Song of Solomon 7:4 in Oriya 4 ତୁମ୍ଭର ଗଳଦେଶ ଗଜଦନ୍ତମୟ ଦୁର୍ଗ ସଦୃଶ; ତୁମ୍ଭ ନେତ୍ରଯୁଗଳ ବେଥ୍-ରବ୍ବୀମ ନଗରଦ୍ୱାର ନିକଟସ୍ଥ ହିଶ୍ବୋନ୍ ସରୋବର ସଦୃଶ; ତୁମ୍ଭ ନାସିକା ଦମ୍ମେଶକ ସମ୍ମୁଖସ୍ଥ ଲିବାନୋନର ଦୁର୍ଗ ତୁଲ୍ୟ।
Other Translations King James Version (KJV) Thy neck is as a tower of ivory; thine eyes like the fishpools in Heshbon, by the gate of Bathrabbim: thy nose is as the tower of Lebanon which looketh toward Damascus.
American Standard Version (ASV) Thy neck is like the tower of ivory; Thine eyes `as' the pools in Heshbon, By the gate of Bath-rabbim; Thy nose is like the tower of Lebanon Which looketh toward Damascus.
Bible in Basic English (BBE) Your neck is as a tower of ivory; your eyes like the waters in Heshbon, by the doorway of Bath-rabbim; your nose is as the tower on Lebanon looking over Damascus:
Darby English Bible (DBY) Thy neck is as a tower of ivory; Thine eyes, [like] the pools in Heshbon, By the gate of Bath-rabbim; Thy nose like the tower of Lebanon, Which looketh toward Damascus;
World English Bible (WEB) Your neck is like an ivory tower. Your eyes are like the pools in Heshbon by the gate of Bath-rabbim; Your nose is like the tower of Lebanon which looks toward Damascus.
Young's Literal Translation (YLT) Thy neck as a tower of the ivory, Thine eyes pools in Heshbon, near the gate of Bath-Rabbim, Thy face as a tower of Lebanon looking to Damascus,
Cross Reference Genesis 15:2 in Oriya 2 ତହିଁରେ ଅବ୍ରାମ ଉତ୍ତର କଲେ, “ହେ ପ୍ରଭୁ ସଦାପ୍ରଭୁ, ତୁମ୍ଭେ ମୋତେ କ'ଣ ଦେବ ? ମୁଁ ତ ନିଃସନ୍ତାନ ହୋଇ ପ୍ରସ୍ଥାନ କରୁଅଛି, ପୁଣି, ଦମ୍ମେସକୀୟ ଇଲୀୟେଜର ମୋ' ଗୃହର ଧନାଧିକାରୀ ଅଟେ।”
Numbers 21:25 in Oriya 25 ଏହିରୂପେ ଇସ୍ରାଏଲ ସେହି ସମସ୍ତ ନଗର ହସ୍ତଗତ କଲେ ଓ ଇସ୍ରାଏଲ ଇମୋରୀୟମାନଙ୍କର ସମସ୍ତ ନଗରରେ, ଅର୍ଥାତ୍ ହିଷ୍ବୋନ୍ରେ ଓ ତହିଁର ସମସ୍ତ ନଗରରେ ବାସ କଲେ।
2 Samuel 8:6 in Oriya 6 ତହୁଁ ଦାଉଦ ଦମ୍ମେଶକର ଅରାମ ଦେଶରେ ପ୍ରହରୀ-ଦଳ ସ୍ଥାପନ କଲେ; ପୁଣି ଅରାମୀୟ ଲୋକମାନେ ଦାଉଦଙ୍କର ଦାସ ହୋଇ କର ଆଣିଲେ। ଏହି ପ୍ରକାରେ ଦାଉଦ ଯେଉଁଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦେଲେ।
1 Kings 7:2 in Oriya 2 କାରଣ, ସେ ଲିବାନୋନ-ଅରଣ୍ୟ-ଗୃହ ନିର୍ମାଣ କଲେ; ତହିଁର ଦୀର୍ଘତା ଏକ ଶହ ହାତ, ତହିଁର ପ୍ରସ୍ଥ ପଚାଶ ହାତ ଓ ତହିଁର ଉଚ୍ଚତା ତିରିଶ ହାତ, ଚାରି ଧାଡ଼ି ଏରସ କାଷ୍ଠର ସ୍ତମ୍ଭ ଉପରେ ଏରସ କାଷ୍ଠର କଡ଼ି ଦେଇ ତାହା ନିର୍ମାଣ କଲେ।
1 Kings 9:19 in Oriya 19 ଆଉ ଶଲୋମନଙ୍କର ଯେ ଯେ ଭଣ୍ଡାର-ନଗର ଥିଲା, ତାହାସବୁ ଓ ରଥ ପାଇଁ ନଗର ଓ ଅଶ୍ୱାରୋହୀମାନଙ୍କ ପାଇଁ ନଗର, ପୁଣି, ଯିରୂଶାଲମରେ ଓ ଲିବାନୋନରେ ଓ ଆପଣା ଅଧିକୃତ ଦେଶର ସର୍ବତ୍ର ଯାହା ଯାହା ନିର୍ମାଣ କରିବାକୁ ଶଲୋମନ ସନ୍ତୁଷ୍ଟ ହେଲେ, ତାହାସବୁ ନିର୍ମାଣ କଲେ।
1 Kings 10:18 in Oriya 18 ଆହୁରି ରାଜା ହସ୍ତୀଦନ୍ତର ଗୋଟିଏ ବୃହତ ସିଂହାସନ ନିର୍ମାଣ କରି ଅତ୍ୟୁତ୍ତମ ସୁବର୍ଣ୍ଣରେ ମଡ଼ାଇଲେ।
1 Kings 10:22 in Oriya 22 କାରଣ, ସମୁଦ୍ରରେ ହୀରମ୍ର ଜାହାଜ ସଙ୍ଗେ ରାଜାଙ୍କର ତର୍ଶୀଶଗାମୀ ଜାହାଜ ଥିଲା; ସେହି ତର୍ଶୀଶର ଜାହାଜମାନ ତିନି ବର୍ଷରେ ଥରେ ସୁନା ଓ ରୂପା, ହସ୍ତୀଦନ୍ତ, ବାନର ଓ ମୟୂର ନେଇ ଆସନ୍ତି।
1 Kings 22:39 in Oriya 39 ଏହି ଆହାବଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ନିର୍ମିତ ହସ୍ତୀଦନ୍ତମୟ ଗୃହ ଓ ଯେ ଯେ ନଗର ସେ ନିର୍ମାଣ କରିଥିଲେ, ତାହାସବୁ କ'ଣ ଇସ୍ରାଏଲ ରାଜାଗଣଙ୍କର ଇତିହାସ ପୁସ୍ତକରେ ଲେଖା ନାହିଁ ?
2 Chronicles 8:6 in Oriya 6 ଆଉ ବାଲତ୍ ଓ ଶଲୋମନଙ୍କର ସମସ୍ତ ଭଣ୍ଡାର ନଗର ଓ ଆପଣାର ରଥମାନଙ୍କ ନିମନ୍ତେ ସମସ୍ତ ନଗର ଓ ଆପଣାର ଅଶ୍ୱାରୂଢ଼ମାନଙ୍କ ନିମନ୍ତେ ସମସ୍ତ ନଗର, ପୁଣି ଯିରୂଶାଲମରେ ଓ ଲିବାନୋନରେ ଓ ଆପଣା ଅଧିକୃତ ଦେଶର ସର୍ବତ୍ର ଆପଣାର ସନ୍ତୋଷାର୍ଥେ ଯାହା ଯାହା ନିର୍ମାଣ କରିବାକୁ ଶଲୋମନ ଇଚ୍ଛା କଲେ, ତାହାସବୁ ସେ ନିର୍ମାଣ କଲେ।
Psalm 45:8 in Oriya 8 ତୁମ୍ଭର ସକଳ ବସ୍ତ୍ର ଗନ୍ଧରସ, ଅଗୁରୁ ଓ ଦାରୁଚିନିରେ ସୁବାସମୟ; ହସ୍ତୀଦନ୍ତନିର୍ମିତ ଅଟ୍ଟାଳିକାସମୂହରୁ ତାରଯୁକ୍ତ ବାଦ୍ୟଯନ୍ତ୍ରସବୁ ତୁମ୍ଭକୁ ଆନନ୍ଦିତ କରିଅଛି।
Psalm 144:12 in Oriya 12 ଯେତେବେଳେ ଆମ୍ଭମାନଙ୍କ ପୁତ୍ରଗଣ ଯୌବନାବସ୍ଥାରେ ବୃକ୍ଷର ଚାରା ତୁଲ୍ୟ ବର୍ଦ୍ଧନଶୀଳ ହେବେ ଓ ଆମ୍ଭମାନଙ୍କ କନ୍ୟାଗଣ ଅଟ୍ଟାଳିକାର ଗଠନାନୁସାରେ ଖୋଦିତ କୋଣ-ପ୍ରସ୍ତର ତୁଲ୍ୟ ହେବେ;
Song of Solomon 1:10 in Oriya 10 ତୁମ୍ଭର ଗାଲ ଅଳଙ୍କାରରେ ସଜ୍ଜିତ, ତୁମ୍ଭ ଗଳଦେଶ ରତ୍ନହାରରେ ସୁଶୋଭିତ।
Song of Solomon 4:1 in Oriya 1 ହେ ମୋହର ପ୍ରିୟେ, ଦେଖ, ତୁମ୍ଭେ ସୁନ୍ଦରୀ; ଦେଖ ତୁମ୍ଭେ ସୁନ୍ଦରୀ; ଓଢ଼ଣା ତଳେ ତୁମ୍ଭ ଚକ୍ଷୁ କପୋତ ତୁଲ୍ୟ; ତୁମ୍ଭର କେଶ ଗିଲିୟଦ ପର୍ବତ ପାର୍ଶ୍ୱରେ ଆରାମକାରୀ ଛେଳିପଲ ତୁଲ୍ୟ।
Song of Solomon 4:4 in Oriya 4 ତୁମ୍ଭର ଗଳଦେଶ ଅସ୍ତ୍ରାଗାର ନିମନ୍ତେ ନିର୍ମିତ ଦାଉଦଙ୍କ ଦୁର୍ଗ ତୁଲ୍ୟ, ସେହି ଦୁର୍ଗ ମଧ୍ୟରେ ଏକ ସହସ୍ର ଚର୍ମ, ବୀରଗଣର ସକଳ ଢାଲ ଟଙ୍ଗାଗଲା।
Song of Solomon 4:8 in Oriya 8 ହେ ମୋହର କନ୍ୟେ, ମୋ' ସଙ୍ଗେ ଲିବାନୋନରୁ, ମୋ' ସଙ୍ଗେ ଲିବାନୋନରୁ ଆସ; ଅମାନାର ଶୃଙ୍ଗରୁ, ଶନୀର ଓ ହର୍ମୋଣର ଶୃଙ୍ଗରୁ, ସିଂହମାନଙ୍କ ଗହ୍ୱରରୁ, ଚିତାବାଘମାନଙ୍କ ପର୍ବତରୁ ଦୃଷ୍ଟିପାତ କର।
Song of Solomon 5:14 in Oriya 14 ତାଙ୍କ ହସ୍ତଦ୍ୱୟ ବୈଦୁର୍ଯ୍ୟ ମଣିରେ ଖଚିତ ସୁବର୍ଣ୍ଣ ମୁଦ୍ରିକା ତୁଲ୍ୟ; ତାଙ୍କ ଶରୀର ନୀଳକାନ୍ତ ମଣି-ମଣ୍ଡିତ ଗଜଦନ୍ତମୟ ଶିଳ୍ପକର୍ମ ତୁଲ୍ୟ।
Song of Solomon 6:5 in Oriya 5 ତୁମ୍ଭେ ମୋ' ଆଡ଼ୁ ଆପଣା ଆଖି ଫେରାଅ, କାରଣ ତଦ୍ଦ୍ୱାରା ମୁଁ ପରାସ୍ତ ହୋଇଅଛି। ତୁମ୍ଭର କେଶ ଗିଲିୟଦ ପାଶ୍ୱର୍ରେ ଆରାମକାରୀ ଛେଳିପଲ ତୁଲ୍ୟ।
Isaiah 54:4 in Oriya 4 ଭୟ କର ନାହିଁ; କାରଣ ତୁମ୍ଭେ ଲଜ୍ଜିତ ହେବ ନାହିଁ। କିଅବା ବିଷର୍ଣ୍ଣମନା ହୁଅ ନାହିଁ; କାରଣ ତୁମ୍ଭକୁ ଲଜ୍ଜିତ କରାଯିବ ନାହିଁ; ତୁମ୍ଭେ ଆପଣା ଯୌବନ କାଳର ଲଜ୍ଜା ପାସୋରି ଯିବ ଓ ତୁମ୍ଭେ ଆପଣା ବିଧବାବସ୍ଥାର ଦୁର୍ନାମ ଆଉ ସ୍ମରଣ କରିବ ନାହିଁ।
Ephesians 1:17 in Oriya 17 ଯେପରି ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଈଶ୍ୱର, ଗୌରବମୟ ପିତା, ତାହାଙ୍କ ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜ୍ଞାନ ଓ ପ୍ରତ୍ୟାଦେଶର ଆତ୍ମା ପ୍ରଦାନ କରନ୍ତି;
Ephesians 3:18 in Oriya 18 ଯେପରି ତୁମ୍ଭେମାନେ ପ୍ରେମରେ ବଦ୍ଧମୂଳ ଓ ଦୃଢ ରୂପେ ସ୍ଥାପିତ ହୋଇ ବୋଧର ଅଗମ୍ୟ ଯେ ଖ୍ରୀଷ୍ଟଙ୍କ ପ୍ରେମ, ତାହା ଜ୍ଞାତ ହୁଅ ଏବଂ ସମସ୍ତ ସାଧୁଙ୍କ ସହିତ ସେଥିର ଦୈୖର୍ଘ୍ୟ ଓ ପ୍ରସ୍ଥ, ଉଚ୍ଚତା ଓ ଗଭୀରତା ବୁଝିବାକୁ ଶକ୍ତି ପ୍ରାପ୍ତ ହୁଅ,
Philippians 1:9 in Oriya 9 ପୁଣି, ମୋହର ପ୍ରାର୍ଥନା ଏହି, ତୁମ୍ଭମାନଙ୍କର ପ୍ରେମ, ଜ୍ଞାନ ଓ ସମସ୍ତ ସୂକ୍ଷ୍ମ ବିଚାରରେ ଅଧିକରୁ ଅଧିକ ବୃଦ୍ଧି ପାଉ,
Hebrews 5:14 in Oriya 14 କିନ୍ତୁ ବୃଦ୍ଧ ଲୋକେ, ଅର୍ଥାତ୍, ଯେଉଁମାନେ ଜ୍ଞାନେନ୍ଦ୍ରିୟଗୁଡ଼ିକର ଅଭ୍ୟାସ ଦ୍ୱାରା ଭଲ ମନ୍ଦ ନିରୂପଣ କରିବାକୁ ସକ୍ଷମ, ସେମାନଙ୍କ ନିମନ୍ତେ ଗୁରୁପାକ ଖାଦ୍ୟ ପ୍ରୟୋଜନ।