Romans 8:3 in Oriya 3 ଯେଣୁ ଶରୀର ସକାଶେ ଦୁର୍ବଳ ହେବାରୁ ମୋଶାଙ୍କ ବ୍ୟବସ୍ଥା ଯାହା ସାଧନ କରି ପାରିଲା ନାହିଁ, ତାହା ଈଶ୍ୱର ଆପଣା ପୁତ୍ରଙ୍କୁ ପାପମୟ ଶରୀରର ସାଦୃଶ୍ୟରେ ପାପ ବିନାଶ ନିମନ୍ତେ ପ୍ରେରଣ କରି ଶରୀରରେ ପାପକୁ ଦଣ୍ଡାଜ୍ଞା ଦେବା ଦ୍ୱାରା କଲେ,
Other Translations King James Version (KJV) For what the law could not do, in that it was weak through the flesh, God sending his own Son in the likeness of sinful flesh, and for sin, condemned sin in the flesh:
American Standard Version (ASV) For what the law could not do, in that it was weak through the flesh, God, sending his own Son in the likeness of sinful flesh and for sin, condemned sin in the flesh:
Bible in Basic English (BBE) For what the law was not able to do because it was feeble through the flesh, God, sending his Son in the image of the evil flesh, and as an offering for sin, gave his decision against sin in the flesh:
Darby English Bible (DBY) For what the law could not do, in that it was weak through the flesh, God, having sent his own Son, in likeness of flesh of sin, and for sin, has condemned sin in the flesh,
World English Bible (WEB) For what the law couldn't do, in that it was weak through the flesh, God did, sending his own Son in the likeness of sinful flesh and for sin, he condemned sin in the flesh;
Young's Literal Translation (YLT) for what the law was not able to do, in that it was weak through the flesh, God, His own Son having sent in the likeness of sinful flesh, and for sin, did condemn the sin in the flesh,
Cross Reference Mark 15:27 in Oriya 27 ପୁଣି, ତାହାଙ୍କ ଦକ୍ଷିଣ ପାର୍ଶ୍ୱରେ ଜଣେ ଓ ବାମ ପାର୍ଶ୍ୱରେ ଜଣେ, ଏହିପରି ଦୁଇ ଜଣ ଡକାଇତଙ୍କୁ ସେମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଇଦେଲେ।
John 1:14 in Oriya 14 ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ।
John 3:14 in Oriya 14 ପୁଣି, ମୋଶା ଯେପ୍ରକାର ପ୍ରାନ୍ତରରେ ପିତ୍ତଳର ଏକ ସର୍ପକୁ ଊର୍ଦ୍ଧ୍ୱକୁ ଉଠାଇଥିଲେ, ମନୁଷ୍ୟପୁତ୍ର ଅବଶ୍ୟ ସେହି ପ୍ରକାର ଊର୍ଦ୍ଧ୍ୱକୁ ଉଠାଯିବେ,
John 9:24 in Oriya 24 ସେଥିରେ ପୂର୍ବରେ ଅନ୍ଧ ଥିବା ଲୋକକୁ ସେମାନେ ଦ୍ୱିତୀୟ ଥର ଡାକି କହିଲେ, ଈଶ୍ୱରଙ୍କୁ ଗୌରବ ଦିଅ, ସେ ଲୋକଟା ଯେ ପାପୀ, ଏହା ଆମ୍ଭେମାନେ ଜାଣୁ।
Acts 13:39 in Oriya 39 ପୁଣି, ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଯେ ସମସ୍ତ ବିଷୟରୁ ଆପଣମାନେ ମୁକ୍ତ ହୋଇ ଧାର୍ମିକ ଗଣିତ ହୋଇ ପାରିଲେ ନାହିଁ, ବିଶ୍ୱାସକାରୀ ପ୍ରତ୍ୟେକ ଲୋକ ତାହାଙ୍କ ଦ୍ୱାରା ସେହି ସମସ୍ତ ବିଷୟରୁ ମୁକ୍ତ ହୋଇ ଧାର୍ମିକ ଗଣିତ ହୁଅନ୍ତି।
Romans 3:20 in Oriya 20 କାରଣ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା କୌଣସି ପ୍ରାଣୀ ତାହାଙ୍କ ଛାମୁରେ ଧାର୍ମିକ ଗଣିତ ହେବ ନାହିଁ, ଯେହେତୁ ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ପାପର ଜ୍ଞାନ ଜନ୍ମେ।
Romans 6:6 in Oriya 6 ଯେପରି ଆମ୍ଭେମାନେ ଆଉ ପାପର ଦାସତ୍ୱରେ ନ ରହୁ, ଏଥିପାଇଁ ପାପର ଶରୀର ବିନଷ୍ଟ ହେବା ନିମନ୍ତେ ଆମ୍ଭମାନଙ୍କର ପୁରାତନ ସ୍ୱଭାବ ଯେ ତାହାଙ୍କ ସହିତ କ୍ରୁଶରେ ହତ ହୋଇଅଛି,
Romans 7:5 in Oriya 5 କାରଣ ଯେତେବେଳେ ଆମ୍ଭେମାନେ ଶରୀରର ବଶରେ ଥିଲୁ, ସେତେବେଳେ ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ପାପାଭିଳାଷଗୁଡ଼ାକ ଆମ୍ଭମାନଙ୍କ ଅଙ୍ଗପ୍ରତ୍ୟଙ୍ଗ ମଧ୍ୟରେ ମୃତ୍ୟୁ ନିମନ୍ତେ ଫଳ ଉତ୍ପନ୍ନ କରିବାକୁ କାର୍ଯ୍ୟ ସାଧନ କରୁଥିଲା,
Romans 8:32 in Oriya 32 ଯେ ଆପଣା ପୁତ୍ରଙ୍କୁ ସୁଦ୍ଧା ରକ୍ଷା କଲେ ନାହିଁ, ମାତ୍ର ଆମ୍ଭ ସମସ୍ତଙ୍କ ନିମନ୍ତେ ତାହାଙ୍କୁ ସମର୍ପଣ କଲେ, ସେ କିପରି ତାହାଙ୍କ ସହିତ ମଧ୍ୟ ସମସ୍ତ ବିଷୟ ଆମ୍ଭମାନଙ୍କୁ ଅନୁଗ୍ରହରେ ଦାନ ନ କରିବେ ?
Romans 9:3 in Oriya 3 କାରଣ ଯେଉଁମାନେ ଶାରୀରିକ ଭାବେ ମୋହର ଆତ୍ମୀୟ, ଏପରି ମୋହର ଭାଇମାନଙ୍କ ନିମନ୍ତେ ମୁଁ ନିଜେ ଖ୍ରୀଷ୍ଟଙ୍କଠାରୁ ପୃଥକ୍ ରହି ଶାପଗ୍ରସ୍ତ ହେବା ପାଇଁ ଇଚ୍ଛା କରି ପାରନ୍ତି।
2 Corinthians 5:21 in Oriya 21 ଯାହାଙ୍କଠାରେ ପାପର ଲେଶମାତ୍ର ନ ଥିଲା,ତାହାଙ୍କୁ ସେ ଆମ୍ଭମାନଙ୍କ ନିମନ୍ତେ ପାପ ସ୍ୱରୂପ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଈଶ୍ୱରଙ୍କର ଧାର୍ମିକତାସ୍ୱରୂପ ହେଉ।
Galatians 3:13 in Oriya 13 ଯୀଶୁଖ୍ରୀଷ୍ଟଙ୍କ ହେତୁ ଅବ୍ରାହାମଙ୍କର ଆଶୀର୍ବାଦ ଯେପରି ଅଣଯିହୂଦୀମାନଙ୍କ ପ୍ରତିବର୍ତ୍ତେ, ପୁଣି, ଆମ୍ଭେମାନେ ଯେପରି ବିଶ୍ୱାସ ହେତୁ ପ୍ରତିଜ୍ଞାତ ଆତ୍ମା ପ୍ରାପ୍ତ ହେଉ,
Galatians 3:21 in Oriya 21 ତେବେ ମୋଶାଙ୍କ ବ୍ୟବସ୍ଥା କି ଇଶ୍ବରଙ୍କ ପ୍ରତିଜ୍ଞାସମୂହର ବିରୁଦ୍ଧ ? ତାହା କେବେ ହେଁ ନ ହେଉ; କାରଣ ଯଦି ଜୀବନ ଦେବାକୁ ସମର୍ଥ ଏପରି ମୋଶାଙ୍କ ବ୍ୟବସ୍ଥା ଦିଆଯାଇଥାନ୍ତା, ତେବେ ଧାର୍ମିକତା ପ୍ରକୃତରେ ମୋଶାଙ୍କ ବ୍ୟବସ୍ଥାମୂଳକ ହୁଅନ୍ତା।
Galatians 4:4 in Oriya 4 କିନ୍ତୁ କାଳ ସମ୍ପୂର୍ଣ୍ଣ ହୁଅନ୍ତେ, ଈଶ୍ୱର ଆପଣା ନିକଟରୁ ନିଜ ପୁତ୍ରଙ୍କୁ ପ୍ରେରଣ କଲେ; ସେ ସ୍ତ୍ରୀଜାତ ହୋଇ ମୋଶାଙ୍କ ବ୍ୟବସ୍ଥାଧୀନ ହେଲେ,
Philippians 2:7 in Oriya 7 କିନ୍ତୁ ମନୁଷ୍ୟ ସଦୃଶ ହୋଇ ଦାସରୂପ ଧାରଣ କରି ଆପଣାକୁ ଶୂନ୍ୟ କଲେ;
Hebrews 2:14 in Oriya 14 ଅତଏବ, ସନ୍ତାନମାନେ ରକ୍ତମାଂସର ସହଭାଗୀ ହୋଇଥିବାରୁ ଖ୍ରୀଷ୍ଟ ମଧ୍ୟ ନିଜେ ସେହିପରି ସେଥିର ସହଭାଗୀ ହେଲେ, ଯେପରି ମୃତ୍ୟୁ ଦ୍ୱାରା ମୃତ୍ୟୁର ଅଧିକାରୀକୁ, ଅର୍ଥାତ୍, ଶୟତାନକୁ ବିନାଶ କରି ପାରନ୍ତି;
Hebrews 2:17 in Oriya 17 ଅତଏବ, ସମସ୍ତ ବିଷୟରେ ଆପଣା ଭ୍ରାତାମାନଙ୍କ ସଦୃଶ ହେବା ତାହାଙ୍କର ଉଚିତ୍ ଥିଲା, ଯେପରି ସେ ଲୋକମାନଙ୍କ ପାପର ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ଇଶ୍ବରଙ୍କ ସେବା ସମ୍ବନ୍ଧରେ ଜଣେ ଦୟାଳୁ ଓ ବିଶ୍ୱସ୍ତ ମହାଯାଜକ ହୁଅନ୍ତି।
Hebrews 4:15 in Oriya 15 କାରଣ ଯେ ଆମ୍ଭମାନଙ୍କ ଦୁର୍ବଳତାରେ ଆମ୍ଭମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ଅସମର୍ଥ, ଆମ୍ଭମାନଙ୍କର ଏପରି ମହାଯାଜକ ନାହାଁନ୍ତି, ବରଂ ସେ ପାପରହିତ ହୋଇ ଆମ୍ଭମାନଙ୍କ ପରି ସର୍ବତୋଭାବେ ପରୀକ୍ଷିତ ହେଲେ।
Hebrews 7:18 in Oriya 18 ଏଥିରେ ଏକ ପକ୍ଷରେ ପୂର୍ବବର୍ତ୍ତୀ ଆଜ୍ଞା ଦୁର୍ବଳ ଓ ନିଷ୍ଫଳ ହେବାରୁ ତାହାର ଲୋପ ହୋଇଅଛି;
Hebrews 10:1 in Oriya 1 କାରଣ ମୋଶାଙ୍କ ବ୍ୟବସ୍ଥା ଆଗାମୀ ଉତ୍ତମ ବିଷୟର ଛାୟା ସ୍ୱରୂପ ହୋଇ ସେହି ସବୁ ବିଷୟର ଅବିକଳ ପ୍ରତିମୂର୍ତ୍ତି ନ ହେବାରୁ ଯାଜକମାନଙ୍କର ବର୍ଷକୁ ବର୍ଷ ସେହି ଏକ ପ୍ରକାର ବଳି ଉତ୍ସର୍ଗ କରିବା ଦ୍ୱାରା ଉପାସକମାନଙ୍କୁ କଦାପି ସିଦ୍ଧ କରି ପାରନ୍ତି ନାହିଁ।
Hebrews 10:12 in Oriya 12 ମାତ୍ର ସେ ପାପ ନିମନ୍ତେ କେବଳ ଏକ ବଳି ଉତ୍ସର୍ଗ କଲା ଉତ୍ତାରେ ଇଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଚିରକାଳ ପାଇଁ ଉପବେଶ ନ କଲେ;
Hebrews 10:14 in Oriya 14 କାରଣ କେବଳ ଏକ ବଳିର ଉତ୍ସର୍ଗ ଦ୍ୱାରା ସେ ପବିତ୍ରୀକୃତ ହେଉଥିବା ଲୋକମାନଙ୍କୁ ଚିରକାଳ ପାଇଁ ସିଦ୍ଧ କରିଅଛନ୍ତି।
1 Peter 2:24 in Oriya 24 ଆମ୍ଭେମାନେ ଯେପରି ପାପ ପ୍ରତି ମୃତ ହୋଇ ଧାର୍ମିକତା ନିମନ୍ତେ ଜୀବନ ଯାପନ କରୁ, ଏଥି ନିମନ୍ତେ ସେ ଆପେ କ୍ରୁଶ ଉପରେ ନିଜ ଶରୀରରେ ଆମ୍ଭମାନଙ୍କର ସମସ୍ତ ପାପ ବହନ କଲେ; ତାହାଙ୍କ ପ୍ରହାରରେ ତୁମ୍ଭେମାନେ ସୁସ୍ଥ ହୋଇଅଛ।
1 Peter 4:1 in Oriya 1 ଖ୍ରୀଷ୍ଟ ଶରୀରରେ ଦୁଃଖଭୋଗ କରିଥିବାରୁ ତୁମ୍ଭେମାନେ ମଧ୍ୟ ସେହିପରି ମନ ଧରି ଆପଣାମାନଙ୍କୁ ସୁସଜ୍ଜିତ କର, (କାରଣ ଯେ, ଶରୀରରେ ଦୁଃଖଭୋଗ କରିଅଛି, ସେ ପାପରୁ ନିବୃତ୍ତ ହୋଇଅଛି),
1 John 4:10 in Oriya 10 ଆମ୍ଭେମାନେ ଯେ ଈଶ୍ୱରଙ୍କୁ ପ୍ରେମ କଲୁ, ତାହା ନୁହେଁ, ମାତ୍ର ସେ ଆମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆପଣା ପୁତ୍ରଙ୍କୁ ଆମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ ସ୍ୱରୂପ କରି ପଠାଇଲେ; ଏଥିରେ ତ ପ୍ରେମ ପ୍ରକାଶ ପାଏ