Ruth 2:12 in Oriya 12 ସଦାପ୍ରଭୁ ତୁମ୍ଭ କର୍ମର ଫଳ ଦେଉନ୍ତୁ; ଇସ୍ରାଏଲର ଯେଉଁ ସଦାପ୍ରଭୁ ପରମେଶ୍ୱରଙ୍କ ପକ୍ଷ ତଳେ ତୁମ୍ଭେ ଆଶ୍ରୟ ନେବାକୁ ଆସିଅଛ, ସେ ତୁମ୍ଭକୁ ସମ୍ପୂର୍ଣ୍ଣ ପୁରସ୍କାର ଦେଉନ୍ତୁ।”
Other Translations King James Version (KJV) The LORD recompense thy work, and a full reward be given thee of the LORD God of Israel, under whose wings thou art come to trust.
American Standard Version (ASV) Jehovah recompense thy work, and a full reward be given thee of Jehovah, the God of Israel, under whose wings thou art come to take refuge.
Bible in Basic English (BBE) The Lord give you a reward for what you have done, and may a full reward be given to you by the Lord, the God of Israel, under whose wings you have come to take cover.
Darby English Bible (DBY) Jehovah recompense thy work, and let thy reward be full from Jehovah the God of Israel, under whose wings thou art come to take refuge.
Webster's Bible (WBT) The LORD recompense thy work, and a full reward be given thee of the LORD God of Israel, under whose wings thou hast come to trust.
World English Bible (WEB) Yahweh recompense your work, and a full reward be given you of Yahweh, the God of Israel, under whose wings you are come to take refuge.
Young's Literal Translation (YLT) Jehovah doth recompense thy work, and thy reward is complete from Jehovah, God of Israel, under whose wings thou hast come to take refuge.'
Cross Reference Ruth 1:16 in Oriya 16 ରୂତ କହିଲା, “ତୁମ୍ଭକୁ ତ୍ୟାଗ କରି ତୁମ୍ଭର ପଶ୍ଚାଦ୍ଗମନ କରି ଫେରି ଯିବାକୁ ମୋତେ ବିନୟ ନ କର, ଯେହେତୁ ତୁମ୍ଭେ ଯେଉଁଠାକୁ ଯିବ, ମୁଁ ମଧ୍ୟ ସେହିଠାକୁ ଯିବି; ତୁମ୍ଭେ ଯେଉଁଠାରେ ରହିବ, ମୁଁ ମଧ୍ୟ ସେହିଠାରେ ରହିବି; ତୁମ୍ଭର ଲୋକ ହିଁ ମୋହର ଲୋକ ଓ ତୁମ୍ଭର ପରମେଶ୍ୱର ହିଁ ମୋହର ପରମେଶ୍ୱର ହେବେ।
1 Samuel 24:19 in Oriya 19 ମନୁଷ୍ୟ ଆପଣା ଶତ୍ରୁକୁ ପାଇଲେ, ସେ କ'ଣ ତାକୁ ଭଲରେ ଯିବାକୁ ଦେବ ? ଏଣୁ ଆଜି ତୁମ୍ଭେ ମୋ' ପ୍ରତି ଯାହା କରିଅଛ, ତହିଁ ଲାଗି ସଦାପ୍ରଭୁ ତୁମ୍ଭକୁ ଉତ୍ତମ ପୁରସ୍କାର ଦେଉନ୍ତୁ।
Psalm 17:8 in Oriya 8 ମୋହର ଲୁଟକାରୀ ଦୁଷ୍ଟଗଣଠାରୁ, ମୋହର ଚତୁର୍ଦ୍ଦିଗରେ ବେଷ୍ଟିତ ମୋହର ପ୍ରାଣନାଶକ ଶତ୍ରୁଗଣଠାରୁ,
Psalm 19:11 in Oriya 11 ଆହୁରି, ତଦ୍ଦ୍ୱାରା ତୁମ୍ଭ ଦାସ ଚେତନା ପାଏ; ତହିଁର ପ୍ରତିପାଳନରେ ମହାଫଳ ଥାଏ।
Psalm 36:7 in Oriya 7 ହେ ପରମେଶ୍ୱର, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା କିପରି ବହୁମୂଲ୍ୟ ! ପୁଣି, ମନୁଷ୍ୟ-ସନ୍ତାନଗଣ ତୁମ୍ଭ ପକ୍ଷଛାୟା ତଳେ ଆଶ୍ରୟ ନିଅନ୍ତି।
Psalm 57:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍-ତଶ୍ହେତ୍ ସ୍ୱରରେ ଦାଉଦଙ୍କର ଗୀତ। ମିକ୍ତାମ୍; ଗୁମ୍ଫାରେ ଶାଉଲଙ୍କ ସମ୍ମୁଖରୁ ପଳାଇବା ବେଳେ ରଚିତ। ହେ ପରମେଶ୍ୱର, ମୋତେ ଦୟା କର; ମୋତେ ଦୟା କର; କାରଣ ମୋ' ପ୍ରାଣ ତୁମ୍ଭର ଶରଣାଗତ; ଆଉ, ଏହିସବୁ ବିପଦ ବହିଯିବା ପର୍ଯ୍ୟନ୍ତ ମୁଁ ତୁମ୍ଭ ପକ୍ଷର ଛାୟାରେ ଶରଣ ନେବି।
Psalm 58:11 in Oriya 11 ତହିଁରେ ଲୋକମାନେ କହିବେ, ନିଶ୍ଚୟ ଧାର୍ମିକ ଲୋକ ପାଇଁ ପୁରସ୍କାର ଅଛି; ନିଶ୍ଚୟ ପୃଥିବୀରେ ବିଚାରକର୍ତ୍ତା ଏକ ପରମେଶ୍ୱର ଅଛନ୍ତି।
Psalm 61:4 in Oriya 4 ମୁଁ ସଦାକାଳ ତୁମ୍ଭ ତମ୍ବୁରେ ବାସ କରିବି; ମୁଁ ତୁମ୍ଭ ପକ୍ଷର ଉହାଡ଼ରେ ଆଶ୍ରୟ ନେବି।
Psalm 63:7 in Oriya 7 କାରଣ ତୁମ୍ଭେ ମୋହର ସହାୟ ହୋଇଅଛ, ଆଉ ତୁମ୍ଭ ପକ୍ଷର ଛାୟାରେ ମୁଁ ଉଲ୍ଲାସ କରିବି।
Psalm 91:4 in Oriya 4 ସେ ଆପଣା ପକ୍ଷରେ ତୁମ୍ଭକୁ ଆବୋରିବେ ଓ ତାହାଙ୍କ ଡେଣା ତଳେ ତୁମ୍ଭେ ଆଶ୍ରୟ ନେବ; ତାହାଙ୍କ ସତ୍ୟତା ଢାଲ ଓ ଫଳକ ସ୍ୱରୂପ ଅଟେ।
Proverbs 11:18 in Oriya 18 ଦୁଷ୍ଟ ଲୋକ ମିଥ୍ୟା ଉପାର୍ଜ୍ଜନ କରେ, ମାତ୍ର ଯେ ଧର୍ମବୀଜ ବୁଣେ, ତାହାର ନିଶ୍ଚିତ ପୁରସ୍କାର ଅଛି।
Proverbs 23:18 in Oriya 18 କାରଣ ପୁରସ୍କାର ନିତାନ୍ତ ଅଛି ଓ ତୁମ୍ଭର ଭରସା ଉଚ୍ଛିନ୍ନ ହେବ ନାହିଁ।
Matthew 5:12 in Oriya 12 ଆନନ୍ଦ କର ଓ ଉଲ୍ଲସିତ ହୁଅ, କାରଣ ସ୍ୱର୍ଗରେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର; ସେହିପରି ତ ସେମାନେ ତୁମ୍ଭମାନଙ୍କ ପୂର୍ବରୁ ଆସିଥିବା ଭାବବାଦୀମାନଙ୍କୁ ତାଡ଼ନା କରିଥିଲେ।
Matthew 6:1 in Oriya 1 ଲୋକ ଦେଖାଇବା ପାଇଁ ସେମାନଙ୍କ ସମ୍ମୁଖରେ ଯେପରି ଧର୍ମକର୍ମ ନ କର, ଏଥିପାଇଁ ତୁମ୍ଭେମାନେ ସାବଧାନ ହୋଇଥାଅ, ନୋହିଲେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କ ନିକଟରେ ତୁମ୍ଭମାନଙ୍କର ପୁରସ୍କାର ନାହିଁ।
Matthew 10:41 in Oriya 41 ଯେ ଭାବବାଦୀଙ୍କୁ ଭାବବାଦୀ ବୋଲି ଗ୍ରହଣ କରେ, ସେ ଭାବବାଦୀଙ୍କ ପୁରସ୍କାର ପାଇବ। ଆଉ ଯେ ଧାର୍ମିକ ବ୍ୟକ୍ତିଙ୍କୁ ଧାର୍ମିକ ବୋଲି ଗ୍ରହଣ କରେ, ସେ ଧାର୍ମିକ ବ୍ୟକ୍ତିଙ୍କ ପୁରସ୍କାର ପାଇବ।
Matthew 23:37 in Oriya 37 ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତାରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ।
Luke 6:35 in Oriya 35 ମାତ୍ର ତୁମ୍ଭମାନଙ୍କର ଶତ୍ରୁମାନଙ୍କୁ ପ୍ରେମ କର ଏବଂ ସେମାନଙ୍କର ମଙ୍ଗଳ କର, ପୁଣି, ପରିଶୋଧର ଆଶା ନ ରଖି ଋଣ ଦିଅ; ତାହାହେଲେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର ହେବ ଓ ତୁମ୍ଭେମାନେ ମହାନ ଇଶ୍ବରଙ୍କ ସନ୍ତାନ ହେବ, କାରଣ ସେ ଅକୃତଜ୍ଞ ଓ ଦୁଷ୍ଟମାନଙ୍କ ପ୍ରତି ଦୟାଳୁ ଅଟନ୍ତି।
Luke 14:12 in Oriya 12 ପୁଣି, ସେ ଆପଣା ନିମନ୍ତ୍ରଣକାରୀଙ୍କୁ ମଧ୍ୟ କହିଲେ, ଦିବସ ବା ରାତ୍ରିରେ ଭୋଜି ଦେଲେ ଆପଣା ବନ୍ଧୁ କି ଭାଇ କି ଆତ୍ମୀୟ କି ଧନୀ ପ୍ରତିବାସୀମାନଙ୍କୁ ନିମନ୍ତ୍ରଣ କର ନାହିଁ, କାଳେ ସେମାନେ ମଧ୍ୟ ଫେରି ତୁମ୍ଭକୁ ନିମନ୍ତ୍ରଣ କରିବେ ଓ ତୁମ୍ଭେ ପ୍ରତିଦାନ ପାଇବ।
Colossians 2:18 in Oriya 18 ପୁଣି, କେହି ନମ୍ରତା ଓ ଦୂତମାନଙ୍କ ପୂଜାରେ ସନ୍ତୋଷ ପାଇ ଦର୍ଶନରେ ଦେଖିଥିବା ବିଷୟଗୁଡ଼ିକ ଅନୁସନ୍ଧାନ କରି ଓ ଆପଣା ସାଂସାରିକ ମନ ଦ୍ୱାରା ବୃଥା ଗର୍ବିତ ହୋଇ ମସ୍ତକ ସ୍ୱରୂପ ଯେ ଖ୍ରୀଷ୍ଟ, ତାହାଙ୍କୁ ନ ଧରି ପୁରସ୍କାରରୁ ତୁମ୍ଭମାନଙ୍କୁ ବଞ୍ଚିତ ନ କରୁ;
2 Timothy 1:18 in Oriya 18 (ମହାଦିନରେ ସେ ଯେପରି ପ୍ରଭୁଙ୍କଠାରୁ ଦୟା ପ୍ରାପ୍ତ ହୁଅନ୍ତି, ଏହା ପ୍ରଭୁ ତାହାଙ୍କ ପ୍ରତି ଅନୁଗ୍ରହ କରନ୍ତୁ), ଆଉ ଏଫିସରେ ସେ କିପରି ଅନେକ ସେବା କରିଅଛନ୍ତି, ତାହା ତୁମ୍ଭେ ଉତ୍ତମ ରୂପେ ଜାଣିଅଛ।
2 Timothy 4:8 in Oriya 8 ବର୍ତ୍ତମାନ ମୋ ନିମନ୍ତେ ଧାର୍ମିକତାର ମୁକୁଟ ରଖାଯାଇଅଛି, ତାହା ସେହି ମହାଦିନରେ ନ୍ୟାୟବାନ୍ ବିଚାରକର୍ତ୍ତା ପ୍ରଭୁ ମୋତେ ଦେବେ, ପୁଣି, କେବଳ ମୋତେ ନୁହେଁ, ମାତ୍ର ଯେତେ ଲୋକ ତାହାଙ୍କ ଆଗମନକୁ ଆଗ୍ରହରେ ଅପେକ୍ଷା କରନ୍ତି, ସେ ସମସ୍ତଙ୍କୁ ଦେବେ।
Hebrews 6:10 in Oriya 10 କାରଣ ଈଶ୍ୱର ତୁମ୍ଭମାନଙ୍କର କର୍ମ, ଆଉ ସାଧୁଲୋକମାନଙ୍କର ସେବା କରିଥିବା ଦ୍ୱାରା ଓ ଯାହା ଏବେ ମଧ୍ୟ କରୁଥିବା ଦ୍ୱାରା ତାହାଙ୍କ ନାମ ପ୍ରତି ତୁମ୍ଭେମାନେ ଯେଉଁ ପ୍ରେମ କରୁଅଛ, ତାହା ଈଶ୍ୱର ଯେ ଭୁଲିଯିବେ, ଏପରି ଅନ୍ୟାୟକାରୀ ସେ ନୁହଁନ୍ତି।
Hebrews 11:6 in Oriya 6 ଆଉ ବିଶ୍ୱାସ ବିନା ତାହାଙ୍କ ସନ୍ତୋଷପାତ୍ର ହେବା ଅସମ୍ଭବ, କାରଣ ଈଶ୍ୱର ଯେ ଅଛନ୍ତି, ଆଉ ସେ ଯେ ତାହାଙ୍କ ଅନ୍ୱେଷଣକାରୀମାନଙ୍କର ପୁରସ୍କାରଦାତା, ଏହା ତାହାଙ୍କ ଛାମୁକୁ ଆସିବା ଲୋକର ବିଶ୍ୱାସ କରିବା ଆବଶ୍ୟକ।
Hebrews 11:26 in Oriya 26 ପୁଣି, ମିସରର ସମସ୍ତ ଧନ ଅପେକ୍ଷା ଖ୍ରୀଷ୍ଟଙ୍କ ନିନ୍ଦାର ସହଭାଗୀ ହେବା ଶ୍ରେଷ୍ଠତର ଧନ ବୋଲି ମନେ କଲେ, କାରଣ ସେ ଭାବି ପୁରସ୍କାର ଦାନ ପ୍ରତି ଦୃଷ୍ଟିପାତ କଲେ।