Zechariah 1:16 in Oriya 16 ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ଦୟା ସହିତ ଯିରୂଶାଲମ ପ୍ରତି ଫେରିବୁ; ତହିଁ ମଧ୍ୟରେ ଆମ୍ଭ ଗୃହ ନିର୍ମିତ ହେବ ଓ ଯିରୂଶାଲମ ସୂତା ଦ୍ୱାରା ମପା ହେବ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Other Translations King James Version (KJV) Therefore thus saith the LORD; I am returned to Jerusalem with mercies: my house shall be built in it, saith the LORD of hosts, and a line shall be stretched forth upon Jerusalem.
American Standard Version (ASV) Therefore thus saith Jehovah: I am returned to Jerusalem with mercies; my house shall be built in it, saith Jehovah of hosts, and a line shall be stretched forth over Jerusalem.
Bible in Basic English (BBE) So this is what the Lord has said: I have come back to Jerusalem with mercies; my house is to be put up in her, says the Lord of armies, and a line is to be stretched out over Jerusalem.
Darby English Bible (DBY) Therefore thus saith Jehovah: I am returned to Jerusalem with mercies: my house shall be built in it, saith Jehovah of hosts, and the line shall be stretched forth upon Jerusalem.
World English Bible (WEB) Therefore thus says Yahweh: "I have returned to Jerusalem with mercy. My house shall be built in it," says Yahweh of Hosts, "and a line shall be stretched forth over Jerusalem."'
Young's Literal Translation (YLT) Therefore, thus said Jehovah: I have turned to Jerusalem with mercies, My house is built in it, An affirmation of Jehovah of Hosts, And a line is stretched over Jerusalem.
Cross Reference Ezra 6:14 in Oriya 14 ଏଥିରେ ହାଗୟ ଭବିଷ୍ୟଦ୍ବକ୍ତାଙ୍କର ଓ ଇଦ୍ଦୋର ପୁତ୍ର ଜିଖରୀୟଙ୍କ ଭବିଷ୍ୟଦ୍ବାକ୍ୟ ସହକାରେ ଯିହୁଦୀୟ ପ୍ରାଚୀନବର୍ଗ ମନ୍ଦିରକୁ ନିର୍ମାଣ କଲେ ଓ କୃତକାର୍ଯ୍ୟ ହେଲେ। ଆଉ, ସେମାନେ ଇସ୍ରାଏଲର ପରମେଶ୍ୱରଙ୍କ ଆଜ୍ଞାନୁସାରେ ଓ ପାରସ୍ୟ ରାଜା କୋରସ୍ ଓ ଦାରୀୟାବସ ଓ ଅର୍ତ୍ତକ୍ଷସ୍ତର ଆଜ୍ଞାନୁସାରେ ନିର୍ମାଣ କରି ସମାପ୍ତ କଲେ।
Job 38:5 in Oriya 5 ତୁମ୍ଭେ କି ଜାଣ, କିଏ ତହିଁର ପରିମାଣ ନିରୂପଣ କଲା ? ଅବା କିଏ ତହିଁ ଉପରେ ପରିମାପକ ରଜ୍ଜୁ ପ୍ରସାରିଲା ?
Isaiah 12:1 in Oriya 1 ସେହି ଦିନରେ ତୁମ୍ଭେ କହିବ, “ହେ ସଦାପ୍ରଭୁ, ମୁଁ ତୁମ୍ଭର ଧନ୍ୟବାଦ କରିବି; କାରଣ ତୁମ୍ଭେ ଆମ୍ଭ ପ୍ରତି କ୍ରୁଦ୍ଧ ଥିଲ, ତୁମ୍ଭର କ୍ରୋଧ ନିବୃତ୍ତ ହୋଇଅଛି ଓ ତୁମ୍ଭେ ଆମ୍ଭକୁ ସାନ୍ତ୍ୱନା କରୁଅଛ।
Isaiah 34:11 in Oriya 11 ମାତ୍ର ପାଣିଭେଳା ଓ ଝିଙ୍କ ତାହା ଅଧିକାର କରିବେ; ଆଉ, ପେଚା ଓ ଡାମରାକାଉ ତହିଁ ମଧ୍ୟରେ ବାସ କରିବେ; ପୁଣି, ସେ ତହିଁ ଉପରେ ଅବସ୍ତୁତାରୂପ ମାନରଜ୍ଜୁ ଓ ଶୂନ୍ୟତାରୂପ ଓଳମ ଟାଣିବେ।
Isaiah 44:26 in Oriya 26 ଆମ୍ଭେ ଆପଣା ଦାସର ବାକ୍ୟ ଦୃଢ଼ କରୁ ଓ ଆପଣା ଦୂତଗଣର ମନ୍ତ୍ରଣା ସିଦ୍ଧ କରୁ; ଆମ୍ଭେ ଯିରୂଶାଲମ ବିଷୟରେ କହୁ, ତାହା ବସତିବିଶିଷ୍ଟ ହେବ ଓ ଯିହୁଦାର ନଗରମାନଙ୍କ ବିଷୟରେ କହୁ, ସେହି ସବୁ ପୁନଃନିର୍ମିତ ହେବ, ପୁଣି ଆମ୍ଭେ ତହିଁର ଉଜାଡ଼ ସ୍ଥାନ ସବୁ ପୁନର୍ବାର ପତ୍ତନ କରିବା;
Isaiah 54:8 in Oriya 8 ଅତିଶୟ କୋପରେ ଆମ୍ଭେ ଏକ ନିମିଷ ମାତ୍ର ଆପଣା ମୁଖ ତୁମ୍ଭଠାରୁ ଲୁଚାଇଲୁ; ମାତ୍ର ଅନନ୍ତକାଳସ୍ଥାୟୀ ଦୟାରେ ଆମ୍ଭେ ତୁମ୍ଭ ପ୍ରତି କରୁଣା କରିବା,” ଏହା ତୁମ୍ଭର ମୁକ୍ତିଦାତା ସଦାପ୍ରଭୁ କହନ୍ତି।
Jeremiah 31:22 in Oriya 22 ହେ ବିପଥଗାମିନୀ କନ୍ୟେ, ତୁମ୍ଭେ କେତେ କାଳ ଏଣେତେଣେ ଭ୍ରମଣ କରିବ ? କାରଣ ସଦାପ୍ରଭୁ ପୃଥିବୀରେ ଏକ ନୂତନ ବିଷୟ ସୃଷ୍ଟି କରିଅଛନ୍ତି, ଜଣେ ସ୍ତ୍ରୀ ଜଣେ ପୁରୁଷକୁ ବେଷ୍ଟନ କରିବ।
Jeremiah 31:39 in Oriya 39 ଆଉ, ସେଠାରୁ ପରିମାଣ ରଜ୍ଜୁ ଗାରେବ୍ ଉପପର୍ବତ ପର୍ଯ୍ୟନ୍ତ ସଳଖ ଯିବ ଓ ବୁଲି ଗୋୟା ପର୍ଯ୍ୟନ୍ତ ଯିବ।
Jeremiah 33:10 in Oriya 10 ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ଏହି ଯେଉଁ ସ୍ଥାନକୁ ‘ଧ୍ୱଂସିତ, ନରଶୂନ୍ୟ ଓ ପଶୁଶୂନ୍ୟ,' ବୋଲି କହୁଅଛ, ସେଠାରେ, ଅର୍ଥାତ୍, ଧ୍ୱଂସିତ, ନରଶୂନ୍ୟ, ନିବାସୀ ବିହୀନ ଓ ପଶୁଶୂନ୍ୟ ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସକଳ ସଡ଼କରେ
Ezekiel 37:24 in Oriya 24 ପୁଣି, ଆମ୍ଭର ଦାସ ଦାଉଦ ସେମାନଙ୍କ ଉପରେ ରାଜା ହେବେ ଓ ସେହି ସମସ୍ତଙ୍କର ଏକ ପାଳକ ହେବେ; ସେମାନେ ମଧ୍ୟ ଆମ୍ଭର ଶାସନ ପଥରେ ଚାଲିବେ ଓ ଆମ୍ଭର ବିଧିସକଳ ରକ୍ଷା କରି ପାଳନ କରିବେ।
Ezekiel 39:25 in Oriya 25 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଏବେ ଆମ୍ଭେ ଯାକୁବର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ଓ ସମୁଦାୟ ଇସ୍ରାଏଲ ବଂଶ ପ୍ରତି ଦୟା କରିବା; ଆଉ, ଆମ୍ଭେ ଆପଣା ପବିତ୍ର ନାମ ପକ୍ଷରେ ଉଦ୍ଯୋଗୀ ହେବା।
Ezekiel 40:3 in Oriya 3 ସେ ମୋତେ ସେହି ସ୍ଥାନକୁ ନେଇ ଗଲେ, ଆଉ ଦେଖ, ସେଠାରେ ଏକ ପୁରୁଷ ଥିଲେ, ପିତ୍ତଳର ଆଭା ତୁଲ୍ୟ ତାଙ୍କର ଆଭା, ତାଙ୍କ ହସ୍ତରେ ଛଣପଟର ଏକ ରଜ୍ଜୁ ଓ ପରିମାପକ ଏକ ନଳ ଥିଲା ଓ ସେ ଦ୍ୱାରରେ ଠିଆ ହୋଇଥିଲେ।
Ezekiel 47:3 in Oriya 3 ସେହି ବ୍ୟକ୍ତି ଯେତେବେଳେ ପରିମାପକ ରଜ୍ଜୁ ଆପଣା ହସ୍ତରେ ଧରି ପୂର୍ବଆଡ଼େ ବାହାରିଲେ, ସେତେବେଳେ ସେ ଏକ ହଜାର ହାତ ମାପିଲେ, ପୁଣି, ମୋତେ ଜଳ ମଧ୍ୟ ଦେଇ ଗମନ କରାଇଲେ, ଜଳ ବଳାଗଣ୍ଠି ପର୍ଯ୍ୟନ୍ତ ହେଲା।
Ezekiel 48:35 in Oriya 35 ଚତୁର୍ଦ୍ଦିଗ ଅଠର ହଜାର ଦଣ୍ଡ ପରିମିତ ହେବ, ଆଉ “ସଦାପ୍ରଭୁ ତହିଁ ବିଦ୍ୟମାନ,” ସେହି ଦିନଠାରୁ ନଗରର ଏହି ନାମ ହେବ।
Haggai 1:14 in Oriya 14 ପୁଣି, ସଦାପ୍ରଭୁ ଶଲ୍ଟୀୟେଲଙ୍କ ପୁତ୍ର ଯିହୁଦୀୟ ଦେଶାଧ୍ୟକ୍ଷ ଯିରୁବ୍ବାବିଲଙ୍କ ଆତ୍ମାକୁ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକଙ୍କ ଆତ୍ମାକୁ, ଆଉ ଲୋକମାନଙ୍କର ଅବଶିଷ୍ଟାଂଶ ସମସ୍ତଙ୍କର ଆତ୍ମାକୁ ଉତ୍ତେଜିତ କଲେ; ତହିଁରେ ସେମାନେ ଦାରୀୟାବସ୍ ରାଜାର ଅଧିକାରର ଦ୍ୱିତୀୟ ବର୍ଷର ଷଷ୍ଠ ମାସର ଚତୁର୍ବିଂଶ ଦିନରେ ଆସି,
Zechariah 2:1 in Oriya 1 ଏଥିଉତ୍ତାରେ ମୁଁ ଚକ୍ଷୁ ମେଲି ଅନାଇଲି, ଆଉ ଦେଖ, ଆପଣା ହସ୍ତରେ ପରିମାପକ ରଜ୍ଜୁଧାରୀ ଏକ ପୁରୁଷକୁ ଦେଖିଲି।
Zechariah 2:10 in Oriya 10 “ଗୋ ସିୟୋନ କନ୍ୟେ, ଗାନ କରି ଉଲ୍ଳାସ କର କାରଣ ଦେଖ, ଆମ୍ଭେ ଆସୁଅଛୁ ଓ ଆମ୍ଭେ ତୁମ୍ଭ ମଧ୍ୟରେ ବାସ କରିବା,” ଏହା ସଦାପ୍ରଭୁ କହନ୍ତି।
Zechariah 4:9 in Oriya 9 “ଯିରୁବ୍ବାବିଲଙ୍କ ହସ୍ତ ଏହି ଗୃହର ଭିତ୍ତିମୂଳ ସ୍ଥାପନ କରିଅଛି; ତାଙ୍କ ହସ୍ତ ମଧ୍ୟ ତାହା ସମାପ୍ତ କରିବ; ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ତୁମ୍ଭମାନଙ୍କ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେ ଜାଣିବ।”
Zechariah 8:3 in Oriya 3 ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ସିୟୋନକୁ ଫେରି ଆସିଅଛୁ ଓ ଯିରୂଶାଲମ ମଧ୍ୟରେ ବାସ କରିବା; ଆଉ, ଯିରୂଶାଲମ ସତ୍ୟନଗରୀ ଓ ସୈନ୍ୟାଧିପତି ସଦାପ୍ରଭୁଙ୍କର ପର୍ବତ ପବିତ୍ର ରୂପେ ବିଖ୍ୟାତ ହେବ।”