Song of Solomon 1:4 in Oriya 4 ମୋତେ ତୁମ୍ଭେ ଟାଣି ନିଅ; ପୁଣି ଆମ୍ଭେ ତୁମ୍ଭ ପଛେ ପଛେ ଧାଇଁବା; ରାଜା ଆପଣା ଅନ୍ତଃପୁରକୁ ମୋତେ ଆଣିଅଛନ୍ତି; ଆମ୍ଭେମାନେ ତୁମ୍ଭଠାରେ ଆନନ୍ଦିତ ହେବା ଓ ଉଲ୍ଲାସ କରିବା। ଆମ୍ଭେମାନେ ଦ୍ରାକ୍ଷାରସ ଅପେକ୍ଷା ତୁମ୍ଭ ପ୍ରେମ ବିଷୟ ଅଧିକ କହିବା; ଯଥାର୍ଥରେ ଲୋକେ ତୁମ୍ଭକୁ ପ୍ରେମ କରନ୍ତି।
Other Translations King James Version (KJV) Draw me, we will run after thee: the king hath brought me into his chambers: we will be glad and rejoice in thee, we will remember thy love more than wine: the upright love thee.
American Standard Version (ASV) Draw me; we will run after thee: The king hath brought me into his chambers; We will be glad and rejoice in thee; We will make mention of thy love more than of wine: Rightly do they love thee.
Bible in Basic English (BBE) Take me to you, and we will go after you: the king has taken me into his house. We will be glad and full of joy in you, we will give more thought to your love than to wine: rightly are they your lovers.
Darby English Bible (DBY) Draw me, we will run after thee! -- The king hath brought me into his chambers -- We will be glad and rejoice in thee, We will remember thy love more than wine. They love thee uprightly.
World English Bible (WEB) Take me away with you. Let us hurry. The king has brought me into his chambers. Friends We will be glad and rejoice in you. We will praise your love more than wine! Beloved They are right to love you.
Young's Literal Translation (YLT) Draw me: after thee we run, The king hath brought me into his inner chambers, We do joy and rejoice in thee, We mention thy loves more than wine, Uprightly they have loved thee!
Cross Reference Psalm 42:4 in Oriya 4 ମୁଁ କିପରି ଲୋକସମୂହ ସହିତ ଯାତ୍ରା କଲି, ପୁଣି, ଆନନ୍ଦ ଓ ପ୍ରଶଂସାଧ୍ୱନି ସହିତ ପର୍ବପାଳନକାରୀ ଜନତାକୁ ପରମେଶ୍ୱରଙ୍କ ଗୃହକୁ ଘେନିଗଲି, ଏହି କଥାସବୁ ସ୍ମରଣ କରି ମୁଁ ଆପଣା ପ୍ରାଣ ଆପଣା ଅନ୍ତରରେ ଢାଳି ଦେଉଅଛି।
Psalm 45:14 in Oriya 14 ସେ ସୂଚୀଶିଳ୍ପିତ-ବସ୍ତ୍ରରେ ରାଜାଙ୍କ ନିକଟକୁ ଅଣାଯିବେ; ତାଙ୍କର ପଶ୍ଚାଦ୍ବର୍ତ୍ତିନୀ ସହଚରୀ କୁମାରୀଗଣ ତୁମ୍ଭ ନିକଟକୁ ଅଣାଯିବେ।
Psalm 48:9 in Oriya 9 ହେ ପରମେଶ୍ୱର, ଆମ୍ଭେମାନେ ତୁମ୍ଭ ମନ୍ଦିର ମଧ୍ୟରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ବିଷୟ ଧ୍ୟାନ କରିଅଛୁ।
Psalm 63:5 in Oriya 5 ଯେପରି ମେଦ ଓ ମଜ୍ଜାରେ, ସେପରି ମୋହର ପ୍ରାଣ ପରିତୃପ୍ତ ହେବ ଓ ମୋ' ମୁଖ ଆନନ୍ଦିତ ଓଷ୍ଠାଧରରେ ତୁମ୍ଭର ପ୍ରଶଂସା କରିବ।
Psalm 98:4 in Oriya 4 ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର; ଉଚ୍ଚ ଧ୍ୱନି କର, ଆନନ୍ଦ ଗାନ କର ଓ ପ୍ରଶଂସା ଗାନ କର।
Psalm 103:1 in Oriya 1 ଦାଉଦଙ୍କର ଗୀତ। ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର; ହେ ମୋହର ଅନ୍ତରସ୍ଥ ସମସ୍ତ, ତାହାଙ୍କ ପବିତ୍ର ନାମର ଧନ୍ୟବାଦ କର।
Psalm 111:4 in Oriya 4 ସେ ଆପଣାର ଆଶ୍ଚର୍ଯ୍ୟକର୍ମସବୁ ସ୍ମରଣ କରାଇ ଅଛନ୍ତି; ସଦାପ୍ରଭୁ କୃପାମୟ ଓ ସ୍ନେହଶୀଳ।
Psalm 119:32 in Oriya 32 ତୁମ୍ଭେ ମୋହର ହୃଦୟ ପ୍ରଶସ୍ତ କରିବା ବେଳେ ମୁଁ ତୁମ୍ଭ ଆଜ୍ଞାପଥରେ ଧାବମାନ ହେବି।
Psalm 119:60 in Oriya 60 ତୁମ୍ଭର ଆଜ୍ଞାସବୁ ପାଳିବାକୁ ସତ୍ୱର ହେଲି ଓ ବିଳମ୍ବ କଲି ନାହିଁ।
Psalm 149:2 in Oriya 2 ଇସ୍ରାଏଲ ଆପଣା ନିର୍ମାଣକର୍ତ୍ତାଙ୍କଠାରେ ଆନନ୍ଦ କରୁ; ସିୟୋନର ସନ୍ତାନଗଣ ଆପଣାମାନଙ୍କ ରାଜାଙ୍କଠାରେ ଉଲ୍ଲସିତ ହେଉନ୍ତୁ।
Song of Solomon 1:2 in Oriya 2 ସେ ଆପଣା ମୁଖ-ଚୁମ୍ବନରେ ମୋତେ ଚୁମ୍ବନ କରନ୍ତୁ; କାରଣ ତୁମ୍ଭ ପ୍ରେମ ଦ୍ରାକ୍ଷାରସ ଅପେକ୍ଷା ଉତ୍ତମ।
Song of Solomon 2:3 in Oriya 3 ଯେପରି ବନବୃକ୍ଷମାନଙ୍କ ମଧ୍ୟରେ ନାଗରଙ୍ଗ ବୃକ୍ଷ, ସେପରି ଯୁବାମାନଙ୍କ ମଧ୍ୟରେ ମୋହର ପ୍ରିୟତମ। ମୁଁ ପରମ ଆନନ୍ଦରେ ତାଙ୍କ ଛାୟା ତଳେ ବସିଲି ଓ ତାଙ୍କ ଫଳ ମୋ' ତୁଣ୍ଡକୁ ସ୍ୱାଦ ଲାଗିଲା।
Song of Solomon 3:4 in Oriya 4 ସେମାନଙ୍କୁ ଛାଡ଼ିବାର ଅଳ୍ପକ୍ଷଣ ଉତ୍ତାରେ ଯାହାଙ୍କୁ ମୋ' ପ୍ରାଣ ପ୍ରେମ କରେ, ତାଙ୍କୁ ପାଇଲି; ମୁଁ ଆପଣା ମାତୃଗୃହକୁ ଓ ମୋ' ଗର୍ଭଧାରିଣୀଙ୍କ ଅନ୍ତଃପୁରକୁ ନ ଆଣିବା ପର୍ଯ୍ୟନ୍ତ ତାଙ୍କୁ ଧରି ରଖିଲି, ଆଉ ଯିବାକୁ ଦେଲି ନାହିଁ।
Isaiah 25:8 in Oriya 8 ସେ ମୃତ୍ୟୁୁକୁ ଅନନ୍ତ କାଳ ନିମନ୍ତେ ଗ୍ରାସ କରିଅଛନ୍ତି ଓ ପ୍ରଭୁ, ସଦାପ୍ରଭୁ, ସମସ୍ତଙ୍କ ମୁଖରୁ ଲୋତକ ଜଳ ପୋଛି ଦେବେ ଓ ସମୁଦାୟ ପୃଥିବୀରୁ ଆପଣା ଲୋକମାନଙ୍କର ଦୁର୍ନାମ ଦୂର କରିବେ; କାରଣ ସଦାପ୍ରଭୁ ଏହି କଥା କହିଅଛନ୍ତି।
Isaiah 45:25 in Oriya 25 ଇସ୍ରାଏଲର ସମୁଦାୟ ବଂଶ ସଦାପ୍ରଭୁଙ୍କଠାରେ ଧାର୍ମିକୀକୃତ ହେବେ ଓ ଦର୍ପ କରିବେ।
Isaiah 61:3 in Oriya 3 ସିୟୋନର ଶୋକାର୍ତ୍ତ ଲୋକମାନଙ୍କ ପାଇଁ ନିରୂପଣ କରିବାକୁ, ଅର୍ଥାତ୍, ଭସ୍ମର ପରିବର୍ତ୍ତେ ଭୂଷଣ, ଦୁଃଖର ପରିବର୍ତ୍ତେ ସୁଖରୂପ ତୈଳ, ଅବସନ୍ନ ଆତ୍ମାର ପରିବର୍ତ୍ତେ ପ୍ରଶଂସାରୂପ ବସ୍ତ୍ର ପ୍ରଦାନ କରିବାକୁ ସେ ମୋତେ ପ୍ରେରଣ କରିଅଛନ୍ତି; ତହିଁରେ ସଦାପ୍ରଭୁ ଯେପରି ଗୌରବାନ୍ୱିତ ହେବେ, ଏଥିପାଇଁ ସେମାନେ ଧର୍ମରୂପ ବୃକ୍ଷ ଓ ତାହାଙ୍କର ଉଦ୍ୟାନ ବୋଲି ବିଖ୍ୟାତ ହେବେ।
Isaiah 63:7 in Oriya 7 ଆମ୍ଭେ ସଦାପ୍ରଭୁଙ୍କର ସ୍ନେହପୂର୍ଣ୍ଣ କରୁଣାସବୁ କୀର୍ତ୍ତନ କରିବା ଓ ସଦାପ୍ରଭୁ ଆମ୍ଭମାନଙ୍କର ଯେଉଁ ସବୁ ଉପକାର କରିଅଛନ୍ତି, ପୁଣି ଆପଣାର ନାନାବିଧ ଦୟା ଓ ପ୍ରଚୁର ସ୍ନେହପୂର୍ଣ୍ଣ କରୁଣା ଅନୁସାରେ ଇସ୍ରାଏଲ-ବଂଶର ଯେଉଁ ପ୍ରଚୁର ମଙ୍ଗଳ କରିଅଛନ୍ତି, ତଦନୁସାରେ ଆମ୍ଭେ ସଦାପ୍ରଭୁଙ୍କର ପ୍ରଶଂସା କୀର୍ତ୍ତନ କରିବା।
Jeremiah 31:3 in Oriya 3 ସଦାପ୍ରଭୁ ପୁରାତନ କାଳରେ ମୋତେ ଦର୍ଶନ ଦେଇ କହିଲେ, “ହଁ, ଆମ୍ଭେ ଚିରସ୍ଥାୟୀ ପ୍ରେମରେ ତୁମ୍ଭକୁ ପ୍ରେମ କରି ଆସିଅଛୁ, ଏହେତୁ ସ୍ନେହପୂର୍ଣ୍ଣ କରୁଣାରେ ଆମ୍ଭେ ତୁମ୍ଭକୁ ଆକର୍ଷଣ କରିଅଛୁ।
Hosea 11:4 in Oriya 4 ଆମ୍ଭେ ମନୁଷ୍ୟର ବନ୍ଧନୀ, ଅର୍ଥାତ୍, ପ୍ରେମରଜ୍ଜୁ ଦ୍ୱାରା ସେମାନଙ୍କୁ ଆକର୍ଷଣ କଲୁ ଓ ଆମ୍ଭେ ସେମାନଙ୍କ କଳପାଟିରୁ ଯୁଆଳି ଉଠାଇ ନେବା ଲୋକ ତୁଲ୍ୟ ହେଲୁ ଓ ଆମ୍ଭେ ସେମାନଙ୍କ ଆଗରେ ଖାଦ୍ୟ ରଖିଲୁ।
Zephaniah 3:14 in Oriya 14 ଗୋ ସିୟୋନ କନ୍ୟେ, ଗାନ କର; ହେ ଇସ୍ରାଏଲ, ଜୟଧ୍ୱନି କର; ଗୋ ଯିରୂଶାଲମ କନ୍ୟେ, ଆନନ୍ଦ କର ଓ ସର୍ବାନ୍ତଃକରଣରେ ଉଲ୍ଲାସ କର।
Zechariah 9:9 in Oriya 9 ଗୋ ସିୟୋନ କନ୍ୟେ, ଅତିଶୟ ଉଲ୍ଲାସ କର ! ଗୋ ଯିରୂଶାଲମ କନ୍ୟେ, ଜୟଧ୍ୱନି କର ! ଦେଖ, ତୁମ୍ଭର ରାଜା ତୁମ୍ଭ ନିକଟକୁ ଆସୁଅଛନ୍ତି; ସେ ଧର୍ମମୟ ଓ ପରିତ୍ରାଣବିଶିଷ୍ଟ; ସେ ନମ୍ରଶୀଳ ଓ ଗର୍ଦ୍ଦଭ ଉପରେ, ଅର୍ଥାତ୍, ଗର୍ଦ୍ଦଭୀର ଶାବକ ଉପରେ ଆରୋହଣ କରି ଆସୁଅଛନ୍ତି।
Matthew 25:10 in Oriya 10 କିନ୍ତୁ ସେମାନେ କିଣିବାକୁ ଯାଉଥିବା ସମୟରେ ‘ବର' ଆସିଲେ, ପୁଣି, ଯେଉଁମାନେ ପ୍ରସ୍ତୁତ ଥିଲେ, ସେମାନେ ତାହାଙ୍କ ସହିତ ବିବାହ-ଉତ୍ସବରେ ଯୋଗଦାନ କରିବା ନିମନ୍ତେ ଗୃହରେ ପ୍ରବେଶ କଲେ, ଆଉ ଦ୍ୱାର ବନ୍ଦ କରାଗଲା।
Luke 2:10 in Oriya 10 ସେଥିରେ ଦୂତ ସେମାନଙ୍କୁ କହିଲେ, ଭୟ କର ନାହିଁ; ଦେଖ, ମୁଁ ସମସ୍ତ ଲୋକଙ୍କର ଅତ୍ୟନ୍ତ ଆନନ୍ଦଜନକ ସୁସମାଚାର ତୁମ୍ଭମାନଙ୍କୁ ଜଣାଉଅଛି,
Luke 22:19 in Oriya 19 ପୁଣି, ସେ ରୁଟି ଘେନି ଧନ୍ୟବାଦ ଦେଲେ ଓ ତାହା ଭାଙ୍ଗି ସେମାନଙ୍କୁ ଦେଇ କହିଲେ, ତୁମ୍ଭମାନଙ୍କ ନିମନ୍ତେ ଦତ୍ତ ହେଉଥିବା ମୋହର ଶରୀର ଏହି; ମୋତେ ସ୍ମରଣ କରିବା ନିମନ୍ତେ ଏହା କର।
John 6:44 in Oriya 44 ମୋହର ପ୍ରେରଣକର୍ତ୍ତା ପିତା ଯାହାକୁ ଆକର୍ଷଣ କରନ୍ତି, କେବଳ ସେ ମୋ' ନିକଟକୁ ଆସି ପାରେ, ଆଉ ମୁଁ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି।
John 12:32 in Oriya 32 ଆଉ, ମୁଁ ଯଦି ପୃଥିବୀରୁ ଊର୍ଦ୍ଧ୍ୱକୁ ଉତ୍ଥିତ ହେବି, ତାହାହେଲେ ସମସ୍ତଙ୍କୁ ଆପଣା ନିକଟକୁ ଆକର୍ଷଣ କରିବି।
John 14:2 in Oriya 2 ମୋହର ପିତାଙ୍କ ଗୃହରେ ଅନେକ ବାସସ୍ଥାନ ଅଛି; ଯଦି ନ ଥାଆନ୍ତା, ତାହାହେଲେ ମୁଁ ତୁମ୍ଭମାନଙ୍କୁ କହିଥାଆନ୍ତି, ମୁଁ ତୁମ୍ଭମାନଙ୍କ ନିମନ୍ତେ ସ୍ଥାନ ପ୍ରସ୍ତୁତ କରିବାକୁ ଯାଉଅଛି;
John 21:15 in Oriya 15 ସେମାନେ ଭୋଜନ କଲା ଉତ୍ତାରେ ଯୀଶୁ ଶିମୋନ ପିତରଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କ'ଣ ମୋତେ ଏମାନଙ୍କଠାରୁ ଅଧିକ ପ୍ରେମ କରୁଅଛ ? ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ସେ ତାଙ୍କୁ କହିଲେ, ମୋହର ମେଷଶାବକମାନଙ୍କୁ ଚରାଅ।
1 Corinthians 11:23 in Oriya 23 କାରଣ ମୁଁ ପ୍ରଭୁଙ୍କଠାରୁ ପ୍ରାପ୍ତ ଯେଉଁ ଶିକ୍ଷା ତୁମ୍ଭମାନଙ୍କୁ ପ୍ରଦାନ କରିଅଛି, ତାହା ଏହି, ଶତ୍ରୁ ହସ୍ତରେ ସମର୍ପିତ ହେବା ରାତ୍ରିରେ ପ୍ରଭୁ ଯୀଶୁ ରୁଟି ଘେନି ଧନ୍ୟବାଦ ଦେଇ ତାହା ଭାଙ୍ଗି କହିଲେ,
Ephesians 2:6 in Oriya 6 ଯେପରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ଉତ୍ଥାପିତ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ତାହାଙ୍କ ସହିତ ସ୍ୱର୍ଗରେ ଉପବେଶନ କରାଇଅଛନ୍ତି,
Ephesians 6:24 in Oriya 24 ଯେତେ ଲୋକ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଚିରନ୍ତନ ପ୍ରେମରେ ପ୍ରେମ କରନ୍ତି, ଅନୁଗ୍ରହ ସେମାନଙ୍କ ସହବର୍ତ୍ତୀ ହେଉ।
Philippians 2:12 in Oriya 12 ଅତଏବ, ହେ ମୋହର ପ୍ରିୟମାନେ, ଯେପରି ତୁମ୍ଭେମାନେ ସର୍ବଦା ଆଜ୍ଞାବହ ହୋଇଅଛ, କେବଳ ମୋହର ଉପସ୍ଥିତିରେ କଲାପରି ନୁହେଁ, କିନ୍ତୁ ବର୍ତ୍ତମାନ ମୋହର ଅନୁପସ୍ଥିତିରେ ଆହୁରି ଅଧିକ ରୂପେ ଭୟ ଓ କମ୍ପ ସହ ଆପଣା ଆପଣା ପରିତ୍ରାଣ ସାଧନ କର,
Philippians 3:3 in Oriya 3 କାରଣ ଆମ୍ଭେମାନେ ପ୍ରକୃତରେ ସୁନ୍ନତ ପ୍ରାପ୍ତ, ଆମ୍ଭେମାନେ ଇଶ୍ବରଙ୍କ ଆତ୍ମାରେ ଉପାସନା କରୁ, ପୁଣି, ବାହ୍ୟିକ ବିଷୟ ଉପରେ ନିର୍ଭର ନ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଦର୍ପ କରୁ।
Philippians 4:4 in Oriya 4 ସର୍ବଦା ପ୍ରଭୁଙ୍କଠାରେ ଆନନ୍ଦ କର, ପୁନଶ୍ଚ କହୁଅଛି, ଆନନ୍ଦ କର।
Hebrews 12:1 in Oriya 1 ଅତଏବ, ଏଡ଼େ ବୃହତ୍ ମେଘ ତୁଲ୍ୟ ସାକ୍ଷୀମାନଙ୍କ ଦ୍ୱାରା ବେଷ୍ଟିତ ହେବାରୁ ଆସ, ଆମ୍ଭେମାନେ ପ୍ରତ୍ୟେକ ଭାର ଓ ସହଜରେ ବେଷ୍ଟନକାରୀ ପାପ ପରିତ୍ୟାଗ କରି ବିଶ୍ୱାସର ନେତା ଓ ସିଦ୍ଧିଦାତା ଯୀଶୁଙ୍କୁ ଲକ୍ଷ୍ୟ କରି ଧୈର୍ଯ୍ୟ ସହକାରେ ଆମ୍ଭମାନଙ୍କ ଗନ୍ତବ୍ୟ ପଥରେ ଧାବମାନ ହେଉ।
1 Peter 1:8 in Oriya 8 ତୁମ୍ଭେମାନେ ତାହାଙ୍କୁ ନ ଦେଖି ପ୍ରେମ କରୁଅଛ, ପୁଣି, ଏବେ ସୁଦ୍ଧା ନ ଦେଖିଲେ ହେଁ ତାହାଙ୍କଠାରେ ବିଶ୍ୱାସ କରି ଅକଥନୀୟ ଓ ଗୌରବଯୁକ୍ତ ଆନନ୍ଦରେ