Zechariah 1:4 in Oriya 4 ତୁମ୍ଭେମାନେ ଆପଣାମାନଙ୍କର ପୂର୍ବପୁରୁଷଗଣର ତୁଲ୍ୟ ହୁଅ ନାହିଁ, ଯେଉଁମାନଙ୍କୁ ଡାକି ପୂର୍ବକାଳର ଭବିଷ୍ୟଦ୍ବକ୍ତାମାନେ ଉଚ୍ଚୈଃସ୍ୱରରେ କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେମାନେ ଆପଣା ଆପଣା କୁପଥରୁ ଓ ଆପଣା ଆପଣା କୁକ୍ରିୟାରୁ ଏବେ ଫେର। ମାତ୍ର ସେମାନେ ଶୁଣିଲେ ନାହିଁ, କିଅବା ଆମ୍ଭ ପ୍ରତି କର୍ଣ୍ଣପାତ କଲେ ନାହିଁ,'” ଏହା ସଦାପ୍ରଭୁ କହନ୍ତି।
Other Translations King James Version (KJV) Be ye not as your fathers, unto whom the former prophets have cried, saying, Thus saith the LORD of hosts; Turn ye now from your evil ways, and from your evil doings: but they did not hear, nor hearken unto me, saith the LORD.
American Standard Version (ASV) Be ye not as your fathers, unto whom the former prophets cried, saying, Thus saith Jehovah of hosts, Return ye now from your evil ways, and from your evil doings: but they did not hear, nor hearken unto me, saith Jehovah.
Bible in Basic English (BBE) Be not like your fathers, to whom the voice of the earlier prophets came, saying, Be turned now from your evil ways and from your evil doings: but they did not give ear to me or take note, says the Lord.
Darby English Bible (DBY) Be ye not as your fathers, unto whom the former prophets cried, saying, Thus saith Jehovah of hosts: Turn ye now from your evil ways, and from your evil doings; but they did not hearken nor attend unto me, saith Jehovah.
World English Bible (WEB) Don't you be like your fathers, to whom the former prophets proclaimed, saying: Thus says Yahweh of hosts, 'Return now from your evil ways, and from your evil doings;' but they did not hear, nor listen to me, says Yahweh.
Young's Literal Translation (YLT) Ye shall not be as your fathers, To whom the former prophets called, saying: Thus said Jehovah of Hosts, Turn back I pray you, From your evil ways and from your evil doings, And they did not hearken, Nor attend to Me -- an affirmation of Jehovah.
Cross Reference 2 Chronicles 24:19 in Oriya 19 ତଥାପି ସଦାପ୍ରଭୁଙ୍କ ନିକଟକୁ ପୁନର୍ବାର ସେମାନଙ୍କୁ ଆଣିବା ପାଇଁ ସେ ଭବିଷ୍ୟଦ୍ବକ୍ତାମାନଙ୍କୁ ପଠାଇଲେ; ତହିଁରେ ସେମାନେ ସେମାନଙ୍କ ପ୍ରତିକୂଳରେ ସାକ୍ଷ୍ୟ ଦେଲେ। ମାତ୍ର ସେମାନେ କର୍ଣ୍ଣ ଦେବାକୁ ସମ୍ମତ ନୋହିଲେ।
2 Chronicles 29:6 in Oriya 6 କାରଣ ଆମ୍ଭମାନଙ୍କ ପୂର୍ବପୁରୁଷମାନେ ସତ୍ୟଲଙ୍ଘନ କରି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଦୃଷ୍ଟିରେ କୁକର୍ମ କରିଅଛନ୍ତି ଓ ତାହାଙ୍କୁ ପରିତ୍ୟାଗ କରି ସଦାପ୍ରଭୁଙ୍କ ଆବାସରୁ ବିମୁଖ ହୋଇ ତାହାଙ୍କ ପ୍ରତି ଆପଣା ପିଠି ଦେଖାଇ ଅଛନ୍ତି।
2 Chronicles 30:7 in Oriya 7 ଆଉ, ତୁମ୍ଭେମାନେ ଆପଣାମାନଙ୍କ ପିତୃଗଣ ଓ ଭ୍ରାତୃଗଣ ତୁଲ୍ୟ ନ ହୁଅ, ସେମାନେ ଆପଣା ପୂର୍ବପୁରୁଷଗଣର ପରମେଶ୍ୱର ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟଲଙ୍ଘନ କଲେ, ତେଣୁ ତୁମ୍ଭେମାନେ ଦେଖୁଅଛ ଯେ, ସେ ସେମାନଙ୍କୁ ବିନାଶରେ ସମର୍ପଣ କଲେ।
2 Chronicles 34:21 in Oriya 21 ତୁମ୍ଭେମାନେ ଯାଇ ମୋ' ନିମନ୍ତେ, ପୁଣି ଇସ୍ରାଏଲ ଓ ଯିହୁଦା ମଧ୍ୟରେ ଅବଶିଷ୍ଟ ଲୋକଙ୍କ ନିମନ୍ତେ ଏହି ପ୍ରାପ୍ତ ପୁସ୍ତକର ବାକ୍ୟ ବିଷୟରେ ସଦାପ୍ରଭୁଙ୍କୁ ପଚାର; କାରଣ ଆମ୍ଭମାନଙ୍କ ପିତୃଲୋକମାନେ ଏହି ପୁସ୍ତକର ସକଳ ଲିଖନାନୁସାରେ କର୍ମ କରିବା ପାଇଁ ସଦାପ୍ରଭୁଙ୍କ ବାକ୍ୟ ପାଳନ ନ କରିବାରୁ ଆମ୍ଭମାନଙ୍କ ଉପରେ ସଦାପ୍ରଭୁଙ୍କର ମହାକୋପ ବର୍ଷିଅଛି।
2 Chronicles 36:15 in Oriya 15 ତଥାପି ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ଆପଣା ଦୂତଗଣ ଦ୍ୱାରା ସେମାନଙ୍କ ନିକଟକୁ କହି ପଠାଇଲେ, ସେ ଆପଣା ଲୋକମାନଙ୍କ ପ୍ରତି ଓ ଆପଣା ନିବାସ-ସ୍ଥାନ ପ୍ରତି ଦୟା ବହିବାରୁ ପ୍ରତ୍ୟୁଷରେ ଉଠି ପଠାଇଲେ;
Ezra 9:7 in Oriya 7 ଆମ୍ଭମାନଙ୍କ ପୂର୍ବପୁରୁଷଗଣର ସମୟଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭେମାନେ ଅତିଶୟ ଦୋଷୀ ହୋଇଅଛୁ; ଆପଣାମାନଙ୍କ ଅପରାଧ ସକାଶୁ ଆଜିର ନ୍ୟାୟ ଆମ୍ଭେମାନେ, ଆମ୍ଭମାନଙ୍କ ରାଜାଗଣ ଓ ଆମ୍ଭମାନଙ୍କ ଯାଜକଗଣ ନାନା ଦେଶୀୟ ରାଜାଗଣ ହସ୍ତରେ, ଖଡ୍ଗରେ, ବନ୍ଦୀତ୍ୱରେ ଓ ଲୁଟରେ ଓ ମୁଖ ବିଷଣ୍ଣତାରେ ସମର୍ପିତ ହୋଇଅଛୁ।
Nehemiah 9:16 in Oriya 16 ମାତ୍ର ସେମାନେ ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନେ ଗର୍ବାଚରଣ କଲେ ଓ ଆପଣା ଆପଣାକୁ କଠିନ କଲେ ଓ ତୁମ୍ଭ ଆଜ୍ଞାରେ କର୍ଣ୍ଣପାତ କଲେ ନାହିଁ,
Nehemiah 9:26 in Oriya 26 ତଥାପି ସେମାନେ ଅନାଜ୍ଞାବହ ହେଲେ ଓ ତୁମ୍ଭ ବିରୁଦ୍ଧରେ ବିଦ୍ରୋହାଚରଣ କଲେ ଓ ତୁମ୍ଭ ବ୍ୟବସ୍ଥା ଆପଣା ପଛକୁ ପକାଇଲେ, ଆଉ ତୁମ୍ଭର ଯେଉଁ ଭବିଷ୍ୟଦ୍ବକ୍ତାମାନେ ସେମାନଙ୍କୁ ତୁମ୍ଭ ପ୍ରତି ପୁନର୍ବାର ଫେରାଇବା ପାଇଁ ସେମାନଙ୍କୁ ଚେତାବନୀ ଦେଲେ, ତେଣୁ ସେମାନଙ୍କୁ ବଧ କଲେ ଓ ଅପମାନଜନକ କାର୍ଯ୍ୟ କଲେ।
Nehemiah 9:30 in Oriya 30 ତଥାପି ବହୁ ବର୍ଷ ପର୍ଯ୍ୟନ୍ତ ତୁମ୍ଭେ ସେମାନଙ୍କୁ ସହ୍ୟ କଲ ଓ ଆପଣା ଆତ୍ମା ଦ୍ୱାରା ଆପଣା ଭବିଷ୍ୟଦ୍ବକ୍ତାଗଣ ଦେଇ ସେମାନଙ୍କୁ ଚେତାବନୀ ଦେଲ; ମାତ୍ର ସେମାନେ କର୍ଣ୍ଣପାତ କରିବାକୁ ସମ୍ମତ ହେଲେ ନାହିଁ; ଏହେତୁ ତୁମ୍ଭେ ସେମାନଙ୍କୁ ଅନ୍ୟଦେଶୀୟ ଗୋଷ୍ଠୀୟମାନଙ୍କ ହସ୍ତରେ ସମର୍ପଣ କଲ।
Psalm 78:8 in Oriya 8 ପୁଣି, ଆପଣା ପିତୃଗଣ ତୁଲ୍ୟ ଅବାଧ୍ୟ ଓ ବିଦ୍ରୋହୀ ବଂଶ ହେବେ ନାହିଁ; ସେହି ବଂଶ ଆପଣା ଆପଣା ଅନ୍ତଃକରଣ ଯଥାର୍ଥ ରୂପେ ସୁସ୍ଥିର କଲେ ନାହିଁ; ଓ ସେମାନଙ୍କ ଆତ୍ମା ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ନ ଥିଲା।
Psalm 106:6 in Oriya 6 ଆମ୍ଭେମାନେ ଆପଣାମାନଙ୍କ ପିତୃଗଣ ତୁଲ୍ୟ ପାପ କରିଅଛୁ, ଆମ୍ଭେମାନେ ଅପରାଧ କରିଅଛୁ, ଆମ୍ଭେମାନେ ଅଧର୍ମ କରିଅଛୁ।
Isaiah 1:16 in Oriya 16 ତୁମ୍ଭେମାନେ ଆପଣାମାନଙ୍କୁ ଧୌତ କର, ଆପଣାମାନଙ୍କୁ ଶୁଚି କର; ଆମ୍ଭ ଦୃଷ୍ଟିରୁ ଆପଣାମାନଙ୍କର କ୍ରିୟାର ମନ୍ଦତା ଦୂର କର; କୁକ୍ରିୟା କରିବାରୁ ନିବୃତ୍ତ ହୁଅ;
Isaiah 30:9 in Oriya 9 କାରଣ ସେମାନେ ବିଦ୍ରୋହୀ ଗୋଷ୍ଠୀ, ମିଥ୍ୟାବାଦୀ ସନ୍ତାନ, ସେମାନେ ସଦାପ୍ରଭୁଙ୍କ ବ୍ୟବସ୍ଥା ଶୁଣିବାକୁ ଅସମ୍ମତ ସନ୍ତାନ;
Isaiah 31:6 in Oriya 6 ହେ ଇସ୍ରାଏଲ ସନ୍ତାନଗଣ, ତୁମ୍ଭେମାନେ ଅତିଶୟ ଦ୍ରୋହାଚରଣ କରି ଯାହାଙ୍କଠାରୁ ବିମୁଖ ହୋଇଅଛ, ତାହାଙ୍କ ନିକଟକୁ ଫେରି ଆସ।
Jeremiah 3:12 in Oriya 12 ତୁମ୍ଭେ ଯାଇ ଉତ୍ତର ଦିଗ ଆଡ଼େ ଏହି କଥା ପ୍ରଚାର କରି କୁହ, ହେ ବିପଥଗାମୀନୀ ଇସ୍ରାଏଲ, ସଦାପ୍ରଭୁ କହନ୍ତି, ‘ତୁମ୍ଭେ ଫେର; ଆମ୍ଭେ ତୁମ୍ଭ ପ୍ରତି କ୍ରୋଧ ଦୃଷ୍ଟି କରିବା ନାହିଁ;' କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭେ ଦୟାବାନ, ଆମ୍ଭେ ସର୍ବଦା କ୍ରୋଧ ରଖିବା ନାହିଁ।'”
Jeremiah 6:16 in Oriya 16 ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ପଥମାନର ମଧ୍ୟରେ ଠିଆ ହୋଇ ଦେଖ, ଆଉ ପୁରାତନ ପଥମାନର ବିଷୟ ପଚାରି କୁହ, ଉତ୍ତମ ପଥ କାହିଁ ? ଓ ତହିଁରେ ଗମନ କର; ତେବେ ତୁମ୍ଭେମାନେ ଆପଣା ଆପଣା ପ୍ରାଣରେ ବିଶ୍ରାମ ପାଇବ;” ମାତ୍ର ସେମାନେ କହିଲେ, “ଆମ୍ଭେମାନେ ତହିଁରେ ଗମନ କରିବା ନାହିଁ।”
Jeremiah 7:3 in Oriya 3 ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେମାନେ ଆପଣା ଆପଣା ଆଚାର ବ୍ୟବହାର ଶୁଧୁରାଅ, ତହିଁରେ ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ବାସ କରାଇବା।'
Jeremiah 11:6 in Oriya 6 ପୁଣି, ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଯିହୁଦାର ସବୁ ନଗରରେ ଓ ଯିରୂଶାଲମର ସବୁ ସଡ଼କରେ ଏହିସବୁ କଥା ପ୍ରଚାର କରି କୁହ, ‘ତୁମ୍ଭେମାନେ ଏହି ନିୟମର ବାକ୍ୟ ଶୁଣ ଓ ତାହା ପାଳନ କର।
Jeremiah 13:9 in Oriya 9 ଯଥା, ସଦାପ୍ରଭୁ କହନ୍ତି, “ଆମ୍ଭେ ଏହି ପ୍ରକାରେ ଯିହୁଦାର ଦର୍ପ ଓ ଯିରୂଶାଲମର ମହାଦର୍ପ ଚୂର୍ଣ୍ଣ କରିବା।
Jeremiah 13:16 in Oriya 16 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅନ୍ଧକାର ଉପସ୍ଥିତ କରିବା ପୂର୍ବେ ଓ ଅନ୍ଧକାରମୟ ପର୍ବତରେ ତୁମ୍ଭମାନଙ୍କ ଚରଣ ଝୁଣ୍ଟିବା ପୂର୍ବେ; ପୁଣି, ତୁମ୍ଭେମାନେ ଆଲୁଅର ଅପେକ୍ଷା କରୁ କରୁ ସେ ତାହା ମୃତ୍ୟୁୁଛାୟାରେ ଓ ଘୋର ଅନ୍ଧକାରରେ ପରିଣତ କରିବା ପୂର୍ବେ, ତୁମ୍ଭେମାନେ ତାହାଙ୍କୁ ଗୌରବ ଦିଅ।
Jeremiah 17:19 in Oriya 19 ସଦାପ୍ରଭୁ ମୋତେ ଏହି କଥା କହିଲେ, “ଯିହୁଦାର ରାଜାଗଣ ଯେଉଁ ଦ୍ୱାର ଦେଇ ଭିତରେ ଯାଆନ୍ତି ଓ ବାହାରେ ଆସନ୍ତି, ଲୋକମାନଙ୍କ ସନ୍ତାନଗଣର ସେହି ଦ୍ୱାରରେ ଓ ଯିରୂଶାଲମର ସକଳ ଦ୍ୱାରରେ ଯାଇ ଠିଆ ହୁଅ;
Jeremiah 18:11 in Oriya 11 ଏନିମନ୍ତେ ଏବେ ତୁମ୍ଭେ ଯିହୁଦାର ଲୋକମାନଙ୍କ ଓ ଯିରୂଶାଲମ ନିବାସୀମାନଙ୍କ ନିକଟକୁ ଯାଇ କୁହ, ସଦାପ୍ରଭୁ ଏହି କଥା କହନ୍ତି; “ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ସଂକଳ୍ପ କରୁଅଛୁ; ଏବେ ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେର, ପୁଣି ଆପଣା ଆପଣା ପଥ ଓ ଆପଣା ଆପଣା କ୍ରିୟାର ଶୋଧନ କର।”
Jeremiah 25:3 in Oriya 3 “ଆମୋନ୍ର ପୁତ୍ର ଯିହୁଦାର ରାଜା ଯୋଶୀୟର ଅଧିକାରର ତ୍ରୟୋଦଶ ବର୍ଷଠାରୁ ଆଜି ପର୍ଯ୍ୟନ୍ତ ଏହି ତେଇଶ ବର୍ଷଯାକ ସଦାପ୍ରଭୁଙ୍କର ବାକ୍ୟ ମୋ' ନିକଟରେ ଉପସ୍ଥିତ ହୋଇଅଛି ଓ ମୁଁ ପ୍ରତ୍ୟୁଷରେ ଉଠି ତାହା ତୁମ୍ଭମାନଙ୍କୁ କହିଅଛି, ମାତ୍ର ତାହା ତୁମ୍ଭେମାନେ ଶୁଣି ନାହଁ।
Jeremiah 26:5 in Oriya 5 ଆମ୍ଭର ଯେଉଁ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ଆମ୍ଭେ ଅତି ପ୍ରଭାତରେ ଉଠି ତୁମ୍ଭମାନଙ୍କ ନିକଟକୁ ପଠାଇ ଆସିଅଛୁ, ମାତ୍ର ତୁମ୍ଭେମାନେ ମନୋଯୋଗ କରି ନାହଁ, ସେମାନଙ୍କ ବାକ୍ୟରେ ଯଦି ତୁମ୍ଭେମାନେ ମନୋଯୋଗ ନ କରିବ;
Jeremiah 35:15 in Oriya 15 ମଧ୍ୟ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ପ୍ରଭାତରେ ଉଠି ସେମାନଙ୍କୁ ପଠାଇ ତୁମ୍ଭମାନଙ୍କୁ କହିଅଛୁ, ତୁମ୍ଭେମାନେ ପ୍ରତ୍ୟେକେ ଏବେ ଆପଣା ଆପଣା କୁପଥରୁ ଫେର, ଆପଣମାନଙ୍କର ଆଚରଣ ସୁଧରାଅ ଓ ଅନ୍ୟ ଦେବଗଣର ସେବା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗାମୀ ହୁଅ ନାହିଁ, ତହିଁରେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଦେଶରେ ତୁମ୍ଭେମାନେ ବାସ କରିବ; ମାତ୍ର ତୁମ୍ଭେମାନେ କର୍ଣ୍ଣପାତ କରି ନାହଁ, କିଅବା ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ।
Jeremiah 36:2 in Oriya 2 “ତୁମ୍ଭେ ଖଣ୍ଡେ ନଳାକାର ପୁସ୍ତକ ନିଅ, ପୁଣି ଆମ୍ଭେ ତୁମ୍ଭକୁ କଥା କହିବା ଦିନଠାରୁ, ଯୋଶୀୟର ଅଧିକାର ଦିନଠାରୁ ଆଜି ପର୍ଯ୍ୟନ୍ତ ଇସ୍ରାଏଲର, ଯିହୁଦାର ଓ ସମସ୍ତ ଗୋଷ୍ଠୀର ବିରୁଦ୍ଧରେ ଯାହା ଯାହା ତୁମ୍ଭକୁ କହିଅଛୁ, ସେହି ସମସ୍ତ ବାକ୍ୟ ତହିଁରେ ଲେଖ।
Jeremiah 36:23 in Oriya 23 ଏଥିଉତ୍ତାରେ ଯିହୁଦି ପୁସ୍ତକରୁ ତିନି ଚାରି ପତ୍ର ପାଠ କଲା ଉତ୍ତାରେ ରାଜା କଲମତ୍ରାସରେ ତାହା କାଟି ଅଗ୍ନିପାତ୍ରରେ ଥିବା ଅଗ୍ନିରେ ତାହା ପକାଇ ଦେଲେ, ତହୁଁ ସେହି ପାତ୍ରରେ ଥିବା ଅଗ୍ନିରେ ସମୁଦାୟ ପୁସ୍ତକ ଭସ୍ମସାତ୍ ହେଲା।
Jeremiah 44:4 in Oriya 4 ତଥାପି ଆମ୍ଭେ ଅତି ପ୍ରଭାତରେ ଉଠି ଆମ୍ଭର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇ କହିଲୁ, ‘ଆଃ, ଏହି ଘୃଣାଯୋଗ୍ୟ କାର୍ଯ୍ୟ ତୁମ୍ଭେମାନେ କର ନାହିଁ, ଆମ୍ଭେ ତାହା ଘୃଣା କରୁ।'
Jeremiah 44:16 in Oriya 16 “ତୁମ୍ଭେ ସଦାପ୍ରଭୁଙ୍କ ନାମରେ ଆମ୍ଭମାନଙ୍କୁ ଯେଉଁ କଥା କହିଅଛ, ତୁମ୍ଭର ସେହି କଥା ଆମ୍ଭେମାନେ ଶୁଣିବୁ ନାହିଁ।
Ezekiel 3:7 in Oriya 7 ମାତ୍ର ଇସ୍ରାଏଲ ବଂଶ ତୁମ୍ଭ କଥା ଶୁଣିବେ ନାହିଁ; କାରଣ ସେମାନେ ଆମ୍ଭ କଥା ଶୁଣିବେ ନାହିଁ; ସମୁଦାୟ ଇସ୍ରାଏଲ ବଂଶ ଶକ୍ତଗ୍ରୀବ ଓ କଠିନ ଚିତ୍ତ ଅଟନ୍ତି।
Ezekiel 18:14 in Oriya 14 ଆହୁରି ଦେଖ, ଯଦି ସେହି ଲୋକର ପୁତ୍ର ଆପଣା ପିତାର କୃତ ପାପସକଳ ଦେଖେ ଓ ଭୟ କରି ସେହିପରି କାର୍ଯ୍ୟ ନ କରେ,
Ezekiel 18:30 in Oriya 30 ଏଥିପାଇଁ ହେ ଇସ୍ରାଏଲ ବଂଶ, ଆମ୍ଭେ ତୁମ୍ଭମାନଙ୍କର ପ୍ରତ୍ୟେକକୁ ତାହାର ଆଚାର ବ୍ୟବହାରାନୁସାରେ ବିଚାର କରିବା,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି। “ତୁମ୍ଭେମାନେ ଫେର, ଆପଣାମାନଙ୍କର ସମସ୍ତ ଅପରାଧରୁ ବିମୁଖ ହୁଅ; ତହିଁରେ ଅଧର୍ମ ତୁମ୍ଭମାନଙ୍କର ବିନାଶଜନକ ନୋହିବ।
Ezekiel 33:11 in Oriya 11 ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଦୁଷ୍ଟର ମରଣରେ ଆମ୍ଭର ସନ୍ତୋଷ ନାହିଁ, ମାତ୍ର ଦୁଷ୍ଟ ଯେପରି ଫେରି ବଞ୍ଚେ, ଏଥିରେ ହିଁ ଆମ୍ଭର ସନ୍ତୋଷ ଅଛି; ତୁମ୍ଭେମାନେ ଫେର, ଆପଣା ଆପଣା କୁପଥରୁ ଫେର; କାରଣ ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ କାହିଁକି ମରିବ ?
Hosea 14:1 in Oriya 1 ହେ ଇସ୍ରାଏଲ, ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟକୁ ଫେରି ଆସ; କାରଣ ତୁମ୍ଭେ ଆପଣା ଅଧର୍ମରେ ପତିତ ହୋଇଅଛ।
Amos 5:13 in Oriya 13 ଏଥିପାଇଁ ଯେଉଁ ଜନ ବୁଦ୍ଧିମାନ, ସେ ଏପରି ସମୟରେ ନୀରବ ହୋଇ ରହିବ; କାରଣ ସମୟ ମନ୍ଦ ଅଟେ।
Amos 5:24 in Oriya 24 ମାତ୍ର ନ୍ୟାୟ ବିଚାର ଜଳରାଶି ତୁଲ୍ୟ ଓ ଧାର୍ମିକତା ପ୍ରବଳ ସ୍ରୋତ ତୁଲ୍ୟ ବହିଯାଉ।
Micah 2:6 in Oriya 6 ତୁମ୍ଭେମାନେ ବାକ୍ୟ ପ୍ରଚାର ନ କର, ସେମାନେ ଏପରି ପ୍ରଚାର କରନ୍ତି। ଯଦି ଏମାନଙ୍କ ନିକଟରେ ସେମାନେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବେ ନାହିଁ ତେବେ ଅପମାନ ଘୁଞ୍ଚିବ ନାହିଁ।
Zechariah 1:3 in Oriya 3 ଏଥିପାଇଁ ତୁମ୍ଭେ ଏହି ଲୋକମାନଙ୍କୁ କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ଆମ୍ଭ ପ୍ରତି ଫେର,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। “ତହିଁରେ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଫେରିବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Zechariah 7:11 in Oriya 11 ମାତ୍ର ସେମାନେ ଶୁଣିବାକୁ ଅସମ୍ମତ ହେଲେ ଓ ଶକ୍ତଗ୍ରୀବ ହେଲେ ଓ ଯେପରି ଶୁଣି ନ ପାରିବେ, ଏଥିପାଇଁ ଆପଣା ଆପଣା କର୍ଣ୍ଣ ରୁଦ୍ଧ କଲେ।
Matthew 3:8 in Oriya 8 ଏଣୁ ମନପରିବର୍ତ୍ତନର ଉପଯୁକ୍ତ ଫଳ ଉତ୍ପନ୍ନ କର,
Acts 3:19 in Oriya 19 ଅତଏବ, ଯେପରି ଆପଣମାନଙ୍କର ପାପମୋଚନ ହୋଇ ପାରେ, ଏଥିନିମନ୍ତେ ମନ ପରିବର୍ତ୍ତନ କରି ଫେରି ଆସନ୍ତୁ,
Acts 7:51 in Oriya 51 ହେ ଦାମ୍ଭିକମାନେ ପୁଣି, ଅସୁନ୍ନତି ହୃଦୟ ଓ କର୍ଣ୍ଣ ବିଶିଷ୍ଟ ଲୋକେ, ଆପଣମାନେ ସର୍ବଦା ପବିତ୍ର ଆତ୍ମାଙ୍କର ପ୍ରତିରୋଧ କରୁଅଛନ୍ତି; ଆପଣମାନଙ୍କର ପିତୃପୁରୁଷମାନେ ଯେପରି ଆପଣମାନେ ମଧ୍ୟ ସେହିପରି।
Acts 26:20 in Oriya 20 କିନ୍ତୁ ପ୍ରଥମେ ଦମ୍ମେସକର ଓ ଯିରୂଶାଲମର ଲୋକମାନଙ୍କ ନିକଟରେ, ପରେ ଯିହୂଦା ପ୍ରଦେଶର ସମସ୍ତ ଅଞ୍ଚଳରେ, ପୁଣି, ଅଣଯିହୂଦୀମାନଙ୍କ ନିକଟରେ ମଧ୍ୟ ପ୍ରଚାର କରିବାକୁ ଲାଗିଲି, ଯେପରି ସେମାନେ ମନ ପରିବର୍ତ୍ତନ କରି ଇଶ୍ବରଙ୍କ ପ୍ରତି ଫେରିଆସନ୍ତି ଓ ମନପରିବର୍ତ୍ତନର ଉପଯୁକ୍ତ କାର୍ଯ୍ୟ କରନ୍ତି।
1 Thessalonians 2:15 in Oriya 15 ସେହି ଯିହୂଦୀମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କୁ, ପୁଣି, ଭାବବାଦୀମାନଙ୍କୁ ମଧ୍ୟ ବଧ କରିଥିଲେ, ଆଉ ଆମ୍ଭମାନଙ୍କୁ ତାଡନା କଲେ; ସେମାନେ ଇଶ୍ବରଙ୍କ ଅସନ୍ତୋଷପାତ୍ର ଓ ସମସ୍ତ ମାନବଜାତିର ବିପକ୍ଷ,
1 Peter 1:18 in Oriya 18 ଯେଣୁ ତୁମ୍ଭେମାନେ ଜାଣ ଯେ, ତୁମ୍ଭମାନଙ୍କ ପିତୃପୁରୁଷମାନଙ୍କଠାରୁ ପ୍ରାପ୍ତ ପରମ୍ପରାଗତ ନିରର୍ଥକ ଆଚାର ବ୍ୟବହାରରୁ ରୂପା କି ସୁନା ପରି କ୍ଷୟଣୀୟ ବସ୍ତୁ ଦ୍ୱାରା ମୁକ୍ତ ନ ହୋଇ