Romans 3:5 in Oriya 5 କିନ୍ତୁ ଯଦି ଆମ୍ଭମାନଙ୍କର ଅଧାର୍ମିକତା ଇଶ୍ବରଙ୍କ ଧାର୍ମିକତା ପ୍ରମାଣ କରେ, ତେବେ ଆମ୍ଭେମାନେ କ'ଣ କହିବା ? ଯେଉଁ ଈଶ୍ୱର କ୍ରୋଧରେ ପ୍ରତିଫଳ ଦିଅନ୍ତି, ସେ କି ଅଧାର୍ମିକ ? ମୁଁ ମନୁଷ୍ୟ ଭାବରେ କହୁଅଛି।
Other Translations King James Version (KJV) But if our unrighteousness commend the righteousness of God, what shall we say? Is God unrighteous who taketh vengeance? (I speak as a man)
American Standard Version (ASV) But if our righteousness commendeth the righteousness of God, what shall we say? Is God unrighteous who visiteth with wrath? (I speak after the manner of men.)
Bible in Basic English (BBE) But if the righteousness of God is supported by our wrongdoing what is to be said? is it wrong for God to be angry (as men may say)?
Darby English Bible (DBY) But if our unrighteousness commend God's righteousness, what shall we say? Is God unrighteous who inflicts wrath? I speak according to man.
World English Bible (WEB) But if our unrighteousness commends the righteousness of God, what will we say? Is God unrighteous who inflicts wrath? I speak like men do.
Young's Literal Translation (YLT) And, if our unrighteousness God's righteousness doth establish, what shall we say? is God unrighteous who is inflicting the wrath? (after the manner of a man I speak)
Cross Reference Deuteronomy 32:39 in Oriya 39 ଏବେ ଦେଖ, ଆମ୍ଭେ, ଆମ୍ଭେ ହିଁ ସେ ଅଟୁ; ଆମ୍ଭ ସଙ୍ଗେ ଆଉ କୌଣସି ଦେବତା ନାହିଁ; ଆମ୍ଭେ ବଧ କରୁ ଓ ଆମ୍ଭେ ଜୀବନ ଦାନ କରୁ; ଆମ୍ଭେ କ୍ଷତ କରିଅଛୁ ଓ ଆମ୍ଭେ ସୁସ୍ଥ କରୁ; ପୁଣି, ଆମ୍ଭ ହସ୍ତରୁ ଯେ ଉଦ୍ଧାର କରିପାରେ, ଏପରି କେହି ନାହିଁ।
Psalm 58:10 in Oriya 10 ଧାର୍ମିକ ଲୋକ ପ୍ରତିଫଳ ଦେଖି ଆନନ୍ଦ କରିବ; ସେ ଦୁଷ୍ଟମାନଙ୍କ ରକ୍ତରେ ଆପଣା ପାଦ ଧୋଇବ।
Psalm 94:1 in Oriya 1 ହେ ସଦାପ୍ରଭୁ, ପ୍ରତିଫଳଦାତା ପରମେଶ୍ୱର, ହେ ପ୍ରତିଫଳଦାତା ପରମେଶ୍ୱର, ତୁମ୍ଭେ ପ୍ରକାଶମାନ ହୁଅ।
Nahum 1:2 in Oriya 2 ସଦାପ୍ରଭୁ (ସ୍ୱଗୌରବ ରକ୍ଷଣେ) ଉଦ୍ଯୋଗୀ ପରମେଶ୍ୱର ଓ ପ୍ରତିଫଳଦାତା ଅଟନ୍ତି; ସଦାପ୍ରଭୁ ପ୍ରତିଫଳଦାତା ଓ କ୍ରୋଧପୂର୍ଣ୍ଣ ଅଟନ୍ତି; ସଦାପ୍ରଭୁ ଆପଣା ବିପକ୍ଷଗଣକୁ ପ୍ରତିଫଳ ଦିଅନ୍ତି ଓ ଆପଣା ଶତ୍ରୁଗଣ ନିମନ୍ତେ କୋପ ସଞ୍ଚୟ କରନ୍ତି।
Nahum 1:6 in Oriya 6 ତାହାଙ୍କ କ୍ରୋଧ ସମ୍ମୁଖରେ କିଏ ଠିଆ ହୋଇପାରେ ? ଓ ତାହାଙ୍କ କ୍ରୋଧର ପ୍ରଚଣ୍ଡତାରେ କିଏ ରହିପାରେ ? ତାହାଙ୍କ କୋପ ଅଗ୍ନି ତୁଲ୍ୟ ଢଳାଯାଏ ଓ ତାହାଙ୍କ ଦ୍ୱାରା ଶୈଳସବୁ ବିଦୀର୍ଣ୍ଣ ହୁଏ।
Romans 2:5 in Oriya 5 କିନ୍ତୁ ତୁମ୍ଭେ ଆପଣା କଠିନ ଓ ଅପରିବର୍ତ୍ତିତ ହୃଦୟ ଅନୁସାରେ, ଯେଉଁ ଦିନ ଇଶ୍ବରଙ୍କ ନ୍ୟାୟବିଚାର ପ୍ରକାଶ ପାଇବ, ସେହି କ୍ରୋଧର ଦିନରେ ନିଜ ପାଇଁ କ୍ରୋଧ ସଞ୍ଚୟ କରୁଅଛ;
Romans 3:7 in Oriya 7 କିନ୍ତୁ ଯଦି ମୋହର ମିଥ୍ୟା ଦ୍ୱାରା ଇଶ୍ବରଙ୍କ ସତ୍ୟ ତାହାଙ୍କ ଗୌରବ ନିମନ୍ତେ ପ୍ରଚୁର ଭାବରେ ବୃଦ୍ଧି ପାଇଲା, ତାହାହେଲେ ମୁଁ ମଧ୍ୟ ଆଉ କାହିଁକି ପାପୀ ବୋଲି ବିଚାରିତ ହେଉଅଛି ?
Romans 3:19 in Oriya 19 ଆଉ, ଆମ୍ଭେମାନେ ତ ଜାଣୁ ଯେ, ମୋଶାଙ୍କ ବ୍ୟବସ୍ଥା ଯାହା ଯାହା କୁହେ, ସେହି ସବୁ ମୋଶାଙ୍କ ବ୍ୟବସ୍ଥାଧୀନ ଲୋକମାନଙ୍କୁ କୁହେ, ଯେପରି ପ୍ରତ୍ୟେକ ମୁଖ ବନ୍ଦ କରାଯିବ ଓ ସମସ୍ତ ଜଗତ ଇଶ୍ବରଙ୍କ ବିଚାରରେ ଦଣ୍ଡନୀୟ ହେବ;
Romans 3:25 in Oriya 25 ଈଶ୍ୱର ଆପଣା ସହିଷ୍ଣୁତାରେ ପୂର୍ବକୃତ ପାପସବୁ ଉପେକ୍ଷା କରିଥିବାରୁ ନିଜ ଧାର୍ମିକତା ପ୍ରକାଶ କରିବା ନିମନ୍ତେ ତାହାଙ୍କୁ, ତାହାଙ୍କ ରକ୍ତରେ ବିଶ୍ୱାସ ଦ୍ୱାରା, ପ୍ରାୟଶ୍ଚିତ୍ତବଳି ରୂପେ ପ୍ରଦର୍ଶନ କରିଅଛନ୍ତି,
Romans 4:1 in Oriya 1 ତେବେ ଶରୀର ଅନୁସାରେ ଆମ୍ଭମାନଙ୍କ ପିତୃପୁରୁଷ ଅବ୍ରହାମ କ'ଣ ପାଇଅଛନ୍ତି ବୋଲି ଆମ୍ଭେମାନେ କହିବା ?
Romans 6:1 in Oriya 1 ତେବେ, ଆମ୍ଭେମାନେ କ'ଣ କରିବା ? ଅନୁଗ୍ରହ ଯେପରି ପ୍ରଚୁର ହୁଏ, ଏଥିପାଇଁ କି ପାପରେ ରହିଥିବା ?
Romans 6:19 in Oriya 19 ତୁମ୍ଭମାନଙ୍କ ମାନବୀୟ ଦୁର୍ବଳତା ହେତୁ ମୁଁ ମନୁଷ୍ୟ ଭାବରେ କହୁଅଛି; ତୁମ୍ଭେମାନେ ଯେପରି ଅଧର୍ମ ନିମନ୍ତେ ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ଅଶୁଚିତା ଓ ଅଧର୍ମ ନିକଟରେ ଦାସ ରୂପେ ସମର୍ପଣ କରିଥିଲ, ସେହିପରି ଏବେ ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ପବିତ୍ରତା ନିମନ୍ତେ ଧାର୍ମିକତା ନିକଟରେ ଦାସ ରୂପେ ସମର୍ପଣ କର।
Romans 7:7 in Oriya 7 ତେବେ, ଆମ୍ଭେମାନେ କ'ଣ କହିବା ? ମୋଶାଙ୍କ ବ୍ୟବସ୍ଥା କ'ଣ ପାପ ? ତାହା କେବେ ହେଁ ନ ହେଉ। ବରଂ ପାପ କ'ଣ, ତାହା ମୋଶାଙ୍କ ବ୍ୟବସ୍ଥା ବିନା ମୁଁ ଜାଣି ନ ଥାଆନ୍ତି; କାରଣ ଲୋଭ କର ନାହିଁ, ମୋଶାଙ୍କ ବ୍ୟବସ୍ଥା ଏହା କହି ନ ଥିଲେ, ଲୋଭ କଅଣ, ତାହା ମୁଁ ଜାଣି ନ ଥାଆନ୍ତି।
Romans 8:20 in Oriya 20 କାରଣ ସୃଷ୍ଟି ଅସାରତାର ବଶୀଭୂତ ହେଲା, ତା'ର ନିଜ ଇଚ୍ଛାରୁ ନୁହେଁ, କିନ୍ତୁ ଯେ ତାକୁ ବଶୀଭୂତ କଲେ, ତାହାଙ୍କ ଇଚ୍ଛାରୁ;
Romans 9:13 in Oriya 13 ଯେପରି ଲେଖା ଅଛି, “ଯାକୁବକୁ ଆମ୍ଭେ ପ୍ରେମ କଲୁ, କିନ୍ତୁ ଏଷୌକୁ ଘୃଣା କଲୁ।'
Romans 9:18 in Oriya 18 ଅତଏବ, ସେ ଯାହାକୁ ଇଚ୍ଛା କରନ୍ତି, ତାହାକୁ ଦୟା କରନ୍ତି, ପୁଣି, ଯାହାକୁ ଇଚ୍ଛା କରନ୍ତି, ତାହାକୁ କଠିନ କରନ୍ତି।
Romans 12:19 in Oriya 19 ହେ ପ୍ରିୟମାନେ, ତୁମ୍ଭେମାନେ ନିଜେ ନିଜେ ପ୍ରତିଶୋଧ ନିଅ ନାହିଁ, କିନ୍ତୁ ଇଶ୍ବରଙ୍କ କ୍ରୋଧ ପାଇଁ ସ୍ଥାନ ଛାଡ଼ିଦିଅ; କାରଣ ଲେଖା ଅଛି, “ପ୍ରଭୁ କହନ୍ତି, ପ୍ରତିଶୋଧ ନେବା ଆମ୍ଭର ଅଧିକାର, ଆମ୍ଭେ ପ୍ରତିଫଳ ଦେବା'।
1 Corinthians 9:8 in Oriya 8 ମୁଁ ମନୁଷ୍ୟ ଭାବରେ କ'ଣ ଏହି ସବୁ କଥା କହୁଅଛି ? ମୋଶାଙ୍କ ବ୍ୟବସ୍ଥା ମଧ୍ୟ କ'ଣ ଏହି ସବୁ କଥା କୁହେ ନାହିଁ ?
1 Corinthians 15:32 in Oriya 32 ଯଦି ଲୋକାଚାର ଅନୁସାରେ ମୁଁ ଏଫିସରେ ବନ୍ୟ ପଶୁମାନଙ୍କ ସହିତ ଯୁଦ୍ଧ କରିଅଛି, ତେବେ ସେଥିରେ ମୋହର ଲାଭ କ'ଣ ? ଯଦି ମୃତମାନେ ଉତ୍ଥିତ ନ ହୁଅନ୍ତି, ତେବେ ‘ଆସ, ଆମ୍ଭେମାନେ ଭୋଜନପାନ କରୁ, କାରଣ କାଲି ଆମ୍ଭେମାନେ ମରିବା'।
Galatians 3:15 in Oriya 15 ହେ ଭାଇମାନେ, ମୁଁ ମନୁଷ୍ୟ ଭାବରେ କହୁଅଛି; ଚୁକ୍ତି ମନୁଷ୍ୟ ଦ୍ୱାରା କରାଗଲେ ସୁଦ୍ଧା ଯେତେବେଳେ ତାହା ସ୍ଥିରୀକୃତ ହୁଏ, ସେତେବେଳେ କେହି ତାହା ଅନ୍ୟଥା କରି ପାରେ ନାହିଁ ବା ସେଥିରେ କିଛି ଯୋଗ କରି ପାରେ ନାହିଁ।
2 Thessalonians 1:6 in Oriya 6 କାରଣ ପ୍ରଭୁ ଯୀଶୁ ଯେତେବେଳେ ଆପଣା ଶକ୍ତିମାନ ଦୂତମାନଙ୍କ ସହିତ ଜଳୁଥିବା ଅଗ୍ନି ସହ ସ୍ୱର୍ଗରୁ ପ୍ରକାଶିତ ହେବେ,
Revelation 15:3 in Oriya 3 ସେମାନେ ଇଶ୍ବରଙ୍କ ଦାସ ମୋଶା ଓ ମେଷଶାବକଙ୍କ ଗୀତ ଗାନ କରି କହୁଅଛନ୍ତି, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ୱର, ତୁମ୍ଭର କର୍ମସମୂହ ମହତ ଓ ଆଶ୍ଚର୍ଯ୍ୟ; ହେ ଜାତିସମୂହର ରାଜା, ତୁମ୍ଭର ପଥସମସ୍ତ ନ୍ୟାୟ ଓ ସତ୍ୟ।
Revelation 16:5 in Oriya 5 ସେତେବେଳେ ମୁଁ ଜଳାଧିପତି ଦୂତଙ୍କୁ ଏହା କହିବାର ଶୁଣିଲି, ହେ ବର୍ତ୍ତମାନ ଓ ଅତୀତ, ପୁଣି, ପବିତ୍ର ଯେ ତୁମ୍ଭେ ନ୍ୟାୟକର୍ତ୍ତା ବୋଲି ଏହିପରି ବିଚାର କରିଅଛି;
Revelation 18:20 in Oriya 20 ହେ ସ୍ଵର୍ଗ, ହେ ସାଧୁବୃନ୍ଦ, ହେ ପ୍ରେରିତବର୍ଗ, ହେ ଭାବବାଦୀ ସମସ୍ତେ, ତୁମ୍ଭେମାନେ ତାହାର ପତନରେ ଆନନ୍ଦ କର, ଈଶ୍ୱର ତୁମ୍ଭମାନଙ୍କ ସକାଶେ ତାହାଠାରୁ ପ୍ରତିଶୋଧ ନେଇଛନ୍ତି।