Romans 9:17 in Oriya 17 ଯେଣୁ ଶାସ୍ତ୍ର ଫାରୋଙ୍କୁ କହେ, ଆମ୍ଭେ ଯେପରି ତୁମ୍ଭଠାରେ ଆମ୍ଭର ଶକ୍ତି ଦେଖାଉ, ଆଉ ଯେପରି ସମସ୍ତ ପୃଥିବୀରେ ଆମ୍ଭର ନାମ ଘୋଷିତ ହୁଏ, ଏହି ଅଭିପ୍ରାୟରେ ତ ଆମ୍ଭେ ତୁମ୍ଭକୁ ଉତ୍ଥାପନ କଲୁ।
Other Translations King James Version (KJV) For the scripture saith unto Pharaoh, Even for this same purpose have I raised thee up, that I might shew my power in thee, and that my name might be declared throughout all the earth.
American Standard Version (ASV) For the scripture saith unto Pharaoh, For this very purpose did I raise thee up, that I might show in thee my power, and that my name might be published abroad in all the earth.
Bible in Basic English (BBE) For the holy Writings say to Pharaoh, For this same purpose did I put you on high, so that I might make my power seen in you, and that there might be knowledge of my name through all the earth.
Darby English Bible (DBY) For the scripture says to Pharaoh, For this very thing I have raised thee up from amongst [men], that I might thus shew in thee my power, and so that my name should be declared in all the earth.
World English Bible (WEB) For the Scripture says to Pharaoh, "For this very purpose I caused you to be raised up, that I might show in you my power, and that my name might be published abroad in all the earth."
Young's Literal Translation (YLT) for the Writing saith to Pharaoh -- `For this very thing I did raise thee up, that I might shew in thee My power, and that My name might be declared in all the land;'
Cross Reference Exodus 9:16 in Oriya 16 ମାତ୍ର ତୁମ୍ଭକୁ ଆପଣା ପରାକ୍ରମ ଦେଖାଇବାକୁ ଓ ସମୁଦାୟ ପୃଥିବୀରେ ଯେପରି ଆମ୍ଭର ନାମ କୀର୍ତ୍ତିତ ହେବ, ପ୍ରକୃତରେ ଏଥିପାଇଁ ଆମ୍ଭେ ତୁମ୍ଭକୁ ସ୍ଥାପନ କରି ରଖିଅଛୁ।
Exodus 10:1 in Oriya 1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଫାରୋ ନିକଟକୁ ଯାଅ; କାରଣ ଆମ୍ଭେ ଯେପରି ଲୋକମାନଙ୍କ ମଧ୍ୟରେ ଏହି ସକଳ ଚିହ୍ନ ଦର୍ଶାଇବା,
Exodus 14:17 in Oriya 17 ପୁଣି, ଆମ୍ଭେ, ଦେଖ, ଆମ୍ଭେ ମିସ୍ରୀୟମାନଙ୍କ ହୃଦୟ କଠିନ କରନ୍ତେ, ସେମାନେ ସେମାନଙ୍କ ପଛେ ପଛେ ଯିବେ, ତହିଁରେ ଆମ୍ଭେ ଫାରୋ ଓ ତାହାର ସମସ୍ତ ସୈନ୍ୟ, ରଥ ଓ ଅଶ୍ୱାରୂଢ଼ ଲୋକମାନଙ୍କ ଦ୍ୱାରା ସମ୍ଭ୍ରମ ପ୍ରାପ୍ତ ହେବା।
Exodus 15:14 in Oriya 14 ଲୋକମାନେ ଏହା ଶୁଣିଅଛନ୍ତି, ସେମାନେ କମ୍ପୁଅଛନ୍ତି; ବେଦନା ପଲେଷ୍ଟୀୟ ନିବାସୀମାନଙ୍କୁ ଆକ୍ରାନ୍ତ କରିଅଛି।
Exodus 18:10 in Oriya 10 ପୁଣି, ଯିଥ୍ରୋ କହିଲେ, “ଯେଉଁ ସଦାପ୍ରଭୁ ମିସ୍ରୀୟମାନଙ୍କର ଓ ଫାରୋଙ୍କର ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କରିଅଛନ୍ତି, ଆଉ ମିସ୍ରୀୟମାନଙ୍କ ଅଧୀନତାରୁ ଲୋକମାନଙ୍କୁ ଉଦ୍ଧାର କରିଅଛନ୍ତି, ସେ ଧନ୍ୟ।
Joshua 2:9 in Oriya 9 ମୁଁ ଜାଣେ, ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ଦେଶ ଦେଇଅଛନ୍ତି, ତୁମ୍ଭମାନଙ୍କ ବିଷୟକ ଭୟ ଆମ୍ଭମାନଙ୍କ ଉପରେ ପଡ଼ିଅଛି ଓ ଏହି ଦେଶନିବାସୀ ସମସ୍ତେ ତୁମ୍ଭମାନଙ୍କ ଆଗରେ ତରଳି ଯାଉଅଛନ୍ତି।
Joshua 9:9 in Oriya 9 ସେମାନେ ତାଙ୍କୁ କହିଲେ, “ସଦାପ୍ରଭୁ ଆପଣଙ୍କ ପରମେଶ୍ୱରଙ୍କ ନାମ ସକାଶୁ ଆପଣଙ୍କ ଦାସମାନେ ଅତି ଦୂର ଦେଶରୁ ଆସିଅଛନ୍ତି; କାରଣ ତାହାଙ୍କର କୀର୍ତ୍ତି ଓ ସେ ମିସରରେ ଯେସମସ୍ତ କର୍ମ କରିଅଛନ୍ତି।”
1 Samuel 2:7 in Oriya 7 ସଦାପ୍ରଭୁ ନିର୍ଦ୍ଧନ କରନ୍ତି ଓ ଧନବାନ କରନ୍ତି; ସେ ନତ କରନ୍ତି, ସେ ମଧ୍ୟ ଉନ୍ନତ କରନ୍ତି।
1 Samuel 4:8 in Oriya 8 ହାୟ ହାୟ ! ଏହି ବଳବାନ୍ ଦେବଗଣ ହସ୍ତରୁ ଆମ୍ଭମାନଙ୍କୁ କିଏ ଉଦ୍ଧାର କରିବ ? ଏହି ଦେବଗଣ ପ୍ରାନ୍ତରରେ ସର୍ବ ପ୍ରକାର ଆଘାତ ଦ୍ୱାରା ମିସ୍ରୀୟମାନଙ୍କୁ ଆଘାତ କରିଥିଲେ।
Esther 4:14 in Oriya 14 ଯେବେ ତୁମ୍ଭେ ଏହି ସମୟରେ ସର୍ବତୋଭାବେ ନୀରବ ହୋଇ ରୁହ, ତେବେ ଅନ୍ୟ କୌଣସି ସ୍ଥାନରୁ ଯିହୁଦୀୟମାନଙ୍କର ଉପକାର ଓ ଉଦ୍ଧାର ଉତ୍ପନ୍ନ ହେବ, ମାତ୍ର ତୁମ୍ଭେ ଓ ତୁମ୍ଭ ପିତୃବଂଶ ବିନଷ୍ଟ ହେବ; କିଏ ଜାଣେ, ତୁମ୍ଭେ ଏପରି ସମୟ ନିମନ୍ତେ ରାଜ୍ୟ ପାଇଅଛ ?”
Psalm 83:17 in Oriya 17 ସେମାନେ ସଦାକାଳ ଲଜ୍ଜିତ ଓ ବିହ୍ୱଳ ହେଉନ୍ତୁ; ସେମାନେ ହତାଶ ଓ ବିନଷ୍ଟ ହେଉନ୍ତୁ;
Proverbs 16:4 in Oriya 4 ସଦାପ୍ରଭୁ ପ୍ରତ୍ୟେକ ବିଷୟକୁ ତହିଁର ନିଜ ଉଦ୍ଦେଶ୍ୟ ସାଧନ ନିମନ୍ତେ କରିଅଛନ୍ତି; ଦୁଷ୍ଟକୁ ମଧ୍ୟ ଦୁର୍ଦ୍ଦିନ ନିମନ୍ତେ।
Isaiah 10:5 in Oriya 5 ହାୟ ଅଶୂର ! ସେ ଆମ୍ଭର କ୍ରୋଧରୂପ ଦଣ୍ଡ, ତାହାର ହସ୍ତରେ ଆମ୍ଭର କୋପରୂପ ଯଷ୍ଟି ଅଛି।
Isaiah 37:20 in Oriya 20 ଏଣୁ ଏବେ, ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତାହାର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତହିଁରେ ତୁମ୍ଭେ, କେବଳ ତୁମ୍ଭେ ଯେ ସଦାପ୍ରଭୁ ଅଟ, ଏହା ପୃଥିବୀସ୍ଥ ସମୁଦାୟ ରାଜ୍ୟ ଜାଣିବେ।”
Isaiah 45:1 in Oriya 1 ସଦାପ୍ରଭୁ ଆପଣା ଅଭିଷିକ୍ତ ବ୍ୟକ୍ତିର, ଅର୍ଥାତ୍, କୋରସ୍ର ବିଷୟରେ ଏହି କଥା କହନ୍ତି, ଆମ୍ଭେ ତାହା ସମ୍ମୁଖରେ ନାନା ଗୋଷ୍ଠୀଙ୍କୁ ପରାସ୍ତ କରିବା ନିମନ୍ତେ ତାହାର ଡାହାଣ ହସ୍ତ ଧରିଅଛୁ ଓ ଆମ୍ଭେ ରାଜାମାନଙ୍କର କଟିବନ୍ଧନ ଫିଟାଇବା; ଆମ୍ଭେ ତାହା ସମ୍ମୁଖରେ କବାଟସବୁ ମୁକ୍ତ କରିବା ଓ ନଗରଦ୍ୱାରସବୁ ବନ୍ଦ ହେବ ନାହିଁ;
Jeremiah 27:6 in Oriya 6 ପୁଣି, ସମ୍ପ୍ରତି ଆମ୍ଭେ ଏହିସବୁ ଦେଶ ଆପଣା ଦାସ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଦେଇଅଛୁ ଓ ତାହାର ସେବା କରିବା ନିମନ୍ତେ କ୍ଷେତ୍ରସ୍ଥ ପଶୁମାନଙ୍କୁ ହିଁ ତାହାକୁ ଦେଇଅଛୁ।
Daniel 4:22 in Oriya 22 ହେ ମହାରାଜ, ସେହି ବୃକ୍ଷ ଆପଣ ଅଟନ୍ତି, ଆପଣ ବୃଦ୍ଧି ପାଇ ବଳବାନ ହୋଇଅଛନ୍ତି; କାରଣ ଆପଣଙ୍କର ମହତ୍ତ୍ୱ ବୃଦ୍ଧି ପାଇଅଛି ଓ ତାହା ଗଗନ ସ୍ପର୍ଶ କରୁଅଛି ଓ ଆପଣଙ୍କର କର୍ତ୍ତୃତ୍ୱ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ବ୍ୟାପିଅଛି।
Daniel 5:18 in Oriya 18 ହେ ମହାରାଜ, ସର୍ବୋପରିସ୍ଥ ପରମେଶ୍ୱର ଆପଣଙ୍କ ପିତା ନବୂଖଦ୍ନିତ୍ସରଙ୍କୁ ରାଜ୍ୟ, ମହିମା, ଗୌରବ ଓ ପ୍ରତାପ ଦେଲେ;
John 17:26 in Oriya 26 ପୁଣି, ତୁମ୍ଭେ ମୋତେ ଯେଉଁ ପ୍ରେମରେ ପ୍ରେମ କଲ, ତାହା ଯେପରି ସେମାନଙ୍କଠାରେ ଥାଏ ଓ ମୁଁ ସେମାନଙ୍କଠାରେ ରହେ, ଏନିମନ୍ତେ ମୁଁ ସେମାନଙ୍କୁ ତୁମ୍ଭ ନାମ ଜଣାଇଅଛି ଓ ଜଣାଇବି।
Romans 11:4 in Oriya 4 କିନ୍ତୁ ତାଙ୍କୁ ଈଶ୍ୱର କ'ଣ ଉତ୍ତର ଦିଅନ୍ତି ? “ଯେଉଁମାନେ ବାଆଲ୍ ସମ୍ମୁଖରେ ଆଣ୍ଠୁ ପକାଇ ନାହାଁନ୍ତି, ଏପରି ସାତ ହଜାର ଲୋକ ଆମ୍ଭେ ଆପଣା ନିମନ୍ତେ ଅବଶିଷ୍ଟ ରଖିଅଛୁ।'
Galatians 3:8 in Oriya 8 ଆଉ ଈଶ୍ୱର ଅଣଯିହୂଦୀମାନଙ୍କୁ ବିଶ୍ୱାସ ହେତୁ ଧାର୍ମିକ ଗଣନା କରିବେ, ଏହା ଧର୍ମଶାସ୍ତ୍ର ପୂର୍ବରୁ ଦେଖି ଅବ୍ରାହାମଙ୍କ ନିକଟରେ ସୁସମାଚାର ପ୍ରଚାର କରି କହିଲା, “ତୁମ୍ଭ ଦେଇ ସମସ୍ତ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ।”
Galatians 3:22 in Oriya 22 କିନ୍ତୁ ଯେପରି ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ହେତୁ ପ୍ରତିଜ୍ଞା ବିଶ୍ୱାସ କରୁଥିବା ଲୋକମାନଙ୍କୁ ଦିଆଯାଏ, ଏଥିପାଇଁ ଧର୍ମଶାସ୍ତ୍ର ସମସ୍ତ ବିଷୟକୁ ପାପର ଅଧିନ ବୋଲି ଗଣନା କରିଅଛି।
Galatians 4:30 in Oriya 30 ମାତ୍ର ଶାସ୍ତ୍ର କ'ଣ କୁହେ ? ଦାସୀ ଓ ତା'ର ପୁତ୍ରକୁ ବାହାର କରିଦିଅ; କାରଣ ଦାସୀର ପୁତ୍ର ସ୍ୱାଧୀନା ସ୍ତ୍ରୀର ପୁତ୍ର ସହିତ ଉତ୍ତରାଧିକାରୀ ହେବ ନାହିଁ।