Song of Solomon 1:7 in Oriya 7 ହେ ମୋ' ପ୍ରାଣର ପ୍ରିୟତମ, ତୁମ୍ଭେ କେଉଁଠାରେ ଆପଣା ପଲ ଚରାଉଅଛ, ମଧ୍ୟାହ୍ନ କାଳେ ଯେଉଁଠାରେ ଶୟନ କରାଉଅଛ, ତାହା ମୋତେ ଜଣାଅ ; କାରଣ ତୁମ୍ଭ ସଖାଗଣର ପଲ ନିକଟରେ ମୁଁ କାହିଁକି ଆବରକ ବସ୍ତ୍ର ପରିଧାନକାରିଣୀ ତୁଲ୍ୟ ହେବି ?
Other Translations King James Version (KJV) Tell me, O thou whom my soul loveth, where thou feedest, where thou makest thy flock to rest at noon: for why should I be as one that turneth aside by the flocks of thy companions?
American Standard Version (ASV) Tell me, O thou whom my soul loveth, Where thou feedest `thy flock', Where thou makest `it' to rest at noon: For why should I be as one that is veiled Beside the flocks of thy companions?
Bible in Basic English (BBE) Say, O love of my soul, where you give food to your flock, and where you make them take their rest in the heat of the day; why have I to be as one wandering by the flocks of your friends?
Darby English Bible (DBY) Tell me, thou whom my soul loveth, Where thou feedest [thy flock], Where thou makest it to rest at noon; For why should I be as one veiled Beside the flocks of thy companions?
World English Bible (WEB) Tell me, you whom my soul loves, Where you graze your flock, Where you rest them at noon; For why should I be as one who is veiled Beside the flocks of your companions? Lover
Young's Literal Translation (YLT) Declare to me, thou whom my soul hath loved, Where thou delightest, Where thou liest down at noon, For why am I as one veiled, By the ranks of thy companions?
Cross Reference Genesis 37:16 in Oriya 16 ସେ କହିଲା, “ମୋ' ଭାଇମାନଙ୍କୁ ଖୋଜୁଅଛି, ସେମାନେ କେଉଁଠାରେ ପଶୁପଲ ଚରାଉଛନ୍ତି, ଅନୁଗ୍ରହ କରି ମୋତେ କୁହ।”
1 Samuel 12:20 in Oriya 20 ଏଥିରେ ଶାମୁୟେଲ ଲୋକମାନଙ୍କୁ କହିଲେ, ଭୟ ନ କର; ତୁମ୍ଭେମାନେ ଏହି ସମସ୍ତ ମନ୍ଦତା କରିଅଛ, ପ୍ରମାଣ; ତଥାପି ସଦାପ୍ରଭୁଙ୍କ ପଶ୍ଚାଦ୍ଗମନରୁ ବିମୁଖ ନ ହୁଅ, ମାତ୍ର ଆପଣାମାନଙ୍କ ସମସ୍ତ ଅନ୍ତଃକରଣ ସହିତ ସଦାପ୍ରଭୁଙ୍କର ସେବା କର;
Psalm 18:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ସଦାପ୍ରଭୁଙ୍କ ଦାସ ଦାଉଦଙ୍କର ଗୀତ। ସଦାପ୍ରଭୁ ଶତ୍ରୁମାନଙ୍କ ହସ୍ତରୁ ଓ ଶାଉଲଙ୍କ ହସ୍ତରୁ ତାଙ୍କୁ ଉଦ୍ଧାର କରିବା ଦିନ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତର କଥା ନିବେଦନ କରିଥିଲେ; ସେ କହିଲେ, ହେ ମୋହର ବଳ ସ୍ୱରୂପ ସଦାପ୍ରଭୁ, ମୁଁ ତୁମ୍ଭଙ୍କୁ ପ୍ରେମ କରେ।
Psalm 23:1 in Oriya 1 ଦାଉଦଙ୍କର ଗୀତ। ସଦାପ୍ରଭୁ ମୋହର ପ୍ରତିପାଳକ; ମୋହର ଅଭାବ ହେବ ନାହିଁ।
Psalm 28:1 in Oriya 1 ଦାଉଦଙ୍କର ଗୀତ। ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ଡାକ ପକାଇବି; ହେ ମୋହର ଶୈଳ, ମୋ' ପ୍ରତି ନୀରବ ହୁଅ ନାହିଁ; କେଜାଣି ତୁମ୍ଭେ ମୋ' ପ୍ରତି ନୀରବ ହେଲେ, ମୁଁ ଗର୍ତ୍ତଗାମୀ ଲୋକମାନଙ୍କ ପରି ହେବି।
Psalm 80:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍- ଏଦୂତ୍ ସ୍ୱରରେ ଆସଫର ଗୀତ। ହେ ଇସ୍ରାଏଲର ପାଳକ, ମେଷପଲ ତୁଲ୍ୟ ଯୋଷେଫକୁ ଚଳାଅ ଯେ ତୁମ୍ଭେ, ତୁମ୍ଭେ କର୍ଣ୍ଣପାତ କର; କିରୂବମାନଙ୍କ ଉପରେ ଉପବିଷ୍ଟ ଯେ ତୁମ୍ଭେ, ତୁମ୍ଭେ ପ୍ରକାଶମାନ ହୁଅ।
Psalm 116:1 in Oriya 1 ମୁଁ ସଦାପ୍ରଭୁଙ୍କୁ ପ୍ରେମ କରେ, କାରଣ ସେ ମୋ' ରବ ଓ ବିନତୀ ଶୁଣିଅଛନ୍ତି।
Song of Solomon 2:3 in Oriya 3 ଯେପରି ବନବୃକ୍ଷମାନଙ୍କ ମଧ୍ୟରେ ନାଗରଙ୍ଗ ବୃକ୍ଷ, ସେପରି ଯୁବାମାନଙ୍କ ମଧ୍ୟରେ ମୋହର ପ୍ରିୟତମ। ମୁଁ ପରମ ଆନନ୍ଦରେ ତାଙ୍କ ଛାୟା ତଳେ ବସିଲି ଓ ତାଙ୍କ ଫଳ ମୋ' ତୁଣ୍ଡକୁ ସ୍ୱାଦ ଲାଗିଲା।
Song of Solomon 2:16 in Oriya 16 ମୋ' ପ୍ରିୟତମ ମୋହର ଓ ମୁଁ ତାଙ୍କର ଅଟେ; ସେ କଇଁ ଫୁଲବନ ମଧ୍ୟରେ ଆପଣା ପଲ ଚରାଉଅଛନ୍ତି।
Song of Solomon 3:1 in Oriya 1 ଯାହାଙ୍କୁ ମୋହର ପ୍ରାଣ ପ୍ରେମ କରେ, ତାଙ୍କୁ ମୁଁ ରାତ୍ରିକାଳେ ଆପଣା ଶଯ୍ୟାରେ ଖୋଜିଲି; ମୁଁ ତାଙ୍କୁ ଖୋଜିଲି, ମାତ୍ର ପାଇଲି ନାହିଁ।
Song of Solomon 5:8 in Oriya 8 ହେ ଯିରୁଶାଲମର କନ୍ୟାଗଣ, ଯେବେ ତୁମ୍ଭେମାନେ ମୋ' ପ୍ରିୟତମଙ୍କର ଦେଖା ପାଇବ, ତେବେ ମୁଁ ତୁମ୍ଭମାନଙ୍କୁ ଶପଥ ଦେଇ କହୁଅଛି, ମୁଁ ପ୍ରେମପୀଡ଼ିତା ବୋଲି ତୁମ୍ଭେମାନେ ତାଙ୍କୁ କହିବ।
Song of Solomon 5:10 in Oriya 10 ମୋହର ପ୍ରିୟତମ ଶ୍ଵେତ ଓ ରକ୍ତବର୍ଣ୍ଣ, ଦଶ ସହସ୍ର ମଧ୍ୟରେ ପ୍ରଧାନ।
Song of Solomon 5:16 in Oriya 16 ତାଙ୍କ ମୁଖ ଅତ୍ୟନ୍ତ ସୁମିଷ୍ଟ; ହଁ, ସେ ସର୍ବତୋଭାବେ ମନୋହର। ହେ ଯିରୁଶାଲମର କନ୍ୟାଗଣ, ଏହି ମୋହର ପ୍ରିୟତମ, ଏହି ମୋହର ସଖା।
Song of Solomon 6:3 in Oriya 3 ମୁଁ ଆପଣା ପ୍ରିୟତମଙ୍କର ଓ ମୋ' ପ୍ରିୟତମ ମୋହର; ସେ ଶୋଶନ୍ ପୁଷ୍ପ ବନରେ ଆପଣା ପଲ ଚରାନ୍ତି।
Song of Solomon 8:13 in Oriya 13 ହେ ଉପବନବାସିନୀ, ମିତ୍ରଗଣ ତୁମ୍ଭର ରବ ଶୁଣନ୍ତି; ତାହା ମୋତେ ଶ୍ରବଣ କରାଅ।
Isaiah 5:1 in Oriya 1 ମୁଁ ଆପଣା ପ୍ରିୟତମଙ୍କ ଉଦ୍ଦେଶ୍ୟରେ, ତାହାଙ୍କ ଦ୍ରାକ୍ଷାକ୍ଷେତ୍ର ବିଷୟରେ ମୋ' ପ୍ରିୟତମଙ୍କର ଗୋଟିଏ ଗୀତ ଗାନ କରେ। ଅତି ଉର୍ବରା ଏକ ପର୍ବତରେ ମୋ' ପ୍ରିୟତମଙ୍କର ଗୋଟିଏ ଦ୍ରାକ୍ଷାକ୍ଷେତ୍ର ଥିଲା;
Isaiah 13:20 in Oriya 20 ତାହା କଦାଚ ବସତି ସ୍ଥାନ ହେବ ନାହିଁ, ପୁରୁଷ ପୁରୁଷାନୁକ୍ରମେ କେହି ତହିଁରେ ବାସ କରିବେ ନାହିଁ; ଆରବୀୟ ଲୋକେ ସେଠାରେ ତମ୍ବୁ ପକାଇବେ ନାହିଁ, କିଅବା ମେଷପାଳକମାନେ ଆପଣା ଆପଣା ପଲ ସେଠାରେ ଶୁଆଇବେ ନାହିଁ।
Isaiah 26:9 in Oriya 9 ରାତ୍ରିକାଳରେ ମୁଁ ଆପଣା ପ୍ରାଣ ସହିତ ତୁମ୍ଭର ଆକାଂକ୍ଷା କରିଅଛି; ହଁ, ମୁଁ ଆପଣା ଅନ୍ତରସ୍ଥ ଆତ୍ମା ସହିତ ଶୀଘ୍ର ତୁମ୍ଭର ଅନ୍ୱେଷଣ କରିବି; କାରଣ ପୃଥିବୀରେ ତୁମ୍ଭର ଶାସନସକଳ ପ୍ରକାଶିତ ହେଲେ ଜଗନ୍ନିବାସୀମାନେ ଧର୍ମ ଶିକ୍ଷା କରନ୍ତି।
Isaiah 40:11 in Oriya 11 ସେ ମେଷପାଳକ ପରି ଆପଣା ପଲ ଚରାଇବେ, ମେଷଛୁଆମାନଙ୍କୁ ସେ ଆପଣା ବାହୁରେ ସଂଗ୍ରହ କରିବେ ଓ ଆପଣା କୋଳରେ ସେମାନଙ୍କୁ ବହି ନେବେ, ଆଉ ଦୁଗ୍ଧଦାୟିନୀମାନଙ୍କୁ ଧୀରେ ଧୀରେ ଚଳାଇବେ।
Jeremiah 33:12 in Oriya 12 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; “ଏହି ନରଶୂନ୍ୟ ଓ ପଶୁଶୂନ୍ୟ ଧ୍ୱଂସସ୍ଥାନରେ ଓ ତହିଁର ସକଳ ନଗରରେ, ପୁନର୍ବାର ପଶୁପାଳକମାନଙ୍କର ବସତି ସ୍ଥାନ ହେବ, ସେମାନେ ସେସ୍ଥାନରେ ଆପଣା ଆପଣା ପଲମାନଙ୍କୁ ବିଶ୍ରାମ କରାଇବେ।”
Micah 5:4 in Oriya 4 ପୁଣି, ସେ ଠିଆ ହୋଇ ସଦାପ୍ରଭୁଙ୍କ ଶକ୍ତିରେ, ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମର ମହିମାରେ ଆପଣା ପଲ ଚରାଇବେ ଓ ସେମାନେ ସୁସ୍ଥିର ହୋଇ ବାସ କରିବେ; କାରଣ ସେହି ସମୟରେ ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ମହାନ୍ ହେବେ।
Matthew 10:37 in Oriya 37 ଯେ ପିତା କି ମାତାକୁ ମୋଠାରୁ ଅଧିକ ପ୍ରିୟ ଜ୍ଞାନ କରେ, ସେ ମୋହର ଯୋଗ୍ୟ ନୁହେଁ, ପୁଣି, ଯେ ପୁତ୍ର କି କନ୍ୟାକୁ ମୋଠାରୁ ଅଧିକ ପ୍ରେମ କରେ, ସେ ମୋହର ଯୋଗ୍ୟ ନୁହେଁ।
John 6:67 in Oriya 67 ସେଥିରେ ଯୀଶୁ ଦ୍ୱାଦଶଙ୍କୁ ପଚାରିଲେ, ତୁମ୍ଭେମାନେ ମଧ୍ୟ କ'ଣ ଚାଲିଯିବାକୁ ଇଚ୍ଛା କରୁଅଛ ?
John 10:11 in Oriya 11 ମୁଁ ଉତ୍ତମ ମେଷପାଳକ; ଉତ୍ତମ ମେଷପାଳକ ମେଷଗୁଡ଼ିକ ନିମନ୍ତେ ଆପଣା ପ୍ରାଣ ଦିଏ।
John 10:28 in Oriya 28 ପୁଣି, ମୁଁ ସେମାନଙ୍କୁ ଅନନ୍ତ ଜୀବନ ଦିଏ, ଆଉ ସେମାନେ କଦାପି କେବେ ହେଁ ବିନଷ୍ଟ ହେବେ ନାହିଁ, ପୁଣି, କେହି ମୋ' ହସ୍ତରୁ ସେମାନଙ୍କୁ ହରଣ କରିବ ନାହିଁ।
John 21:17 in Oriya 17 ସେ ତୃତୀୟ ଥର ତାଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କ'ଣ ମୋତେ ସ୍ନେହ କରୁଅଛ ? ତୁମ୍ଭେ କ'ଣ ମୋତେ ସ୍ନେହ କରୁଅଛ, ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ଯୀଶୁ ତାଙ୍କୁ କହିଲେ, ମୋହର ମେଷମାନଙ୍କୁ ଚରାଅ।
Colossians 3:14 in Oriya 14 ଆଉ, ଏହି ସମସ୍ତ ଉପରେ ପ୍ରେମକୁ ପରିଧାନ କର, ଏହା ସିଦ୍ଧ ଅବସ୍ଥାର ବନ୍ଧନ ସ୍ୱରୂପ।
1 Peter 1:8 in Oriya 8 ତୁମ୍ଭେମାନେ ତାହାଙ୍କୁ ନ ଦେଖି ପ୍ରେମ କରୁଅଛ, ପୁଣି, ଏବେ ସୁଦ୍ଧା ନ ଦେଖିଲେ ହେଁ ତାହାଙ୍କଠାରେ ବିଶ୍ୱାସ କରି ଅକଥନୀୟ ଓ ଗୌରବଯୁକ୍ତ ଆନନ୍ଦରେ
1 Peter 2:7 in Oriya 7 ଏଣୁ ବିଶ୍ୱାସ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ସେହି ମହାମୂଲ୍ୟର ଅଂଶୀ ଅଟ, କିନ୍ତୁ ଯେଉଁମାନେ ବିଶ୍ୱାସ କରନ୍ତି ନାହିଁ, ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା ସେମାନଙ୍କ ନିମନ୍ତେ କୋଣର ପ୍ରଧାନ ପ୍ରସ୍ତର
1 John 2:19 in Oriya 19 ସେମାନେ ଆମ୍ଭମାନଙ୍କ ମଧ୍ୟରୁ ବାହାରିଲେ, କିନ୍ତୁ ଆମ୍ଭମାନଙ୍କ ଦଳର ଲୋକ ନ ଥିଲେ; କାରଣ ଯଦି ଆମ୍ଭମାନଙ୍କ ଦଳର ଲୋକ ହୋଇଥାଆନ୍ତେ, ତେବେ ଆମ୍ଭମାନଙ୍କ ସହିତ ରହିଥାଆନ୍ତେ; କିନ୍ତୁ ସମସ୍ତେ ଯେ ଆମ୍ଭମାନଙ୍କ ଦଳର ଲୋକ ନୁହଁନ୍ତି, ଏହା ଯେପରି ପ୍ରକାଶ ପାଇବ, ଏଥି ନିମନ୍ତେ ସେମାନେ ବାହାରିଗଲେ।
Revelation 7:17 in Oriya 17 କାରଣ ସିଂହାସନ ମଧ୍ୟସ୍ଥିତ ମେଷଶାବକ ସେମାନଙ୍କର ପାଳକ ହେବେ ଓ ଜୀବନଦାୟକ ନିର୍ଝର ନିକଟକୁ ସେମାନଙ୍କୁ କଢ଼ାଇ ନେବେ, ପୁଣି, ଈଶ୍ୱର ସେମାନଙ୍କ ଚକ୍ଷୁରୁ ସମସ୍ତ ଲୋତକ ପୋଛିଦେବେ।