Song of Solomon 5:6 in Oriya 6 ମୁଁ ଆପଣା ପ୍ରିୟତମଙ୍କ ପାଇଁ ଦ୍ୱାର ଫିଟାଇଲି; ମାତ୍ର ମୋହର ପ୍ରିୟତମ ସ୍ଥାନାନ୍ତରେ ଚାଲି ଯାଇଥିଲେ। ସେ କଥା କହିବା ବେଳେ ମୋହର ପ୍ରାଣ ଉଡ଼ିଗଲା; ମୁଁ ତାଙ୍କୁ ଖୋଜିଲି, ମାତ୍ର ପାଇପାରିଲି ନାହିଁ; ମୁଁ ତାଙ୍କୁ ଡାକିଲି, ମାତ୍ର ସେ ମୋତେ କୌଣସି ଉତ୍ତର ଦେଲେ ନାହିଁ।
Other Translations King James Version (KJV) I opened to my beloved; but my beloved had withdrawn himself, and was gone: my soul failed when he spake: I sought him, but I could not find him; I called him, but he gave me no answer.
American Standard Version (ASV) I opened to my beloved; But my beloved had withdrawn himself, `and' was gone. My soul had failed me when he spake: I sought him, but I could not find him; I called him, but he gave me no answer.
Bible in Basic English (BBE) I made the door open to my loved one; but my loved one had taken himself away, and was gone, my soul was feeble when his back was turned on me; I went after him, but I did not come near him; I said his name, but he gave me no answer.
Darby English Bible (DBY) I opened to my beloved; But my beloved had withdrawn himself; he was gone: My soul went forth when he spoke. I sought him, but I found him not; I called him, but he gave me no answer.
World English Bible (WEB) I opened to my beloved; But my beloved left; gone away. My heart went out when he spoke. I looked for him, but I didn't find him. I called him, but he didn't answer.
Young's Literal Translation (YLT) I opened to my beloved, But my beloved withdrew -- he passed on, My soul went forth when he spake, I sought him, and found him not. I called him, and he answered me not.
Cross Reference Genesis 42:28 in Oriya 28 ତହିଁରେ ସେ ଭାଇମାନଙ୍କୁ କହିଲା, “ମୋହର ଟଙ୍କା ଫେରି ଆସିଅଛି; ଏହି ଦେଖ, ତାହା ମୋ' ପଟରେ ଅଛି।” ଏଣୁ ସେମାନଙ୍କର ହଂସା ଉଡ଼ିଗଲା, ଆଉ ସେମାନେ କମ୍ପିତ ହୋଇ ପରସ୍ପର ପ୍ରତି ଅନାଇ କହିଲେ, “ପରମେଶ୍ୱର ଆମ୍ଭମାନଙ୍କର ପ୍ରତି ଏ କି କର୍ମ କରିଅଛନ୍ତି ?”
1 Samuel 28:6 in Oriya 6 ତହୁଁ ଶାଉଲ ସଦାପ୍ରଭୁଙ୍କ ନିକଟରେ ପଚାରନ୍ତେ, ସଦାପ୍ରଭୁ ତାଙ୍କୁ ଉତ୍ତର ଦେଲେ ନାହିଁ; ନା ସ୍ୱପ୍ନ ଦ୍ୱାରା, ନା ଊରୀମ୍ ଦ୍ୱାରା, ନା ଭବିଷ୍ୟଦ୍ବକ୍ତାମାନଙ୍କ ଦ୍ୱାରା।
2 Samuel 16:10 in Oriya 10 ତହିଁରେ ରାଜା କହିଲେ, “ହେ ସରୁୟାର ପୁତ୍ରମାନେ, ତୁମ୍ଭମାନଙ୍କ ସହିତ ମୋ'ର କ'ଣ କରିବାର ଅଛି ? ସେ ତ ଅଭିଶାପ ଦେଉଅଛି, ପୁଣି ଦାଉଦକୁ ‘ଅଭିଶାପ ଦିଅ' ବୋଲି ସଦାପ୍ରଭୁ ତାହାକୁ କହିଅଛନ୍ତି ? ‘ଏଥିପାଇଁ କିଏ କହିବ, ତୁମ୍ଭେ କାହିଁକି ଏପରି କଲ ?'”
Psalm 22:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଆୟେଲତ୍ହସଶହର (ଅଋଣର ମୃଗୀ) ସ୍ୱରରେ ଦାଉଦଙ୍କର ଗୀତ। ହେ ମୋହର ପରମେଶ୍ୱର, ହେ ମୋହର ପରମେଶ୍ୱର, ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରିଅଛ ? ମୋତେ ସାହାଯ୍ୟ କରିବାରୁ ଓ ମୋ' ଆର୍ତ୍ତନାଦର ଉକ୍ତିରୁ ତୁମ୍ଭେ କାହିଁକି ଏତେ ଦୂରରେ ରହୁଅଛ ?
Psalm 28:1 in Oriya 1 ଦାଉଦଙ୍କର ଗୀତ। ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ଡାକ ପକାଇବି; ହେ ମୋହର ଶୈଳ, ମୋ' ପ୍ରତି ନୀରବ ହୁଅ ନାହିଁ; କେଜାଣି ତୁମ୍ଭେ ମୋ' ପ୍ରତି ନୀରବ ହେଲେ, ମୁଁ ଗର୍ତ୍ତଗାମୀ ଲୋକମାନଙ୍କ ପରି ହେବି।
Psalm 30:7 in Oriya 7 ହେ ସଦାପ୍ରଭୁ, ତୁମ୍ଭେ ଆପଣା ଅନୁଗ୍ରହ ସକାଶୁ ମୋହର ପର୍ବତ ଦୃଢ଼ କରି ସ୍ଥାପନ କରିଥିଲ; ମାତ୍ର ଯଦି ତୁମ୍ଭେ ଆପଣା ମୁଖ ଲୁଚାଇଲ; ତେବେ ମୁଁ ବ୍ୟାକୁଳ ହେଲି।
Psalm 69:3 in Oriya 3 ମୁଁ ଡାକୁ ଡାକୁ କ୍ଳାନ୍ତ ହୁଏ; ମୋହର କଣ୍ଠ ଶୁଷ୍କ ହୋଇଅଛି; ମୁଁ ପରମେଶ୍ୱରଙ୍କର ଅପେକ୍ଷା କରୁ କରୁ ମୋହର ଚକ୍ଷୁ ନିସ୍ତେଜ ହୁଏ।
Psalm 77:3 in Oriya 3 ମୁଁ ପରମେଶ୍ୱରଙ୍କୁ ସ୍ମରଣ କରି ଅସ୍ଥିର ହେଉଅଛି; ଭାବନା କରି କରି ମୋହର ଆତ୍ମା ମୂର୍ଚ୍ଛିତ ହୁଏ। ସେଲା
Psalm 80:4 in Oriya 4 ହେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ତୁମ୍ଭ ଲୋକମାନଙ୍କ ପ୍ରାର୍ଥନା ପ୍ରତିକୂଳରେ ତୁମ୍ଭେ କେତେ କାଳ କ୍ରୁଦ୍ଧ ହୋଇଥିବ ?
Psalm 88:9 in Oriya 9 କ୍ଳେଶ ସକାଶୁ ମୋ' ଚକ୍ଷୁ କ୍ଷୀଣ ହେଉଅଛି; ହେ ସଦାପ୍ରଭୁ, ମୁଁ ପ୍ରତିଦିନ ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି, ମୁଁ ତୁମ୍ଭଆଡ଼େ ଆପଣା ହସ୍ତ ପ୍ରସାରିଅଛି।
Proverbs 1:28 in Oriya 28 ସେତେବେଳେ ସେମାନେ ମୋତେ ଡାକ ପକାଇବେ, ମାତ୍ର ମୁଁ ଉତ୍ତର ଦେବି ନାହିଁ; ସେମାନେ ଅତି ଯତ୍ନରେ ମୋହର ଅନ୍ୱେଷଣ କରିବେ, ମାତ୍ର ମୋହର ଉଦ୍ଦେଶ୍ୟ ପାଇବେ ନାହିଁ।
Song of Solomon 3:1 in Oriya 1 ଯାହାଙ୍କୁ ମୋହର ପ୍ରାଣ ପ୍ରେମ କରେ, ତାଙ୍କୁ ମୁଁ ରାତ୍ରିକାଳେ ଆପଣା ଶଯ୍ୟାରେ ଖୋଜିଲି; ମୁଁ ତାଙ୍କୁ ଖୋଜିଲି, ମାତ୍ର ପାଇଲି ନାହିଁ।
Song of Solomon 5:2 in Oriya 2 ମୁଁ ନିଦ୍ରିତା ଥିଲି, ମାତ୍ର ମୋହର ହୃଦୟ ଜାଗ୍ରତ ଥିଲା; ଏହି ତ ମୋ' ପ୍ରିୟତମଙ୍କ ରବ, ସେ ଦ୍ୱାରରେ ଆଘାତ କରି କହୁଅଛନ୍ତି, “ହେ ମୋହର ଭଗିନୀ, ମୋହର ପ୍ରିୟେ, ମୋହର କପୋତୀ, ମୋହର ଶୁଦ୍ଧମତେ; ମୋ' ପାଇଁ ଦ୍ୱାର ଫିଟାଅ; କାରଣ ମୋହର ମସ୍ତକ ଶିଶିରରେ, ମୋହର କେଶ ରାତ୍ରିର ଜଳବିନ୍ଦୁରେ ପରିପୂର୍ଣ୍ଣ।”
Song of Solomon 5:4 in Oriya 4 ମୋ' ପ୍ରିୟତମ ଦ୍ୱାରର ଛିଦ୍ରରେ ଆପଣା ହସ୍ତ ଥୋଇଲେ, ତହିଁରେ ମୋହର ହୃଦୟ ତାଙ୍କ ପାଇଁ ଉତ୍ତେଜିତ ହେଲା।
Song of Solomon 6:1 in Oriya 1 ହେ ନାରୀଗଣ ମଧ୍ୟରେ ପରମ ସୁନ୍ଦରୀ, ତୁମ୍ଭର ପ୍ରିୟତମ କେଉଁଆଡ଼େ ଯାଇଅଛନ୍ତି ? ତୁମ୍ଭ ସଙ୍ଗେ ଆମ୍ଭେମାନେ ଯେପରି ଖୋଜି ପାରିବା, ଏଥିପାଇଁ ତୁମ୍ଭ ପ୍ରିୟତମ କେଉଁଆଡେ ଯାଇଛନ୍ତି କୁହ ?
Isaiah 8:17 in Oriya 17 ପୁଣି, ଯେ ଯାକୁବ-ବଂଶଠାରୁ ଆପଣା ମୁଖ ଆଚ୍ଛାଦନ କରନ୍ତି, ମୁଁ ସେହି ସଦାପ୍ରଭୁଙ୍କର ଅପେକ୍ଷା କରିବି ଓ ତାହାଙ୍କ ପାଇଁ ଅନାଇ ରହିବି।
Isaiah 12:1 in Oriya 1 ସେହି ଦିନରେ ତୁମ୍ଭେ କହିବ, “ହେ ସଦାପ୍ରଭୁ, ମୁଁ ତୁମ୍ଭର ଧନ୍ୟବାଦ କରିବି; କାରଣ ତୁମ୍ଭେ ଆମ୍ଭ ପ୍ରତି କ୍ରୁଦ୍ଧ ଥିଲ, ତୁମ୍ଭର କ୍ରୋଧ ନିବୃତ୍ତ ହୋଇଅଛି ଓ ତୁମ୍ଭେ ଆମ୍ଭକୁ ସାନ୍ତ୍ୱନା କରୁଅଛ।
Isaiah 50:2 in Oriya 2 ଆମ୍ଭେ ଯେତେବେଳେ ଆସିଲୁ କାହିଁକି କେହି ଉପସ୍ଥିତ ନ ଥିଲା ? ଆମ୍ଭେ ଯେତେବେଳେ ଡାକିଲୁ କାହିଁକି କେହି ଉତ୍ତର ଦେବାକୁ ନ ଥିଲା ? ଆମ୍ଭର ହସ୍ତ କି କିଛି ଛୋଟ ହୋଇଅଛି ଯେ, ତାହା ମୁକ୍ତ କରି ନ ପାରେ ? କିଅବା ଉଦ୍ଧାର କରିବା ପାଇଁ କି ଆମ୍ଭର ପରାକ୍ରମ ନାହିଁ ? ଦେଖ, ଆମ୍ଭେ ଧମକରେ ସମୁଦ୍ରକୁ ଶୁଷ୍କ କରୁ, ଆମ୍ଭେ ନଦନଦୀକୁ ପ୍ରାନ୍ତର କରୁ; ସେଠାସ୍ଥିତ ମତ୍ସ୍ୟ ଜଳ ଅଭାବରେ ତୃଷାର୍ତ୍ତ ହୋଇ ମରିଯାଇ ଦୁର୍ଗନ୍ଧ ହୁଏ।
Isaiah 54:6 in Oriya 6 କାରଣ ତୁମ୍ଭ ପରମେଶ୍ୱର କହନ୍ତି, “ତ୍ୟକ୍ତା ଓ ମନୋଦୁଃଖିନୀ ଭାର୍ଯ୍ୟା ଅଥବା ଯୌବନକାଳୀନ ଦୂରୀକୃତା ଭାର୍ଯ୍ୟା ତୁଲ୍ୟ ସଦାପ୍ରଭୁ ତୁମ୍ଭକୁ ଆହ୍ୱାନ କରିଅଛନ୍ତି।
Isaiah 57:16 in Oriya 16 କାରଣ ଆମ୍ଭେ ସର୍ବଦା ବିରୋଧ କରିବା ନାହିଁ, ଅଥବା ନିରନ୍ତର କ୍ରୋଧ କରିବା ନାହିଁ; କଲେ, ଆତ୍ମା ଓ ଆମ୍ଭ ନିର୍ମିତ ପ୍ରାଣୀସକଳ ଆମ୍ଭ ସମ୍ମୁଖରେ କ୍ଷୀଣ ହେବେ।
Isaiah 58:2 in Oriya 2 ତଥାପି ସେମାନେ ପ୍ରତିଦିନ ଆମ୍ଭର ଅନ୍ୱେଷଣ କରନ୍ତି ଓ ଆମ୍ଭ ପଥ ବିଷୟ ଜାଣିବାକୁ ସନ୍ତୁଷ୍ଟ ହୁଅନ୍ତି; ଯେଉଁ ଗୋଷ୍ଠୀୟ ଲୋକେ ଧର୍ମକର୍ମ କରନ୍ତି ଓ ଆପଣାମାନଙ୍କ ପରମେଶ୍ୱରଙ୍କର ବିଧାନ ତ୍ୟାଗ କରି ନାହାନ୍ତି, ସେମାନଙ୍କ ପରି ସେମାନେ ଧର୍ମ ବିଧାନ ବିଷୟ ଆମ୍ଭକୁ ପଚାରନ୍ତି ଓ ପରମେଶ୍ୱରଙ୍କର ନିକଟକୁ ଆସିବାକୁ ସନ୍ତୁଷ୍ଟ ହୁଅନ୍ତି।
Lamentations 3:8 in Oriya 8 ହଁ, ମୁଁ ସାହାଯ୍ୟ ପାଇଁ ଆର୍ତ୍ତସ୍ୱର କଲେ, ସେ ମୋହର ପ୍ରାର୍ଥନା ଅଗ୍ରାହ୍ୟ କରନ୍ତି।
Hosea 5:6 in Oriya 6 ସେମାନେ ଆପଣାମାନଙ୍କର ମେଷପଲ ଓ ଗୋପଲ ଘେନି ସଦାପ୍ରଭୁଙ୍କର ଅନ୍ଵେଷଣ କରିବା ପାଇଁ ଯିବେ; ମାତ୍ର ତାହାଙ୍କର ଉଦ୍ଦେଶ୍ୟ ପାଇବେ ନାହିଁ; କାରଣ ସେ ସେମାନଙ୍କ ନିକଟରୁ ଚାଲି ଯାଇଅଛନ୍ତି।
Hosea 5:15 in Oriya 15 ସେମାନେ ଆପଣା ଆପଣା ଅପରାଧ ସ୍ୱୀକାର କରି ଆମ୍ଭର ମୁଖ ଅନ୍ଵେଷଣ ନ କରିବା ପର୍ଯ୍ୟନ୍ତ ଆମ୍ଭେ ଫେରି ଆପଣା ସ୍ଥାନକୁ ଯିବା; ସେମାନେ ଆପଣାମାନଙ୍କର ଦୁଃଖ ସମୟରେ ଆନ୍ତରିକ ଭାବରେ ଆମ୍ଭର ଅନ୍ଵେଷଣ କରିବେ।
Zechariah 7:13 in Oriya 13 ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହିଲେ, “ମୁଁ ଡାକିବା ବେଳେ ସେମାନେ ଯେପରି ଶୁଣିଲେ ନାହିଁ; ତଦନୁସାରେ ସେମାନେ ଡାକିବେ, ମାତ୍ର ଆମ୍ଭେ ଶୁଣିବା ନାହିଁ,
Matthew 15:22 in Oriya 22 ଆଉ ଦେଖ, ସେହି ସୀମାରୁ ଜଣେ କିଣାନୀୟ ସ୍ତ୍ରୀ ଆସି ଉଚ୍ଚସ୍ୱରରେ କହିବାକୁ ଲାଗିଲା, ହେ ପ୍ରଭୁ, ଦାଉଦଙ୍କ ସନ୍ତାନ, ମୋତେ ଦୟା କରନ୍ତୁ, ମୋର ଝିଅଟିକୁ ଅତି ଭୟଙ୍କର ଭାବରେ ଭୂତ ଦ୍ୱାରା କଷ୍ଟ ପାଉଅଛି।
Matthew 26:75 in Oriya 75 ସେହିକ୍ଷଣି କୁକୁଡ଼ା ରାବିଲା। ଏଥିରେ କୁକୁଡ଼ା ରାବିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ, ଏହି ଯେଉଁ କଥା ଯୀଶୁ କହିଥିଲେ, ତାହା ପିତରଙ୍କ ମନରେ ପଡ଼ିଲା, ଆଉ ସେ ବାହାରକୁ ଯାଇ ଅତ୍ୟନ୍ତ ବ୍ୟାକୁଳ ହୋଇ ରୋଦନ କଲେ।
Mark 14:72 in Oriya 72 ସେହିକ୍ଷଣି କୁକୁଡ଼ା ଦ୍ୱିତୀୟ ଥର ଡାକିଲା। ଏଥିରେ, କୁକୁଡ଼ା ଦ୍ୱିତୀୟ ଥର ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ, ଏହି ଯେଉଁ କଥା ଯୀଶୁ ପିତରଙ୍କୁ କହିଥିଲେ, ତାହା ତାହାଙ୍କ ମନରେ ପଡ଼ିଲା, ଆଉ ସେ ସେହି କଥା ଭାବି ରୋଦନ କରିବାକୁ ଲାଗିଲେ।
Luke 22:61 in Oriya 61 ପୁଣି, ପ୍ରଭୁ ବୁଲିପଡ଼ି ପିତରଙ୍କୁ ଏକଦୃଷ୍ଟିରେ ଚାହିଁଲେ; ସେଥିରେ ଆଜି କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ, ଏହି ଯେଉଁ କଥା ପ୍ରଭୁ ପିତରଙ୍କୁ କହିଥିଲେ ତାହା ତାହାଙ୍କ ମନରେ ପଡ଼ିଲା,
Revelation 3:19 in Oriya 19 ଆମ୍ଭେ ଯେତେ ଲୋକଙ୍କୁ ପ୍ରେମ କରୁ, ସେମାନଙ୍କୁ ଅନୁଯୋଗ ଓ ଶାସନ କରିଥାଉ; ଅତଏବ ଉଦ୍ଯୋଗୀ ହୋଇ ମନପରିବର୍ତ୍ତନ କର।