Song of Solomon 8:6 in Oriya 6 ତୁମ୍ଭେ ମୋତେ ମୋହର ତୁଲ୍ୟ ଆପଣା ହୃଦୟରେ, ମୋହର ତୁଲ୍ୟ ଆପଣା ବାହୁରେ ଧାରଣ କର; କାରଣ ପ୍ରେମ ମୃତ୍ୟୁୁ ପରି ବଳବାନ୍; ଅନ୍ତର୍ଜ୍ୱାଳା ପାତାଳ ପରି ଦୃଢ଼; ତହିଁର ଶିଖା ଅଗ୍ନିଶିଖା, ଅତି ଭୟଙ୍କର ଅଗ୍ନିଶିଖା।
Other Translations King James Version (KJV) Set me as a seal upon thine heart, as a seal upon thine arm: for love is strong as death; jealousy is cruel as the grave: the coals thereof are coals of fire, which hath a most vehement flame.
American Standard Version (ASV) Set me as a seal upon thy heart, As a seal upon thine arm: For love is strong as death; Jealousy is cruel as Sheol; The flashes thereof are flashes of fire, A very flame of Jehovah.
Bible in Basic English (BBE) Put me as a sign on your heart, as a sign on your arm; love is strong as death, and wrath bitter as the underworld: its coals are coals of fire; violent are its flames.
Darby English Bible (DBY) Set me as a seal upon thy heart, As a seal upon thine arm: For love is strong as death; Jealousy is cruel as Sheol: The flashes thereof are flashes of fire, Flames of Jah.
World English Bible (WEB) Set me as a seal on your heart, As a seal on your arm; For love is strong as death. Jealousy is as cruel as Sheol; Its flashes are flashes of fire, A very flame of Yahweh.
Young's Literal Translation (YLT) Set me as a seal on thy heart, as a seal on thine arm, For strong as death is love, Sharp as Sheol is jealousy, Its burnings `are' burnings of fire, a flame of Jah!
Cross Reference Exodus 28:9 in Oriya 9 ଏଥିଉତ୍ତାରେ ତୁମ୍ଭେ ଦୁଇ ଗୋମେଦକ ମଣି ଘେନି ତହିଁ ଉପରେ ଇସ୍ରାଏଲର ପୁତ୍ରମାନଙ୍କ ନାମ ଖୋଦିତ କରିବ।
Exodus 28:21 in Oriya 21 ଏହି ମଣି ଇସ୍ରାଏଲର ପୁତ୍ରମାନଙ୍କ ନାମ ନିମନ୍ତେ ସେମାନଙ୍କ ନାମ ଅନୁସାରେ ଦ୍ୱାଦଶ ହେବେ; ମୁଦ୍ରାନ୍ୟାୟ ଖୋଦିତ ପ୍ରତ୍ୟେକ ମଣିରେ ସେହି ଦ୍ୱାଦଶ ବଂଶ ନିମନ୍ତେ ପ୍ରତ୍ୟେକ ପୁତ୍ରର ନାମ ରହିବ।
Exodus 28:29 in Oriya 29 ଯେଉଁ ସମୟରେ ହାରୋଣ ପବିତ୍ର ସ୍ଥାନରେ ପ୍ରବେଶ କରିବ, ସେହି ସମୟରେ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ସ୍ମରଣାର୍ଥେ ସେ ବିଚାରାର୍ଥକ ବୁକୁପଟାରେ ଇସ୍ରାଏଲ-ପୁତ୍ରଗଣର ନାମସକଳ ଆପଣା ହୃଦୟ ଉପରେ ବହନ କରିବ।
Numbers 5:14 in Oriya 14 ଆଉ ଯଦି ସ୍ୱାମୀ ଈର୍ଷାଜନକ ଆତ୍ମାରେ ଆବିଷ୍ଟ ହୁଏ ଓ ଭାର୍ଯ୍ୟା ଅଶୁଚି ହେବାରୁ ତାହା ପ୍ରତି ଈର୍ଷାରେ ଜ୍ୱଳେ; ଅବା ଭାର୍ଯ୍ୟା ଅଶୁଚି ନୋହିଲେ ହେଁ ଯଦି ସ୍ୱାମୀ ଈର୍ଷାଜନକ ଆତ୍ମାରେ ଆବିଷ୍ଟ ହୋଇ ତାହା ପ୍ରତି ଈର୍ଷାରେ ଜ୍ୱଳେ;
Numbers 25:11 in Oriya 11 “ହାରୋଣ ଯାଜକର ପୌତ୍ର, ଇଲୀୟାସରର ପୁତ୍ର ପୀନହସ ଲୋକମାନଙ୍କ ପ୍ରତି ଆମ୍ଭ ଅନ୍ତର୍ଜ୍ୱାଳାରେ ଅନ୍ତର୍ଜ୍ୱାଳା ପ୍ରକାଶ କରି ଇସ୍ରାଏଲ-ସନ୍ତାନଗଣଙ୍କଠାରୁ ଆମ୍ଭର କ୍ରୋଧ ଫେରାଇଅଛି, ତହିଁରେ ଆମ୍ଭେ ଆପଣା ଅନ୍ତର୍ଜ୍ୱାଳାରେ ଇସ୍ରାଏଲ-ସନ୍ତାନଗଣଙ୍କୁ ନିଃଶେଷ ରୂପେ ସଂହାର କଲୁ ନାହିଁ।”
Deuteronomy 32:21 in Oriya 21 ଯେ ପରମେଶ୍ୱର ନୁହନ୍ତି, ତାହା ଦ୍ୱାରା ସେମାନେ ଆମ୍ଭର ଅନ୍ତର୍ଜ୍ୱାଳା ଜନ୍ମାଇଲେ; ସେମାନେ ଅସାର ବସ୍ତୁ ଦ୍ୱାରା ଆମ୍ଭଙ୍କୁ ବିରକ୍ତ କଲେ; ଏଣୁ ଯେଉଁମାନେ ଲୋକରେ ଗଣା ନୁହନ୍ତି, ସେମାନଙ୍କ ଦ୍ୱାରା ଆମ୍ଭେ ସେମାନଙ୍କର ଅନ୍ତର୍ଜ୍ୱାଳା ଜନ୍ମାଇବା; ଆମ୍ଭେ ମୂଢ଼ ଗୋଷ୍ଠୀ ଦ୍ୱାରା ସେମାନଙ୍କୁ ବିରକ୍ତ କରିବା।
Psalm 42:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ସନ୍ତାନଗଣର ମସ୍କୀଲ (ପ୍ରବୋଧନ)। ହରିଣୀ ଯେପରି ଜଳସ୍ରୋତ ପାଇଁ ଧକାଏ, ସେହିପରି ହେ ପରମେଶ୍ୱର, ମୋ' ପ୍ରାଣ ତୁମ୍ଭ ପାଇଁ ଧକାଏ।
Psalm 63:1 in Oriya 1 ଦାଉଦଙ୍କର ଗୀତ, ସେ ଯିହୂଦା-ପ୍ରାନ୍ତରରେ ଥିବା ବେଳେ ରଚିତ। ହେ ପରମେଶ୍ୱର, ତୁମ୍ଭେ ମୋହର ପରମେଶ୍ୱର; ବ୍ୟାକୁଳରେ ମୁଁ ତୁମ୍ଭର ଅନ୍ୱେଷଣ କରିବି; ଜଳଶୂନ୍ୟ ଶୁଷ୍କ ଓ ଶ୍ରାନ୍ତିକର ଦେଶରେ ମୋ' ପ୍ରାଣ ତୁମ୍ଭ ନିମନ୍ତେ ତୃଷିତ ହୁଏ ଓ ମୋ' ଶରୀର ତୁମ୍ଭ ପାଇଁ ଲାଳସା କରେ।
Psalm 84:2 in Oriya 2 ସଦାପ୍ରଭୁଙ୍କ ପ୍ରାଙ୍ଗଣ ନିମନ୍ତେ ମୋହର ପ୍ରାଣ ଲାଳସା କରେ, ମଧ୍ୟ ମୂର୍ଚ୍ଛିତ ହୁଏ; ମୋହର ହୃଦୟ ଓ ଶରୀର ଜୀବିତ ପରମେଶ୍ୱରଙ୍କ ନିମନ୍ତେ ଡକା ଛାଡ଼ଇ।
Psalm 120:4 in Oriya 4 ବୀରର ତୀକ୍ଷ୍ଣ ତୀର ଓ ରେତମ କାଷ୍ଠର ଅଙ୍ଗାର।
Proverbs 6:34 in Oriya 34 ଯେହେତୁ ସ୍ତ୍ରୀ ବିଷୟକ ଈର୍ଷା ମନୁଷ୍ୟର ପ୍ରଚଣ୍ଡ କ୍ରୋଧର ବିଷୟ; ପ୍ରତିହିଂସା କରିବା ବେଳେ ସେ କିଛି କ୍ଷମା କରିବ ନାହିଁ।
Proverbs 25:22 in Oriya 22 ତହିଁରେ ତୁମ୍ଭେ ତାହାର ମସ୍ତକରେ ଜ୍ୱଳ ଅଙ୍ଗାର ରାଶି କରି ଥୋଇବ, ପୁଣି, ସଦାପ୍ରଭୁ ତୁମ୍ଭକୁ ପୁରସ୍କାର ଦେବେ।
Song of Solomon 5:8 in Oriya 8 ହେ ଯିରୁଶାଲମର କନ୍ୟାଗଣ, ଯେବେ ତୁମ୍ଭେମାନେ ମୋ' ପ୍ରିୟତମଙ୍କର ଦେଖା ପାଇବ, ତେବେ ମୁଁ ତୁମ୍ଭମାନଙ୍କୁ ଶପଥ ଦେଇ କହୁଅଛି, ମୁଁ ପ୍ରେମପୀଡ଼ିତା ବୋଲି ତୁମ୍ଭେମାନେ ତାଙ୍କୁ କହିବ।
Isaiah 49:16 in Oriya 16 ଦେଖ, ଆମ୍ଭେ ଆପଣା ହସ୍ତଦ୍ୱୟର ପାପୁଲିରେ ତୁମ୍ଭର ଆକୃତି ଲେଖିଅଛୁ; ତୁମ୍ଭର ପ୍ରାଚୀର ସର୍ବଦା ଆମ୍ଭ ସମ୍ମୁଖରେ ଅଛି।
Jeremiah 22:24 in Oriya 24 ସଦାପ୍ରଭୁ କହନ୍ତି, “ଆମ୍ଭେ ଜୀବିତ ଥିବା ପ୍ରମାଣେ ଯିହୁଦାର ରାଜା ଯିହୋୟାକୀମ୍ର ପୁତ୍ର କନୀୟ ଆମ୍ଭ ଦକ୍ଷିଣ ହସ୍ତରେ ମୋହର ତୁଲ୍ୟ ହେଲେ ହେଁ ଆମ୍ଭେ ତୁମ୍ଭକୁ ସେଠାରୁ କାଢ଼ି ପକାଇବା;
Haggai 2:23 in Oriya 23 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ହେ ଶଲ୍ଟୀୟେଲର ପୁତ୍ର, ଆମ୍ଭର ଦାସ ଯିରୁବ୍ବାବିଲ, ସେଦିନ ଆମ୍ଭେ ତୁମ୍ଭକୁ ଗ୍ରହଣ କରିବା ଓ ତୁମ୍ଭକୁ ମୁଦ୍ରାର୍ଥକ ଅଙ୍ଗୁରୀୟ ସ୍ୱରୂପ କରିବା, ଏହା ସଦାପ୍ରଭୁ କହନ୍ତି; କାରଣ ଆମ୍ଭେ ତୁମ୍ଭକୁ ମନୋନୀତ କରିଅଛୁ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Zechariah 3:9 in Oriya 9 କାରଣ, ଆମ୍ଭେ ଯିହୋଶୂୟ ସମ୍ମୁଖରେ ଯେଉଁ ପ୍ରସ୍ତର ସ୍ଥାପନ କରିଅଛୁ, ତାହା ଦେଖ! ଏକ ପ୍ରସ୍ତରର ଉପରେ ସାତ ପାର୍ଶ୍ୱ ଅଛି; ତହିଁର ମୁଦ୍ରାରେ ଆମ୍ଭେ ଖୋଦିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ଓ ଆମ୍ଭେ ଏକ ଦିନରେ ସେହି ଦେଶର ଅଧର୍ମ ଦୂର କରିବା।
John 21:15 in Oriya 15 ସେମାନେ ଭୋଜନ କଲା ଉତ୍ତାରେ ଯୀଶୁ ଶିମୋନ ପିତରଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କ'ଣ ମୋତେ ଏମାନଙ୍କଠାରୁ ଅଧିକ ପ୍ରେମ କରୁଅଛ ? ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ସେ ତାଙ୍କୁ କହିଲେ, ମୋହର ମେଷଶାବକମାନଙ୍କୁ ଚରାଅ।
Acts 20:24 in Oriya 24 କିନ୍ତୁ ମୁଁ ଯେପରି ମୋହର ନିରୁପିତ ପଥର ଶେଷ ଯାଏ ଦୌଡ଼ି ପାରେ, ଆଉ ଇଶ୍ବରଙ୍କ ଅନୁଗ୍ରହର ସୁସମାଚାର ପକ୍ଷରେ ସାକ୍ଷ୍ୟ ଦେବା ନିମନ୍ତେ ଯୀଶୁଙ୍କଠାରୁ ଯେଉଁ ସେବାର କାର୍ଯ୍ୟ ପାଇଅଛି, ତାହା ଯେପରି ସମ୍ପୂର୍ଣ୍ଣ କରି ପାରେ, ଏଥିପାଇଁ ମୁଁ ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ ନ କରି ତାହା ଛୋଟ ମନେ କରୁଅଛି।
Acts 21:13 in Oriya 13 ପାଉଲ ସେଥିରେ ଉତ୍ତର ଦେଲେ, ତୁମ୍ଭେମାନେ କ୍ରନ୍ଦନ କରି ଓ ମୋହର ହୃଦୟକୁ ବିଦୀର୍ଣ୍ଣ କରି କ'ଣ କରୁଅଛ? କାରଣ ମୁଁ ପ୍ରଭୁ ଯୀଶୁଙ୍କ ନାମ ନିମନ୍ତେ ଯିରୂଶାଲମରେ କେବଳ ବନ୍ଧା ହେବାକୁ ପ୍ରସ୍ତୁତ, ତାହା ନୁହେଁ, ମାତ୍ର ମରିବାକୁ ସୁଦ୍ଧା ପ୍ରସ୍ତୁତ ଅଛି।
Romans 12:20 in Oriya 20 ବରଂ ଯଦି ତୁମ୍ଭର ଶତ୍ରୁ କ୍ଷୁଧିତ, ତେବେ ତାକୁ ଭୋଜନ କରାଅ; ଯଦି ସେ ତୃଷିତ ତାକୁ ପାନ କରାଅ; କାରଣ ଏହିପରି କଲେ ତୁମ୍ଭେ ତା'ର ମସ୍ତକ ଉପରେ ଜ୍ୱଳନ୍ତା ଅଙ୍ଗାର ଗଦା କରିବ।
2 Corinthians 5:14 in Oriya 14 କାରଣ ଖ୍ରୀଷ୍ଟଙ୍କ ପ୍ରେମ ଆମ୍ଭମାନଙ୍କୁ ବଶରେ ରଖି ଚଳାଉଅଛି, ଯେଣୁ ଆମ୍ଭେମାନେ ଏହି ବିଚାର କରିଅଛୁ ଯେ, ଜଣେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କରିଥିବାରୁ ସମସ୍ତେ ମୃତ ହେଲେ;
2 Corinthians 11:2 in Oriya 2 କାରଣ ଇଶ୍ବରଙ୍କ ବିଷୟକ ଉଦ୍ଯୋଗରେ ମୁଁ ତୁମ୍ଭମାନଙ୍କ ନିମନ୍ତେ ଉଦ୍ଯୋଗୀ, ଯେଣୁ ମୁଁ ତୁମ୍ଭମାନଙ୍କୁ ସତୀ କନ୍ୟା ସଦୃଶ ଏକ ସ୍ୱାମୀଠାରେ, ଅର୍ଥାତ୍, ଖ୍ରୀଷ୍ଟଙ୍କଠାରେ, ସମର୍ପଣ କରିବା ନିମନ୍ତେ ବାଗ୍ଦାନ କରିଅଛି।
Philippians 1:20 in Oriya 20 ଏ ସମ୍ବନ୍ଧରେ ମୋହର ଏକାନ୍ତ ଆକାଂକ୍ଷା ଓ ଭରସା ଅଛି ଯେ ମୁଁ କୌଣସି ବିଷୟରେ ଲଜ୍ଜିତ ହେବି ନାହିଁ, କିନ୍ତୁ ସର୍ବଦା ଯେଉଁପରି, ଏବେ ମଧ୍ୟ ସେହିପରି ଅତି ସାହସରେ, ଜୀବନରେ ହେଉ ବା ମରଣରେ ହେଉ, ଖ୍ରୀଷ୍ଟଙ୍କୁ ମୋହର ଶରୀରରେ ମହିମାନ୍ୱିତ କରିବି।
2 Timothy 2:19 in Oriya 19 ତଥାପି ଇଶ୍ବରଙ୍କ ସ୍ଥାପିତ ସୁଦୃଢ଼ ଭିତ୍ତିମୂଳ ଅଟଳ ରହିଅଛି, ଆଉ ତହିଁ ଉପରେ ଏହା ମୁଦ୍ରାଙ୍କିତ ହୋଇଅଛି, ପ୍ରଭୁ ଆପଣା ଲୋକମାନଙ୍କୁ ଜାଣନ୍ତି, ଆଉ, ଯେ କେହି ପ୍ରଭୁଙ୍କର ନାମ ଧରେ, ସେ ଅଧର୍ମରୁ ଦୂରରେ ରହୁ।
Revelation 12:11 in Oriya 11 ଆଉ ସେମାନେ ମେଷଶାବକଙ୍କ ରକ୍ତ ଓ ଆପଣା ଆପଣା ସାକ୍ଷ୍ୟର ବାକ୍ୟ ଦ୍ୱାରା ତାହାକୁ ଜୟ କରିଅଛନ୍ତି, ପୁଣି, ସେମାନେ ମୃତ୍ୟୁ ପର୍ଯ୍ୟନ୍ତ ଆପଣା ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ କରି ନ ଥିଲେ।