Song of Solomon 3:11 in Oriya 11 ହେ ସିୟୋନର କନ୍ୟାଗଣ, ତୁମ୍ଭେମାନେ ବାହାରେ ଯାଇ ମୁକୁଟଭୂଷିତ ଶଲୋମନ ରାଜାଙ୍କୁ ଦେଖ, ତାଙ୍କ ବିବାହ ଦିନରେ ଓ ତାଙ୍କ ମନର ଆନନ୍ଦ ଦିନରେ ତାଙ୍କ ମାତା ତାଙ୍କୁ ସେହି ମୁକୁଟ ପିନ୍ଧାଇଅଛନ୍ତି।
Other Translations King James Version (KJV) Go forth, O ye daughters of Zion, and behold king Solomon with the crown wherewith his mother crowned him in the day of his espousals, and in the day of the gladness of his heart.
American Standard Version (ASV) Go forth, O ye daughters of Zion, and behold king Solomon, With the crown wherewith his mother hath crowned him In the day of his espousals, And in the day of the gladness of his heart.
Bible in Basic English (BBE) Go out, O daughters of Jerusalem, and see King Solomon, with the crown which his mother put on his head on the day when he was married, and on the day of the joy of his heart.
Darby English Bible (DBY) Go forth, daughters of Zion, And behold king Solomon With the crown wherewith his mother crowned him In the day of his espousals, And in the day of the gladness of his heart.
World English Bible (WEB) Go forth, you daughters of Zion, and see king Solomon, With the crown with which his mother has crowned him, In the day of his weddings, In the day of the gladness of his heart. Lover
Young's Literal Translation (YLT) Go forth, and look, ye daughters of Zion, On king Solomon, with the crown, With which his mother crowned him, In the day of his espousals, And in the day of the joy of his heart!
Cross Reference Psalm 9:14 in Oriya 14 ତହିଁରେ ମୁଁ ତୁମ୍ଭର ସକଳ ପ୍ରଶଂସା ପ୍ରକାଶ କରିବି। ସିୟୋନର ଲୋକମାନଙ୍କ ନଗର-ଦ୍ୱାରରେ ମୁଁ ତୁମ୍ଭ କୃତ ପରିତ୍ରାଣରେ ଉଲ୍ଲାସ କରିବି।
Psalm 48:11 in Oriya 11 ତୁମ୍ଭର ସକଳ ଶାସନ ସକାଶୁ ସିୟୋନ ପର୍ବତ ଆନନ୍ଦିତ ହେଉ, ଯିହୂଦାର କନ୍ୟାଗଣ ଉଲ୍ଲାସିତ ହେଉନ୍ତୁ।
Song of Solomon 1:5 in Oriya 5 ହେ ଯିରୁଶାଲମର କନ୍ୟାଗଣ, ମୁଁ କେଦାରର ତମ୍ବୁ ତୁଲ୍ୟ, ଶଲୋମନଙ୍କର ଯବନିକା ତୁଲ୍ୟ କୃଷ୍ଣବର୍ଣ୍ଣା, ତଥାପି ସୁନ୍ଦରୀ।
Song of Solomon 2:7 in Oriya 7 ହେ ଯିରୁଶାଲମର କନ୍ୟାଗଣ, ମୁଁ ତୁମ୍ଭମାନଙ୍କୁ କ୍ଷେତ୍ରସ୍ଥିତ ହରିଣୀ ଓ ମୃଗୀଗଣର ଶପଥ ଦେଉଅଛି ଯେ, ପ୍ରେମର ବାସନା ନୋହିବା ପର୍ଯ୍ୟନ୍ତ ତୁମ୍ଭେମାନେ ପ୍ରେମକୁ ଜଗାଅ ନାହିଁ, କି ଉତ୍ତେଜନା କର ନାହିଁ।
Song of Solomon 7:11 in Oriya 11 ଆସ, ମୋ' ପ୍ରିୟତମ, ଆମ୍ଭେମାନେ କ୍ଷେତ୍ରକୁ ଯାଉ; ଆମ୍ଭେମାନେ ପଲ୍ଲୀଗ୍ରାମରେ କାଳକ୍ଷେପଣ କରୁ।
Song of Solomon 8:5 in Oriya 5 ଆପଣା ପ୍ରିୟତମଙ୍କ ଉପରେ ଆଉଜି ପଡ଼ି ପ୍ରାନ୍ତରରୁ ଆସୁଅଛି ଯେ, ସେ କିଏ ? ନାଗରଙ୍ଗ ବୃକ୍ଷ ତଳେ ମୁଁ ତୁମ୍ଭକୁ ଜଗାଇଲି; ସେଠାରେ ତୁମ୍ଭ ମାତା ତୁମ୍ଭ ପାଇଁ ପ୍ରସବ ବେଦନାଗ୍ରସ୍ତା ହେଲେ, ସେଠାରେ ସେ ପ୍ରସବ ବେଦନାଗ୍ରସ୍ତା ହୋଇ ତୁମ୍ଭକୁ ପ୍ରସବ କଲେ।
Isaiah 3:16 in Oriya 16 ଆହୁରି ସଦାପ୍ରଭୁ କହିଲେ, ସିୟୋନର କନ୍ୟାଗଣ ଅହଙ୍କାରିଣୀ ଓ ଆପଣା ଆପଣା ଗ୍ରୀବା ଲମ୍ବାଇ ଓ କଟାକ୍ଷ କରି ଗମନ କରନ୍ତି, ଗମନ କରୁ କରୁ ଚଞ୍ଚଳ ପାଦସଞ୍ଚାର ଓ ଚରଣରେ ରୁଣୁଝୁଣୁ ଶବ୍ଦ କରନ୍ତି;
Isaiah 4:4 in Oriya 4 ସେତେବେଳେ ସିୟୋନରେ ଯେକେହି ଅବଶିଷ୍ଟ ଥାଏ ଓ ଯିରୂଶାଲମରେ ରହେ, ଅର୍ଥାତ୍, ଯିରୂଶାଲମସ୍ଥ ଜୀବିତ ଲୋକମାନଙ୍କ ମଧ୍ୟରେ ଯେ ପ୍ରତ୍ୟେକର ନାମ ଲିଖିତ ହୁଏ, ସେ ପବିତ୍ର ବୋଲି ବିଖ୍ୟାତ ହେବ।
Isaiah 9:6 in Oriya 6 କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ୱଭାର ଥୁଆଯିବ; ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ୱର, ଅନନ୍ତକାଳୀନ ପିତା, ଶାନ୍ତିରାଜା ହେବ।
Isaiah 53:11 in Oriya 11 ସେ ଆପଣା ପ୍ରାଣବେଦନାର ଫଳ ଦେଖି ତୃପ୍ତ ହେବେ; ଆମ୍ଭର ଧାର୍ମିକ ଦାସ ଆପଣାର ଜ୍ଞାନ ଦ୍ୱାରା ଅନେକଙ୍କୁ ଧାର୍ମିକ କରିବେ ଓ ସେ ସେମାନଙ୍କର ଅପରାଧ ବହିବେ।
Isaiah 62:5 in Oriya 5 ଯୁବାଲୋକ ଯେପରି କୁମାରୀକୁ ବିବାହ କରେ, ସେହିପରି ତୁମ୍ଭର ପୁତ୍ରଗଣ ତୁମ୍ଭକୁ ବିବାହ କରିବେ; ପୁଣି ବର ଯେପରି କନ୍ୟାଠାରେ ଆନନ୍ଦ କରେ, ସେହିପରି ତୁମ୍ଭର ପରମେଶ୍ୱର ତୁମ୍ଭଠାରେ ଆନନ୍ଦ କରିବେ।
Jeremiah 2:2 in Oriya 2 “ଯାଅ ଓ ଯିରୂଶାଲମର କର୍ଣ୍ଣଗୋଚରରେ ପ୍ରଚାର କରି କୁହ, ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭ ଯୌବନାବସ୍ଥାର ଭକ୍ତି, ତୁମ୍ଭ ବିବାହ ସମୟର ପ୍ରେମ, ତୁମ୍ଭେ ପ୍ରାନ୍ତରରେ ଅବୁଣା ଦେଶରେ କିରୂପେ ଆମ୍ଭ ପଶ୍ଚାଦ୍ଗମନ କଲ, ଏହା ତୁମ୍ଭ ପକ୍ଷରେ ଆମ୍ଭେ ସ୍ମରଣ କରୁଅଛୁ।
Jeremiah 32:41 in Oriya 41 ଆହୁରି, ଆମ୍ଭେ ସେମାନଙ୍କର ମଙ୍ଗଳ କରିବା ପାଇଁ ସେମାନଙ୍କ ବିଷୟରେ ଆନନ୍ଦ କରିବା ଓ ଆମ୍ଭେ ଆପଣାର ସର୍ବାନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ସେମାନଙ୍କୁ ଏହି ଦେଶରେ ନିଶ୍ଚୟ ରୋପଣ କରିବା।”
Hosea 2:19 in Oriya 19 ପୁଣି, ଆମ୍ଭେ ଚିରକାଳ ନିମନ୍ତେ ଆମ୍ଭ ପାଇଁ ତୁମ୍ଭକୁ ବାଗ୍ଦାନ କରିବା; ହଁ, ଆମ୍ଭେ ତୁମ୍ଭକୁ ଧର୍ମରେ, ନ୍ୟାୟ ବିଚାରରେ, ସ୍ନେହପୂର୍ଣ୍ଣ କରୁଣାରେ ଓ ଦୟାରେ ଆମ୍ଭ ପାଇଁ ବାଗ୍ଦାନ କରିବା।
Zephaniah 3:17 in Oriya 17 ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭର ମଧ୍ୟବର୍ତ୍ତୀ ଅଟନ୍ତି, ସେ ବୀର, ଯେ କି ପରିତ୍ରାଣ କରିବେ; ସେ ତୁମ୍ଭ ବିଷୟରେ ପରମ ଆନନ୍ଦ କରିବେ, ସେ ଆପଣା ସ୍ନେହଭରରେ ନୀରବ ହେବେ, ସେ ଗାନ କରି ତୁମ୍ଭ ବିଷୟରେ ଉଲ୍ଲାସ କରିବେ।
Matthew 12:42 in Oriya 42 ଆଉ, ଦକ୍ଷିଣ ଦେଶର ରାଣୀ ବିଚାରରେ ଏହି ବର୍ତ୍ତମାନ ପୁରୁଷ ସହିତ ଉଠି ଏମାନଙ୍କୁ ଦୋଷୀ କରିବେ କାରଣ ସେ ଶଲୋମନଙ୍କ ଜ୍ଞାନର କଥା ଶୁଣିବାକୁ ପୃଥିବୀର ପ୍ରାନ୍ତରୁ ଆସିଲେ, ଆଉ ଦେଖ, ଶଲୋମନଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି।
Luke 15:6 in Oriya 6 ପୁଣି, ଆପଣା ବନ୍ଧୁ ପ୍ରତିବାସୀମାନଙ୍କୁ ଡାକି ଏକତ୍ର କରି ସେମାନଙ୍କୁ କହେ, ମୋ’ ସାଙ୍ଗରେ ଆନନ୍ଦ କର, ଯେଣୁ ମୋହର ହଜିଯାଇଥିବା ମେଣ୍ଢାଟି ପାଇଲି।
Luke 15:23 in Oriya 23 ପୁଣି, ମୋଟା ବାଛୁରିଟି ଆଣି ମାର; ଆସ, ଆମ୍ଭେମାନେ ଭୋଜନ କରି ଉତ୍ସବ କରୁ,
Luke 15:32 in Oriya 32 କିନ୍ତୁ ଏହି ଯେ ତୋହର ଭାଇଟି ମରିଥିଲା, ପୁନର୍ବାର ବଞ୍ଚିଲା, ହଜିଯାଇଥିଲା, ଆଉ ମିଳିଲା, ସେହି ହେତୁରୁ ଉତ୍ସବ ଓ ଆନନ୍ଦ କରିବା ଉଚିତ୍ ଥିଲା।
John 3:29 in Oriya 29 ଯେ କନ୍ୟା ଗ୍ରହଣ କରନ୍ତି, ସେ ବର, କିନ୍ତୁ ବରଙ୍କ ଯେଉଁ ବନ୍ଧୁ ଠିଆ ହୋଇ ତାଙ୍କ କଥା ଶୁଣେ, ସେ ବରଙ୍କ ସ୍ୱର ସକାଶେ ଅତ୍ୟନ୍ତ ଆନନ୍ଦିତ ହୁଏ। ଅତଏବ, ମୋହର ଏହି ଆନନ୍ଦ ପୂର୍ଣ୍ଣ ହୋଇଅଛି।
John 15:11 in Oriya 11 ମୋହର ଆନନ୍ଦ ଯେପରି ତୁମ୍ଭମାନଙ୍କଠାରେ ଥାଏ, ଆଉ ତୁମ୍ଭମାନଙ୍କ ଆନନ୍ଦ ଯେପରି ପୂର୍ଣ୍ଣ ହୁଏ, ଏଥି ନିମନ୍ତେ ମୁଁ ଏସମସ୍ତ ତୁମ୍ଭମାନଙ୍କୁ କହିଲି।
Philippians 2:9 in Oriya 9 ଏହି କାରଣରୁ ଈଶ୍ୱର ତାହାଙ୍କୁ ଅତିଶୟ ଉନ୍ନତ କରିଅଛନ୍ତି, ପୁଣି, ସମସ୍ତ ନାମ ଅପେକ୍ଷା ସର୍ବୋତ୍କୃଷ୍ଟ ନାମ ତାହାଙ୍କୁ ପ୍ରଦାନ କରିଅଛନ୍ତି,
Colossians 1:18 in Oriya 18 ଆଉ, ସେ ମଣ୍ଡଳୀରୂପ ଶରୀରର ମସ୍ତକ ସ୍ୱରୂପ, ସେ ଆଦି, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ, ଯେପରି ସମସ୍ତ ବିଷୟରେ ସେ ଅଗ୍ରଗଣ୍ୟ ହୁଅନ୍ତି।
Hebrews 2:9 in Oriya 9 କିନ୍ତୁ ଦୂତମାନଙ୍କ ଅପେକ୍ଷା ଯେ ଅଳ୍ପ ସମୟ ନ୍ୟୂନୀକୃତ ହୋଇଥିଲେ, ତାହାଙ୍କୁ, ଅର୍ଥାତ୍, ଯୀଶୁଙ୍କୁ ମୃତ୍ୟୁର ଦୁଃଖଭୋଗ ହେତୁ ଗୌରବ ଓ ସମ୍ଭ୍ରମରୂପ ମୁକୁଟ ପରିଧାନ କରିଥିବାର ଦେଖୁଅଛୁ, ଯେପରି ଇଶ୍ବରଙ୍କ ଅନୁଗ୍ରହରେ ପ୍ରତ୍ୟେକ ମନୁଷ୍ୟ ନିମନ୍ତେ ସେ ମୃତ୍ୟୁ ଆସ୍ୱାଦନ କରନ୍ତି।
Hebrews 13:13 in Oriya 13 ଅତଏବ, ଆସ, ଆମ୍ଭେମାନେ ତାହାଙ୍କ ପରି ନିନ୍ଦା ସହ୍ୟ କରି ଛାଉଣୀର ବାହାରେ ତାହାଙ୍କ ନିକଟକୁ ଯାଉ।
Revelation 1:7 in Oriya 7 ଦେଖ ସେ ମେଘମାଳାରେ ଆଗମନ କରୁଅଛନ୍ତି, ପ୍ରତ୍ୟେକ ଚକ୍ଷୁ ତାହାଙ୍କୁ ଦର୍ଶନ କରିବ, ଯେଉଁମାନେ ତାହାଙ୍କୁ ବିନ୍ଧିଥିଲେ, ସେମାନେ ମଧ୍ୟ ଦର୍ଶନ କରିବେ, ଆଉ ପୃଥିବୀର ସମସ୍ତ ଗୋଷ୍ଠୀ ତାହାଙ୍କ ଆଗମନ ସକାଶେ ବିଳାପ କରିବେ। ହଁ ଆମେନ୍।
Revelation 5:9 in Oriya 9 ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ, ତୁମ୍ଭେ ସେହି ପୁସ୍ତକ ନେବାକୁ ଓ ସେଥିର ମୁଦ୍ରାସବୁ ଭାଙ୍ଗିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ, ପୁଣି, ଆପଣା ରକ୍ତ ଦ୍ୱାରା ସର୍ବଗୋଷ୍ଠୀ, ଭାଷାବାଦୀ, ବଂଶ ଓ ଜାତି ମଧ୍ୟରୁ ଇଶ୍ବରଙ୍କ ନିମନ୍ତେ ଲୋକମାନଙ୍କୁ କିଣିଅଛ,
Revelation 19:7 in Oriya 7 ଆସ, ଆମ୍ଭେମାନେ ଆନନ୍ଦ ଓ ଉଲ୍ଲାସ କରୁ, କାରଣ ମେଷଶାବକଙ୍କ ବିବାହର ସମୟ ଉପସ୍ଥିତ, ଆଉ ତାହାଙ୍କ କନ୍ୟା ଆପଣାକୁ ସଜ୍ଜିତ କରିଅଛି।
Revelation 19:12 in Oriya 12 ତାହାଙ୍କ ଚକ୍ଷୁ ଅଗ୍ନିଶିଖା ସଦୃଶ, ତାହାଙ୍କ ମସ୍ତକରେ ଅନେକ ମୁକୁଟ, ଆଉ ତାହାଙ୍କର ଗୋଟିଏ ନାମ ଲିଖିତ ଅଛି, ସେହି ନାମ ତାହାଙ୍କ ବିନା ଅନ୍ୟ କେହି ଜାଣେ ନାହିଁ।
Revelation 22:9 in Oriya 9 କିନ୍ତୁ ସେ ମୋତେ କହିଲେ, ସାବଧାନ, ଏହା କର ନାହିଁ, କାରଣ ମୁଁ ତୁମ୍ଭର, ତୁମ୍ଭର ଭ୍ରାତୃବୃନ୍ଦ ଭାବବାଦୀମାନଙ୍କର ଓ ଏହି ପୁସ୍ତକର ବାକ୍ୟ ପାଳନକାରୀମାନଙ୍କର ସହଦାସ; ଈଶ୍ୱରଙ୍କୁ ପ୍ରଣାମ କର।