Zechariah 10:1 in Oriya 1 ତୁମ୍ଭେମାନେ ଶେଷ ବୃଷ୍ଟି ସମୟରେ ସଦାପ୍ରଭୁଙ୍କ ନିକଟରେ, ଅର୍ଥାତ୍, ଯେ ବିଜୁଳିର ସୃଷ୍ଟି କରନ୍ତି, ସେହି ସଦାପ୍ରଭୁଙ୍କ ନିକଟରେ ବୃଷ୍ଟି ମାଗ ତହିଁରେ ସେ ପ୍ରଚୁର ବୃଷ୍ଟି ଦେଇ ପ୍ରତ୍ୟେକ ଜଣଙ୍କ କ୍ଷେତ୍ରରେ ତୃଣ ଦେବେ।
Other Translations King James Version (KJV) Ask ye of the LORD rain in the time of the latter rain; so the LORD shall make bright clouds, and give them showers of rain, to every one grass in the field.
American Standard Version (ASV) Ask ye of Jehovah rain in the time of the latter rain, `even of' Jehovah that maketh lightnings; and he will give them showers of rain, to every one grass in the field.
Bible in Basic English (BBE) Make your request to the Lord for rain in the time of the spring rains, even to the Lord who makes the thunder-flames; and he will give them showers of rain, to every man grass in the field.
Darby English Bible (DBY) Ask of Jehovah rain in the time of the latter rain; Jehovah will make lightnings, and he will give them showers of rain, to every one grass in the field.
World English Bible (WEB) Ask of Yahweh rain in the spring time, Yahweh who makes storm clouds, And he gives rain showers to everyone for the plants in the field.
Young's Literal Translation (YLT) They asked of Jehovah rain in a time of latter rain, Jehovah is making lightnings, And rain `in' showers He doth give to them. To each -- the herb in the field.
Cross Reference Deuteronomy 11:13 in Oriya 13 ଆଉ ତୁମ୍ଭେମାନେ ଆପଣା ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପ୍ରେମ କରିବାକୁ ଓ ତାହାଙ୍କୁ ସେବା କରିବାକୁ ଆଜି ଆମ୍ଭେ ଯେଉଁ ଆଜ୍ଞା ଦେଉଅଛୁ, ତାହା ଯଦି ଯତ୍ନପୂର୍ବକ ଶୁଣିବ;
Deuteronomy 28:23 in Oriya 23 ପୁଣି ତୁମ୍ଭ ମସ୍ତକ-ଉପରିସ୍ଥ ଆକାଶ ପିତ୍ତଳ ହେବ ଓ ତୁମ୍ଭ ନୀଚସ୍ଥିତ ପୃଥିବୀ ଲୁହା ହେବ।
1 Kings 17:1 in Oriya 1 ଏଥିଉତ୍ତାରେ ଗିଲୀୟଦର ପ୍ରବାସୀ ତିସ୍ବୀୟ ଏଲୀୟ ଆହାବଙ୍କୁ କହିଲେ, “ମୁଁ ଯାହାଙ୍କ ସାକ୍ଷାତରେ ଛିଡ଼ା ହେଉଅଛି, ସେହି ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଏହି କେତେକ ବର୍ଷ କାକର କି ବୃଷ୍ଟି ପଡ଼ିବ ନାହିଁ, କେବଳ ମୋ' ବାକ୍ୟାନୁସାରେ ହେବ।”
1 Kings 18:41 in Oriya 41 ଏଥିଉତ୍ତାରେ ଏଲୀୟ ଆହାବଙ୍କୁ କହିଲେ, “ତୁମ୍ଭେ ଉଠି ଯାଇ ଭୋଜନ ପାନ କର; କାରଣ ଅତିଶୟ ବୃଷ୍ଟିର ଶବ୍ଦ ହେଉଅଛି।”
Job 29:23 in Oriya 23 ଆଉ, ଯେପରି ବୃଷ୍ଟି ପାଇଁ, ସେପରି ସେମାନେ ମୋ' ପାଇଁ ଅପେକ୍ଷା କଲେ ଓ ଯେପରି ଶେଷବୃଷ୍ଟି ପାଇଁ, ସେପରି ସେମାନେ ଆପଣା ଆପଣା ମୁଖ ପ୍ରଶସ୍ତ କରି ମେଲା କଲେ।
Job 36:27 in Oriya 27 କାରଣ ସେ ଜଳବିନ୍ଦୁସବୁ ଆକର୍ଷଣ କରନ୍ତି, ତାହା ବୃଷ୍ଟି ରୂପେ ତାହାଙ୍କ ବାଷ୍ପରୁ ପଡ଼େ।
Job 37:1 in Oriya 1 ଏଥିରେ ମଧ୍ୟ ମୋହର ହୃଦୟ କମ୍ପମାନ ହେଉଅଛି ଓ ସ୍ୱସ୍ଥାନରୁ ଅନ୍ତରିତ ହେଉଅଛି।
Psalm 65:9 in Oriya 9 ତୁମ୍ଭେ ପୃଥିବୀର ତତ୍ତ୍ୱାବଧାନ କରି ତହିଁରେ ଜଳ ସେଚନ କରିଥାଅ, ତୁମ୍ଭେ ତାହାକୁ ଅତିଶୟ ଧନାଢ଼୍ୟ କରିଥାଅ; ପରମେଶ୍ୱରଙ୍କ ନଦୀ ଜଳରେ ପରିପୂର୍ଣ୍ଣ; ତୁମ୍ଭେ ପୃଥିବୀକୁ ପ୍ରସ୍ତୁତ କଲା ଉତ୍ତାରେ ସେମାନଙ୍କୁ ଶସ୍ୟ ଯୋଗାଇ ଦେଇଥାଅ।
Psalm 72:6 in Oriya 6 କଟାଘାସରେ ବୃଷ୍ଟି ତୁଲ୍ୟ ଓ ଭୂମି-ସେଚନକାରୀ ଜଳଧାରା ତୁଲ୍ୟ ସେ ଓହ୍ଲାଇ ଆସିବେ।
Psalm 104:13 in Oriya 13 ସେ ଆପଣା କୋଠରୀରୁ ପର୍ବତଗଣକୁ ଜଳରେ ସେଚନ କରନ୍ତି; ପୃଥିବୀ ତାହାଙ୍କ କର୍ମର ଫଳରେ ତୃପ୍ତ ହୁଏ।
Proverbs 16:15 in Oriya 15 ରାଜାର ପ୍ରସନ୍ନ ବଦନରେ ଜୀବନ ଥାଏ, ପୁଣି ତାହାର ଅନୁଗ୍ରହ ଶେଷ ବର୍ଷାର ମେଘ ସ୍ୱରୂପ
Isaiah 5:6 in Oriya 6 ପୁଣି, ମୁଁ ତାହା ଉଜାଡ଼ କରିବି; ତାହାର ଡାଳ କଟା ହେବ ନାହିଁ କିମ୍ବା ଭୂମି କୋଡ଼ା ହେବ ନାହିଁ; ମାତ୍ର ତାହା କାନକୋଳି ଓ କଣ୍ଟକ ବୃକ୍ଷମୟ ହେବ; ମଧ୍ୟ ତହିଁ ଉପରେ ଜଳ ବର୍ଷଣ ନ କରିବା ପାଇଁ ମୁଁ ମେଘମାଳକୁ ଆଜ୍ଞା କରିବି।
Isaiah 30:23 in Oriya 23 ପୁଣି, ଭୂମିରେ ବୁଣିବା ନିମନ୍ତେ ସେ ତୁମ୍ଭ ବୀଜ ପାଇଁ ବୃଷ୍ଟି ଦେବେ; ଭୂମ୍ୟୁତ୍ପନ୍ନ ଭକ୍ଷ୍ୟ ଦେବେ ଓ ତାହା ଉତ୍ତମ ଓ ପ୍ରଚୁର ହେବ; ସେହି ଦିନରେ ତୁମ୍ଭ ପଶୁପଲ ପ୍ରଶସ୍ତ ଚରାସ୍ଥାନରେ ଚରିବେ।
Isaiah 44:3 in Oriya 3 କାରଣ ଆମ୍ଭେ ତୃଷିତ ଉପରେ ଜଳ ଓ ଶୁଷ୍କ ଭୂମି ଉପରେ ଜଳସ୍ରୋତ ଢାଳିବା; ଆମ୍ଭେ ତୁମ୍ଭ ବଂଶ ଉପରେ ଆପଣା ଆତ୍ମା ଓ ତୁମ୍ଭ ସନ୍ତାନଗଣ ଉପରେ ଆପଣା ଆଶୀର୍ବାଦ ଢାଳିବା;
Jeremiah 10:13 in Oriya 13 ଯେତେବେଳେ ସେ ଆପଣା ରବ ଉଚ୍ଚାରଣ କରନ୍ତି, ସେତେବେଳେ ଆକାଶରେ ଜଳରାଶିର ଶବ୍ଦ ହୁଏ, ପୁଣି ସେ ପୃଥିବୀର ପ୍ରାନ୍ତରୁ ବାଷ୍ପ ଉତ୍ଥାପନ କରାନ୍ତି; ସେ ବୃଷ୍ଟି ନିମନ୍ତେ ବିଜୁଳି ପ୍ରସ୍ତୁତ କରନ୍ତି ଓ ଆପଣା ଭଣ୍ଡାରସମୂହରୁ ବାୟୁ ବାହାର କରି ଆଣନ୍ତି।
Jeremiah 14:22 in Oriya 22 ଅନ୍ୟ ଦେଶୀୟମାନଙ୍କର ଅସାର ଦେବତାଗଣ ମଧ୍ୟରେ ଯେ ବୃଷ୍ଟି କରାଇପାରେ, ଏପରି କି କେହି ଅଛି ? ଅଥବା ଆକାଶମଣ୍ଡଳ କି ବୃଷ୍ଟିଦାନ କରି ପାରେ ? ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ ହିଁ କି ସେହି ବୃଷ୍ଟିଦାତା ନୁହଁ ? ଏନିମନ୍ତେ ଆମ୍ଭେମାନେ ତୁମ୍ଭ ଅପେକ୍ଷାରେ ରହିବା; କାରଣ ତୁମ୍ଭେ ଏହିସବୁର ଉତ୍ପାଦନ କରିଅଛ।
Jeremiah 51:16 in Oriya 16 ଯେତେବେଳେ ସେ ଆପଣା ରବ ଉଚ୍ଚାରଣ କରନ୍ତି, ସେତେବେଳେ ଆକାଶରେ ଜଳରାଶିର ଶବ୍ଦ ହୁଅଇ ଓ ପୃଥିବୀର ପ୍ରାନ୍ତରୁ ସେ ବାଷ୍ପ ଉତ୍ଥାପନ କରାନ୍ତି; ସେ ବୃଷ୍ଟି ନିମନ୍ତେ ବିଦ୍ୟୁତ୍ ସୃଷ୍ଟି କରନ୍ତି ଓ ଆପଣା ଭଣ୍ଡାର ସମୂହରୁ ବାୟୁ ବାହାର କରି ଆଣନ୍ତି।
Ezekiel 34:26 in Oriya 26 ପୁଣି, ଆମ୍ଭେ ସେମାନଙ୍କୁ ଓ ଆମ୍ଭ ପର୍ବତର ଚତୁର୍ଦ୍ଦିଗସ୍ଥିତ ସ୍ଥାନକୁ ଆଶୀର୍ବାଦ ସ୍ୱରୂପ କରିବା; ଆଉ, ଆମ୍ଭେ ଯଥା ସମୟରେ ଜଳଧାରା ବର୍ଷାଇବା; ତାହା ଆଶୀର୍ବାଦର ଜଳଧାରା ହେବ।
Ezekiel 36:37 in Oriya 37 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତଥାପି ଆମ୍ଭେ ଯେପରି ଇସ୍ରାଏଲ ବଂଶ ପକ୍ଷରେ ଏହା ସଫଳ କରିବା, ଏଥିପାଇଁ ଆମ୍ଭ ନିକଟରେ ସେମାନଙ୍କୁ ପ୍ରାର୍ଥନା କରିବାକୁ ହେବ; ଆମ୍ଭେ ପଲପରି ସେମାନଙ୍କର ପୁରୁଷଗଣଙ୍କୁ ବୃଦ୍ଧି କରିବା।
Hosea 6:3 in Oriya 3 ପୁଣି, ଆମ୍ଭେମାନେ ଜ୍ଞାତ ହେଉ, ସଦାପ୍ରଭୁଙ୍କୁ ଜାଣିବା ନିମନ୍ତେ ତାହାଙ୍କ ପଶ୍ଚାତ୍ଗମନ କରୁ; ତାହାଙ୍କର ଉଦୟ ପ୍ରତ୍ୟୁଷ ତୁଲ୍ୟ ନିଶ୍ଚିତ; ଆଉ ସେ ଆମ୍ଭମାନଙ୍କ ନିକଟକୁ ବୃଷ୍ଟି ତୁଲ୍ୟ, ଭୂମି ସେଚନକାରୀ ଶେଷ ବୃଷ୍ଟି ତୁଲ୍ୟ ଆସିବେ।
Hosea 10:12 in Oriya 12 ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଧାର୍ମିକତାରେ ବିହନ ବୁଣ, ଦୟାନୁଯାୟୀ ଶସ୍ୟ କାଟ; ଆପଣାମାନଙ୍କର ପଡ଼ିଆ ଭୂମି ଭାଙ୍ଗ; କାରଣ ଯେପର୍ଯ୍ୟନ୍ତ ସଦାପ୍ରଭୁ ଆସି ତୁମ୍ଭମାନଙ୍କ ଉପରେ ଧାର୍ମିକତା ନ ବର୍ଷାନ୍ତି, ସେପର୍ଯ୍ୟନ୍ତ ତାହାଙ୍କର ଅନ୍ଵେଷଣ କରିବାର ସମୟ ଅଛି।
Joel 2:23 in Oriya 23 ଏଥିପାଇଁ ହେ ସିୟୋନର ସନ୍ତାନଗଣ, ତୁମ୍ଭେମାନେ ଉଲ୍ଲସିତ ହୁଅ ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଆନନ୍ଦ କର; କାରଣ ସେ ତୁମ୍ଭମାନଙ୍କୁ ଯଥା ପରିମାଣରେ ଆଦ୍ୟ ବୃଷ୍ଟି ଦିଅନ୍ତି ଓ ସେ ତୁମ୍ଭମାନଙ୍କ ନିମନ୍ତେ ବୃଷ୍ଟି ବର୍ଷାନ୍ତି, ଆଦ୍ୟ ବୃଷ୍ଟି ଓ ଶେଷ ବୃଷ୍ଟି ପ୍ରଥମ ମାସରେ।
Amos 4:7 in Oriya 7 “ଆହୁରି, ଶସ୍ୟ ପାଚିବାର ତିନି ମାସ ପୂର୍ବେ ଆମ୍ଭେ ତୁମ୍ଭମାନଙ୍କଠାରୁ ବୃଷ୍ଟି ନିବାରଣ କରିଅଛୁ; ପୁଣି, ଏକ ନଗରରେ ଜଳ ବର୍ଷାଇ ଅଛୁ ଓ ଅନ୍ୟ ନଗରରେ ଜଳ ବର୍ଷାଇ ନାହୁଁ; ଏକ କ୍ଷେତ୍ରରେ ବୃଷ୍ଟି ହେଲା ଓ ଯେଉଁ କ୍ଷେତ୍ରରେ ବୃଷ୍ଟି ହେଲା ନାହିଁ, ତାହା ଶୁଷ୍କ ହେଲା।
Micah 5:7 in Oriya 7 ଆଉ, ସଦାପ୍ରଭୁଙ୍କ ନିକଟରୁ ଆଗତ ଯେଉଁ ଶିଶିର ଓ ତୃଣ ଉପରେ ପତିତ ଯେଉଁ ବୃଷ୍ଟି ମନୁଷ୍ୟ ପାଇଁ ବିଳମ୍ବ ନ କରେ, କିଅବା ମନୁଷ୍ୟ-ସନ୍ତାନଗଣର ଅପେକ୍ଷା ନ କରେ, ତାହାର ତୂଲ୍ୟ ଯାକୁବର ଅବଶିଷ୍ଟାଂଶ ଅନେକ ଗୋଷ୍ଠୀ ମଧ୍ୟରେ ରହିବେ।
Matthew 7:7 in Oriya 7 ମାଗ, ସେଥିରେ ତୁମ୍ଭମାନଙ୍କୁ ଦିଆଯିବ; ଖୋଜ, ସେଥିରେ ତୁମ୍ଭେମାନେ ସନ୍ଧାନ ପାଇବ; ଦ୍ୱାରରେ ମାର, ସେଥିରେ ତୁମ୍ଭମାନଙ୍କ ନିମନ୍ତେ ଫିଟାଇ ଦିଆଯିବ।
John 16:23 in Oriya 23 ସେ ଦିନ ତୁମ୍ଭେମାନେ ମୋତେ କିଛି ପଚାରିବ ନାହିଁ। ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯଦି ତୁମ୍ଭେମାନେ ପିତାଙ୍କୁ କିଛି ମାଗିବ, ତେବେ ମୋ' ନାମରେ ସେ ତୁମ୍ଭମାନଙ୍କୁ ତାହା ଦେବେ।
1 Corinthians 3:6 in Oriya 6 ମୁଁ ରୋପଣ କରିଅଛି, ଆପଲ୍ଲ ଜଳ ସେଚନ କରିଅଛନ୍ତି, କିନ୍ତୁ ଈଶ୍ୱର ବୃଦ୍ଧି ସାଧନ କରିଅଛନ୍ତି।
James 5:7 in Oriya 7 ଅତଏବ, ହେ ଭାଇମାନେ, ପ୍ରଭୁଙ୍କ ଆଗମନ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରୁହ। ଦେଖ, କୃଷକ କ୍ଷେତ୍ରର ବହୁମୂଲ୍ୟ ଫଳ ପାଇବା ନିମନ୍ତେ ଧୈର୍ଯ୍ୟ ଧରି ଆଦ୍ୟ ଓ ଶେଷ ବୃଷ୍ଟି ନ ହେବା ପର୍ଯ୍ୟନ୍ତ ଅପେକ୍ଷାରେ ରହେ।
James 5:16 in Oriya 16 ଅତଏବ, ପରସ୍ପର ନିକଟରେ ଆପଣା ଆପଣାର ପାପ ସ୍ୱୀକାର କର, ପୁଣି, ସୁସ୍ଥ ହେବା ନିମନ୍ତେ ପରସ୍ପର ପାଇଁ ପ୍ରାର୍ଥନା କର। ଧାର୍ମିକ ବ୍ୟକ୍ତିର ପ୍ରାର୍ଥନା ଅନେକ କାର୍ଯ୍ୟ ସାଧନ କରି ପାରେ।