Song of Solomon 2:3 in Oriya 3 ଯେପରି ବନବୃକ୍ଷମାନଙ୍କ ମଧ୍ୟରେ ନାଗରଙ୍ଗ ବୃକ୍ଷ, ସେପରି ଯୁବାମାନଙ୍କ ମଧ୍ୟରେ ମୋହର ପ୍ରିୟତମ। ମୁଁ ପରମ ଆନନ୍ଦରେ ତାଙ୍କ ଛାୟା ତଳେ ବସିଲି ଓ ତାଙ୍କ ଫଳ ମୋ' ତୁଣ୍ଡକୁ ସ୍ୱାଦ ଲାଗିଲା।
Other Translations King James Version (KJV) As the apple tree among the trees of the wood, so is my beloved among the sons. I sat down under his shadow with great delight, and his fruit was sweet to my taste.
American Standard Version (ASV) As the apple-tree among the trees of the wood, So is my beloved among the sons. I sat down under his shadow with great delight, And his fruit was sweet to my taste.
Bible in Basic English (BBE) As the apple-tree among the trees of the wood, so is my loved one among the sons. I took my rest under his shade with great delight, and his fruit was sweet to my taste.
Darby English Bible (DBY) As the apple-tree among the trees of the wood, So is my beloved among the sons: In his shadow have I rapture and sit down; And his fruit is sweet to my taste.
World English Bible (WEB) As the apple tree among the trees of the wood, So is my beloved among the sons. I sat down under his shadow with great delight, His fruit was sweet to my taste.
Young's Literal Translation (YLT) As a citron among trees of the forest, So `is' my beloved among the sons, In his shade I delighted, and sat down, And his fruit `is' sweet to my palate.
Cross Reference Genesis 3:22 in Oriya 22 ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ଦେଖ, ମନୁଷ୍ୟ ଭଲ ଓ ମନ୍ଦର ବୋଧ ପ୍ରାପ୍ତ ହୋଇ ଆମ୍ଭମାନଙ୍କ ପରି ଜଣେ ହୋଇଅଛି,” ଆଉ ଏବେ ସେ ଯେପରି ହାତ ବଢ଼ାଇ ଅମୃତ ବୃକ୍ଷର ଫଳ ମଧ୍ୟ ତୋଳି ଖାଇ ଅନନ୍ତଜୀବୀ ନ ହୁଅଇ,
Judges 9:15 in Oriya 15 ତହିଁରେ କଣ୍ଟକଲତା ବୃକ୍ଷମାନଙ୍କୁ କହିଲା, ଯେବେ ତୁମ୍ଭେମାନେ ମୋତେ ତୁମ୍ଭମାନଙ୍କ ଉପରେ ସତ୍ୟରେ ରାଜା କରିବାକୁ ଅଭିଷେକ କର, ତେବେ ଆସି ମୋର ଛାୟାରେ ଆଶ୍ରୟ ନିଅ; ନୋହିଲେ କଣ୍ଟକଲତାରୁ ଅଗ୍ନି ବାହାରି ଲିବାନୋନ୍ର ଏରସ ବୃକ୍ଷମାନଙ୍କୁ ଗ୍ରାସ କରୁ।
Judges 9:19 in Oriya 19 ଏହେତୁ ଯେବେ ଆଜି ତୁମ୍ଭେମାନେ ଯିରୁବ୍ବାଲ୍ ଓ ତାଙ୍କର ବଂଶ ସଙ୍ଗେ ସତ୍ୟ ଓ ସରଳ ବ୍ୟବହାର କରିଥାଅ, ତେବେ ଅବୀମେଲକ୍କୁ ଘେନି ଆନନ୍ଦ କର ଓ ସେ ମଧ୍ୟ ତୁମ୍ଭମାନଙ୍କୁ ଘେନି ଆନନ୍ଦ କରୁ।
Psalm 45:2 in Oriya 2 ତୁମ୍ଭେ ମନୁଷ୍ୟ-ସନ୍ତାନଗଣ ଅପେକ୍ଷା ଅଧିକ ସୁନ୍ଦର; ତୁମ୍ଭ ଓଷ୍ଠାଧରରେ ଅନୁଗ୍ରହ ଢଳା ଯାଇଅଛି; ଏହେତୁ ପରମେଶ୍ୱର ତୁମ୍ଭକୁ ଅନନ୍ତକାଳ ଆଶୀର୍ବାଦ କରିଅଛନ୍ତି।
Psalm 57:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍-ତଶ୍ହେତ୍ ସ୍ୱରରେ ଦାଉଦଙ୍କର ଗୀତ। ମିକ୍ତାମ୍; ଗୁମ୍ଫାରେ ଶାଉଲଙ୍କ ସମ୍ମୁଖରୁ ପଳାଇବା ବେଳେ ରଚିତ। ହେ ପରମେଶ୍ୱର, ମୋତେ ଦୟା କର; ମୋତେ ଦୟା କର; କାରଣ ମୋ' ପ୍ରାଣ ତୁମ୍ଭର ଶରଣାଗତ; ଆଉ, ଏହିସବୁ ବିପଦ ବହିଯିବା ପର୍ଯ୍ୟନ୍ତ ମୁଁ ତୁମ୍ଭ ପକ୍ଷର ଛାୟାରେ ଶରଣ ନେବି।
Psalm 89:6 in Oriya 6 କାରଣ ଆକାଶରେ ସଦାପ୍ରଭୁଙ୍କ ସଙ୍ଗେ କାହାର ଉପମା କରାଯାଇ ପାରେ ? ଯେଉଁ ପରମେଶ୍ୱର ପବିତ୍ରଗଣର ସଭାରେ ଅତି ଭୟଙ୍କର
Psalm 91:1 in Oriya 1 ଯେଉଁ ଜନ ସର୍ବୋପରିସ୍ଥଙ୍କ ଆବୃତ ସ୍ଥାନରେ ବାସ କରେ, ସେ ସର୍ବଶକ୍ତିମାନଙ୍କ ଛାୟା ତଳେ ବସତି କରିବ।
Song of Solomon 2:5 in Oriya 5 ତୁମ୍ଭେମାନେ ଦ୍ରାକ୍ଷାଫଳ ଦେଇ ମୋତେ ସୁସ୍ଥିର କର, ନାଗରଙ୍ଗ ଫଳରେ ମୋତେ ଆଶ୍ୱାସ ଦିଅ; କାରଣ ମୁଁ ପ୍ରେମ ପୀଡ଼ିତା।
Song of Solomon 4:16 in Oriya 16 ହେ ଉତ୍ତରୀୟ ବାୟୁ, ଜାଗ; ହେ ଦକ୍ଷିଣ ବାୟୁ, ଆସ; ମୋ' ଉଦ୍ୟାନର ସୁଗନ୍ଧି ଯେପରି ନିର୍ଗତ ହେବ, ଏଥିପାଇଁ ତହିଁ ଉପରେ ବହ। ମୋହର ପ୍ରିୟତମ ଆପଣା ଉଦ୍ୟାନକୁ ଆସନ୍ତୁ ଓ ଆପଣାର ବହୁମୂଲ୍ୟ ଫଳସବୁ ଭୋଜନ କରନ୍ତୁ।
Song of Solomon 5:9 in Oriya 9 ହେ ନାରୀଗଣ ମଧ୍ୟରେ ପରମା ସୁନ୍ଦରୀ, ତୁମ୍ଭ ପ୍ରିୟତମ କି ବିଷୟରେ ଅନ୍ୟ ପ୍ରିୟତମଠାରୁ ଅଧିକ ? ତୁମ୍ଭେ ଯେ ଆମ୍ଭମାନଙ୍କୁ ଶପଥ ଦେଉଅଛ, ତୁମ୍ଭ ପ୍ରିୟତମ କି ବିଷୟରେ ଅନ୍ୟ ପ୍ରିୟତମଠାରୁ ଅଧିକ ?
Song of Solomon 5:16 in Oriya 16 ତାଙ୍କ ମୁଖ ଅତ୍ୟନ୍ତ ସୁମିଷ୍ଟ; ହଁ, ସେ ସର୍ବତୋଭାବେ ମନୋହର। ହେ ଯିରୁଶାଲମର କନ୍ୟାଗଣ, ଏହି ମୋହର ପ୍ରିୟତମ, ଏହି ମୋହର ସଖା।
Song of Solomon 8:5 in Oriya 5 ଆପଣା ପ୍ରିୟତମଙ୍କ ଉପରେ ଆଉଜି ପଡ଼ି ପ୍ରାନ୍ତରରୁ ଆସୁଅଛି ଯେ, ସେ କିଏ ? ନାଗରଙ୍ଗ ବୃକ୍ଷ ତଳେ ମୁଁ ତୁମ୍ଭକୁ ଜଗାଇଲି; ସେଠାରେ ତୁମ୍ଭ ମାତା ତୁମ୍ଭ ପାଇଁ ପ୍ରସବ ବେଦନାଗ୍ରସ୍ତା ହେଲେ, ସେଠାରେ ସେ ପ୍ରସବ ବେଦନାଗ୍ରସ୍ତା ହୋଇ ତୁମ୍ଭକୁ ପ୍ରସବ କଲେ।
Isaiah 4:2 in Oriya 2 ସେହି ଦିନ ଇସ୍ରାଏଲ ମଧ୍ୟରେ ବଞ୍ଚିଥିବା ଲୋକମାନଙ୍କ ନିମନ୍ତେ ସଦାପ୍ରଭୁଙ୍କ ଶାଖା ମନୋରମ ଓ ଗୌରବାନ୍ୱିତ ହେବ, ଆଉ ଦେଶର ଫଳ ଉତ୍ତମ ଓ ମନୋହର ହେବ।
Isaiah 4:6 in Oriya 6 ପୁଣି, ଦିବସରେ ଗ୍ରୀଷ୍ମରୁ ଛାୟା ନିମନ୍ତେ, ଆଉ ଝଡ଼ ଓ ବୃଷ୍ଟିରୁ ଆଶ୍ରୟ ଓ ଆଚ୍ଛାଦନ ସ୍ଥାନ ସ୍ୱରୂପ ହେବା ନିମନ୍ତେ ଏକ ଆବାସ ହେବ।
Isaiah 25:4 in Oriya 4 କାରଣ ତୁମ୍ଭେ ଦରିଦ୍ରର ଦୃଢ଼ ଦୁର୍ଗ, ଦୀନହୀନର ସଙ୍କଟ ସମୟରେ ତାହାର ଦୃଢ଼ ଦୁର୍ଗ, ଭୟଙ୍କର ଲୋକମାନଙ୍କ ଶ୍ୱାସବାୟୁ ପ୍ରବଳ ବତାସ ତୁଲ୍ୟ ପ୍ରାଚୀରରେ ଲାଗିବା ବେଳେ ପ୍ରବଳ ବତାସ ନିବାରକ ଆଶ୍ରୟ, ତାପ ନିବାରକ ଛାୟା ହୋଇଅଛ।
Isaiah 32:2 in Oriya 2 ପୁଣି, ପ୍ରତ୍ୟେକେ ବତାସରୁ ଆଶ୍ରୟ ସ୍ଥାନ ଓ ଝଡ଼ରୁ ଆଶ୍ରୟ, ଶୁଷ୍କ ସ୍ଥାନରେ ଜଳସ୍ରୋତ, ଶ୍ରାନ୍ତିଜନକ ଭୂମିରେ ବୃହତ ଶୈଳର ଛାୟା ସ୍ୱରୂପ ହେବେ।
Ezekiel 17:23 in Oriya 23 ଇସ୍ରାଏଲର ଉଚ୍ଚତମ ପର୍ବତରେ ଆମ୍ଭେ ତାହା ରୋପଣ କରିବା, ତହିଁରେ ତାହା ଶାଖାବିଶିଷ୍ଟ ଓ ଫଳବାନ ହୋଇ ଉତ୍ତମ ଏରସ ବୃକ୍ଷ ହେବ; ତହିଁର ତଳେ ସର୍ବଜାତୀୟ ପକ୍ଷୀ ବାସ କରିବେ; ସେମାନେ ତହିଁର ଶାଖାମାନର ଛାୟାରେ ବାସ କରିବେ।
Ezekiel 47:12 in Oriya 12 ଆଉ, ନଦୀ ନିକଟରେ ତହିଁର ତୀର ଉପରେ, ଏପାଖରେ ଓ ସେପାଖରେ ସର୍ବପ୍ରକାର ଭୋଜନାର୍ଥ ଫଳବୃକ୍ଷ ହେବ, ତହିଁର ପତ୍ର ମଳିନ ହେବ ନାହିଁ, କିଅବା ତହିଁର ଫଳର ଅଭାବ ହେବ ନାହିଁ; ସେହି ଜଳସବୁ ପବିତ୍ର ସ୍ଥାନରୁ ନିର୍ଗତ ହେବା ସକାଶୁ ବୃକ୍ଷ ପ୍ରତି ମାସ ନୂତନ ଫଳ ଫଳିବ ଓ ତହିଁର ଫଳ ଆହାରାର୍ଥେ ଓ ତହିଁର ପତ୍ର ଆରୋଗ୍ୟାର୍ଥେ ହେବ।
John 1:14 in Oriya 14 ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ।
John 3:29 in Oriya 29 ଯେ କନ୍ୟା ଗ୍ରହଣ କରନ୍ତି, ସେ ବର, କିନ୍ତୁ ବରଙ୍କ ଯେଉଁ ବନ୍ଧୁ ଠିଆ ହୋଇ ତାଙ୍କ କଥା ଶୁଣେ, ସେ ବରଙ୍କ ସ୍ୱର ସକାଶେ ଅତ୍ୟନ୍ତ ଆନନ୍ଦିତ ହୁଏ। ଅତଏବ, ମୋହର ଏହି ଆନନ୍ଦ ପୂର୍ଣ୍ଣ ହୋଇଅଛି।
John 15:1 in Oriya 1 ମୁଁ ପ୍ରକୃତ ଦ୍ରାକ୍ଷାଲତା, ପୁଣି, ମୋହର ପିତା କୃଷକ।
Hebrews 1:1 in Oriya 1 ଈଶ୍ୱର ଅତୀତରେ ବିଭିନ୍ନ ସ୍ଥାନରେ ଓ ବିଭିନ୍ନ ପ୍ରକାରେ ଭାବବାଦୀମାନଙ୍କ ଦ୍ୱାରା ଆମ୍ଭମାନଙ୍କ ପିତୃପୁରୁଷମାନଙ୍କୁ କଥା କହି
Hebrews 3:1 in Oriya 1 ଅତଏବ, ହେ ସ୍ୱର୍ଗୀୟ ଆହ୍ୱାନର ସହଭାଗୀ ପବିତ୍ର ଭ୍ରାତୃଗଣ, ଆମ୍ଭମାନଙ୍କ ବିଶ୍ୱାସ ମତାନୁସାରେ ପ୍ରେରିତ ଓ ମହାଯାଜକ ଯୀଶୁଙ୍କ ବିଷୟ ବିବେଚନା କର;
Hebrews 7:23 in Oriya 23 ସେହି ଯାଜକମାନେ ତ ବହୁସଂଖ୍ୟାରେ ନିଯୁକ୍ତ ହୋଇଅଛନ୍ତି, କାରଣ ମୃତ୍ୟୁ ସେମାନଙ୍କୁ ଚିରସ୍ଥାୟୀ ହେବାକୁ ଦେଇ ନାହିଁ,
Hebrews 12:2 in Oriya 2 ସେ ଆପଣା ସମ୍ମୁଖସ୍ଥ ଆନନ୍ଦ ନିମନ୍ତେ ଅପମାନ ତୁଚ୍ଛଜ୍ଞାନ କରି ଧୈର୍ଯ୍ୟ ସହ କ୍ରୁଶୀୟ ମୃତ୍ୟୁଭୋଗ କଲେ, ପୁଣି, ଇଶ୍ବରଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି।
1 John 1:3 in Oriya 3 ଯାହା ଆମ୍ଭେମାନେ ଦେଖିଅଛୁ ଓ ଶୁଣିଅଛୁ, ତାହା ତୁମ୍ଭମାନଙ୍କୁ ମଧ୍ୟ ଜଣାଉଅଛୁ, ଯେପରି ତୁମ୍ଭମାନଙ୍କର ମଧ୍ୟ ଆମ୍ଭମାନଙ୍କ ସହିତ ସହଭାଗିତା ହୋଇ ପାରେ; ଆଉ ଆମ୍ଭମାନଙ୍କର ସହଭାଗିତା ପିତା ଓ ତାହାଙ୍କର ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ସହିତ ଅଛି।
Revelation 22:1 in Oriya 1 ପରେ ସେ ମୋତେ ଜୀବନଦାୟକ ଜଳର ଗୋଟିଏ ନଦୀ ଦେଖାଇଲେ, ତାହା ସ୍ଫଟିକ ସଦୃଶ ଉଜ୍ଜ୍ୱଳ, ପୁଣି, ଈଶ୍ୱର ଓ ମେଷଶାବକଙ୍କ ସିଂହାସନରୁ ନିର୍ଗତ ହୋଇ ନଗରର ପଥ ମଧ୍ୟ ଦେଇ ପ୍ରବାହିତ ହେଉଅଛି।