Zechariah 1:17 in Oriya 17 ଆହୁରି ଘୋଷଣା କରି କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ସମୃଦ୍ଧି ହେତୁ ଆମ୍ଭର ନଗରସକଳ ଚତୁର୍ଦ୍ଦିଗରେ ପୁନର୍ବାର ବିସ୍ତୀର୍ଣ୍ଣ ହେବ; ସଦାପ୍ରଭୁ ପୁନର୍ବାର ସିୟୋନକୁ ସାନ୍ତ୍ୱନା କରିବେ ଓ ଯିରୂଶାଲମକୁ ପୁନର୍ବାର ମନୋନୀତ କରିବେ।”
Other Translations King James Version (KJV) Cry yet, saying, Thus saith the LORD of hosts; My cities through prosperity shall yet be spread abroad; and the LORD shall yet comfort Zion, and shall yet choose Jerusalem.
American Standard Version (ASV) Cry yet again, saying, Thus saith Jehovah of hosts: My cities shall yet overflow with prosperity; and Jehovah shall yet comfort Zion, and shall yet choose Jerusalem.
Bible in Basic English (BBE) And again let your voice be loud and say, This is what the Lord of armies has said: My towns will again be overflowing with good things, and again the Lord will give comfort to Zion and take Jerusalem for himself.
Darby English Bible (DBY) Cry further, saying, Thus saith Jehovah of hosts: My cities shall yet overflow with prosperity, and Jehovah shall yet comfort Zion, and shall yet choose Jerusalem.
World English Bible (WEB) "Proclaim further, saying, 'Thus says Yahweh of Hosts: "My cities will again overflow with prosperity, and Yahweh will again comfort Zion, and will again choose Jerusalem."'"
Young's Literal Translation (YLT) Again call, saying: Thus said Jehovah of Hosts, Again do my cities overflow from good, And Jehovah hath again comforted Zion, And He hath fixed again on Jerusalem.'
Cross Reference 2 Chronicles 6:6 in Oriya 6 ମାତ୍ର ଆମ୍ଭେ ଆପଣା ନାମ ସ୍ଥାପନାର୍ଥେ ଯିରୂଶାଲମକୁ ମନୋନୀତ କରିଅଛୁ ଓ ଆମ୍ଭ ଲୋକ ଇସ୍ରାଏଲର ଅଧ୍ୟକ୍ଷ ହେବା ପାଇଁ ଦାଉଦଙ୍କୁ ମନୋନୀତ କରିଅଛୁ।
Nehemiah 11:3 in Oriya 3 ପ୍ରଦେଶରେ ଏହି ପ୍ରଧାନବର୍ଗ ଯିରୁଶାଲମରେ ବାସ କଲେ; ମାତ୍ର ଯିହୁଦାର ନାନା ନଗରରେ ଲୋକମାନେ, ଅର୍ଥାତ୍, ଇସ୍ରାଏଲ, ଯାଜକମାନେ ଓ ଲେବୀୟମାନେ ଓ ନଥୀନୀୟମାନେ ଓ ଶଲୋମନଙ୍କର ଦାସଗଣର ସନ୍ତାନମାନେ ପ୍ରତ୍ୟେକେ ଆପଣା ଆପଣା ଅଧିକାରରେ ଆପଣା ଆପଣା ନଗରରେ ବାସ କଲେ।
Nehemiah 11:20 in Oriya 20 ପୁଣି, ଇସ୍ରାଏଲର, ଯାଜକମାନଙ୍କର, ଲେବୀୟମାନଙ୍କ ଅବଶିଷ୍ଟ ଲୋକମାନେ ଯିହୁଦାର ସମସ୍ତ ନଗରରେ ପ୍ରତ୍ୟେକେ ଆପଣା ଆପଣା ସ୍ଥାନରେ ରହିଲେ।
Psalm 69:35 in Oriya 35 କାରଣ ପରମେଶ୍ୱର ସିୟୋନକୁ ପରିତ୍ରାଣ କରିବେ ଓ ଯିହୂଦାର ନଗରସବୁ ନିର୍ମାଣ କରିବେ; ପୁଣି, ଲୋକମାନେ ସେଠାରେ ବାସ କରି ତାହା ଅଧିକାର କରିବେ।
Psalm 132:13 in Oriya 13 କାରଣ ସଦାପ୍ରଭୁ ସିୟୋନକୁ ମନୋନୀତ କରିଅଛନ୍ତି; ସେ ଆପଣା ନିବାସ ନିମନ୍ତେ ତାହା ବାଞ୍ଛା କରିଅଛନ୍ତି।
Isaiah 14:1 in Oriya 1 କାରଣ ସଦାପ୍ରଭୁ ଯାକୁବ ପ୍ରତି ଦୟା କରିବେ, ପୁଣି, ଇସ୍ରାଏଲକୁ ପୁନର୍ବାର ମନୋନୀତ କରିବେ ଓ ସେମାନଙ୍କୁ ସେମାନଙ୍କ ଦେଶରେ ସ୍ଥାପନ କରିବେ, ତହିଁରେ ବିଦେଶୀ ଲୋକ ସେମାନଙ୍କ ସଙ୍ଗେ ସଂଯୁକ୍ତ ହେବ, ସେମାନେ ଯାକୁବ ବଂଶ ପ୍ରତି ଆସକ୍ତ ହେବେ।
Isaiah 40:1 in Oriya 1 “ମୋ' ଲୋକମାନଙ୍କୁ ସାନ୍ତ୍ୱନା କର, ସାନ୍ତ୍ୱନା କର,” ଏହା ତୁମ୍ଭମାନଙ୍କର ପରମେଶ୍ୱର କହନ୍ତି।
Isaiah 41:8 in Oriya 8 ମାତ୍ର ହେ ଆମ୍ଭର ଦାସ ଇସ୍ରାଏଲ, ଆମ୍ଭର ମନୋନୀତ ଯାକୁବ, ଆମ୍ଭର ବନ୍ଧୁ ଅବ୍ରହାମର ବଂଶ;
Isaiah 44:26 in Oriya 26 ଆମ୍ଭେ ଆପଣା ଦାସର ବାକ୍ୟ ଦୃଢ଼ କରୁ ଓ ଆପଣା ଦୂତଗଣର ମନ୍ତ୍ରଣା ସିଦ୍ଧ କରୁ; ଆମ୍ଭେ ଯିରୂଶାଲମ ବିଷୟରେ କହୁ, ତାହା ବସତିବିଶିଷ୍ଟ ହେବ ଓ ଯିହୁଦାର ନଗରମାନଙ୍କ ବିଷୟରେ କହୁ, ସେହି ସବୁ ପୁନଃନିର୍ମିତ ହେବ, ପୁଣି ଆମ୍ଭେ ତହିଁର ଉଜାଡ଼ ସ୍ଥାନ ସବୁ ପୁନର୍ବାର ପତ୍ତନ କରିବା;
Isaiah 49:13 in Oriya 13 ହେ ଆକାଶମଣ୍ଡଳ, ଗାନ କର; ହେ ପୃଥିବୀ, ଉଲ୍ଲସିତ ହୁଅ; ହେ ପର୍ବତମାଳ, ଉଚ୍ଚସ୍ୱରେ ଗାନ କର; କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ସାନ୍ତ୍ୱନା କରିଅଛନ୍ତି ଓ ଆପଣାର କ୍ଳିଷ୍ଟ ଲୋକମାନଙ୍କୁ କରୁଣା କରିବେ।
Isaiah 51:3 in Oriya 3 କାରଣ ସଦାପ୍ରଭୁ ସିୟୋନକୁ ସାନ୍ତ୍ୱନା କରିଅଛନ୍ତି; ସେ ତାହାର ଉତ୍ସନ୍ନ ସ୍ଥାନସବୁକୁ ସାନ୍ତ୍ୱନା କରିଅଛନ୍ତି; ସେ ତାହାର ପ୍ରାନ୍ତରକୁ ଏଦନ ତୁଲ୍ୟ ଓ ତାହାର ମରୁଭୂମିକୁ ସଦାପ୍ରଭୁଙ୍କ ଉଦ୍ୟାନ ତୁଲ୍ୟ କରିଅଛନ୍ତି; ଆନନ୍ଦ ଓ ଉଲ୍ଲାସ, ଧନ୍ୟବାଦ ଓ ସଙ୍ଗୀତ ଧ୍ୱନି ତହିଁ ମଧ୍ୟରେ ହେବ।
Isaiah 51:12 in Oriya 12 ଯେ ତୁମ୍ଭମାନଙ୍କୁ ସାନ୍ତ୍ୱନା କରନ୍ତି, ସେ ଆମ୍ଭେ, ଆମ୍ଭେ ହିଁ ଅଟୁ; ମୃତ୍ୟୁୁର ଅଧୀନ ମନୁଷ୍ୟକୁ ଓ ଯେ ତୃଣ ତୁଲ୍ୟ କରାଯିବ, ଏପରି ମନୁଷ୍ୟର ସନ୍ତାନକୁ ଭୟ କରୁଅଛ,
Isaiah 52:9 in Oriya 9 ହେ ଯିରୂଶାଲମର ଉତ୍ସନ୍ନ ସ୍ଥାନସକଳ, ଉଚ୍ଚ ଆନନ୍ଦ ଧ୍ୱନି କର, ଏକତ୍ର ଗାନ କର; କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ସାନ୍ତ୍ୱନା କରିଅଛନ୍ତି, ସେ ଯିରୂଶାଲମକୁ ମୁକ୍ତ କରିଅଛନ୍ତି।
Isaiah 54:8 in Oriya 8 ଅତିଶୟ କୋପରେ ଆମ୍ଭେ ଏକ ନିମିଷ ମାତ୍ର ଆପଣା ମୁଖ ତୁମ୍ଭଠାରୁ ଲୁଚାଇଲୁ; ମାତ୍ର ଅନନ୍ତକାଳସ୍ଥାୟୀ ଦୟାରେ ଆମ୍ଭେ ତୁମ୍ଭ ପ୍ରତି କରୁଣା କରିବା,” ଏହା ତୁମ୍ଭର ମୁକ୍ତିଦାତା ସଦାପ୍ରଭୁ କହନ୍ତି।
Isaiah 61:4 in Oriya 4 ପୁଣି, ସେମାନେ ପୁରାତନ ଧ୍ୱଂସିତ ସ୍ଥାନ ସବୁ ନିର୍ମାଣ କରିବେ, ପୂର୍ବ କାଳର ନଷ୍ଟ ସ୍ଥାନ ସବୁ ଉଠାଇବେ, ଆଉ ସେମାନେ ଧ୍ୱଂସିତ ଓ ଅନେକ ପୁରୁଷ ପରମ୍ପରାର ନଷ୍ଟ ନଗରସକଳ ନୂତନ କରିବେ।
Isaiah 66:13 in Oriya 13 ଯେପରି ଜଣକୁ ତାହାର ମାତା ସାନ୍ତ୍ୱନା କରେ, ସେହିପରି ଆମ୍ଭେ ତୁମ୍ଭମାନଙ୍କୁ ସାନ୍ତ୍ୱନା କରିବା ଓ ତୁମ୍ଭେମାନେ ଯିରୂଶାଲମରେ ସାନ୍ତ୍ୱନା ପାଇବ।”
Jeremiah 31:13 in Oriya 13 ସେତେବେଳେ କୁମାରୀଗଣ ନୃତ୍ୟରେ, ପୁଣି, ଯୁବା ଓ ବୃଦ୍ଧମାନେ ଏକତ୍ର ଆନନ୍ଦ କରିବେ, କାରଣ ଆମ୍ଭେ ସେମାନଙ୍କ ଶୋକକୁ ଆନନ୍ଦରେ ପରିଣତ କରିବା, ଆମ୍ଭେ ସେମାନଙ୍କୁ ସାନ୍ତ୍ୱନା କରିବା ଓ ସେମାନଙ୍କ ଦୁଃଖରୁ ସେମାନଙ୍କୁ ଆନନ୍ଦିତ କରିବା।
Jeremiah 31:23 in Oriya 23 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି: “ଆମ୍ଭେ ଯେଉଁ ସମୟରେ ସେମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ସେସମୟରେ ଯିହୁଦା ଦେଶରେ ଓ ତହିଁର ନଗରସକଳରେ ସେମାନେ ପୁନର୍ବାର ଏହି କଥା ବ୍ୟବହାର କରିବେ, ‘ହେ ଧର୍ମନିବାସ,ହେ ପବିତ୍ର ପର୍ବତ, ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।'
Jeremiah 32:43 in Oriya 43 ପୁଣି, ଏହି ଯେଉଁ ଦେଶ ବିଷୟରେ ତୁମ୍ଭେମାନେ କୁହ, “ଏହା ମନୁଷ୍ୟ ଓ ପଶୁଶୂନ୍ୟ ଧ୍ୱଂସସ୍ଥାନ ହୋଇ କଲ୍ଦୀୟମାନଙ୍କ ହସ୍ତରେ ଦତ୍ତ ହୋଇଅଛି, ତହିଁ ମଧ୍ୟରେ କ୍ଷେତ୍ର କ୍ରୟ କରାଯିବ।”
Jeremiah 33:13 in Oriya 13 ସଦାପ୍ରଭୁ କହନ୍ତି, “ପାର୍ବତୀୟ ଦେଶର ନଗରସମୂହରେ, ନିମ୍ନ ଭୂମିର ନଗରମାନରେ ଓ ଦକ୍ଷିଣ ଦିଗସ୍ଥ ସକଳ ନଗରରେ ଓ ବିନ୍ୟାମୀନ ଦେଶରେ ଓ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ଅଞ୍ଚଳରେ ଓ ଯିହୁଦାର ନଗରମାନରେ, ମେଷଗଣନାକାରୀ ଲୋକର ହସ୍ତାଧୀନରେ ମେଷପଲ ପୁନର୍ବାର ଗତାୟାତ କରିବେ।”
Ezekiel 36:10 in Oriya 10 ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ମନୁଷ୍ୟମାନଙ୍କୁ, ସମସ୍ତ ଇସ୍ରାଏଲ ବଂଶକୁ, ତହିଁର ସମଗ୍ରକୁ ବୃଦ୍ଧି କରିବା; ତହିଁରେ ନଗରସମୂହ ବସତିସ୍ଥାନ ହେବ ଓ ଧ୍ୱଂସସ୍ଥାନସକଳ ପୁନଃନିର୍ମିତ ହେବ;
Ezekiel 36:33 in Oriya 33 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଯେଉଁ ଦିନ ଆମ୍ଭେ ତୁମ୍ଭମାନଙ୍କର ସକଳ ଅଧର୍ମରୁ ତୁମ୍ଭମାନଙ୍କୁ ଶୁଚି କରିବା, ସେହି ଦିନ ଆମ୍ଭେ ନଗରସକଳକୁ ବସତିବିଶିଷ୍ଟ କରାଇବା ଓ ଉତ୍ସନ୍ନ ସ୍ଥାନସକଳ ନିର୍ମିତ ହେବ।
Amos 9:14 in Oriya 14 ପୁଣି, ଆମ୍ଭେ ଆପଣା ଲୋକ ଇସ୍ରାଏଲର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ତହିଁରେ ସେମାନେ ଧ୍ୱଂସିତ ନଗରସବୁ ପୁନଃ ନିର୍ମାଣ କରି ତହିଁ ମଧ୍ୟରେ ବାସ କରିବେ ଓ ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରି ତହିଁରୁ ଦ୍ରାକ୍ଷାରସ ପାନ କରିବେ; ଆହୁରି, ସେମାନେ ଉଦ୍ୟାନ ପ୍ରସ୍ତୁତ କରି ତହିଁର ଫଳ ଭୋଗ କରିବେ।
Obadiah 1:20 in Oriya 20 ପୁଣି, କନାନୀୟମାନଙ୍କର ମଧ୍ୟବର୍ତ୍ତୀ ନିର୍ବାସିତ ଇସ୍ରାଏଲ ସନ୍ତାନଗଣର ଏହି ସୈନ୍ୟସାମନ୍ତ ସାରିଫତ୍ ପର୍ଯ୍ୟନ୍ତ ଅଧିକାର କରିବେ ଓ ଯିରୂଶାଲମର ଯେଉଁ ନିର୍ବାସିତ ଲୋକମାନେ ସଫାରଦରେ ଅଛନ୍ତି, ସେମାନେ ଦକ୍ଷିଣସ୍ଥ ନଗରସକଳ ଅଧିକାର କରିବେ।
Zephaniah 3:15 in Oriya 15 ସଦାପ୍ରଭୁ ତୁମ୍ଭର ଦଣ୍ଡସବୁ ଦୂର କରିଅଛନ୍ତି, ସେ ତୁମ୍ଭର ଶତ୍ରୁକୁ ଦୂର କରିଅଛନ୍ତି; ଇସ୍ରାଏଲର ରାଜା ସଦାପ୍ରଭୁ ତୁମ୍ଭ ମଧ୍ୟବର୍ତ୍ତୀ ଅଛନ୍ତି, ତୁମ୍ଭେ ଆଉ ଅମଙ୍ଗଳର ଭୟ ପାଇବ ନାହିଁ।
Zechariah 2:12 in Oriya 12 ଆଉ, ସଦାପ୍ରଭୁ ପବିତ୍ର ଦେଶରେ ଯିହୁଦାକୁ ଆପଣା ଅଂଶ ରୂପେ ଅଧିକାର କରିବେ ଓ ଯିରୂଶାଲମକୁ ପୁନର୍ବାର ମନୋନୀତ କରିବେ।
Zechariah 3:2 in Oriya 2 ପୁଣି, ସଦାପ୍ରଭୁ ଶୟତାନକୁ କହିଲେ, “ହେ ଶୟତାନ, ସଦାପ୍ରଭୁ ତୁମ୍ଭକୁ ଧମକ ଦିଅନ୍ତୁ! ହଁ, ଯେ ଯିରୂଶାଲମକୁ ମନୋନୀତ କରିଅଛନ୍ତି, ସେ ସଦାପ୍ରଭୁ ତୁମ୍ଭକୁ ଧମକ ଦିଅନ୍ତୁ! ଏ କି ଅଗ୍ନିରୁ କଢ଼ା ଖଣ୍ଡେ ପୋଡ଼ା କାଠଖଣ୍ଡ ନୁହେଁ ?”
Romans 11:28 in Oriya 28 ସୁସମାଚାର ବିଷୟ ବିଚାର କଲେ ସେମାନେ ତୁମ୍ଭମାନଙ୍କ ସକାଶେ ବିରୋଧର ପାତ୍ର, କିନ୍ତୁ ନିର୍ବାଚନ ବିଷୟ ବିଚାର କଲେ ପିତୃପୁରୁଷଙ୍କ ସକାଶେ ସେମାନେ ଇଶ୍ବରଙ୍କ ପ୍ରିୟପାତ୍ର।
Ephesians 1:4 in Oriya 4 ଅର୍ଥାତ୍ ଆମ୍ଭେମାନେ ଯେପରି ତାହାଙ୍କ ସକ୍ଷାତରେ ପବିତ୍ର ଓ ଅନିନ୍ଦନୀୟ ହେଉ, ଏଥିପାଇଁ ସେ ଜଗତର ପତ୍ତନ ପୂର୍ବେ ତାହାଙ୍କଠାରେ ଆମ୍ଭମାନଙ୍କୁ ମନୋନୀତ କଲେ;