Romans 7:18 in Oriya 18 କାରଣ ମୋ'ଠାରେ, ଅର୍ଥାତ୍, ମୋ' ଶରୀରରେ ଯେକୌଣସି ଉତ୍ତମ ବିଷୟ ବାସ କରେ ନାହିଁ, ଏହା ମୁଁ ଜାଣେ, ଯେଣୁ ମୁଁ ଇଚ୍ଛା କରି ପାରୁଅଛି, କିନ୍ତୁ ଯାହା ଉତ୍ତମ, ତାହା କରିବା ନିମନ୍ତେ ମୋହର ସାମର୍ଥ୍ୟ ନାହିଁ।
Other Translations King James Version (KJV) For I know that in me (that is, in my flesh,) dwelleth no good thing: for to will is present with me; but how to perform that which is good I find not.
American Standard Version (ASV) For I know that in me, that is, in my flesh, dwelleth no good thing: for to will is present with me, but to do that which is good `is' not.
Bible in Basic English (BBE) For I am conscious that in me, that is, in my flesh, there is nothing good: I have the mind but not the power to do what is right.
Darby English Bible (DBY) For I know that in me, that is, in my flesh, good does not dwell: for to will is there with me, but to do right [I find] not.
World English Bible (WEB) For I know that in me, that is, in my flesh, dwells no good thing. For desire is present with me, but I don't find it doing that which is good.
Young's Literal Translation (YLT) for I have known that there doth not dwell in me, that is, in my flesh, good: for to will is present with me, and to work that which is right I do not find,
Cross Reference Genesis 6:5 in Oriya 5 ଏଥିଉତ୍ତାରେ ସଦାପ୍ରଭୁ ଦେଖିଲେ ଯେ, ପୃଥିବୀରେ ମନୁଷ୍ୟର ଦୁଷ୍ଟତା ଅତି ବଡ଼, ଆଉ ତାହାର ଅନ୍ତଃକରଣର ଭାବନାର ପ୍ରତ୍ୟେକ କଳ୍ପନା ଅବିରତ ମନ୍ଦ ମାତ୍ର।
Genesis 8:21 in Oriya 21 ତହିଁରେ ସଦାପ୍ରଭୁ ତହିଁର ସୁଗନ୍ଧ ଆଘ୍ରାଣ କରି ମନେ ମନେ କହିଲେ, “ଆମ୍ଭେ ମନୁଷ୍ୟ ସକାଶୁ ଆଉ ପୃଥିବୀକୁ ଅଭିଶାପ ଦେବା ନାହିଁ; ଯଦ୍ୟପି ବାଲ୍ୟକାଳଠାରୁ ମନୁଷ୍ୟ ମନର କଳ୍ପନା ମନ୍ଦ, ତଥାପି ଆମ୍ଭେ ଯେପରି କରିଅଛୁ, ସେହିପରି ଆଉ ଥରେ କେବେହେଁ ସବୁ ପ୍ରାଣୀଙ୍କୁ ବିନଷ୍ଟ କରିବା ନାହିଁ।
Job 14:4 in Oriya 4 ଅଶୁଚି ବସ୍ତୁରୁ ଶୁଚି ବସ୍ତୁ କିଏ ଉତ୍ପନ୍ନ କରିପାରେ ? ଜଣେ ନାହିଁ।
Job 15:14 in Oriya 14 ମନୁଷ୍ୟ କିଏ ଯେ, ସେ ଶୁଚି ହୋଇପାରେ ? ଓ ସ୍ତ୍ରୀଜାତ ମନୁଷ୍ୟ କିଏ ଯେ, ସେ ଧାର୍ମିକ ହୋଇପାରେ ?
Job 25:4 in Oriya 4 ତେବେ ମନୁଷ୍ୟ କିପରି ପରମେଶ୍ୱରଙ୍କ ଛାମୁରେ ଧାର୍ମିକ ହୋଇ ପାରିବ ? ଅବା ସ୍ତ୍ରୀଜାତ ଲୋକ କିପରି ଶୁଚି ହୋଇ ପାରିବ ?
Psalm 51:5 in Oriya 5 ଦେଖ, ଅପରାଧରେ ମୁଁ ନିର୍ମିତ ହେଲି ଓ ପାପରେ ମୋ' ମାତା ମୋତେ ଗର୍ଭରେ ଧାରଣ କଲା।
Psalm 119:5 in Oriya 5 ଆହା, ତୁମ୍ଭର ବିଧିସକଳ ପାଳନ କରିବା ପାଇଁ ଯଦି ମୋହର ଗତି ସୁସ୍ଥିର ହୁଅନ୍ତା !
Psalm 119:32 in Oriya 32 ତୁମ୍ଭେ ମୋହର ହୃଦୟ ପ୍ରଶସ୍ତ କରିବା ବେଳେ ମୁଁ ତୁମ୍ଭ ଆଜ୍ଞାପଥରେ ଧାବମାନ ହେବି।
Psalm 119:40 in Oriya 40 ଦେଖ, ମୁଁ ତୁମ୍ଭ ବିଧାନସକଳର ଆକାଂକ୍ଷା କରିଅଛି; ତୁମ୍ଭ ଧର୍ମରେ ମୋତେ ସଚେତ କର।
Psalm 119:115 in Oriya 115 ହେ କୁକର୍ମକାରୀମାନେ, ମୁଁ ଯେପରି ଆପଣା ପରମେଶ୍ୱରଙ୍କ ଆଜ୍ଞାସବୁ ପାଳି ପାରିବି, ଏଥିପାଇଁ ମୋ' ନିକଟରୁ ଦୂର ହୁଅ।
Psalm 119:173 in Oriya 173 ମୋହର ସାହାଯ୍ୟାର୍ଥେ ତୁମ୍ଭର ହସ୍ତ ପ୍ରସ୍ତୁତ ହେଉ, କାରଣ ମୁଁ ତୁମ୍ଭର ବିଧାନସବୁ ମନୋନୀତ କରିଅଛି।
Psalm 119:176 in Oriya 176 ମୁଁ ହଜାମେଷ ପରି ବିପଥଗାମୀ ହୋଇଅଛି; ଆପଣା ଦାସକୁ ଖୋଜ; କାରଣ ମୁଁ ତୁମ୍ଭ ଆଜ୍ଞାସକଳ ପାସୋରୁ ନାହିଁ।
Isaiah 64:6 in Oriya 6 କାରଣ ଆମ୍ଭେ ସମସ୍ତେ ଅଶୁଚି ଲୋକ ତୁଲ୍ୟ ହୋଇଅଛୁ ଓ ଆମ୍ଭମାନଙ୍କର ଧର୍ମକର୍ମସବୁ ଅଶୁଚି ବସ୍ତ୍ର ତୁଲ୍ୟ ଅଟେ ଓ ଆମ୍ଭେ ସମସ୍ତେ ପତ୍ର ତୁଲ୍ୟ ଜୀର୍ଣ୍ଣ ହେଉଅଛୁ; ଆଉ, ଆମ୍ଭମାନଙ୍କର ଅପରାଧସବୁ ବାୟୁ ପରି ଆମ୍ଭମାନଙ୍କୁ ଉଡ଼ାଇ ନିଏ।
Matthew 15:19 in Oriya 19 କାରଣ ହୃଦୟରୁ କୁଚିନ୍ତା, ନରହତ୍ୟା, ବ୍ୟଭିଚାର, ବେଶ୍ୟାଗମନ, ଚୋରି, ମିଥ୍ୟା ସାକ୍ଷ୍ୟ ଓ ନିନ୍ଦା ବାହାରେ;
Mark 7:21 in Oriya 21 କାରଣ ଭିତରୁ, ମନୁଷ୍ୟର ହୃଦୟରୁ, କୁଚିନ୍ତା ବାହାରେ
Luke 11:13 in Oriya 13 ଏଣୁ ତୁମ୍ଭେମାନେ ଦୁଷ୍ଟ ହେଲେ ସୁଦ୍ଧା ଯେବେ ଆପଣା ଆପଣା ପିଲାମାନଙ୍କୁ ଉତ୍ତମ ଉତ୍ତମ ଦାନ ଦେଇ ଜାଣ, ତେବେ ଯେଉଁ ପିତା ସ୍ୱର୍ଗରୁ ଦାନ କରନ୍ତି, ସେ ତାହାଙ୍କ ପାଖରେ ମାଗିବା ଲୋକମାନଙ୍କୁ କେତେ ଅଧିକ ରୂପେ ପବିତ୍ର ଆତ୍ମା ଦେବେ !
John 3:6 in Oriya 6 ମାଂସରୁ ଯାହା ଜାତ, ତାହା ମାଂସ; ପୁଣି, ଆତ୍ମାରୁ ଯାହା ଜାତ, ତାହା ଆତ୍ମା।
Romans 7:5 in Oriya 5 କାରଣ ଯେତେବେଳେ ଆମ୍ଭେମାନେ ଶରୀରର ବଶରେ ଥିଲୁ, ସେତେବେଳେ ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ପାପାଭିଳାଷଗୁଡ଼ାକ ଆମ୍ଭମାନଙ୍କ ଅଙ୍ଗପ୍ରତ୍ୟଙ୍ଗ ମଧ୍ୟରେ ମୃତ୍ୟୁ ନିମନ୍ତେ ଫଳ ଉତ୍ପନ୍ନ କରିବାକୁ କାର୍ଯ୍ୟ ସାଧନ କରୁଥିଲା,
Romans 7:15 in Oriya 15 କାରଣ ମୁଁ ଯାହା କରେ, ତାହା ଜାଣେ ନାହିଁ; ଯେଣୁ ମୁଁ ଯାହା ଇଚ୍ଛା କରେ, ତାହା କରେ ନାହିଁ, ବରଂ ଯାହା ମୁଁ ଘୃଣା କରେ, ତାହା ହିଁ କରେ।
Romans 7:19 in Oriya 19 କାରଣ ଯେଉଁ ଉତ୍ତମ କର୍ମ କରିବାକୁ ମୁଁ ଇଚ୍ଛା କରେ, ତାହା କରେ ନାହିଁ, କିନ୍ତୁ ଯେଉଁ ମନ୍ଦ କର୍ମ କରିବାକୁ ମୁଁ ଇଚ୍ଛା କରେ ନାହିଁ, ତାହା କରେ।
Romans 7:25 in Oriya 25 ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଉଦ୍ଧାର ହେତୁ ଈଶ୍ୱରଙ୍କର ଧନ୍ୟବାଦ ହେଉ। ଅତଏବ, ମୁଁ ନିଜେ ମନ ଦ୍ୱାରା ଇଶ୍ବରଙ୍କ ମୋଶାଙ୍କ ବ୍ୟବସ୍ଥାର ଦାସ, କିନ୍ତୁ ଶରୀର ଦ୍ୱାରା ପାପ ମୋଶାଙ୍କ ବ୍ୟବସ୍ଥାର ଦାସ ଅଟେ।
Romans 8:3 in Oriya 3 ଯେଣୁ ଶରୀର ସକାଶେ ଦୁର୍ବଳ ହେବାରୁ ମୋଶାଙ୍କ ବ୍ୟବସ୍ଥା ଯାହା ସାଧନ କରି ପାରିଲା ନାହିଁ, ତାହା ଈଶ୍ୱର ଆପଣା ପୁତ୍ରଙ୍କୁ ପାପମୟ ଶରୀରର ସାଦୃଶ୍ୟରେ ପାପ ବିନାଶ ନିମନ୍ତେ ପ୍ରେରଣ କରି ଶରୀରରେ ପାପକୁ ଦଣ୍ଡାଜ୍ଞା ଦେବା ଦ୍ୱାରା କଲେ,
Romans 13:14 in Oriya 14 ପୁଣି, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ତୁମ୍ଭେମାନେ ବସ୍ତ୍ରରୂପେ ପରିଧାନ କର, ଆଉ କୁଅଭିଳାଷ ତୃପ୍ତି କରିବା ସକାଶେ ଶରୀର ନିମନ୍ତେ ଆୟୋଜନ କର ନାହିଁ।
Galatians 5:17 in Oriya 17 କାରଣ ଶରୀରର ଅଭିଳାଷ ଆତ୍ମାଙ୍କ ପ୍ରତିକୂଳ, ଆଉ ଆତ୍ମାଙ୍କ ଅଭିଳାଷ ଶରୀରର ପ୍ରତିକୂଳ, ଯେଣୁ ଏହି ଦୁଇ ପରସ୍ପରର ବିପରୀତ; ଫଳତଃ ତୁମ୍ଭେମାନେ ଯାହା ଯାହା ଇଚ୍ଛା କର, ସେହି ସବୁ କରି ପାର ନାହିଁ।
Galatians 5:19 in Oriya 19 ଶରୀରର କାର୍ଯ୍ୟଗୁଡ଼ାକ ତ ସ୍ପଷ୍ଟରୂପେ ଜଣା: ବ୍ୟଭିଚାର, ଅଶୁଚିତା
Galatians 5:24 in Oriya 24 ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କର, ସେମାନେ ଶରୀରକୁ ସେଥିର କାମନା ଓ ଅଭିଳାଷ ସହିତ କ୍ରୁଶରେ ହତ କରିଅଛନ୍ତି।
Ephesians 2:1 in Oriya 1 ଏହି ସଂସାରର ଭାବାନୁସାରେ ପୁଣି, ଆକାଶମଣ୍ଡଳ ରାଜ୍ୟର ଅଧିପତି,
Philippians 2:13 in Oriya 13 କାରଣ ଇଚ୍ଛା କରିବାକୁ ଓ ସାଧନ କରିବାକୁ ଈଶ୍ୱର ଆପଣା ମଙ୍ଗଳମୟ ସଙ୍କଳ୍ପର ସଫଳତା ନିମନ୍ତେ ତୁମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ କରନ୍ତି।
Philippians 3:12 in Oriya 12 ମୁଁ ଯେ ଏବେ ସେହି ସମସ୍ତ ପ୍ରାପ୍ତ ହୋଇଅଛି ଅବା ସିଦ୍ଧି ଲାଭ କରିଅଛି, ତାହା ନୁହେଁ, କିନ୍ତୁ ମୁଁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ଧରାଯାଇଥିବାରୁ ତାହା ଧରିବା ପାଇଁ ଦୌଡ଼ୁଅଛି।
Titus 3:3 in Oriya 3 କାରଣ ପୂର୍ବେ ଆମ୍ଭେମାନେ ମଧ୍ୟ ନିର୍ବୋଧ, ଅବାଧ୍ୟ, ଭ୍ରାନ୍ତ ପୁଣି, ନାନା ପ୍ରକାର କୁଅଭିଳାଷ ଓ ସୁଖଭୋଗର ଦାସ ଥିଲୁ, ହିଂସା ଓ ଈର୍ଷାରେ କାଳକ୍ଷେପଣ କରୁଥିଲୁ, ଆଉ ଘୃଣାର ପାତ୍ର ହୋଇ ପରସ୍ପରକୁ ଘୃଣା କରୁଥିଲୁ।
1 Peter 4:2 in Oriya 2 ଯେପରି ତୁମ୍ଭେମାନେ ଜାଗତିକ ଜୀବନର ଅବଶିଷ୍ଟ କାଳ ମନୁଷ୍ୟର କୁଅଭିଳାଷ ଅନୁସାରେ କ୍ଷେପଣ ନ କରି ଇଶ୍ବରଙ୍କ ଇଚ୍ଛାନୁସାରେ କ୍ଷେପଣ କର।