Zechariah 1:6 in Oriya 6 ମାତ୍ର ଆମ୍ଭେ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣକୁ ଯେଉଁ ଯେଉଁ ବାକ୍ୟ ଓ ବିଧି ଆଜ୍ଞା କଲୁ, ସେହିସବୁ କି ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ସ୍ପର୍ଶ କଲା ନାହିଁ ? ତେବେ ସେମାନେ ଫେରି କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ଆଚରଣ ଓ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ଯେରୂପ କରିବେ ବୋଲି ମନସ୍ଥ କଲେ, ସେହିପରି ବ୍ୟବହାର ଆମ୍ଭମାନଙ୍କ ପ୍ରତି ସେ କରିଅଛନ୍ତି।”
Other Translations King James Version (KJV) But my words and my statutes, which I commanded my servants the prophets, did they not take hold of your fathers? and they returned and said, Like as the LORD of hosts thought to do unto us, according to our ways, and according to our doings, so hath he dealt with us.
American Standard Version (ASV) But my words and my statutes, which I commanded my servants the prophets, did they not overtake your fathers? and they turned and said, Like as Jehovah of hosts thought to do unto us, according to our ways, and according to our doings, so hath he dealt with us.
Bible in Basic English (BBE) But my words and my orders, which I gave to my servants the prophets, have they not overtaken your fathers? and turning back they said, As it was the purpose of the Lord of armies to do to us, in reward for our ways and our doings, so has he done.
Darby English Bible (DBY) But my words and my statutes, which I commanded my servants the prophets, did they not overtake your fathers? And they turned and said, Like as Jehovah of hosts thought to do unto us, according to our ways and according to our doings, so hath he dealt with us.
World English Bible (WEB) But my words and my decrees, which I commanded my servants the prophets, didn't they overtake your fathers? "Then they repented and said, 'Just as Yahweh of Hosts determined to do to us, according to our ways, and according to our practices, so he has dealt with us.'"
Young's Literal Translation (YLT) Only, My words, and My statutes, That I commanded My servants the prophets, Have they not overtaken your fathers, And they turn back and say: As Jehovah of Hosts designed to do to us, According to our ways, and according to our doings, So He hath done to us?'
Cross Reference Numbers 23:19 in Oriya 19 ପରମେଶ୍ୱର ମନୁଷ୍ୟ ନୁହଁନ୍ତି ଯେ, ସେ ମିଥ୍ୟା କହିବେ; କିଅବା ସେ ମନୁଷ୍ୟର ସନ୍ତାନ ନୁହଁନ୍ତି ଯେ, ସେ ଅନୁତାପ କରିବେ; ସେ କହିଅଛନ୍ତି, ଆଉ ସେ କି ତାହା କରିବେ ନାହିଁ ? ସେ କହିଅଛନ୍ତି, ଆଉ ତାହା କି ସେ ସିଦ୍ଧ କରିବେ ନାହିଁ ?
Numbers 32:23 in Oriya 23 ମାତ୍ର ତୁମ୍ଭେମାନେ ଯଦି ସେହିପରି ନ କର, ତେବେ ଦେଖ, ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ପାପୀ ହେବ; ପୁଣି, ତୁମ୍ଭମାନଙ୍କର ପାପ ଯେ ତୁମ୍ଭମାନଙ୍କୁ ଧରିବ, ଏହା ନିଶ୍ଚିତ ଜାଣ।
Numbers 33:56 in Oriya 56 ପୁଣି, ଆମ୍ଭେ ସେମାନଙ୍କ ପ୍ରତି ଯାହା କରିବାକୁ ମନସ୍ଥ କରିଥିଲୁ, ତାହା ତୁମ୍ଭମାନଙ୍କ ପ୍ରତି କରିବା।”
Deuteronomy 28:15 in Oriya 15 ମାତ୍ର ମୁଁ ଆଜି ତୁମ୍ଭକୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଯେଉଁ ଯେଉଁ ଆଜ୍ଞା ଓ ବିଧି ଆଦେଶ କରୁଅଛି, ସେହି ସବୁ ମାନିବା ପାଇଁ ଓ କରିବା ପାଇଁ ଯଦି ତୁମ୍ଭେ ତାହାଙ୍କ ରବରେ କର୍ଣ୍ଣପାତ ନ କରିବ, ତେବେ ଏହିସବୁ ଅଭିଶାପ ତୁମ୍ଭ ଉପରେ ବର୍ତ୍ତିବ ଓ ତୁମ୍ଭ ସଙ୍ଗ ଧରିବ।
Deuteronomy 28:20 in Oriya 20 ତୁମ୍ଭେ ଆପଣାର ଯେଉଁ ମନ୍ଦ କର୍ମ ଦ୍ୱାରା ମୋତେ ତ୍ୟାଗ କଲ, ତହିଁ ହେତୁ ତୁମ୍ଭର ସଂହାର ଓ ଶୀଘ୍ର ବିନାଶ ହେବା ପର୍ଯ୍ୟନ୍ତ ତୁମ୍ଭ ହସ୍ତର ସମସ୍ତ କର୍ମରେ ସଦାପ୍ରଭୁ ତୁମ୍ଭ ପ୍ରତି ଅଭିଶାପ, ବ୍ୟାକୁଳତା ଓ ଭର୍ତ୍ସନା ପଠାଇବେ।
Deuteronomy 28:45 in Oriya 45 ଆଉ ତୁମ୍ଭେ ବିନଷ୍ଟ ହେବା ପର୍ଯ୍ୟନ୍ତ ଏହିସବୁ ଅଭିଶାପ ତୁମ୍ଭ ଉପରକୁ ଆସିବ, ତୁମ୍ଭ ପଛେ ପଛେ ଗୋଡ଼ାଇବ ଓ ତୁମ୍ଭ ସଙ୍ଗ ଧରିବ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣାର ଯେଉଁ ଯେଉଁ ଆଜ୍ଞା ଓ ବିଧି ତୁମ୍ଭକୁ ଆଜ୍ଞା କଲେ, ତାହା ପାଳନ କରିବା ପାଇଁ ତୁମ୍ଭେ ତାହାଙ୍କ ରବରେ କର୍ଣ୍ଣପାତ କଲ ନାହିଁ।
2 Chronicles 36:17 in Oriya 17 ଏନିମନ୍ତେ ସେ କଲଦୀୟମାନଙ୍କ ରାଜାକୁ ସେମାନଙ୍କ ପ୍ରତିକୂଳରେ ଆଣନ୍ତେ, ସେ ସେମାନଙ୍କ ଯୁବାମାନଙ୍କୁ ସେମାନଙ୍କ ଧର୍ମଧାମରେ ଖଡ଼୍ଗ ଦ୍ୱାରା ବଧ କଲା, ପୁଣି ଯୁବା କି ଯୁବତୀ, ବୃଦ୍ଧ କି ଜରାଜୀର୍ଣ୍ଣ, କାହାରିକୁ ଦୟା କଲା ନାହିଁ; ପରମେଶ୍ୱର ତାହା ହସ୍ତରେ ସମସ୍ତଙ୍କୁ ସମର୍ପି ଦେଲେ।
Job 6:29 in Oriya 29 ମୁଁ ବିନୟ କରୁଅଛି, ଫେର, କୌଣସି ଅନ୍ୟାୟ ନ ହେଉ; ହଁ, ପୁନର୍ବାର ଫେର, ମୋହର ଗୁହାରି ଯଥାର୍ଥ।
Isaiah 3:8 in Oriya 8 ଯେହେତୁ ଯିରୂଶାଲମ ବିନଷ୍ଟ ଓ ଯିହୁଦା ପତିତ ହୋଇଅଛି; କାରଣ ସଦାପ୍ରଭୁଙ୍କର ପ୍ରତାପବିଶିଷ୍ଟ ଚକ୍ଷୁକୁ କ୍ରୋଧାନ୍ୱିତ କରିବା ପାଇଁ ସେମାନଙ୍କର ଜିହ୍ୱା ଓ କ୍ରିୟା ତାହାଙ୍କର ପ୍ରତିକୂଳ ଅଟେ।
Isaiah 44:26 in Oriya 26 ଆମ୍ଭେ ଆପଣା ଦାସର ବାକ୍ୟ ଦୃଢ଼ କରୁ ଓ ଆପଣା ଦୂତଗଣର ମନ୍ତ୍ରଣା ସିଦ୍ଧ କରୁ; ଆମ୍ଭେ ଯିରୂଶାଲମ ବିଷୟରେ କହୁ, ତାହା ବସତିବିଶିଷ୍ଟ ହେବ ଓ ଯିହୁଦାର ନଗରମାନଙ୍କ ବିଷୟରେ କହୁ, ସେହି ସବୁ ପୁନଃନିର୍ମିତ ହେବ, ପୁଣି ଆମ୍ଭେ ତହିଁର ଉଜାଡ଼ ସ୍ଥାନ ସବୁ ପୁନର୍ବାର ପତ୍ତନ କରିବା;
Isaiah 55:1 in Oriya 1 “ହେ ତୃଷିତ ଲୋକସକଳ, ତୁମ୍ଭେମାନେ ଜଳ ନିକଟକୁ ଆସ, ପୁଣି ଯାହାର କିଛି ଅର୍ଥ ନାହିଁ, ସେ ଆସୁ; ତୁମ୍ଭେମାନେ ଆସ, କିଣ ଓ ଭୋଜନ କର; ହଁ, ଆସ, ଅର୍ଥ ଓ ମୂଲ୍ୟ ବିନା ଦ୍ରାକ୍ଷାରସ ଓ ଦୁଗ୍ଧ କିଣ।
Jeremiah 4:4 in Oriya 4 ହେ ଯିହୁଦାର ଲୋକେ ଓ ଯିରୂଶାଲମର ନିବାସୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କୁ ସୁନ୍ନତ କର ଓ ଆପଣା ଆପଣା ହୃଦୟର ଅଗ୍ରଚର୍ମ କାଢ଼ି ପକାଅ; ନୋହିଲେ ତୁମ୍ଭମାନଙ୍କ କ୍ରିୟାର ଦୁଷ୍ଟତା ସକାଶୁ ଆମ୍ଭର କୋପ ଅଗ୍ନି ତୁଲ୍ୟ ବାହାରି ପ୍ରଜ୍ୱଳିତ ହେବ ଓ କେହି ତାହା ଲିଭାଇ ପାରିବ ନାହିଁ।
Jeremiah 12:16 in Oriya 16 ଆଉ, ସେମାନେ ଯେପରି ବାଲ୍ଦେବ ନାମରେ ଶପଥ କରିବା ପାଇଁ ଆମ୍ଭ ଲୋକମାନଙ୍କୁ ଶିଖାଇଲେ, ସେପରି ସଦାପ୍ରଭୁ ଜୀବିତ ବୋଲି, ଆମ୍ଭ ନାମରେ ଶପଥ କରିବା ପାଇଁ ଯଦି ଆମ୍ଭ ଲୋକମାନଙ୍କର ଆଚରଣ ଯତ୍ନପୂର୍ବକ ଶିଖିବେ, ତେବେ ସେମାନେ ଆମ୍ଭ ଲୋକମାନଙ୍କ ମଧ୍ୟରେ ସ୍ଥାପିତ ହେବେ।
Jeremiah 18:8 in Oriya 8 ସେତେବେଳେ ଯେଉଁ ଗୋଷ୍ଠୀ ବିଷୟରେ ଆମ୍ଭେ କହିଅଛୁ, ସେମାନେ ଯଦି ଆପଣା ଆପଣା ଦୁଷ୍କର୍ମରୁ ଫେରନ୍ତି, ତେବେ ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବାକୁ ଆମ୍ଭେ ମନରେ କଲୁ, ତହିଁରୁ ଆମ୍ଭେ କ୍ଷାନ୍ତ ହେବା।
Jeremiah 23:20 in Oriya 20 ଯେପର୍ଯ୍ୟନ୍ତ ସଦାପ୍ରଭୁ ଆପଣା ମନର ଅଭିପ୍ରାୟ ସଫଳ ଓ ସିଦ୍ଧ ନ କରନ୍ତି, ସେପର୍ଯ୍ୟନ୍ତ ତାହାଙ୍କ କ୍ରୋଧ ଫେରିବ ନାହିଁ; ତୁମ୍ଭେମାନେ ଶେଷ କାଳରେ ତାହା ସମ୍ପୂର୍ଣ୍ଣ ରୂପେ ବୁଝିବ।
Jeremiah 26:15 in Oriya 15 କେବଳ ଏହା ନିଶ୍ଚିତ ରୂପେ ଜାଣ ଯେ, ତୁମ୍ଭେମାନେ ମୋତେ ବଧ କଲେ ଆପଣାମାନଙ୍କ ଉପରେ, ଏହି ନଗର ଉପରେ ଓ ତନ୍ନିବାସୀମାନଙ୍କ ଉପରେ ନିର୍ଦ୍ଦୋଷର ରକ୍ତପାତର ଅପରାଧ ବର୍ତ୍ତାଇବ; କାରଣ ଏହି ସମସ୍ତ କଥା ତୁମ୍ଭମାନଙ୍କ କର୍ଣ୍ଣଗୋଚରରେ କହିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ସତ୍ୟ।”
Jeremiah 44:28 in Oriya 28 ପୁଣି, ଖଡ୍ଗରୁ ରକ୍ଷାପ୍ରାପ୍ତ ଅଳ୍ପସଂଖ୍ୟକ ଲୋକ ମିସର ଦେଶରୁ ଯିହୁଦା ଦେଶକୁ ଫେରି ଯିବେ; ତହିଁରେ ଯେଉଁମାନେ ପ୍ରବାସ କରିବା ପାଇଁ ମିସର ଦେଶକୁ ଯାଇଅଛନ୍ତି, ଯିହୁଦାର ସେହି ଅବଶିଷ୍ଟାଂଶ ଲୋକ ସମସ୍ତେ, ଆମ୍ଭର କି ସେମାନଙ୍କର କାହାର ବାକ୍ୟ ଅଟଳ ହେବ, ଏହା ଜାଣିବେ।”
Lamentations 1:18 in Oriya 18 ସଦାପ୍ରଭୁ ଧାର୍ମିକ ଅଟନ୍ତି; ମୁଁ ତାହାଙ୍କ ଆଜ୍ଞାର ପ୍ରତିକୂଳାଚରଣ କରିଅଛି; ହେ ଗୋଷ୍ଠୀସକଳ, ବିନୟ କରୁଅଛି, ତୁମ୍ଭେମାନେ ଶୁଣ ଓ ମୋହର ଦୁଃଖ ଦେଖ; ମୋହର କୁମାରୀଗଣ ଓ ଯୁବକଗଣ ବନ୍ଦୀତ୍ୱ ସ୍ଥାନକୁ ଯାଇଅଛନ୍ତି।
Lamentations 2:17 in Oriya 17 ସଦାପ୍ରଭୁ ଯାହା ସଙ୍କଳ୍ପ କଲେ, ତାହା ସିଦ୍ଧ କରିଅଛନ୍ତି, ସେ ପୁରାତନ କାଳରେ ଯାହା ଆଜ୍ଞା କରିଥିଲେ, ଆପଣାର ସେହି ବାକ୍ୟ ସଫଳ କରିଅଛନ୍ତି; ସେ ନିପାତ କରିଅଛନ୍ତି ଓ ଦୟା କରି ନାହାନ୍ତି; ଆଉ, ସେ ଶତ୍ରୁକୁ ତୁମ୍ଭ ଉପରେ ଆନନ୍ଦ କରିବାକୁ ଦେଇଅଛନ୍ତି, ସେ ତୁମ୍ଭ ବିପକ୍ଷଗଣର ଶୃଙ୍ଗ ଉନ୍ନତ କରିଅଛନ୍ତି।
Lamentations 4:11 in Oriya 11 ସଦାପ୍ରଭୁ ଆପଣା କୋପ ସଫଳ କରିଅଛନ୍ତି, ସେ ଆପଣା ପ୍ରଚଣ୍ଡ କ୍ରୋଧ ଢାଳି ଦେଇଅଛନ୍ତି; ପୁଣି, ସେ ସିୟୋନରେ ଅଗ୍ନି ଜ୍ୱଳାଇ ଅଛନ୍ତି ତାହା ତାହାର ଭିତ୍ତିମୂଳ ଗ୍ରାସ କରିଅଛି।
Ezekiel 12:25 in Oriya 25 କାରଣ ଆମ୍ଭେ ସଦାପ୍ରଭୁ; ଆମ୍ଭେ କଥା କହିବା ଓ ଯେଉଁ କଥା ଆମ୍ଭେ କହିବା, ତାହା ସଫଳ ହେବ; ଆଉ, ବିଳମ୍ବ ହେବ ନାହିଁ; କାରଣ ହେ ବିଦ୍ରୋହୀ-ବଂଶ, ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କର ବର୍ତ୍ତମାନ କାଳରେ କଥା କହିବା ଓ ତାହା ସଫଳ କରିବା।
Ezekiel 20:43 in Oriya 43 ଆଉ, ଯହିଁରେ ତୁମ୍ଭେମାନେ ଆପଣାମାନଙ୍କୁ ଅଶୁଚି କରିଅଛ, ଆପଣାମାନଙ୍କର ସେହି ଆଚାର ବ୍ୟବହାର ଓ କ୍ରିୟାସକଳ ତୁମ୍ଭେମାନେ ସେଠାରେ ସ୍ମରଣ କରିବ ଓ ଆପଣାମାନଙ୍କର କୃତ ସମସ୍ତ କୁକ୍ରିୟା ସକାଶୁ ଆପଣାମାନଙ୍କୁ ଘୃଣା କରିବ।
Ezekiel 37:11 in Oriya 11 ତେବେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଏହି ଅସ୍ଥିସକଳ ସମୁଦାୟ ଇସ୍ରାଏଲ ବଂଶ ଅଟନ୍ତି; ଦେଖ, ସେମାନେ କହନ୍ତି, ଆମ୍ଭମାନଙ୍କର ଅସ୍ଥିସବୁ ଶୁଷ୍କ ହୋଇଅଛି, ଆମ୍ଭମାନଙ୍କର ଭରସା ନଷ୍ଟ ହୋଇଅଛି; ଆମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ଉଚ୍ଛିନ୍ନ ହୋଇଅଛୁ।
Daniel 9:11 in Oriya 11 ହଁ, ସମୁଦାୟ ଇସ୍ରାଏଲ ତୁମ୍ଭର ବ୍ୟବସ୍ଥା ଲଙ୍ଘନ କରିଅଛନ୍ତି, ତୁମ୍ଭର ରବରେ ଯେପରି ସେମାନେ ମନୋଯୋଗ ନ କରିବେ, ଏଥିପାଇଁ ସେମାନେ ବିପଥଗାମୀ ହୋଇଅଛନ୍ତି, ଏହି କାରଣରୁ ଅଭିଶାପ ଓ ପରମେଶ୍ୱରଙ୍କ ସେବକ ମୋଶାଙ୍କ ବ୍ୟବସ୍ଥାରେ ଲିଖିତ ଶପଥ ଆମ୍ଭମାନଙ୍କ ଉପରେ ଢଳା ଯାଇଅଛି; କାରଣ ଆମ୍ଭେମାନେ ତାହାଙ୍କ ବିରୁଦ୍ଧରେ ପାପ କରିଅଛୁ।
Hosea 2:6 in Oriya 6 ଏଥିପାଇଁ ଦେଖ, ଆମ୍ଭେ କଣ୍ଟା ଦ୍ୱାରା ତୁମ୍ଭର ପଥ ରୁଦ୍ଧ କରିବା ଓ ଆମ୍ଭେ ତାହାର ବିରୁଦ୍ଧରେ ବାଡ଼ ବାନ୍ଧିବା, ତହିଁରେ ସେ ଆପଣା ପଥ ପାଇବ ନାହିଁ।
Hosea 9:15 in Oriya 15 ସେମାନଙ୍କର ଦୁଷ୍ଟତାସକଳ ଗିଲ୍ଗଲ୍ରେ ଅଛି; କାରଣ ସେଠାରେ ଆମ୍ଭେ ସେମାନଙ୍କୁ ଘୃଣା କଲୁ; ଆମ୍ଭେ ସେମାନଙ୍କ କ୍ରିୟାର ଦୁଷ୍ଟତା ସକାଶୁ ସେମାନଙ୍କୁ ଆମ୍ଭ ଗୃହରୁ ତଡ଼ିଦେବା; ଆମ୍ଭେ ସେମାନଙ୍କୁ ଆଉ ସ୍ନେହ କରିବା ନାହିଁ; ସେମାନଙ୍କର ଅଧିପତି ସମସ୍ତେ ବିଦ୍ରୋହୀ।
Amos 9:10 in Oriya 10 ଆମ୍ଭ ଲୋକମାନଙ୍କ ମଧ୍ୟରୁ ଯେଉଁ ପାପୀମାନେ କୁହନ୍ତି, ଅମଙ୍ଗଳ ଦୌଡ଼ି ଆମ୍ଭମାନଙ୍କୁ ଧରିବ ନାହିଁ; କିଅବା ଆମ୍ଭମାନଙ୍କର ସମ୍ମୁଖବର୍ତ୍ତୀ ହେବ ନାହିଁ, ସେସମସ୍ତେ ଖଡ୍ଗ ଦ୍ୱାରା ହତ ହେବେ।”
Malachi 3:18 in Oriya 18 ସେତେବେଳେ ତୁମ୍ଭେମାନେ, ଧାର୍ମିକ ଓ ଦୁଷ୍ଟ, ଯେ ପରମେଶ୍ୱରଙ୍କ ସେବା କରେ ଓ ଯେ ତାହାଙ୍କର ସେବା ନ କରେ, ସେମାନଙ୍କ ମଧ୍ୟରେ ପ୍ରଭେଦ ଦେଖିବ।
Matthew 24:35 in Oriya 35 ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ।
1 Thessalonians 5:4 in Oriya 4 କିନ୍ତୁ, ହେ ଭାଇମାନେ, ତୁମ୍ଭେମାନେ ଅନ୍ଧକାରରେ ନାହଁ ଯେ ସେ ଦିନ ଚୋରର ପରି ଅନପେକ୍ଷିତ ଭାବରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେବ,