Romans 7:6 in Oriya 6 କିନ୍ତୁ ଯଦ୍ୱାରା ଆମ୍ଭେମାନେ ଆବଦ୍ଧ ଥିଲୁ, ସେଥିପ୍ରତି ମୃତ ହୋଇ ଆମ୍ଭେମାନେ ଏବେ ମୋଶାଙ୍କ ବ୍ୟବସ୍ଥାରୁ ମୁକ୍ତ ହୋଇଅଛୁ; ଏଣୁ ଆମ୍ଭେମାନେ ଆକ୍ଷରିକ ପୁରାତନ ଭାବରେ ଦାସ୍ୟକର୍ମ ନ କରି ଆତ୍ମାର ନୂତନ ଭାବରେ ଦାସ୍ୟକର୍ମ କରୁଅଛୁ।
Other Translations King James Version (KJV) But now we are delivered from the law, that being dead wherein we were held; that we should serve in newness of spirit, and not in the oldness of the letter.
American Standard Version (ASV) But now we have been discharged from the law, having died to that wherein we were held; so that we serve in newness of the spirit, and not in oldness of the letter.
Bible in Basic English (BBE) But now we are free from the law, having been made dead to that which had power over us; so that we are servants in the new way of the spirit, not in the old way of the letter.
Darby English Bible (DBY) but now we are clear from the law, having died in that in which we were held, so that we should serve in newness of spirit, and not in oldness of letter.
World English Bible (WEB) But now we have been discharged from the law, having died to that in which we were held; so that we serve in newness of the spirit, and not in oldness of the letter.
Young's Literal Translation (YLT) and now we have ceased from the law, that being dead in which we were held, so that we may serve in newness of spirit, and not in oldness of letter.
Cross Reference Ezekiel 11:19 in Oriya 19 ଆଉ, ଆମ୍ଭେ ସେମାନଙ୍କୁ ଏକ ଚିତ୍ତ ଦେବା ଓ ଆମ୍ଭେ ତୁମ୍ଭମାନଙ୍କ ଅନ୍ତରରେ ଏକ ନୂତନ ଆତ୍ମା ସ୍ଥାପନ କରିବା ଓ ଆମ୍ଭେ ସେମାନଙ୍କ ମାଂସରୁ ପ୍ରସ୍ତରମୟ ହୃଦୟ ଦୂର କରିବା ଓ ସେମାନଙ୍କୁ ମାଂସମୟ ହୃଦୟ ଦେବା।
Ezekiel 36:26 in Oriya 26 ଆହୁରି, ଆମ୍ଭେ ତୁମ୍ଭମାନଙ୍କୁ ଏକ ନୂତନ ହୃଦୟ ଦେବା ଓ ଆମ୍ଭେ ତୁମ୍ଭମାନଙ୍କ ଅନ୍ତରରେ ଏକ ନୂତନ ଆତ୍ମା ସ୍ଥାପନ କରିବା; ଆଉ, ଆମ୍ଭେ ତୁମ୍ଭମାନଙ୍କ ମାଂସ ମଧ୍ୟରୁ ପ୍ରସ୍ତରମୟ ହୃଦୟ କାଢ଼ି ନେବା ଓ ଆମ୍ଭେ ତୁମ୍ଭମାନଙ୍କୁ ମାଂସମୟ ହୃଦୟ ଦେବା।
Romans 1:9 in Oriya 9 କାରଣ ଯେପରି କୌଣସି ପ୍ରକାରେ ଏତେ ଦିନ ପରେ ଇଶ୍ବରଙ୍କ ଇଚ୍ଛା ହେଲେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ଥରେ ସୁଯୋଗ ପାଇ ପାରେ,
Romans 2:27 in Oriya 27 ପୁଣି, ସ୍ୱାଭାବିକ ଅସୁନ୍ନତି ଲୋକ ଯଦି ମୋଶାଙ୍କ ବ୍ୟବସ୍ଥା ପାଳନ କରେ, ତେବେ ଲିଖିତ ମୋଶାଙ୍କ ବ୍ୟବସ୍ଥା ଓ ସୁନ୍ନତ ବିଧି ପ୍ରାପ୍ତ ହୋଇ ସୁଦ୍ଧା ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ କରୁଅଛ ଯେ ତୁମ୍ଭେ, ସେ ତୁମ୍ଭର ବିଚାର କରିବ।
Romans 6:2 in Oriya 2 ତାହା କେବେ ହେଁ ନ ହେଉ। ପାପ ପ୍ରତି ମୃତ୍ୟୁ ଯେ ଆମ୍ଭେମାନେ, କିପରି ସେଥିରେ ଆଉ ଆମ୍ଭେମାନେ ଜୀବନ କାଟିବା ?
Romans 6:4 in Oriya 4 ଅତଏବ, ଆମ୍ଭେମାନେ ବାପ୍ତିସ୍ମ ଦ୍ୱାରା ମରଣରେ ତାହାଙ୍କ ସହିତ ସମାଧିପ୍ରାପ୍ତ ହୋଇଅଛୁ, ଯେପରି ଖ୍ରୀଷ୍ଟ ପିତାଙ୍କ ଗୌରବ ଦ୍ୱାରା ମୃତ୍ୟୁମାନଙ୍କ ମଧ୍ୟରୁ ଯେଉଁ ପ୍ରକାରେ ଉତ୍ଥାପିତ ହେଲେ, ଆମ୍ଭେମାନେ ମଧ୍ୟ ସେହି ପ୍ରକାରେ ଜୀବନର ନୂତନ ଭାବରେ ଆଚରଣ କରୁ;
Romans 6:11 in Oriya 11 ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆପଣା ଆପଣାକୁ ପାପ ପ୍ରତି ମୃତ, କିନ୍ତୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଥାଇ ଇଶ୍ବରଙ୍କ ପ୍ରତି ଜୀବିତ ବୋଲି ଗଣନା କର।
Romans 6:14 in Oriya 14 କାରଣ ପାପ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବ ନାହିଁ, ଯେଣୁ ତୁମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୁହଁ, ମାତ୍ର ଅନୁଗ୍ରହର ଅଧୀନ ଅଟ।
Romans 6:19 in Oriya 19 ତୁମ୍ଭମାନଙ୍କ ମାନବୀୟ ଦୁର୍ବଳତା ହେତୁ ମୁଁ ମନୁଷ୍ୟ ଭାବରେ କହୁଅଛି; ତୁମ୍ଭେମାନେ ଯେପରି ଅଧର୍ମ ନିମନ୍ତେ ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ଅଶୁଚିତା ଓ ଅଧର୍ମ ନିକଟରେ ଦାସ ରୂପେ ସମର୍ପଣ କରିଥିଲ, ସେହିପରି ଏବେ ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ପବିତ୍ରତା ନିମନ୍ତେ ଧାର୍ମିକତା ନିକଟରେ ଦାସ ରୂପେ ସମର୍ପଣ କର।
Romans 6:22 in Oriya 22 କିନ୍ତୁ ଏବେ ପାପର ଅଧୀନତାରୁ ମୁକ୍ତ ହୋଇ ଇଶ୍ବରଙ୍କ ଦାସ ହେବାରୁ ତୁମ୍ଭେମାନେ ପବିତ୍ରତା ଉଦ୍ଦେଶ୍ୟରେ ଫଳ ପାଉଅଛ, ଆଉ ଏଥିର ପରିଣାମ ଅନନ୍ତ ଜୀବନ।
Romans 7:1 in Oriya 1 ହେ ଭାଇମାନେ, ମନୁଷ୍ୟ ଯେପର୍ଯ୍ୟନ୍ତ ଜୀବିତ ଥାଏ, ସେପର୍ଯ୍ୟନ୍ତ ମୋଶାଙ୍କ ବ୍ୟବସ୍ଥା ଯେ ତାହାର ଉପରେ କର୍ତ୍ତୃତ୍ୱ କରେ, ଏହା ତୁମ୍ଭେମାନେ କ'ଣ ଜାଣ ନାହିଁ ? ମୁଁ ତ ମୋଶାଙ୍କ ବ୍ୟବସ୍ଥା ଜାଣିଥିବା ଲୋକମାନଙ୍କୁ କହୁଅଛି।
Romans 7:4 in Oriya 4 ଏଣୁ ହେ ମୋହର ଭାଇମାନେ, ଖ୍ରୀଷ୍ଟଙ୍କ ଶରୀର ଦ୍ୱାରା ତୁମ୍ଭେମାନେ ମଧ୍ୟ ମୋଶାଙ୍କ ବ୍ୟବସ୍ଥା ପ୍ରତି ମୃତ ହୋଇଅଛ, ଯେପରି ତୁମ୍ଭେମାନେ ଅନ୍ୟ ସହିତ ସଂଯୁକ୍ତ ହୁଅ, ଅର୍ଥାତ୍ ଆମ୍ଭେମାନେ ଇଶ୍ବରଙ୍କ ନିମନ୍ତେ ଫଳ ଉତ୍ପନ୍ନ କରିବା ପାଇଁ ଯେ ମୃତ୍ୟୁରୁ ଉତ୍ଥାପିତ ହୋଇଅଛନ୍ତି, ତାହାଙ୍କ ସହିତ ସଂଯୁକ୍ତ ହୁଅ।
Romans 12:2 in Oriya 2 ତୁମ୍ଭେମାନେ ଏହି ବର୍ତ୍ତମାନ ଯୁଗର ଅନୁରୂପୀ ହୁଅ ନାହିଁ, କିନ୍ତୁ ଯେପରି ତୁମ୍ଭେମାନେ ଇଶ୍ବରଙ୍କ ଇଚ୍ଛା କ'ଣ, ଅର୍ଥାତ୍ ଉତ୍ତମ, ସୁଗ୍ରାହ୍ୟ ଓ ସିଦ୍ଧ ବିଷୟ କ'ଣ, ଏହା ପରୀକ୍ଷା କରି ଜାଣି ପାର, ଏଥି ନିମନ୍ତେ ଆପଣା ଆପଣା ମନର ନୂତନୀକରଣ ଦ୍ୱାରା ପରିବର୍ତ୍ତିତ ହୁଅ।
2 Corinthians 3:6 in Oriya 6 ସେ ତ ଆମ୍ଭମାନଙ୍କୁ ଅକ୍ଷରର ସେବକ କରି ନାହାଁନ୍ତି, ମାତ୍ର ଆତ୍ମାଙ୍କ, ଅର୍ଥାତ୍ ନୂତନ ନିୟମର ସେବକ ହେବାକୁ ସାମର୍ଥ୍ୟ ଦେଇଅଛନ୍ତି; କାରଣ ଅକ୍ଷର ମୃତ୍ୟୁଦାୟକ,ମାତ୍ର ଆତ୍ମା ଜୀବନଦାୟକ;
2 Corinthians 5:17 in Oriya 17 ଏଣୁ ଯଦି କେହି ଖ୍ରୀଷ୍ଟଙ୍କଠାରେ ଅଛି, ତେବେ ସେ ନୂତନ ସୃଷ୍ଟି ହୋଇଅଛି ପୁରାତନ ବିଷୟସବୁ ଲୋପ ପାଇଅଛି, ଦେଖ, ନୂତନ ବିଷୟସବୁ ହୋଇଅଛି।
Galatians 2:19 in Oriya 19 ଯେଣୁ ଇଶ୍ବରଙ୍କ ଉଦ୍ଦେଶ୍ୟରେ ଜୀବିତ ହେବା ନିମନ୍ତେ ମୁଁ ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ମୋଶାଙ୍କ ବ୍ୟବସ୍ଥା ପ୍ରତି ମୃତ ହୋଇଅଛି।
Galatians 3:13 in Oriya 13 ଯୀଶୁଖ୍ରୀଷ୍ଟଙ୍କ ହେତୁ ଅବ୍ରାହାମଙ୍କର ଆଶୀର୍ବାଦ ଯେପରି ଅଣଯିହୂଦୀମାନଙ୍କ ପ୍ରତିବର୍ତ୍ତେ, ପୁଣି, ଆମ୍ଭେମାନେ ଯେପରି ବିଶ୍ୱାସ ହେତୁ ପ୍ରତିଜ୍ଞାତ ଆତ୍ମା ପ୍ରାପ୍ତ ହେଉ,
Galatians 3:23 in Oriya 23 ମାତ୍ର ସେହି ବିଶ୍ୱାସ ଆସିବା ପୂର୍ବେ, ପ୍ରକାଶିତ ହେବାକୁ ଯାଉଥିବା ସେହି ବିଶ୍ୱାସ ପ୍ରାପ୍ତି ଉଦ୍ଦେଶ୍ୟରେ, ଆମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାର ଅଧୀନରେ ବନ୍ଦୀ ହୋଇ ରକ୍ଷିତ ହେଉଥିଲୁ।
Galatians 4:4 in Oriya 4 କିନ୍ତୁ କାଳ ସମ୍ପୂର୍ଣ୍ଣ ହୁଅନ୍ତେ, ଈଶ୍ୱର ଆପଣା ନିକଟରୁ ନିଜ ପୁତ୍ରଙ୍କୁ ପ୍ରେରଣ କଲେ; ସେ ସ୍ତ୍ରୀଜାତ ହୋଇ ମୋଶାଙ୍କ ବ୍ୟବସ୍ଥାଧୀନ ହେଲେ,
Galatians 6:15 in Oriya 15 କାରଣ ସୁନ୍ନତ କିମ୍ବା ଅସୁନ୍ନତ କିଛି ନୁହେଁ, କିନ୍ତୁ ନୂତନ ସୃଷ୍ଟି ହିଁ ସାର।
Philippians 3:3 in Oriya 3 କାରଣ ଆମ୍ଭେମାନେ ପ୍ରକୃତରେ ସୁନ୍ନତ ପ୍ରାପ୍ତ, ଆମ୍ଭେମାନେ ଇଶ୍ବରଙ୍କ ଆତ୍ମାରେ ଉପାସନା କରୁ, ପୁଣି, ବାହ୍ୟିକ ବିଷୟ ଉପରେ ନିର୍ଭର ନ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଦର୍ପ କରୁ।
Colossians 3:10 in Oriya 10 ସେଥିର ସମସ୍ତ କର୍ମ ପରିତ୍ୟାଗ କରି ନୂତନ ସ୍ୱଭାବ ପରିଧାନ କରିଅଛ; ସେହି ନୂତନ ସ୍ୱଭାବ ଆପଣା ସୃଷ୍ଟିକର୍ତ୍ତାଙ୍କ ପ୍ରତିମୂର୍ତ୍ତି ଅନୁସାରେ ସମ୍ପୂର୍ଣ୍ଣ ଜ୍ଞାନ ପ୍ରାପ୍ତି ନିମନ୍ତେ ନୂତନୀକୃତ ହେଉଅଛି;