Song of Solomon 4:16 in Oriya 16 ହେ ଉତ୍ତରୀୟ ବାୟୁ, ଜାଗ; ହେ ଦକ୍ଷିଣ ବାୟୁ, ଆସ; ମୋ' ଉଦ୍ୟାନର ସୁଗନ୍ଧି ଯେପରି ନିର୍ଗତ ହେବ, ଏଥିପାଇଁ ତହିଁ ଉପରେ ବହ। ମୋହର ପ୍ରିୟତମ ଆପଣା ଉଦ୍ୟାନକୁ ଆସନ୍ତୁ ଓ ଆପଣାର ବହୁମୂଲ୍ୟ ଫଳସବୁ ଭୋଜନ କରନ୍ତୁ।
Other Translations King James Version (KJV) Awake, O north wind; and come, thou south; blow upon my garden, that the spices thereof may flow out. Let my beloved come into his garden, and eat his pleasant fruits.
American Standard Version (ASV) Awake, O north wind; and come, thou south; Blow upon my garden, that the spices thereof may flow out. Let my beloved come into his garden, And eat his precious fruits.
Bible in Basic English (BBE) Be awake, O north wind; and come, O south, blowing on my garden, so that its spices may come out. Let my loved one come into his garden, and take of his good fruits.
Darby English Bible (DBY) Awake, north wind, and come, [thou] south; Blow upon my garden, [that] the spices thereof may flow forth. Let my beloved come into his garden, And eat its precious fruits.
World English Bible (WEB) Awake, north wind; and come, you south; Blow on my garden, that its spices may flow out. Let my beloved come into his garden, And taste his precious fruits. Lover
Young's Literal Translation (YLT) Awake, O north wind, and come, O south, Cause my garden to breathe forth, its spices let flow, Let my beloved come to his garden, And eat its pleasant fruits!
Cross Reference Ecclesiastes 1:6 in Oriya 6 ବାୟୁ ଦକ୍ଷିଣ ଦିଗକୁ ଯାଏ ଓ ଉତ୍ତର ଦିଗକୁ ଫେରେ; ଆପଣା ପଥରେ ସର୍ବଦା ଘୁରେ ଓ ବାୟୁ ଆପଣା ଚକ୍ରକୁ ପୁନର୍ବାର ଫେରେ।
Song of Solomon 1:4 in Oriya 4 ମୋତେ ତୁମ୍ଭେ ଟାଣି ନିଅ; ପୁଣି ଆମ୍ଭେ ତୁମ୍ଭ ପଛେ ପଛେ ଧାଇଁବା; ରାଜା ଆପଣା ଅନ୍ତଃପୁରକୁ ମୋତେ ଆଣିଅଛନ୍ତି; ଆମ୍ଭେମାନେ ତୁମ୍ଭଠାରେ ଆନନ୍ଦିତ ହେବା ଓ ଉଲ୍ଲାସ କରିବା। ଆମ୍ଭେମାନେ ଦ୍ରାକ୍ଷାରସ ଅପେକ୍ଷା ତୁମ୍ଭ ପ୍ରେମ ବିଷୟ ଅଧିକ କହିବା; ଯଥାର୍ଥରେ ଲୋକେ ତୁମ୍ଭକୁ ପ୍ରେମ କରନ୍ତି।
Song of Solomon 2:3 in Oriya 3 ଯେପରି ବନବୃକ୍ଷମାନଙ୍କ ମଧ୍ୟରେ ନାଗରଙ୍ଗ ବୃକ୍ଷ, ସେପରି ଯୁବାମାନଙ୍କ ମଧ୍ୟରେ ମୋହର ପ୍ରିୟତମ। ମୁଁ ପରମ ଆନନ୍ଦରେ ତାଙ୍କ ଛାୟା ତଳେ ବସିଲି ଓ ତାଙ୍କ ଫଳ ମୋ' ତୁଣ୍ଡକୁ ସ୍ୱାଦ ଲାଗିଲା।
Song of Solomon 4:13 in Oriya 13 ତୁମ୍ଭର ପଲ୍ଲବ ବହୁମୂଲ୍ୟ ଫଳବିଶିଷ୍ଟ ଡାଳିମ୍ବ ଉପବନ ; ମେହେନ୍ଦି, ସୁଗନ୍ଧି ବୃକ୍ଷର ଚାରାବିଶିଷ୍ଟ,
Song of Solomon 5:1 in Oriya 1 ହେ ମୋହର ଭଗିନୀ, ମୋହର କନ୍ୟେ, ମୁଁ ଆପଣା ଉଦ୍ୟାନକୁ ଆସିଅଛି; ମୁଁ ଆପଣା ଗନ୍ଧରସ ଓ ସୁଗନ୍ଧି ଦ୍ରବ୍ୟ ସଂଗ୍ରହ କରିଅଛି; ମୁଁ ଆପଣା ମଧୁଚାକ ଓ ମଧୁ ଭୋଜନ କରିଅଛି; ମୁଁ ଆପଣା ଦ୍ରାକ୍ଷାରସ ଓ ଦୁଗ୍ଧ ପାନ କରିଅଛି। ହେ ବନ୍ଧୁଗଣ, ଭୋଜନ କର; ହେ ପ୍ରିୟତମଗଣ, ପାନ କର, ହଁ, ଯଥେଷ୍ଟ ପାନ କର।
Song of Solomon 6:2 in Oriya 2 ମୋହର ପ୍ରିୟତମ ଆପଣା ଉଦ୍ୟାନକୁ, ସୁଗନ୍ଧି ଲତାର କିଆରିକୁ, ଉଦ୍ୟାନସମୂହରେ (ପଲ) ଚରାଇବାକୁ ଓ କଇଁ ଫୁଲ ସଂଗ୍ରହ କରିବାକୁ ଯାଇଅଛନ୍ତି।
Song of Solomon 7:12 in Oriya 12 ଆମ୍ଭେମାନେ ଅତି ପ୍ରଭାତରେ ଦ୍ରାକ୍ଷାକ୍ଷେତ୍ରକୁ ଯାଉ; ଦ୍ରାକ୍ଷାଲତା ପଲ୍ଲବିତ ଓ ତହିଁର ପୁଷ୍ପ ପ୍ରସ୍ପୁଟିତ ଓ ଡାଳିମ୍ବ ପୁଷ୍ପିତ ହୋଇଅଛି କି ନାହିଁ, ତାହା ଦେଖୁ; ସେଠାରେ ମୁଁ ତୁମ୍ଭକୁ ଆପଣା ପ୍ରେମ ପ୍ରଦାନ କରିବି।
Song of Solomon 8:12 in Oriya 12 ମୋହର ଦ୍ରାକ୍ଷାକ୍ଷେତ୍ର ମୋ' ସମ୍ମୁଖରେ ଅଛି; ହେ ଶଲୋମନ, ସେହି ସହସ୍ର ମୁଦ୍ରା ତୁମ୍ଭେ ପାଇବ ଓ ତହିଁର ଫଳରକ୍ଷକମାନେ ଦୁଇ ଶତ ମୁଦ୍ରା ପାଇବେ।
Isaiah 51:9 in Oriya 9 ହେ ସଦାପ୍ରଭୁଙ୍କ ବାହୁ, ଜାଗ, ଜାଗ, ବଳ ପରିଧାନ କର, ଯେପରି ପୂର୍ବ କାଳରେ, ପ୍ରାଚୀନ କାଳର ବଂଶାନୁକ୍ରମେ ସମୟରେ, ସେହିପରି ଜାଗ। ଯେ ରାହବକୁ ଖଣ୍ଡ ଖଣ୍ଡ କରି କାଟିଲେ, ଯେ ନାଗକୁ ବିଦ୍ଧ କଲେ, ସେ କି ତୁମ୍ଭେ ନୁହଁ ?
Isaiah 64:1 in Oriya 1 ଆହା, ଅନ୍ୟ ଦେଶୀୟମାନେ ଯେପରି ତୁମ୍ଭ ସାକ୍ଷାତରେ କମ୍ପମାନ ହେବେ, ଏଥିପାଇଁ ତୁମ୍ଭ ବିପକ୍ଷଗଣକୁ ତୁମ୍ଭ ନାମ ଜ୍ଞାତ କରାଇବା ନିମନ୍ତେ,
Ezekiel 37:9 in Oriya 9 ତହିଁରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ବାୟୁ ଉଦ୍ଦେଶ୍ୟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର, ଭବିଷ୍ୟଦ୍ବାକ୍ୟ ପ୍ରଚାର କର ଓ ବାୟୁକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ହେ ପ୍ରାଣବାୟୁ, ଚତୁର୍ଦ୍ଦିଗରୁ ଆସ ଓ ଏହି ହତ ଲୋକମାନେ ଯେପରି ଜୀବିତ ହେବେ, ଏଥିପାଇଁ ସେମାନଙ୍କ ଉପରେ ବହ।”
Matthew 26:10 in Oriya 10 ଯୀଶୁ ତାହା ଜାଣି ସେମାନଙ୍କୁ କହିଲେ, କାହିଁକି ସ୍ତ୍ରୀଲୋକଟିକୁ କଷ୍ଟ ଦେଉଅଛ ? ସେ ତ ମୋ ପ୍ରତି ଉତ୍ତମ କର୍ମ କରିଅଛି।
Matthew 26:12 in Oriya 12 ଆଉ, ସେ ମୋର ସମାଧି-କ୍ରିୟାସ୍ୱରୂପେ ମୋହର ଶରୀରରେ ଏହି ତୈଳ ଢାଳିଦେଇଅଛି।
John 3:8 in Oriya 8 ବାୟୁ ଯେଉଁ ଦିଗରେ ଇଚ୍ଛା କରେ, ସେହି ଦିଗରେ ବହେ, ଆଉ ତୁମ୍ଭେ ତାହାର ଶବ୍ଦ ଶୁଣିଥାଅ, କିନ୍ତୁ ତାହା କେଉଁଠାରୁ ଆସେ ପୁଣି, କେଉଁଠାକୁ ଯାଏ, ତାହା ଜାଣ ନାହିଁ; ଆତ୍ମାଙ୍କଠାରୁ ଜାତ ପ୍ରତ୍ୟେକ ଲୋକ ସମ୍ବନ୍ଧରେ ସେହି ପ୍ରକାର।
John 5:8 in Oriya 8 ଯୀଶୁ ତାଙ୍କୁ କହିଲେ, ଉଠ, ତୁମ୍ଭର ଖଟିଆ ଘେନି ଚାଲ।
Acts 2:1 in Oriya 1 ପେଣ୍ଟିକଷ୍ଟ ଦିବସ ଉପସ୍ଥିତ ହୁଅନ୍ତେ, ସମସ୍ତେ ଏକ ସ୍ଥାନରେ ଏକାଠି ଥିଲେ।
Acts 4:31 in Oriya 31 ସେମାନେ ପ୍ରାର୍ଥନା କଲା ଉତ୍ତାରେ, ଯେଉଁ ସ୍ଥାନରେ ଏକତ୍ର ହୋଇଥିଲେ, ତାହା କମ୍ପି ଉଠିଲା, ପୁଣି, ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ ହୋଇ, ସାହସରେ ଇଶ୍ବରଙ୍କ ବାକ୍ୟ କହିବାକୁ ଲାଗିଲେ।
Romans 15:16 in Oriya 16 କାରଣ ଅଣଯିହୂଦୀମାନେ ଯେପରି ପବିତ୍ର ଆତ୍ମାଙ୍କ ଦ୍ୱାରା ପବିତ୍ରୀକୃତ ହୋଇ ନୈବେଦ୍ୟ ସ୍ୱରୂପେ ସୁଗ୍ରାହ୍ୟ ହୁଅନ୍ତି, ଏଥି ନିମନ୍ତେ ସେମାନଙ୍କ ନିକଟରେ ଖ୍ରୀଷ୍ଟ ଯୀଶୁଙ୍କ ସେବକ ହୋଇ ଇଶ୍ବରଙ୍କ ସୁସମାଚାରର ଯାଜକତ୍ଵ କରିବା ପାଇଁ ମୋତେ ସେହି ଅନୁଗ୍ରହ ଦିଆଯାଇଅଛି।
Romans 15:28 in Oriya 28 ଅତଏବ, ଏହି କର୍ମ ସମ୍ପନ୍ନ କଲା ଉତ୍ତାରେ ଓ ଏହି ସଂଗୃହୀତ ଧନରୂପ ଫଳ ସେମାନଙ୍କ ହସ୍ତରେ ସମର୍ପଣ କଲା ପରେ ତୁମ୍ଭମାନଙ୍କ ନିକଟ ଦେଇ ସ୍ପେନକୁ ଯିବି।
2 Corinthians 9:10 in Oriya 10 ଆଉ, ଯେ ବୀଜବପନକାରୀକୁ ବୀଜ ଓ ଭୋଜନ ନିମନ୍ତେ ଆହାର ଯୋଗାନ୍ତି, ସେ ବୁଣିବା ନିମନ୍ତେ ତୁମ୍ଭମାନଙ୍କୁ ବୀଜ ଯୋଗାଇବେ ଓ ତାହା ବଢ଼ାଇବେ, ପୁଣି,ତୁମ୍ଭମାନଙ୍କ ଧାର୍ମିକତାର ଫଳ ବୃଦ୍ଧି କରିବେ;
Philippians 1:9 in Oriya 9 ପୁଣି, ମୋହର ପ୍ରାର୍ଥନା ଏହି, ତୁମ୍ଭମାନଙ୍କର ପ୍ରେମ, ଜ୍ଞାନ ଓ ସମସ୍ତ ସୂକ୍ଷ୍ମ ବିଚାରରେ ଅଧିକରୁ ଅଧିକ ବୃଦ୍ଧି ପାଉ,
Colossians 1:9 in Oriya 9 ଏଣୁ ତାହା ଶୁଣିବା ଦିନଠାରୁ ଆମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା ଓ ବିନତି କରିବାରୁ କ୍ଷାନ୍ତ ହେଉ ନାହୁଁ, ଯେପରି ତୁମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ଇଶ୍ବରଙ୍କ ଅଭିମତ ଜ୍ଞାତ ହୋଇ
1 Thessalonians 2:12 in Oriya 12 ଯେପରି ତୁମ୍ଭମାନଙ୍କ ଆହ୍ୱାନକାରୀ ଇଶ୍ବରଙ୍କ ଯୋଗ୍ୟ ଆଚରଣ କରି, ତାହାଙ୍କ ରାଜ୍ୟ ଓ ଗୌରବର ଅଂଶୀ ହୋଇ ପାର।
Hebrews 13:20 in Oriya 20 ଯେଉଁ ଶାନ୍ତିଦାତା ଈଶ୍ୱର ଅନନ୍ତକାଳସ୍ଥାୟୀ ନିୟମର ରକ୍ତ ହେତୁ ପ୍ରଧାନ ମେଷପାଳକ, ଅର୍ଥାତ୍, ଆମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କୁ ମୃତମାନଙ୍କ ମଧ୍ୟରୁ ଫେରାଇ ଆଣିଲେ;
1 Peter 2:5 in Oriya 5 ତାହାଙ୍କ ନିକଟକୁ ଆସି ତୁମ୍ଭେମାନେ ମଧ୍ୟ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଇଶ୍ବରଙ୍କ ନିକଟରେ ସୁଗ୍ରାହ୍ୟ ଆତ୍ମିକ ବଳି ଉତ୍ସର୍ଗ କରିବା ନିମନ୍ତେ ପବିତ୍ର ଯାଜକବର୍ଗ ହେବା ପାଇଁ ଜୀବନ୍ତ ପ୍ରସ୍ତର ସ୍ୱରୂପ ହୋଇ ଗୋଟିଏ ଆତ୍ମିକ ଗୃହରୂପରେ ନିର୍ମିତ ହୁଅ।
1 Peter 2:9 in Oriya 9 କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥି ନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଇଶ୍ବରଙ୍କ ନିଜସ୍ୱ ପ୍ରଜା ହୋଇଅଛ।
2 Peter 3:18 in Oriya 18 ବରଂ ଆମ୍ଭମାନଙ୍କ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଜ୍ଞାନରେ ବୃଦ୍ଧି ପାଅ। ବର୍ତ୍ତମାନ ଓ ଅନନ୍ତକାଳ ପର୍ଯ୍ୟନ୍ତ ଗୌରବ ତାହାଙ୍କର।