Song of Solomon 1:8 in Oriya 8 ହେ ନାରୀଗଣ ମଧ୍ୟରେ ପରମ ସୁନ୍ଦରୀ, ଯଦି ତୁମ୍ଭେ ନ ଜାଣ, ତେବେ ତୁମ୍ଭେ ପଲର ପଦଚିହ୍ନ ଧରି ଗମନ କର ଓ ମେଷପାଳକମାନଙ୍କ ତମ୍ବୁ ନିକଟରେ ଆପଣା ଛେଳିଛୁଆମାନଙ୍କୁ ଚରାଅ।
Other Translations King James Version (KJV) If thou know not, O thou fairest among women, go thy way forth by the footsteps of the flock, and feed thy kids beside the shepherds' tents.
American Standard Version (ASV) If thou know not, O thou fairest among women, Go thy way forth by the footsteps of the flock, And feed thy kids beside the shepherds' tents.
Bible in Basic English (BBE) If you have not knowledge, O most beautiful among women, go on your way in the footsteps of the flock, and give your young goats food by the tents of the keepers.
Darby English Bible (DBY) If thou know not, thou fairest among women, Go thy way forth by the footsteps of the flock, And feed thy kids beside the shepherds' booths.
World English Bible (WEB) If you don't know, most beautiful among women, Follow the tracks of the sheep. Graze your young goats beside the shepherds' tents.
Young's Literal Translation (YLT) If thou knowest not, O fair among women, Get thee forth by the traces of the flock, And feed thy kids by the shepherds' dwellings!
Cross Reference Psalm 16:3 in Oriya 3 ପୃଥିବୀରେ ଯେଉଁ ପବିତ୍ର ଲୋକମାନେ ଅଛନ୍ତି, ସେମାନେ ଆଦରଣୀୟ, ସେମାନଙ୍କଠାରେ ମୋହର ପରମ ସନ୍ତୋଷ।
Psalm 45:11 in Oriya 11 ତହିଁରେ ରାଜା ତୁମ୍ଭ ସୌନ୍ଦର୍ଯ୍ୟ ବାଞ୍ଛା କରିବେ। କାରଣ ସେ ତୁମ୍ଭର ପ୍ରଭୁ; ତୁମ୍ଭେ ତାହାଙ୍କୁ ପ୍ରଣାମ କର।
Psalm 45:13 in Oriya 13 ଅନ୍ତଃପୁରରେ ରାଜକୁମାରୀ ସର୍ବତୋଭାବେ ସୁଶୋଭିତା; ତାଙ୍କର ବସ୍ତ୍ର ସୁବର୍ଣ୍ଣସୂତ୍ର ନିର୍ମିତ।
Proverbs 8:34 in Oriya 34 ଯେ ମୋ' କଥା ଶୁଣେ ଓ ମୋ' ଦ୍ୱାର ନିକଟରେ ନିତ୍ୟ ଜଗି ରହେ, ମୋ' ଦ୍ୱାରର ଚୌକାଠ ନିକଟରେ ଅନୁସରଣ କରେ, ସେହି ଲୋକ ଧନ୍ୟ।
Song of Solomon 1:15 in Oriya 15 ହେ ମୋହର ପ୍ରିୟେ, ଦେଖ, ତୁମ୍ଭେ ସୁନ୍ଦରୀ, ଦେଖ, ତୁମ୍ଭେ ସୁନ୍ଦରୀ ଅଟ; ତୁମ୍ଭର ଚକ୍ଷୁ କପୋତ ତୁଲ୍ୟ।
Song of Solomon 2:10 in Oriya 10 ମୋହର ପ୍ରିୟତମ କଥା କହିଲେ ଓ ସେ ମୋତେ କହିଲେ, “ହେ ମୋହର ପ୍ରିୟେ, ମୋହର ସୁନ୍ଦରୀ, ଉଠ, ବାହାରି ଆସ।
Song of Solomon 4:1 in Oriya 1 ହେ ମୋହର ପ୍ରିୟେ, ଦେଖ, ତୁମ୍ଭେ ସୁନ୍ଦରୀ; ଦେଖ ତୁମ୍ଭେ ସୁନ୍ଦରୀ; ଓଢ଼ଣା ତଳେ ତୁମ୍ଭ ଚକ୍ଷୁ କପୋତ ତୁଲ୍ୟ; ତୁମ୍ଭର କେଶ ଗିଲିୟଦ ପର୍ବତ ପାର୍ଶ୍ୱରେ ଆରାମକାରୀ ଛେଳିପଲ ତୁଲ୍ୟ।
Song of Solomon 4:7 in Oriya 7 ହେ ମୋହର ପ୍ରିୟେ, ତୁମ୍ଭେ ସର୍ବାଙ୍ଗ ସୁନ୍ଦରୀ; ତୁମ୍ଭଠାରେ କୌଣସି ଖୁଣ ନାହିଁ।
Song of Solomon 4:10 in Oriya 10 ହେ ମୋହର ଭଗିନୀ, ମୋହର କନ୍ୟେ, ତୁମ୍ଭର ପ୍ରେମ କିପରି ମନୋରମ ! ତୁମ୍ଭ ପ୍ରେମ ଦ୍ରାକ୍ଷାରସ ଅପେକ୍ଷା କିପରି ଉତ୍ତମ ! ପୁଣି, ତୁମ୍ଭ ତୈଳର ସୁଗନ୍ଧ ସର୍ବପ୍ରକାର ସୁଗନ୍ଧିଦ୍ରବ୍ୟ ଅପେକ୍ଷା କିପରି ଉତ୍ତମ !
Song of Solomon 5:9 in Oriya 9 ହେ ନାରୀଗଣ ମଧ୍ୟରେ ପରମା ସୁନ୍ଦରୀ, ତୁମ୍ଭ ପ୍ରିୟତମ କି ବିଷୟରେ ଅନ୍ୟ ପ୍ରିୟତମଠାରୁ ଅଧିକ ? ତୁମ୍ଭେ ଯେ ଆମ୍ଭମାନଙ୍କୁ ଶପଥ ଦେଉଅଛ, ତୁମ୍ଭ ପ୍ରିୟତମ କି ବିଷୟରେ ଅନ୍ୟ ପ୍ରିୟତମଠାରୁ ଅଧିକ ?
Song of Solomon 6:1 in Oriya 1 ହେ ନାରୀଗଣ ମଧ୍ୟରେ ପରମ ସୁନ୍ଦରୀ, ତୁମ୍ଭର ପ୍ରିୟତମ କେଉଁଆଡ଼େ ଯାଇଅଛନ୍ତି ? ତୁମ୍ଭ ସଙ୍ଗେ ଆମ୍ଭେମାନେ ଯେପରି ଖୋଜି ପାରିବା, ଏଥିପାଇଁ ତୁମ୍ଭ ପ୍ରିୟତମ କେଉଁଆଡେ ଯାଇଛନ୍ତି କୁହ ?
Song of Solomon 6:4 in Oriya 4 ହେ ମୋହର ପ୍ରିୟେ, ତୁମ୍ଭେ ତିର୍ସା ପରି ସୁନ୍ଦରୀ, ଯିରୁଶାଲମ ପରି ଶୋଭାବତୀ, ଧ୍ୱଜାଧାରୀ ସୈନ୍ୟ ପରି ଭୟଙ୍କରୀ।
Song of Solomon 7:1 in Oriya 1 ହେ ରାଜକନ୍ୟେ, ପାଦୁକାରେ ତୁମ୍ଭ ଚରଣ କିପରି ସୁନ୍ଦର। ତୁମ୍ଭର କଟିମଣ୍ଡଳ ନିପୁଣ ଶିଳ୍ପକର ହସ୍ତରେ ନିର୍ମିତ ରତ୍ନହାର ସ୍ୱରୂପ।
Jeremiah 6:16 in Oriya 16 ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ପଥମାନର ମଧ୍ୟରେ ଠିଆ ହୋଇ ଦେଖ, ଆଉ ପୁରାତନ ପଥମାନର ବିଷୟ ପଚାରି କୁହ, ଉତ୍ତମ ପଥ କାହିଁ ? ଓ ତହିଁରେ ଗମନ କର; ତେବେ ତୁମ୍ଭେମାନେ ଆପଣା ଆପଣା ପ୍ରାଣରେ ବିଶ୍ରାମ ପାଇବ;” ମାତ୍ର ସେମାନେ କହିଲେ, “ଆମ୍ଭେମାନେ ତହିଁରେ ଗମନ କରିବା ନାହିଁ।”
John 21:15 in Oriya 15 ସେମାନେ ଭୋଜନ କଲା ଉତ୍ତାରେ ଯୀଶୁ ଶିମୋନ ପିତରଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କ'ଣ ମୋତେ ଏମାନଙ୍କଠାରୁ ଅଧିକ ପ୍ରେମ କରୁଅଛ ? ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ସେ ତାଙ୍କୁ କହିଲେ, ମୋହର ମେଷଶାବକମାନଙ୍କୁ ଚରାଅ।
1 Corinthians 11:1 in Oriya 1 ମୁଁ ଯେପରି ଖ୍ରୀଷ୍ଟଙ୍କ ଅନୁକାରୀ, ତୁମ୍ଭେମାନେ ମଧ୍ୟ ସେହିପରି ମୋହର ଅନୁକାରୀ ହୁଅ।
Ephesians 5:27 in Oriya 27 ଯେପରି ମଣ୍ଡଳୀ ନିଷ୍କଳଙ୍କ, ନିଖୁନ୍ତ ଓ ସମସ୍ତ ପ୍ରକାର ଦୋଷରହିତ ହୋଇ ପବିତ୍ର ଓ ଅନିନ୍ଦନୀୟ ହୁଏ , ଆଉ ସେହିପରି ଗୌରବମୟ ଅବସ୍ଥାରେ ସେ ତାହାକୁ ଆପଣା ନିକଟରେ ଉପସ୍ଥିତ କରନ୍ତି।
Hebrews 6:12 in Oriya 12 ଯେପରି ତୁମ୍ଭେମାନେ ଶିଥିଳ ନ ହୋଇ, ଯେଉଁମାନେ ବିଶ୍ୱାସ ଓ ଧୈର୍ଯ୍ୟ ଦ୍ୱାରା ପ୍ରତିଜ୍ଞାସମୂହର ଅଧିକାରୀ, ବରଂ ସେମାନଙ୍କର ଅନୁକାରୀ ହୁଅ।
Hebrews 11:4 in Oriya 4 ବିଶ୍ୱାସ ଦ୍ୱାରା ହେବଲ ଇଶ୍ବରଙ୍କ ଛାମୁରେ କୟିନ ଅପେକ୍ଷା ଉତ୍କୃଷ୍ଟ ବଳି ଉତ୍ସର୍ଗ କଲେ ଓ ତଦ୍ୱାରା ସେ ଧାର୍ମିକ ବୋଲି ସାକ୍ଷ୍ୟ ପାଇଲେ; ଈଶ୍ୱର ନିଜେ ତାଙ୍କ ଦାନ ସମ୍ବନ୍ଧରେ ସାକ୍ଷ୍ୟ ଦେଲେ, ଆଉ ସେ ମୃତ ହେଲେ ହେଁ ବିଶ୍ୱାସ ଦ୍ୱାରା ଆଜି ପର୍ଯ୍ୟନ୍ତ କଥା କହୁଅଛନ୍ତି।
Hebrews 13:7 in Oriya 7 ଯେଉଁମାନେ ତୁମ୍ଭମାନଙ୍କୁ ଇଶ୍ବରଙ୍କ ବାକ୍ୟ କହିଥିଲେ, ତୁମ୍ଭମାନଙ୍କ ଏପରି ନେତାମାନଙ୍କୁ ସ୍ମରଣ କର; ସେମାନଙ୍କ ଜୀବନଯାତ୍ରାର ଶେଷ ଗତି ପ୍ରତି ଦୃଷ୍ଟି ରଖି ସେମାନଙ୍କ ବିଶ୍ୱାସର ଅନୁକାରୀ ହୁଅ।
James 2:21 in Oriya 21 ଆମ୍ଭମାନଙ୍କ ପିତା ଅବ୍ରହାମ ବେଦି ଉପରେ ଆପଣା ପୁତ୍ର ଇସ୍ହାକଙ୍କୁ ଉତ୍ସର୍ଗ କରିବା ବେଳେ କ'ଣ କର୍ମ ଦ୍ୱାରା ଧାର୍ମିକ ଗଣିତ ହୋଇ ନ ଥିଲେ ?
James 2:25 in Oriya 25 ସେହି ପ୍ରକାରେ ମଧ୍ୟ ରାହାବ ବେଶ୍ୟା ଗୁପ୍ତଚରମାନଙ୍କୁ ଆତିଥ୍ୟ କରି ଅନ୍ୟ ବାଟ ଦେଇ ସେମାନଙ୍କୁ ବିଦାୟ କରିବାରୁ କ'ଣ କର୍ମ ଦ୍ୱାରା ଧାର୍ମିକ ଗଣିତ ହେଲେ ନାହିଁ ?
James 5:10 in Oriya 10 ହେ ଭାଇମାନେ, ଯେଉଁ ଭାବବାଦୀମାନେ ପ୍ରଭୁଙ୍କ ନାମରେ କଥା କହିଥିଲେ, ସେମାନଙ୍କୁ କ୍ଳେଶଭୋଗ ଓ ଧୈର୍ଯ୍ୟର ଦୃଷ୍ଟାନ୍ତ ସ୍ୱରୂପେ ଗ୍ରହଣ କର।
1 Peter 3:6 in Oriya 6 ସେହିପରି ସାରା ଅବ୍ରହାମଙ୍କୁ ପ୍ରଭୁ ବୋଲି କହି ତାହାଙ୍କର ଆଜ୍ଞାବହ ହେଲେ; ତୁମ୍ଭେମାନେ ଯଦି କୌଣସି ବିଷୟରେ ଭୀତ ନ ହୋଇ ସଦାଚରଣ କର, ତେବେ ତୁମ୍ଭେମାନେ ହିଁ ତାହାଙ୍କର ସନ୍ତାନ।
Revelation 19:7 in Oriya 7 ଆସ, ଆମ୍ଭେମାନେ ଆନନ୍ଦ ଓ ଉଲ୍ଲାସ କରୁ, କାରଣ ମେଷଶାବକଙ୍କ ବିବାହର ସମୟ ଉପସ୍ଥିତ, ଆଉ ତାହାଙ୍କ କନ୍ୟା ଆପଣାକୁ ସଜ୍ଜିତ କରିଅଛି।