Romans 5:17 in Oriya 17 ଯେଣୁ ଯଦି ଜଣକର ଅପରାଧରେ ସେହି ଜଣକ ଦ୍ୱାରା ମୃତ୍ୟୁ ରାଜତ୍ୱ କଲା, ତେବେ ଯେଉଁମାନେ ଅନୁଗ୍ରହ ଓ ଧାର୍ମିକତା ଦାନର ପ୍ରଚୁରତା ପ୍ରାପ୍ତ ହୁଅନ୍ତି, ସେମାନେ ଏକ ବ୍ୟକ୍ତି, ଅର୍ଥାତ୍ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଆହୁରି ଅଧିକ ରୂପେ ଜୀବନରେ ରାଜତ୍ୱ କରିବେ।
Other Translations King James Version (KJV) For if by one man's offence death reigned by one; much more they which receive abundance of grace and of the gift of righteousness shall reign in life by one, Jesus Christ.)
American Standard Version (ASV) For if, by the trespass of the one, death reigned through the one; much more shall they that receive the abundance of grace and of the gift of righteousness reign in life through the one, `even' Jesus Christ.
Bible in Basic English (BBE) For, if by the wrongdoing of one, death was ruling through the one, much more will those to whom has come the wealth of grace and the giving of righteousness, be ruling in life through the one, even Jesus Christ.
Darby English Bible (DBY) For if by the offence of the one death reigned by the one, much rather shall those who receive the abundance of grace, and of the free gift of righteousness, reign in life by the one Jesus Christ:)
World English Bible (WEB) For if by the trespass of the one, death reigned through the one; so much more will those who receive the abundance of grace and of the gift of righteousness reign in life through the one, Jesus Christ.
Young's Literal Translation (YLT) for if by the offence of the one the death did reign through the one, much more those, who the abundance of the grace and of the free gift of the righteousness are receiving, in life shall reign through the one -- Jesus Christ.
Cross Reference Genesis 3:6 in Oriya 6 ଏଥିରେ ନାରୀ ସେହି ବୃକ୍ଷକୁ ସୁଖାଦ୍ୟର ଉତ୍ପାଦକ ଓ ନୟନର ଲୋଭଜନକ ଓ ଜ୍ଞାନ ଦେବା ନିମିତ୍ତ ବାଞ୍ଛନୀୟ ଦେଖି ତହିଁରୁ ଫଳ ତୋଳି ଖାଇଲେ, ପୁଣି, ଆପଣା ସଙ୍ଗସ୍ଥ ସ୍ୱାମୀଙ୍କୁ ଦିଅନ୍ତେ, ସେ ମଧ୍ୟ ଖାଇଲେ।
Genesis 3:19 in Oriya 19 ତୁମ୍ଭେ ଯେଉଁ ମୃତ୍ତିକାରୁ ଗୃହୀତ ହେଲ, ତହିଁରେ ନ ମିଶିବା ପର୍ଯ୍ୟନ୍ତ ମୁଖର ଝାଳରେ ଆହାର କରିବ; ଯେହେତୁ ତୁମ୍ଭେ ଧୂଳି ଓ ଧୂଳିରେ ପୁନର୍ବାର ମିଶିଯିବ।”
Isaiah 61:10 in Oriya 10 ମୁଁ ସଦାପ୍ରଭୁଙ୍କଠାରେ ଅତିଶୟ ଆନନ୍ଦ କରିବି; ମୋର ପ୍ରାଣ ମୋ' ପରମେଶ୍ୱରଙ୍କଠାରେ ଉଲ୍ଲସିତ ହେବ; କାରଣ ବର ଯେପରି ଭୂଷଣରେ ଆପଣାକୁ ଭୂଷିତ କରେ ଓ କନ୍ୟା ଯେପରି ଆପଣା ରତ୍ନରେ ଆପଣାକୁ ଭୂଷିତା କରେ, ସେହିପରି ସେ ପରିତ୍ରାଣରୂପ ବସ୍ତ୍ରରେ ମୋତେ ବସ୍ତ୍ରାନ୍ୱିତ କରିଅଛନ୍ତି ଓ ଧର୍ମରୂପ ରାଜବସ୍ତ୍ରରେ ମୋତେ ଆଚ୍ଛାଦିତ କରିଅଛନ୍ତି।
Matthew 25:34 in Oriya 34 ସେତେବେଳେ ରାଜା ଆପଣା ଦକ୍ଷିଣ ପାର୍ଶ୍ୱସ୍ଥ ଲୋକଙ୍କୁ କହିବେ, ଆସ, ମୋହର ପିତାଙ୍କ ଆଶୀର୍ବାଦପାତ୍ରମାନେ, ତୁମ୍ଭମାନଙ୍କ ନିମନ୍ତେ ଜଗତର ପତ୍ତନାବଧି ଯେଉଁ ରାଜ୍ୟ ପ୍ରସ୍ତୁତ କରାଯାଇଅଛି, ସେଥିରେ ଅଧିକାରୀ ହୁଅ;
John 10:10 in Oriya 10 ଚୋର କେବଳ ଚୋରି, ବଧ ଓ ବିନାଶ କରିବା ନିମନ୍ତେ ଆସେ; ସେମାନେ ଯେପରି ଜୀବନ ପାଆନ୍ତି ଓ ପ୍ରଚୁର ଭାବରେ ପାଆନ୍ତି, ଏଥି ନିମନ୍ତେ ମୁଁ ଆସିଅଛି।
Romans 5:12 in Oriya 12 ଅତଏବ, ଯେପରି ଜଣେ ଲୋକ ଦ୍ୱାରା ପାପ ଓ ପାପ ଦ୍ୱାରା ମୃତ୍ୟୁ ଜଗତରେ ପ୍ରବେଶ କଲା, ଆଉ ସେହି ପ୍ରକାରେ ମୃତ୍ୟୁ ସମସ୍ତ ଲୋକଙ୍କ ପ୍ରତି ଘଟିଲା, ଯେଣୁ ସମସ୍ତେ ତ ପାପ କଲେ।
Romans 5:20 in Oriya 20 ଏହାଛଡ଼ା ମୋଶାଙ୍କ ବ୍ୟବସ୍ଥା ମଧ୍ୟ ପ୍ରବେଶ କଲା, ଯେପରି ଅପରାଧ ଅଧିକ ହୁଏ; କିନ୍ତୁ ଯେଉଁଠାରେ ପାପ ଅଧିକ ହେଲା, ସେହିଠାରେ ଅନୁଗ୍ରହ ଆହୁରି ଅତି ଅଧିକ ହେଲା,
Romans 6:23 in Oriya 23 କାରଣ ପାପର ବେତନ ମୃତ୍ୟୁ, କିନ୍ତୁ ଇଶ୍ବରଙ୍କ ଅନୁଗ୍ରହ ଦାନ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଅନନ୍ତ ଜୀବନ ଅଟେ।
Romans 8:39 in Oriya 39 ଉଚ୍ଚସ୍ଥ ବିଷୟ କି ନୀଚସ୍ଥ ବିଷୟ କି ଅନ୍ୟ କୌଣସି ସୃଷ୍ଟ ବସ୍ତୁ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ପ୍ରକାଶିତ ଇଶ୍ବରଙ୍କ ପ୍ରେମରୁ ଯେ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରି ପାରିବ ନାହିଁ, ଏହା ମୁଁ ନିଶ୍ଚୟ ଜାଣେ।
1 Corinthians 4:8 in Oriya 8 ଇତିମଧ୍ୟରେ ତୁମ୍ଭେମାନେ କ'ଣ ପରିତୃପ୍ତ ହୋଇଗଲଣି ? ଇତିମଧ୍ୟରେ ତୁମ୍ଭେମାନେ କ'ଣ ଧନବାନ ହୋଇଗଲଣି ? ଆମ୍ଭମାନଙ୍କ ବିନା ତୁମ୍ଭେମାନେ କଅଣ ରାଜା ହୋଇଅଛ ? ହଁ, ତୁମ୍ଭେମାନେ ରାଜା ହୋଇଥିଲେ ଭଲ ହୋଇଥାଆନ୍ତା, ଯେପରି ଆମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କ ସହିତ ରାଜତ୍ୱ କରି ପାରିଥାଆନ୍ତୁ।
1 Corinthians 15:21 in Oriya 21 କାରଣ ମନୁଷ୍ୟ ଦ୍ୱାରା ମୃତ୍ୟୁ ଉପସ୍ଥିତ ହୋଇଥିବାରୁ ମନୁଷ୍ୟ ଦ୍ୱାରା ମଧ୍ୟ ମୃତମାନଙ୍କର ପୁନରୁତ୍ଥାନ ଉପସ୍ଥିତ ହୋଇଅଛି।
1 Corinthians 15:49 in Oriya 49 ଆଉ, ଆମ୍ଭେମାନେ ଯେପରି ମୃତ୍ତିକାରେ ନିର୍ମିତ ସେହି ମନୁଷ୍ୟର ପ୍ରତିମୂର୍ତ୍ତି ଧାରଣ କରିଅଛୁ, ସେପରି ସେହି ସ୍ୱର୍ଗୀୟ ବ୍ୟକ୍ତିଙ୍କ ପ୍ରତିମୂର୍ତ୍ତି ମଧ୍ୟ ଧାରଣ କରିବା।
Philippians 3:9 in Oriya 9 ପୁଣି, ମୋଶାଙ୍କ ବ୍ୟବସ୍ଥା ପାଳନ ହେତୁ ନିଜର ଧାର୍ମିକତା ପ୍ରାପ୍ତ ନ ହୋଇ ବରଂ ଯେପରି ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଈଶ୍ୱରଦତ୍ତ ବିଶ୍ୱାସମୂଳକ ଧାର୍ମିକତା ପ୍ରାପ୍ତ ହୁଏ,
1 Timothy 1:14 in Oriya 14 ଆଉ, ଆମ୍ଭମାନଙ୍କ ପ୍ରଭୁଙ୍କ ଅନୁଗ୍ରହ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ବିଶ୍ୱାସ ଓ ପ୍ରେମ ସହକାରେ ମୋ ପ୍ରତି ଅତି ପ୍ରଚୁର ହେଲା।
2 Timothy 2:12 in Oriya 12 ଯଦି ଆମ୍ଭେମାନେ ଧୖେର୍ଯ୍ୟ ଧରି ସହ୍ୟ କରୁ, ତେବେ ତାହାଙ୍କ ସହିତ ମଧ୍ୟ ଶାସନ କରିବ; ଯଦି ଆମ୍ଭେମାନେ ତାହାଙ୍କୁ ଅସ୍ୱୀକାର କରୁ, ତେବେ ସେ ମଧ୍ୟ ଆମ୍ଭମାନଙ୍କୁ ଅସ୍ୱୀକାର କରିବେ;
James 2:5 in Oriya 5 ହେ ମୋହର ପ୍ରିୟ ଭାଇମାନେ, ଶୁଣ, ଈଶ୍ୱର କ'ଣ ଏହି ଜଗତର ଦୃଷ୍ଟିରେ ଦରିଦ୍ରମାନଙ୍କୁ ବିଶ୍ୱାସରୂପ ଧନରେ ଧନୀ ହେବା ପାଇଁ, ପୁଣି, ଆପଣା ପ୍ରେମକାରୀମାନଙ୍କୁ ଯେଉଁ ରାଜ୍ୟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ସେଥିର ଅଧିକାରୀ ହେବା ପାଇଁ ମନୋନୀତ କରି ନାହାଁନ୍ତି ?
1 Peter 2:9 in Oriya 9 କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥି ନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଇଶ୍ବରଙ୍କ ନିଜସ୍ୱ ପ୍ରଜା ହୋଇଅଛ।
Revelation 1:6 in Oriya 6 ପୁଣି, ଆମ୍ଭମାନଙ୍କୁ ଗୋଟିଏ ରାଜକୁଳ ପରି ଆପଣା ଈଶ୍ୱର ଓ ପିତାଙ୍କ ନିକଟରେ ଯାଜକ ସ୍ୱରୂପେ ନିଯୁକ୍ତି କରିଅଛନ୍ତି, ତାହାଙ୍କ ଗୌରବ ଓ ପରାକ୍ରମ ଯୁଗେ ଯୁଗେ ହେଉ। ଆମେନ୍।
Revelation 3:21 in Oriya 21 ମୁଁ ଯେପରି ଜୟ କରି ମୋର ପିତାଙ୍କ ସହିତ ତାହାଙ୍କ ସିଂହାସନରେ ବସିଅଛି, ସେପରି ଯେ ଜୟ କରେ, ମୁଁ ତାହାକୁ ମୋ ସହିତ ମୋର ସିଂହାସନରେ ବସିବାକୁ ଦେବି।
Revelation 5:9 in Oriya 9 ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ, ତୁମ୍ଭେ ସେହି ପୁସ୍ତକ ନେବାକୁ ଓ ସେଥିର ମୁଦ୍ରାସବୁ ଭାଙ୍ଗିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ, ପୁଣି, ଆପଣା ରକ୍ତ ଦ୍ୱାରା ସର୍ବଗୋଷ୍ଠୀ, ଭାଷାବାଦୀ, ବଂଶ ଓ ଜାତି ମଧ୍ୟରୁ ଇଶ୍ବରଙ୍କ ନିମନ୍ତେ ଲୋକମାନଙ୍କୁ କିଣିଅଛ,
Revelation 20:4 in Oriya 4 ପରେ ମୁଁ ସିଂହାସନସମୂହ ଦେଖିଲି; ସେହି ସବୁ ଉପରେ କେତେକ ବ୍ୟକ୍ତି ଉପବେଶନ କଲେ, ସେମାନଙ୍କୁ ବିଚାର କରିବାର କ୍ଷମତା ଦିଆଗଲା। ଆଉ ଯୀଶୁଙ୍କ ସାକ୍ଷ୍ୟ ଓ ଇଶ୍ବରଙ୍କ ବାକ୍ୟ ନିମନ୍ତେ ଯେଉଁମାନଙ୍କର ମସ୍ତକ ଛେଦନ ହୋଇଥିଲା, ପୁଣି, ଯେଉଁମାନେ ସେହି ପଶୁକୁ ବା ତାହାର ପ୍ରତିମାକୁ ପ୍ରଣାମ କରି ନ ଥିଲେ ଓ ତାହାର ଚିହ୍ନ ଆପଣା ଆପଣା କପାଳରେ ଓ ହସ୍ତରେ ଧାରଣ କରି ନ ଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ଦେଖିଲି; ସେମାନେ ଜୀବିତ ହୋଇ ଖ୍ରୀଷ୍ଟଙ୍କ ସହିତ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ରାଜତ୍ୱ କଲେ।
Revelation 20:6 in Oriya 6 ଯେଉଁମାନେ ପ୍ରଥମ ପୁନରୁତ୍ଥାନର ଅଂଶୀ ହୁଅନ୍ତି, ସେମାନେ ଧନ୍ୟ ଓ ପବିତ୍ର; ସେମାନଙ୍କ ଉପରେ ଦ୍ୱିତୀୟ ମୃତ୍ୟୁର କୌଣସି ଅଧିକାର ନାହିଁ, ବରଂ ସେମାନେ ଇଶ୍ବରଙ୍କ ଓ ଖ୍ରୀଷ୍ଟଙ୍କ ଯାଜକ ହୋଇ ଏକ ହଜାର ବର୍ଷ ପର୍ଯ୍ୟନ୍ତ ତାହାଙ୍କ ସହିତ ରାଜତ୍ୱ କରିବେ।
Revelation 22:5 in Oriya 5 ରାତ୍ରି ଆଉ ହେବ ନାହିଁ, ସେମାନଙ୍କର ପ୍ରଦୀପ କି ସୂର୍ଯ୍ୟର ଆଲୋକର ପ୍ରୟୋଜନ ହେବ ନାହିଁ, କାରଣ ପ୍ରଭୁ ଈଶ୍ୱର ସେମାନଙ୍କ ଉପରେ ଆଲୋକ ସ୍ୱରୂପ ହେବେ, ପୁଣି, ସେମାନେ ଯୁଗେ ଯୁଗେ ରାଜତ୍ୱ କରିବେ।