Song of Solomon 8:5 in Oriya 5 ଆପଣା ପ୍ରିୟତମଙ୍କ ଉପରେ ଆଉଜି ପଡ଼ି ପ୍ରାନ୍ତରରୁ ଆସୁଅଛି ଯେ, ସେ କିଏ ? ନାଗରଙ୍ଗ ବୃକ୍ଷ ତଳେ ମୁଁ ତୁମ୍ଭକୁ ଜଗାଇଲି; ସେଠାରେ ତୁମ୍ଭ ମାତା ତୁମ୍ଭ ପାଇଁ ପ୍ରସବ ବେଦନାଗ୍ରସ୍ତା ହେଲେ, ସେଠାରେ ସେ ପ୍ରସବ ବେଦନାଗ୍ରସ୍ତା ହୋଇ ତୁମ୍ଭକୁ ପ୍ରସବ କଲେ।
Other Translations King James Version (KJV) Who is this that cometh up from the wilderness, leaning upon her beloved? I raised thee up under the apple tree: there thy mother brought thee forth: there she brought thee forth that bare thee.
American Standard Version (ASV) Who is this that cometh up from the wilderness, Leaning upon her beloved? Under the apple-tree I awakened thee: There thy mother was in travail with thee, There was she in travail that brought thee forth.
Bible in Basic English (BBE) Who is this, who comes up from the waste places, resting on her loved one? It was I who made you awake under the apple-tree, where your mother gave you birth; there she was in pain at your birth.
Darby English Bible (DBY) Who is this that cometh up from the wilderness, Leaning upon her beloved? I awoke thee under the apple-tree: There thy mother brought thee forth; There she brought thee forth [that] bore thee.
World English Bible (WEB) Who is this who comes up from the wilderness, Leaning on her beloved? Under the apple tree I aroused you. There your mother conceived you. There she was in labor and bore you.
Young's Literal Translation (YLT) Who `is' this coming from the wilderness, Hasting herself for her beloved? Under the citron-tree I have waked thee, There did thy mother pledge thee, There she gave a pledge `that' bare thee.
Cross Reference 2 Chronicles 32:8 in Oriya 8 ମାଂସର ବାହୁ ତାହାର ସହାୟ; ମାତ୍ର ଆମ୍ଭମାନଙ୍କର ସାହାଯ୍ୟ କରିବାକୁ ଓ ଆମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିବାକୁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ସହାୟ ଅଛନ୍ତି। ଏଥିରେ ଲୋକମାନେ ଯିହୁଦା-ରାଜା ହିଜକିୟଙ୍କ ବାକ୍ୟରେ ନିର୍ଭର ରଖିଲେ।
Psalm 45:10 in Oriya 10 ଆଗୋ କନ୍ୟେ, ଶୁଣ, ବିବେଚନା କର ଓ ଆପଣା କର୍ଣ୍ଣ ଡେର; ତୁମ୍ଭ ନିଜ ଲୋକଙ୍କୁ ଓ ପିତୃଗୃହକୁ ପାସୋର;
Psalm 63:8 in Oriya 8 ମୋହର ପ୍ରାଣ ତୁମ୍ଭ ପଛେ ପଛେ ଲାଗିଥାଏ; ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରି ରଖେ।
Psalm 107:2 in Oriya 2 ସେ ଯେଉଁମାନଙ୍କୁ ବିପକ୍ଷର ହସ୍ତରୁ ମୁକ୍ତ କରିଅଛନ୍ତି ଓ ନାନା ଦେଶରୁ, ପୂର୍ବ ଓ ପଶ୍ଚିମରୁ,
Song of Solomon 2:3 in Oriya 3 ଯେପରି ବନବୃକ୍ଷମାନଙ୍କ ମଧ୍ୟରେ ନାଗରଙ୍ଗ ବୃକ୍ଷ, ସେପରି ଯୁବାମାନଙ୍କ ମଧ୍ୟରେ ମୋହର ପ୍ରିୟତମ। ମୁଁ ପରମ ଆନନ୍ଦରେ ତାଙ୍କ ଛାୟା ତଳେ ବସିଲି ଓ ତାଙ୍କ ଫଳ ମୋ' ତୁଣ୍ଡକୁ ସ୍ୱାଦ ଲାଗିଲା।
Song of Solomon 3:4 in Oriya 4 ସେମାନଙ୍କୁ ଛାଡ଼ିବାର ଅଳ୍ପକ୍ଷଣ ଉତ୍ତାରେ ଯାହାଙ୍କୁ ମୋ' ପ୍ରାଣ ପ୍ରେମ କରେ, ତାଙ୍କୁ ପାଇଲି; ମୁଁ ଆପଣା ମାତୃଗୃହକୁ ଓ ମୋ' ଗର୍ଭଧାରିଣୀଙ୍କ ଅନ୍ତଃପୁରକୁ ନ ଆଣିବା ପର୍ଯ୍ୟନ୍ତ ତାଙ୍କୁ ଧରି ରଖିଲି, ଆଉ ଯିବାକୁ ଦେଲି ନାହିଁ।
Song of Solomon 3:6 in Oriya 6 ଗନ୍ଧରସ ଓ କୁନ୍ଦୁରୁରେ, ଗନ୍ଧବଣିକର ସର୍ବପ୍ରକାର ସୁଗନ୍ଧି ଚୂର୍ଣ୍ଣରେ ସୁବାସିତ ହୋଇ ଧୂମସ୍ତମ୍ଭ ତୁଲ୍ୟ ପ୍ରାନ୍ତରରୁ ଯେ ଆସୁଅଛନ୍ତି, ସେ କିଏ ?
Song of Solomon 3:11 in Oriya 11 ହେ ସିୟୋନର କନ୍ୟାଗଣ, ତୁମ୍ଭେମାନେ ବାହାରେ ଯାଇ ମୁକୁଟଭୂଷିତ ଶଲୋମନ ରାଜାଙ୍କୁ ଦେଖ, ତାଙ୍କ ବିବାହ ଦିନରେ ଓ ତାଙ୍କ ମନର ଆନନ୍ଦ ଦିନରେ ତାଙ୍କ ମାତା ତାଙ୍କୁ ସେହି ମୁକୁଟ ପିନ୍ଧାଇଅଛନ୍ତି।
Song of Solomon 4:8 in Oriya 8 ହେ ମୋହର କନ୍ୟେ, ମୋ' ସଙ୍ଗେ ଲିବାନୋନରୁ, ମୋ' ସଙ୍ଗେ ଲିବାନୋନରୁ ଆସ; ଅମାନାର ଶୃଙ୍ଗରୁ, ଶନୀର ଓ ହର୍ମୋଣର ଶୃଙ୍ଗରୁ, ସିଂହମାନଙ୍କ ଗହ୍ୱରରୁ, ଚିତାବାଘମାନଙ୍କ ପର୍ବତରୁ ଦୃଷ୍ଟିପାତ କର।
Song of Solomon 6:10 in Oriya 10 ଏହି ଯେ ଅରୁଣ ତୁଲ୍ୟ ଉଦୀୟମାନା, ଚନ୍ଦ୍ରମା ତୁଲ୍ୟ ସୁନ୍ଦରୀ, ସୂର୍ଯ୍ୟ ତୁଲ୍ୟ ବିଶୁଦ୍ଧା, ଧ୍ୱଜାବିଶିଷ୍ଟ ସୈନ୍ୟ ତୁଲ୍ୟ ଭୟଙ୍କରୀ, ସେ କିଏ ?
Song of Solomon 8:1 in Oriya 1 ଆହା, ଯେ ମୋ' ମାତାଙ୍କର ସ୍ତନ୍ୟ ପାନ କରିଅଛି, ଏପରି ମୋ' ସହୋଦର ତୁଲ୍ୟ ଯେବେ ତୁମ୍ଭେ ହୁଅନ୍ତ ! ତେବେ ମୁଁ ତୁମ୍ଭକୁ ବାହାରେ ଦେଖିଲେ, ତୁମ୍ଭକୁ ଚୁମ୍ବନ ଦିଅନ୍ତି; ଆଉ, କେହି ମୋତେ ତୁଚ୍ଛ କରନ୍ତା ନାହିଁ।
Isaiah 26:3 in Oriya 3 ଯାହାର ମନ ତୁମ୍ଭଠାରେ ସ୍ଥିର ଥାଏ, ତାହାକୁ ତୁମ୍ଭେ ସମ୍ପୂର୍ଣ୍ଣ ଶାନ୍ତିରେ ରଖିବ; କାରଣ ସେ ତୁମ୍ଭଠାରେ ନିର୍ଭର ରଖେ।
Isaiah 36:6 in Oriya 6 ଦେଖ, ତୁମ୍ଭେ ଏହି ଛେଚାନଳର ଯଷ୍ଟି ରୂପ ମିସର ଉପରେ ନିର୍ଭର କରୁଅଛ; ମାତ୍ର କେହି ତହିଁ ଉପରେ ଆଉଜିଲେ, ତାହା ତାହାର ହାତରେ ପଶି ଫୋଡ଼ି ପକାଇବ; ଯେଉଁମାନେ ମିସ୍ରୀୟ ରାଜା ଫାରୋ ଉପରେ ନିର୍ଭର ରଖନ୍ତି, ସେସମସ୍ତଙ୍କ ପ୍ରତି ସେ ତ ଏହି ପ୍ରକାର।
Isaiah 40:3 in Oriya 3 ଏକ ଜଣର ରବ ପ୍ରଚାର କରେ, ତୁମ୍ଭେମାନେ ପ୍ରାନ୍ତରରେ ସଦାପ୍ରଭୁଙ୍କ ପଥ ପ୍ରସ୍ତୁତ କର, ମରୁଭୂମି ମଧ୍ୟରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିମନ୍ତେ ରାଜପଥ ସଳଖ କର।
Isaiah 43:19 in Oriya 19 ଦେଖ, ଆମ୍ଭେ ଏକ ନୂତନ କାର୍ଯ୍ୟ କରିବା; ତାହା ଏବେ ଅଙ୍କୁରିତ ହେବ; ତୁମ୍ଭେମାନେ କି ତାହା ଜାଣିବ ନାହିଁ ? ଆହୁରି, ଆମ୍ଭେ ପ୍ରାନ୍ତର ମଧ୍ୟରେ ପଥ ଓ ମରୁଭୂମିରେ ନଦନଦୀ କରିବା।
Isaiah 49:20 in Oriya 20 ତୁମ୍ଭର ଅପହୃତ ସନ୍ତାନଗଣ ପୁନର୍ବାର ତୁମ୍ଭ କର୍ଣ୍ଣଗୋଚରରେ କହିବେ, ମୋ' ପାଇଁ ଏହି ସ୍ଥାନ ଅତି ସଂକୀର୍ଣ୍ଣ; ମୋତେ ସ୍ଥାନ ଦିଅ, ମୁଁ ବାସ କରିବି।
Jeremiah 2:2 in Oriya 2 “ଯାଅ ଓ ଯିରୂଶାଲମର କର୍ଣ୍ଣଗୋଚରରେ ପ୍ରଚାର କରି କୁହ, ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭ ଯୌବନାବସ୍ଥାର ଭକ୍ତି, ତୁମ୍ଭ ବିବାହ ସମୟର ପ୍ରେମ, ତୁମ୍ଭେ ପ୍ରାନ୍ତରରେ ଅବୁଣା ଦେଶରେ କିରୂପେ ଆମ୍ଭ ପଶ୍ଚାଦ୍ଗମନ କଲ, ଏହା ତୁମ୍ଭ ପକ୍ଷରେ ଆମ୍ଭେ ସ୍ମରଣ କରୁଅଛୁ।
Hosea 12:4 in Oriya 4 ହଁ, ସେ ଦୂତ ଉପରେ ବଳବାନ ହୋଇ ଜୟ କଲା; ସେ କ୍ରନ୍ଦନ କରି ତାହାଙ୍କ ନିକଟରେ ବିନତି କଲା; ସେ ବୈଥେଲରେ ତାହାଙ୍କ ଉଦ୍ଦେଶ୍ୟ ପାଇଲା, ଆଉ ସେଠାରେ ସେ ଆମ୍ଭମାନଙ୍କ ସହିତ କଥା କହିଲେ।
Micah 3:11 in Oriya 11 ସେହି ସ୍ଥାନର ପ୍ରଧାନବର୍ଗ ଲାଞ୍ଚ ନେଇ ବିଚାର କରନ୍ତି ଓ ତହିଁର ଯାଜକଗଣ ବେତନ ନେଇ ଶିକ୍ଷା ଦିଅନ୍ତି ଓ ତହିଁର ଭବିଷ୍ୟଦ୍ବକ୍ତାଗଣ ଅର୍ଥ ନେଇ ମନ୍ତ୍ର ପଢ଼ନ୍ତି; ତଥାପି ସେମାନେ ସଦାପ୍ରଭୁଙ୍କ ଉପରେ ନିର୍ଭର କରି କୁହନ୍ତି, ସଦାପ୍ରଭୁ କି ଆମ୍ଭମାନଙ୍କ ମଧ୍ୟରେ ନାହାନ୍ତି ? କୌଣସି ଅମଙ୍ଗଳ ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ।
John 1:48 in Oriya 48 ନିଥନିୟେଲ ତାହାଙ୍କୁ ପଚାରିଲେ, ଆପଣ ମୋତେ କିପରି ଚିହ୍ନିଲେ ? ଯୀଶୁ ତାଙ୍କୁ ଉତ୍ତର ଦେଲେ, ଫିଲିପ୍ପ ତୁମ୍ଭକୁ ଡାକିବା ପୂର୍ବେ ତୁମ୍ଭେ ଯେତେବେଳେ ଡିମ୍ବିରି ଗଛ ତଳେ ଥିଲ, ସେତେବେଳେ ମୁଁ ତୁମ୍ଭକୁ ଦେଖିଥିଲି।
John 13:23 in Oriya 23 ଯୀଶୁଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ - ଯାହାକୁ ଯୀଶୁ ପ୍ରେମ କରୁଥିଲେ - ସେ ଯୀଶୁଙ୍କ ଦକ୍ଷିଣ ପାଖରେ ବସି ଭୋଜନ କରୁଥିଲେ।
Acts 27:23 in Oriya 23 ଯେଣୁ ମୁଁ ଯେଉଁ ଈଶ୍ୱରଙ୍କର ଲୋକ, ପୁଣି, ଯାହାଙ୍କର ମଧ୍ୟ ମୁଁ ସେବା କରେ, ତାହାଙ୍କର ଜଣେ ଦୂତ ଏହି ରାତ୍ରିରେ ମୋ ପାଖରେ ଠିଆ ହୋଇ କହିଲେ,
Romans 7:4 in Oriya 4 ଏଣୁ ହେ ମୋହର ଭାଇମାନେ, ଖ୍ରୀଷ୍ଟଙ୍କ ଶରୀର ଦ୍ୱାରା ତୁମ୍ଭେମାନେ ମଧ୍ୟ ମୋଶାଙ୍କ ବ୍ୟବସ୍ଥା ପ୍ରତି ମୃତ ହୋଇଅଛ, ଯେପରି ତୁମ୍ଭେମାନେ ଅନ୍ୟ ସହିତ ସଂଯୁକ୍ତ ହୁଅ, ଅର୍ଥାତ୍ ଆମ୍ଭେମାନେ ଇଶ୍ବରଙ୍କ ନିମନ୍ତେ ଫଳ ଉତ୍ପନ୍ନ କରିବା ପାଇଁ ଯେ ମୃତ୍ୟୁରୁ ଉତ୍ଥାପିତ ହୋଇଅଛନ୍ତି, ତାହାଙ୍କ ସହିତ ସଂଯୁକ୍ତ ହୁଅ।
2 Corinthians 12:9 in Oriya 9 ଆଉ, ସେ ମୋତେ କହିଅଛନ୍ତି, ଆମ୍ଭର ଅନୁଗ୍ରହ ତୁମ୍ଭ ନିମନ୍ତେ ଯଥେଷ୍ଟ, କାରଣ ଦୁର୍ବଳତାରେ ଆମ୍ଭର ଶକ୍ତି ସିଦ୍ଧ ହୁଏ। ଅତଏବ, ଯେପରି ଖ୍ରୀଷ୍ଟଙ୍କ ଶକ୍ତି ମୋ ଉପରେ ଅବସ୍ଥାନ କରେ, ଏଥିପାଇଁ ମୁଁ ଅତି ଆନନ୍ଦରେ ବରଂ ମୋହର ଦୁର୍ବଳତାରେ ଦର୍ପ କରିବି।
Galatians 4:19 in Oriya 19 ହେ ମୋହର ପିଲାମାନେ, ଯେପର୍ଯ୍ୟନ୍ତ ତୁମ୍ଭମାନଙ୍କଠାରେ ଖ୍ରୀଷ୍ଟରୂପ ହୋଇନାହିଁ, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କ ସକାଶେ ମୁଁ ପୁନର୍ବାର ପ୍ରସବ ବେଦନାରେ ବ୍ୟଥିତ ହେଉଅଛି।
Ephesians 1:12 in Oriya 12 ଯେପରି ଖ୍ରୀଷ୍ଟଙ୍କଠାରେ ପୁର୍ବରୁ ଭରସା କରିଥିଲୁ ଯେ ଆମ୍ଭେମାନେ, ଆମ୍ଭେମାନେ ଇଶ୍ବରଙ୍କ ଗୌରବର ପ୍ରଶଂସାର କାରଣ ହେଉ।
1 Peter 1:21 in Oriya 21 ଯେଉଁ ଈଶ୍ୱର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇ ଗୌରବାନ୍ୱିତ କରିଅଛନ୍ତି, ସେହି ଈଶ୍ୱରଙ୍କଠାରେ ତୁମ୍ଭେମାନେ ତାହାଙ୍କ ଦ୍ୱାରା ବିଶ୍ୱାସ କରୁଅଛ, ଏଣୁ ଈଶ୍ୱର ତୁମ୍ଭମାନଙ୍କର ବିଶ୍ୱାସ ଓ ଭରସାର ସ୍ଥାନ ଅଟନ୍ତି।
Revelation 12:6 in Oriya 6 ପୁଣି, ସେହି ସ୍ତ୍ରୀଲୋକ ପ୍ରାନ୍ତରକୁ ଦୌଡ଼ି ପଳାଇଗଲେ, ସେଠାରେ ଏକ ହଜାର ଦୁଇ ଶହ ଷାଠିଏ ଦିନ ପର୍ଯ୍ୟନ୍ତ ପ୍ରତିପାଳିତ ହେବା ପାଇଁ ତାହାଙ୍କ ନିମନ୍ତେ ଇଶ୍ବରଙ୍କ ନିୟନ୍ତ୍ରଣରେ ପ୍ରସ୍ତୁତ ଗୋଟିଏ ସ୍ଥାନ ଥିଲା।