Romans 4:17 in Oriya 17 ଯେଉଁ ଈଶ୍ୱରଙ୍କୁ ସେ ବିଶ୍ୱାସ କଲେ, ଯେ ମୃତମାନଙ୍କୁ ଜୀବିତ କରନ୍ତି ଓ ନ ଥିବା ବସ୍ତୁକୁ ଥିବା ବସ୍ତୁ ପରି ଡାକନ୍ତି, ସେହି ଇଶ୍ବରଙ୍କ ଦୃଷ୍ଟିରେ ସେ ଆମ୍ଭ ସମସ୍ତଙ୍କର ପିତା ଅଟନ୍ତି, ଯେପରି ଲେଖା ଅଛି, ଆମ୍ଭେ ତୁମ୍ଭକୁ ବହୁ ଜାତିର ପିତା କରିଅଛୁ।
Other Translations King James Version (KJV) (As it is written, I have made thee a father of many nations,) before him whom he believed, even God, who quickeneth the dead, and calleth those things which be not as though they were.
American Standard Version (ASV) (as it is written, A father of many nations have I made thee) before him whom he believed, `even' God, who giveth life to the dead, and calleth the things that are not, as though they were.
Bible in Basic English (BBE) (As it is said in the holy Writings, I have made you a father of a number of nations) before him in whom he had faith, that is, God, who gives life to the dead, and to whom the things which are not are as if they were.
Darby English Bible (DBY) (according as it is written, I have made thee father of many nations,) before the God whom he believed, who quickens the dead, and calls the things which be not as being;
World English Bible (WEB) As it is written, "I have made you a father of many nations." This is in the presence of him whom he believed: God, who gives life to the dead, and calls the things that are not, as though they were.
Young's Literal Translation (YLT) who is father of us all (according as it hath been written -- `A father of many nations I have set thee,') before Him whom he did believe -- God, who is quickening the dead, and is calling the things that be not as being.
Cross Reference Genesis 17:4 in Oriya 4 “ଦେଖ, ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରୁଅଛୁ, ତୁମ୍ଭେ ଅନେକ ଗୋଷ୍ଠୀର ଆଦିପୁରୁଷ ହେବ।
Genesis 17:16 in Oriya 16 ଆମ୍ଭେ ତାହାକୁ ଆଶୀର୍ବାଦ କରିବା ଓ ତାହାଠାରୁ ତୁମ୍ଭକୁ ଗୋଟିଏ ପୁତ୍ର ଦେବା; ଆମ୍ଭେ ତାହାକୁ ଆଶୀର୍ବାଦ କରିବା, ସେ ନାନା ଗୋଷ୍ଠୀର ଆଦିମାତା ହେବ, ତାହାଠାରୁ ନାନାଦେଶୀୟ ରାଜାଗଣ ଉତ୍ପନ୍ନ ହେବେ।”
Genesis 17:20 in Oriya 20 ପୁଣି, ଇଶ୍ମାଏଲ ବିଷୟରେ ତୁମ୍ଭର ପ୍ରାର୍ଥନା ଶୁଣିଲୁ; ଦେଖ, ଆମ୍ଭେ ତାହାକୁ ଆଶୀର୍ବାଦ କରିବା, ପୁଣି, ବହୁ ପ୍ରଜାବନ୍ତ କରି; ତାହାର ବଂଶ ଅତିଶୟ ବୃଦ୍ଧି କରିବା। ତାହାଠାରୁ ଦ୍ୱାଦଶ ରାଜା ଜାତ ହେବେ ଓ ଆମ୍ଭେ ତାହାକୁ ବଡ଼ ଗୋଷ୍ଠୀ କରିବା।
Genesis 25:1 in Oriya 1 ଅବ୍ରହାମ କଟୂରା ନାମ୍ନୀ ଆଉ ଗୋଟିଏ ସ୍ତ୍ରୀ ବିବାହ କରିଥିଲେ।
Genesis 28:3 in Oriya 3 ସର୍ବଶକ୍ତିମାନ୍ ପରମେଶ୍ୱର ଆଶୀର୍ବାଦ କରି ତୁମ୍ଭକୁ ନାନା ଜନସମାଜ କରିବା ପାଇଁ ଫଳବନ୍ତ ଓ ବହୁ ପ୍ରଜାବନ୍ତ କରନ୍ତୁ।
Isaiah 43:6 in Oriya 6 ଆମ୍ଭେ ଉତ୍ତର ଦିଗକୁ କହିବା, ଛାଡ଼ି ଦିଅ ଓ ଦକ୍ଷିଣ ଦିଗକୁ କହିବା, ଅଟକାଇ ରଖ ନାହିଁ; ଆମ୍ଭ ପୁତ୍ରଗଣକୁ ଦୂରରୁ ଓ ଆମ୍ଭ କନ୍ୟାଗଣଙ୍କୁ ପୃଥିବୀର ପ୍ରାନ୍ତରୁ ଆଣି ଦିଅ;
Isaiah 44:7 in Oriya 7 ଆମ୍ଭେ ସେହି ପୁରାତନ ଲୋକଙ୍କୁ ସ୍ଥାପନ କରିବା ସମୟଠାରୁ ଆମ୍ଭ ତୁଲ୍ୟ କିଏ ଆହ୍ୱାନ କରିବ ଓ ତାହା ପ୍ରକାଶ କରିବ ଓ ଯଥାକ୍ରମେ ଆମ୍ଭ ପାଇଁ ତାହା ସଜାଇବ ? ପୁଣି, ଯାହା ଯାହା ନିକଟବର୍ତ୍ତୀ ଓ ଯାହା ଯାହା ଘଟିବ, ତାହା ସେମାନେ ପ୍ରକାଶ କରନ୍ତୁ।
Isaiah 48:13 in Oriya 13 ଆହୁରି, ଆମ୍ଭର ହସ୍ତ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛି ଓ ଆମ୍ଭର ଡାହାଣ ହସ୍ତ ଗଗନମଣ୍ଡଳ ବିସ୍ତାର କରିଅଛି; ଆମ୍ଭେ ସେମାନଙ୍କୁ ଡାକିଲେ, ସେମାନେ ଏକତ୍ର ଛିଡ଼ା ହୁଅନ୍ତି।
Isaiah 49:12 in Oriya 12 ଦେଖ, ଏମାନେ ଦୂରରୁ ଆସିବେ; ଆଉ ଦେଖ, ଏମାନେ ଉତ୍ତର ଓ ପଶ୍ଚିମ ଦିଗରୁ ଆସିବେ; ପୁଣି, ଏମାନେ ସୀନୀମ୍ ଦେଶରୁ ଆସିବେ।
Isaiah 55:12 in Oriya 12 ଏଣୁ ତୁମ୍ଭେମାନେ ଆନନ୍ଦରେ ବାହାର ହୋଇ ଶାନ୍ତିରେ ଆଗେ ଆଗେ ନିଆଯିବ; ପର୍ବତ ଓ ଉପପର୍ବତଗଣ ତୁମ୍ଭମାନଙ୍କ ସମ୍ମୁଖରେ ଉଚ୍ଚସ୍ୱରରେ ଗାନ କରିବେ ଓ କ୍ଷେତ୍ରସ୍ଥ ବୃକ୍ଷସକଳ କରତାଳି ଦେବେ।
Matthew 3:9 in Oriya 9 ପୁଣି, ଅବ୍ରହାମ ତ ଆମ୍ଭମାନଙ୍କର ପିତା, ମନେ ମନେ ଏପରି କହିବାକୁ ଭାବ ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ୱର ଏହି ପଥରଗୁଡ଼ାକରୁ ଅବ୍ରହାମଙ୍କ ନିମନ୍ତେ ସନ୍ତାନ ଉତ୍ପନ୍ନ କରି ପାରନ୍ତି।
John 5:21 in Oriya 21 ଯେଣୁ ପିତା ଯେପ୍ରକାରେ ମୃତମାନଙ୍କୁ ଉତ୍ଥାପନ କରି ଜୀବିତ କରନ୍ତି, ସେହି ପ୍ରକାରେ ପୁତ୍ର ମଧ୍ୟ ଯାହାଯାହାକୁ ଇଚ୍ଛା, ସେମାନଙ୍କୁ ଜୀବିତ କରନ୍ତି।
John 5:25 in Oriya 25 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେଉଁ ସମୟରେ ମୃତମାନେ ଈଶ୍ୱରଙ୍କର ପୁତ୍ରଙ୍କ ସ୍ୱର ଶୁଣିବେ ଓ ଯେଉଁମାନେ ଶୁଣିବେ, ସେମାନେ ଜୀବିତ ହେବେ ଏପରି ସମୟ ଆସୁଅଛି, ପୁଣି, ବର୍ତ୍ତମାନ ସୁଦ୍ଧା ଉପସ୍ଥିତ।
John 6:63 in Oriya 63 ଆତ୍ମା ଜୀବନଦାୟକ; ମାଂସ କୌଣସି ଉପକାର କରେ ନାହିଁ; ମୁଁ ତୁମ୍ଭମାନଙ୍କୁ ଯେ ସମସ୍ତ ବାକ୍ୟ କହିଅଛି, ସେହି ସବୁ ଆତ୍ମା ଓ ଜୀବନ ଅଟେ।
Acts 15:18 in Oriya 18 ପ୍ରାଚୀନ କାଳରୁ ଈଶ୍ୱର ଆପଣାର ସମସ୍ତ କର୍ମ ଜଣାଇଛନ୍ତି।
Romans 3:29 in Oriya 29 କିମ୍ବା ଈଶ୍ୱର କି କେବଳ ଯିହୂଦୀମାନଙ୍କର ଈଶ୍ୱର ? ସେ କି ଅଣଯିହୂଦୀମାନଙ୍କର ମଧ୍ୟ ଈଶ୍ୱର ନୁହଁନ୍ତି ? ହଁ, ଅଣଯିହୂଦୀମାନଙ୍କର ମଧ୍ୟ।
Romans 4:2 in Oriya 2 କାରଣ ଅବ୍ରହାମ ଯଦି କ୍ରିୟାକର୍ମ ଦ୍ୱାରା ଧାର୍ମିକ ଗଣିତ ହେଲେ, ତେବେ ତାହାଙ୍କ ଗର୍ବର କାରଣ ଅଛି; କିନ୍ତୁ ଇଶ୍ବରଙ୍କ ନିକଟରେ ନୁହେଁ।
Romans 8:11 in Oriya 11 ଆଉ ଯେ ମୃତମାନଙ୍କ ମଧ୍ୟରୁ ଯୀଶୁଙ୍କୁ ଉଠାଇଲେ, ତାହାଙ୍କର ଆତ୍ମା ଯଦି ତୁମ୍ଭମାନଙ୍କଠାରେ ବାସ କରନ୍ତି, ତେବେ ଯେ ମୃତମାନଙ୍କ ମଧ୍ୟରୁ ଖ୍ରୀଷ୍ଟ ଯୀଶୁଙ୍କୁ ଉଠାଇଲେ, ସେ ତୁମ୍ଭମାନଙ୍କଠାରେ ବାସ କରୁଥିବା ଆପଣା ଆତ୍ମାଙ୍କ ଦ୍ୱାରା ତୁମ୍ଭମାନଙ୍କ ମର୍ତ୍ତ୍ୟ ଶରୀରକୁ ମଧ୍ୟ ଜୀବିତ କରିବେ।
Romans 8:29 in Oriya 29 କାରଣ ଯେଉଁମାନଙ୍କୁ ସେ ପୂର୍ବରୁ ଜାଣିଥିଲେ, ସେମାନଙ୍କୁ ତାହାଙ୍କ ପୁତ୍ରଙ୍କ ପ୍ରତିମୂର୍ତ୍ତିର ଅନୁରୂପ ହେବା ନିମନ୍ତେ ସେ ପୂର୍ବରୁ ନିରୂପଣ ମଧ୍ୟ କରିଥିଲେ, ଯେପରି ସେ ଅନେକ ଭ୍ରାତାଙ୍କ ମଧ୍ୟରେ ଅଗ୍ରଜ ହୁଅନ୍ତି।
Romans 9:26 in Oriya 26 “ପୁଣି, ଯେଉଁ ସ୍ଥାନରେ ତୁମ୍ଭେମାନେ ଆମ୍ଭର ଲୋକ ନୁହଁ ବୋଲି ସେମାନଙ୍କୁ କୁହାଯାଇଥିଲା, ସେହି ସ୍ଥାନରେ ସେମାନେ ଜୀବନ୍ତ ଇଶ୍ବରଙ୍କ ପୁତ୍ରଗଣ ବୋଲି ଖ୍ୟାତ ହେବେ।”
1 Corinthians 1:28 in Oriya 28 ଏଥିପାଇଁ ଈଶ୍ୱର ଜ୍ଞାନୀମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଜଗତର ମୂର୍ଖ ବିଷୟସବୁ ମନୋନୀତ କଲେ, ପୁଣି, ବଳବାନ ବିଷୟସବୁକୁ ଲଜ୍ଜା ଦେବା ନିମନ୍ତେ ଈଶ୍ୱର ଜଗତର ଦୁର୍ବଳ ବିଷୟସବୁ ମନୋନୀତ କଲେ,
1 Corinthians 15:45 in Oriya 45 ଏହିପରି ମଧ୍ୟ ଲେଖା ଅଛି, ପ୍ରଥମ ମନୁଷ୍ୟ ଆଦମ ଜୀବିତ ପ୍ରାଣୀ ହେଲେ ଶେଷ ଆଦମ ଜୀବନଦାୟକ ଆତ୍ମା ହେଲେ।
Ephesians 2:1 in Oriya 1 ଏହି ସଂସାରର ଭାବାନୁସାରେ ପୁଣି, ଆକାଶମଣ୍ଡଳ ରାଜ୍ୟର ଅଧିପତି,
1 Timothy 6:13 in Oriya 13 ସମସ୍ତଙ୍କ ଜୀବନଦାତା ଇଶ୍ବରଙ୍କ ସାକ୍ଷାତରେ, ପୁଣି, ପନ୍ତୀୟ ପୀଲାତଙ୍କ ସମ୍ମୁଖରେ ଉତ୍ତମ ସାକ୍ଷ୍ୟଦାତା ଖ୍ରୀଷ୍ଟ ଯୀଶୁଙ୍କ ସାକ୍ଷାତରେ, ମୁଁ ତୁମ୍ଭକୁ ଆଦେଶ ଦେଉଅଛି,
Hebrews 11:7 in Oriya 7 ବିଶ୍ୱାସ ଦ୍ୱାରା ନୋହ ସେ ସମୟ ପର୍ଯ୍ୟନ୍ତ ଅପ୍ରକାଶିତ ବିଷୟ ସମ୍ବନ୍ଧରେ ପ୍ରତ୍ୟାଦେଶ ପାଇ ଭକ୍ତି ସହକାରେ ଆପଣା ପରିବାରର ରକ୍ଷା ନିମନ୍ତେ ଗୋଟିଏ ଜାହାଜ ନିର୍ମାଣ କଲେ, ପୁଣି, ସେହି ବିଶ୍ୱାସ ଦ୍ୱାରା ସେ ଜଗତକୁ ଦୋଷୀ କରି ବିଶ୍ୱାସାନୁଯାୟୀ ଧାର୍ମିକତାର ଅଧିକାରୀ ହେଲେ।
Hebrews 11:12 in Oriya 12 ଏ ହେତୁରୁ ମଧ୍ୟ ମୃତକଳ୍ପ ଜଣେ ବ୍ୟକ୍ତିଙ୍କଠାରୁ ଆକାଶର ନକ୍ଷତ୍ରଗଣ ପରି ଅସଂଖ୍ୟ ଓ ସମୁଦ୍ରତୀରସ୍ଥ ବାଲୁକା ପରି ଅଗଣ୍ୟ ଏକ ଜାତି ଉତ୍ପନ୍ନ ହେଲା।
1 Peter 2:10 in Oriya 10 ପୂର୍ବରେ ତୁମ୍ଭେମାନେ ପ୍ରଜା ବାଚ୍ୟ ନ ଥିଲ, କିନ୍ତୁ ଏବେ ଇଶ୍ବରଙ୍କ ପ୍ରଜା ହୋଇଅଛ, ପୂର୍ବରେ ତୁମ୍ଭେମାନେ ଦୟା ପାଇ ନ ଥିଲ, ମାତ୍ର ଏବେ ଦୟା ପ୍ରାପ୍ତ ହୋଇଅଛ।
2 Peter 3:8 in Oriya 8 କିନ୍ତୁ ହେ ପ୍ରିୟମାନେ, ପ୍ରଭୁଙ୍କ ନିକଟରେ ଗୋଟିଏ ଦିନ ଯେ ସହସ୍ର ବର୍ଷ ତୁଲ୍ୟ ଓ ସହସ୍ର ବର୍ଷ ଯେ ଗୋଟିଏ ଦିନ ତୁଲ୍ୟ, ଏହି ବିଶେଷ ବିଷୟ ତୁମ୍ଭେମାନେ ଭୁଲିଯାଅ ନାହିଁ।