Zechariah 1:3 in Oriya 3 ଏଥିପାଇଁ ତୁମ୍ଭେ ଏହି ଲୋକମାନଙ୍କୁ କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ଆମ୍ଭ ପ୍ରତି ଫେର,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। “ତହିଁରେ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଫେରିବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Other Translations King James Version (KJV) Therefore say thou unto them, Thus saith the LORD of hosts; Turn ye unto me, saith the LORD of hosts, and I will turn unto you, saith the LORD of hosts.
American Standard Version (ASV) Therefore say thou unto them, Thus saith Jehovah of hosts: Return unto me, saith Jehovah of hosts, and I will return unto you, saith Jehovah of hosts.
Bible in Basic English (BBE) And you are to say to them, These are the words of the Lord of armies: Come back to me, says the Lord of armies, and I will come back to you.
Darby English Bible (DBY) And thou shalt say unto them, Thus saith Jehovah of hosts: Return unto me, saith Jehovah of hosts, and I will return unto you, saith Jehovah of hosts.
World English Bible (WEB) Therefore tell them: Thus says Yahweh of Hosts: 'Return to me,' says Yahweh of Hosts, 'and I will return to you,' says Yahweh of Hosts.
Young's Literal Translation (YLT) And thou hast said unto them, Thus said Jehovah of Hosts, turn back unto Me, An affirmation of Jehovah of Hosts, And I turn back unto you, said Jehovah of Hosts.
Cross Reference Deuteronomy 4:30 in Oriya 30 ଯେତେବେଳେ ତୁମ୍ଭେ ସଙ୍କଟରେ ପଡ଼ିବ ଓ ଏହି ସମସ୍ତ ତୁମ୍ଭ ଉପରେ ଘଟିବ, ସେହି ଶେଷ କାଳରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପ୍ରତି ଫେରିବ ଓ ତାହାଙ୍କ ରବ ଶୁଣିବ।
Deuteronomy 30:2 in Oriya 2 ଆଉ ତୁମ୍ଭେ ଓ ତୁମ୍ଭ ସନ୍ତାନଗଣ ଯେବେ ସମସ୍ତ ହୃଦୟ ଓ ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟକୁ ଫେରି ଆସିବ ଓ ଆଜି ମୁଁ ତୁମ୍ଭମାନଙ୍କୁ ଯେଉଁ ସବୁ ଆଜ୍ଞା ଦେଉଅଛି, ତଦନୁସାରେ ଯେବେ ତାହାଙ୍କ ରବରେ ଅବଧାନ କରିବ;
1 Kings 8:47 in Oriya 47 ତେବେ ସେମାନେ ଯେଉଁ ଦେଶକୁ ବନ୍ଦୀ ରୂପେ ନୀତ ହୁଅନ୍ତି, ସେହି ସ୍ଥାନରେ ଯେବେ ସେମାନେ ମନେ ମନେ ବିବେଚନା କରି ଅନୁତାପ କରନ୍ତି ଓ ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେମାନଙ୍କ ଦେଶରେ ତୁମ୍ଭ ନିକଟରେ ବିନତି କରି କହନ୍ତି, ଆମ୍ଭେମାନେ ପାପ କଲୁ ଓ ବିପଥଗାମୀ ହେଲୁ ଓ ଦୁଷ୍ଟପଣ କଲୁ;
2 Chronicles 15:4 in Oriya 4 ମାତ୍ର ସେମାନେ ଆପଣାମାନଙ୍କ ଦୁର୍ଦ୍ଦଶା ସମୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରତି ଫେରି ତାହାଙ୍କର ଅନ୍ୱେଷଣ କରନ୍ତେ, ତାହାଙ୍କର ଉଦ୍ଦେଶ୍ୟ ପାଇଲେ।
2 Chronicles 30:6 in Oriya 6 ତହିଁରେ ଦୂତମାନେ ରାଜା ଓ ତାଙ୍କର ଅଧିପତିମାନଙ୍କଠାରୁ ପତ୍ର ନେଇ ଇସ୍ରାଏଲ ଓ ଯିହୁଦାର ସର୍ବତ୍ର ଗମନ କରି ରାଜାଜ୍ଞାନୁସାରେ ଏହି କଥା କହିଲେ, “ହେ ଇସ୍ରାଏଲ ସନ୍ତାନଗଣ, ତୁମ୍ଭେମାନେ ଅବ୍ରହାମର ଓ ଇସ୍ହାକର ଓ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ପ୍ରତି ପୁନର୍ବାର ଫେର, ତହିଁରେ ସେ ଅଶୂର-ରାଜାଗଣ ହସ୍ତରୁ ରକ୍ଷିତ ତୁମ୍ଭମାନଙ୍କ ଅବଶିଷ୍ଟାଂଶ ପ୍ରତି ଫେରିବେ।
Nehemiah 9:28 in Oriya 28 ମାତ୍ର ସେମାନେ ବିଶ୍ରାମ ପାଇଲା ଉତ୍ତାରେ ପୁନର୍ବାର ତୁମ୍ଭ ଦୁଷ୍ଟିରେ କୁକର୍ମ କଲେ; ଏହେତୁ ତୁମ୍ଭେ ସେମାନଙ୍କୁ ଶତ୍ରୁଗଣ ହସ୍ତରେ ସମର୍ପଣ କଲ, ସେମାନେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କଲେ, ତଥାପି ଯେତେବେଳେ ସେମାନେ ଫେରି ତୁମ୍ଭ ନିକଟରେ କ୍ରନ୍ଦନ କଲେ, ସେତେବେଳେ ତୁମ୍ଭେ ସ୍ୱର୍ଗରୁ ତାହା ଶୁଣିଲ; ଆଉ, ଅନେକ ଥର ତୁମ୍ଭେ ଆପଣା ଦୟାନୁସାରେ ସେମାନଙ୍କୁ ଉଦ୍ଧାର କଲ।
Isaiah 31:6 in Oriya 6 ହେ ଇସ୍ରାଏଲ ସନ୍ତାନଗଣ, ତୁମ୍ଭେମାନେ ଅତିଶୟ ଦ୍ରୋହାଚରଣ କରି ଯାହାଙ୍କଠାରୁ ବିମୁଖ ହୋଇଅଛ, ତାହାଙ୍କ ନିକଟକୁ ଫେରି ଆସ।
Isaiah 55:6 in Oriya 6 ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଉଦ୍ଦେଶ୍ୟ ମିଳୁଅଛି, ସେପର୍ଯ୍ୟନ୍ତ ତୁମ୍ଭେମାନେ ତାହାଙ୍କର ଅନ୍ୱେଷଣ କର, ଯେପର୍ଯ୍ୟନ୍ତ ସେ ନିକଟରେ ଅଛନ୍ତି, ସେପର୍ଯ୍ୟନ୍ତ ତାହାଙ୍କଠାରେ ପ୍ରାର୍ଥନା କର।
Jeremiah 3:12 in Oriya 12 ତୁମ୍ଭେ ଯାଇ ଉତ୍ତର ଦିଗ ଆଡ଼େ ଏହି କଥା ପ୍ରଚାର କରି କୁହ, ହେ ବିପଥଗାମୀନୀ ଇସ୍ରାଏଲ, ସଦାପ୍ରଭୁ କହନ୍ତି, ‘ତୁମ୍ଭେ ଫେର; ଆମ୍ଭେ ତୁମ୍ଭ ପ୍ରତି କ୍ରୋଧ ଦୃଷ୍ଟି କରିବା ନାହିଁ;' କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭେ ଦୟାବାନ, ଆମ୍ଭେ ସର୍ବଦା କ୍ରୋଧ ରଖିବା ନାହିଁ।'”
Jeremiah 3:22 in Oriya 22 ହେ ବିପଥଗାମୀ ସନ୍ତାନଗଣ ଫେର, ଆମ୍ଭେ ତୁମ୍ଭମାନଙ୍କର ବିପଥଗମନରୂପ ରୋଗ ସୁସ୍ଥ କରିବା। ଦେଖ, ଆମ୍ଭେମାନେ ତୁମ୍ଭ ନିକଟକୁ ଆସିଅଛୁ; କାରଣ ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଟ।
Jeremiah 4:1 in Oriya 1 ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ, ଯଦି ତୁମ୍ଭେ ଫେରିବ, ତେବେ ଆମ୍ଭ ନିକଟକୁ ତୁମ୍ଭେ ଫେରି ଆସିବ; ଆଉ, ଯଦି ତୁମ୍ଭେ ଆମ୍ଭ ଦୃଷ୍ଟିରୁ ତୁମ୍ଭର ଘୃଣାଯୋଗ୍ୟ ବିଷୟସବୁ ଦୂର କରିବ, ତେବେ ତୁମ୍ଭେ ସ୍ଥାନାନ୍ତରୀକୃତ ହେବ ନାହିଁ;
Jeremiah 12:15 in Oriya 15 ପୁଣି, ସେମାନଙ୍କୁ ଉତ୍ପାଟନ କଲା ଉତ୍ତାରେ ଆମ୍ଭେ ଫେରି ସେମାନଙ୍କୁ ଦୟା କରିବା ଓ ଆମ୍ଭେ ସେମାନଙ୍କର ପ୍ରତ୍ୟେକ ଲୋକକୁ ତାହାର ଅଧିକାରକୁ ଓ ପ୍ରତ୍ୟେକ ଲୋକକୁ ତାହାର ଭୂମିକି ପୁନର୍ବାର ଆଣିବା।
Jeremiah 25:5 in Oriya 5 ମୁଁ କହିଅଛି, ‘ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା କୁପଥରୁ ଓ ଆପଣା ଆପଣା ଆଚରଣର ଦୁଷ୍ଟତାରୁ ଫେର,' ତହିଁରେ ସଦାପ୍ରଭୁ ପୁରାତନ କାଳରୁ ସଦାକାଳ ନିମନ୍ତେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷଗଣକୁ ଯେଉଁ ଦେଶ ଦେଇଅଛନ୍ତି, ତହିଁ ମଧ୍ୟରେ ତୁମ୍ଭେମାନେ ବାସ କରିବ;
Jeremiah 29:12 in Oriya 12 ପୁଣି, ତୁମ୍ଭେମାନେ ଆମ୍ଭକୁ ଆହ୍ୱାନ କରିବ ଓ ଯାଇ ଆମ୍ଭ ନିକଟରେ ପ୍ରାର୍ଥନା କରିବ, ତହିଁରେ ଆମ୍ଭେ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବା।
Jeremiah 31:18 in Oriya 18 ଆମ୍ଭେ ନିଶ୍ଚୟ ଇଫ୍ରୟିମକୁ ଆପଣା ବିଷୟରେ ବିଳାପ କରି ଏହି ପ୍ରକାର କହିବା ଶୁଣିଅଛୁ, ‘ମୁଁ ଅମଣା ବାଛୁରି ପରି ବୋଲି ତୁମ୍ଭେ ମୋତେ ଶାସ୍ତି ଦେଇଅଛ ଓ ମୁଁ ଶାସ୍ତି ଭୋଗ କରିଅଛି; ତୁମ୍ଭେ ମୋତେ ଫେରାଅ, ତହିଁରେ ମୁଁ ଫେରିବି; କାରଣ ତୁମ୍ଭେ ସଦାପ୍ରଭୁ ମୋହର ପରମେଶ୍ୱର।
Jeremiah 35:15 in Oriya 15 ମଧ୍ୟ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ପ୍ରଭାତରେ ଉଠି ସେମାନଙ୍କୁ ପଠାଇ ତୁମ୍ଭମାନଙ୍କୁ କହିଅଛୁ, ତୁମ୍ଭେମାନେ ପ୍ରତ୍ୟେକେ ଏବେ ଆପଣା ଆପଣା କୁପଥରୁ ଫେର, ଆପଣମାନଙ୍କର ଆଚରଣ ସୁଧରାଅ ଓ ଅନ୍ୟ ଦେବଗଣର ସେବା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗାମୀ ହୁଅ ନାହିଁ, ତହିଁରେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଦେଶରେ ତୁମ୍ଭେମାନେ ବାସ କରିବ; ମାତ୍ର ତୁମ୍ଭେମାନେ କର୍ଣ୍ଣପାତ କରି ନାହଁ, କିଅବା ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ।
Lamentations 3:39 in Oriya 39 ଜୀବିତ ମନୁଷ୍ୟ କାହିଁକି ଅସନ୍ତୋଷର କଥା କହେ, ଆପଣା ପାପର ଦଣ୍ଡ ସକାଶୁ ମନୁଷ୍ୟ କାହିଁକି ଅସନ୍ତୋଷର କଥା କହେ ?
Ezekiel 33:11 in Oriya 11 ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଦୁଷ୍ଟର ମରଣରେ ଆମ୍ଭର ସନ୍ତୋଷ ନାହିଁ, ମାତ୍ର ଦୁଷ୍ଟ ଯେପରି ଫେରି ବଞ୍ଚେ, ଏଥିରେ ହିଁ ଆମ୍ଭର ସନ୍ତୋଷ ଅଛି; ତୁମ୍ଭେମାନେ ଫେର, ଆପଣା ଆପଣା କୁପଥରୁ ଫେର; କାରଣ ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ କାହିଁକି ମରିବ ?
Hosea 6:1 in Oriya 1 ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ନିକଟକୁ ଫେରି ଯାଉ; କାରଣ ସେ ବିଦୀର୍ଣ୍ଣ କରିଅଛନ୍ତି ଓ ସେ ଆମ୍ଭମାନଙ୍କୁ ସୁସ୍ଥ କରିବେ; ସେ ପ୍ରହାର କରିଅଛନ୍ତି ଓ ସେ ଆମ୍ଭମାନଙ୍କ କ୍ଷତ ବାନ୍ଧିବେ।
Hosea 14:1 in Oriya 1 ହେ ଇସ୍ରାଏଲ, ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟକୁ ଫେରି ଆସ; କାରଣ ତୁମ୍ଭେ ଆପଣା ଅଧର୍ମରେ ପତିତ ହୋଇଅଛ।
Hosea 14:4 in Oriya 4 ଆମ୍ଭେ ସେମାନଙ୍କ ବିପଥଗମନର ପ୍ରତିକାର କରିବା, ଆମ୍ଭେ ସ୍ୱଚ୍ଛନ୍ଦରେ ସେମାନଙ୍କୁ ପ୍ରେମ କରିବା; କାରଣ ଆମ୍ଭ କ୍ରୋଧ ତାହାଠାରୁ ନିବୃତ୍ତ ହୋଇଅଛି।
Joel 2:12 in Oriya 12 ତଥାପି ସଦାପ୍ରଭୁ କହନ୍ତି, “ଏବେ ହେଁ ତୁମ୍ଭେମାନେ ଉପବାସ, ରୋଦନ ଓ ବିଳାପ କରି ଆପଣାମାନଙ୍କର ସର୍ବାନ୍ତଃକରଣ ସହିତ ଆମ୍ଭ ନିକଟକୁ ଫେରି ଆସ।”
Micah 7:19 in Oriya 19 ସେ ପୁନର୍ବାର ଫେରି ଆମ୍ଭମାନଙ୍କ ପ୍ରତି କୃପା କରିବେ; ସେ ଆମ୍ଭମାନଙ୍କର ଅଧର୍ମସକଳ ପଦ ତଳେ ଦଳିବେ; ଆଉ, ତୁମ୍ଭେ ସେମାନଙ୍କର ଯାବତୀୟ ପାପ ସମୁଦ୍ରର ଆଗାଧ ଜଳରେ ନିକ୍ଷେପ କରିବ।
Malachi 3:7 in Oriya 7 ତୁମ୍ଭମାନଙ୍କର ପିତୃପୁରୁଷଗଣର ସମୟଠାରୁ ତୁମ୍ଭେମାନେ ଆମ୍ଭର ବିଧିସବୁ ଲଙ୍ଘନ କରିଅଛ ଓ ସେହିସବୁ ପାଳନ କରି ନାହଁ। ଆମ୍ଭ ନିକଟକୁ ଫେରି ଆସ, ତହିଁରେ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଫେରି ଆସିବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। ମାତ୍ର ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କିପରି ଫେରିବା ?”
Luke 15:18 in Oriya 18 ମୁଁ ଉଠି ମୋର ବାପାଙ୍କ ପାଖକୁ ଯିବି ଓ ତାହାଙ୍କୁ କହିବି, ବାପା, ଇଶ୍ବରଙ୍କ ବିରୁଦ୍ଧରେ ଓ ତୁମ୍ଭ ଦୃଷ୍ଟିରେ ମୁଁ ପାପ କଲି;
James 4:8 in Oriya 8 ଈଶ୍ୱରଙ୍କର ନିକଟବର୍ତ୍ତୀ ହୁଅ, ସେଥିରେ ସେ ତୁମ୍ଭମାନଙ୍କର ନିକଟବର୍ତ୍ତୀ ହେବେ। ହେ ପାପୀମାନେ, ତୁମ୍ଭମାନଙ୍କ ହସ୍ତ ଶୁଚି କର, ପୁଣି, ହେ ଦ୍ୱିମନାମାନେ, ତୁମ୍ଭମାନଙ୍କ ହୃଦୟ ଶୁଦ୍ଧ କର।