Titus 1:9 in Oriya 9 ପୁଣି, ଯେପରି ସେ ହିତଜନକ ଶିକ୍ଷା ଦେଇ ଉତ୍ସାହ ଦେବାକୁ ଓ ବିପକ୍ଷବାଦୀମାନଙ୍କୁ ଅନୁଯୋଗ କରିବାକୁ ସକ୍ଷମ ହୁଅନ୍ତି, ଏଥି ନିମନ୍ତେ ପ୍ରାପ୍ତ ଶିକ୍ଷାନୁଯାୟୀ ବିଶ୍ୱାସଯୋଗ୍ୟ ବାକ୍ୟକୁ ଦୃଢ ଭାବରେ ଧରନ୍ତୁ।
Other Translations King James Version (KJV) Holding fast the faithful word as he hath been taught, that he may be able by sound doctrine both to exhort and to convince the gainsayers.
American Standard Version (ASV) holding to the faithful word which is according to the teaching, that he may be able to exhort in the sound doctrine, and to convict the gainsayers.
Bible in Basic English (BBE) Keeping to the true word of the teaching, so that he may be able to give comfort by right teaching and overcome the arguments of the doubters.
Darby English Bible (DBY) clinging to the faithful word according to the doctrine taught, that he may be able both to encourage with sound teaching and refute gainsayers.
World English Bible (WEB) holding to the faithful word which is according to the teaching, that he may be able to exhort in the sound doctrine, and to convict those who contradict him.
Young's Literal Translation (YLT) holding -- according to the teaching -- to the stedfast word, that he may be able also to exhort in the sound teaching, and the gainsayers to convict;
Cross Reference Job 2:3 in Oriya 3 ତହୁଁ ସଦାପ୍ରଭୁ ଶୟତାନଙ୍କୁ ପଚାରିଲେ, “ତୁମ୍ଭେ କି ଆମ୍ଭ ଦାସ ଆୟୁବ ପ୍ରତି ମନ ଦେଇଅଛ ? କାରଣ ତାହାର ସମାନ ସିଦ୍ଧ ଓ ସରଳ, ପରମେଶ୍ୱର-ଭୟକାରୀ ଓ କୁକ୍ରିୟାତ୍ୟାଗୀ ଲୋକ ପୃଥିବୀରେ କେହି ନାହିଁ; ପୁଣି, ଅକାରଣରେ ତାହାକୁ ନାଶ କରିବା ପାଇଁ ତୁମ୍ଭେ ତାହା ବିରୁଦ୍ଧରେ ଆମ୍ଭକୁ ପ୍ରବର୍ତ୍ତାଇଲେ ହେଁ ସେ ଏ ପର୍ଯ୍ୟନ୍ତ ଆପଣା ସରଳତା ଦୃଢ଼ କରି ଧରିଅଛି।”
Job 27:6 in Oriya 6 ମୁଁ ଆପଣା ଧାର୍ମିକତା ଦୃଢ଼ କରି ଧରୁଅଛି, ଆଉ ତାହା ଛାଡ଼ିବି ନାହିଁ; ମୁଁ ବଞ୍ଚିଥିବା ପର୍ଯ୍ୟନ୍ତ ମୋ' ଅନ୍ତଃକରଣ ମୋତେ ନିନ୍ଦା କରିବ ନାହିଁ।
Proverbs 23:23 in Oriya 23 ସତ୍ୟତା କିଣ, ପୁଣି, ତାହା ବିକ ନାହିଁ; ଜ୍ଞାନ, ଉପଦେଶ ଓ ସୁବିବେଚନା କିଣ।
Acts 18:28 in Oriya 28 କାରଣ ଯୀଶୁ ଯେ ଖ୍ରୀଷ୍ଟ, ଏହା ଧର୍ମଶାସ୍ତ୍ର ଦ୍ୱାରା ପ୍ରମାଣ କରି ସେ ପ୍ରକାଶରେ ଶକ୍ତି ସହିତ ଯିହୂଦୀମାନଙ୍କର ଯୁକ୍ତିସବୁ ଖଣ୍ଡନ କରିବାକୁ ଲାଗିଲେ।
1 Corinthians 14:24 in Oriya 24 କିନ୍ତୁ ଯଦି ସମସ୍ତେ ଭାବବାଣୀ କହନ୍ତି, ପୁଣି, ଜଣେ ଅବିଶ୍ୱାସୀ ବା ସାଧାରଣ ଲୋକ ଆସେ, ତେବେ ସେ ସମସ୍ତଙ୍କ ଦ୍ୱାରା ଦୋଷୀ ବୋଲି ପ୍ରମାଣିତ ହୁଏ, ସମସ୍ତଙ୍କ ଦ୍ୱାରା ବିଚାରିତ ହୁଏ,
1 Thessalonians 5:21 in Oriya 21 ବରଂ ସମସ୍ତ ବିଷୟ ପରୀକ୍ଷା କର;
2 Thessalonians 2:15 in Oriya 15 ଅତଏବ, ହେ ଭାଇମାନେ, ସ୍ଥିର ଥାଅ, ପୁଣି, ଆମ୍ଭମାନଙ୍କ ବାକ୍ୟ କିମ୍ବା ପତ୍ର ଦ୍ୱାରା ତୁମ୍ଭେମାନେ ଯେଉଁ ଶିକ୍ଷା ପାଇଅଛ, ସେହି ସବୁ ଧରି ରଖ।
1 Timothy 1:10 in Oriya 10 ଏହା ଜାଣି ଯଦି କେହି ମୋଶାଙ୍କ ବ୍ୟବସ୍ଥାର ଉଚିତ୍ ବ୍ୟବହାର କରେ, ତେବେ ତାହା ଯେ ଉତ୍ତମ, ଏହା ଅାମ୍ଭେମାନେ ଜାଣୁ;
1 Timothy 1:15 in Oriya 15 ପାପୀମାନଙ୍କୁ ପରିତ୍ରାଣ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁ ଯେ ଜଗତକୁ ଆସିଲେ; ଏହି ବାକ୍ୟ ବିଶ୍ୱାସ ଓ ସର୍ବତୋଭାବେ ଗ୍ରହଣ ଯୋଗ୍ୟ; ସେହି ପାପୀମାନଙ୍କ ମଧ୍ୟରେ ମୁଁ ପ୍ରଧାନ।
1 Timothy 1:19 in Oriya 19 ବିଶ୍ୱାସ ଓ ଶୁଚି ବିବେକ ଧରି ରଖ; ତାହା ପରିତ୍ୟାଗ କରିବାରୁ କେତେକଙ୍କର ବିଶ୍ୱାସରୂପ ଜାହାଜ ଭାଙ୍ଗି ଯାଇଅଛି,
1 Timothy 4:9 in Oriya 9 ଏହି ବାକ୍ୟ ବିଶ୍ୱାସ୍ୟ ଓ ସର୍ବତୋଭାବେ ଗ୍ରହଣ ଯୋଗ୍ୟ;
1 Timothy 6:3 in Oriya 3 କେହି ଯଦି ଭିନ୍ନ ଶିକ୍ଷା ଦେଇ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ହିତଜନକ ବାକ୍ୟ ଓ ଈଶ୍ୱରପରାୟଣତା ଅନୁଯାୟୀ ଶିକ୍ଷା ଗ୍ରହଣ ନ କରେ,
2 Timothy 1:13 in Oriya 13 ମୋଠାରୁ ଯେଉଁ ସବୁ ହିତଜନକ ବାକ୍ୟ ଶୁଣିଅଛ, ଖ୍ରୀଷ୍ଟ ଯୀଶୁଙ୍କ ସମ୍ବନ୍ଧୀୟ ବିଶ୍ୱାସ ଓ ପ୍ରେମରେ ତାହା ଆଦର୍ଶରୂପେ ଧରି ରଖ।
2 Timothy 2:2 in Oriya 2 ଆଉ ଅନେକ ସାକ୍ଷୀଙ୍କ ସାକ୍ଷାତରେ ଯେଉଁ ସବୁ ବାକ୍ୟ ମୋଠାରୁ ଶୁଣିଅଛ, ଯେଉଁମାନେ ଅନ୍ୟମାନଙ୍କୁ ମଧ୍ୟ ଶିକ୍ଷା ଦେବାକୁ ସମର୍ଥ, ଏପରି ବିଶ୍ୱସ୍ତ ଲୋକମାନଙ୍କ ନିକଟରେ ସେହି ସବୁ ଅର୍ପଣ କର।
2 Timothy 2:25 in Oriya 25 ତାହାହେଲେ କେଜାଣି ଈଶ୍ୱର ସେମାନଙ୍କୁ ସତ୍ୟ ସମ୍ବନ୍ଧରେ ଜ୍ଞାନ ପାଇବା ପାଇଁ ମନପରିବର୍ତ୍ତନରୂପ ବର ଦେବେ,
2 Timothy 4:3 in Oriya 3 କାରଣ ସମୟ ଆସିବ, ଯେତେବେଳେ ସେମାନେ ହିତଜନକ (ସତ୍ୟ) ଶିକ୍ଷା ସହି ପାରିବେ ନାହିଁ, ମାତ୍ର ଶ୍ରୁତିମଧୁର କଥାରେ ସନ୍ତୁଷ୍ଟ ହୋଇ ନିଜର ଅଭିଳାଷ ଅନୁସାରେ ନିଜ ନିଜ ନିମନ୍ତେ ଅନେକ ଶିକ୍ଷକଙ୍କୁ ସଂଗ୍ରହ କରିବେ,
Titus 1:11 in Oriya 11 ସେମାନଙ୍କର ମୁଖ ବନ୍ଦ କରିବାର ଆବଶ୍ୟକ। ସେମାନେ କୁତ୍ସିତ ଧନଲାଭ ନିମନ୍ତେ ଅନୁପଯୁକ୍ତ ଶିକ୍ଷା ଦେଇ ଗୋଟିଏ ଗୋଟିଏ ପରିବାରକୁ ସମ୍ପୂର୍ଣ୍ଣ ରୂପେ ପଥଭ୍ରଷ୍ଟ କରନ୍ତି।
Titus 2:1 in Oriya 1 କିନ୍ତୁ ତୁମ୍ଭେ ହିତଜନକ ଶିକ୍ଷାର ଉପଯୁକ୍ତ କଥା କୁହ।
Titus 2:7 in Oriya 7 ତୁମ୍ଭେ ନିଜେ ଆପଣା ଆଚରଣରେ ସତ୍କର୍ମର ଆଦର୍ଶ ଦେଖାଅ, ଶିକ୍ଷାରେ ନିଷ୍କପଟ ଓ ଗଭୀର ଭାବ ଏବଂ ହିତଜନକ ଅଖଣ୍ଡନୀୟ ବାକ୍ୟ ପ୍ରକାଶ କର,
Jude 1:3 in Oriya 3 ହେ ପ୍ରିୟମାନେ, ମୁଁ ଆମ୍ଭମାନଙ୍କର ସାଧାରଣ ପରିତ୍ରାଣ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବାକୁ ବିଶେଷ ଯତ୍ନଶୀଳ ହୋଇ ସାଧୁମାନଙ୍କ ନିକଟରେ ଏକାଥରକେ ସମର୍ପିତ ବିଶ୍ୱାସ ସପକ୍ଷରେ ପ୍ରାଣପଣରେ ଯୁଦ୍ଧ କରିବା ଓ ତୁମ୍ଭମାନଙ୍କୁ ଉତ୍ସାହିତ କରିବା ନିମନ୍ତେ ଲେଖିବା ଆବଶ୍ୟକ ମନେ କଲି।
Revelation 2:25 in Oriya 25 କେବଳ ତୁମ୍ଭମାନଙ୍କଠାରେ ଯାହା ଅଛି, ତାହା ଆମ୍ଭର ଆଗମନ ପର୍ଯ୍ୟନ୍ତ ଦୃଢ଼ରୂପେ ଧରି ରଖ।
Revelation 3:3 in Oriya 3 ଏଣୁ କିପ୍ରକାରେ ଶିକ୍ଷା ପାଇଅଛ ଓ ଶ୍ରବଣ କରିଅଛ, ତାହା ସ୍ମରଣ କରି ପାଳନ କର ଓ ମନପରିବର୍ତ୍ତନ କର; ଯଦି ଜାଗ୍ରତ ନ ହୁଅ, ତାହାହେଲେ ଆମ୍ଭେ ଚୋର ପରି ଆସିବୁ, ଆଉ କେଉଁ ସମୟରେ ତୁମ୍ଭ ଉପରେ ଆସି ପଡ଼ିବୁ, ତାହା ତୁମ୍ଭେ କୌଣସି ପ୍ରକାରେ ଜାଣିବ ନାହିଁ;
Revelation 3:11 in Oriya 11 ଆମ୍ଭେ ଶୀଘ୍ର ଆସୁଅଛୁ; ତୁମ୍ଭର ମୁକୁଟକୁ ଯେପରି କେହି ହରଣ କରି ନ ନିଏ, ଏଥି ନିମନ୍ତେ ତୁମ୍ଭର ଯାହା ଅଛି, ତାହା ଦୃଢ଼ରୂପେ ଧରି ରଖ।