Titus 3:3 in Oriya 3 କାରଣ ପୂର୍ବେ ଆମ୍ଭେମାନେ ମଧ୍ୟ ନିର୍ବୋଧ, ଅବାଧ୍ୟ, ଭ୍ରାନ୍ତ ପୁଣି, ନାନା ପ୍ରକାର କୁଅଭିଳାଷ ଓ ସୁଖଭୋଗର ଦାସ ଥିଲୁ, ହିଂସା ଓ ଈର୍ଷାରେ କାଳକ୍ଷେପଣ କରୁଥିଲୁ, ଆଉ ଘୃଣାର ପାତ୍ର ହୋଇ ପରସ୍ପରକୁ ଘୃଣା କରୁଥିଲୁ।
Other Translations King James Version (KJV) For we ourselves also were sometimes foolish, disobedient, deceived, serving divers lusts and pleasures, living in malice and envy, hateful, and hating one another.
American Standard Version (ASV) For we also once were foolish, disobedient, deceived, serving divers lusts and pleasures, living in malice and envy, hateful, hating one another.
Bible in Basic English (BBE) For in the past we were foolish, hard in heart, turned from the true way, servants of evil desires and pleasures, living in bad feeling and envy, hated and hating one another.
Darby English Bible (DBY) For we were once ourselves also without intelligence, disobedient, wandering in error, serving various lusts and pleasures, living in malice and envy, hateful, [and] hating one another.
World English Bible (WEB) For we were also once foolish, disobedient, deceived, serving various lusts and pleasures, living in malice and envy, hateful, and hating one another.
Young's Literal Translation (YLT) for we were once -- also we -- thoughtless, disobedient, led astray, serving desires and pleasures manifold, in malice and envy living, odious -- hating one another;
Cross Reference Psalm 36:2 in Oriya 2 କାରଣ ତାହାର ଅଧର୍ମ ପ୍ରକାଶିତ ଓ ଘୃଣିତ ହେବ ନାହିଁ ବୋଲି ସେ ଆପଣା ଦୃଷ୍ଟିରେ ଆପଣାକୁ ଭୁଲାଏ।
Proverbs 1:22 in Oriya 22 ହେ ନିର୍ବୋଧ ଲୋକମାନେ, କେତେ କାଳ ମୂର୍ଖତାକୁ ଭଲ ପାଇବ ? ହେ ନିନ୍ଦୁକମାନେ, ଆଉ କେତେ କାଳ ନିନ୍ଦାରେ ସନ୍ତୁଷ୍ଟ ଥିବ ? ହେ ମୂର୍ଖମାନେ, ଆଉ କେତେ କାଳ ବିଦ୍ୟାକୁ ଘୃଣା କରିବ ?
Proverbs 8:5 in Oriya 5 ହେ ନିର୍ବୋଧ ଲୋକେ, ସତର୍କତାର କଥା ବୁଝ; ହେ ମୂର୍ଖ ଲୋକେ, ତୁମ୍ଭେମାନେ ସୁବିବେକୀମନା ହୁଅ।
Proverbs 9:6 in Oriya 6 ହେ ଅବୋଧ ଲୋକମାନେ, ଅବୋଧମାନଙ୍କର ସଙ୍ଗ ପରିତ୍ୟାଗ କରି ଜୀବନ ରକ୍ଷା କର; ପୁଣି, ସୁବିବେଚନାର ପଥରେ ଚାଲ।
Isaiah 44:20 in Oriya 20 ସେ ଭସ୍ମ ଭୋଜନ କରେ; ସେ ଯେପରି ଆପଣା ପ୍ରାଣ ଉଦ୍ଧାର କରି ନ ପାରେ, କିଅବା ଆମ୍ଭ ଡାହାଣ ହସ୍ତରେ କି ମିଥ୍ୟା ନାହିଁ, ଏହା କହି ନ ପାରେ, ଏଥିପାଇଁ ଭ୍ରାନ୍ତ ଚିତ୍ତ ତାହାକୁ ବିପଥଗାମୀ କରିଅଛି।”
Obadiah 1:3 in Oriya 3 ହେ ଶୈଳ-କନ୍ଦରରେ ବାସକାରୀ, ହେ ଉଚ୍ଚସ୍ଥାନ ନିବାସୀ, ତୁମ୍ଭ ଅନ୍ତଃକରଣର ଅହଂକାର ତୁମ୍ଭକୁ ବଞ୍ଚନା କରିଅଛି; ତୁମ୍ଭେ ଆପଣା ମନେ ମନେ କହୁଅଛ, ଆମ୍ଭକୁ ଭୂମିକୁ ଓହ୍ଳାଇ ଆଣିବ କିଏ ?
Matthew 21:29 in Oriya 29 ସେ ଉତ୍ତର ଦେଲା, ମୋର ଇଚ୍ଛା ନାହିଁ, କିନ୍ତୁ ପରେ ଅନୁତାପ କରି ଗଲା।
Luke 21:8 in Oriya 8 ସେଥିରେ ଯୀଶୁ କହିଲେ, ସାବଧାନ, ତୁମ୍ଭେମାନେ ଯେପରି ଭ୍ରାନ୍ତ ନ ହୁଅ; କାରଣ ଅନେକ ଲୋକ ମୋ ନାମରେ ଆସି, ମୁଁ ସେ ଓ ସମୟ ସନ୍ନିକଟ ବୋଲି କହିବେ; ସେମାନଙ୍କ ପଛରେ ଯାଅ ନାହିଁ।
John 8:34 in Oriya 34 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ପାପ କରେ, ସେ ପାପର ଦାସ।
Acts 9:1 in Oriya 1 କିନ୍ତୁ ଶାଉଲ ଏପର୍ଯ୍ୟନ୍ତ ସୁଦ୍ଧା ପ୍ରଭୁଙ୍କ ଶିଷ୍ୟମାନଙ୍କ ବିରୁଦ୍ଧରେ ଭୟ ଓ ପ୍ରାଣନାଶର କଥା କହି ମହାଯାଜକଙ୍କ ନିକଟକୁ ଗଲେ,
Acts 26:19 in Oriya 19 ଅତଏବ, ହେ ରାଜନ ଆଗ୍ରିପ୍ପା ମୁଁ ସେହି ସ୍ୱର୍ଗୀୟ ଦର୍ଶନର ଅବାଧ୍ୟ ହେଲି ନାହିଁ,
Romans 1:29 in Oriya 29 ସେମାନେ ସର୍ବ ପ୍ରକାର ଅଧର୍ମ, ଦୁଷ୍ଟତା, ଲୋଭ, ହିଂସା, ଈର୍ଷା, ବଧ, ବିବାଦ, ଛଳ ଓ ମନ୍ଦତାରେ ପରିପୂର୍ଣ୍ଣ;
Romans 3:9 in Oriya 9 ତେବେ କ'ଣ ? ଆମ୍ଭେମାନେ କି ଅନ୍ୟମାନଙ୍କଠାରୁ ଶ୍ରେଷ୍ଠ ? ନା, କୌଣସି ପ୍ରକାରେ ନୁହେଁ, କାରଣ ଯିହୂଦୀ ଓ ଗ୍ରୀକ୍ ସମସ୍ତେ ଯେ ପାପର ଅଧିନ, ଆମ୍ଭେମାନେ ପୂର୍ବରେ ଉଭୟଙ୍କ ବିରୁଦ୍ଧରେ ଏହି ଅଭିଯୋଗ କରିଅଛୁ,
Romans 6:17 in Oriya 17 କିନ୍ତୁ ଈଶ୍ୱରଙ୍କର ଧନ୍ୟବାଦ ହେଉ ଯେ, ତୁମ୍ଭେମାନେ, ଯେଉଁମାନେ କି ପୂର୍ବରେ ପାପର ଦାସ ଥିଲ, ଏବେ ଯେଉଁ ଶିକ୍ଷାର ଆଦର୍ଶ ନିକଟରେ ସମର୍ପିତ ହୋଇଅଛ, ହୃଦୟ ସହ ସେଥିର ଆଜ୍ଞାବହ ହୋଇଅଛ,
Romans 6:22 in Oriya 22 କିନ୍ତୁ ଏବେ ପାପର ଅଧୀନତାରୁ ମୁକ୍ତ ହୋଇ ଇଶ୍ବରଙ୍କ ଦାସ ହେବାରୁ ତୁମ୍ଭେମାନେ ପବିତ୍ରତା ଉଦ୍ଦେଶ୍ୟରେ ଫଳ ପାଉଅଛ, ଆଉ ଏଥିର ପରିଣାମ ଅନନ୍ତ ଜୀବନ।
1 Corinthians 6:9 in Oriya 9 ଅବା, ଅଧାର୍ମିକମାନେ ଯେ ଇଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍ ଆଚାରୀ
2 Corinthians 12:20 in Oriya 20 କାରଣ କାଳେ ଅବା ମୁଁ ଉପସ୍ଥିତ ହେଲେ, ତୁମ୍ଭମାନଙ୍କୁ ଯେପରି ଦେଖିବାକୁ ଇଚ୍ଛା କରୁଅଛି, ସେପରି ତୁମ୍ଭମାନଙ୍କୁ ନ ଦେଖେ, ଆଉ, ତୁମ୍ଭେମାନେ ମୋତେ ଯେପରି ଦେଖିବାକୁ ଇଚ୍ଛା ନ କର, ସେପରି ମୋତେ ଦେଖ, ଏଥିପାଇଁ ମୁଁ ଭୟ କରୁଅଛି; କାଳେ ଅବା ବିବାଦ, ଈର୍ଷା, କ୍ରୋଧ, ଦଳାଦଳି, ପରନିନ୍ଦା, କାନକୁହାକୋହି, ଦାମ୍ଭିକତା, ଗଣ୍ଡଗୋଳ ହୁଏ;
Galatians 6:3 in Oriya 3 ଯଦି କୌଣସି ଲୋକ ଅସାର ହେଲେ ହେଁ ଆପଣାକୁ ବଡ଼ ବୋଲି ମନେ କରେ, ତେବେ ସେ ନିଜକୁ ପ୍ରବଞ୍ଚନା କରେ।
Ephesians 2:1 in Oriya 1 ଏହି ସଂସାରର ଭାବାନୁସାରେ ପୁଣି, ଆକାଶମଣ୍ଡଳ ରାଜ୍ୟର ଅଧିପତି,
Colossians 1:21 in Oriya 21 ଆଉ, ପୂର୍ବେ ଦୁଷ୍କର୍ମ କରି ତୁମ୍ଭେମାନେ ଈଶ୍ୱରଙ୍କଠାରୁ ପୃଥକ୍ ଓ ମନରେ ତାହାଙ୍କର ଶତ୍ରୁ ଥିଲ,
Colossians 3:7 in Oriya 7 ପୂର୍ବେ ତୁମ୍ଭେମାନେ ମଧ୍ୟ ଏହି ସବୁ ବିଷୟରେ ଆସକ୍ତ ଥାଇ ସେହି ପ୍ରକାରେ ଆଚରଣ କରୁଥିଲ।
2 Timothy 3:2 in Oriya 2 କାରଣ ଲୋକମାନେ ଆତ୍ମପ୍ରିୟ, ଧନଲୋଭୀ, ଆତ୍ମଗର୍ବୀ, ଅହଂକାରୀ, ନିନ୍ଦକ, ପିତାମାତାଙ୍କର ଅବାଧ୍ୟ,
James 1:26 in Oriya 26 ଯଦି କେହି ଆପଣାକୁ ଧର୍ମପରାୟଣ ବୋଲି ମନେ କରେ, ଆଉ ଆପଣା ଜିହ୍ୱାକୁ ବଶୀଭୂତ ନ କରି ନିଜ ହୃଦୟକୁ ପ୍ରବଞ୍ଚନା କରେ, ତାହାର ଧର୍ମପରାୟଣତା ବୃଥା।
1 Peter 1:14 in Oriya 14 ତୁମ୍ଭମାନଙ୍କ ପୂର୍ବ ଅଜ୍ଞାନତା ସମୟର କୁଅଭିଳାଷର ଅନୁରୂପୀ ହୁଅ ନାହିଁ,
1 Peter 4:1 in Oriya 1 ଖ୍ରୀଷ୍ଟ ଶରୀରରେ ଦୁଃଖଭୋଗ କରିଥିବାରୁ ତୁମ୍ଭେମାନେ ମଧ୍ୟ ସେହିପରି ମନ ଧରି ଆପଣାମାନଙ୍କୁ ସୁସଜ୍ଜିତ କର, (କାରଣ ଯେ, ଶରୀରରେ ଦୁଃଖଭୋଗ କରିଅଛି, ସେ ପାପରୁ ନିବୃତ୍ତ ହୋଇଅଛି),
Revelation 12:9 in Oriya 9 ସେଥିରେ ସର୍ବ ଜଗତର ପ୍ରବଞ୍ଚକ ଦିଆବଳ ଓ ଶୟତାନ ନାମରେ ଖ୍ୟାତ ଯେ ପ୍ରକାଣ୍ଡ ସର୍ପ, ସେହି ପୁରାତନ ନାଗ, ସେ ଆପଣା ଦୂତମାନଙ୍କ ସହିତ ପୃଥିବୀରେ ନିକ୍ଷିପ୍ତ ହେଲା।
Revelation 13:14 in Oriya 14 ଆଉ ସେହି ପଶୁର ସାକ୍ଷାତରେ ଯେଉଁ ଆଶ୍ଚର୍ଯ୍ୟକର୍ମ କରିବାକୁ ସେ କ୍ଷମତା ପ୍ରାପ୍ତ ହୋଇଥିଲା, ତଦ୍ୱାରା ସେ ପୃଥିବୀନିବାସୀମାନଙ୍କୁ ଭ୍ରାନ୍ତ କରି, ଯେଉଁ ପଶୁ ଖଡ଼୍ଗ ଦ୍ୱାରା ଆହତ ହେଲେ ହେଁ ବଞ୍ଚିଥିଲା, ତାହାର ଏକ ପ୍ରତିମା ନିର୍ମାଣ କରିବାକୁ ସେମାନଙ୍କୁ କହେ।
Revelation 18:2 in Oriya 2 ସେ ମହା ଶଦ୍ଦ କରି ଉଚ୍ଚ ସ୍ଵରରେ କହିଲେ, ମହାନଗରୀ ବାବିଲ୍ ପତିତ, ଅଧଃପତିତ ହୋଇଅଛି, ତାହା ଭୂତମାନଙ୍କ ବାସସ୍ଥାନ ପୁଣି, ଅଶୁଚି ଆତ୍ମାମାନଙ୍କର ଏବଂ ଅଶୁଚି ଓ ଘୃଣ୍ୟ ପକ୍ଷୀମାନଙ୍କର ଆଶ୍ରୟସ୍ଥାନ ହୋଇଅଛି।