Romans 8:15 in Oriya 15 କାରଣ ତୁମ୍ଭେମାନେ ପୁନର୍ବାର ଭୟ କରିବା ନିମନ୍ତେ ଦାସତ୍ୱର ଆତ୍ମା ପାଇ ନାହଁ, କିନ୍ତୁ ପୁତ୍ରତ୍ୱର ଆତ୍ମା ପାଇଅଛ; ତଦ୍ୱାରା ଆମ୍ଭେମାନେ ଆବ୍ବା, ପିତଃ ବୋଲି ଡାକିଥାଉ।
Other Translations King James Version (KJV) For ye have not received the spirit of bondage again to fear; but ye have received the Spirit of adoption, whereby we cry, Abba, Father.
American Standard Version (ASV) For ye received not the spirit of bondage again unto fear; but ye received the spirit of adoption, whereby we cry, Abba, Father.
Bible in Basic English (BBE) For you did not get the spirit of servants again to put you in fear, but the spirit of sons was given to you, by which we say, Abba, Father.
Darby English Bible (DBY) For ye have not received a spirit of bondage again for fear, but ye have received a spirit of adoption, whereby we cry, Abba, Father.
World English Bible (WEB) For you didn't receive the spirit of bondage again to fear, but you received the Spirit of adoption, by whom we cry, "Abba{Abba is a Chaldee word for father or daddy, often used affectionately and respectfully in prayer to our Father in heaven.}! Father!"
Young's Literal Translation (YLT) for ye did not receive a spirit of bondage again for fear, but ye did receive a spirit of adoption in which we cry, `Abba -- Father.'
Cross Reference Exodus 20:19 in Oriya 19 ଆଉ ସେମାନେ ମୋଶାଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ସଙ୍ଗେ କଥା କୁହ, ଆମ୍ଭେମାନେ ଶୁଣିବୁ; ମାତ୍ର ପରମେଶ୍ୱର ଆମ୍ଭମାନଙ୍କ ସଙ୍ଗେ କଥା ନ କହନ୍ତୁ, ନୋହିଲେ ଆମ୍ଭେମାନେ ମରିଯିବୁ।”
Isaiah 56:5 in Oriya 5 ସେମାନଙ୍କୁ ଆମ୍ଭେ ଆମ୍ଭ ଗୃହ ମଧ୍ୟରେ ଓ ଆମ୍ଭ ପ୍ରାଚୀର ଭିତରେ ପୁତ୍ର କନ୍ୟା ଅପେକ୍ଷା ଉତ୍ତମ ସ୍ମରଣାର୍ଥକ ସ୍ତମ୍ଭ ଓ ନାମ ଦେବା; ଆମ୍ଭେ ସେମାନଙ୍କୁ ଅନନ୍ତକାଳସ୍ଥାୟୀ ନାମ ଦେବା, ତାହା କଟା ହେବ ନାହିଁ।”
Jeremiah 3:19 in Oriya 19 ମାତ୍ର ଆମ୍ଭେ କହିଲୁ, “ଆମ୍ଭ ସନ୍ତାନଗଣ ମଧ୍ୟରେ କିପରି ତୁମ୍ଭକୁ ସ୍ଥାନ ଦେବା ଓ ମନୋରମ ଏକ ଦେଶ, ନାନା ଦେଶୀୟମାନଙ୍କର ପରମ ରତ୍ନ ସ୍ୱରୂପ ଏକ ଅଧିକାର ତୁମ୍ଭକୁ ଦାନ କରିବା ?” ପୁଣି, ଆମ୍ଭେ କହିଲୁ, “ତୁମ୍ଭେମାନେ ଆମ୍ଭକୁ ହେ ମୋର ପିତଃ ବୋଲି ଡାକିବ ଓ ଆମ୍ଭ ପଶ୍ଚାଦ୍ଗମନରୁ ବିମୁଖ ହେବ ନାହିଁ।”
Mark 14:36 in Oriya 36 ଆଉ ଯୀଶୁ କହିଲେ, ଆବ୍ବା, ପିତଃ, ସମସ୍ତ ତୁମ୍ଭର ସାଧ୍ୟ; ଏହି ପାନପାତ୍ର ମୋଠାରୁ ଦୂର କର; ତଥାପି ମୋହର ଇଚ୍ଛା ନୁହେଁ, ମାତ୍ର ତୁମ୍ଭର ଇଚ୍ଛା।
Luke 8:28 in Oriya 28 ସେ ଯୀଶୁଙ୍କୁ ଦେଖି ଚିତ୍କାର କରି ତାହାଙ୍କ ଚରଣ ତଳେ ପଡ଼ି ଉଚ୍ଚସ୍ୱରରେ କହିଲା, ହେ ମହାନ ଇଶ୍ବରଙ୍କ ପୁତ୍ର ଯୀଶୁ, ତୁମ୍ଭ ସାଙ୍ଗରେ ମୋହର କ'ଣ ଅଛି ? ମୁଁ ତୁମ୍ଭକୁ ନିବେଦନ କରୁଅଛି, ମୋତେ କଷ୍ଟ ଦିଅ ନାହିଁ।
Luke 8:37 in Oriya 37 ସେଥିରେ ଗରାଶୀୟମାନଙ୍କ ଅଞ୍ଚଳର ଚାରିପାଖରେ ଥିବା ସମସ୍ତ ଲୋକ ସେମାନଙ୍କଠାରୁ ଯିବା ପାଇଁ ତାହାଙ୍କୁ ଅନୁରୋଧ କଲେ, କାରଣ ସେମାନେ ଅତ୍ୟନ୍ତ ଭୟଗ୍ରସ୍ତ ହୋଇଥିଲେ; ଆଉ, ସେ ଗୋଟିଏ ନୌକାରେ ଚଢ଼ି ଫେରିଆସିଲେ।
Luke 11:2 in Oriya 2 ଏଥିରେ ସେ ସେମାନଙ୍କୁ କହିଲେ, ଯେତେବେଳେ ତୁମ୍ଭେମାନେ ପ୍ରାର୍ଥନା କର, ସେତେବେଳେ କୁହ, ପିତଃ, ତୁମ୍ଭ ନାମ ପବିତ୍ର ବୋଲି ମାନ୍ୟ ହେଉ। ତୁମ୍ଭର ରାଜ୍ୟ ଆସୁ।
Luke 22:42 in Oriya 42 ହେ ପିତା, ଯଦି ତୁମ୍ଭର ଇଚ୍ଛା ଥାଏ, ତେବେ ଏହି ପାନପାତ୍ର ମୋ'ଠାରୁ ଦୂର କର; ତଥାପି ମୋହର ଇଚ୍ଛା ନୁହେଁ, ମାତ୍ର ତୁମ୍ଭର ଇଚ୍ଛା ସଫଳ ହେଉ।
John 16:8 in Oriya 8 ସେ ଆସି ପାପ, ଧାର୍ମିକତା ଓ ବିଚାର ବିଷୟରେ ଜଗତକୁ ପ୍ରମାଣ ଦେବେ;
John 20:17 in Oriya 17 ଯୀଶୁ ତାଙ୍କୁ କହିଲେ, ମୋତେ ଧରି ରଖ ନାହିଁ, କାରଣ ମୁଁ ଏପର୍ଯ୍ୟନ୍ତ ପିତାଙ୍କ ନିକଟକୁ ଆରୋହଣ କରି ନାହିଁ; କିନ୍ତୁ ମୋର ଭାଇମାନଙ୍କ ନିକଟକୁ ଯାଇ ସେମାନଙ୍କୁ କୁହ, ମୁଁ ମୋହର ପିତା ଓ ତୁମ୍ଭମାନଙ୍କର ପିତା, ମୋହର ଈଶ୍ୱର ଓ ତୁମ୍ଭମାନଙ୍କର ଇଶ୍ବରଙ୍କ ନିକଟକୁ ଆରୋହଣ କରୁଅଛି।
Acts 2:37 in Oriya 37 ଏହି କଥା ଶୁଣି ସେମାନଙ୍କର ହୃଦୟ ବିଦୀର୍ଣ୍ଣ ହୋଇଗଲା, ପୁଣି, ସେମାନେ ପିତର ଓ ଅବଶିଷ୍ଟ ପ୍ରେରିତମାନଙ୍କୁ କହିଲେ,ଭାଇମାନେ, ଆମ୍ଭେମାନେ କ'ଣ କରିବା ?
Romans 8:16 in Oriya 16 ଆମ୍ଭେମାନେ ଇଶ୍ବରଙ୍କ ସନ୍ତାନ ବୋଲି ସେହି ଆତ୍ମା ସ୍ୱୟଂ ଆମ୍ଭମାନଙ୍କ ଆତ୍ମା ସହିତ ସାକ୍ଷ୍ୟ ପ୍ରଦାନ କରନ୍ତି,
Romans 8:23 in Oriya 23 ଆଉ କେବଳ ତାହା ନୁହେଁ, କିନ୍ତୁ ପ୍ରଥମ ଫଳ ସ୍ୱରୂପେ ଆତ୍ମାଙ୍କୁ ପାଇଅଛୁ ଯେ ଆମ୍ଭେମାନେ, ଆମ୍ଭେମାନେ ନିଜେ ନିଜେ ମଧ୍ୟ ପୁତ୍ରତ୍ୱ, ଅର୍ଥାତ୍ ଆପଣା ଆପଣା ଶରୀରର ମୁକ୍ତି ନିମନ୍ତେ ଅପେକ୍ଷା କରୁ କରୁ ଆପଣା ଆପଣା ଅନ୍ତରରେ ଆର୍ତ୍ତନାଦ କରୁଅଛୁ।
1 Corinthians 2:12 in Oriya 12 ଯେପରି ଇଶ୍ବରଙ୍କ ଦ୍ୱାରା ଆମ୍ଭମାନଙ୍କୁ ଅନୁଗ୍ରହରେ ଦିଆଯାଇଥିବା ବିଷୟଗୁଡ଼ିକ ଆମ୍ଭେମାନେ ଜାଣି ପାରୁ, ଏଥିପାଇଁ ଆମ୍ଭେମାନେ ଜଗତର ଆତ୍ମା ନ ପାଇ ଇଶ୍ବରଙ୍କ ଆତ୍ମା ପାଇଅଛୁ।
Galatians 4:5 in Oriya 5 ଯେପରି ସେ ମୂଲ୍ୟ ଦେଇ ମୋଶାଙ୍କ ବ୍ୟବସ୍ଥାଧୀନ ଲୋକମାନଙ୍କୁ ମୁକ୍ତ କରନ୍ତି, ପୁଣି, ଆମ୍ଭେମାନେ ପୁତ୍ରତ୍ୱର ଅଧିକାରପ୍ରାପ୍ତ ହେଉ।
Ephesians 1:5 in Oriya 5 ପୁଣି, ସେ ଆମ୍ଭମାନଙ୍କୁ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଆପଣା ନିମନ୍ତେ ପୁତ୍ର କରିବାକୁ ଆପଣା ସ୍ୱଚ୍ଛନ୍ଦ ଇଚ୍ଛାନୁସାରେ ଆମ୍ଭମାନଙ୍କୁ ପ୍ରେମରେ ପୁର୍ବରୁ ନିରୂପଣ କଲେ;
Ephesians 1:11 in Oriya 11 ତାହାଙ୍କଠାରେ ମଧ୍ୟ ଆମ୍ଭେମାନେ ଅଧିକାର ସ୍ୱରୂପ ହୋଇଅଛୁ, ଯେଣୁ ଯେଉଁ ଈଶ୍ୱର ଆପଣା ଇଚ୍ଛାର ସଙ୍କଳ୍ପାନୁସାରେ ସମସ୍ତ ବିଷୟ ସାଧନ କରନ୍ତି, ତାହାଙ୍କ ଅଭିପ୍ରାୟ ଅନୁସାରେ ଆମ୍ଭେମାନେ ପୁର୍ବରୁ ନିରୁପିତ ହେଲୁ,
2 Timothy 1:7 in Oriya 7 କାରଣ ଈଶ୍ୱର ଆମ୍ଭମାନଙ୍କୁ ଭୟର ଆତ୍ମା ଦେଇ ନାହାଁନ୍ତି, ମାତ୍ର ଶକ୍ତି, ପ୍ରେମ ଓ ସୁବୁଦ୍ଧିର ଆତ୍ମା ଦେଇଅଛନ୍ତି।
Hebrews 2:15 in Oriya 15 ପୁଣି, ମୃତ୍ୟୁର ଭୟରେ ଯେଉଁମାନେ ଯାବଜୀବନ ଦାସତ୍ୱର ବନ୍ଧନରେ ଥିଲେ, ସେମାନଙ୍କୁ ସେ ଉଦ୍ଧାର କରନ୍ତି।
Hebrews 12:18 in Oriya 18 କାରଣ ତୁମ୍ଭେମାନେ ସ୍ପୃଶ୍ୟ ପର୍ବତ ଓ ପ୍ରଜ୍ଜ୍ୱଳିତ ଅଗ୍ନି ନିକଟକୁ ପୁଣି, ନିବିଡ଼ ମେଘ, ଅନ୍ଧକାର, ଝଡ଼,
James 2:19 in Oriya 19 ଈଶ୍ୱର ଯେ ଏକମାତ୍ର, ଏହା ତୁମ୍ଭେ ବିଶ୍ୱାସ କରୁଅଛ; ଭଲ କଥା, ଭୂତମାନେ ମଧ୍ୟ ବିଶ୍ୱାସ କରି ଥରହର ହୁଅନ୍ତି।
1 John 4:18 in Oriya 18 ପ୍ରେମରେ ଭୟ ନ ଥାଏ, କିନ୍ତୁ ସିଦ୍ଧ ପ୍ରେମ ଭୟକୁ ଦୂର କରେ, କାରଣ ଭୟ ଦଣ୍ଡ ସହିତ ସଂଯୁକ୍ତ, ଆଉ ଯେ ଭୟ କରେ, ସେ ପ୍ରେମରେ ସିଦ୍ଧ ନୁହେଁ।