Song of Solomon 7:12 in Oriya 12 ଆମ୍ଭେମାନେ ଅତି ପ୍ରଭାତରେ ଦ୍ରାକ୍ଷାକ୍ଷେତ୍ରକୁ ଯାଉ; ଦ୍ରାକ୍ଷାଲତା ପଲ୍ଲବିତ ଓ ତହିଁର ପୁଷ୍ପ ପ୍ରସ୍ପୁଟିତ ଓ ଡାଳିମ୍ବ ପୁଷ୍ପିତ ହୋଇଅଛି କି ନାହିଁ, ତାହା ଦେଖୁ; ସେଠାରେ ମୁଁ ତୁମ୍ଭକୁ ଆପଣା ପ୍ରେମ ପ୍ରଦାନ କରିବି।
Other Translations King James Version (KJV) Let us get up early to the vineyards; let us see if the vine flourish, whether the tender grape appear, and the pomegranates bud forth: there will I give thee my loves.
American Standard Version (ASV) Let us get up early to the vineyards; Let us see whether the vine hath budded, `And' its blossom is open, `And' the pomegranates are in flower: There will I give thee my love.
Bible in Basic English (BBE) Let us go out early to the vine-gardens; let us see if the vine is in bud, if it has put out its young fruit, and the pomegranate is in flower. There I will give you my love.
Darby English Bible (DBY) We will go up early to the vineyards, We will see if the vine hath budded, [If] the blossom is opening, And the pomegranates are in bloom: There will I give thee my loves.
World English Bible (WEB) Let's go early up to the vineyards. Let's see whether the vine has budded, Its blossom is open, And the pomegranates are in flower. There I will give you my love.
Young's Literal Translation (YLT) We lodge in the villages, we go early to the vineyards, We see if the vine hath flourished, The sweet smelling-flower hath opened. The pomegranates have blossomed, There do I give to thee my loves;
Cross Reference Exodus 25:22 in Oriya 22 ଆଉ ଆମ୍ଭେ ସେହି ସ୍ଥାନରେ ତୁମ୍ଭ ସହିତ ସାକ୍ଷାତ କରିବା ଓ ପାପାଚ୍ଛାଦନର ଉପରି ଭାଗରୁ, ଅର୍ଥାତ୍, ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥ କିରୂବ ଦ୍ୱୟ ମଧ୍ୟରୁ ତୁମ୍ଭ ସଙ୍ଗେ ଆଳାପ କରି ଇସ୍ରାଏଲ-ସନ୍ତାନଗଣ ବିଷୟକ ଆମ୍ଭର ସମସ୍ତ ଆଜ୍ଞା ତୁମ୍ଭକୁ ଜଣାଇବା।
Psalm 43:4 in Oriya 4 ତହିଁରେ ମୁଁ ପରମେଶ୍ୱରଙ୍କ ବେଦି ନିକଟକୁ ଓ ମୋହର ପରମାନନ୍ଦଜନକ ପରମେଶ୍ୱରଙ୍କ ନିକଟକୁ ଯିବି; ଆଉ, ହେ ପରମେଶ୍ୱର, ମୋହର ପରମେଶ୍ୱର, ମୁଁ ବୀଣାଯନ୍ତ୍ରରେ ତୁମ୍ଭର ପ୍ରଶଂସା କରିବି।
Psalm 63:3 in Oriya 3 କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଜୀବନ ଅପେକ୍ଷା ଉତ୍ତମ; ମୋହର ଓଷ୍ଠାଧର ତୁମ୍ଭର ପ୍ରଶଂସା କରିବ।
Psalm 73:25 in Oriya 25 ସ୍ୱର୍ଗରେ ତୁମ୍ଭ ବିନା ମୋହର ଆଉ କିଏ ଅଛି ? ଓ ଭୂମଣ୍ଡଳରେ ତୁମ୍ଭ ଛଡ଼ା ଆଉ କାହାକୁ ମୁଁ ବାଞ୍ଛା କରୁ ନାହିଁ।
Psalm 122:5 in Oriya 5 କାରଣ ସେଠାରେ ବିଚାରାର୍ଥକ ସିଂହାସନ, ଦାଉଦ ବଂଶର ସିଂହାସନସବୁ ସ୍ଥାପିତ ଅଛି।
Proverbs 8:17 in Oriya 17 ଯେଉଁମାନେ ମୋତେ ପ୍ରେମ କରନ୍ତି, ମୁଁ ସେମାନଙ୍କୁ ପ୍ରେମ କରେ, ପୁଣି ଯେଉଁମାନେ ଯତ୍ନରେ ମୋହର ଅନ୍ୱେଷଣ କରନ୍ତି, ସେମାନେ ମୋତେ ପାଇବେ।
Proverbs 24:30 in Oriya 30 ମୁଁ ଅଳସୁଆର କ୍ଷେତ୍ର ଓ ନିର୍ବୋଧ ଲୋକର ଦ୍ରାକ୍ଷାକ୍ଷେତ୍ର ନିକଟ ଦେଇ ଗଲି।
Ecclesiastes 9:10 in Oriya 10 ତୁମ୍ଭ ହସ୍ତ ଯେକୌଣସି କାର୍ଯ୍ୟ କରିବାକୁ ପାଏ, ତାହା ଆପଣା ଶକ୍ତିରେ କର; କାରଣ ତୁମ୍ଭେ ଯେଉଁ ସ୍ଥାନକୁ ଯାଉଅଛ, ସେହି କବରରେ କୌଣସି କାର୍ଯ୍ୟ, କି କଳ୍ପନା, କି ବିଦ୍ୟା, କି ଜ୍ଞାନ ନାହିଁ।
Song of Solomon 2:13 in Oriya 13 ଡିମିରି ବୃକ୍ଷ ସ୍ୱ ଅପକ୍ୱ ଫଳମାନ ପକ୍ୱ କରୁଅଛି ଓ ଦ୍ରାକ୍ଷାଲତା ପୁଷ୍ପିତ ହୋଇ ସୁବାସ ଦେଉଅଛି। ହେ ମୋହର ପ୍ରିୟେ, ମୋହର ସୁନ୍ଦରୀ, ଉଠ, ବାହାରି ଆସ।
Song of Solomon 2:15 in Oriya 15 ଆମ୍ଭମାନଙ୍କ ପାଇଁ ଦ୍ରାକ୍ଷାକ୍ଷେତ୍ରନାଶକ ଶୃଗାଳମାନଙ୍କୁ, କ୍ଷୁଦ୍ର ଶୃଗାଳମାନଙ୍କୁ ଧର; କାରଣ ଆମ୍ଭମାନଙ୍କ ଦ୍ରାକ୍ଷାକ୍ଷେତ୍ର ପୁଷ୍ପିତ ହୋଇଅଛି।”
Song of Solomon 4:16 in Oriya 16 ହେ ଉତ୍ତରୀୟ ବାୟୁ, ଜାଗ; ହେ ଦକ୍ଷିଣ ବାୟୁ, ଆସ; ମୋ' ଉଦ୍ୟାନର ସୁଗନ୍ଧି ଯେପରି ନିର୍ଗତ ହେବ, ଏଥିପାଇଁ ତହିଁ ଉପରେ ବହ। ମୋହର ପ୍ରିୟତମ ଆପଣା ଉଦ୍ୟାନକୁ ଆସନ୍ତୁ ଓ ଆପଣାର ବହୁମୂଲ୍ୟ ଫଳସବୁ ଭୋଜନ କରନ୍ତୁ।
Song of Solomon 6:11 in Oriya 11 ମୁଁ ଉପତ୍ୟକାର ନବୀନ ବୃକ୍ଷସବୁ ଦେଖିବାକୁ, ଦ୍ରାକ୍ଷାଲତା ପଲ୍ଲବିତ ହୋଇଅଛି କି ନାହିଁ ଓ ଡାଳିମ୍ବ ଫୁଲ ଧରିଅଛି କି ନାହିଁ, ଦେଖିବାକୁ ଆକ୍ରୋଟ୍ ଉଦ୍ୟାନକୁ ଗଲି।
Song of Solomon 7:6 in Oriya 6 ହେ ପ୍ରିୟେ, ତୁଷ୍ଟି ଜନ୍ମାଇବା ନିମନ୍ତେ ତୁମ୍ଭେ କିପରି ସୁନ୍ଦରୀ ଓ ମନୋହାରିଣୀ !
Isaiah 18:5 in Oriya 5 ଯେହେତୁ ଦ୍ରାକ୍ଷା ସଞ୍ଚୟ କରିବା ପୂର୍ବେ ମୁକୁଳ ହୋଇଗଲା ଉତ୍ତାରେ ଓ ପୁଷ୍ପ ଦ୍ରାକ୍ଷାଫଳ ହୋଇ ପାଚୁଥିବା ସମୟରେ ସେ ଦାଆ ନେଇ ତହିଁର ପଲ୍ଲବ କାଟି ପକାଇବେ ଓ ତହିଁର ବିସ୍ତାରିତ ଶାଖାସବୁ ଛେଦନ କରି ପକାଇବେ।
Ezekiel 20:40 in Oriya 40 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭର ପବିତ୍ର ପର୍ବତରେ, ଇସ୍ରାଏଲର ଉଚ୍ଚତମ ପର୍ବତରେ, ସମୁଦାୟ ଇସ୍ରାଏଲ ବଂଶ, ସେମାନଙ୍କର ସମସ୍ତେ ହିଁ ସେଠାରେ ଦେଶ ମଧ୍ୟରେ ଆମ୍ଭର ସେବା କରିବେ; ସେହି ସ୍ଥାନରେ ଆମ୍ଭେ ସେମାନଙ୍କୁ ଗ୍ରାହ୍ୟ କରିବା ଓ ସେହି ସ୍ଥାନରେ ଆମ୍ଭେ ତୁମ୍ଭମାନଙ୍କର ଯାବତୀୟ ପବିତ୍ର ବସ୍ତୁ ସହିତ ତୁମ୍ଭମାନଙ୍କ ଉପହାର ଓ ପ୍ରଥମଜାତ ଫଳର ନୈବେଦ୍ୟ ଚାହିଁବା।
Acts 15:36 in Oriya 36 କେତେକ ଦିନ ପରେ ପାଉଲ ବର୍ଣ୍ଣବ୍ବାଙ୍କୁ କହିଲେ, ଆସ, ଆମ୍ଭେମାନେ ଯେଉଁ ସବୁ ନଗରରେ ପ୍ରଭୁଙ୍କର ବାକ୍ୟ ପ୍ରଚାର କରିଥିଲୁ, ସେହି ସମସ୍ତ ନଗରକୁ ଏବେ ବାହୁଡ଼ିଯାଇ ଭାଇମାନଙ୍କୁ ସାକ୍ଷାତ କରି, ସେମାନେ କିପ୍ରକାରେ ଅଛନ୍ତି ଦେଖିବା।
Romans 5:11 in Oriya 11 ପୁଣି, କେବଳ ତାହା ନୁହେଁ, କିନ୍ତୁ ଆମ୍ଭମାନଙ୍କ ଯେଉଁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭେମାନେ ଏବେ ମିଳନ ଲାଭ କରିଅଛୁ; ତାହାଙ୍କ ଦ୍ୱାରା ଆମ୍ଭେମାନେ ଈଶ୍ୱରଙ୍କଠାରେ ଦର୍ପ ମଧ୍ୟ କରୁଅଛୁ।
2 Corinthians 5:14 in Oriya 14 କାରଣ ଖ୍ରୀଷ୍ଟଙ୍କ ପ୍ରେମ ଆମ୍ଭମାନଙ୍କୁ ବଶରେ ରଖି ଚଳାଉଅଛି, ଯେଣୁ ଆମ୍ଭେମାନେ ଏହି ବିଚାର କରିଅଛୁ ଯେ, ଜଣେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କରିଥିବାରୁ ସମସ୍ତେ ମୃତ ହେଲେ;
2 Corinthians 13:5 in Oriya 5 ତୁମ୍ଭେମାନେ ବିଶ୍ୱାସରେ ଅଛ କି ନାହିଁ, ସେ ବିଷୟରେ ଆପଣା ଆପଣାକୁ ପରୀକ୍ଷା କର, ଆପଣା ଆପଣାର ବିଚାର କର କିମ୍ବା ଯୀଶୁ ଖ୍ରୀଷ୍ଟ ଯେ ତୁମ୍ଭମାନଙ୍କଠାରେ ଅଛନ୍ତି, ଏହା କି ତୁମ୍ଭେମାନେ ନିଜ ନିଜ ବିଷୟରେ ଜାଣ ନାହିଁ ? ଯଦି ଏହା ନ ହୁଏ, ତାହାହେଲେ ତୁମ୍ଭେମାନେ ପରୀକ୍ଷାସିଦ୍ଧ ନୁହଁ।
Ephesians 6:24 in Oriya 24 ଯେତେ ଲୋକ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଚିରନ୍ତନ ପ୍ରେମରେ ପ୍ରେମ କରନ୍ତି, ଅନୁଗ୍ରହ ସେମାନଙ୍କ ସହବର୍ତ୍ତୀ ହେଉ।
1 Thessalonians 3:5 in Oriya 5 ଏଥି ନିମନ୍ତେ, କାଳେ ପରୀକ୍ଷକ ତୁମ୍ଭମାନଙ୍କୁ ପରିକ୍ଷା କରିବ ଓ ଆମ୍ଭମାନଙ୍କ ପରିଶ୍ରମ ବ୍ୟର୍ଥ ହୋଇଯିବ, ଏହା ଚିନ୍ତା କରି ମୁଁ ମଧ୍ୟ ଆଉ ସହି ନ ପାରିବାରୁ ତୁମ୍ଭମାନଙ୍କ ବିଶ୍ୱାସ ବିଷୟ ଜାଣିବା ପାଇଁ ଲୋକ ପଠାଇଲି।
Hebrews 2:13 in Oriya 13 ପୁନଶ୍ଚ କହନ୍ତି, ମୁଁ ତାହାଙ୍କଠାରେ ମୋହର ବିଶ୍ୱାସ ରଖିବି। ପୁନର୍ବାର, ଏହି ଦେଖ, ମୁଁ ଓ ଇଶ୍ବରଙ୍କ ଦ୍ଵାରା ଦିଆଯାଇଥିବା ମୋହର ସନ୍ତାନମାନେ।
Hebrews 2:15 in Oriya 15 ପୁଣି, ମୃତ୍ୟୁର ଭୟରେ ଯେଉଁମାନେ ଯାବଜୀବନ ଦାସତ୍ୱର ବନ୍ଧନରେ ଥିଲେ, ସେମାନଙ୍କୁ ସେ ଉଦ୍ଧାର କରନ୍ତି।
Hebrews 4:16 in Oriya 16 ଅତଏବ ଆସ, କୃପାପ୍ରାପ୍ତି ନିମନ୍ତେ ପୁଣି, ଉପଯୁକ୍ତ ସମୟରେ ଉପକାରକଙ୍କ ଅନୁଗ୍ରହ ପାଇବା ନିମନ୍ତେ ଆମ୍ଭେମାନେ ସାହସରେ ଅନୁଗ୍ରହ ସିଂହାସନ ନିକଟକୁ ଯାଉ।
Hebrews 12:15 in Oriya 15 କାଳେ କେହି ଇଶ୍ବରଙ୍କ ଅନୁଗ୍ରହରୁ ପତିତ ହୁଏ ଅବା କୌଣସି ତିକ୍ତତାର ମୂଳ ଅଙ୍କୁରିତ ହୋଇ ବଢ଼ି ଉଠି ତୁମ୍ଭମାନଙ୍କର ଅନିଷ୍ଟ କରେ, ଆଉ ତଦ୍ୱାରା ଅନେକେ କଳୁଷିତ ହୁଅନ୍ତି;