Song of Solomon 2:14 in Oriya 14 ହେ ମୋହର କପୋତୀ, ତୁମ୍ଭେ ଶୈଳର ଫାଟରେ ଗଡ଼ନ୍ତି ସ୍ଥାନର ଅନ୍ତରାଳରେ ଅଛ, ମୋତେ ତୁମ୍ଭ ରୂପ ଦେଖିବାକୁ ଦିଅ, ମୋତେ ତୁମ୍ଭ ରବ ଶୁଣିବାକୁ ଦିଅ; କାରଣ ତୁମ୍ଭ ରବ ସୁମିଷ୍ଟ ଓ ତୁମ୍ଭ ରୂପ ମନୋହର।
Other Translations King James Version (KJV) O my dove, that art in the clefts of the rock, in the secret places of the stairs, let me see thy countenance, let me hear thy voice; for sweet is thy voice, and thy countenance is comely.
American Standard Version (ASV) O my dove, that art in the clefts of the rock, In the covert of the steep place, Let me see thy countenance, Let me hear thy voice; For sweet is thy voice, and thy countenance is comely.
Bible in Basic English (BBE) O my dove, you are in the holes of the mountain sides, in the cracks of the high hills; let me see your face, let your voice come to my ears; for sweet is your voice, and your face is fair.
Darby English Bible (DBY) My dove, in the clefts of the rock, In the covert of the precipice, Let me see thy countenance, let me hear thy voice; For sweet is thy voice, and thy countenance is comely.
World English Bible (WEB) My dove in the clefts of the rock, In the hiding places of the mountainside, Let me see your face. Let me hear your voice; For your voice is sweet, and your face is lovely.
Young's Literal Translation (YLT) My dove, in clefts of the rock, In a secret place of the ascent, Cause me to see thine appearance, Cause me to hear thy voice, For thy voice `is' sweet, and thy appearance comely.
Cross Reference Exodus 3:6 in Oriya 6 ସେ ଆହୁରି କହିଲେ, “ଆମ୍ଭେ ତୁମ୍ଭର ପୈତୃକ ପରମେଶ୍ୱର, ଅର୍ଥାତ୍, ଅବ୍ରହାମର ପରମେଶ୍ୱର ଓ ଇସ୍ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର।” ତହିଁରେ ମୋଶା ଆପଣା ମୁଖ ଆଚ୍ଛାଦନ କଲେ, କାରଣ ସେ ପରମେଶ୍ୱରଙ୍କ ପ୍ରତି ଦୃଷ୍ଟି କରିବାକୁ ଭୀତ ହେଲେ।
Exodus 4:11 in Oriya 11 ତହିଁରେ ସଦାପ୍ରଭୁ ତାହାଙ୍କୁ କହିଲେ, “ମନୁଷ୍ୟର ମୁଖ କିଏ ନିର୍ମାଣ କରିଛନ୍ତି ? ପୁଣି, ମନୁଷ୍ୟକୁ ମୂକ ବା ବଧିର ଅବା ଦୃଷ୍ଟିବିଶିଷ୍ଟ କିଅବା ଦୃଷ୍ଟିହୀନ କିଏ କରନ୍ତି ? ଆମ୍ଭେ ସଦାପ୍ରଭୁ କି ତାହା ନ କରୁ ?
Exodus 33:22 in Oriya 22 ତହିଁରେ ତୁମ୍ଭ ନିକଟ ଦେଇ ଆମ୍ଭ ମହିମାର ଗମନ ସମୟରେ ଆମ୍ଭେ ତୁମ୍ଭକୁ ଶୈଳର ସେହି ଛିଦ୍ରରେ ରଖିବା ଓ ଆମ୍ଭ ଗମନର ଶେଷ ପର୍ଯ୍ୟନ୍ତ ଆପଣା ହସ୍ତରେ ତୁମ୍ଭକୁ ଆଚ୍ଛନ୍ନ କରିବା।
Ezra 9:5 in Oriya 5 ତହୁଁ ସନ୍ଧ୍ୟାକାଳୀନ ବଳିଦାନ ସମୟରେ ମୁଁ ଆପଣା ଦୁଃଖିତାବସ୍ଥାରୁ ଉଠିଲି, ମୋ' ଦେହରେ ମୋହର ଚିରା ବସ୍ତ୍ର ଓ ଚୋଗା ଥିଲା; ପୁଣି, ମୁଁ ଆପଣା ଆଣ୍ଠୁ ପାତି ସଦାପ୍ରଭୁ ମୋ' ପରମେଶ୍ୱରଙ୍କ ଆଡ଼େ ହସ୍ତ ବିସ୍ତାର କରି କହିଲି,
Job 9:16 in Oriya 16 ଯେବେ ମୁଁ ଡାକିଥା'ନ୍ତି ଓ ସେ ମୋତେ ଉତ୍ତର ଦେଇଥା'ନ୍ତେ, ତେବେ ହେଁ ସେ ମୋ' ରବରେ ମନୋଯୋଗ କଲେ ବୋଲି ମୁଁ ବିଶ୍ୱାସ କରନ୍ତି ନାହିଁ।
Psalm 22:3 in Oriya 3 ତଥାପି ହେ ଇସ୍ରାଏଲର ପ୍ରଶଂସା-ନିବାସୀନ୍, ତୁମ୍ଭେ ପବିତ୍ର ଅଟ।
Psalm 45:11 in Oriya 11 ତହିଁରେ ରାଜା ତୁମ୍ଭ ସୌନ୍ଦର୍ଯ୍ୟ ବାଞ୍ଛା କରିବେ। କାରଣ ସେ ତୁମ୍ଭର ପ୍ରଭୁ; ତୁମ୍ଭେ ତାହାଙ୍କୁ ପ୍ରଣାମ କର।
Psalm 50:14 in Oriya 14 ତୁମ୍ଭେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଧନ୍ୟବାଦରୂପ ବଳି ଉତ୍ସର୍ଗ କର ଓ ସର୍ବୋପରିସ୍ଥଙ୍କ ଉଦ୍ଦେଶ୍ୟରେ ଆପଣା ମାନତ ପୂର୍ଣ୍ଣ କର;
Psalm 50:23 in Oriya 23 ଯେଉଁ ଜନ ଧନ୍ୟବାଦରୂପ ବଳି ଉତ୍ସର୍ଗ କରେ, ସେ ଆମ୍ଭକୁ ଗୌରବ ଦିଏ; ଯେଉଁ ଜନ ଆପଣା ଗତି ସରଳ କରେ, ତାହାକୁ ଆମ୍ଭେ ପରମେଶ୍ୱରଙ୍କ ପରିତ୍ରାଣ ଦେଖାଇବା।”
Psalm 68:13 in Oriya 13 ଯେଉଁ କପୋତର ହରିତ୍ ସୁବର୍ଣ୍ଣ-ମଣ୍ଡିତ ଡେଣା, ତାହାର ରୌପ୍ୟ-ମଣ୍ଡିତ ପରସବୁ ପରି ତୁମ୍ଭେମାନେ କି ମେଷଶାଳା ମଧ୍ୟରେ ଶୟନ କରିବ ?
Psalm 74:19 in Oriya 19 ତୁମ୍ଭ ଘୁଘୁର ପ୍ରାଣ ବନ୍ୟ ପଶୁକୁ ସମର୍ପଣ କର ନାହିଁ, ଆପଣା ଦୁଃଖୀ ଲୋକର ପ୍ରାଣ ଚିରକାଳ ବିସ୍ମୃତ ହୁଅ ନାହିଁ।
Psalm 110:3 in Oriya 3 ତୁମ୍ଭ ପରାକ୍ରମର ଦିନରେ ତୁମ୍ଭ ଲୋକମାନେ ସ୍ଵେଚ୍ଛାରେ ଆପଣାମାନଙ୍କୁ ଉତ୍ସର୍ଗ କରନ୍ତି; ପବିତ୍ରତାର ସୌନ୍ଦର୍ଯ୍ୟରେ ଅରୁଣର ଗର୍ଭରୁ ତୁମ୍ଭର ଯୁବକଗଣ ଶିଶିର ତୁଲ୍ୟ ଉତ୍ପନ୍ନ।”
Proverbs 15:8 in Oriya 8 ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠାରେ ଘୃଣାର ବିଷୟ ଅଟେ; ମାତ୍ର ସରଳ ଲୋକଙ୍କର ପ୍ରାର୍ଥନା ତାହାଙ୍କର ତୁଷ୍ଟିକର।
Song of Solomon 1:5 in Oriya 5 ହେ ଯିରୁଶାଲମର କନ୍ୟାଗଣ, ମୁଁ କେଦାରର ତମ୍ବୁ ତୁଲ୍ୟ, ଶଲୋମନଙ୍କର ଯବନିକା ତୁଲ୍ୟ କୃଷ୍ଣବର୍ଣ୍ଣା, ତଥାପି ସୁନ୍ଦରୀ।
Song of Solomon 1:8 in Oriya 8 ହେ ନାରୀଗଣ ମଧ୍ୟରେ ପରମ ସୁନ୍ଦରୀ, ଯଦି ତୁମ୍ଭେ ନ ଜାଣ, ତେବେ ତୁମ୍ଭେ ପଲର ପଦଚିହ୍ନ ଧରି ଗମନ କର ଓ ମେଷପାଳକମାନଙ୍କ ତମ୍ବୁ ନିକଟରେ ଆପଣା ଛେଳିଛୁଆମାନଙ୍କୁ ଚରାଅ।
Song of Solomon 1:15 in Oriya 15 ହେ ମୋହର ପ୍ରିୟେ, ଦେଖ, ତୁମ୍ଭେ ସୁନ୍ଦରୀ, ଦେଖ, ତୁମ୍ଭେ ସୁନ୍ଦରୀ ଅଟ; ତୁମ୍ଭର ଚକ୍ଷୁ କପୋତ ତୁଲ୍ୟ।
Song of Solomon 5:2 in Oriya 2 ମୁଁ ନିଦ୍ରିତା ଥିଲି, ମାତ୍ର ମୋହର ହୃଦୟ ଜାଗ୍ରତ ଥିଲା; ଏହି ତ ମୋ' ପ୍ରିୟତମଙ୍କ ରବ, ସେ ଦ୍ୱାରରେ ଆଘାତ କରି କହୁଅଛନ୍ତି, “ହେ ମୋହର ଭଗିନୀ, ମୋହର ପ୍ରିୟେ, ମୋହର କପୋତୀ, ମୋହର ଶୁଦ୍ଧମତେ; ମୋ' ପାଇଁ ଦ୍ୱାର ଫିଟାଅ; କାରଣ ମୋହର ମସ୍ତକ ଶିଶିରରେ, ମୋହର କେଶ ରାତ୍ରିର ଜଳବିନ୍ଦୁରେ ପରିପୂର୍ଣ୍ଣ।”
Song of Solomon 6:9 in Oriya 9 ମାତ୍ର ମୋ' କପୋତୀ, ମୋ' ଶୁଦ୍ଧମତି ଅଦ୍ୱିତୀୟା; ସେ ଆପଣା ମାତାର ଏକମାତ୍ର; ସେ ଆପଣା ଗର୍ଭଧାରିଣୀର ମନୋନୀତା। କନ୍ୟାମାନେ ତାହାକୁ ଦେଖି ଧନ୍ୟା ବୋଲି କହିଲେ; ହଁ, ରାଣୀ ଓ ଉପପତ୍ନୀଗଣ ତାହାକୁ ପ୍ରଶଂସା କଲେ।
Song of Solomon 8:13 in Oriya 13 ହେ ଉପବନବାସିନୀ, ମିତ୍ରଗଣ ତୁମ୍ଭର ରବ ଶୁଣନ୍ତି; ତାହା ମୋତେ ଶ୍ରବଣ କରାଅ।
Isaiah 2:21 in Oriya 21 ମନୁଷ୍ୟ ଆପଣାର ଭଜନାର୍ଥେ ନିର୍ମିତ ରୌପ୍ୟମୟ ପ୍ରତିମା ଓ ସ୍ୱର୍ଣ୍ଣମୟ ପ୍ରତିମାଗଣକୁ ସେହି ଦିନ ମୂଷିକ ଓ ଚାମଚିକାଗଣର ନିକଟରେ ପକାଇ ଦେବ।
Isaiah 6:5 in Oriya 5 ତେବେ ମୁଁ କହିଲି, “ହାୟ ହାୟ ! ମୁଁ ନଷ୍ଟ ହେଲି; କାରଣ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ମନୁଷ୍ୟ ଓ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ଗୋଷ୍ଠୀ ମଧ୍ୟରେ ବାସ କରୁଅଛି; ତଥାପି ମୋହର ଚକ୍ଷୁ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କୁ ଦେଖିଅଛି !”
Isaiah 51:3 in Oriya 3 କାରଣ ସଦାପ୍ରଭୁ ସିୟୋନକୁ ସାନ୍ତ୍ୱନା କରିଅଛନ୍ତି; ସେ ତାହାର ଉତ୍ସନ୍ନ ସ୍ଥାନସବୁକୁ ସାନ୍ତ୍ୱନା କରିଅଛନ୍ତି; ସେ ତାହାର ପ୍ରାନ୍ତରକୁ ଏଦନ ତୁଲ୍ୟ ଓ ତାହାର ମରୁଭୂମିକୁ ସଦାପ୍ରଭୁଙ୍କ ଉଦ୍ୟାନ ତୁଲ୍ୟ କରିଅଛନ୍ତି; ଆନନ୍ଦ ଓ ଉଲ୍ଲାସ, ଧନ୍ୟବାଦ ଓ ସଙ୍ଗୀତ ଧ୍ୱନି ତହିଁ ମଧ୍ୟରେ ହେବ।
Isaiah 60:8 in Oriya 8 ମେଘର ନ୍ୟାୟ ଓ ଆପଣା ଆପଣା ଭାଡ଼ିକୁ ଉଡ଼ନ୍ତା କପୋତଗଣର ନ୍ୟାୟ ଉଡ଼ି ଆସୁଅଛନ୍ତି ଯେ ଏମାନେ, ଏମାନେ କିଏ ?
Jeremiah 48:28 in Oriya 28 ହେ ମୋୟାବ ନିବାସୀଗଣ, ତୁମ୍ଭେମାନେ ନଗରସବୁ ତ୍ୟାଗ କରି ଶୈଳରେ ବାସ କର ଓ ଗର୍ତ୍ତର ମୁଖ ପାର୍ଶ୍ୱରେ ବସାକାରୀ କପୋତର ତୁଲ୍ୟ ହୁଅ।
Jeremiah 49:16 in Oriya 16 “ଗୋ ଶୈଳଛିଦ୍ର ନିବାସିନୀ, ହେ ପର୍ବତ ଶୃଙ୍ଗ ଅବଲମ୍ବିନୀ, ତୁମ୍ଭର ଭୟଙ୍କରତା ବିଷୟରେ, ତୁମ୍ଭ ଅନ୍ତଃକରଣର ଅହଙ୍କାର ତୁମ୍ଭକୁ ବଞ୍ଚନା କରିଅଛି; ଯଦ୍ୟପି ତୁମ୍ଭେ ଉତ୍କ୍ରୋଶ ପକ୍ଷୀ ପରି ଉଚ୍ଚ ସ୍ଥାନରେ ବସା କରିବ, ତଥାପି ଆମ୍ଭେ ତୁମ୍ଭକୁ ସେଠାରୁ ଓହ୍ଳାଇ ଆଣିବା,” ଏହା ସଦାପ୍ରଭୁ କହନ୍ତି।
Ezekiel 7:16 in Oriya 16 ମାତ୍ର ସେମାନଙ୍କ ମଧ୍ୟରୁ ଯେଉଁମାନେ ପଳାନ୍ତି, ସେମାନେ ରକ୍ଷା ପାଇବେ ଓ ଉପତ୍ୟକାର ଘୁଘୁ ପରି ପର୍ବତରେ ସମସ୍ତେ ବିଳାପ କରିବେ, ପ୍ରତ୍ୟେକେ ଆପଣା ଆପଣା ଅଧର୍ମ ହେତୁ ବିଳାପ କରିବେ।
Daniel 9:7 in Oriya 7 ହେ ପ୍ରଭୁ ଧାର୍ମିକତା ତୁମ୍ଭର ଅଟେ, ମାତ୍ର ଆଜିକାର ନ୍ୟାୟ ମୁଖର ବିବର୍ଣ୍ଣତା ଆମ୍ଭମାନଙ୍କର; ତୁମ୍ଭ ବିରୁଦ୍ଧରେ କୃତ ସତ୍ୟ ଲଙ୍ଘନ ସକାଶୁ ଯିହୁଦାର ଲୋକ ଓ ଯିରୂଶାଲମ ନିବାସୀଗଣ ଓ ତୁମ୍ଭ ଦ୍ୱାରା ତାଡ଼ିତ ସକଳ ଦେଶସ୍ଥ ନିକଟବର୍ତ୍ତୀ ଓ ଦୂରବର୍ତ୍ତୀ ସମସ୍ତ ଇସ୍ରାଏଲ ଲୋକ (ବିବର୍ଣ୍ଣତାର ପାତ୍ର)।
Obadiah 1:3 in Oriya 3 ହେ ଶୈଳ-କନ୍ଦରରେ ବାସକାରୀ, ହେ ଉଚ୍ଚସ୍ଥାନ ନିବାସୀ, ତୁମ୍ଭ ଅନ୍ତଃକରଣର ଅହଂକାର ତୁମ୍ଭକୁ ବଞ୍ଚନା କରିଅଛି; ତୁମ୍ଭେ ଆପଣା ମନେ ମନେ କହୁଅଛ, ଆମ୍ଭକୁ ଭୂମିକୁ ଓହ୍ଳାଇ ଆଣିବ କିଏ ?
Matthew 3:16 in Oriya 16 ଯୀଶୁ ବାପ୍ତିଜିତ ହେଲାକ୍ଷଣି ଜଳରୁ ଉଠି ଆସିଲେ, ଆଉ ଦେଖ, ଆକାଶ ଉନ୍ମୁକ୍ତ ହେଲା, ପୁଣି, ସେ ଇଶ୍ବରଙ୍କ ଆତ୍ମାଙ୍କୁ କପୋତ ପରି ଅବତରଣ କରି ଆପଣା ଉପରକୁ ଆସିବା ଦେଖିଲେ।
Matthew 10:16 in Oriya 16 ଦେଖ, ବାଘମାନଙ୍କ ମଧ୍ୟରେ ମେଣ୍ଢାମାନଙ୍କ ପରି ମୁଁ ତୁମ୍ଭମାନଙ୍କୁ ପଠାଉଅଛି, ଅତଏବ ସର୍ପ ପରି ବୁଦ୍ଧିମାନ ଓ କପୋତ ପରି ଅହିଂସକ ହୁଅ।
Luke 8:47 in Oriya 47 ଯେତେବେଳେ ସ୍ତ୍ରୀଲୋକଟି ଦେଖିଲା ଯେ, ସେ ଲୁଚି ରହି ପାରିଲା ନାହିଁ, ସେତେବେଳେ ସେ ଥରି ଥରି ଆସି ତାହାଙ୍କ ପାଦ ତଳେ ପଡ଼ି, କାହିଁକି ତାହାଙ୍କୁ ଛୁଇଁଲା ପୁଣି, କିପରି ସେହିକ୍ଷଣି ସୁସ୍ଥ ହେଲା, ତାହା ସମସ୍ତ ଲୋକଙ୍କ ସାକ୍ଷାତରେ ପ୍ରକାଶ କଲା।
Ephesians 5:27 in Oriya 27 ଯେପରି ମଣ୍ଡଳୀ ନିଷ୍କଳଙ୍କ, ନିଖୁନ୍ତ ଓ ସମସ୍ତ ପ୍ରକାର ଦୋଷରହିତ ହୋଇ ପବିତ୍ର ଓ ଅନିନ୍ଦନୀୟ ହୁଏ , ଆଉ ସେହିପରି ଗୌରବମୟ ଅବସ୍ଥାରେ ସେ ତାହାକୁ ଆପଣା ନିକଟରେ ଉପସ୍ଥିତ କରନ୍ତି।
Colossians 1:22 in Oriya 22 କିନ୍ତୁ ଏବେ ସେ ତୁମ୍ଭମାନଙ୍କୁ ମଧ୍ୟ ଆପଣା ସାକ୍ଷାତରେ ପବିତ୍ର, ଅନିନ୍ଦନୀୟ ଓ ନିର୍ଦ୍ଦୋଷ କରି ସ୍ଥାପନ କରିବା ନିମନ୍ତେ ଖ୍ରୀଷ୍ଟଙ୍କ ମାଂସମୟ ଶରୀରରେ ମୃତ୍ୟୁ ଦ୍ୱାରା ତୁମ୍ଭମାନଙ୍କୁ ଆପଣା ସହିତ ମିଳିତ କରିଅଛନ୍ତି;
Hebrews 4:16 in Oriya 16 ଅତଏବ ଆସ, କୃପାପ୍ରାପ୍ତି ନିମନ୍ତେ ପୁଣି, ଉପଯୁକ୍ତ ସମୟରେ ଉପକାରକଙ୍କ ଅନୁଗ୍ରହ ପାଇବା ନିମନ୍ତେ ଆମ୍ଭେମାନେ ସାହସରେ ଅନୁଗ୍ରହ ସିଂହାସନ ନିକଟକୁ ଯାଉ।
Hebrews 10:22 in Oriya 22 ଆସ, ଆମ୍ଭେମାନେ ହୃଦୟ ପ୍ରକ୍ଷାଳନ ଦ୍ୱାରା କଳୁଷିତ ବିବେକରୁ ଶୁଚିକୃତ ଓ ନିର୍ମଳ ଜଳରେ ଧୌତଶରୀର ହୋଇ ସରଳ ହୃଦୟ ସହ ପୂର୍ଣ୍ଣ ବିଶ୍ୱାସରେ ଇଶ୍ବରଙ୍କ ନିକଟବର୍ତ୍ତୀ ହେଉ;
1 Peter 3:4 in Oriya 4 ହୃଦୟର ଯେଉଁ କୋମଳ ଓ ଶାନ୍ତିଯୁକ୍ତ ଗୁପ୍ତ ସ୍ୱଭାବ ଇଶ୍ବରଙ୍କ ଦୃଷ୍ଟିରେ ବହୁମୂଲ୍ୟ, ତାହା ହିଁ ତୁମ୍ଭମାନଙ୍କର ଅକ୍ଷୟ ଭୂଷଣ ହେଉ।
Jude 1:24 in Oriya 24 ଯେ ତୁମ୍ଭମାନଙ୍କୁ ଝୁଣ୍ଟିବାରୁ ରକ୍ଷା କରିବାକୁ ପୁଣି, ଆପଣା ଗୌରବ ସମ୍ମୁଖରେ ମହାନନ୍ଦରେ ନିର୍ଦ୍ଦୋଷ ରୂପେ ଉପସ୍ଥିତ କରିବାକୁ ସକ୍ଷମ,
Revelation 4:8 in Oriya 8 ପ୍ରତ୍ୟେକ ପ୍ରାଣୀର ଛଅ ଛଅ ପକ୍ଷ, ସେହି ପକ୍ଷଗୁଡ଼ିକର ବାହାର ଓ ଭିତର ଚକ୍ଷୁରେ ପରିପୂର୍ଣ୍ଣ। ସେମାନେ ଦିବାରାତ୍ର ବିଶ୍ରାମ ନ କରି କହୁଅଛନ୍ତି, ଯେ ସର୍ବଶକ୍ତିମାନ, ଯେ ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ, ସେହି ପ୍ରଭୁ ଈଶ୍ୱର ପବିତ୍ର, ପବିତ୍ର, ପବିତ୍ର।
Revelation 5:8 in Oriya 8 ସେ ପୁସ୍ତକ ନିଅନ୍ତେ ସେହି ଚାରି ପ୍ରାଣୀ ଓ ଚବିଶ ପ୍ରାଚୀନ ମେଷଶାବକଙ୍କ ସମ୍ମୁଖରେ ଉବୁଡ଼ ହୋଇପଡ଼ିଲେ; ସେମାନଙ୍କ ପ୍ରତ୍ୟେକର ହସ୍ତରେ ବୀଣା ଓ ସାଧୁମାନଙ୍କ ପ୍ରାର୍ଥନାରୂପ ଧୂପରେ ପରିପୂର୍ଣ୍ଣ ସୁବର୍ଣ୍ଣ ପାତ୍ର ଥିଲା।
Revelation 7:9 in Oriya 9 ଏହାପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସର୍ବଜାତୀୟ, ସର୍ବଗୋଷ୍ଠୀୟ, ସର୍ବବଂଶୀୟ ଓ ସର୍ବଭାଷାବାଦୀ ଅଗଣ୍ୟ ଏକ ମହାଜନତା ଶୁକ୍ଳ ବସ୍ତ୍ର ପରିହିତ ହୋଇ ଓ ଖଜୁରିବାହୁଙ୍ଗା ହସ୍ତରେ ଧରି ସିଂହାସନ ଓ ମେଷଶାବକଙ୍କ ସମ୍ମୁଖରେ ଦଣ୍ଡାୟମାନ ହୋଇଅଛନ୍ତି;