Romans 8:26 in Oriya 26 ଆଉ, ସେହି ପ୍ରକାରେ ଆତ୍ମା ମଧ୍ୟ ଆମ୍ଭମାନଙ୍କ ଦୁର୍ବଳତାରେ ସାହାଯ୍ୟ କରନ୍ତି; କାରଣ କ'ଣ ପ୍ରାର୍ଥନା କରିବା ଉଚିତ୍, ତାହା ଆମ୍ଭେମାନେ ଜାଣୁ ନାହୁଁ, କିନ୍ତୁ ଆତ୍ମା ସ୍ୱୟଂ ଅକଥନୀୟ ଆର୍ତ୍ତନାଦରେ ଆମ୍ଭମାନଙ୍କ ନିମନ୍ତେ ନିବେଦନ କରନ୍ତି;
Other Translations King James Version (KJV) Likewise the Spirit also helpeth our infirmities: for we know not what we should pray for as we ought: but the Spirit itself maketh intercession for us with groanings which cannot be uttered.
American Standard Version (ASV) And in like manner the Spirit also helpeth our infirmity: for we know not how to pray as we ought; but the Spirit himself maketh intercession for `us' with groanings which cannot be uttered;
Bible in Basic English (BBE) And in the same way the Spirit is a help to our feeble hearts: for we are not able to make prayer to God in the right way; but the Spirit puts our desires into words which are not in our power to say;
Darby English Bible (DBY) And in like manner the Spirit joins also its help to our weakness; for we do not know what we should pray for as is fitting, but the Spirit itself makes intercession with groanings which cannot be uttered.
World English Bible (WEB) In the same way, the Spirit also helps our weaknesses, for we don't know how to pray as we ought. But the Spirit himself makes intercession for us with groanings which can't be uttered.
Young's Literal Translation (YLT) And, in like manner also, the Spirit doth help our weaknesses; for, what we may pray for, as it behoveth `us', we have not known, but the Spirit himself doth make intercession for us with groanings unutterable,
Cross Reference Psalm 6:9 in Oriya 9 ସଦାପ୍ରଭୁ ମୋହର ନିବେଦନ ଶୁଣିଅଛନ୍ତି; ସଦାପ୍ରଭୁ ମୋହର ପ୍ରାର୍ଥନା ଗ୍ରହଣ କରିବେ।
Psalm 10:17 in Oriya 17 ହେ ସଦାପ୍ରଭୁ, ତୁମ୍ଭେ ନମ୍ର ଲୋକମାନଙ୍କର ବାଞ୍ଛା ଶୁଣିଅଛ; ତୁମ୍ଭେ ସେମାନଙ୍କର ଅନ୍ତଃକରଣ ପ୍ରସ୍ତୁତ କରିବ, ତୁମ୍ଭେ ଶୁଣିବା ପାଇଁ ଆପଣା କର୍ଣ୍ଣ ଡେରିବ;
Psalm 42:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ସନ୍ତାନଗଣର ମସ୍କୀଲ (ପ୍ରବୋଧନ)। ହରିଣୀ ଯେପରି ଜଳସ୍ରୋତ ପାଇଁ ଧକାଏ, ସେହିପରି ହେ ପରମେଶ୍ୱର, ମୋ' ପ୍ରାଣ ତୁମ୍ଭ ପାଇଁ ଧକାଏ।
Psalm 55:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ମସ୍କୀଲ୍। ହେ ପରମେଶ୍ୱର, ମୋ' ପ୍ରାର୍ଥନାରେ କର୍ଣ୍ଣପାତ କର; ମୋ' ବିନତିରୁ ଆପଣାକୁ ଲୁଚାଅ ନାହିଁ।
Psalm 69:3 in Oriya 3 ମୁଁ ଡାକୁ ଡାକୁ କ୍ଳାନ୍ତ ହୁଏ; ମୋହର କଣ୍ଠ ଶୁଷ୍କ ହୋଇଅଛି; ମୁଁ ପରମେଶ୍ୱରଙ୍କର ଅପେକ୍ଷା କରୁ କରୁ ମୋହର ଚକ୍ଷୁ ନିସ୍ତେଜ ହୁଏ।
Psalm 77:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଯିଦୂଥୂନର ରୀତି ଅନୁସାରେ ଆସଫର ଗୀତ। ମୁଁ ପରମେଶ୍ୱରଙ୍କ ନିକଟରେ ସ୍ୱରବରେ କାକୂକ୍ତି କରିବି; ପରମେଶ୍ୱରଙ୍କ ନିକଟରେ ହିଁ ସ୍ୱରବରେ କାକୂକ୍ତି କରିବି, ତହିଁରେ ସେ ମୋ' ପ୍ରତି କର୍ଣ୍ଣପାତ କରିବେ।
Psalm 88:1 in Oriya 1 ଗୀତ; କୋରହ-ସନ୍ତାନଗଣର ଗୀତ। ପ୍ରଧାନ ବାଦ୍ୟକର ନିମନ୍ତେ ମହଲତ୍ ଲୀୟନ୍ନୋତ୍ ସ୍ୱରରେ ଇଷ୍ରାହୀୟ ହେମନର ମସ୍କୀଲ୍। ସଦାପ୍ରଭୁ, ମୋ' ପରିତ୍ରାଣର ପରମେଶ୍ୱର, ମୁଁ ଦିବାରାତ୍ର ତୁମ୍ଭ ସମ୍ମୁଖରେ କାକୂକ୍ତି କରିଅଛି;
Psalm 102:5 in Oriya 5 ମୋହର ହାହାକାର ଶବ୍ଦ ସକାଶୁ ମୋ' ଅସ୍ଥିସବୁ ମୋ' ମାଂସରେ ଲାଗି ରହେ।
Psalm 102:20 in Oriya 20 ସଦାପ୍ରଭୁ ଆପଣାର ଉଚ୍ଚ ଧର୍ମଧାମରୁ ଦୃଷ୍ଟିପାତ କରିଅଛନ୍ତି; ସେ ସ୍ୱର୍ଗରୁ ପୃଥିବୀକୁ ଅବଲୋକନ କଲେ;
Psalm 119:81 in Oriya 81 କଫ୍। ତୁମ୍ଭ ପରିତ୍ରାଣ ପାଇଁ ମୋ' ପ୍ରାଣ କ୍ଷୀଣ ହୁଏ; ମାତ୍ର ମୁଁ ତୁମ୍ଭ ବାକ୍ୟରେ ଭରସା ରଖେ।
Psalm 143:4 in Oriya 4 ଏହେତୁ ମୋହର ଆତ୍ମା ମୋ' ଅନ୍ତରରେ ଉଦ୍ବିଗ୍ନ ହୋଇଅଛି; ମୋ' ଅନ୍ତରରେ ମୋହର ଚିତ୍ତ ଶୂନ୍ୟ ହୋଇଅଛି।
Zechariah 12:10 in Oriya 10 ପୁଣି, ଆମ୍ଭେ ଦାଉଦ ବଂଶ ଉପରେ ଓ ଯିରୂଶାଲମ ନିବାସୀମାନଙ୍କ ଉପରେ ଅନୁଗ୍ରହ ଓ ବିନତିଜନକ ଆତ୍ମା ବୃଷ୍ଟି କରିବା; ତହିଁରେ ସେମାନେ ଆମ୍ଭ ପ୍ରତି, ଅର୍ଥାତ୍, ଯାହାଙ୍କୁ ସେମାନେ ବିଦ୍ଧ କରିଅଛନ୍ତି, ତାହାଙ୍କ ପ୍ରତି ଦୃଷ୍ଟିପାତ କରିବେ; ଆଉ, କେହି ଯେପରି ଆପଣାର ଏକମାତ୍ର ପୁତ୍ର ଲାଗି ଶୋକ କରେ, ସେପରି ସେମାନେ ତାହାଙ୍କ ପାଇଁ ଶୋକ କରିବେ ଓ କେହି ଯେପରି ଆପଣା ପ୍ରଥମଜାତର ନିମନ୍ତେ ବ୍ୟାକୁଳିତ ହୁଏ, ସେପରି ସେମାନେ ତାହାଙ୍କ ପାଇଁ ବ୍ୟାକୁଳିତ ହେବେ।
Matthew 10:20 in Oriya 20 ଯେଣୁ ତୁମ୍ଭେମାନେ ବକ୍ତା ନୁହଁ, କିନ୍ତୁ ତୁମ୍ଭମାନଙ୍କ ପିତାଙ୍କ ଆତ୍ମା ଯେ କି ତୁମ୍ଭମାନଙ୍କ ଅନ୍ତରରେ କଥା କହନ୍ତି, ସେ ବକ୍ତା ଅଟନ୍ତି।
Matthew 20:22 in Oriya 22 କିନ୍ତୁ ଯୀଶୁ ଉତ୍ତର ଦେଲେ, ତୁମ୍ଭେମାନେ କ'ଣ ମାଗୁଅଛ, ତାହା ଜାଣୁ ନାହଁ। ମୁଁ ଯେଉଁ ପାତ୍ରରେ ପାନ କରିବାକୁ ଯାଉଅଛି, ସେଥିରେ କି ତୁମ୍ଭେମାନେ ପାନ କରି ପାର ?
Luke 11:1 in Oriya 1 ଥରେ ସେ କୌଣସି ଗୋଟିଏ ସ୍ଥାନରେ ପ୍ରାର୍ଥନା କରୁଥିଲେ; ସେ ପ୍ରାର୍ଥନା ସମାପ୍ତ କରନ୍ତେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ହେ ପ୍ରଭୁ, ଯୋହନ ଯେପରି ଆପଣା ଶିଷ୍ୟମାନଙ୍କୁ ପ୍ରାର୍ଥନା କରିବାକୁ ଶିଖାଇଲେ, ଆପଣ ମଧ୍ୟ ସେହିପରି ଆମ୍ଭମାନଙ୍କୁ ପ୍ରାର୍ଥନା କରିବାକୁ ଶିଖାଅନ୍ତୁ।
Luke 22:44 in Oriya 44 ପୁଣି, ସେ ମର୍ମାନ୍ତିକ ଦୁଃଖରେ ମଗ୍ନ ହୋଇ ଆହୁରି ଏକାଗ୍ର ଭାବରେ ପ୍ରାର୍ଥନା କରିବାକୁ ଲାଗିଲେ ଓ ତାହାଙ୍କ ଝାଳ ଘନ ରକ୍ତଟୋପା ପରି ଭୂଇଁରେ ପଡ଼ିଲା।
John 14:16 in Oriya 16 ଆଉ, ମୁଁ ପିତାଙ୍କୁ ନିବେଦନ କରିବି, ପୁଣି, ତୁମ୍ଭମାନଙ୍କ ସାଙ୍ଗରେ ଅନନ୍ତକାଳ ରହିବା ନିମନ୍ତେ ସେ ତୁମ୍ଭମାନଙ୍କୁ ଆଉ ଜଣେ ସାହାଯ୍ୟକାରୀଙ୍କୁ,
Romans 7:24 in Oriya 24 ହାୟ, ଦୁର୍ଭାଗ୍ୟ ମନୁଷ୍ୟ ଯେ ମୁଁ, ମୋତେ ଏହି ମୃତ୍ୟୁର ଶରୀରରୁ କିଏ ଉଦ୍ଧାର କରିବ ?
Romans 8:15 in Oriya 15 କାରଣ ତୁମ୍ଭେମାନେ ପୁନର୍ବାର ଭୟ କରିବା ନିମନ୍ତେ ଦାସତ୍ୱର ଆତ୍ମା ପାଇ ନାହଁ, କିନ୍ତୁ ପୁତ୍ରତ୍ୱର ଆତ୍ମା ପାଇଅଛ; ତଦ୍ୱାରା ଆମ୍ଭେମାନେ ଆବ୍ବା, ପିତଃ ବୋଲି ଡାକିଥାଉ।
Romans 15:1 in Oriya 1 ବିଶ୍ୱାସରେ ବଳବାନ ଯେ ଆମ୍ଭେମାନେ, ଦୁର୍ବଳମାନଙ୍କ ଦୁର୍ବଳତା ସହିବା ଆମ୍ଭମାନଙ୍କର ଉଚିତ୍, ଆଉ ନିଜ ନିଜର ସୁଖ ଚେଷ୍ଟା କରିବା ଉଚିତ୍ ନୁହେଁ।
2 Corinthians 5:2 in Oriya 2 ଯେଣୁ ଆମ୍ଭେମାନେ ତ ଆମ୍ଭମାନଙ୍କ ସ୍ୱର୍ଗୀୟ ଗୃହରୂପ ବସ୍ତ୍ରରେ ପରିହିତ ହେବାକୁ ଏକାନ୍ତ ଇଚ୍ଛା କରି ଏହି ଗୃହରେ ଥାଉ ଥାଉ ଆର୍ତ୍ତନାଦ କରୁଅଛୁ;
2 Corinthians 5:4 in Oriya 4 କାରଣ ଆମ୍ଭେମାନେ ଏହି ତମ୍ବୁରେ ବାସ କରି ଭାରଗ୍ରସ୍ତ ହୋଇ ଆର୍ତ୍ତନାଦ କରୁଅଛୁ; ଯେଣୁ ଆମ୍ଭେମାନେ ଯେ ପରିିଚ୍ଛଦ ତ୍ୟାଗ କରିବାକୁ ଇଚ୍ଛା କରୁ, ତାହା ନୁହେଁ, ମାତ୍ର ଜୀବନ ଯେପରି ମର୍ତ୍ତ୍ୟକୁ ଗ୍ରାସ କରେ, ଏଥି ନିମନ୍ତେ ଏହି ପରିଚ୍ଛଦ ଉପରେ ଅନ୍ୟ ବସ୍ତ୍ର ପରିଧାନ କରିବାକୁ ଆମ୍ଭେମାନେ ଇଚ୍ଛା କରୁଅଛୁ।
2 Corinthians 12:5 in Oriya 5 ଏହିପରି ଜଣକ ବିଷୟରେ ମୁଁ ଦର୍ପ କରିବି, କିନ୍ତୁ ମୋ' ନିଜ ବିଷୟରେ ମୋହର ଦୁର୍ବଳତା ବିନା ଆଉ କାହିଁରେ ଦର୍ପ କରିବି ନାହିଁ।
Galatians 4:6 in Oriya 6 ଆଉ ତୁମ୍ଭେମାନେ ପୁତ୍ର, ଏଥିସକାଶେ ଈଶ୍ୱର ଆପଣା ନିକଟରୁ ନିଜ ପୁତ୍ରଙ୍କ ଆତ୍ମାଙ୍କୁ ଆମ୍ଭମାନଙ୍କ ହୃଦୟକୁ ପ୍ରେରଣ କଲେ; ସେହି ଆତ୍ମା ଆବ୍ବା, ପିତଃ ବୋଲି ଡାକନ୍ତି।
Ephesians 2:18 in Oriya 18 କାରଣ ତାହାଙ୍କ ଦେଇ ଆମ୍ଭେମାନେ ଉଭୟ ଏକ ଆତ୍ମାଙ୍କ ଦ୍ୱାରା ପିତାଙ୍କ ନିକଟକୁ ଯିବା ପାଇଁ ପଥ ପାଇଅଛୁ।
Ephesians 6:18 in Oriya 18 ସର୍ବ ପ୍ରକାର ପ୍ରାର୍ଥନା ଓ ନିବେଦନରେ ସର୍ବଦା ଆତ୍ମାଙ୍କ ସାହାଯ୍ୟରେ ପ୍ରାର୍ଥନା କର, ପୁଣି, ସମସ୍ତ ସାଧୁଙ୍କ ନିମନ୍ତେ ଜାଗି ରହି ପ୍ରାର୍ଥନା କର।
Hebrews 4:15 in Oriya 15 କାରଣ ଯେ ଆମ୍ଭମାନଙ୍କ ଦୁର୍ବଳତାରେ ଆମ୍ଭମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ଅସମର୍ଥ, ଆମ୍ଭମାନଙ୍କର ଏପରି ମହାଯାଜକ ନାହାଁନ୍ତି, ବରଂ ସେ ପାପରହିତ ହୋଇ ଆମ୍ଭମାନଙ୍କ ପରି ସର୍ବତୋଭାବେ ପରୀକ୍ଷିତ ହେଲେ।
Hebrews 5:2 in Oriya 2 ସେ ଅଜ୍ଞାନ ଓ ଭ୍ରାନ୍ତ ଲୋକମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ସମର୍ଥ , କାରଣ ସେ ନିଜେ ମଧ୍ୟ ଦୁର୍ବଳତା ବିଶିଷ୍ଟ;
James 4:3 in Oriya 3 ତୁମ୍ଭେମାନେ ମାଗିଥାଅ, କିନ୍ତୁ ପାଇ ନ ଥାଅ, କାରଣ ଆପଣା ଆପଣା ସୁଖାଭିଳାଷରେ ବ୍ୟୟ କରିବା ନିମନ୍ତେ ମନ୍ଦ ଅଭିପ୍ରାୟରେ ମାଗିଥାଅ।
Jude 1:20 in Oriya 20 କିନ୍ତୁ, ହେ ପ୍ରିୟମାନେ, ତୁମ୍ଭେମାନେ ଆପଣାମାନଙ୍କ ଅତି ପବିତ୍ର ବିଶ୍ୱାସ ଉପରେ ଧର୍ମ ଜୀବନରୂପ ଗୃହ ନିର୍ମାଣ କର, ପବିତ୍ର ଆତ୍ମାରେ ପ୍ରାର୍ଥନା କର,