Song of Solomon 3:6 in Oriya 6 ଗନ୍ଧରସ ଓ କୁନ୍ଦୁରୁରେ, ଗନ୍ଧବଣିକର ସର୍ବପ୍ରକାର ସୁଗନ୍ଧି ଚୂର୍ଣ୍ଣରେ ସୁବାସିତ ହୋଇ ଧୂମସ୍ତମ୍ଭ ତୁଲ୍ୟ ପ୍ରାନ୍ତରରୁ ଯେ ଆସୁଅଛନ୍ତି, ସେ କିଏ ?
Other Translations King James Version (KJV) Who is this that cometh out of the wilderness like pillars of smoke, perfumed with myrrh and frankincense, with all powders of the merchant?
American Standard Version (ASV) Who is this that cometh up from the wilderness Like pillars of smoke, Perfumed with myrrh and frankincense, With all powders of the merchant?
Bible in Basic English (BBE) Who is this coming out of the waste places like pillars of smoke, perfumed with sweet spices, with all the spices of the trader?
Darby English Bible (DBY) Who is this, [she] that cometh up from the wilderness Like pillars of smoke, Perfumed with myrrh and frankincense, With all powders of the merchant? ...
World English Bible (WEB) Who is this who comes up from the wilderness like pillars of smoke, Perfumed with myrrh and frankincense, With all spices of the merchant?
Young's Literal Translation (YLT) Who `is' this coming up from the wilderness, Like palm-trees of smoke, Perfumed `with' myrrh and frankincense, From every powder of the merchant?
Cross Reference Exodus 13:21 in Oriya 21 ସେମାନେ ଯେପରି ଦିବସରେ ଓ ରାତ୍ରିରେ ଯାତ୍ରା କରିପାରିବେ, ଏଥିପାଇଁ ସଦାପ୍ରଭୁ ଦିବସରେ ପଥ କଢ଼ାଇବା ନିମନ୍ତେ ମେଘସ୍ତମ୍ଭରେ ଓ ରାତ୍ରିରେ ଦୀପ୍ତି ଦେବା ନିମନ୍ତେ ଅଗ୍ନିସ୍ତମ୍ଭରେ ଥାଇ ସେମାନଙ୍କ ଆଗେ ଆଗେ ଯାତ୍ରା କଲେ;
Exodus 30:34 in Oriya 34 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆପଣା ନିକଟରେ ସୁଗନ୍ଧି ଦ୍ରବ୍ୟ, ଅର୍ଥାତ୍, ଗୁଗ୍ଗୁଳ, ନଖୀ, କୁନ୍ଦୁରୁ ଓ ନିର୍ମଳ ଲୋବାନ୍, ଏହି ପ୍ରତ୍ୟେକ ସୁଗନ୍ଧି ଦ୍ରବ୍ୟ ସମଭାଗରେ ସଂଗ୍ରହ କର।
Deuteronomy 8:2 in Oriya 2 ପୁଣି ତୁମ୍ଭେ ତାହାଙ୍କ ଆଜ୍ଞା ପାଳନ କରିବ କି ନାହିଁ, ଏ ବିଷୟରେ ତୁମ୍ଭର ପରୀକ୍ଷା ନେବା ପାଇଁ, ତୁମ୍ଭର ମାନସ ଜାଣିବା ପାଇଁ ଓ ତୁମ୍ଭକୁ ନମ୍ର କରିବା ପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହି ଚାଳିଶ ବର୍ଷ ପ୍ରାନ୍ତର ମଧ୍ୟରେ ତୁମ୍ଭକୁ ଯେଉଁ ସକଳ ପଥରେ ଗମନ କରାଇଅଛନ୍ତି, ତାହା ସ୍ମରଣ କର।
Song of Solomon 1:3 in Oriya 3 ତୁମ୍ଭ ସୁଗନ୍ଧି ତୈଳର ସୁବାସ ଉତ୍ତମ; ତୁମ୍ଭ ନାମ ଢଳା ସୁଗନ୍ଧି ତୈଳ ସ୍ୱରୂପ; ତେଣୁ କୁମାରୀଗଣ ତୁମ୍ଭକୁ ପ୍ରେମ କରନ୍ତି।
Song of Solomon 1:13 in Oriya 13 ମୋହର ପ୍ରିୟତମ ମୋ' ବକ୍ଷସ୍ଥଳ ମଧ୍ୟରେ ଥିବା ଗନ୍ଧରସ ବୃକ୍ଷର ଥୋପା ତୁଲ୍ୟ ମୋ' ପ୍ରତି ଅଟନ୍ତି।
Song of Solomon 4:6 in Oriya 6 ଦିବସ ଶୀତଳ ହେବା ଓ ଛାୟା ବହିଯିବା ପର୍ଯ୍ୟନ୍ତ ମୁଁ ଗନ୍ଧରସ-ପର୍ବତ ଓ କୁନ୍ଦୁରୁ-ଉପପର୍ବତକୁ ଯିବି।
Song of Solomon 4:12 in Oriya 12 ମୋହର ଭଗିନୀ, ମୋହର କନ୍ୟା ଏକ ରୁଦ୍ଧ ଉଦ୍ୟାନ; ଏକ ରୁଦ୍ଧ ନିର୍ଝର, ଏକ ମୁଦ୍ରାଙ୍କିତ ଜଳାକାର ସଦୃଶ୍ୟ।
Song of Solomon 5:5 in Oriya 5 ମୁଁ ଆପଣା ପ୍ରିୟତମଙ୍କ ପାଇଁ ଦ୍ୱାର ଫିଟାଇବାକୁ ଉଠିଲି; କିଳିଣୀର ବେଣ୍ଟ ଉପରେ ମୋ' ହସ୍ତରୁ ଗନ୍ଧରସ, ମୋ' ଅଙ୍ଗୁଳିରୁ ଦ୍ରବ ଗନ୍ଧରସ କ୍ଷରିଲା।
Song of Solomon 5:13 in Oriya 13 ତାଙ୍କର ଗାଲ ସୁଗନ୍ଧି ଲତାର କିଆରି ସ୍ୱରୂପ, ସୁଗନ୍ଧି ତୃଣର ତଟ ସ୍ୱରୂପ; ତାଙ୍କର ଓଷ୍ଠାଧର କଇଁ ଫୁଲ ତୁଲ୍ୟ, ତହିଁରୁ ଦ୍ରବ ଗନ୍ଧରସ କ୍ଷରେ।
Song of Solomon 8:5 in Oriya 5 ଆପଣା ପ୍ରିୟତମଙ୍କ ଉପରେ ଆଉଜି ପଡ଼ି ପ୍ରାନ୍ତରରୁ ଆସୁଅଛି ଯେ, ସେ କିଏ ? ନାଗରଙ୍ଗ ବୃକ୍ଷ ତଳେ ମୁଁ ତୁମ୍ଭକୁ ଜଗାଇଲି; ସେଠାରେ ତୁମ୍ଭ ମାତା ତୁମ୍ଭ ପାଇଁ ପ୍ରସବ ବେଦନାଗ୍ରସ୍ତା ହେଲେ, ସେଠାରେ ସେ ପ୍ରସବ ବେଦନାଗ୍ରସ୍ତା ହୋଇ ତୁମ୍ଭକୁ ପ୍ରସବ କଲେ।
Isaiah 43:19 in Oriya 19 ଦେଖ, ଆମ୍ଭେ ଏକ ନୂତନ କାର୍ଯ୍ୟ କରିବା; ତାହା ଏବେ ଅଙ୍କୁରିତ ହେବ; ତୁମ୍ଭେମାନେ କି ତାହା ଜାଣିବ ନାହିଁ ? ଆହୁରି, ଆମ୍ଭେ ପ୍ରାନ୍ତର ମଧ୍ୟରେ ପଥ ଓ ମରୁଭୂମିରେ ନଦନଦୀ କରିବା।
Jeremiah 2:2 in Oriya 2 “ଯାଅ ଓ ଯିରୂଶାଲମର କର୍ଣ୍ଣଗୋଚରରେ ପ୍ରଚାର କରି କୁହ, ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭ ଯୌବନାବସ୍ଥାର ଭକ୍ତି, ତୁମ୍ଭ ବିବାହ ସମୟର ପ୍ରେମ, ତୁମ୍ଭେ ପ୍ରାନ୍ତରରେ ଅବୁଣା ଦେଶରେ କିରୂପେ ଆମ୍ଭ ପଶ୍ଚାଦ୍ଗମନ କଲ, ଏହା ତୁମ୍ଭ ପକ୍ଷରେ ଆମ୍ଭେ ସ୍ମରଣ କରୁଅଛୁ।
Jeremiah 31:2 in Oriya 2 ସଦାପ୍ରଭୁ ଏହି କଥା କହନ୍ତି, “ଖଡ୍ଗରୁ ରକ୍ଷାପ୍ରାପ୍ତ ଲୋକମାନେ ପ୍ରାନ୍ତରରେ ଅନୁଗ୍ରହ ପ୍ରାପ୍ତ ହେଲେ, ଅର୍ଥାତ୍, ଆମ୍ଭେ ତାହାକୁ ବିଶ୍ରାମ ଦେବା ପାଇଁ ଗମନ କଲା ବେଳେ ଇସ୍ରାଏଲ ତାହା ପ୍ରାପ୍ତ ହେଲା।”
Joel 2:29 in Oriya 29 ଆଉ, ସେହି ସମୟରେ ମଧ୍ୟ ଆମ୍ଭେ ଦାସଦାସୀଗଣର ଉପରେ ଆପଣାର ଆତ୍ମା ଢାଳିବା।
Matthew 2:11 in Oriya 11 ଆଉ, ଘର ଭିତରକୁ ଯାଇ ଶିଶୁଙ୍କୁ ତାହାଙ୍କ ମାତା ମରିୟମଙ୍କ ସଙ୍ଗରେ ଦେଖି, ତାହାଙ୍କୁ ଭୂମିଷ୍ଠ ପ୍ରଣାମ କଲେ, ପୁଣି, ଆପଣା ଆପଣା ପେଡ଼ି ଫିଟାଇ ତାହାଙ୍କୁ ସୁନା, କୁନ୍ଦୁରୁ ଓ ଗନ୍ଧରସ ଉପହାର ଦେଲେ।
Acts 2:18 in Oriya 18 ହଁ, ସେହି କାଳରେ ଅାମ୍ଭେ ନିଜ ଦାସଦାସୀ, ଉଭୟ ପୁରୁଷ ଓ ସ୍ତ୍ରୀମାନଙ୍କ ଉପରେ ଆପଣା ଆତ୍ମା ବୃଷ୍ଟି କରିବା, ସେଥିରେ ସେମାନେ ଭାବବାଣୀ କହିବେ।
2 Corinthians 2:14 in Oriya 14 କିନ୍ତୁ ଈଶ୍ୱରଙ୍କର ଧନ୍ୟବାଦ ହେଉ, ସେ ସବୁବେଳେ ଆମ୍ଭମାନଙ୍କୁ ଘେନି ଖ୍ରୀଷ୍ଟଙ୍କଠାରେ ବିଜୟ ଯାତ୍ରା କରୁଅଛନ୍ତି, ଆଉ ସବୁ ସ୍ଥାନରେ ତାହାଙ୍କ ଜ୍ଞାନରୂପ ସୁବାସ ଆମ୍ଭମାନଙ୍କ ଦ୍ୱାରା ପ୍ରକାଶ କରୁଅଛନ୍ତି,
Philippians 4:18 in Oriya 18 ମୁଁ ସବୁ ପାଇଅଛି, ପୁଣି, ମୋହର ପ୍ରଚୁର ଅଛି; ତୁମ୍ଭମାନଙ୍କର ପଠାଇଥିବା ଯେଉଁ ସବୁ ବିଷୟ ଏପାଫ୍ରାଦିତଙ୍କ ପାଖରୁ ପାଇଅଛି, ସେହି ସବୁ ମୋ' ପାଇଁ ଯଥେଷ୍ଟ; ସେହି ସବୁ ଇଶ୍ବରଙ୍କ ନିକଟରେ ତୁଷ୍ଟିଜନକ ସୁଗନ୍ଧି ନୈବେଦ୍ୟ ଓ ସୁଗ୍ରାହ୍ୟ ବଳିସ୍ୱରୂପ।
Colossians 3:1 in Oriya 1 ତୁମ୍ଭେମାନେ ଯେବେ ଖ୍ରୀଷ୍ଟଙ୍କ ସହିତ ଉତ୍ଥିତ ହୋଇଅଛ, ତେବେ ଇଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଖ୍ରୀଷ୍ଟଙ୍କର ଯେଉଁ ବାସସ୍ଥାନ, ସେହି ଊର୍ଦ୍ଧ୍ୱସ୍ଥାନ ବିଷୟସବୁ ଅନ୍ୱେଷଣ କର।
Revelation 5:8 in Oriya 8 ସେ ପୁସ୍ତକ ନିଅନ୍ତେ ସେହି ଚାରି ପ୍ରାଣୀ ଓ ଚବିଶ ପ୍ରାଚୀନ ମେଷଶାବକଙ୍କ ସମ୍ମୁଖରେ ଉବୁଡ଼ ହୋଇପଡ଼ିଲେ; ସେମାନଙ୍କ ପ୍ରତ୍ୟେକର ହସ୍ତରେ ବୀଣା ଓ ସାଧୁମାନଙ୍କ ପ୍ରାର୍ଥନାରୂପ ଧୂପରେ ପରିପୂର୍ଣ୍ଣ ସୁବର୍ଣ୍ଣ ପାତ୍ର ଥିଲା।
Revelation 12:6 in Oriya 6 ପୁଣି, ସେହି ସ୍ତ୍ରୀଲୋକ ପ୍ରାନ୍ତରକୁ ଦୌଡ଼ି ପଳାଇଗଲେ, ସେଠାରେ ଏକ ହଜାର ଦୁଇ ଶହ ଷାଠିଏ ଦିନ ପର୍ଯ୍ୟନ୍ତ ପ୍ରତିପାଳିତ ହେବା ପାଇଁ ତାହାଙ୍କ ନିମନ୍ତେ ଇଶ୍ବରଙ୍କ ନିୟନ୍ତ୍ରଣରେ ପ୍ରସ୍ତୁତ ଗୋଟିଏ ସ୍ଥାନ ଥିଲା।
Revelation 12:14 in Oriya 14 ସେଥିରେ ସେହି ସ୍ତ୍ରୀଲୋକ ଯେପରି ସର୍ପର ମୁଖରୁ ରକ୍ଷା ପାଇ ସାଢ଼େ ତିନି ବର୍ଷ ପର୍ଯ୍ୟନ୍ତ ପ୍ରତିପାଳିତ ହୁଅନ୍ତି, ଏଥି ନିମନ୍ତେ ପ୍ରାନ୍ତରସ୍ଥ ଆପଣା ସ୍ଥାନକୁ ଉଡ଼ିଯିଵା ପାଇଁ ତାହାଙ୍କୁ ବୃହତ୍ ଉତ୍କ୍ରୋଷ ପକ୍ଷୀର ଦୁଇଟି ଡେଣା ଦିଆ ହେଲା।