Titus 1:16 in Oriya 16 ସେମାନେ ଈଶ୍ୱରଙ୍କୁ ଜାଣନ୍ତି ବୋଲି ସ୍ୱୀକାର କରନ୍ତି; ସେମାନେ ଘୃଣ୍ୟ ଓ ଅବାଧ୍ୟ ପୁଣି, ସମସ୍ତ ସତ୍କର୍ମର ଅଯୋଗ୍ୟ।
Other Translations King James Version (KJV) They profess that they know God; but in works they deny him, being abominable, and disobedient, and unto every good work reprobate.
American Standard Version (ASV) They profess that they know God; but by their works they deny him, being abominable, and disobedient, and unto every good work reprobate.
Bible in Basic English (BBE) They say that they have knowledge of God, while by their acts they are turning their backs on him; they are hated by all, hard-hearted, and judged to be without value for any good work.
Darby English Bible (DBY) They profess to know God, but in works deny [him], being abominable, and disobedient, and found worthless as to every good work.
World English Bible (WEB) They profess that they know God, but by their works they deny him, being abominable, disobedient, and unfit for any good work.
Young's Literal Translation (YLT) God they profess to know, and in the works they deny `Him', being abominable, and disobedient, and unto every good work disapproved.
Cross Reference Numbers 24:16 in Oriya 16 ଯେ ପରମେଶ୍ୱରଙ୍କ ବାକ୍ୟ ଶୁଣୁଅଛି ଓ ସର୍ବ-ପ୍ରଧାନଙ୍କର ତତ୍ତ୍ୱ ଜାଣୁଅଛି, ଯେ ସର୍ବଶକ୍ତିମାନଙ୍କର ଦର୍ଶନ ପାଉଅଛି, ସେ ତଳେ ପଡ଼ି ଓ ପ୍ରସନ୍ନ ଚକ୍ଷୁ ହୋଇ କହୁଅଛି;
1 Samuel 15:22 in Oriya 22 ତହିଁରେ ଶାମୁୟେଲ କହିଲେ, ଯେପରି ସଦାପ୍ରଭୁଙ୍କ ରବ ଶୁଣିବାରେ, ସେପରି କି ହୋମ ଓ ବଳିଦାନରେ ସଦାପ୍ରଭୁଙ୍କର ସନ୍ତୋଷ ହୁଏ ? ଦେଖ, ଶୁଣିବା ବଳିଦାନଠାରୁ ଓ ମନୋଯୋଗୀ ହେବା ମେଷମେଦଠାରୁ ଉତ୍ତମ।
1 Samuel 15:24 in Oriya 24 ଏଥିରେ ଶାଉଲ ଶାମୁୟେଲଙ୍କୁ କହିଲେ, ମୁଁ ପାପ କରିଅଛି; କାରଣ ମୁଁ ସଦାପ୍ରଭୁଙ୍କର ଆଜ୍ଞା ଓ ତୁମ୍ଭ ବାକ୍ୟ ଲଙ୍ଘନ କରିଅଛି; ମୁଁ ଲୋକମାନଙ୍କୁ ଭୟ କରି ସେମାନଙ୍କ ରବ ଶୁଣିଲି।
Isaiah 29:13 in Oriya 13 ଆହୁରି, ପ୍ରଭୁ କହିଲେ, “ଏହି ଲୋକମାନେ ଆମ୍ଭର ନିକଟବର୍ତ୍ତୀ ହୁଅନ୍ତି ଓ ସେମାନେ ଆପଣା ଆପଣା ମୁଖରେ ଓ ଓଷ୍ଠାଧରରେ ଆମ୍ଭର ସମ୍ମାନ କରନ୍ତି, ମାତ୍ର ସେମାନେ ଆପଣା ଆପଣା ଅନ୍ତଃକରଣ ଆମ୍ଭଠାରୁ ଦୂରରେ ରଖିଅଛନ୍ତି ଓ ଆମ୍ଭ ବିଷୟକ ସେମାନଙ୍କର ଯେଉଁ ଭୟ, ତାହା ମନୁଷ୍ୟଠାରୁ ଶିକ୍ଷିତ ଆଜ୍ଞା ଅଟେ।”
Isaiah 48:1 in Oriya 1 ହେ ଇସ୍ରାଏଲ ନାମରେ ଖ୍ୟାତ ଓ ଯିହୁଦାର ଜଳାଶୟରୁ ଉତ୍ପନ୍ନ ଯାକୁବ ବଂଶ, ତୁମ୍ଭେମାନେ ଏହି କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ନାମରେ ଶପଥ କରୁଅଛ ଓ ଇସ୍ରାଏଲର ପରମେଶ୍ୱରଙ୍କ ନାମ କୀର୍ତ୍ତନ କରୁଅଛ, ମାତ୍ର ସତ୍ୟରେ କିଅବା ଧାର୍ମିକତାରେ ନୁହେଁ।
Isaiah 58:2 in Oriya 2 ତଥାପି ସେମାନେ ପ୍ରତିଦିନ ଆମ୍ଭର ଅନ୍ୱେଷଣ କରନ୍ତି ଓ ଆମ୍ଭ ପଥ ବିଷୟ ଜାଣିବାକୁ ସନ୍ତୁଷ୍ଟ ହୁଅନ୍ତି; ଯେଉଁ ଗୋଷ୍ଠୀୟ ଲୋକେ ଧର୍ମକର୍ମ କରନ୍ତି ଓ ଆପଣାମାନଙ୍କ ପରମେଶ୍ୱରଙ୍କର ବିଧାନ ତ୍ୟାଗ କରି ନାହାନ୍ତି, ସେମାନଙ୍କ ପରି ସେମାନେ ଧର୍ମ ବିଧାନ ବିଷୟ ଆମ୍ଭକୁ ପଚାରନ୍ତି ଓ ପରମେଶ୍ୱରଙ୍କର ନିକଟକୁ ଆସିବାକୁ ସନ୍ତୁଷ୍ଟ ହୁଅନ୍ତି।
Jeremiah 6:30 in Oriya 30 ସଦାପ୍ରଭୁ ସେମାନଙ୍କୁ ଅଗ୍ରାହ୍ୟ କରିଅଛନ୍ତି, ଏଣୁ ଲୋକେ ସେମାନଙ୍କୁ ଅଗ୍ରାହ୍ୟ ରୂପା ବୋଲି କହିବେ।
Ezekiel 33:31 in Oriya 31 ପୁଣି, ସେମାନେ ଲୋକମାନଙ୍କ ପରି ତୁମ୍ଭ ନିକଟକୁ ଆସନ୍ତି ଓ ଆମ୍ଭ ଲୋକଙ୍କ ପରି ତୁମ୍ଭ ସମ୍ମୁଖରେ ବସନ୍ତି ଓ ତୁମ୍ଭ କଥା ଶୁଣନ୍ତି, ମାତ୍ର ତାହା ପାଳନ କରନ୍ତି ନାହିଁ; କାରଣ ସେମାନେ ମୁଖରେ ବହୁତ ପ୍ରେମ ଦେଖାନ୍ତି, ମାତ୍ର ସେମାନଙ୍କର ଅନ୍ତଃକରଣ ସେମାନଙ୍କର ଲାଭର ଅନୁଗାମୀ ହୁଏ।
Hosea 8:2 in Oriya 2 ସେମାନେ ଆମ୍ଭ ନିକଟରେ କ୍ରନ୍ଦନ କରି କହିବେ, ‘ହେ ଆମ୍ଭର ପରମେଶ୍ୱର, ଆମ୍ଭେମାନେ ଇସ୍ରାଏଲ, ତୁମ୍ଭଙ୍କୁ ଜାଣୁ।'
Romans 1:28 in Oriya 28 ଆଉ, ଯେପରି ସେମାନେ ଈଶ୍ୱର ବିଷୟକ ଜ୍ଞାନ ଗ୍ରହଣ କରିବାକୁ ଅସ୍ୱୀକୃତ ହେଲେ, ସେହିପରି ଈଶ୍ୱର ଅନୁଚିତ କର୍ମ କରିବା ନିମନ୍ତେ ସେମାନଙ୍କୁ ଭ୍ରଷ୍ଟ ମତିରେ ସମର୍ପଣ କଲେ।
Romans 2:18 in Oriya 18 ଆଉ ମୋଶାଙ୍କ ବ୍ୟବସ୍ଥାରୁ ଶିକ୍ଷା ପ୍ରାପ୍ତ ହୋଇ ତାହାଙ୍କ ଇଚ୍ଛା ଜାଣୁଅଛ, ପୁଣି, ଭଲ ମନ୍ଦର ପ୍ରଭେଦ ବୁଝୁଅଛ,
Ephesians 5:6 in Oriya 6 କେହି ତୁମ୍ଭମାନଙ୍କୁ ଅସାର କଥାରେ ନ ଭୁଲାଉ, କାରଣ ଏହି ସମସ୍ତ କୁକର୍ମ ହେତୁ ଅନାଜ୍ଞାବହ ସନ୍ତାନମାନଙ୍କ ଉପରେ ଇଶ୍ବରଙ୍କ କ୍ରୋଧ ବର୍ତ୍ତେ।
1 Timothy 1:9 in Oriya 9 ନରହନ୍ତା, ବ୍ୟଭିଚାରୀ, ପୁଂମୈଥୁନକାରୀ, ମନୁଷ୍ୟଚୋର, ମିଥ୍ୟାବାଦୀ ଓ ମିଥ୍ୟା ଶପଥକାରୀମାନଙ୍କ ନିମନ୍ତେ ପୁଣି, ଉତ୍ତମ ଶିକ୍ଷାର ବିପରୀତରେ ଯେକୌଣସି ବିଷୟ ଥାଏ, ତାହା ନିମନ୍ତେ ଯେ ନିରୂପିତ ହୋଇଅଛି,
1 Timothy 5:8 in Oriya 8 କିନ୍ତୁ ଯଦି କେହି ଆପଣା ଆତ୍ମୀୟ, ବିଶେଷରେ ଆପଣା ପରିବାରର ଦାୟିତ୍ୱ ନ ନିଏ, ସେ ବିଶ୍ୱାସମତ ଅସ୍ୱୀକାର କରିଅଛି, ଆଉ ସେ ଅବିଶ୍ୱାସୀଠାରୁ ଅଧମ ଅଟେ।
2 Timothy 3:5 in Oriya 5 ସେମାନେ ଭକ୍ତିର ବେଶ ଧରନ୍ତି, କିନ୍ତୁ ସେଥିର ଶକ୍ତିକୁ ଅସ୍ୱୀକାର କରନ୍ତି; ଏପରି ଲୋକମାନଙ୍କଠାରୁ ଅନ୍ତର ହୁଅ।
1 John 2:4 in Oriya 4 ତାହାଙ୍କ ଆଜ୍ଞା ପାଳନ ନ କରି ତାହାଙ୍କୁ ଜାଣେ ବୋଲି ଯେ କହେ, ସେ ମିଥ୍ୟାବାଦୀ ଓ ତାହାଠାରେ ସତ୍ୟ ନାହିଁ;
Jude 1:4 in Oriya 4 କାରଣ ପ୍ରାଚୀନ ଶାସ୍ତ୍ରମାନଙ୍କରେ ଦଣ୍ଡର ପାତ୍ର ବୋଲି ବର୍ଣ୍ଣିତ ହୋଇଥିବା କେତେକ ଲୋକ ତୁମ୍ଭମାନଙ୍କ ମଧ୍ୟରେ ଗୁପ୍ତରେ ପ୍ରବେଶ କରିଅଛନ୍ତି; ସେମାନେ ଅଧାର୍ମିକ, ଆମ୍ଭମାନଙ୍କ ଇଶ୍ବରଙ୍କ ଅନୁଗ୍ରହକୁ ବିପରୀତ ଭାବରେ କାମୁକତାରେ ବ୍ୟବହାର କରନ୍ତି, ପୁଣି, ଆମ୍ଭମାନଙ୍କର ଏକମାତ୍ର କର୍ତ୍ତା ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଅସ୍ୱୀକାର କରନ୍ତି।
Revelation 21:8 in Oriya 8 କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ୱାସୀ, ଘୃଣ୍ୟକଳଙ୍କିତ, ନରଘାତକ, ବ୍ୟଭିଚାର, ମାୟାବୀ ଓ ପ୍ରତିମାପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ, ଅଗ୍ନି ଓ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ଅଂଶ ପାଇବେ; ଏହା ହିଁ ଦ୍ୱିତୀୟ ମୃତ୍ୟୁ।
Revelation 21:27 in Oriya 27 କୌଣସି ଅଶୁଚି ବିଷୟ କିଅବା ଘୃଣ୍ୟକର୍ମକାରୀ ଓ ମିଥ୍ୟାଚାରୀ କେହି ସେଥିରେ କଦାପି ପ୍ରବେଶ କରିବ ନାହିଁ; କେବଳ ଯେଉଁମାନଙ୍କ ନାମ ମେଷଶାବଙ୍କ ଜୀବନ ପୁସ୍ତକରେ ଲିଖିତ ଅଛି, ସେମାନେ ପ୍ରବେଶ କରିବେ।