Titus 1:7 in Oriya 7 କାରଣ ଅଧ୍ୟକ୍ଷ, ଇଶ୍ବରଙ୍କ ବେବର୍ତ୍ତା ସ୍ୱରୂପେ ନିର୍ଦ୍ଦୋଷ ହେବା ଆବଶ୍ୟକ; ସେ ସ୍ଵେଚ୍ଛାଚାରୀ କି ଆଶୁକ୍ରୋଧୀ କି ମଦ୍ୟପାୟୀ କି ବିବାଦପ୍ରିୟ କି କୁତ୍ସିତ ଧନଲୋଭର ଅଭିଳାଷୀ ନ ହୋଇ ଅାତିଥ୍ୟ ପ୍ରିୟ,
Other Translations King James Version (KJV) For a bishop must be blameless, as the steward of God; not selfwilled, not soon angry, not given to wine, no striker, not given to filthy lucre;
American Standard Version (ASV) For the bishop must be blameless, as God's steward; not self-willed, not soon angry, no brawler, no striker, not greedy of filthy lucre;
Bible in Basic English (BBE) For it is necessary for a Bishop to be a man of virtue, as God's servant; not pushing himself forward, not quickly moved to wrath or blows, not desiring profit for himself;
Darby English Bible (DBY) For the overseer must be free from all charge [against him] as God's steward; not headstrong, not passionate, not disorderly through wine, not a striker, not seeking gain by base means;
World English Bible (WEB) For the overseer must be blameless, as God's steward; not self-pleasing, not easily angered, not given to wine, not violent, not greedy for dishonest gain;
Young's Literal Translation (YLT) for it behoveth the overseer to be blameless, as God's steward, not self-pleased, nor irascible, not given to wine, not a striker, not given to filthy lucre;
Cross Reference Genesis 49:6 in Oriya 6 ହେ ମୋହର ପ୍ରାଣ, ସେମାନଙ୍କ ଗୁପ୍ତ ମନ୍ତ୍ରଣାରେ ପ୍ରବେଶ କର ନାହିଁ; ହେ ମୋହର ଗୌରବ, ତୁମ୍ଭେ ସେମାନଙ୍କ ସଭାରେ ମିଳିତ ହୁଅ ନାହିଁ; କାରଣ ସେମାନେ କ୍ରୋଧରେ ନରହତ୍ୟା କଲେ ଓ ସ୍ୱେଚ୍ଛାଚାରିତାରେ ବଳଦଗୁଡିକର ଲାଙ୍ଗୁଡ଼ କାଟିଲେ।
Leviticus 10:9 in Oriya 9 “ତୁମ୍ଭମାନଙ୍କର ମୃତ୍ୟୁୁ ଯେପରି ନ ହୁଏ, ଏଥିପାଇଁ ଯେଉଁ ସମୟରେ ତୁମ୍ଭେମାନେ ସମାଗମ-ତମ୍ବୁରେ ପ୍ରବେଶ କରିବ, ସେହି ସମୟରେ ତୁମ୍ଭେ କି ତୁମ୍ଭ ସଙ୍ଗୀ ତୁମ୍ଭର ପୁତ୍ରଗଣ ଦ୍ରାକ୍ଷାରସ ଓ ମଦ୍ୟ ପାନ କରିବ ନାହିଁ; ଏହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ;
Proverbs 14:17 in Oriya 17 ଯେ ହଠାତ୍ କ୍ରୋଧୀ, ସେ ଅଜ୍ଞାନର କର୍ମ କରେ; ପୁଣି, କୁକଳ୍ପନାକାରୀ ନିର୍ବୋଧ ମନୁଷ୍ୟ ଘୃଣାର ପାତ୍ର।
Proverbs 15:18 in Oriya 18 କ୍ରୋଧୀ ଲୋକ କଳି ଜନ୍ମାଏ; ପୁଣି, କୋପ କରିବାକୁ ଧୀର ଲୋକ ବିବାଦ କ୍ଷାନ୍ତ କରେ।
Proverbs 16:32 in Oriya 32 ଯେ କ୍ରୋଧରେ ଧୀର, ସେ ବୀର ଅପେକ୍ଷା ଶ୍ରେଷ୍ଠ; ପୁଣି, ଯେ ନିଜ ଆତ୍ମା ଉପରେ କର୍ତ୍ତୃତ୍ୱ କରେ, ସେ ନଗର ଜୟକାରୀ ଅପେକ୍ଷା ଭଲ।
Proverbs 31:4 in Oriya 4 ହେ ଲମୂୟେଲ, ରାଜାମାନଙ୍କର ଦ୍ରାକ୍ଷାରସ ପାନ କରିବା ଉଚିତ ନୁହେଁ, ରାଜାମାନଙ୍କର ଉଚିତ ନୁହେଁ; କିଅବା ମଦ୍ୟ କାହିଁ ବୋଲି କହିବା ଭୂପତିମାନଙ୍କର ଉଚିତ ନୁହେଁ।
Ecclesiastes 7:9 in Oriya 9 କ୍ରୋଧ କରିବା ପାଇଁ ଆପଣା ଆତ୍ମାରେ ଚଞ୍ଚଳ ହୁଅ ନାହିଁ; କାରଣ ମୂର୍ଖମାନଙ୍କ ହୃଦୟରେ କ୍ରୋଧ ଅବସ୍ଥାନ କରେ।
Isaiah 28:7 in Oriya 7 ମାତ୍ର ଏମାନେ ହିଁ ଦ୍ରାକ୍ଷାରସରେ ଭ୍ରାନ୍ତ ହୋଇଅଛନ୍ତି ଓ ସୁରାପାନ ଦ୍ୱାରା ବିପଥରେ ଯାଇଅଛନ୍ତି; ଯାଜକ ଓ ଭବିଷ୍ୟଦ୍ବକ୍ତା ସୁରାପାନ ଦ୍ୱାରା ଭ୍ରାନ୍ତ ହୋଇଅଛନ୍ତି, ଦ୍ରାକ୍ଷାରସ ସେମାନଙ୍କୁ ଗ୍ରାସ କରିଅଛି, ସୁରାପାନ ଦ୍ୱାରା ସେମାନେ ବିପଥରେ ଯାଇଅଛନ୍ତି; ସେମାନେ ଦର୍ଶନରେ ଭ୍ରାନ୍ତ ହୁଅନ୍ତି, ବିଚାରରେ ଝୁଣ୍ଟି ପଡ଼ନ୍ତି।
Isaiah 56:10 in Oriya 10 ତାହାର ପ୍ରହରୀଗଣ ଅନ୍ଧ, ସେମାନେ ସମସ୍ତେ ଜ୍ଞାନହୀନ; ସେସମସ୍ତେ ଘୁଙ୍ଗା କୁକୁର, ସେମାନେ ଭୁକି ପାରନ୍ତି ନାହିଁ; ସେମାନେ ସ୍ୱପ୍ନଦର୍ଶୀ, ନିଦ୍ରାଳୁ, ଢୁଳାଇବାକୁ ସୁଖ ପା'ନ୍ତି।
Ezekiel 44:21 in Oriya 21 ଭିତର ପ୍ରାଙ୍ଗଣରେ ପ୍ରବେଶ କରିବା ସମୟରେ କୌଣସି ଯାଜକ ଦ୍ରାକ୍ଷାରସ ପାନ କରିବେ ନାହିଁ।
Matthew 24:45 in Oriya 45 ତେବେ ପ୍ରଭୁ ଆପଣା ପରିଜନମାନଙ୍କୁ ଯଥା ସମୟରେ ପ୍ରାପ୍ୟ ଦେବା ନିମନ୍ତେ ଯାହାକୁ ସେମାନଙ୍କ ଉପରେ ନିଯୁକ୍ତ କଲେ, ଏପରି ବିଶ୍ୱସ୍ତ ଓ ବୁଦ୍ଧିମାନ ଦାସ କିଏ ?
Luke 12:42 in Oriya 42 ପ୍ରଭୁ କହିଲେ, ଏଣୁ ଆପଣା ପରିଜନମାନଙ୍କୁ ଯଥା ସମୟରେ ନିରୂପିତ ଭାଗ ଦେବା ନିମନ୍ତେ ପ୍ରଭୁ ଯାହାକୁ ସେମାନଙ୍କ ଉପରେ ନିଯୁକ୍ତ କରିବେ, ଏପରି ବିଶ୍ୱସ୍ତ ଓ ବୁଦ୍ଧିମାନ ବେବର୍ତ୍ତା କିଏ ?
1 Corinthians 4:1 in Oriya 1 ଲୋକେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କର ପରିଚାରକ, ପୁଣି, ଇଶ୍ବରଙ୍କ ନିଗୂଢ଼ତତ୍ତ୍ୱର ଭଣ୍ଡାରଘରିଆ ବୋଲି ମନେ କରନ୍ତୁ।
Ephesians 5:18 in Oriya 18 ଆଉ ଦ୍ରାକ୍ଷାରସରେ ମତ୍ତ ନ ହୁଅ, ସେଥିରୁ ତ ଅତ୍ୟାଚାର ଜନ୍ମେ, ମାତ୍ର ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା ପରସ୍ପରକୁ ଉତ୍ସାହ ଦିଅ,
Philippians 1:1 in Oriya 1 ପାଉଲ ଓ ତୀମଥି, ଖ୍ରୀଷ୍ଟ ଯୀଶୁଙ୍କର ଦୁଇ ଦାସ, ଫିଲିପ୍ପୀରେ ଥିବା ଖ୍ରୀଷ୍ଟ ଯୀଶୁଙ୍କ ଆଶ୍ରିତ ସମସ୍ତ ସାଧୁଙ୍କ ନିକଟକୁ ପୁଣି, ଅଧ୍ୟକ୍ଷ ଓ ସେବକମାନଙ୍କ ନିକଟକୁ;
1 Timothy 3:1 in Oriya 1 ଏହି କଥା ସତ୍ୟ, କେହି ଯଦି ଅଧ୍ୟକ୍ଷ ପଦ ପାଇବାକୁ ଆକାଂକ୍ଷା କରନ୍ତି, ତେବେ ସେ ଉତ୍ତମ କାର୍ଯ୍ୟ ଇଚ୍ଛା କରନ୍ତି।
2 Timothy 2:24 in Oriya 24 ପ୍ରଭୁଙ୍କର ଦାସ ବିରୋଧ କରିବା ଉଚିତ୍ ନୁହେଁ, ମାତ୍ର ସମସ୍ତଙ୍କ ପ୍ରତି କୋମଳ, ଶିକ୍ଷା ଦେବାରେ ନିପୁଣ ଓ ସହିଷ୍ଣୁ ହେବା ଏବଂ ବିରୋଧ କରୁଥିବା ଲୋକମାନଙ୍କୁ ମୃଦୁ ଭାବରେ ଉପଦେଶ ଦେବା ଉଚିତ୍;
Titus 1:5 in Oriya 5 ମୋହର ଆଦେଶାନୁସାରେ ଅସମ୍ପୂର୍ଣ୍ଣ କାର୍ଯ୍ୟସବୁ ସମ୍ପୂର୍ଣ୍ଣ କରିବାକୁ ପୁଣି, ପ୍ରତ୍ୟେକ ନଗରରେ ପ୍ରାଚୀନମାନଙ୍କୁ ନିଯୁକ୍ତ କରିବାକୁ ମୁଁ କ୍ରୀତୀରେ ତୁମ୍ଭକୁ ଛାଡ଼ି ଆସିଲି;
Titus 2:3 in Oriya 3 ପୁଣି, ବୃଦ୍ଧ ସ୍ତ୍ରୀମାନଙ୍କୁ ସେହିପରି ପରନିନ୍ଦୁକା ଓ ମଦ୍ୟପାନରେ ଆସକ୍ତା ନ ହୋଇ ଶୁଦ୍ଧାଚାରିଣୀ ହେବାକୁ ଓ ସୁଶିକ୍ଷା ଦେବାକୁ ଅନୁରୋଧ କର;
James 1:19 in Oriya 19 ହେ ମୋହର ପ୍ରିୟ ଭାଇମାନେ, ତୁମ୍ଭେମାନେ ଏହା ଜ୍ଞାତ ଅଛ। ପ୍ରତ୍ୟେକ ଜଣ ଶୁଣିବାରେ ତତ୍ପର, କହିବାରେ ଧୀର ପୁଣି, କ୍ରୋଧ କରିବାରେ ଧୀର ହେଉ,
1 Peter 4:10 in Oriya 10 ପ୍ରତ୍ୟେକ ଜଣ ଯେଉଁପରି ଅନୁଗ୍ରହ ଦାନ ପାଇଅଛ, ସେହି ପ୍ରକାରେ ଇଶ୍ବରଙ୍କ ବହୁବିଧ ଅନୁଗ୍ରହର ଉତ୍ତମ ଭଣ୍ଡାରଘରିଆ ସ୍ୱରୂପେ ତଦ୍ୱାରା ପରସ୍ପରର ସେବା କର;
1 Peter 5:2 in Oriya 2 ତୁମ୍ଭମାନଙ୍କ ତତ୍ତ୍ୱାବଧାନରେ ଥିବା ଇଶ୍ବରଙ୍କ ପଲକୁ ପ୍ରତିପାଳନ କର, ବାଧ୍ୟ ହୋଇ ନୁହେଁ, ମାତ୍ର ଇଶ୍ବରଙ୍କ ଇଚ୍ଛାନୁଯାୟୀ ସ୍ୱଚ୍ଛନ୍ଦ ମନରେ, ଅନ୍ୟାୟ ଲାଭ ନିମନ୍ତେ ନୁହେଁ, କିନ୍ତୁ ଆଗ୍ରହ ସହକାରେ ତାହା କର;
2 Peter 2:10 in Oriya 10 ସେମାନେ ଦୁଃସାହସୀ ଓ ସ୍ୱେଚ୍ଛାଚାରୀ ହୋଇ ଅଲୌକିକ ଶକ୍ତିମାନଙ୍କର ନିନ୍ଦା କରିବାକୁ ଭୟ କରନ୍ତି ନାହିଁ,