Romans 8:27 in Oriya 27 ପୁଣି, ଯେ ଆମ୍ଭମାନଙ୍କ ହୃଦୟ ଅନୁସନ୍ଧାନ କରନ୍ତି, ସେ ଆତ୍ମାଙ୍କ ଭାବ କ'ଣ, ତାହା ଜାଣନ୍ତି, କାରଣ ସେ ଇଶ୍ବରଙ୍କ ଇଚ୍ଛାନୁସାରେ ସାଧୁମାନଙ୍କ ନିମନ୍ତେ ନିବେଦନ କରନ୍ତି।
Other Translations King James Version (KJV) And he that searcheth the hearts knoweth what is the mind of the Spirit, because he maketh intercession for the saints according to the will of God.
American Standard Version (ASV) and he that searcheth the hearts knoweth what is the mind of the Spirit, because he maketh intercession for the saints according to `the will of' God.
Bible in Basic English (BBE) And he who is the searcher of hearts has knowledge of the mind of the Spirit, because he is making prayers for the saints in agreement with the mind of God.
Darby English Bible (DBY) But he who searches the hearts knows what [is] the mind of the Spirit, because he intercedes for saints according to God.
World English Bible (WEB) He who searches the hearts knows what is on the Spirit's mind, because he makes intercession for the saints according to God.
Young's Literal Translation (YLT) and He who is searching the hearts hath known what `is' the mind of the Spirit, because according to God he doth intercede for saints.
Cross Reference 1 Chronicles 28:9 in Oriya 9 ଆଉ, ହେ ମୋହର ପୁତ୍ର ଶଲୋମନ, ତୁମ୍ଭେ ଆପଣା ପିତାର ପରମେଶ୍ୱରଙ୍କୁ ଜ୍ଞାତ ହୁଅ ଓ ସିଦ୍ଧ ଅନ୍ତଃକରଣରେ ଓ ଇଚ୍ଛୁକ ମନରେ ତାହାଙ୍କର ସେବା କର; କାରଣ ସଦାପ୍ରଭୁ ସମସ୍ତ ଅନ୍ତଃକରଣ ଅନୁସନ୍ଧାନ କରନ୍ତି ଓ ଚିନ୍ତାର ସକଳ କଳ୍ପନା ବୁଝନ୍ତି; ଯଦି ତୁମ୍ଭେ ତାହାଙ୍କର ଅନ୍ୱେଷଣ କରିବ, ତେବେ ତୁମ୍ଭେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେ ତାହାଙ୍କୁ ତ୍ୟାଗ କରିବ, ତେବେ ସେ ତୁମ୍ଭକୁ ଚିରକାଳ ଦୂର କରିବେ।
1 Chronicles 29:17 in Oriya 17 ଆହୁରି ହେ ମୋହର ପରମେଶ୍ୱର, ମୁଁ ଜାଣେ ଯେ, ତୁମ୍ଭେ ଅନ୍ତଃକରଣ ପରୀକ୍ଷା କରିଥାଅ ଓ ସରଳତାରେ ତୁମ୍ଭର ସନ୍ତୋଷ ଥାଏ। ମୁଁ ଆପଣା ଅନ୍ତଃକରଣର ସରଳତାରେ ସ୍ୱେଚ୍ଛାପୂର୍ବକ ଏହିସବୁ ପଦାର୍ଥ ଦାନ କରିଅଛି; ଆଉ ଏଠାରେ ଉପସ୍ଥିତ ତୁମ୍ଭ ଲୋକମାନଙ୍କୁ ସ୍ୱେଚ୍ଛାପୂର୍ବକ ତୁମ୍ଭ ଉଦ୍ଦେଶ୍ୟରେ ଦାନ କରିବାର ଦେଖି ମୁଁ ଆନନ୍ଦିତ ହେଲି।
Psalm 7:9 in Oriya 9 ଆହା, ଦୁଷ୍ଟମାନଙ୍କର ଦୁଷ୍ଟତାର ଶେଷ ହେଉ, ମାତ୍ର ତୁମ୍ଭେ ଧାର୍ମିକମାନଙ୍କୁ ସଂସ୍ଥାପନ କର; କାରଣ ଧର୍ମମୟ ପରମେଶ୍ୱର ଅନ୍ତଃକରଣ ଓ ମର୍ମର ପରୀକ୍ଷା କରନ୍ତି।
Psalm 38:9 in Oriya 9 ହେ ପ୍ରଭୁ, ମୋହର ସକଳ ବାଞ୍ଛା ତୁମ୍ଭ ସମ୍ମୁଖରେ ଅଛି ଓ ମୋହର କାତରୋକ୍ତି ତୁମ୍ଭଠାରୁ ଗୁପ୍ତ ନୁହେଁ।
Psalm 44:21 in Oriya 21 ତେବେ ପରମେଶ୍ୱର କି ତାହା ଅନୁସନ୍ଧାନ କରିବେ ନାହିଁ ? କାରଣ ସେ ଅନ୍ତଃକରଣର ଗୁପ୍ତ ବିଷୟସବୁ ଜାଣନ୍ତି।
Psalm 66:18 in Oriya 18 ଯଦି ମୁଁ ମନ ମଧ୍ୟରେ ଅଧର୍ମକୁ ଆଦର କରେ, ତେବେ ପ୍ରଭୁ ମୋ' କଥା ଶୁଣିବେ ନାହିଁ;
Proverbs 17:3 in Oriya 3 କୋୟିରେ ରୂପାର ଓ ଉହ୍ମାଇରେ ସୁନାର ପରୀକ୍ଷା ହୁଏ; ମାତ୍ର ସଦାପ୍ରଭୁ ଅନ୍ତଃକରଣର ପରୀକ୍ଷା କରନ୍ତି।
Jeremiah 11:20 in Oriya 20 ମାତ୍ର ହେ ସୈନ୍ୟାଧିପତି ସଦାପ୍ରଭୁ, ତୁମ୍ଭେ ନ୍ୟାୟରେ ବିଚାର କରୁଥାଅ, ତୁମ୍ଭେ ମର୍ମ ଓ ଚିତ୍ତର ପରୀକ୍ଷା କରୁଥାଅ, ସେମାନଙ୍କ ପ୍ରତି ତୁମ୍ଭର ପ୍ରତିଶୋଧ ଦାନ ମୋତେ ଦେଖିବାକୁ ଦିଅ; କାରଣ ମୁଁ ତୁମ୍ଭ ନିକଟରେ ଆପଣା ଗୁହାରି ପ୍ରକାଶ କରିଅଛି।
Jeremiah 17:10 in Oriya 10 ଆମ୍ଭେ ସଦାପ୍ରଭୁ, ପ୍ରତ୍ୟେକ ମନୁଷ୍ୟକୁ ତାହାର ଆଚରଣ ଅନୁସାରେ ତାହାର କର୍ମର ଫଳ ଦେବା ପାଇଁ, ଅନ୍ତଃକରଣ ଅନୁସନ୍ଧାନ କରୁ, ଆମ୍ଭେ ମର୍ମ ପରୀକ୍ଷା କରୁ।
Jeremiah 20:12 in Oriya 12 ମାତ୍ର ହେ ସୈନ୍ୟାଧିପତି ସଦାପ୍ରଭୁ, ତୁମ୍ଭେ ଧାର୍ମିକର ପରୀକ୍ଷକ, ତୁମ୍ଭେ ମର୍ମ ଓ ଅନ୍ତଃକରଣ ଦେଖୁଅଛ, ସେମାନଙ୍କ ପ୍ରତି ତୁମ୍ଭର ଦତ୍ତ ପ୍ରତିଫଳ ମୋତେ ଦେଖାଅ; କାରଣ ତୁମ୍ଭଙ୍କୁ ମୁଁ ଆପଣା ଗୁହାରି ଜଣାଇଅଛି।
Jeremiah 29:12 in Oriya 12 ପୁଣି, ତୁମ୍ଭେମାନେ ଆମ୍ଭକୁ ଆହ୍ୱାନ କରିବ ଓ ଯାଇ ଆମ୍ଭ ନିକଟରେ ପ୍ରାର୍ଥନା କରିବ, ତହିଁରେ ଆମ୍ଭେ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବା।
Matthew 6:8 in Oriya 8 ଏଣୁ ସେମାନଙ୍କ ପରି ହୁଅ ନାହିଁ, କାରଣ ତୁମ୍ଭମାନଙ୍କର କ'ଣ ପ୍ରୟୋଜନ, ମାଗିବା ପୂର୍ବରୁ ତୁମ୍ଭମାନଙ୍କର ପିତା ଈଶ୍ୱର ତାହା ଜାଣନ୍ତି।
Luke 16:15 in Oriya 15 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଯେଉଁମାନେ ନିଜ ନିଜକୁ ମନୁଷ୍ୟମାନଙ୍କ ଦୃଷ୍ଟିରେ ଧାର୍ମିକ ବୋଲି ଦେଖାନ୍ତି, ତୁମ୍ଭେମାନେ ସେହି ପ୍ରକାର ଲୋକ, କିନ୍ତୁ ଈଶ୍ୱର ତୁମ୍ଭମାନଙ୍କର ହୃଦୟ ଜାଣନ୍ତି; କାରଣ ଯାହା ମନୁଷ୍ୟମାନଙ୍କ ମଧ୍ୟରେ ଉଚ୍ଚୀକୃତ, ତାହା ଇଶ୍ବରଙ୍କ ଦୃଷ୍ଟିରେ ଘୃଣିତ।
John 14:13 in Oriya 13 ପୁଣି, ପିତା ଯେପରି ପୁତ୍ରଙ୍କଠାରେ ମହିମାନ୍ୱିତ ହୁଅନ୍ତି, ଏଥି ନିମନ୍ତେ ତୁମ୍ଭେମାନେ ମୋ' ନାମରେ ଯାହା କିଛି ମାଗିବ, ତାହା ମୁଁ କରିବି।
John 21:17 in Oriya 17 ସେ ତୃତୀୟ ଥର ତାଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କ'ଣ ମୋତେ ସ୍ନେହ କରୁଅଛ ? ତୁମ୍ଭେ କ'ଣ ମୋତେ ସ୍ନେହ କରୁଅଛ, ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ଯୀଶୁ ତାଙ୍କୁ କହିଲେ, ମୋହର ମେଷମାନଙ୍କୁ ଚରାଅ।
Acts 1:24 in Oriya 24 “ହେ ପ୍ରତ୍ୟେକ ହୃଦୟକୁ ଜାଣିବାର ପ୍ରଭୁ, ଯିହୂଦା ନିଜ ଉପଯୁକ୍ତ ସ୍ଥାନକୁ ଯିବା ନିମନ୍ତେ ଏହି ଯେଉଁ ସେବା ଓ ପ୍ରେରିତ ପଦରୁ ପତିତ ହୋଇଅଛି,
Acts 15:8 in Oriya 8 ଅନ୍ତର୍ଯ୍ୟାମୀ ଈଶ୍ୱର ଆମ୍ଭମାନଙ୍କୁ ଯେପରି ପବିତ୍ର ଆତ୍ମା ଦାନ କରିଅଛନ୍ତି, ସେମାନଙ୍କୁ ମଧ୍ୟ ସେହିପରି ଦାନ କରି ସେମାନଙ୍କ ପକ୍ଷରେ ସାକ୍ଷ୍ୟ ଦେଇଅଛନ୍ତି।
Romans 8:6 in Oriya 6 କାରଣ ଶାରୀରିକ ମନ ମୃତ୍ୟୁଜନକ, କିନ୍ତୁ ଆତ୍ମିକ ମନ ଜୀବନ ଓ ଶାନ୍ତିଦାୟକ;
Romans 8:34 in Oriya 34 କିଏ ଦଣ୍ଡାଜ୍ଞା ଦେବ ? ଖ୍ରୀଷ୍ଟ ଯୀଶୁ ତ ମୃତ୍ୟୁଭୋଗ କଲେ, ବରଂ ସେ ଉତ୍ଥାପିତ ହେଲେ, ସେ ଇଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଅଛନ୍ତି, ସେ ମଧ୍ୟ ଆମ୍ଭମାନଙ୍କ ନିମନ୍ତେ ନିବେଦନ କରୁଅଛନ୍ତି।
Ephesians 2:18 in Oriya 18 କାରଣ ତାହାଙ୍କ ଦେଇ ଆମ୍ଭେମାନେ ଉଭୟ ଏକ ଆତ୍ମାଙ୍କ ଦ୍ୱାରା ପିତାଙ୍କ ନିକଟକୁ ଯିବା ପାଇଁ ପଥ ପାଇଅଛୁ।
1 Thessalonians 2:4 in Oriya 4 କିନ୍ତୁ ଆମ୍ଭମାନଙ୍କ ହସ୍ତରେ ସୁସମାଚାର ପ୍ରଚାରର ଭାର ସମର୍ପିତ ହେବା ନିମନ୍ତେ ଆମ୍ଭେମାନେ ଯେରୂପେ ଇଶ୍ବରଙ୍କ ଦ୍ୱାରା ଯୋଗ୍ୟ ଗଣିତ ହୋଇଅଛୁ, ସେହିରୂପେ ଆମ୍ଭେମାନେ ପ୍ରଚାର କରୁଅଛୁ; ଅତଏବ ଆମ୍ଭମାନଙ୍କ ହୃଦୟର ପରୀକ୍ଷକ ଯେ ଈଶ୍ୱର, ବରଂ ଆମ୍ଭେମାନେ ମନୁଷ୍ୟକୁ ସନ୍ତୁଷ୍ଟ ନ କରି ଈଶ୍ୱରଙ୍କୁ ସନ୍ତୁଷ୍ଟ କରିବା ଉଦ୍ଦେଶ୍ୟରେ ତାହା କରୁଅଛୁ।
Hebrews 4:13 in Oriya 13 ଇଶ୍ବରଙ୍କ ସମ୍ମୁଖରେ କୌଣସି ପ୍ରାଣୀ ଅପ୍ରକାଶିତ ନୁହେଁ, ମାତ୍ର ଯାହାଙ୍କ ଛାମୁରେ ଆମ୍ଭମାନଙ୍କୁ ନିକାଶ ଦେବାକୁ ହେବ, ତାହାଙ୍କ ଦୃଷ୍ଟିରେ ସମସ୍ତ ବିଷୟ ଉଲଙ୍ଗ ଓ ଅନାବୃତ ଅଟେ।
James 1:5 in Oriya 5 କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ ଯେବେ କାହାରି ଜ୍ଞାନର ଅଭାବ ଥାଏ, ତେବେ ଯେଉଁ ଈଶ୍ୱର ଦୋଷ ନ ଧରି ମୁକ୍ତ ହସ୍ତରେ ସମସ୍ତଙ୍କୁ ଦାନ କରନ୍ତି, ତାହାଙ୍କ ଛାମୁରେ ସେ ପ୍ରାର୍ଥନା କରୁ, ସେଥିରେ ତାହାକୁ ଦିଆଯିବ।
James 5:16 in Oriya 16 ଅତଏବ, ପରସ୍ପର ନିକଟରେ ଆପଣା ଆପଣାର ପାପ ସ୍ୱୀକାର କର, ପୁଣି, ସୁସ୍ଥ ହେବା ନିମନ୍ତେ ପରସ୍ପର ପାଇଁ ପ୍ରାର୍ଥନା କର। ଧାର୍ମିକ ବ୍ୟକ୍ତିର ପ୍ରାର୍ଥନା ଅନେକ କାର୍ଯ୍ୟ ସାଧନ କରି ପାରେ।
1 John 3:21 in Oriya 21 ହେ ପ୍ରିୟମାନେ, ଆମ୍ଭମାନଙ୍କ ହୃଦୟ ଯଦି ଆମ୍ଭମାନଙ୍କୁ ଦୋଷୀ ନ କରେ, ତାହାହେଲେ ଇଶ୍ବରଙ୍କ ଛାମୁରେ ଆମ୍ଭମାନଙ୍କର ସାହସ ଅଛି,
1 John 5:14 in Oriya 14 ପୁଣି, ଆମ୍ଭେମାନେ ଯେବେ ତାହାଙ୍କ ଇଚ୍ଛାନୁସାରେ କୌଣସି ପ୍ରାର୍ଥନା କରୁ, ତେବେ ସେ ଆମ୍ଭମାନଙ୍କର ସେହି ପ୍ରାର୍ଥନା ଶୁଣନ୍ତି, ତାହାଙ୍କ ଛାମୁରେ ଆମ୍ଭମାନଙ୍କର ଏହି ସାହସ ଅଛି।
Revelation 2:23 in Oriya 23 ପୁଣି, ଆମ୍ଭେ ତାହାର ସନ୍ତାନମାନଙ୍କୁ ମୃତ୍ୟୁ ଦ୍ୱାରା ବିନାଶ କରିବୁ। ସେଥିରେ ଆମ୍ଭେ ଯେ ମର୍ମ ଓ ହୃଦୟର ପରୀକ୍ଷକ, ପୁଣି, ତୁମ୍ଭମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା କର୍ମାନୁସରେ ଫଳଦାତା, ଏହା ମଣ୍ଡଳୀଗଣ ଜାଣିବେ।