପ୍ତ ହୋଇଥିଲେ, ଯାହାଙ୍କୁ କୁହାଯାଇଥିଲା ଯେ,
Hebrews 11:39 in Oriya 39 ବିଶ୍ୱାସ ଦ୍ୱାରା ଏହି ସମସ୍ତେ ସୁଖ୍ୟାତି ଲାଭ କରି ସୁଦ୍ଧା ପ୍ରତିଜ୍ଞାର ଫଳପ୍ରାପ୍ତ ହେଲେ ନାହିଁ,
1 Peter 1:18 in Oriya 18 ଯେଣୁ ତୁମ୍ଭେମାନେ ଜାଣ ଯେ, ତୁମ୍ଭମାନଙ୍କ ପିତୃପୁରୁଷମାନଙ୍କଠାରୁ ପ୍ରାପ୍ତ ପରମ୍ପରାଗତ ନିରର୍ଥକ ଆଚାର ବ୍ୟବହାରରୁ ରୂପା କି ସୁନା ପରି କ୍ଷୟଣୀୟ ବସ୍ତୁ ଦ୍ୱାରା ମୁକ୍ତ ନ ହୋଇ
1 John 1:10 in Oriya 10 ଆମ୍ଭେମାନେ ପାପ କରି ନାହୁଁ, ଏହା ଯଦି କହୁ, ତାହାହେଲେ ଆମ୍ଭେମାନେ ତାହାଙ୍କୁ ମିଥ୍ୟାବାଦୀ କରୁ, ପୁଣି, ତାହାଙ୍କ ବାକ୍ୟ ଆମ୍ଭମାନଙ୍କଠାରେ ନାହିଁ।
1 John 2:2 in Oriya 2 ଆଉ ସେ ଆମ୍ଭମାନଙ୍କ ପାପ ନିମନ୍ତେ, କେବଳ ଆମ୍ଭମାନଙ୍କ ପାପ ନିମନ୍ତେ ନୁହେଁ, ମାତ୍ର ସମସ୍ତ ଜଗତର ପାପ ନିମନ୍ତେ ମଧ୍ୟ ପ୍ରାୟଶ୍ଚିତ୍ତ ସ୍ୱରୂପ ଅଟନ୍ତି।
1 John 4:10 in Oriya 10 ଆମ୍ଭେମାନେ ଯେ ଈଶ୍ୱରଙ୍କୁ ପ୍ରେମ କଲୁ, ତାହା ନୁହେଁ, ମାତ୍ର ସେ ଆମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆପଣା ପୁତ୍ରଙ୍କୁ ଆମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ ସ୍ୱରୂପ କରି ପଠାଇଲେ; ଏଥିରେ ତ ପ୍ରେମ ପ୍ରକାଶ ପାଏ
Revelation 5:9 in Oriya 9 ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ, ତୁମ୍ଭେ ସେହି ପୁସ୍ତକ ନେବାକୁ ଓ ସେଥିର ମୁଦ୍ରାସବୁ ଭାଙ୍ଗିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ, ପୁଣି, ଆପଣା ରକ୍ତ ଦ୍ୱାରା ସର୍ବଗୋଷ୍ଠୀ, ଭାଷାବାଦୀ, ବଂଶ ଓ ଜାତି ମଧ୍ୟରୁ ଇଶ୍ବରଙ୍କ ନିମନ୍ତେ ଲୋକମାନଙ୍କୁ କିଣିଅଛ,
Revelation 13:8 in Oriya 8 ଜଗତର ସୃଷ୍ଟି ଠାରୁ ଯେଉଁମାନଙ୍କର ନାମ, ବଳିକୃତ ମେଷଶାବକଙ୍କର ଜୀବନ ପୁସ୍ତକରେ ଲିଖିତ ହୋଇ ନାହିଁ, ପୃଥିବୀନିବାସୀ ସେହି ସମସ୍ତ ଲୋକ, ତାହାକୁ (ପଶୁକୁ) ପ୍ରଣାମ କରିବେ।
Revelation 20:15 in Oriya 15 ଯାହାର ନାମ ଜୀବନ ପୁସ୍ତକରେ ଲେଖା ହୋଇଥିବାର ଦେଖା ନ ଗଲା, ତାହାକୁ ଅଗ୍ନିମୟ ହ୍ରଦରେ ପକାଗଲା।